-+91-9937148622 |

prerana_bgr@rediffmail.com |

  Saturday 24th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଅବସରପ୍ରାପ୍ତ ଶିକ୍ଷୟିତ୍ରୀ ସୁଶ୍ରୀ ପଦ୍ମିନୀପ୍ରଭା ସାଗରଙ୍କ ପରଲୋକ   (24-Oct-2026)       ||      କଣ୍ଟାବାଞ୍ଜି ୱାର୍ଡ ନଂ-୧୫ରେ ଦୋକାନରୁ ଚୋରି, ସିଟ୍ କଭର ସିଲେଇ ମେସିନ୍ ଲୁଟ୍   (24-Oct-2026)       ||      ଲୋଇସିଂହା ନିର୍ବାଚନ ମଣ୍ଡଳୀରେ ସାମଗ୍ରିକ ବିକାଶ ଓ ଗମନଗମନର ସୁବିଧା ପାଇଁ ବିଭିନ୍ନ ଜନହିତକର ପ୍ରକଳ୍ପର ଉଦଘାଟନ କଲେ ଗ୍ରାମ୍ୟ ଉନ୍ନୟନ ଓ ପଞ୍ଚାୟତିରାଜ ମନ୍ତ୍ରୀ    (23-Oct-2026)       ||      ଲୋଇସିଂହା ରେ ୫୬ତମ ଦୁର୍ଗାପୂଜା ଉଦଯାପିତ   (23-Oct-2026)       ||      ହଜାର ହଜାର ଭକ୍ତ ଙ୍କ ମେଲରେ ମେଲାଣି ନେଲେ ମା ଦୁର୍ଗା    (23-Oct-2026)       ||      ଆର୍ଥିକ ଅନ୍ତର୍ଭୁକ୍ତୀକରଣ ନେଇ ସଚେତନତା ଶିବିର   (23-Oct-2026)       ||      ବିର୍ଷାମୁଣ୍ଡା ଆଦିବାସୀ କଲ୍ୟାଣ ମଣ୍ଡପ ଉଦଘାଟିତ    (23-Oct-2026)       ||      ହାତୀ ଆକ୍ରମଣରେ ମୃତକଙ୍କ ପରିବାରକୁ ୨୦ ଲକ୍ଷ ସହାୟତା ଦିଆଯାଉ: କ୍ଷତିଗ୍ରସ୍ତ ପରିବାରକୁ ପକ୍କା ଘର ପ୍ରଦାନ ପାଇଁ ନିରଞ୍ଜନ ବିଶିଙ୍କ ଦାବି   (23-Oct-2026)       ||      ଷ୍ଟେଟ୍ ୟୁନିଅନ୍ ଅଫ୍ ଜର୍ଣ୍ଣାଲିଷ୍ଟ୍, ବଲାଙ୍ଗୀର ଶାଖାର ବୈଠକ    (23-Oct-2026)       ||      ଜିଲ୍ଲା ସ୍ତରୀୟ ଶିଶୁ ମହୋତ୍ସବ "ଉତ୍ସାହ ୨୦୨୬ ଅନୁଷ୍ଠିତ" ।   (23-Oct-2026)       ||      ପଶ୍ଚିମ ଓଡ଼ିଶାର ପ୍ରସିଦ୍ଧ ନୃତ୍ୟଶିଳ୍ପୀ କଳ୍ପନା ବ୍ୟାସଙ୍କୁ ଚାଦୋତରା ଦୁର୍ଗା ପୂଜା କମିଟିର ସମ୍ମାନ   (23-Oct-2026)       ||      *ସୁବର୍ଣ୍ଣପୁର ଐତିହାସିକ ପ୍ରସିଦ୍ଧ ମହାବଳୀ ଯାତ୍ରା ସଂପନ୍ନ*   (22-Oct-2026)       ||      ଟିଟିଲାଗଡ ହାଟପଦାପଡ଼ା ତରଫରୁ ୧୪ ତମ ରାବଣ ପୋଡି ମହୋତ୍ସବ♦️ ବିଜେପି ବିଧାୟକ ନବିନ ଜୈନ ପୂର୍ବତନ ମନ୍ତ୍ରୀ ଶ୍ରୀମତି ଟୁକୁନି ସାହୁଙ୍କୁ ଦେଲେ ଜବାବ    (22-Oct-2026)       ||      *ସୋନପୁର ବ୍ଲକ ଛକ ଦୁର୍ଗା ପୂଜା ରାବଣ ପୋଡ଼ି ଉତ୍ସବ ରେ ଅଗଣିତ ଦର୍ଶକ*-   (22-Oct-2026)       ||      ମହାଦେବପାଳି ଦୁର୍ଗାପୂଜା,ରାବଣ ବଧ ସହ ରାବଣରାଜ ଉଦଯାପିତ   (21-Oct-2026)       ||      ମା’ ସୁରେଶ୍ୱରୀଙ୍କ ମହାଲକ୍ଷ୍ମୀ ବେଶ   (21-Oct-2026)       ||      ସମଲେଇପୂଜା ଅବସରରେ ଯାଦବ ସମାଜର ବନ୍ଧୁ ମିଳନ   (21-Oct-2026)       ||      କଣ୍ଟାମାଳରେ ଜମୁଛି ଶାରଦୀୟ ଦୁର୍ଗାପୂଜାର ଆସର♦️ ଆକର୍ଷଣୀୟ ତୋରଣ ଓ ରଙ୍ଗିନ ଆଲୋକମାଳାରେ ଝଲସୁଛି ଅଞ୍ଚଳ   (21-Oct-2026)       ||      *ଡାବୁଗାଁ ଦୁର୍ଗାପୂଜାରେ ଶତାଧିକ ଭକ୍ତଙ୍କ ସମାଗମରେ ସମ୍ପନ୍ନ ହେଲା ପୂର୍ଣ୍ଣାହୁତି*   (21-Oct-2026)       ||      *ଜିଲ୍ଲା ପୋଲିସ ପକ୍ଷରୁ ୬୬ ତମ ଶହୀଦ ସ୍ମୃତି ଦିବସ ପାଳିତ*   (21-Oct-2026)       ||     

HOME   ଜିଲ୍ଲା

ନୂଆପଡ଼ା ଜିଲ୍ଲା ବୋଡ଼େନ ବ୍ଲକର କର୍ଲାକୋଟ ଠାରେ ପ୍ରବାସୀ ଶ୍ରମିକ ସଚେତନତା ଶିବିର

24-Jun-2025



ନୁଆପଡ଼ା(ପରମେଶ୍ଵର ମେହେର): ନୂଆପଡ଼ା ଜିଲ୍ଲା ବୋଡ଼େନ ବ୍ଲକ୍ ର କର୍ଲାକୋଟ ପଞ୍ଚାୟତର ସେହି ଗାଁରେ ପ୍ରବାସୀ ଶ୍ରମିକ ସଚେତନତା ଶିବିର, ଝିଅ ପାଇଁ ଗଛଟିଏ, ଗର୍ଭସ୍ଥ ଶିଶୁ ପାଇଁ ଦିନଟିଏ ଓ ପକ୍ଷୀ ପାଇଁ ଦିନଟିଏ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇ ଯାଇଛି l ଏଥି ପାଇଁ  ଜିଲ୍ଲାପାଳ ମଧୁସୂଦନ ଦାଶ ଓ ଅନ୍ୟାନ୍ୟ ସମସ୍ତ ଜିଲ୍ଲାସ୍ତରୀୟ ଅଧିକାରୀ ଗାଁରେ ପହଞ୍ଚିଥିଲେ। ମୁଖ୍ୟ ଅତିଥି ଜିଲ୍ଲାପାଳଙ୍କ ସହିତ ଡି ଏଫ୍ ଓ ଅଜିଜ ଖାନ,ଜିଲ୍ଲା ଉନ୍ନୟନ ଅଧିକାରୀ ଲମ୍ବୋଦର ଧରୁଆ, ଉପ ଜିଲ୍ଲାପାଳ ଯୋଗେନ୍ଦ୍ର ମାଝୀ,ବିଡ଼ିଓ ସୁଶାନ୍ତ କୁମାର ରଣା, ତହସିଲଦାର ଅନସୁୟା ବାଗ୍ ଦେବି, କର୍ଲାକୋଟ ସରପଞ୍ଚ ମଙ୍ଗଲ  ସିଂଦଲ ଓ ସମିତି ସଭ୍ୟା  ମିନାକ୍ଷୀ ମାଝୀ ପ୍ରମୁଖ ଅତିଥି ଭାବରେ ଯୋଗ ଦେଇଥିଲେ। ଆଜିର ଏହି ନିଆରା କାର୍ଯ୍ୟକ୍ରମ ପାଇଁ କର୍ଲାକୋଟ ଗାଁ ଆନନ୍ଦ ମୁଖର ହୋଇଉଠି ଥିଲା l ନୃତ୍ୟଗୀତ ମାଧ୍ୟମରେ ଗ୍ରାମବାସୀ ଅତିଥି ମାନଙ୍କୁ ସ୍ଵାଗତ କରିଥିଲେ l ଡିଏଫ୍ଓ ଙ୍କ ଉଦ୍ୟମରେ ପକ୍ଷୀ ପାଇଁ ଦିନଟିଏ କାର୍ଯ୍ୟକ୍ରମରେ ସ୍ଥାନୀୟ ହାଇସ୍କୁଲରେ ପକ୍ଷୀ ମାନଙ୍କ ପାଇଁ ଜଳ, ଖାଦ୍ୟ ଏବଂ ବସା ଯୋଗାଇ ଦିଆଯାଇଥିଲା l ଝିଅ ପାଇଁ ଗଛଟିଏ ଓ ଗର୍ଭସ୍ଥ ଶିଶୁ ପାଇଁ ଦିନଟିଏ କାର୍ଯ୍ୟକ୍ରମରେ ଗାଁର ନବଜାତକ ଶିଶୁ କନ୍ୟା ମେଘା ବାଘ ଓ ତାର ପିତାମାତା ଙ୍କୁ ସମାରୋହରେ  ଜିଲ୍ଲାପାଳ ଉପହାର ଓ ବୃକ୍ଷରୋପଣ ପାଇଁ ଚାରା ପ୍ରଦାନ କରିଥିଲେ। ନବଜାତକକୁ କୋଳରେ ଧରି ତାର ଉଜ୍ଜ୍ବଳ ଭବିଷ୍ୟତ କାମନା କରିଥିଲେ।  ଗର୍ଭସ୍ଥ ଶିଶୁ ପାଇଁ ଦିନଟିଏ କାର୍ଯ୍ୟକ୍ରମରେ ଗାଁର ଦୁଇ ଜଣ ଗର୍ଭବତୀ ମହିଳାଙ୍କୁ ଏହି ସମାରୋହରେ ଅତିଥିମାନେ ଫଳମୂଳ, ପନିପରିବା, ପୃଷ୍ଟିକର ଖାଦ୍ୟ ଏବଂ ବିଭିନ୍ନ ଉପହାର ଭେଟି ଦେଇଥିଲେ l ଜିଲ୍ଲାପାଳ ଏମାନଙ୍କ ପରିବାର ଲୋକଙ୍କୁ  ଗର୍ଭବତୀ ମାନଙ୍କ ସମୁଚିତ ଯତ୍ନ ନେବା ପାଇଁ ପରାମର୍ଶ ଦେଇଥିଲେ। ଏହାପରେ ଶ୍ରମିକ ସଚେତନତା ଶିବିରରେ ଅତିଥି ମାନେ ଗାଁବାସୀ ମାନଙ୍କୁ ମନରେଗା ଯୋଜନାରେ କାମ କରିବା ସହିତ ସରକାରଙ୍କ ବିଭିନ୍ନ ଜନକଲ୍ୟାଣକାରୀ ଯୋଜନାର ଲାଭ ଉଠାଇବା ପାଇଁ ଆହ୍ଵାନ ଦେଇଥିଲେ l  ବିଭିନ୍ନ ବିଭାଗର ଜିଲ୍ଲାସ୍ତରୀୟ ଅଧିକାରୀ ମାନେ ଯୋଗଦେଇ ନିଜ ନିଜ ବିଭାଗର କଲ୍ୟାଣତକାରୀ ଯୋଜନା ସମ୍ବନ୍ଧରେ ଜନସାଧାରଣଙ୍କୁ ବୁଝାଇଥିଲେ lସମସ୍ତଙ୍କୁ  ସମ୍ବୋଧନ କରି ଜିଲ୍ଲାପାଳ କହିଲେ ଯେ  ଗାଁର କୌଣସି ବି ପୁରୁଷ କିମ୍ବା ମହିଳା ଭୁଲ୍ ରେ ବି ପ୍ରବାସୀ ଶ୍ରମିକ ହିସାବରେ ଅନ୍ୟ ରାଜ୍ୟକୁ ଯାଆନ୍ତୁ ନାହିଁ l ନିଜ ଗାଁମାଟିରେ ରହି ମନରେଗା ଯୋଜନାରେ କାମ କରି ସବୁ ଶ୍ରମିକ ପରିବାର ଲକ୍ଷପତି ହୁଅନ୍ତୁ l ଚାଷୀ ଭାଇଭଉଣୀ ମାନେ ଉନ୍ନତ ପ୍ରଣାଳୀରେ ଚାଷ କରନ୍ତୁ l ଜାଗା ନାହିଁ ଯାହାର, ଛତୁ ଚାଷ ତାହାର l ଏସବୁ କରିବା ପାଇଁ ଜିଲ୍ଲା ପ୍ରଶାସନ ଆବଶ୍ୟକ ସୁବିଧା ସୁଯୋଗ ଯୋଗାଇ ଦେବେ l ଯେଉଁମାନେ ଏ ବର୍ଷ ଦାଦନ ଯାଇଛନ୍ତି, ସେମାନେ ଆଉଥରେ ନ ଯିବା ପାଇଁ ସଂକଳ୍ପ ନିଅନ୍ତୁ l ଏହି ପଞ୍ଚାୟତରୁ ୬୮ଜଣ ଲକ୍ଷପତି ଦିଦି ବାହାରି ଥିବାରୁ ଜିଲ୍ଲାପାଳ ଧନ୍ୟବାଦ ଅର୍ପଣ କରିଥିଲେ l ଆମେ ସମସ୍ତେ ମିଶି  କର୍ଲାକୋଟ ପଞ୍ଚାୟତକୁ ପ୍ରବାସୀ ଶ୍ରମିକ ଓ ପ୍ଲାଷ୍ଟିକ୍ ମୁକ୍ତ କରି ପାରିବା ବୋଲି କହିଥିଲେ l ମନରେଗା ଯୋଜନାରେ୨୦୦ଦିନରୁ ଅଧିକ ଦିନ ଶ୍ରମଦାନ କରିଥିବାରୁ  ଦୁଇ ଜଣ ଶ୍ରମିକଙ୍କୁ ସଭାରେ ସମ୍ମାନିତ କରାଯାଇଥିଲା lକାର୍ଯ୍ୟକ୍ରମକୁ ଜିଲ୍ଲା ମୁଖ୍ଯ ଉନ୍ନୟନ ଅଧିକାରୀ ଲମ୍ବୋଦର ଧରୁଆ ପରିଚାଳନା କରିଥିଲେ l ଶେଷରେ ସ୍ଥାନୀୟ ସରପଞ୍ଚ ଧନ୍ୟବାଦ ଅର୍ପଣ କରିଥିଲେ l ସମାରୋହକୁ ବୋଡ଼େନ ବିଡ଼ିଓ, ଜିଲ୍ଲା ସମାଜ ମଙ୍ଗଳ ଅଧିକାରୀ ନମିତା ପାଢୀ, ବୋଡ଼େନ ସିଡିପିଓ ଅର୍ଚ୍ଚନା ରାଉତ, ସରପଞ୍ଚ, ବ୍ଲକ ଏବଂ ପଞ୍ଚାୟତ କର୍ମଚାରୀ ପ୍ରମୁଖ ଆୟୋଜନ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଅବସରପ୍ରାପ୍ତ ଶିକ୍ଷୟିତ୍ରୀ ସୁଶ୍ରୀ ପଦ୍ମିନୀପ୍ରଭା ସାଗରଙ୍କ ପରଲୋକ   24-Oct-2026
