-+91-9937148622 |

prerana_bgr@rediffmail.com |

  Monday 19th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଅତାବିରା ସାପ୍ତାହିକ ବଜାର ରେ ମାଁ ଜଗତଜନନୀଙ୍କ ପୂଜା,,,, ଲୋକକଳା ଓ ମନ୍ତ୍ରଧ୍ୱନିରେ କମ୍ପିଲା ୫୩ ନମ୍ବର ଜାତୀୟ ରାଜପଥ   (18-Oct-2026)       ||      ପଦଯାତ୍ରା ସଫଳ ନେଇ ବିନିକା ବିଜେଡିର ପ୍ରସ୍ତୁତି   (18-Oct-2026)       ||      ପାଣ୍ଡରାରେ ଜମୁଛି ଶାରଦୀୟ ଦୁର୍ଗାପୂଜାର ଆସର♦️ ଆକର୍ଷଣୀୟ ତୋରଣ ଓ ରଙ୍ଗିନ ଆଲୋକମାଳାରେ ଝଲସୁଛି ଅଞ୍ଚଳ   (18-Oct-2026)       ||      ଟିଟିଲାଗଡ ସ୍ୱାଧୀନପଡ଼ାର ୬୪ତମ ଦୁର୍ଗା ପୂଜା    (18-Oct-2026)       ||      ଦେବୀ ମାହେଶ୍ୱରୀଙ୍କ ସ୍ନାନ ଯାତ୍ରା(କଳାହାଣ୍ଡିର ଘୁମୁରା ବାଦ୍ୟ ଓ କୁକିଆର ବାଡ଼ି ଖେଳରେ ଫୁଲମୁଠୀ ଗ୍ରାମ ପ୍ରକମ୍ବିତ)   (18-Oct-2026)       ||      କେନ୍ଦ୍ରୀୟ ରଜକ ସେବା ସଂଘ ଦ୍ଵାରା ନୂତନ ରାଜ୍ୟପାଳ ଙ୍କୁ ଭୁବନେଶ୍ବର ରାଜଭବନରେ ଭବ୍ୟ ସ୍ଵାଗତ ସମ୍ବର୍ଦ୍ଧନା    (18-Oct-2026)       ||      ବ୍ରଜମୋହନ ରାମ ଓଡ଼ିଶାର ରାଜ୍ୟପାଳ ଭାବେ ଶପଥ ଗ୍ରହଣ କଲେ   (18-Oct-2026)       ||      ବଲାଙ୍ଗୀର ଦିନ୍ ଆୟୋଜକ କମିଟିର ସାମ୍ବାଦିକ ସମ୍ବିଳନୀ.. ୨୪ରୁ ୩୦ ତାରିଖ ପର୍ଯ୍ୟନ୍ତ ବିଭିନ୍ନ କାର୍ଯ୍ୟକ୍ରମ   (18-Oct-2026)       ||      *ବ୍ରାହ୍ମଣଙ୍କୁ ଅଶାଳୀନ ମନ୍ତବ୍ୟ* *ଶିକ୍ଷକ ଅରବିନ୍ଦ ରଣାଙ୍କୁ ତୁରନ୍ତ ଗିରଫ ଦାବୀରେ ଏସପି ଙ୍କୁ ସ୍ମାରକ ପତ୍ର ପ୍ରଦାନ*   (18-Oct-2026)       ||      *ସୋନପୁର ବ୍ଲକ ଛକ ଦୁର୍ଗା ପୂଜା ପାଇଁ ସାମ୍ୱାଦିକ ସମ୍ମିଳନୀ*- *ଏବର୍ଷ ପୂଜା ର ବଜେଟ ୨୭ଲକ୍ଷ*   (18-Oct-2026)       ||      ଭାଇ ଜିଉଁତିଆ: ଭାଇ-ଭଉଣୀର ପବିତ୍ର ବନ୍ଧନର ପର୍ବ   (18-Oct-2026)       ||      ନିଜ ପଦ ପର୍ଯ୍ୟାଦା ର ଗାରିମା ରଖନ୍ତୁ ନବ ନିଯୁକ୍ତ ରାଜ୍ୟପାଳ   (18-Oct-2026)       ||      ସୁବର୍ଣ୍ଣପୁରରେ ତିନି ଦେବୀଙ୍କ ମହାଗୌରୀ ବେଶ ପବିତ୍ରତା ଓ ଶାନ୍ତିର ଦିବ୍ୟ ସ୍ୱରୂପ   (18-Oct-2026)       ||      ବିଜୟପଲ୍ଲୀ ଶ୍ରୀ ଜଗନ୍ନାଥ ସଂସ୍କୃତ ମହାବିଦ୍ୟାଳୟରେ ଏବିଭିପିର ବିପୁଳ ବିଜୟ   (18-Oct-2026)       ||      କଣ୍ଟାବାଞ୍ଜି ସହରରେ ପୁଣି ଭାଲୁ ଆତଙ୍କ♦️ ଭାଲୁ ଆକ୍ରମଣରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ   (18-Oct-2026)       ||      କଣ୍ଟାବାଞ୍ଜି ସହରରେ ପୁଣି ଭାଲୁ ଆତଙ୍କ। ଭାଲୁ ଆକ୍ରମଣରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ    (18-Oct-2026)       ||      ଦୋଳ ଗୋବିନ୍ଦ ଦେଓଙ୍କ ଦେହାନ୍ତ   (18-Oct-2026)       ||      ଗଣିତ ଗବେଷଣା କ୍ଷେତ୍ରରେ ବଡ଼ ସଫଳତା: ଇଣ୍ଡିଆଜ୍ ୟଙ୍ଗ ସାଇଣ୍ଟିଷ୍ଟ ଆୱାର୍ଡରେ ସମ୍ମାନିତ ହେଲେ ଟିଟିଲାଗଡର ଏକତା ମିଶ୍ର   (18-Oct-2026)       ||      *ଡାବୁଗାଁରେ ଆରମ୍ଭ ହେଲା ଦୁର୍ଗା ପୂଜା*   (18-Oct-2026)       ||      ଗଣିତ ଗବେଷଣା    (17-Oct-2026)       ||     

