-+91-9937148622 |

prerana_bgr@rediffmail.com |

  Monday 19th October 2026 |

| | | |

R.N.I. Regd No. ODIODI/2010/46693

Breaking News

ବଲାଙ୍ଗିର ନାଗରିକ କମିଟୀ ର କାର୍ଯ୍ୟକାରୀ କମିଟୀ ବୈଠକ♦️ ଲୋୟର ସୁକତେଲରୁ କେନାଲ ଯୋଗେ ଜଳସେଚନ ପାଇଁ ଦାବୀ   (19-Oct-2026)       ||      ଅତାବିରା ସାପ୍ତାହିକ ବଜାର ରେ ମାଁ ଜଗତଜନନୀଙ୍କ ପୂଜା,,,, ଲୋକକଳା ଓ ମନ୍ତ୍ରଧ୍ୱନିରେ କମ୍ପିଲା ୫୩ ନମ୍ବର ଜାତୀୟ ରାଜପଥ   (18-Oct-2026)       ||      ପଦଯାତ୍ରା ସଫଳ ନେଇ ବିନିକା ବିଜେଡିର ପ୍ରସ୍ତୁତି   (18-Oct-2026)       ||      ପାଣ୍ଡରାରେ ଜମୁଛି ଶାରଦୀୟ ଦୁର୍ଗାପୂଜାର ଆସର♦️ ଆକର୍ଷଣୀୟ ତୋରଣ ଓ ରଙ୍ଗିନ ଆଲୋକମାଳାରେ ଝଲସୁଛି ଅଞ୍ଚଳ   (18-Oct-2026)       ||      ଟିଟିଲାଗଡ ସ୍ୱାଧୀନପଡ଼ାର ୬୪ତମ ଦୁର୍ଗା ପୂଜା    (18-Oct-2026)       ||      ଦେବୀ ମାହେଶ୍ୱରୀଙ୍କ ସ୍ନାନ ଯାତ୍ରା(କଳାହାଣ୍ଡିର ଘୁମୁରା ବାଦ୍ୟ ଓ କୁକିଆର ବାଡ଼ି ଖେଳରେ ଫୁଲମୁଠୀ ଗ୍ରାମ ପ୍ରକମ୍ବିତ)   (18-Oct-2026)       ||      କେନ୍ଦ୍ରୀୟ ରଜକ ସେବା ସଂଘ ଦ୍ଵାରା ନୂତନ ରାଜ୍ୟପାଳ ଙ୍କୁ ଭୁବନେଶ୍ବର ରାଜଭବନରେ ଭବ୍ୟ ସ୍ଵାଗତ ସମ୍ବର୍ଦ୍ଧନା    (18-Oct-2026)       ||      ବ୍ରଜମୋହନ ରାମ ଓଡ଼ିଶାର ରାଜ୍ୟପାଳ ଭାବେ ଶପଥ ଗ୍ରହଣ କଲେ   (18-Oct-2026)       ||      ବଲାଙ୍ଗୀର ଦିନ୍ ଆୟୋଜକ କମିଟିର ସାମ୍ବାଦିକ ସମ୍ବିଳନୀ.. ୨୪ରୁ ୩୦ ତାରିଖ ପର୍ଯ୍ୟନ୍ତ ବିଭିନ୍ନ କାର୍ଯ୍ୟକ୍ରମ   (18-Oct-2026)       ||      *ବ୍ରାହ୍ମଣଙ୍କୁ ଅଶାଳୀନ ମନ୍ତବ୍ୟ* *ଶିକ୍ଷକ ଅରବିନ୍ଦ ରଣାଙ୍କୁ ତୁରନ୍ତ ଗିରଫ ଦାବୀରେ ଏସପି ଙ୍କୁ ସ୍ମାରକ ପତ୍ର ପ୍ରଦାନ*   (18-Oct-2026)       ||      *ସୋନପୁର ବ୍ଲକ ଛକ ଦୁର୍ଗା ପୂଜା ପାଇଁ ସାମ୍ୱାଦିକ ସମ୍ମିଳନୀ*- *ଏବର୍ଷ ପୂଜା ର ବଜେଟ ୨୭ଲକ୍ଷ*   (18-Oct-2026)       ||      ଭାଇ ଜିଉଁତିଆ: ଭାଇ-ଭଉଣୀର ପବିତ୍ର ବନ୍ଧନର ପର୍ବ   (18-Oct-2026)       ||      ନିଜ ପଦ ପର୍ଯ୍ୟାଦା ର ଗାରିମା ରଖନ୍ତୁ ନବ ନିଯୁକ୍ତ ରାଜ୍ୟପାଳ   (18-Oct-2026)       ||      ସୁବର୍ଣ୍ଣପୁରରେ ତିନି ଦେବୀଙ୍କ ମହାଗୌରୀ ବେଶ ପବିତ୍ରତା ଓ ଶାନ୍ତିର ଦିବ୍ୟ ସ୍ୱରୂପ   (18-Oct-2026)       ||      ବିଜୟପଲ୍ଲୀ ଶ୍ରୀ ଜଗନ୍ନାଥ ସଂସ୍କୃତ ମହାବିଦ୍ୟାଳୟରେ ଏବିଭିପିର ବିପୁଳ ବିଜୟ   (18-Oct-2026)       ||      କଣ୍ଟାବାଞ୍ଜି ସହରରେ ପୁଣି ଭାଲୁ ଆତଙ୍କ♦️ ଭାଲୁ ଆକ୍ରମଣରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ   (18-Oct-2026)       ||      କଣ୍ଟାବାଞ୍ଜି ସହରରେ ପୁଣି ଭାଲୁ ଆତଙ୍କ। ଭାଲୁ ଆକ୍ରମଣରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ    (18-Oct-2026)       ||      ଦୋଳ ଗୋବିନ୍ଦ ଦେଓଙ୍କ ଦେହାନ୍ତ   (18-Oct-2026)       ||      ଗଣିତ ଗବେଷଣା କ୍ଷେତ୍ରରେ ବଡ଼ ସଫଳତା: ଇଣ୍ଡିଆଜ୍ ୟଙ୍ଗ ସାଇଣ୍ଟିଷ୍ଟ ଆୱାର୍ଡରେ ସମ୍ମାନିତ ହେଲେ ଟିଟିଲାଗଡର ଏକତା ମିଶ୍ର   (18-Oct-2026)       ||      *ଡାବୁଗାଁରେ ଆରମ୍ଭ ହେଲା ଦୁର୍ଗା ପୂଜା*   (18-Oct-2026)       ||     

