-+91-9937148622 |

prerana_bgr@rediffmail.com |

  Thursday 29th October 2026 |

| | | |

R.N.I. Regd No. ODIODI/2010/46693

Breaking News

ପିପି ଏକାଡେମୀ ରେ ସଙ୍ଗୀତ ଓ କଲେଜଛକ କଲ୍ୟାଣ ମଣ୍ଡପ ରେ ରଙ୍ଗୋଲି ଲି ପ୍ରତିଯୋଗିତା   (28-Oct-2026)       ||      ବାତ୍ୟା ‘ଅର୍ଣ୍ଣବ’ ମୁକାବିଲା କ୍ଷେତ୍ରରେ ଶୂନ୍ୟ ଜୀବନହାନି ଓ ଫସଲ କ୍ଷୟକ୍ଷତି ରୋକିବା ଉପରେ ରାଜ୍ୟପାଳଙ୍କ ଗୁରୁତ୍ୱାରୋପ   (28-Oct-2026)       ||      ସାହୁ ପରିବାର"ର ପ୍ରଥମ ସାଧାରଣ ଅଧିବେଶନ : ରମେଶ ଚନ୍ଦ୍ର ସାହୁ ସଭାପତି ଏବଂ ବିଶ୍ୱନାଥ ସାହୁ ସମ୍ପାଦକ   (28-Oct-2026)       ||      ସୁରକ୍ଷିତ ବଚପନ ଅଭିଯାନ ସଫଳ ନେଇ ସଚେତନତା   (28-Oct-2026)       ||      ଶୂନ୍ୟ ମୃତ୍ୟୁହାର ଲକ୍ଷ୍ୟରେ କନ୍ଧମାଳ ପ୍ରଶାସନର ବ୍ୟାପକ ପ୍ରସ୍ତୁତି :  ବାତ୍ୟା ମୁକାବିଲା ପାଇଁ ମନ୍ତ୍ରୀଙ୍କ ସମୀକ୍ଷା, ୧୯୮ ଗର୍ଭବତୀ ମହିଳା ମା’ ଗୃହକୁ ସ୍ଥାନାନ୍ତର   (28-Oct-2026)       ||      *ନବରଙ୍ଗପୁର କୋର୍ଟ ପରିସରରେ ସ୍ଥିତ ଅଭିଯୋଜନ କାର୍ଯ୍ୟାଳୟରେ ଦୁର୍ନୀତିମୁକ୍ତ ସମାଜ ନିମନ୍ତେ ଶପଥ କାର୍ଯ୍ୟକ୍ରମ ଅନୁଷ୍ଠିତ*   (28-Oct-2026)       ||      ସୁରକ୍ଷିତ ଶୈଶବ ଅଭିଯାନ ସଚେତନତା କାର୍ଯ୍ୟକ୍ରମ   (28-Oct-2026)       ||      ଡୁଙ୍ଗୁରିପାଲିରେ ବିଜେଡିର ଜନ ସଂପର୍କ ପଦଯାତ୍ରା: ଦମ ଦେଖାଇଲା ବିଜେଡି, ହଜାର ହଜାର ସଂଖ୍ୟାରେ କର୍ମୀଙ୍କ ସମାବେଶ    (28-Oct-2026)       ||      ସମଲେଇ ମନ୍ଦିରରେ ହୁଳହୁଲି ଓ ଶଙ୍ଖଫୁଙ୍କା ପ୍ରତିଯୋଗିତା♦️ ପିପି ଏକାଡେମୀରେ କବିତା ଆସର    (27-Oct-2026)       ||      ଅଲ୍ ଇଣ୍ଡିଆ ପୋଷ୍ଟାଲ ଏମ୍ପ୍ଲଇଜ୍ ୟୁନିଅନ୍ ଗ୍ରୁପ୍-ସି, ବଲାଙ୍ଗୀର ଡାକ ମଣ୍ଡଲ ର ୧୩ତମ ଦ୍ୱିବାର୍ଷିକ ମଣ୍ଡଳ ଅଧିବେଶନ    (27-Oct-2026)       ||      ଦଶହରା ଫୁଟବଲ ଧମାକା ଝାରମୁଣ୍ଡା -2026   (27-Oct-2026)       ||      ଅଇଁଲାମୁଣ୍ଡା ଠାରେ ଡ଼ୁମାଳ ସମାଜର ମାହେଶ୍ୱରୀ ଖୁଣ୍ଟ ପୂଜା ଅନୁଷ୍ଠିତ   (27-Oct-2026)       ||      ଲକ୍ଷେ ଘର ଗଣ୍ଡା ସମାଜ ପକ୍ଷରୁ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (27-Oct-2026)       ||      ଜୋନକନ୍-୨୦୨୬ରେ ଜେସିଆଇ ଟିଟିଲାଗଡ଼ ସିଟିର ଐତିହାସିକ ସଫଳତା: ଶୈଳେଶ ପ୍ରସାଦ ଗୋଏଲ ଶ୍ରେଷ୍ଠ ସଭାପତି   (27-Oct-2026)       ||      ଚିନାଯୁରୀରେ ପଂଚାୟତସ୍ତରୀୟ ଜନ ଅଭିଯୋଗ ଶୁଣାଣୀ   (27-Oct-2026)       ||      ବରିଷ୍ଠ ନୋଟାରୀ ଅଶ୍ୱିନୀ ମିଶ୍ର ଙ୍କ ବିୟୋଗରେ ଜିଲ୍ଲା ଓକିଲ ସଂଘ ପକ୍ଷରୁ ଶୋକସଭା    (27-Oct-2026)       ||      ସଂକଳ୍ପ ଖୋଲୁଛି ସୁଯୋଗର ଦ୍ୱାର, ସାହସ ଦେଉଛି ପରିବର୍ତ୍ତନକୁ ଗତି: ଓଡ଼ିଶାର ମହିଳାଙ୍କ ହାତରେ ନୂଆ ଭବିଷ୍ୟତର ଷ୍ଟିଅରିଂ   (27-Oct-2026)       ||      ଲୋଇସିଂହା ଠାରେ ବିଜେପି ପକ୍ଷରୁ ଯଶସ୍ବୀ ପ୍ରଧାନମନ୍ତ୍ରୀ ଙ୍କ ବାପା ଓ ମା ପ୍ରତି ଅଶାଳୀନ ମନ୍ତବ୍ୟ କୁ ନେଇ କଂଗ୍ରେସ ଅଧ୍ୟକ୍ଷ ଙ୍କ ବିରୁଦ୍ଧରେ ପ୍ରତିବାଦ କାର୍ଯ୍ୟକ୍ରମ   (26-Oct-2026)       ||      ବଲାଙ୍ଗୀରିଏନ ବୀରାଙ୍ଗନା”ଅନୁଷ୍ଠାନ ପକ୍ଷରୁ ନ୍ୟୁତ୍ୟ ପ୍ରତିଯୋଗୀତା   (26-Oct-2026)       ||      ଜାତୀୟ ଲନ୍‌ବଲ୍‌ ଉଦ୍‌ଯାପିତ: ଓଡ଼ିଶାକୁ ୩ ସ୍ବର୍ଣ୍ଣ ସହ ୫ ପଦକ ରାଜେଶ୍ବରୀ ବ୍ୟକ୍ତିଗତ ବର୍ଗ, ଓଡ଼ିଶା ୧୮ବର୍ଷରୁ କମ୍‌ ବର୍ଗରେ ଓଭରଅଲ୍‌ ବିଜେତା   (26-Oct-2026)       ||     

