-+91-9937148622 |

prerana_bgr@rediffmail.com |

  Wednesday 28th October 2026 |

| | | |

R.N.I. Regd No. ODIODI/2010/46693

Breaking News

ସମଲେଇ ମନ୍ଦିରରେ ହୁଳହୁଲି ଓ ଶଙ୍ଖଫୁଙ୍କା ପ୍ରତିଯୋଗିତା♦️ ପିପି ଏକାଡେମୀରେ କବିତା ଆସର    (27-Oct-2026)       ||      ଅଲ୍ ଇଣ୍ଡିଆ ପୋଷ୍ଟାଲ ଏମ୍ପ୍ଲଇଜ୍ ୟୁନିଅନ୍ ଗ୍ରୁପ୍-ସି, ବଲାଙ୍ଗୀର ଡାକ ମଣ୍ଡଲ ର ୧୩ତମ ଦ୍ୱିବାର୍ଷିକ ମଣ୍ଡଳ ଅଧିବେଶନ    (27-Oct-2026)       ||      ଦଶହରା ଫୁଟବଲ ଧମାକା ଝାରମୁଣ୍ଡା -2026   (27-Oct-2026)       ||      ଅଇଁଲାମୁଣ୍ଡା ଠାରେ ଡ଼ୁମାଳ ସମାଜର ମାହେଶ୍ୱରୀ ଖୁଣ୍ଟ ପୂଜା ଅନୁଷ୍ଠିତ   (27-Oct-2026)       ||      ଲକ୍ଷେ ଘର ଗଣ୍ଡା ସମାଜ ପକ୍ଷରୁ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (27-Oct-2026)       ||      ଜୋନକନ୍-୨୦୨୬ରେ ଜେସିଆଇ ଟିଟିଲାଗଡ଼ ସିଟିର ଐତିହାସିକ ସଫଳତା: ଶୈଳେଶ ପ୍ରସାଦ ଗୋଏଲ ଶ୍ରେଷ୍ଠ ସଭାପତି   (27-Oct-2026)       ||      ଚିନାଯୁରୀରେ ପଂଚାୟତସ୍ତରୀୟ ଜନ ଅଭିଯୋଗ ଶୁଣାଣୀ   (27-Oct-2026)       ||      ବରିଷ୍ଠ ନୋଟାରୀ ଅଶ୍ୱିନୀ ମିଶ୍ର ଙ୍କ ବିୟୋଗରେ ଜିଲ୍ଲା ଓକିଲ ସଂଘ ପକ୍ଷରୁ ଶୋକସଭା    (27-Oct-2026)       ||      ସଂକଳ୍ପ ଖୋଲୁଛି ସୁଯୋଗର ଦ୍ୱାର, ସାହସ ଦେଉଛି ପରିବର୍ତ୍ତନକୁ ଗତି: ଓଡ଼ିଶାର ମହିଳାଙ୍କ ହାତରେ ନୂଆ ଭବିଷ୍ୟତର ଷ୍ଟିଅରିଂ   (27-Oct-2026)       ||      ଲୋଇସିଂହା ଠାରେ ବିଜେପି ପକ୍ଷରୁ ଯଶସ୍ବୀ ପ୍ରଧାନମନ୍ତ୍ରୀ ଙ୍କ ବାପା ଓ ମା ପ୍ରତି ଅଶାଳୀନ ମନ୍ତବ୍ୟ କୁ ନେଇ କଂଗ୍ରେସ ଅଧ୍ୟକ୍ଷ ଙ୍କ ବିରୁଦ୍ଧରେ ପ୍ରତିବାଦ କାର୍ଯ୍ୟକ୍ରମ   (26-Oct-2026)       ||      ବଲାଙ୍ଗୀରିଏନ ବୀରାଙ୍ଗନା”ଅନୁଷ୍ଠାନ ପକ୍ଷରୁ ନ୍ୟୁତ୍ୟ ପ୍ରତିଯୋଗୀତା   (26-Oct-2026)       ||      ଜାତୀୟ ଲନ୍‌ବଲ୍‌ ଉଦ୍‌ଯାପିତ: ଓଡ଼ିଶାକୁ ୩ ସ୍ବର୍ଣ୍ଣ ସହ ୫ ପଦକ ରାଜେଶ୍ବରୀ ବ୍ୟକ୍ତିଗତ ବର୍ଗ, ଓଡ଼ିଶା ୧୮ବର୍ଷରୁ କମ୍‌ ବର୍ଗରେ ଓଭରଅଲ୍‌ ବିଜେତା   (26-Oct-2026)       ||      *ଡାବୁଗାଁରେ ମାଁ ଗଜଲକ୍ଷ୍ମୀ ପୂଜା ଆରମ୍ଭ*   (26-Oct-2026)       ||      ବରଗଡ଼ ଧନୁଯାତ୍ରାରୁ କଂସ ଅଭିନେତା ସୁଶିଲ ମେହେରଙ୍କ ଅବ୍ୟାହତି   (26-Oct-2026)       ||      At the Lotus Feet of Maa Mahalakshmi: A Lifelong Vow of Devotion,Duty and Surrender    (26-Oct-2026)       ||      ରାସ୍ତା କଡ଼ ରେ କଇଁଛ ଉଦ୍ଧାର କରି ବନ ବିଭାଗକୁ ହସ୍ତାନ୍ତର କଲେ ପ୍ରକୃତି ପ୍ରେମୀ ବ୍ୟାସଦେବ   (26-Oct-2026)       ||      ହେମଗିରି ବ୍ଲକ ପରିସରରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ   (26-Oct-2026)       ||      ଜିଲ୍ଲା ପ୍ରଶାସନ ପକ୍ଷରୁ ସାଧୁତା ଓ ଦୁର୍ନୀତି ନିବାରଣ ଶପଥ ପାଠ କାର୍ଯ୍ୟକ୍ରମ   (26-Oct-2026)       ||      ଫୁଲାପାଲିରେ ପ୍ରଥମ ଦଶହରା କପ୍ ଫୁଟବଲ ଉଦଯାପିତ, ଟ୍ରାଇବ୍ରେକରରେ ଜୟଦେବ ଏକାଦଶ ଚାମ୍ପିଅନ    (26-Oct-2026)       ||      ଟିଟିଲାଗଡ ଲାୟନ କ୍ଲବ ତରଫରୁ ପିସ ପୋଷ୍ଟର ପ୍ରତିଯୋଗିତା ଅନୁଷ୍ଠିତ    (26-Oct-2026)       ||     

