-+91-9937148622 |

prerana_bgr@rediffmail.com |

  Monday 19th October 2026 |

| | | |

R.N.I. Regd No. ODIODI/2010/46693

Breaking News

From Dussehra to Kumar Purnima: The Divine Continuum of Shakti, Prosperity and Knowledge in Odisha   (19-Oct-2026)       ||      ବଲାଙ୍ଗିର ନାଗରିକ କମିଟୀ ର କାର୍ଯ୍ୟକାରୀ କମିଟୀ ବୈଠକ♦️ ଲୋୟର ସୁକତେଲରୁ କେନାଲ ଯୋଗେ ଜଳସେଚନ ପାଇଁ ଦାବୀ   (19-Oct-2026)       ||      ଅତାବିରା ସାପ୍ତାହିକ ବଜାର ରେ ମାଁ ଜଗତଜନନୀଙ୍କ ପୂଜା,,,, ଲୋକକଳା ଓ ମନ୍ତ୍ରଧ୍ୱନିରେ କମ୍ପିଲା ୫୩ ନମ୍ବର ଜାତୀୟ ରାଜପଥ   (18-Oct-2026)       ||      ପଦଯାତ୍ରା ସଫଳ ନେଇ ବିନିକା ବିଜେଡିର ପ୍ରସ୍ତୁତି   (18-Oct-2026)       ||      ପାଣ୍ଡରାରେ ଜମୁଛି ଶାରଦୀୟ ଦୁର୍ଗାପୂଜାର ଆସର♦️ ଆକର୍ଷଣୀୟ ତୋରଣ ଓ ରଙ୍ଗିନ ଆଲୋକମାଳାରେ ଝଲସୁଛି ଅଞ୍ଚଳ   (18-Oct-2026)       ||      ଟିଟିଲାଗଡ ସ୍ୱାଧୀନପଡ଼ାର ୬୪ତମ ଦୁର୍ଗା ପୂଜା    (18-Oct-2026)       ||      ଦେବୀ ମାହେଶ୍ୱରୀଙ୍କ ସ୍ନାନ ଯାତ୍ରା(କଳାହାଣ୍ଡିର ଘୁମୁରା ବାଦ୍ୟ ଓ କୁକିଆର ବାଡ଼ି ଖେଳରେ ଫୁଲମୁଠୀ ଗ୍ରାମ ପ୍ରକମ୍ବିତ)   (18-Oct-2026)       ||      କେନ୍ଦ୍ରୀୟ ରଜକ ସେବା ସଂଘ ଦ୍ଵାରା ନୂତନ ରାଜ୍ୟପାଳ ଙ୍କୁ ଭୁବନେଶ୍ବର ରାଜଭବନରେ ଭବ୍ୟ ସ୍ଵାଗତ ସମ୍ବର୍ଦ୍ଧନା    (18-Oct-2026)       ||      ବ୍ରଜମୋହନ ରାମ ଓଡ଼ିଶାର ରାଜ୍ୟପାଳ ଭାବେ ଶପଥ ଗ୍ରହଣ କଲେ   (18-Oct-2026)       ||      ବଲାଙ୍ଗୀର ଦିନ୍ ଆୟୋଜକ କମିଟିର