HOME   ରାଜ୍ୟ

ବିଶାଖାପାଟଣା ଜଗନ୍ନାଥ ମନ୍ଦିରରେ ବାହୁଡା଼ ଯାତ୍ରା ସମ୍ପନ୍ନ

05-Jul-2025



ବିଶାଖାପାଟଣା(ପ୍ରେରଣା ଖବର): ବିଶାଖାପାଟଣାଠାରେ ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କର ପବିତ୍ର ବାହୁଡା଼ ଯାତ୍ରା ପ୍ରବଳ ଆନନ୍ଦ, ଉତ୍ସାହ, ଉଲ୍ଲାସ ଓ ଉଦ୍ଦୀପନା ମଧ୍ୟରେ ଅନୁଷ୍ଠିତ ହୋଇଯାଇଛି। ଏହି ଉପଲକ୍ଷେ ଲସନସ ବେ କଲୋନୀସ୍ଥିତ ଶ୍ରୀ ଗୁଣ୍ଡିଚା ମନ୍ଦିରର ଆଡ଼ପ ମଣ୍ଡପ ଉପରେ ବିରାଜମାନ ଚତୁର୍ଦ୍ଧା ମୂର୍ତ୍ତିଙ୍କର ସାମ୍ନାରେ ସକାଳେ ସ୍ବତନ୍ତ୍ର ପୂଜାର୍ଚ୍ଚନା ସମ୍ପନ୍ନ କରାଯାଇଥିଲା। ଦିନ ୪ ଟା ବେଳେ ଚାରି ଠାକୁରଙ୍କୁ ବାଦ୍ୟ ଓ କୀର୍ତ୍ତନର ତାଳେ ତାଳେ ଧାଡ଼ି ପହଣ୍ଡି କରାଯାଇ ମନ୍ଦିର ସମ୍ମୁଖରେ ଦଣ୍ଡାୟମାନ ସୁନ୍ଦର, ସୁଶୋଭିତ ଓ ରଙ୍ଗବେରଙ୍ଗ କପଡ଼ାରେ ସୁସଜ୍ଜିତ ରଥ ଉପରକୁ ନିଆଯାଇଥିଲା। ଏହାପରେ ବିଶିଷ୍ଟ ସମାଜସେବୀ,ଓରିଶା ଷ୍ଟେଭେଡୋର୍ସ ଲିମିଟେଡର ଉପ-ସଭାପତି ତଥା ମନ୍ଦିର ପରିଚାଳନା କମିଟି ଉତ୍କଳ ସାଂସ୍କୃତିକ ସମାଜର ସଭାପତି ଜୀତେନ୍ଦ୍ର କୁମାର ନାୟକ ପାରମ୍ପରିକ ଛେରା ପହଁରା କାର୍ଯ୍ୟ କରିଥିଲେ। ସନ୍ଧ୍ୟା ପାଞ୍ଚଟା ବେଳେ ରଥ ଟଣାର ଶୁଭାରମ୍ଭ କରାଯାଇଥିଲା। ଉପସ୍ଥିତ ଭକ୍ତଙ୍କର ହରିବୋଲ, ହୁଳହୁଳି, ଜୟ ଜଗନ୍ନାଥ ଧ୍ବନି ଏବଂ ଶଙ୍ଖ, ଘଣ୍ଟ, କରତାଳ, ମର୍ଦ୍ଦଳ, ଝାଞ୍ଜ ଓ ମୃଦଙ୍ଗର ଗହ

ଗହ ନାଦ ତଥା ଭଜନ, କୀର୍ତ୍ତନର ମୃଦ୍ୟୁମନ୍ଦ ଆବାଜ ମଧ୍ୟରେ ବିଶାଖାପାଟଣାର ରାଜ ରାସ୍ତାରେ ରାଜକୀୟଠାଣିରେ ମହାପ୍ରଭୁଙ୍କର ରଥ ଗଡି ଗଡି ଚାଲିବାର ଦୃଶ୍ୟ ଅନନ୍ୟ ଓ ଅଭୁଲା ଥିଲା।ରଥଟିକୁ ଶାନ୍ତି ଆଶ୍ରମ, ଭୁଡ଼ା ପାର୍କ, ଏୟୁ ଗେଟ୍, ଭୁଡ଼ା ଚିଲେଡ୍ରେନସ ଆରେନା ଏବଂ ଆକାଶବାଣୀ ବାଟ ଦେଇ ଟଣା ଯାଇ ଦଶପଲ୍ଲା ପାହଡିରେ ଥିବା ମୁଖ୍ୟ ମନ୍ଦିରକୁ ରାତି ୮ ଟା ସୁଦ୍ଧା ଅଣା ଯାଇଥିଲା। ଏଠାରେ ଋଷି ଥିବା ମହାଲକ୍ଷ୍ମୀ ପୂର୍ବରୁ ପ୍ରସ୍ତୁତ ଥାଇ ବଡ଼ ଠାକୁରଙ୍କ ମନ୍ଦିର ପ୍ରବେଶକୁ ରୋକି ଥିଲେ। କାରଣ ତାଙ୍କୁ ରଥଯାତ୍ରାରେ ସାମିଲ କରାଯାଇନଥିଲା।