HOME   ଜିଲ୍ଲା

ରାୟପୁର ଜଗନ୍ନାଥ ମନ୍ଦିରରେ ମହାସମାରୋହରେ ରଥଯାତ୍ରା ଆୟୋଜନ

28-Jun-2025



ରାୟପୁର(ପ୍ରେରଣା ଖବର): ଏଠାକାର ଗାୟତ୍ରୀ ନଗରସ୍ଥିତ ଛତିଶଗଡ଼ର ସର୍ବବୃହତ ଜଗନ୍ନାଥ ମନ୍ଦିରଠାରେ ରଥଯାତ୍ରା ଉତ୍ସବ ମହାସମାରୋହରେ ପାଳନ କରାଯାଇଛି। ମନ୍ଦିରରେ ବଢି ଭୋରରୁ  ବିଶେଷ ଅଭିଷେକ, ପୂଜାର୍ଚ୍ଚନା ଏବଂ ହୋମ ଯଜ୍ଞ ଆଦି କରାଯିବା ପରେ ଦିଅଁମାନଙ୍କୁ ରକ୍ତ ଚନ୍ଦନ, କେଶର, ଗୋଚରଣ, କସ୍ତୁରୀ ଏବଂ କର୍ପୁର ଦ୍ୱାରା ସ୍ନାନ କରାଯାଇ ଗଜାମୁଗ ଭୋଗ ଅର୍ପଣ କରାଯାଇଥିଲା।ଚଳିତ ବର୍ଷ ଏଠାରେ ରାୟପୁର ଓ ଏହାର ଆଖପାଖ ଇଲାକାରୁ ଆସିଥିବା ଲକ୍ଷାଧିକ ଓଡ଼ିଆ ଓ ଅଣ ଓଡ଼ିଆ ଭକ୍ତମାନଙ୍କର ସମାଗମ ଘଟିଥିବା ଦେଖାଯାଇଥିଲା। ଭକ୍ତ ଓ ଭଗବାନଙ୍କର ମହାମିଳନର ଏହି