HOME   ରାଜ୍ୟ

ଦିଲ୍ଲୀର ହାଉଜଖାସ ଜଗନ୍ନାଥ ମନ୍ଦିରରେ ବାହୁଡା଼ ଯାତ୍ରା ସମ୍ପନ୍ନ

05-Jul-2025



ନୂଆଦିଲ୍ଲୀ(ପ୍ରେରଣା ଖବର): ନୂଆଦିଲ୍ଲୀର ହାଉଜଖାସସ୍ଥିତ ଜାତୀୟ ରାଜଧାନୀ କ୍ଷେତ୍ରର ପ୍ରମୁଖ ଜଗନ୍ନାଥ ମନ୍ଦିରଠାରେ ୪୭ତମ ପବିତ୍ର ବାହୁଡା଼ ଯାତ୍ରା ପର୍ବ ଆଧ୍ୟାତ୍ମିକ ଉତ୍ସ୍ୱାସ ଓ ଭକ୍ତିପୂତ ପରିବେଶ ମଧ୍ୟରେ ଅନୁଷ୍ଠିତ ହୋଇଯାଇଛି। ଏହି ମହୋତ୍ସବ ଉପଲକ୍ଷେ ବଢ଼ି ଭୋରରୁ ମୁଖ୍ୟ ମନ୍ଦିରର ବେସମେଣ୍ଟସ୍ଥିତ ଶ୍ରୀ ଗୁଣ୍ଡିଚା ମନ୍ଦିରର ଆଡ଼ପ ମଣ୍ଡପରେ ବିରାଜମାନ କରୁଥିବା ଚାରି ଦୀଅଁ ମାନଙ୍କ ସାମ୍ନାରେ ପୂଜାର୍ଚ୍ଚନା ଓ ନୀତିକାନ୍ତି ଧାର୍ମିକ ବିଧି ମୁତାବକ ସମ୍ପନ୍ନ କରାଯାଇଥିଲା। ଏହା ପରେ ଦିନ ୪ଟା ବେଳେ ହରିବୋଲ, ହୁଳହୁଳି, ଜୟ ଜଗନ୍ନାଥ ଏବଂ ଶଙ୍ଖ ଧ୍ଵନି ତଥା ବାଦ୍ୟ, କୀର୍ତ୍ତନର ତାଳେ ତାଳେ ଚାରି ଠାକୁରଙ୍କୁ ପୂଜକ ଓ ଭକ୍ତ ମାନେ ଧାଡ଼ି ପହଣ୍ଡି କରି ମନ୍ଦିର ସାମ୍ନା ସ୍ଥିତ ବଡ଼ଦାଣ୍ଡରେ ଦଣ୍ଡାୟମାନ ଥିବା ସୁନ୍ଦର, ସୁଶୋଭିତ ରଥ ଉପରକୁ ଆଣି ଥିଲେ। 
ଅପରାହ୍ନରୁ ଏଠାରେ ହେଉଥିବା ମୁଷଳ ଧାରାରେ ବର୍ଷା ସତେ ଯେପରି ଆକାଶରୁ ମହାପ୍ରଭୁଙ୍କର  ଆଶିଷ ବର୍ଷଣ ସଦୃଶ ପ୍ରତୀୟମାନ ହେଉଥିଲା I 