HOME   ରାଜ୍ୟ

ବିଶାଖାପାଟଣା ଠାରେ ମହାସମାରୋହରେ ରଥଯାତ୍ରା ଆୟୋଜନ

28-Jun-2025



ବିଶାଖାପାଟଣା(ପ୍ରେରଣା ଖବର): ବିଶାଖାପାଟଣାର ଦଶପଲ୍ଲା ପାହାଡ଼ିରେ ଅବସ୍ଥିତ ଜଗନ୍ନାଥ ମନ୍ଦିରରେ ପବିତ୍ର ରଥଯାତ୍ରା ପର୍ବ ମହାସମାରୋହରେ ପାଲନ କରାଯାଇଛି। ମନ୍ଦିର ପରିଚାଳନା କମିଟି ଉତ୍କଳ ସାଂସ୍କୃତିକ ସମାଜ ଦ୍ୱାରା ଆୟୋଜିତ ଏହି ଭବ୍ୟ ମହୋତ୍ସବକୁ କେନ୍ଦ୍ର କରି ଭକ୍ତ ମାନଙ୍କ ମଧ୍ୟରେ ପ୍ରବଳ ଆନନ୍ଦ, ଉଲ୍ଲାସ, ଉତ୍ସାହ ଓ ଉଦ୍ଦୀପନା ପରିଲକ୍ଷିତ କରାଯାଇ ଥିଲା। ଏଠାରେ ବଢି ଭୋରରୁ ମୁଖ୍ୟ ମନ୍ଦିରରେ ଠାକୁର ମାନଙ୍କ ଯଥାରୀତି ପୂଜାର୍ଚ୍ଚନା ଅନୁଷ୍ଠିତ ହୋଇଥିଲା।ବିଶିଷ୍ଟ ସମାଜସେବୀ,ଓରିଶା ଷ୍ଟେଭେଡୋର୍ସ ଲିମିଟେଡର ଉପସଭାପତି ତଥା ଉତ୍କଳ ସାଂସ୍କୃତିକ ସମାଜର ସଭାପତି ଜିତେନ୍ଦ୍ର କୁମାର 