ମହାନ ପର୍ବକୁ କେନ୍ଦ୍ରକରି ଶ୍ରଦ୍ଧାଳୁମାନଙ୍କ ମଧ୍ୟରେ ପ୍ରବଳ ଆନନ୍ଦ, ଅପୂର୍ବ ଉଲ୍ଲାସ, ଅଜସ୍ର ଉତ୍ସାହ ଓ ଅଦମ୍ୟ  ଭରି ଯାଇଥିଲା l ଦିନ ୧୧ ଟା୪୫ ମିନିଟ ସମୟରେ ମନ୍ଦିର ସାମନାର ବଡ଼ଦାଣ୍ଡରେ ଦଣ୍ଡାୟମାନ ତିନୋଟି ରଙ୍ଗାରଙ୍ଗ ରଥ ଉପରକୁ ଠାକୁର ମାନଙ୍କର ପହଣ୍ଡି ବିଜେ ଆରମ୍ଭ କରାଯାଇଥିଲା। ପ୍ରଥମେ ପ୍ରଭୁ ସୁଦର୍ଶନ, ତାପରେ ବଡ଼ଭାଇ ବଳଭଦ୍ର ,ପରେ ପରେ ଦେବୀ ଶୁଭଦ୍ରା ଓ ସବାଶେଷରେ ଜଗତର ନାଥ ଶ୍ରୀ ଜଗନ୍ନାଥଙ୍କୁ ସାହି ରୋଷଣୀ କରାଯାଇ ରଥ ଉପରକୁ ନିଆ ଯାଇଥିଲା। ଉପସ୍ଥିତ ସେବାୟତ ଓ ଦର୍ଶକ ମାନଙ୍କ ଦ୍ୱାରା ଶଙ୍ଖ, ଘଣ୍ଟ, କର୍ତାଳ, ଝାଞ୍ଜ ଓ ମୃଦଙ୍ଗ ବାଜଣାର ଗହ ଗହ ନାଦ,ହରିବୋଲ ,ହୁଳହୁଳି ଓ ଜୟ ଜଗନ୍ନାଥ ଧ୍ୱନୀରେ ସମଗ୍ର ଗଗନ ପବନ ପ୍ରକମ୍ପିତ ହୋଇଉଠିଥିଲା। ମନ୍ଦିର ପରିଚାଳନା କମିଟି ଶ୍ରୀ ଜଗନ୍ନାଥ ମନ୍ଦିର ସେବା ସମିତିର ସଭାପତି ପୁରନ୍ଦର ମିଶ୍ର ଙ୍କର ତତ୍ୱାବଧାନରେ ସ୍ବେଚ୍ଛାସେବକମାନଙ୍କ ଦ୍ଵାରା ଶାନ୍ତି ଶୃଙ୍ଖଳା ରକ୍ଷା ଏବଂ ବ୍ୟାପକ ମାତ୍ରାରେ ପ୍ରସାଦ ବଣ୍ଟନର ବ୍ୟବସ୍ଥା କରାଯାଇଥିଲା
                                               
ଏଠାରେ ମୁଖ୍ୟ ଅତିଥି ଭାବରେ ଯୋଗ ଦେଇ ଛତିଶଗଡ଼ର ରାଜ୍ୟପାଳ ରମେନ ଡେକା ରଥ ଗୁଡିକ ସାମ୍ନାରେ ଛେରାପହଁରା କାର୍ଯ୍ୟ ସମ୍ପନ୍ନ କରିଥିଲେ । ମୁଖ୍ୟମନ୍ତ୍ରୀ ବିଷ୍ଣୁଦେବ ସାଏ ତାଙ୍କୁ ସହଯୋଗ କରିଥିଲେ । ଅନ୍ୟାନ୍ୟ ବିଶିଷ୍ଟ ଅତିଥିମାନଙ୍କ ମଧ୍ଯରେ ରାଜ୍ୟପାଳଙ୍କ ସହଧର୍ମିଣୀ ରାଣୀ ଡେକା କାକୋତି, ରାଜ୍ୟ ରାଜସ୍ୱ ମନ୍ତ୍ରୀ ଟଙ୍କରାମ ବର୍ମା, ପୂର୍ବତନ ମନ୍ତ୍ରୀ ତଥା ସାଂସଦ ବ୍ରିଜମୋହନ ଅଗ୍ରୱାଲ, ମୁଖ୍ୟମନ୍ତ୍ରୀଙ୍କ କନ୍ୟା ସ୍ମୃତିସାଇ, ବିଧାୟକ ଗୁରୁ ଖୁସୱନ୍ତ ସାହାବ, ଧରମ ଲାଲ କୌଶିକ, ମୋତିଲାଲ ସାହୁ ଏବଂ ରାଜ୍ୟ ନାଗରିକ ଆପୂର୍ତ୍ତୀ ନିଗମ ଅଧ୍ୟକ୍ଷ ସଞ୍ଜୟ ଶ୍ରୀବାସ୍ତବ ପ୍ରମୁଖ ଉପସ୍ଥିତ ଥିଲେ। ଅପରାହ୍ନ ୩ଟା ସମୟରେ ତିନି ରଥ ଟଣା ପ୍ରକ୍ରିୟା ଆରମ୍ଭ ହୋଇଥିଲା।ସୁନ୍ଦର ସୁଶୋଭିତ ରଥଗୁଡିକୁ ଗାୟତ୍ରୀ ନଗରରୁ ଟଣାଯାଇ ଏକ କିଲୋମିଟର ଦୂରବର୍ତ୍ତୀ ବି .ଟି. ଆଇ ମଇଦାନକୁ ନିଆଯାଇ ଶଙ୍କର ନଗର ଥାନା ରାସ୍ତା ଦେଇ ପୁଣି ମନ୍ଦିର ବେଢାକୁ ଫେରାଇ ଅଣାଯାଇଥିଲା। ରାସ୍ତାର ଦୁଇ ପାର୍ଶ୍ଵରେ ମହଜୁଦ ଥିବା ଭକ୍ତମାନେ ରଥ ଉପରେ ଚତୁର୍ଦ୍ଧା ମୂର୍ତ୍ତିଙ୍କର ଦିବ୍ୟ ଦର୍ଶନ ଲାଭ କରି କୃତ କୃତ୍ୟ ଏବଂ ଭାବ