ସାମ୍ବାଦିକ ସମ୍ବିଳନୀ.. ୨୪ରୁ ୩୦ ତାରିଖ ପର୍ଯ୍ୟନ୍ତ ବିଭିନ୍ନ କାର୍ଯ୍ୟକ୍ରମ   (18-Oct-2026)       ||      *ବ୍ରାହ୍ମଣଙ୍କୁ ଅଶାଳୀନ ମନ୍ତବ୍ୟ* *ଶିକ୍ଷକ ଅରବିନ୍ଦ ରଣାଙ୍କୁ ତୁରନ୍ତ ଗିରଫ ଦାବୀରେ ଏସପି ଙ୍କୁ ସ୍ମାରକ ପତ୍ର ପ୍ରଦାନ*   (18-Oct-2026)       ||      *ସୋନପୁର ବ୍ଲକ ଛକ ଦୁର୍ଗା ପୂଜା ପାଇଁ ସାମ୍ୱାଦିକ ସମ୍ମିଳନୀ*- *ଏବର୍ଷ ପୂଜା ର ବଜେଟ ୨୭ଲକ୍ଷ*   (18-Oct-2026)       ||      ଭାଇ ଜିଉଁତିଆ: ଭାଇ-ଭଉଣୀର ପବିତ୍ର ବନ୍ଧନର ପର୍ବ   (18-Oct-2026)       ||      ନିଜ ପଦ ପର୍ଯ୍ୟାଦା ର ଗାରିମା ରଖନ୍ତୁ ନବ ନିଯୁକ୍ତ ରାଜ୍ୟପାଳ   (18-Oct-2026)       ||      ସୁବର୍ଣ୍ଣପୁରରେ ତିନି ଦେବୀଙ୍କ ମହାଗୌରୀ ବେଶ ପବିତ୍ରତା ଓ ଶାନ୍ତିର ଦିବ୍ୟ ସ୍ୱରୂପ   (18-Oct-2026)       ||      ବିଜୟପଲ୍ଲୀ ଶ୍ରୀ ଜଗନ୍ନାଥ ସଂସ୍କୃତ ମହାବିଦ୍ୟାଳୟରେ ଏବିଭିପିର ବିପୁଳ ବିଜୟ   (18-Oct-2026)       ||      କଣ୍ଟାବାଞ୍ଜି ସହରରେ ପୁଣି ଭାଲୁ ଆତଙ୍କ♦️ ଭାଲୁ ଆକ୍ରମଣରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ   (18-Oct-2026)       ||      କଣ୍ଟାବାଞ୍ଜି ସହରରେ ପୁଣି ଭାଲୁ ଆତଙ୍କ। ଭାଲୁ ଆକ୍ରମଣରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ    (18-Oct-2026)       ||      ଦୋଳ ଗୋବିନ୍ଦ ଦେଓଙ୍କ ଦେହାନ୍ତ   (18-Oct-2026)       ||      ଗଣିତ ଗବେଷଣା କ୍ଷେତ୍ରରେ ବଡ଼ ସଫଳତା: ଇଣ୍ଡିଆଜ୍ ୟଙ୍ଗ ସାଇଣ୍ଟିଷ୍ଟ ଆୱାର୍ଡରେ ସମ୍ମାନିତ ହେଲେ ଟିଟିଲାଗଡର ଏକତା ମିଶ୍ର   (18-Oct-2026)       ||     

HOME   ଜିଲ୍ଲା

ନୋଏଡ଼ାର ସାଲାରପୁର ଜଗନ୍ନାଥ ମନ୍ଦିରରେ ମହାସମାରୋହରେ ରଥଯାତ୍ରା ପାଳନ

27-Jun-2025



ନୋଏଡ଼ା:  ନୋଏଡ଼ାର ୧୦୧ ସେକ୍ଟର ସ୍ଥିତ ସାଲାରପୁର ଜଗନ୍ନାଥ ମନ୍ଦିରରେ ମହାସମାରୋହରେ ୨୪ତମ ରଥଯାତ୍ରା ଉତ୍ସବ ପାଳନ କରାଯାଇଛି। ଏହି ପବିତ୍ର ପାର୍ବଣ ଉପଲକ୍ଷେ ସମଗ୍ର ମନ୍ଦିର ପରିସରକୁ ସୁନ୍ଦର ଭାବରେ ସଜାଯାଇଥିବା ଦେଖାଯାଇଥିଲା। ବଢ଼ି ଭୋରରୁ ଚାରି ଦିଅଁଙ୍କ ମଙ୍ଗଳ ଆଳତି କରାଯିବା ପରେ ସ୍ୱତନ୍ତ୍ର ପୂଜାର୍ଚ୍ଚନା ଏବଂ ନୀତିକାନ୍ତି ବିଧି ମୁତାବକ ସମ୍ପନ୍ନ କରାଯାଇଥିଲା।ଏହି ଅବସରରେ ମନ୍ଦିରର ମୁଖ୍ୟ ପୃଷ୍ଠପୋଷକ ସୁରେନ୍ଦ୍ର ନାଥ ସାହୁ ତାଙ୍କ ପରିବାର ସଦସ୍ୟଙ୍କ ସହ ଉପସ୍ଥିତ ଥିଲେ।  ଏଠାରେ ଅପରାହ୍ନ ୨: ୩୦ ସମୟରେ ଚାରି ଠାକୁରଙ୍କର ଧାଡ଼ି ପହଣ୍ଡି ଆରମ୍ଭ ହୋଇଥିଲା।ପ୍ରଥମେ ପ୍ରଭୁ ସୁଦର୍ଶନ, ତା'ପରେ ବଡ଼ଭାଇ ବଳଭଦ୍ର, ପରେପରେ ଦେବୀ ସୁଭଦ୍ରା ଓ ସବାଶେଷରେ ଜଗତରନାଥ ଜଗନ୍ନାଥଙ୍କୁ ସାହି ରୋଷଣୀ କରାଯାଇ ମନ୍ଦିର ସମ୍ମୁଖସ୍ଥ ଦଣ୍ଡାୟମାନ ସୁନ୍ଦର, ସୁରମ୍ୟ ଓ ସୁସଜ୍ଜିତ ରଥ ଉପରକୁ ନିଆଯାଇଥିଲା। ଉପସ୍ଥିତ ଦର୍ଶକମାନଙ୍କ ଦ୍ୱାରା ଘଣ୍ଟ, ଶଙ୍ଖ, କରତାଳ, ମର୍ଦ୍ଦଳ, ଝାଞ୍ଜ ଓ ମୃଦଙ୍ଗ ବାଜଣାର ଗହଗହ ନାଦ ତଥା ହରିବୋଲ, ହୁଳହୁଳି, ଜୟ ଜଗନ୍ନାଥ ଧ୍ୱନିରେ ଗଗନ ପବନ ପ୍ରକମ୍ପିତ ହୋଇ ଉଠିଥିଲା। ଉପସ୍ଥିତ ପ୍ରାୟ ଦଶ ହଜାର ଦର୍ଶକଙ୍କ ମଧ୍ଯରେ ଘୋଷଯାତ୍ରାକୁ କେନ୍ଦ୍ର କରି ପ୍ରବଳ ଆନନ୍ଦ, ଅପୂର୍ବ ଉଲ୍ଲାସ, ଅଜସ୍ର ଉତ୍ସାହ ଓ ଅଦମ୍ୟ ଉଦ୍ଦୀପନା ଦୃଷ୍ଟିଗୋଚର ହୋଇଥିଲା।