ଅପରାହ୍ନ ସାଢେ ୪ଟା ସମୟରେ ବିଶିଷ୍ଟ ଅତିଥି ଦିଲ୍ଲୀ ସରକାରର ମନ୍ତ୍ରୀ କପିଳ ମିଶ୍ର ଏବଂ ସୁପ୍ରିମ କୋର୍ଟର ପୂର୍ବତନ ଜଜ ଜଷ୍ଟିସ ଅରିଜିତ ପଶାୟତ ପାରମ୍ପାରିକ ଛେରା ପହଁରା କାର୍ଯ୍ୟ ସମ୍ପନ୍ନ କରିଥିଲେ। ମନ୍ଦିର ପରିଚାଳନା କମିଟି ଶ୍ରୀ ନୀଳାଚଳ ସେବା ସଂଘର ସମ୍ପାଦକ ତଥା ବିଶିଷ୍ଟ ସମାଜସେବୀ ରବୀନ୍ଦ୍ର ନାଥ ପ୍ରଧାନ ସେମାନଙ୍କୁ ଏହି କାର୍ଯ୍ୟରେ ସହଯୋଗ କରିଥିଲେ। I ଏଠାରେ ସନ୍ଧ୍ୟା ୫ଟା ବେଳେ ରଥଟଣାର ଶୁଭାରମ୍ଭ ହୋଇଥିଲା। ହାଉଜଖାସ ଭିଲେଜ ସ୍ଥିତ ଶ୍ରୀ ଜଗନ୍ନାଥ ମାର୍ଗରେ ଅରବିନ୍ଦ ପ୍ଲେସ ମାର୍କେଟ ପର୍ଯ୍ୟନ୍ତ ରଥଟିକୁ ଟଣାଯାଇ ପୁଣି ମନ୍ଦିର ବେଢ଼ା ନିକଟକୁ ଫେରାଇ ଅଣାଯାଇଥିଲା। ଦିଲ୍ଲୀର ରାଜ ରାସ୍ତାରେ ରାଜକୀୟ ରଥ ଉପରେ ମହାପ୍ରଭୁଙ୍କର ବାହୁଡ଼ାଯାତ୍ରା ଏବଂ ଜନଗହଳି ମଧ୍ୟରେ ଭକ୍ତ ଓ ଭଗବାନଙ୍କର ଅପୂର୍ବ ଚକ୍ଷୁ ମିଳନର ଦୃଶ୍ୟ ବେଶ୍ ହୃଦୟସ୍ପର୍ଶୀ ଥିଲା। ମନ୍ଦିର ଅଗଣାକୁ ଫେରିବା ପରେ ରଥ ଉପରେ ବିଦ୍ୟମାନ ଜଗତର ନାଥ ଶ୍ରୀ ଜଗନ୍ନାଥ, ବଡ଼ଭାଇ ପ୍ରଭୁ ବଳଭଦ୍ର, ଦେବୀ ସୁଭଦ୍ରା ଓ ପ୍ରଭୁ ସୁଦର୍ଶନ, ଭକ୍ତ ମାନଙ୍କୁ ଦିବ୍ୟ ଦର୍ଶନ ପ୍ରଦାନ କରିଥିଲେ। ବିଳମ୍ବିତ ରାତିରେ ପୁଣି ସାହିରୋଷଣୀ କରାଯାଇ ଚତୁର୍ଦ୍ଧା ମୂର୍ତ୍ତିଙ୍କୁ ରଥ ଉପରୁ ନିଆଯାଇ ନାଟ୍ୟ ମଣ୍ଡପଠାରେ ଆସୀନ କରାଯାଇଥିଲା। ମହାପ୍ରଭୁ ନାଟ୍ୟମଣ୍ଡପ ଠାରେ ଆସନ୍ତା ୮ ତାରିଖ ନୀଳାଦ୍ରିବିଜେ ପର୍ଯ୍ୟନ୍ତ ଅବସ୍ଥାନ କରିବେ ବୋଲି ମନ୍ଦିର ପରିଚାଳନା କମିଟି ସୂତ୍ରରୁ ପ୍ରକାଶ। 