ବିହ୍ଵଳ ହେଉଥିବାର ଦୃଶ୍ୟ ଅନୁପମ ଥିଲା।ସନ୍ଧ୍ୟା ୬.୩୦ମିନିଟ ସମୟରେ ଠାକୁରମାନଙ୍କୁ ତିନିରଥ ଉପରକୁ ପୁଣି ପହଣ୍ଡି କରାଯାଇ ମନ୍ଦିର ବେସମେଣ୍ଟରେ ଥିବା ମାଉସୀ ମା’ ଘରକୁ ନିଆ ଯାଇଥିଲା। ସେଠାରେ ଥିବା ସ୍ୱତନ୍ତ୍ର ସିଂହାସନରେ ଆସୀନ ହୋଇ ଚାରି ଦିଅଁ ଆସନ୍ତା ଜୁଲାଇ ୫ ତାରିଖର ବାହୁଡାଯାତ୍ରା ପର୍ଯ୍ୟନ୍ତ ସର୍ବସାଧାରଣଙ୍କୁ ଦର୍ଶନ ଦେବେ ବୋଲି ଜଣାଯାଇଛି।                                

ସମଗ୍ର ଆୟୋଜନକୁ ସୁଚାରୁରୂପେ ସମ୍ପନ୍ନ କରିବାରେ ମନ୍ଦିର ପରିଚାଳନା କମିଟିର ସଂରକ୍ଷକ ବୃନ୍ଦ ଯଥା ସଭାପତି ପୁରନ୍ଦର ମିଶ୍ର, ସଦସ୍ୟ ମନ୍ମଥ କୁମାର ରାଉତ, ସୁବ୍ରତ ସାହୁ, ସୁବାସ ଅଗ୍ରୱାଲ, ଗୋପାଳ ଅଗ୍ରୱାଲ, ଦ୍ଵାରିକାଧୀଶ ମିଶ୍ର,ଗୁଣନିଧି ମିଶ୍ର,ଅଶୋକ ଦୁବେ, ଲଳିତ ପ୍ରଧାନ ଓ ପ୍ରକାଶ ଦାସ ପ୍ରମୁଖଙ୍କର ଭୂମିକା ଉଲ୍ଲେଖଯୋଗ୍ୟ ଥିଲା।ଚଳିତ ଥର ରଥଯାତ୍ରାର ସଫଳତା ପାଇଁ ରାୟପୁର ନଗର ଉତ୍ତର ନିର୍ବାଚନ ମଣ୍ଡଳୀର ସମସ୍ତ ଭାଜପା ନେତା, କାର୍ଯ୍ୟକର୍ତ୍ତା ଓ କର୍ପୋରେଟର ବିଶେଷ କରି ଯୁବ ଓ ମହିଳା ସମ୍ପ୍ରଦାୟ ସବୁ ପ୍ରକାର   ସାହାଯ୍ୟ ସହଯୋଗ ଯୋଗାଇ ଦେଇଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଅତାବିରା ସାପ୍ତାହିକ ବଜାର ରେ ମାଁ ଜଗତଜନନୀଙ୍କ ପୂଜା,,,, ଲୋକକଳା ଓ ମନ୍ତ୍ରଧ୍ୱନିରେ କମ୍ପିଲା ୫୩ ନମ୍ବର ଜାତୀୟ ରାଜପଥ   18-Oct-2026
  ଜିଲ୍ଲା  
ପଦଯାତ୍ରା ସଫଳ ନେଇ ବିନିକା ବିଜେଡିର ପ୍ରସ୍ତୁତି   18-Oct-2026