  ଜିଲ୍ଲା  
କଣ୍ଟାବାଞ୍ଜି ୱାର୍ଡ ନଂ-୧୫ରେ ଦୋକାନରୁ ଚୋରି, ସିଟ୍ କଭର ସିଲେଇ ମେସିନ୍ ଲୁଟ୍   24-Oct-2026
  ଜିଲ୍ଲା  
ଲୋଇସିଂହା ନିର୍ବାଚନ ମଣ୍ଡଳୀରେ ସାମଗ୍ରିକ ବିକାଶ ଓ ଗମନଗମନର ସୁବିଧା ପାଇଁ ବିଭିନ୍ନ ଜନହିତକର ପ୍ରକଳ୍ପର ଉଦଘାଟନ କଲେ ଗ୍ରାମ୍ୟ ଉନ୍ନୟନ ଓ ପଞ୍ଚାୟତିରାଜ ମନ୍ତ୍ରୀ   23-Oct-2026
  ଜିଲ୍ଲା  
ଲୋଇସିଂହା ରେ ୫୬ତମ ଦୁର୍ଗାପୂଜା ଉଦଯାପିତ   23-Oct-2026
  ଜିଲ୍ଲା  
ହଜାର ହଜାର ଭକ୍ତ ଙ୍କ ମେଲରେ ମେଲାଣି ନେଲେ ମା ଦୁର୍ଗା   23-Oct-2026
  ଜିଲ୍ଲା  
ଆର୍ଥିକ ଅନ୍ତର୍ଭୁକ୍ତୀକରଣ ନେଇ ସଚେତନତା ଶିବିର   23-Oct-2026
  ଜିଲ୍ଲା  
ବିର୍ଷାମୁଣ୍ଡା ଆଦିବାସୀ କଲ୍ୟାଣ ମଣ୍ଡପ ଉଦଘାଟିତ   23-Oct-2026
  ରାଜ୍ୟ  
ହାତୀ ଆକ୍ରମଣରେ ମୃତକଙ୍କ ପରିବାରକୁ ୨୦ ଲକ୍ଷ ସହାୟତା ଦିଆଯାଉ: କ୍ଷତିଗ୍ରସ୍ତ ପରିବାରକୁ ପକ୍କା ଘର ପ୍ରଦାନ ପାଇଁ ନିରଞ୍ଜନ ବିଶିଙ୍କ ଦାବି   23-Oct-2026
  ଜିଲ୍ଲା  
ଷ୍ଟେଟ୍ ୟୁନିଅନ୍ ଅଫ୍ ଜର୍ଣ୍ଣାଲିଷ୍ଟ୍, ବଲାଙ୍ଗୀର ଶାଖାର ବୈଠକ   23-Oct-2026
  ଜିଲ୍ଲା  
ଜିଲ୍ଲା ସ୍ତରୀୟ ଶିଶୁ ମହୋତ୍ସବ "ଉତ୍ସାହ ୨୦୨୬ ଅନୁଷ୍ଠିତ" ।   23-Oct-2026
  ଜିଲ୍ଲା  
ପଶ୍ଚିମ ଓଡ଼ିଶାର ପ୍ରସିଦ୍ଧ ନୃତ୍ୟଶିଳ୍ପୀ କଳ୍ପନା ବ୍ୟାସଙ୍କୁ ଚାଦୋତରା ଦୁର୍ଗା ପୂଜା କମିଟିର ସମ୍ମାନ   23-Oct-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଐତିହାସିକ ପ୍ରସିଦ୍ଧ ମହାବଳୀ ଯାତ୍ରା ସଂପନ୍ନ*   22-Oct-2026

You Might Also Like