                                              ବାହୁଡ଼ା ଯାତ୍ରା ଅବସରରେ ଏକ ରଙ୍ଗାରଙ୍ଗ ସାଂସ୍କୃତିକ କାର୍ଯ୍ୟକ୍ରମର ଆୟୋଜନ କରାଯାଇଥିଲା। ଏମଧ୍ୟରେ ପ୍ରଖ୍ୟାତ ନୃତ୍ୟ ସଂରଚକ ଶାଶ୍ୱତ ଯୋଶୀ ଏବଂ ସାଥି ଙ୍କର ମନଲୋଭା ନୃତ୍ୟ,ସମ୍ବଲପୁରର ଟ୍ରାଇବାଲ ଏଣ୍ଡ ଫୋକ ଆର୍ଟ ସେଣ୍ଟରର କଳାକାର ମାନଙ୍କ ଦ୍ୱାରା ଦମଦାର ସମ୍ବଲପୁରୀ ଲୋକ ନୃତ୍ୟ ଓ ପ୍ରସିଦ୍ଧ କଣ୍ଠଶିଳ୍ପୀ ଇରା ମହାନ୍ତି, ସୌରଭ ଭରଦ୍ୱାଜ ଏବଂ ଦିପ୍ତିମୟୀ ଦାସ ଙ୍କ ଦ୍ୱାରା ସୁମଧୁର ଭଜନ ପରିବେଷଣ ଆଦି ଅନ୍ତର୍ଭୁକ୍ତ ଥିଲା । ସମସ୍ତ ସାଂସ୍କୃତିକ କାର୍ଯ୍ୟକ୍ରମକୁ ସୁଦକ୍ଷ ଉପସ୍ଥାପିକା ସ୍ଵର୍ଣପ୍ରଭା ପତି ସୂଚାରୁ ରୂପେ ସଞ୍ଚାଳନା କରିଥିଲେ। 
                                               ବାହୁଡ଼ା ଯାତ୍ରାକୁ ଦକ୍ଷତାର ସହିତ ଆୟୋଜନ ଏବଂ ସଫଳତା ସହିତ ସମାପନ କରାଯିବାରେ ମନ୍ଦିର ପରିଚାଳନା କମିଟି ଶ୍ରୀ ନୀଳାଚଳ ସେବାସଙ୍ଘର ସୁଦକ୍ଷ ସଙ୍ଗଠକ ବୃନ୍ଦ ଯଥା ସଭାପତି ବିଘ୍ନେଶ୍ୱର ରାଉତ, ସମ୍ପାଦକ ରବୀନ୍ଦ୍ରନାଥ ପ୍ରଧାନ, ଡ଼ଃ ଅଶୋକ ଚୌଧୁରୀ,ଅଭୟ ପ୍ରଧାନ, ଅଶୋକ ପ୍ରଧାନ(କ), କ୍ଷୀରୋଦ ପାତ୍ର,ଗଜେନ୍ଦ୍ର ସାମନ୍ତ, ଅଭିରାମ ସୁତାର, ଅଶୋକ ପ୍ରଧାନ (ଖ), ଜିତେନ୍ଦ୍ର ମହାପାତ୍ର, ଅଜୟ ପ୍ରଧାନ, ପଙ୍କଜ ମହାନ୍ତି, ନିଶୀଦ୍ଧ କୁମାର ଦାଶ, ରଙ୍କନିଧି ସାହୁ, ବିଜୟ ସାହୁ, ଦିଲ୍ଲୀପ କୁମାର ସ୍ୱାଇଁ, ସନାତନ ମିଶ୍ର, ବିଜୟ କୁମାର ସାହୁ, ଅମୁଲ୍ୟ ଓଝା, ସୁକାନ୍ତ ସାହୁ, ଏବଂ ମନ୍ଦିର ମୁଖ୍ୟ ପରିଚାଳକ ରଶ୍ମି ରଞ୍ଜନ ବେହେରା ତଥା ସହପରିଚାଳକ ଶଶୀକାନ୍ତ ସାହୁ, ସଂଜୀବ ଜେନା ଓ ମନ୍ଦିରର ପୂଜକବୃନ୍ଦ ଯଥା ସନାତନ ପାଢ଼ୀ, ଦେବବ୍ରତ ମିଶ୍ର, ଜଗବନ୍ଧୁ ଦାଶ, ପ୍ରେମାନନ୍ଦ ଶତପଥି, ସନ୍ତୋଷ ପଣ୍ଡା ଓ ପ୍ରଶାନ୍ତ ଦାଶ ପ୍ରମୁଖଙ୍କର ଭୂମିକା ଉଲ୍ଲେଖଯୋଗ୍ୟ ଥିଲା।


