-+91-9937148622 |

prerana_bgr@rediffmail.com |

  Saturday 13th December 2025 |

| | | |

R.N.I. Regd No. ODIODI/2010/46693

Breaking News

ଲୁତୁରପଙ୍କ କ୍ରିକେଟ କପ୍ ର ଚଏସ ଲଳିଙ୍ଗ ଉତ୍ସବ   (13-Dec-2025)       ||      ତୋଷାଳୀ ବିଦ୍ୟାମନ୍ଦିରର ସପ୍ତମ ବାର୍ଷିକ କ୍ରୀଡା ଉତ୍ସବ   (13-Dec-2025)       ||      ବନବିଭାଗ ର ବଡ ସଫଳତା, ୪ ଟ୍ରାକ୍ଟର ଖଇର ଗଣ୍ଡି ଜବତ, ହେଲେ କାଠ ମାଫିଆ କିମ୍ବା ଗାଡି ଜବତ କରିବାରେ ବିଫଳ   (13-Dec-2025)       ||      ନୂଆପଡାରେ ଆପଣଙ୍କ ପୁଞ୍ଜି ଆପଣଙ୍କ ଅଧିକାର କାର୍ଯ୍ୟକ୍ରମ ଅନୁଷ୍ଠିତ   (13-Dec-2025)       ||      ସୋନପୂର ରେଡ କସ କ୍ୟାମ୍ପ: ସେବା ସୁସ୍ଥ ମାନବବାଦର ବାର୍ତ୍ତା ଦିଏ    (13-Dec-2025)       ||      ସୋନପୂର ରେଡ କସ କ୍ୟାମ୍ପ: ସେବା ସୁସ୍ଥ ମାନବବାଦର ବାର୍ତ୍ତା ଦିଏ    (13-Dec-2025)       ||      ଝାରସୁଗୁଡ଼ା: ଏସ୍. ୟୁ. ଜେ ର ଫେବୃଆରୀ ୧୧ ରାଜ୍ୟ ବାର୍ଷିକ ଉତ୍ସବର ରୂପରେଖ ସମ୍ପର୍କରେ ଆଲୋଚନା    (12-Dec-2025)       ||      ବାଲେଶ୍ୱର – ଜିଲ୍ଲାସ୍ତରୀୟ ଯୁବୋତ୍ସବ ଉଦଘାଟିତ   (12-Dec-2025)       ||      ବୁଢୀବଲଣ୍ଡl ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପୂର୍ବତନ ପ୍ରଧାନଶିକ୍ଷକଙ୍କୁ ଅର୍ଥ ତୋଷlରପାତ ମାମଲାରେ ୪ବର୍ଷ ଜେଲ ଦଣ୍ଡାଦେଶ   (12-Dec-2025)       ||      ଜିଲ୍ଲାସ୍ତରୀୟ ଯୁବୋତ୍ସବ ନିମନ୍ତେ ବିଭିନ୍ନ ପ୍ରତିଯୋଗିତା   (12-Dec-2025)       ||      *ନୂଆପଡ଼ା ଜିଲ୍ଲା ଯୋଙ୍କ ପୋଲିସ କୁ ବଡ ସଫଳତା, ୫୭ ଜଣ ଦାଦନ ଶ୍ରମିକ ମହିଳା,ଓ ନାବାଳକ ଙ୍କୁ ଉଦ୍ଧାର, ଜଣେ ଦଲାଲ ଗିରଫ*   (12-Dec-2025)       ||      କୃଷି ସମବାୟ ସମିତି ବୋଡ଼େନରେ ଧାନ ମଣ୍ଡି ଉଦଘାଟନ   (12-Dec-2025)       ||      ହିତାଧିକାରୀଙ୍କୁ ଅଧିକାରୀଙ୍କ ଜୁହାର,ଘର ସମ୍ପୂର୍ଣ୍ଣ କରିବାକୁ ଅନୁରୋଧ   (12-Dec-2025)       ||      ହଧାନର ମନ୍ଥରତାରୁ ସମାଧାନ ପାଇଁ ଅତାବିରା ଏନ୍ଏସି ସ୍ତରୀୟ ଚାଷୀଙ୍କ ବୈଠକ   (12-Dec-2025)       ||      *ଉପ ଜିଲ୍ଲାପାଳ ଓ ଡିଏସପି ଙ୍କୁ ସହର ବାସୀଙ୍କ ପକ୍ଷରୁ ସ୍ବାଗତ ସମ୍ବର୍ଧନା*-   (12-Dec-2025)       ||      *ଆସନ୍ତା କାଲି ଠୁ ସୁବର୍ଣ୍ଣପୁର ଡିଷ୍ଟ୍ରିକ୍ ଏନୁଏଲ ଏଥଲେଟିକ ମିଟ*   (12-Dec-2025)       ||      *ନବରଙ୍ଗପୁରରେ କ୍ଷତ୍ରିୟ ଧାକଡ ସମାଜ ପଦାଧିକାରୀ ବୈଠକ*   (12-Dec-2025)       ||      ମନମୁଣ୍ଡା ହାଇସ୍କୁଲର ବାର୍ଷିକ କ୍ରୀଡା ଉତ୍ସବ ଉଦଯାପିତ    (12-Dec-2025)       ||      ମଣ୍ଡଳସ୍ତରୀୟ କୁଇଜ୍ ପ୍ରତିଯୋଗିତା    (12-Dec-2025)       ||      ଅନ୍ତର୍ଜାତୀୟ ପ୍ରତିଯୋଗିତା ଓଡିଶା ମାଷ୍ଟର୍ସ ୨୦୨୫ ■ ସେମଫାଇନାଲ ଲାଇନ ଅପ ଚୂଡାନ୍ତ   (12-Dec-2025)       ||     

