-+91-9937148622 |

prerana_bgr@rediffmail.com |

  Wednesday 28th October 2026 |

| | | |

R.N.I. Regd No. ODIODI/2010/46693

Breaking News

ସମଲେଇ ମନ୍ଦିରରେ ହୁଳହୁଲି ଓ ଶଙ୍ଖଫୁଙ୍କା ପ୍ରତିଯୋଗିତା♦️ ପିପି ଏକାଡେମୀରେ କବିତା ଆସର    (27-Oct-2026)       ||      ଅଲ୍ ଇଣ୍ଡିଆ ପୋଷ୍ଟାଲ ଏମ୍ପ୍ଲଇଜ୍ ୟୁନିଅନ୍ ଗ୍ରୁପ୍-ସି, ବଲାଙ୍ଗୀର ଡାକ ମଣ୍ଡଲ ର ୧୩ତମ ଦ୍ୱିବାର୍ଷିକ ମଣ୍ଡଳ ଅଧିବେଶନ    (27-Oct-2026)       ||      ଦଶହରା ଫୁଟବଲ ଧମାକା ଝାରମୁଣ୍ଡା -2026   (27-Oct-2026)       ||      ଅଇଁଲାମୁଣ୍ଡା ଠାରେ ଡ଼ୁମାଳ ସମାଜର ମାହେଶ୍ୱରୀ ଖୁଣ୍ଟ ପୂଜା ଅନୁଷ୍ଠିତ   (27-Oct-2026)       ||      ଲକ୍ଷେ ଘର ଗଣ୍ଡା ସମାଜ ପକ୍ଷରୁ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (27-Oct-2026)       ||      ଜୋନକନ୍-୨୦୨୬ରେ ଜେସିଆଇ ଟିଟିଲାଗଡ଼ ସିଟିର ଐତିହାସିକ ସଫଳତା: ଶୈଳେଶ ପ୍ରସାଦ ଗୋଏଲ ଶ୍ରେଷ୍ଠ ସଭାପତି   (27-Oct-2026)       ||      ଚିନାଯୁରୀରେ ପଂଚାୟତସ୍ତରୀୟ ଜନ ଅଭିଯୋଗ ଶୁଣାଣୀ   (27-Oct-2026)       ||      ବରିଷ୍ଠ ନୋଟାରୀ ଅଶ୍ୱିନୀ ମିଶ୍ର ଙ୍କ ବିୟୋଗରେ ଜିଲ୍ଲା ଓକିଲ ସଂଘ ପକ୍ଷରୁ ଶୋକସଭା    (27-Oct-2026)       ||      ସଂକଳ୍ପ ଖୋଲୁଛି ସୁଯୋଗର ଦ୍ୱାର, ସାହସ ଦେଉଛି ପରିବର୍ତ୍ତନକୁ ଗତି: ଓଡ଼ିଶାର ମହିଳାଙ୍କ ହାତରେ ନୂଆ ଭବିଷ୍ୟତର ଷ୍ଟିଅରିଂ   (27-Oct-2026)       ||      ଲୋଇସିଂହା ଠାରେ ବିଜେପି ପକ୍ଷରୁ ଯଶସ୍ବୀ ପ୍ରଧାନମନ୍ତ୍ରୀ ଙ୍କ ବାପା ଓ ମା