ନାୟକଙ୍କର ତତ୍ତ୍ଵାବଧାନରେ ଶାନ୍ତିଶୃଙ୍ଖଲା ରକ୍ଷା ଏବଂ ଭିଡ଼କୁ ନିୟନ୍ତ୍ରଣ କରାଯିବା ଦିଗରେ ବିଶେଷ ଧ୍ୟାନ ଦିଆଯାଇଥିଲା।ଅପରାହ୍ନ ୩.୩୦ବେଳେ ଚାରି ଠାକୁରଙ୍କର ପହଣ୍ଡିବିଜେ କରାଯାଇଥିଲା। ପ୍ରଥମେ ଠାକୁର ସୁଦର୍ଶନ, ତାପରେ ବଡ଼ଭାଇ ବଳଭଦ୍ର, ପରେ ପରେ ଦେବୀ ସୁଭଦ୍ରା ଓ ଶେଷରେ ଜଗତର ନାଥ ଶ୍ରୀ ଜଗନ୍ନାଥଙ୍କୁ ସାହି ରୋଷଣୀ କରାଯାଇ ମନ୍ଦିର ସମ୍ମୁଖସ୍ଥ ବଡ଼ଦାଣ୍ଡରେ ଦଣ୍ଡାୟମାନ ସୁନ୍ଦର ଓ ସୁସଜ୍ଜିତ ରଥ ଉପରକୁ ନିଆ ଯାଇଥିଲା। ଉପସ୍ଥିତ ସେବାୟତ ଓ ଶ୍ରଦ୍ଧାଳୁ ମାନଙ୍କ ଦ୍ୱାରା ଶଙ୍ଖ, ଘଣ୍ଟ, କର୍ତାଳ, ମରଦଳ, ଝାଞ୍ଜ ଓ ମୃଦଙ୍ଗ ବାଜଣାର ଗହ ଗହ ନାଦ ତଥା ହରିବୋଲ, ହୁଳହୁଳି ଓ ଜୟ ଜଗନ୍ନାଥ ଧ୍ୱନୀରେ ଗଗନ ପବନ ପ୍ରକମ୍ପିତ ହେବାର ଦୃଶ୍ୟ ଖୁବ ମର୍ମସ୍ପର୍ଶୀ ଥିଲା।ମନ୍ଦିର ପରିଚାଳନା କମିଟିର ସଭାପତି ଜୀତେନ୍ଦ୍ର କୁମାର ନାୟକ ପାରମ୍ପରିକ ଛେରା ପହଁରା ନୀତି ସମ୍ପନ୍ନ କରିଥିଲେ। ଅପରାହ୍ନ ୪ ଟା ସମୟରେ ରଥ ଟଣା ପ୍ରକ୍ରିୟା ଆରମ୍ଭ ହୋଇଥିଲା। ଏଠାରେ ଓଡ଼ିଆ ଓ ଅଣଓଡ଼ିଆ ପ୍ରାୟ ୫ ହଜାର ଦର୍ଶକ ଙ୍କର ସମାଗମ ହୋଇଥିଲା। ଭକ୍ତ ମାନେ ରଥଟିକୁ ଟାଣି ଟାଣି ୬ କିଲୋମିଟର ଦୂରବର୍ତ୍ତୀ ଲସନସ ବେ କଲୋନୀଠାରେ ଥିବା ମାଉସୀ ମା ମନ୍ଦିରକୁ ନେଇଥିଲେ।ରାସ୍ତାର ଦୁଇ ପାର୍ଶ୍ଵରେ ମହଜୁଦ ଥିବା ଭକ୍ତମାନେ ଚତୁର୍ଦ୍ଧା ମୂର୍ତ୍ତିଙ୍କ ଦିବ୍ୟ ଦର୍ଶନ ଲାଭ କରି କୃତକୃତ୍ୟ ମନେ କରୁଥିବା ଏବଂ ଭକ୍ତି ଭାବରେ ଅଭିଭୂତ ହେଉଥିବାର ଦୃଶ୍ୟ