HOME   ରାଜ୍ୟ

ବିଶାଖାପାଟଣା ଜଗନ୍ନାଥ ମନ୍ଦିରରେ ବାହୁଡା଼ ଯାତ୍ରା ସମ୍ପନ୍ନ

05-Jul-2025



ବିଶାଖାପାଟଣା(ପ୍ରେରଣା ଖବର): ବିଶାଖାପାଟଣାଠାରେ ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କର ପବିତ୍ର ବାହୁଡା଼ ଯାତ୍ରା ପ୍ରବଳ ଆନନ୍ଦ, ଉତ୍ସାହ, ଉଲ୍ଲାସ ଓ ଉଦ୍ଦୀପନା ମଧ୍ୟରେ ଅନୁଷ୍ଠିତ ହୋଇଯାଇଛି। ଏହି ଉପଲକ୍ଷେ ଲସନସ ବେ କଲୋନୀସ୍ଥିତ ଶ୍ରୀ ଗୁଣ୍ଡିଚା ମନ୍ଦିରର ଆଡ଼ପ ମଣ୍ଡପ ଉପରେ ବିରାଜମାନ ଚତୁର୍ଦ୍ଧା ମୂର୍ତ୍ତିଙ୍କର ସାମ୍ନାରେ ସକାଳେ ସ୍ବତନ୍ତ୍ର ପୂଜାର୍ଚ୍ଚନା ସମ୍ପନ୍ନ କରାଯାଇଥିଲା। ଦିନ ୪ ଟା ବେଳେ ଚାରି ଠାକୁରଙ୍କୁ ବାଦ୍ୟ ଓ କୀର୍ତ୍ତନର ତାଳେ ତାଳେ ଧାଡ଼ି ପହଣ୍ଡି କରାଯାଇ ମନ୍ଦିର ସମ୍ମୁଖରେ ଦଣ୍ଡାୟମାନ ସୁନ୍ଦର, ସୁଶୋଭିତ ଓ ରଙ୍ଗବେରଙ୍ଗ କପଡ଼ାରେ ସୁସଜ୍ଜିତ ରଥ ଉପରକୁ ନିଆଯାଇଥିଲା। ଏହାପରେ ବିଶିଷ୍ଟ ସମାଜସେବୀ,ଓରିଶା ଷ୍ଟେଭେଡୋର୍ସ ଲିମିଟେଡର ଉପ-ସଭାପତି ତଥା ମନ୍ଦିର ପରିଚାଳନା କମିଟି ଉତ୍କଳ ସାଂସ୍କୃତିକ ସମାଜର ସଭାପତି ଜୀତେନ୍ଦ୍ର କୁମାର ନାୟକ ପାରମ୍ପରିକ ଛେରା ପହଁରା କାର୍ଯ୍ୟ କରିଥିଲେ। ସନ୍ଧ୍ୟା ପାଞ୍ଚଟା ବେଳେ ରଥ ଟଣାର ଶୁଭାରମ୍ଭ କରାଯାଇଥିଲା। ଉପସ୍ଥିତ ଭକ୍ତଙ୍କର ହରିବୋଲ, ହୁଳହୁଳି, ଜୟ ଜଗନ୍ନାଥ ଧ୍ବନି ଏବଂ ଶଙ୍ଖ, ଘଣ୍ଟ, କରତାଳ, ମର୍ଦ୍ଦଳ, ଝାଞ୍ଜ ଓ ମୃଦଙ୍ଗର ଗହ