ପ୍ରତି ଅଶାଳୀନ ମନ୍ତବ୍ୟ କୁ ନେଇ କଂଗ୍ରେସ ଅଧ୍ୟକ୍ଷ ଙ୍କ ବିରୁଦ୍ଧରେ ପ୍ରତିବାଦ କାର୍ଯ୍ୟକ୍ରମ   (26-Oct-2026)       ||      ବଲାଙ୍ଗୀରିଏନ ବୀରାଙ୍ଗନା”ଅନୁଷ୍ଠାନ ପକ୍ଷରୁ ନ୍ୟୁତ୍ୟ ପ୍ରତିଯୋଗୀତା   (26-Oct-2026)       ||      ଜାତୀୟ ଲନ୍‌ବଲ୍‌ ଉଦ୍‌ଯାପିତ: ଓଡ଼ିଶାକୁ ୩ ସ୍ବର୍ଣ୍ଣ ସହ ୫ ପଦକ ରାଜେଶ୍ବରୀ ବ୍ୟକ୍ତିଗତ ବର୍ଗ, ଓଡ଼ିଶା ୧୮ବର୍ଷରୁ କମ୍‌ ବର୍ଗରେ ଓଭରଅଲ୍‌ ବିଜେତା   (26-Oct-2026)       ||      *ଡାବୁଗାଁରେ ମାଁ ଗଜଲକ୍ଷ୍ମୀ ପୂଜା ଆରମ୍ଭ*   (26-Oct-2026)       ||      ବରଗଡ଼ ଧନୁଯାତ୍ରାରୁ କଂସ ଅଭିନେତା ସୁଶିଲ ମେହେରଙ୍କ ଅବ୍ୟାହତି   (26-Oct-2026)       ||      At the Lotus Feet of Maa Mahalakshmi: A Lifelong Vow of Devotion,Duty and Surrender    (26-Oct-2026)       ||      ରାସ୍ତା କଡ଼ ରେ କଇଁଛ ଉଦ୍ଧାର କରି ବନ ବିଭାଗକୁ ହସ୍ତାନ୍ତର କଲେ ପ୍ରକୃତି ପ୍ରେମୀ ବ୍ୟାସଦେବ   (26-Oct-2026)       ||      ହେମଗିରି ବ୍ଲକ ପରିସରରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ   (26-Oct-2026)       ||      ଜିଲ୍ଲା ପ୍ରଶାସନ ପକ୍ଷରୁ ସାଧୁତା ଓ ଦୁର୍ନୀତି ନିବାରଣ ଶପଥ ପାଠ କାର୍ଯ୍ୟକ୍ରମ   (26-Oct-2026)       ||      ଫୁଲାପାଲିରେ ପ୍ରଥମ ଦଶହରା କପ୍ ଫୁଟବଲ ଉଦଯାପିତ, ଟ୍ରାଇବ୍ରେକରରେ ଜୟଦେବ ଏକାଦଶ ଚାମ୍ପିଅନ    (26-Oct-2026)       ||      ଟିଟିଲାଗଡ ଲାୟନ କ୍ଲବ ତରଫରୁ ପିସ ପୋଷ୍ଟର ପ୍ରତିଯୋଗିତା ଅନୁଷ୍ଠିତ    (26-Oct-2026)       ||     