ଶ୍ରୀ ଜଗନ୍ନାଥ ଅବିଳମ୍ବେ ସୁସ୍ୱାଦୁ ରସଗୋଲା ପ୍ରଦାନ କରି ମାଆଙ୍କର ମାନଭଞ୍ଜନ କରିଥିଲେ। ମନ୍ଦିର ପ୍ରାଙ୍ଗଣରେ ଏହି ଉପାଖ୍ୟାନର ନାଟକୀୟ ରୂପକରଣ ମଞ୍ଚସ୍ଥ କରାଯାଇଥିଲା । ଏହା ପରେ ଦିଅଁ ମାନଙ୍କୁ ରୋଷଣୀ କରାଯାଇ ରଥ ଉପରୁ ମୁଖ୍ୟ ମନ୍ଦିରକୁ ନିଆଯାଇ ରତ୍ନ ସିଂହାସନରେ ଆସୀନ କରାଯାଇଥିଲା।

 ଚଳିତ ବର୍ଷ  ବାହୁଡ଼ା ଯାତ୍ରାରେ ସ୍ଥାନୀୟ ମାରୱାଡ଼ି ଯୁବମଞ୍ଚ ଓ ପଞ୍ଜାବ ସଂଘ ସକ୍ରୀୟ ସହଯୋଗ ପ୍ରଦାନ କରିଥିଲେ।ବାହୁଡ଼ା ଯାତ୍ରାର ସମଗ୍ର ଆୟୋଜନକୁ ସୁଚାରୁ ରୁପେ ସମ୍ପାଦନା କରିବାରେ ମନ୍ଦିର ପରିଚାଳନା କମିଟିର ସଭାପତି ଜୀତେନ୍ଦ୍ର କୁମାର ନାୟକ, ସାଧାରଣ ସମ୍ପାଦକ ବିମଳ କୁମାର ମହନ୍ତ, ଉପ-ସଭାପତି ଡ଼ଃ କରୁଣାକର ପାଢ଼ୀ, ଏସ.ଏନ. ସାହୁ ତଥା ସଦସ୍ୟ ବୃନ୍ଦ ବିଜୟ ମହାପାତ୍ର, ରାଜେନ୍ଦ୍ର ପ୍ରସାଦ ସାହୁ, ବନମାଳୀ ସାହୁ ଓ ଅରୁଣ ଦାସ ପ୍ରମୁଖ ମୁଖ୍ୟଭୂମିକା ଗ୍ରହଣ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ପିପି ଏକାଡେମୀ ରେ ସଙ୍ଗୀତ ଓ କଲେଜଛକ କଲ୍ୟାଣ ମଣ୍ଡପ ରେ ରଙ୍ଗୋଲି ଲି ପ୍ରତିଯୋଗିତା   28-Oct-2026
  ଜିଲ୍ଲା  
ବାତ୍ୟା ‘ଅର୍ଣ୍ଣବ’ ମୁକାବିଲା କ୍ଷେତ୍ରରେ ଶୂନ୍ୟ ଜୀବନହାନି ଓ ଫସଲ କ୍ଷୟକ୍ଷତି ରୋକିବା ଉପରେ ରାଜ୍ୟପାଳଙ୍କ ଗୁରୁତ୍ୱାରୋପ   28-Oct-2026
  ଜିଲ୍ଲା  
ସାହୁ ପରିବାର"ର ପ୍ରଥମ ସାଧାରଣ ଅଧିବେଶନ : ରମେଶ ଚନ୍ଦ୍ର ସାହୁ ସଭାପତି ଏବଂ ବିଶ୍ୱନାଥ ସାହୁ ସମ୍ପାଦକ   28-Oct-2026