ଗହ ନାଦ ତଥା ଭଜନ, କୀର୍ତ୍ତନର ମୃଦ୍ୟୁମନ୍ଦ ଆବାଜ ମଧ୍ୟରେ ବିଶାଖାପାଟଣାର ରାଜ ରାସ୍ତାରେ ରାଜକୀୟଠାଣିରେ ମହାପ୍ରଭୁଙ୍କର ରଥ ଗଡି ଗଡି ଚାଲିବାର ଦୃଶ୍ୟ ଅନନ୍ୟ ଓ ଅଭୁଲା ଥିଲା।ରଥଟିକୁ ଶାନ୍ତି ଆଶ୍ରମ, ଭୁଡ଼ା ପାର୍କ, ଏୟୁ ଗେଟ୍, ଭୁଡ଼ା ଚିଲେଡ୍ରେନସ ଆରେନା ଏବଂ ଆକାଶବାଣୀ ବାଟ ଦେଇ ଟଣା ଯାଇ ଦଶପଲ୍ଲା ପାହଡିରେ ଥିବା ମୁଖ୍ୟ ମନ୍ଦିରକୁ ରାତି ୮ ଟା ସୁଦ୍ଧା ଅଣା ଯାଇଥିଲା। ଏଠାରେ ଋଷି ଥିବା ମହାଲକ୍ଷ୍ମୀ ପୂର୍ବରୁ ପ୍ରସ୍ତୁତ ଥାଇ ବଡ଼ ଠାକୁରଙ୍କ ମନ୍ଦିର ପ୍ରବେଶକୁ ରୋକି ଥିଲେ। କାରଣ ତାଙ୍କୁ ରଥଯାତ୍ରାରେ ସାମିଲ କରାଯାଇନଥିଲା।

ଶ୍ରୀ ଜଗନ୍ନାଥ ଅବିଳମ୍ବେ ସୁସ୍ୱାଦୁ ରସଗୋଲା ପ୍ରଦାନ କରି ମାଆଙ୍କର ମାନଭଞ୍ଜନ କରିଥିଲେ। ମନ୍ଦିର ପ୍ରାଙ୍ଗଣରେ ଏହି ଉପାଖ୍ୟାନର ନାଟକୀୟ ରୂପକରଣ ମଞ୍ଚସ୍ଥ କରାଯାଇଥିଲା । ଏହା ପରେ ଦିଅଁ ମାନଙ୍କୁ ରୋଷଣୀ କରାଯାଇ ରଥ ଉପରୁ ମୁଖ୍ୟ ମନ୍ଦିରକୁ ନିଆଯାଇ ରତ୍ନ ସିଂହାସନରେ ଆସୀନ କରାଯାଇଥିଲା।