HOME   ଜିଲ୍ଲା

ରାୟପୁର ଜଗନ୍ନାଥ ମନ୍ଦିରରେ ମହାସମାରୋହରେ ବାହୁଡ଼ା ଯାତ୍ରା ସମ୍ପନ୍ନ

05-Jul-2025



ରାୟପୁର:  ରାୟପୁରର ଗାୟତ୍ରୀ ନଗରରେ ଥିବା ଛତିଶଗଡ଼ର ସର୍ବବୃହତ ଜଗନ୍ନାଥ ମନ୍ଦିରଠାରେ ପବିତ୍ର ବାହୁଡ଼ା ଯାତ୍ରା ପ୍ରବଳ ଆନନ୍ଦ, ଉତ୍ସାହ, ଉଲ୍ଲାସ ଓ ଉଦ୍ଦୀପନା ମଧ୍ୟରେ ଅନୁଷ୍ଠିତ ହୋଇଯାଇଛି। ଏହି ଉପଲକ୍ଷେ ଚତୁର୍ଦ୍ଧାମୂର୍ତ୍ତି ବିରାଜମାନ କରୁଥିବା ମନ୍ଦିରର ବେସମେଣ୍ଟସ୍ଥିତ ମାଉସୀ ମା' ଘରର ଆଡ଼ପ ମଣ୍ଡପ ସାମ୍ନାରେ ସ୍ବତନ୍ତ୍ର ପୂଜାର୍ଚ୍ଚନା ଅପରାହ୍ନ ସୁଦ୍ଧା ସମ୍ପନ୍ନ କରାଯାଇଥିଲା। ପାଞ୍ଚଟା ବେଳେ ଚାରି ଠାକୁରଙ୍କୁ ବାଦ୍ୟ, କୀର୍ତ୍ତନର ତାଳେ ତାଳେ ଧାଡ଼ି ପହଣ୍ଡି କରାଯାଇ ମନ୍ଦିର ସମ୍ମୁଖରେ ଦଣ୍ଡାୟମାନ ସୁନ୍ଦର, ସୁଶୋଭିତ ଓ ରଙ୍ଗବେରଙ୍ଗ କପଡ଼ାରେ ସୁସଜ୍ଜିତ ତିନି ରଥ ଉପରକୁ ନିଆଯାଇଥିଲା। ଏହାପରେ ବିଶିଷ୍ଟ ଅତିଥି ବୃନ୍ଦ ଛତିଶଗଡ ବିଧାନ ସଭାର  ବିରୋଧୀ ଦଳର ନେତା ଚରଣ ଦାସ ମହନ୍ତ , ଭାଜପା ନେତା ରମେଶ ଠାକୁର , ରାୟପୁର ମୁନିସିପାଲିଟିର ସଭାପତି ସୂର୍ଯ୍ୟକାନ୍ତ ରାଠୋଡ଼ ଏବଂ ହରିଭୂମିର ମୁଖ୍ୟ ସମ୍ପାଦକ ହିମାଂଶୁ ଦ୍ବିବେଦୀ ପ୍ରମୁଖ ପାରମ୍ପରିକ ଛେରା ପହଁରା କାର୍ଯ୍ୟ ସମ୍ପନ୍ନ କରିଥିଲେ। ମନ୍ଦିରର ପ୍ରତିଷ୍ଠାତା ଏବଂ ସ୍ଥାନୀୟ ବିଧାୟକ ପୁରନ୍ଦର ମିଶ୍ର ସେମାନଙ୍କୁ ଏହି କାର୍ଯ୍ୟରେ ସହଯୋଗ କରିଥିଲେ।