ବେଶ ହୃଦୟସ୍ପର୍ଶୀ ଥିଲା।ସନ୍ଧ୍ୟା ୭ଟା ସୁଦ୍ଧା ଜୀଉ ମାନଙ୍କୁ ରଥରୁ ପୁଣି ପହଣ୍ଡି କରାଯାଇ ଗୁଣ୍ଡିଚା ମନ୍ଦିର ସ୍ଥିତ ସିଂହାସନ ରେ ବିରାଜମାନ କରାଯାଇଥିଲା। ଆସନ୍ତା ଜୁଲାଇ ୫ ତାରିଖ ବାହୁଡା ଯାତ୍ରା ପର୍ଯ୍ୟନ୍ତ ଠାକୁରମାନେ ଗୁଣ୍ଡିଚା ମନ୍ଦିରରେ ଭକ୍ତ ମାନଙ୍କୁ ଦର୍ଶନ ଦେବେ ବୋଲି ଜଣାଯାଇଛି। ଚଳିତ ବର୍ଷ ଘୋଷଯାତ୍ରାରେ ସ୍ଥାନୀୟ ମାରୱାଡ଼ି ଯୁବମଞ୍ଚ ଓ ପଞ୍ଜାବ ସଂଘ ସକ୍ରୀୟ ସହଯୋଗ ପ୍ରଦାନ କରିଥିଲେ। ସମଗ୍ର ଆୟୋଜନକୁ ସୁଚାରୁ ରୁପେ ସମ୍ପାଦନା କରିବାରେ ମନ୍ଦିର ପରିଚାଳନା କମିଟିର ସଭାପତି ଜୀତେନ୍ଦ୍ର କୁମାର ନାୟକ, ସାଧାରଣ ସମ୍ପାଦକ ବିମଳ କୁମାର ମହନ୍ତ, ଉପ-ସଭାପତି ଡ଼ଃ କରୁଣାକର ପାଢ଼ୀ, ଏସ.ଏନ. ସାହୁ ତଥା ସଦସ୍ୟ ବୃନ୍ଦ ବିଜୟ ମହାପାତ୍ର, ରାଜେନ୍ଦ୍ର ପ୍ରସାଦ ସାହୁ, ବନମାଳୀ ସାହୁ ଓ ଅରୁଣ ଦାସ ପ୍ରମୁଖ ମୁଖ୍ୟଭୂମିକା ଗ୍ରହଣ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବଲାଙ୍ଗିର ନାଗରିକ କମିଟୀ ର କାର୍ଯ୍ୟକାରୀ କମିଟୀ ବୈଠକ♦️ ଲୋୟର ସୁକତେଲରୁ କେନାଲ ଯୋଗେ ଜଳସେଚନ ପାଇଁ ଦାବୀ   19-Oct-2026
  ଜିଲ୍ଲା  
ଅତାବିରା ସାପ୍ତାହିକ ବଜାର ରେ ମାଁ ଜଗତଜନନୀଙ୍କ ପୂଜା,,,, ଲୋକକଳା ଓ ମନ୍ତ୍ରଧ୍ୱନିରେ କମ୍ପିଲା ୫୩ ନମ୍ବର ଜାତୀୟ ରାଜପଥ   18-Oct-2026
  ଜିଲ୍ଲା  
ପଦଯାତ୍ରା ସଫଳ ନେଇ ବିନିକା ବିଜେଡିର ପ୍ରସ୍ତୁତି   18-Oct-2026