  ମହାନଗର  
ପାଣ୍ଡରାରେ ଜମୁଛି ଶାରଦୀୟ ଦୁର୍ଗାପୂଜାର ଆସର♦️ ଆକର୍ଷଣୀୟ ତୋରଣ ଓ ରଙ୍ଗିନ ଆଲୋକମାଳାରେ ଝଲସୁଛି ଅଞ୍ଚଳ   18-Oct-2026
  ଜିଲ୍ଲା  
ଟିଟିଲାଗଡ ସ୍ୱାଧୀନପଡ଼ାର ୬୪ତମ ଦୁର୍ଗା ପୂଜା   18-Oct-2026
  ଜିଲ୍ଲା  
ଦେବୀ ମାହେଶ୍ୱରୀଙ୍କ ସ୍ନାନ ଯାତ୍ରା(କଳାହାଣ୍ଡିର ଘୁମୁରା ବାଦ୍ୟ ଓ କୁକିଆର ବାଡ଼ି ଖେଳରେ ଫୁଲମୁଠୀ ଗ୍ରାମ ପ୍ରକମ୍ବିତ)   18-Oct-2026
  ଜିଲ୍ଲା  
କେନ୍ଦ୍ରୀୟ ରଜକ ସେବା ସଂଘ ଦ୍ଵାରା ନୂତନ ରାଜ୍ୟପାଳ ଙ୍କୁ ଭୁବନେଶ୍ବର ରାଜଭବନରେ ଭବ୍ୟ ସ୍ଵାଗତ ସମ୍ବର୍ଦ୍ଧନା   18-Oct-2026
  ଜିଲ୍ଲା  
ବ୍ରଜମୋହନ ରାମ ଓଡ଼ିଶାର ରାଜ୍ୟପାଳ ଭାବେ ଶପଥ ଗ୍ରହଣ କଲେ   18-Oct-2026
  ଜିଲ୍ଲା  
ବଲାଙ୍ଗୀର ଦିନ୍ ଆୟୋଜକ କମିଟିର ସାମ୍ବାଦିକ ସମ୍ବିଳନୀ.. ୨୪ରୁ ୩୦ ତାରିଖ ପର୍ଯ୍ୟନ୍ତ ବିଭିନ୍ନ କାର୍ଯ୍ୟକ୍ରମ   18-Oct-2026
  ଜିଲ୍ଲା  
*ବ୍ରାହ୍ମଣଙ୍କୁ ଅଶାଳୀନ ମନ୍ତବ୍ୟ* *ଶିକ୍ଷକ ଅରବିନ୍ଦ ରଣାଙ୍କୁ ତୁରନ୍ତ ଗିରଫ ଦାବୀରେ ଏସପି ଙ୍କୁ ସ୍ମାରକ ପତ୍ର ପ୍ରଦାନ*   18-Oct-2026
  ଜିଲ୍ଲା  
*ସୋନପୁର ବ୍ଲକ ଛକ ଦୁର୍ଗା ପୂଜା ପାଇଁ ସାମ୍ୱାଦିକ ସମ୍ମିଳନୀ*- *ଏବର୍ଷ ପୂଜା ର ବଜେଟ ୨୭ଲକ୍ଷ*   18-Oct-2026
  ଜିଲ୍ଲା  
ଭାଇ ଜିଉଁତିଆ: ଭାଇ-ଭଉଣୀର ପବିତ୍ର ବନ୍ଧନର ପର୍ବ   18-Oct-2026
  ରାଜ୍ୟ  
ନିଜ ପଦ ପର୍ଯ୍ୟାଦା ର ଗାରିମା ରଖନ୍ତୁ ନବ ନିଯୁକ୍ତ ରାଜ୍ୟପାଳ   18-Oct-2026

You Might Also Like