 ଚଳିତ ବର୍ଷ  ବାହୁଡ଼ା ଯାତ୍ରାରେ ସ୍ଥାନୀୟ ମାରୱାଡ଼ି ଯୁବମଞ୍ଚ ଓ ପଞ୍ଜାବ ସଂଘ ସକ୍ରୀୟ ସହଯୋଗ ପ୍ରଦାନ କରିଥିଲେ।ବାହୁଡ଼ା ଯାତ୍ରାର ସମଗ୍ର ଆୟୋଜନକୁ ସୁଚାରୁ ରୁପେ ସମ୍ପାଦନା କରିବାରେ ମନ୍ଦିର ପରିଚାଳନା କମିଟିର ସଭାପତି ଜୀତେନ୍ଦ୍ର କୁମାର ନାୟକ, ସାଧାରଣ ସମ୍ପାଦକ ବିମଳ କୁମାର ମହନ୍ତ, ଉପ-ସଭାପତି ଡ଼ଃ କରୁଣାକର ପାଢ଼ୀ, ଏସ.ଏନ. ସାହୁ ତଥା ସଦସ୍ୟ ବୃନ୍ଦ ବିଜୟ ମହାପାତ୍ର, ରାଜେନ୍ଦ୍ର ପ୍ରସାଦ ସାହୁ, ବନମାଳୀ ସାହୁ ଓ ଅରୁଣ ଦାସ ପ୍ରମୁଖ ମୁଖ୍ୟଭୂମିକା ଗ୍ରହଣ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଲୁତୁରପଙ୍କ କ୍ରିକେଟ କପ୍ ର ଚଏସ ଲଳିଙ୍ଗ ଉତ୍ସବ   13-Dec-2025
  ଜିଲ୍ଲା  
ତୋଷାଳୀ ବିଦ୍ୟାମନ୍ଦିରର ସପ୍ତମ ବାର୍ଷିକ କ୍ରୀଡା ଉତ୍ସବ   13-Dec-2025
  ଜିଲ୍ଲା  
ବନବିଭାଗ ର ବଡ ସଫଳତା, ୪ ଟ୍ରାକ୍ଟର ଖଇର ଗଣ୍ଡି ଜବତ, ହେଲେ କାଠ ମାଫିଆ କିମ୍ବା ଗାଡି ଜବତ କରିବାରେ ବିଫଳ   13-Dec-2025
  ଜିଲ୍ଲା  
ନୂଆପଡାରେ ଆପଣଙ୍କ ପୁଞ୍ଜି ଆପଣଙ୍କ ଅଧିକାର କାର୍ଯ୍ୟକ୍ରମ ଅନୁଷ୍ଠିତ   13-Dec-2025
  ଜିଲ୍ଲା  
ସୋନପୂର ରେଡ କସ କ୍ୟାମ୍ପ: ସେବା ସୁସ୍ଥ ମାନବବାଦର ବାର୍ତ୍ତା ଦିଏ   13-Dec-2025
  ଜିଲ୍ଲା  
ସୋନପୂର ରେଡ କସ କ୍ୟାମ୍ପ: ସେବା ସୁସ୍ଥ ମାନବବାଦର ବାର୍ତ୍ତା ଦିଏ   13-Dec-2025
  ଜିଲ୍ଲା  
ଝାରସୁଗୁଡ଼ା: ଏସ୍. ୟୁ. ଜେ ର ଫେବୃଆରୀ ୧୧ ରାଜ୍ୟ ବାର୍ଷିକ ଉତ୍ସବର ରୂପରେଖ ସମ୍ପର୍କରେ ଆଲୋଚନା   12-Dec-2025
  ଜିଲ୍ଲା  
ବାଲେଶ୍ୱର – ଜିଲ୍ଲାସ୍ତରୀୟ ଯୁବୋତ୍ସବ ଉଦଘାଟିତ   12-Dec-2025
  ଜିଲ୍ଲା  
ବୁଢୀବଲଣ୍ଡl ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପୂର୍ବତନ ପ୍ରଧାନଶିକ୍ଷକଙ୍କୁ ଅର୍ଥ ତୋଷlରପାତ ମାମଲାରେ ୪ବର୍ଷ ଜେଲ ଦଣ୍ଡାଦେଶ   12-Dec-2025
  ଜିଲ୍ଲା  
ଜିଲ୍ଲାସ୍ତରୀୟ ଯୁବୋତ୍ସବ ନିମନ୍ତେ ବିଭିନ୍ନ ପ୍ରତିଯୋଗିତା   12-Dec-2025
  ଜିଲ୍ଲା  
*ନୂଆପଡ଼ା ଜିଲ୍ଲା ଯୋଙ୍କ ପୋଲିସ କୁ ବଡ ସଫଳତା, ୫୭ ଜଣ ଦାଦନ ଶ୍ରମିକ ମହିଳା,ଓ ନାବାଳକ ଙ୍କୁ ଉଦ୍ଧାର, ଜଣେ ଦଲାଲ ଗିରଫ*   12-Dec-2025
  ଜିଲ୍ଲା  
କୃଷି ସମବାୟ ସମିତି ବୋଡ଼େନରେ ଧାନ ମଣ୍ଡି ଉଦଘାଟନ   12-Dec-2025

You Might Also Like