ମନ୍ଦିର ପରିଚାଳନା କମିଟି ଶ୍ରୀ ଜଗନ୍ନାଥ ସେବା ଟ୍ରଷ୍ଟର ସମ୍ପାଦକ ମୃତ୍ୟୁଞ୍ଜୟ ସାମନ୍ତରାୟଙ୍କ ତତ୍ତ୍ଵାବଧାନରେ ଶାନ୍ତି ଶୃଙ୍ଖଳା ରକ୍ଷା ଓ ଭିଡ଼କୁ ନିୟନ୍ତ୍ରଣ କରାଯିବା ପାଇଁ ବ୍ୟବସ୍ଥା କରାଯାଇଥିଲା। ଏଠାରେ ମୁଖ୍ୟ ଅତିଥି ଭାବରେ ବିଶିଷ୍ଟ ସମାଜସେବୀ ଏବଂ ବରିଷ୍ଠ ଚାଟାର୍ଡ ଏକାଉଣ୍ଟଟାଣ୍ଟ ଡଃ ମନୋରଞ୍ଜନ ମହାନ୍ତି ଯୋଗ ଦେଇଥିଲେ। ମନ୍ଦିର ତରଫରୁ ରାଜା ଭାବରେ ମନୋନୀତ ରଶ୍ମିକାନ୍ତ ନାୟକ ରଥ ସମ୍ମୁଖରେ ଛେରା ପହଁରା କାର୍ଯ୍ୟ ସମାପନ କରିଥିଲେ।। ଅନ୍ୟାନ୍ୟ ବରେଣ୍ୟ ଅତିଥିମାନଙ୍କ ମଧ୍ଯରେ ନୋଏଡ଼ାର ବିଧାୟକ ପଙ୍କଜ ସିଂହ ଏବଂ ବିଜେପି ନେତା ପ୍ରମୋଦ ଭଲ ପ୍ରମୁଖ ଉପସ୍ଥିତ ଥିଲେ।                        ଅପରାହ୍ନ ଚାରିଟା ବେଳେ ରଥ ଟଣା ଆରମ୍ଭ ହୋଇଥିଲା।ରଙ୍ଗାରଙ୍ଗ ରଥ ଉପରେ ରାଜକୀୟ ଠାଣିରେ ଚାରି ଠାକୁରଙ୍କ ବିରାଜମାନର  ଦୃଶ୍ୟ ଅଲୌକିକ ଥିଲା।ରଥଟିକୁ ସାଲାରପୁର ଗ୍ରାମ ରାସ୍ତା ଦେଇ  ଅଢ଼େଇ କିଲୋମିଟର ଦୂର ସାଇବାବା କଲୋନୀ ସ୍ଥିତ ଶିବ ସାଇ ମନ୍ଦିରକୁ ନିଆ ଯାଇଥିଲା।  ରାସ୍ତାର ଦୁଇ ପାର୍ଶ୍ୱରେ ଭକ୍ତମାନେ ରଥ ଉପରେ ଚତୁର୍ଦ୍ଧାମୂର୍ତ୍ତିଙ୍କ ଦର୍ଶନ, ଠାକୁରମାନଙ୍କ ଉପରେ ପୁଷ୍ପବର୍ଷଣ ଏବଂ  ରଥବାଡରେ ନଡ଼ିଆ ଭାଙ୍ଗି ନିଜକୁ ଧନ୍ୟ ମନେ କରୁଥିବା ଓ ଭକ୍ତିଭାବରେ ଅଭିଭୂତ ହେଉଥିବା ଦେଖା ଯାଇଥିଲା l ସନ୍ଧ୍ୟା କାଳରେ ରଥ ଶିବ ସାଇ ମନ୍ଦିର ସାମନାରେ ପହଞ୍ଚିବା ପରେ ଚାରି ଠାକୁରଙ୍କୁ ରୋଷଣୀ କରାଯାଇ ମନ୍ଦିର ଭିତରକୁ ନେଇ ସେଠାରେ ଆସୀନ କରାଯାଇଥିଲା। ଦିଅଁମାନେ ଆସନ୍ତା ନଅ ଦିନ ପର୍ଯ୍ୟନ୍ତ ଶିବ ସାଇ ମନ୍ଦିର ମଧ୍ୟରେ ପୂଜା ପାଇବା ସାଙ୍ଗକୁ ସର୍ବସାଧାରଣଙ୍କୁ ଦର୍ଶନ ଦେବେ ବୋଲି ଜଣାଯାଇଛି । ଆସନ୍ତା ଜୁଲାଇ ପାଞ୍ଚ ତାରିଖରେ ବାହୁଡ଼ା ଯାତ୍ରା ଅନୁଷ୍ଠିତ ହୋଇ