ସନ୍ଧ୍ୟା ସାଢେ ପାଞ୍ଚଟା ସମୟରେ ରଥ ଟଣାର ଶୁଭାରମ୍ଭ କରଯାଇଥିଲା। ଉପସ୍ଥିତ ଭକ୍ତମାନଙ୍କର ହରିବୋଲ, ହୁଳହୁଳି, ଜୟ ଜଗନ୍ନାଥ ଧ୍ବନି ଏବଂ ଶଙ୍ଖ, ଘଣ୍ଟ, କରତାଳ, ମର୍ଦ୍ଦଳ, ଝାଞ୍ଜ ଓ ମୃଦଙ୍ଗ ବାଜଣାର ଗହ ଗହ ନାଦ ତଥା ଭଜନ, କୀର୍ତ୍ତନର ମୃଦ୍ୟୁମନ୍ଦ ଆବାଜ ମଧ୍ୟରେ ମନ୍ଦିର ବେଢା ସାମନାରେ ରାଜକୀୟଠାଣିରେ ମହାପ୍ରଭୁ ଶ୍ରୀ ଜଗନ୍ନାଥ ତାଙ୍କର ବଡ଼ ଭାଇ ଶ୍ରୀ ବଳଭଦ୍ର ଏବଂ ଭଉଣୀ ଦେବୀ ସୁଭଦ୍ରାଙ୍କର ରଥ ଗୁଡ଼ିକ ଗଡି ଗଡି ଚାଲିବାର ଦୃଶ୍ୟ ଅନନ୍ୟ ଓ ଅଭୁଲା ଥିଲା। ସନ୍ଧ୍ୟା ୬ଟା ସୁଦ୍ଧା ବେଢ଼ା ଚତୁଃପାର୍ଶ୍ୱ ଭ୍ରମଣ କରି ରଥ ଗୁଡ଼ିକ ମୁଖ୍ୟ ମନ୍ଦିର ସାମ୍ନାକୁ ଆସିଯାଇଥିଲା। ଏଠାରେ ଋଷି ଥିବା ମହାଲକ୍ଷ୍ମୀ ପୂର୍ବରୁ ପ୍ରସ୍ତୁତ ଥାଇ ବଡ଼ ଠାକୁରଙ୍କ ମନ୍ଦିର ପ୍ରବେଶକୁ ରୋକି ଥିଲେ। କାରଣ ତାଙ୍କୁ ରଥଯାତ୍ରାରେ ସାମିଲ କରାଯାଇନଥିଲା। ଶ୍ରୀ ଜଗନ୍ନାଥ ଅବିଳମ୍ବେ ସୁସ୍ୱାଦୁ ରସଗୋଲା ପ୍ରଦାନ କରି ମାଆଙ୍କର ମାନଭଞ୍ଜନ କରିଥିଲେ। ମନ୍ଦିର ପ୍ରାଙ୍ଗଣରେ ଏହି ଉପାଖ୍ୟାନର ନାଟକୀୟ ରୂପକରଣ ମଞ୍ଚସ୍ଥ କରାଯାଇଥିଲା । ସନ୍ଧ୍ୟା ୭ଟା ବେଳେ ସାହି ରୋଷଣୀ କରାଯାଇ ଶ୍ରୀ ଜୀଉ ମାନଙ୍କୁ ମନ୍ଦିର ମଧ୍ୟକୁ ନିଆଯାଇ ରତ୍ନ ସିଂହାସନରେ ଆସୀନ କରାଯାଇଥିଲା। 