  ଜିଲ୍ଲା  
ସୁରକ୍ଷିତ ବଚପନ ଅଭିଯାନ ସଫଳ ନେଇ ସଚେତନତା   28-Oct-2026
  ଜିଲ୍ଲା  
ଶୂନ୍ୟ ମୃତ୍ୟୁହାର ଲକ୍ଷ୍ୟରେ କନ୍ଧମାଳ ପ୍ରଶାସନର ବ୍ୟାପକ ପ୍ରସ୍ତୁତି :  ବାତ୍ୟା ମୁକାବିଲା ପାଇଁ ମନ୍ତ୍ରୀଙ୍କ ସମୀକ୍ଷା, ୧୯୮ ଗର୍ଭବତୀ ମହିଳା ମା’ ଗୃହକୁ ସ୍ଥାନାନ୍ତର   28-Oct-2026
  ଜିଲ୍ଲା  
*ନବରଙ୍ଗପୁର କୋର୍ଟ ପରିସରରେ ସ୍ଥିତ ଅଭିଯୋଜନ କାର୍ଯ୍ୟାଳୟରେ ଦୁର୍ନୀତିମୁକ୍ତ ସମାଜ ନିମନ୍ତେ ଶପଥ କାର୍ଯ୍ୟକ୍ରମ ଅନୁଷ୍ଠିତ*   28-Oct-2026
  ଜିଲ୍ଲା  
ସୁରକ୍ଷିତ ଶୈଶବ ଅଭିଯାନ ସଚେତନତା କାର୍ଯ୍ୟକ୍ରମ   28-Oct-2026
  ରାଜ୍ୟ  
ଡୁଙ୍ଗୁରିପାଲିରେ ବିଜେଡିର ଜନ ସଂପର୍କ ପଦଯାତ୍ରା: ଦମ ଦେଖାଇଲା ବିଜେଡି, ହଜାର ହଜାର ସଂଖ୍ୟାରେ କର୍ମୀଙ୍କ ସମାବେଶ   28-Oct-2026
  ଜିଲ୍ଲା  
ସମଲେଇ ମନ୍ଦିରରେ ହୁଳହୁଲି ଓ ଶଙ୍ଖଫୁଙ୍କା ପ୍ରତିଯୋଗିତା♦️ ପିପି ଏକାଡେମୀରେ କବିତା ଆସର   27-Oct-2026
  ଜିଲ୍ଲା  
ଅଲ୍ ଇଣ୍ଡିଆ ପୋଷ୍ଟାଲ ଏମ୍ପ୍ଲଇଜ୍ ୟୁନିଅନ୍ ଗ୍ରୁପ୍-ସି, ବଲାଙ୍ଗୀର ଡାକ ମଣ୍ଡଲ ର ୧୩ତମ ଦ୍ୱିବାର୍ଷିକ ମଣ୍ଡଳ ଅଧିବେଶନ   27-Oct-2026
  ଜିଲ୍ଲା  
ଦଶହରା ଫୁଟବଲ ଧମାକା ଝାରମୁଣ୍ଡା -2026   27-Oct-2026
  ଜିଲ୍ଲା  
ଅଇଁଲାମୁଣ୍ଡା ଠାରେ ଡ଼ୁମାଳ ସମାଜର ମାହେଶ୍ୱରୀ ଖୁଣ୍ଟ ପୂଜା ଅନୁଷ୍ଠିତ   27-Oct-2026

You Might Also Like