  ମହାନଗର  
ପାଣ୍ଡରାରେ ଜମୁଛି ଶାରଦୀୟ ଦୁର୍ଗାପୂଜାର ଆସର♦️ ଆକର୍ଷଣୀୟ ତୋରଣ ଓ ରଙ୍ଗିନ ଆଲୋକମାଳାରେ ଝଲସୁଛି ଅଞ୍ଚଳ   18-Oct-2026
  ଜିଲ୍ଲା  
ଟିଟିଲାଗଡ ସ୍ୱାଧୀନପଡ଼ାର ୬୪ତମ ଦୁର୍ଗା ପୂଜା   18-Oct-2026
  ଜିଲ୍ଲା  
ଦେବୀ ମାହେଶ୍ୱରୀଙ୍କ ସ୍ନାନ ଯାତ୍ରା(କଳାହାଣ୍ଡିର ଘୁମୁରା ବାଦ୍ୟ ଓ କୁକିଆର ବାଡ଼ି ଖେଳରେ ଫୁଲମୁଠୀ ଗ୍ରାମ ପ୍ରକମ୍ବିତ)   18-Oct-2026
  ଜିଲ୍ଲା  
କେନ୍ଦ୍ରୀୟ ରଜକ ସେବା ସଂଘ ଦ୍ଵାରା ନୂତନ ରାଜ୍ୟପାଳ ଙ୍କୁ ଭୁବନେଶ୍ବର ରାଜଭବନରେ ଭବ୍ୟ ସ୍ଵାଗତ ସମ୍ବର୍ଦ୍ଧନା   18-Oct-2026
  ଜିଲ୍ଲା  
ବ୍ରଜମୋହନ ରାମ ଓଡ଼ିଶାର ରାଜ୍ୟପାଳ ଭାବେ ଶପଥ ଗ୍ରହଣ କଲେ   18-Oct-2026
  ଜିଲ୍ଲା  
ବଲାଙ୍ଗୀର ଦିନ୍ ଆୟୋଜକ କମିଟିର ସାମ୍ବାଦିକ ସମ୍ବିଳନୀ.. ୨୪ରୁ ୩୦ ତାରିଖ ପର୍ଯ୍ୟନ୍ତ ବିଭିନ୍ନ କାର୍ଯ୍ୟକ୍ରମ   18-Oct-2026
  ଜିଲ୍ଲା  
*ବ୍ରାହ୍ମଣଙ୍କୁ ଅଶାଳୀନ ମନ୍ତବ୍ୟ* *ଶିକ୍ଷକ ଅରବିନ୍ଦ ରଣାଙ୍କୁ ତୁରନ୍ତ ଗିରଫ ଦାବୀରେ ଏସପି ଙ୍କୁ ସ୍ମାରକ ପତ୍ର ପ୍ରଦାନ*   18-Oct-2026
  ଜିଲ୍ଲା  
*ସୋନପୁର ବ୍ଲକ ଛକ ଦୁର୍ଗା ପୂଜା ପାଇଁ ସାମ୍ୱାଦିକ ସମ୍ମିଳନୀ*- *ଏବର୍ଷ ପୂଜା ର ବଜେଟ ୨୭ଲକ୍ଷ*   18-Oct-2026
  ଜିଲ୍ଲା  
ଭାଇ ଜିଉଁତିଆ: ଭାଇ-ଭଉଣୀର ପବିତ୍ର ବନ୍ଧନର ପର୍ବ   18-Oct-2026

You Might Also Like