ବାହୁଡ଼ା ଯାତ୍ରାର ସମଗ୍ର ଆୟୋଜନକୁ ସୁଚାରୁରୂପେ ସମ୍ପନ୍ନ କରିବାରେ ମନ୍ଦିର ପରିଚାଳନା କମିଟିର ସଂରକ୍ଷକ ବୃନ୍ଦ ଯଥା ସଭାପତି ପୁରନ୍ଦର ମିଶ୍ର, ସଦସ୍ୟ ମନ୍ମଥ କୁମାର ରାଉତ, ସୁବ୍ରତ ସାହୁ, ସୁବାସ ଅଗ୍ରୱାଲ, ଗୋପାଳ ଅଗ୍ରୱାଲ, ଦ୍ଵାରିକାଧୀଶ ମିଶ୍ର,ଗୁଣନିଧି ମିଶ୍ର,ଅଶୋକ ଦୁବେ, ଲଳିତ ପ୍ରଧାନ ଓ ପ୍ରକାଶ ଦାସ ପ୍ରମୁଖଙ୍କର ଭୂମିକା ଉଲ୍ଲେଖଯୋଗ୍ୟ ଥିଲା।ଚଳିତ ଥର ରଥଯାତ୍ରାର ସଫଳତା ପାଇଁ ରାୟପୁର ନଗର ଉତ୍ତର ନିର୍ବାଚନ ମଣ୍ଡଳୀର ସମସ୍ତ ଭାଜପା ନେତା, କାର୍ଯ୍ୟକର୍ତ୍ତା ଓ କର୍ପୋରେଟର ବିଶେଷ କରି ଯୁବ ଓ ମହିଳା ସମ୍ପ୍ରଦାୟ ସବୁ ପ୍ରକାର ସାହାଯ୍ୟ ସହଯୋଗ ଯୋଗାଇ ଦେଇଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସମଲେଇ ମନ୍ଦିରରେ ହୁଳହୁଲି ଓ ଶଙ୍ଖଫୁଙ୍କା ପ୍ରତିଯୋଗିତା♦️ ପିପି ଏକାଡେମୀରେ କବିତା ଆସର   27-Oct-2026
  ଜିଲ୍ଲା  
ଅଲ୍ ଇଣ୍ଡିଆ ପୋଷ୍ଟାଲ ଏମ୍ପ୍ଲଇଜ୍ ୟୁନିଅନ୍ ଗ୍ରୁପ୍-ସି, ବଲାଙ୍ଗୀର ଡାକ ମଣ୍ଡଲ ର ୧୩ତମ ଦ୍ୱିବାର୍ଷିକ ମଣ୍ଡଳ ଅଧିବେଶନ   27-Oct-2026
  ଜିଲ୍ଲା  
ଦଶହରା ଫୁଟବଲ ଧମାକା ଝାରମୁଣ୍ଡା -2026   27-Oct-2026
  ଜିଲ୍ଲା  
ଅଇଁଲାମୁଣ୍ଡା ଠାରେ ଡ଼ୁମାଳ ସମାଜର ମାହେଶ୍ୱରୀ ଖୁଣ୍ଟ ପୂଜା ଅନୁଷ୍ଠିତ   27-Oct-2026
  ଜିଲ୍ଲା  
ଲକ୍ଷେ ଘର ଗଣ୍ଡା ସମାଜ ପକ୍ଷରୁ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   27-Oct-2026
  ଜିଲ୍ଲା  
ଜୋନକନ୍-୨୦୨୬ରେ ଜେସିଆଇ ଟିଟିଲାଗଡ଼ ସିଟିର ଐତିହାସିକ ସଫଳତା: ଶୈଳେଶ ପ୍ରସାଦ ଗୋଏଲ ଶ୍ରେଷ୍ଠ ସଭାପତି   27-Oct-2026
  ଜିଲ୍ଲା  
ଚିନାଯୁରୀରେ ପଂଚାୟତସ୍ତରୀୟ ଜନ ଅଭିଯୋଗ ଶୁଣାଣୀ   27-Oct-2026
  ରାଜ୍ୟ  
ବରିଷ୍ଠ ନୋଟାରୀ ଅଶ୍ୱିନୀ ମିଶ୍ର ଙ୍କ ବିୟୋଗରେ ଜିଲ୍ଲା ଓକିଲ ସଂଘ ପକ୍ଷରୁ ଶୋକସଭା   27-Oct-2026
  ଜିଲ୍ଲା  
ସଂକଳ୍ପ ଖୋଲୁଛି ସୁଯୋଗର ଦ୍ୱାର, ସାହସ ଦେଉଛି ପରିବର୍ତ୍ତନକୁ ଗତି: ଓଡ଼ିଶାର ମହିଳାଙ୍କ ହାତରେ ନୂଆ ଭବିଷ୍ୟତର ଷ୍ଟିଅରିଂ   27-Oct-2026
  ଜିଲ୍ଲା  
ଲୋଇସିଂହା ଠାରେ ବିଜେପି ପକ୍ଷରୁ ଯଶସ୍ବୀ ପ୍ରଧାନମନ୍ତ୍ରୀ ଙ୍କ ବାପା ଓ ମା ପ୍ରତି ଅଶାଳୀନ ମନ୍ତବ୍ୟ କୁ ନେଇ କଂଗ୍ରେସ ଅଧ୍ୟକ୍ଷ ଙ୍କ ବିରୁଦ୍ଧରେ ପ୍ରତିବାଦ କାର୍ଯ୍ୟକ୍ରମ   26-Oct-2026
  ଜିଲ୍ଲା  
ବଲାଙ୍ଗୀରିଏନ ବୀରାଙ୍ଗନା”ଅନୁଷ୍ଠାନ ପକ୍ଷରୁ ନ୍ୟୁତ୍ୟ ପ୍ରତିଯୋଗୀତା   26-Oct-2026
  ଜିଲ୍ଲା  
ଜାତୀୟ ଲନ୍‌ବଲ୍‌ ଉଦ୍‌ଯାପିତ: ଓଡ଼ିଶାକୁ ୩ ସ୍ବର୍ଣ୍ଣ ସହ ୫ ପଦକ ରାଜେଶ୍ବରୀ ବ୍ୟକ୍ତିଗତ ବର୍ଗ, ଓଡ଼ିଶା ୧୮ବର୍ଷରୁ କମ୍‌ ବର୍ଗରେ ଓଭରଅଲ୍‌ ବିଜେତା   26-Oct-2026

You Might Also Like