ଠାକୁରମାନେ ଶିବ ସାଇ ମନ୍ଦିରରୁ  ସାଲାରପୁର ମନ୍ଦିରକୁ ପ୍ରତ୍ୟାବର୍ତ୍ତନ କରିବେ ବୋଲି ଜଣାଯାଇଛି।

ଚଳିତ ବର୍ଷର ରଥଯାତ୍ରା ଉତ୍ସବକୁ ସଫଳତାର ସହିତ ଆୟୋଜନ କରିବାରେ ଶ୍ରୀ ଜଗନ୍ନାଥ ସେବା ଟ୍ରଷ୍ଟର ସୁଦକ୍ଷ ସଙ୍ଗଠକ ବୃନ୍ଦ ଯଥା ସଭାପତି ଅତନୁ କୁମାର, ସମ୍ପାଦକ ମୃତ୍ୟୁଞ୍ଜୟ ସାମନ୍ତରାୟ, କୋଷାଧ୍ୟକ୍ଷ ମାନସ ରଞ୍ଜନ ନାୟକ ଓ ସଦସ୍ୟ ମଣ୍ଡଳୀ ଯଥା:- ରାମ ମହାନ୍ତି, ଅସିତ କୁମାର ପତି, ସୁକାନ୍ତ ମହାନ୍ତି, ରମାକାନ୍ତ ନାୟକ, ପବିତ୍ର କୁମାର ମିଶ୍ର, ସମରେନ୍ଦ୍ର ଜେନା, ଜୟପ୍ରକାଶ ମହାପାତ୍ର, ସଞ୍ଜୟ ପାଢ଼ୀ, ଦୀପକ ଦାଶ,  ଜିତେନ୍ଦ୍ର ଶତପଥୀ, ତତାବର ତ୍ରିପାଠୀ ଓ ଅଶୋକ ସାହୁ ପ୍ରମୁଖ ଉଲ୍ଲେଖଯୋଗ୍ୟ ଭୂମିକା ନିର୍ବାହ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
From Dussehra to Kumar Purnima: The Divine Continuum of Shakti, Prosperity and Knowledge in Odisha   19-Oct-2026
  ଜିଲ୍ଲା  
ବଲାଙ୍ଗିର ନାଗରିକ କମିଟୀ ର କାର୍ଯ୍ୟକାରୀ କମିଟୀ ବୈଠକ♦️ ଲୋୟର ସୁକତେଲରୁ କେନାଲ ଯୋଗେ ଜଳସେଚନ ପାଇଁ ଦାବୀ   19-Oct-2026
  ଜିଲ୍ଲା  
ଅତାବିରା ସାପ୍ତାହିକ ବଜାର ରେ ମାଁ ଜଗତଜନନୀଙ୍କ ପୂଜା,,,, ଲୋକକଳା ଓ ମନ୍ତ୍ରଧ୍ୱନିରେ କମ୍ପିଲା ୫୩ ନମ୍ବର ଜାତୀୟ ରାଜପଥ   18-Oct-2026
  ଜିଲ୍ଲା  
ପଦଯାତ୍ରା ସଫଳ ନେଇ ବିନିକା ବିଜେଡିର ପ୍ରସ୍ତୁତି   18-Oct-2026
  ମହାନଗର  
ପାଣ୍ଡରାରେ ଜମୁଛି ଶାରଦୀୟ ଦୁର୍ଗାପୂଜାର ଆସର♦️ ଆକର୍ଷଣୀୟ ତୋରଣ ଓ ରଙ୍ଗିନ ଆଲୋକମାଳାରେ ଝଲସୁଛି ଅଞ୍ଚଳ   18-Oct-2026
  ଜିଲ୍ଲା  
ଟିଟିଲାଗଡ ସ୍ୱାଧୀନପଡ଼ାର ୬୪ତମ ଦୁର୍ଗା ପୂଜା   18-Oct-2026
  ଜିଲ୍ଲା  
ଦେବୀ ମାହେଶ୍ୱରୀଙ୍କ ସ୍ନାନ ଯାତ୍ରା(କଳାହାଣ୍ଡିର ଘୁମୁରା ବାଦ୍ୟ ଓ କୁକିଆର ବାଡ଼ି ଖେଳରେ ଫୁଲମୁଠୀ ଗ୍ରାମ ପ୍ରକମ୍ବିତ)   18-Oct-2026
  ଜିଲ୍ଲା  
କେନ୍ଦ୍ରୀୟ ରଜକ ସେବା ସଂଘ ଦ୍ଵାରା ନୂତନ ରାଜ୍ୟପାଳ ଙ୍କୁ ଭୁବନେଶ୍ବର ରାଜଭବନରେ ଭବ୍ୟ ସ୍ଵାଗତ ସମ୍ବର୍ଦ୍ଧନା   18-Oct-2026
  ଜିଲ୍ଲା  
ବ୍ରଜମୋହନ ରାମ ଓଡ଼ିଶାର ରାଜ୍ୟପାଳ ଭାବେ ଶପଥ ଗ୍ରହଣ କଲେ   18-Oct-2026
  ଜିଲ୍ଲା  
ବଲାଙ୍ଗୀର ଦିନ୍ ଆୟୋଜକ କମିଟିର ସାମ୍ବାଦିକ ସମ୍ବିଳନୀ.. ୨୪ରୁ ୩୦ ତାରିଖ ପର୍ଯ୍ୟନ୍ତ ବିଭିନ୍ନ କାର୍ଯ୍ୟକ୍ରମ   18-Oct-2026
  ଜିଲ୍ଲା  
*ବ୍ରାହ୍ମଣଙ୍କୁ ଅଶାଳୀନ ମନ୍ତବ୍ୟ* *ଶିକ୍ଷକ ଅରବିନ୍ଦ ରଣାଙ୍କୁ ତୁରନ୍ତ ଗିରଫ ଦାବୀରେ ଏସପି ଙ୍କୁ ସ୍ମାରକ ପତ୍ର ପ୍ରଦାନ*   18-Oct-2026
  ଜିଲ୍ଲା  
*ସୋନପୁର ବ୍ଲକ ଛକ ଦୁର୍ଗା ପୂଜା ପାଇଁ ସାମ୍ୱାଦିକ ସମ୍ମିଳନୀ*- *ଏବର୍ଷ ପୂଜା ର ବଜେଟ ୨୭ଲକ୍ଷ*   18-Oct-2026

You Might Also Like