News Comment




Photo in News

Advertisment
Lastest News
  ଜିଲ୍ଲା  
ସମଲେଇ ମନ୍ଦିରରେ ହୁଳହୁଲି ଓ ଶଙ୍ଖଫୁଙ୍କା ପ୍ରତିଯୋଗିତା♦️ ପିପି ଏକାଡେମୀରେ କବିତା ଆସର   27-Oct-2026
  ଜିଲ୍ଲା  
ଅଲ୍ ଇଣ୍ଡିଆ ପୋଷ୍ଟାଲ ଏମ୍ପ୍ଲଇଜ୍ ୟୁନିଅନ୍ ଗ୍ରୁପ୍-ସି, ବଲାଙ୍ଗୀର ଡାକ ମଣ୍ଡଲ ର ୧୩ତମ ଦ୍ୱିବାର୍ଷିକ ମଣ୍ଡଳ ଅଧିବେଶନ   27-Oct-2026
  ଜିଲ୍ଲା  
ଦଶହରା ଫୁଟବଲ ଧମାକା ଝାରମୁଣ୍ଡା -2026   27-Oct-2026
  ଜିଲ୍ଲା  
ଅଇଁଲାମୁଣ୍ଡା ଠାରେ ଡ଼ୁମାଳ ସମାଜର ମାହେଶ୍ୱରୀ ଖୁଣ୍ଟ ପୂଜା ଅନୁଷ୍ଠିତ   27-Oct-2026
  ଜିଲ୍ଲା  
ଲକ୍ଷେ ଘର ଗଣ୍ଡା ସମାଜ ପକ୍ଷରୁ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   27-Oct-2026
  ଜିଲ୍ଲା  
ଜୋନକନ୍-୨୦୨୬ରେ ଜେସିଆଇ ଟିଟିଲାଗଡ଼ ସିଟିର ଐତିହାସିକ ସଫଳତା: ଶୈଳେଶ ପ୍ରସାଦ ଗୋଏଲ ଶ୍ରେଷ୍ଠ ସଭାପତି   27-Oct-2026
  ଜିଲ୍ଲା  
ଚିନାଯୁରୀରେ ପଂଚାୟତସ୍ତରୀୟ ଜନ ଅଭିଯୋଗ ଶୁଣାଣୀ   27-Oct-2026
  ରାଜ୍ୟ  
ବରିଷ୍ଠ ନୋଟାରୀ ଅଶ୍ୱିନୀ ମିଶ୍ର ଙ୍କ ବିୟୋଗରେ ଜିଲ୍ଲା ଓକିଲ ସଂଘ ପକ୍ଷରୁ ଶୋକସଭା   27-Oct-2026
  ଜିଲ୍ଲା  
ସଂକଳ୍ପ ଖୋଲୁଛି ସୁଯୋଗର ଦ୍ୱାର, ସାହସ ଦେଉଛି ପରିବର୍ତ୍ତନକୁ ଗତି: ଓଡ଼ିଶାର ମହିଳାଙ୍କ ହାତରେ ନୂଆ ଭବିଷ୍ୟତର ଷ୍ଟିଅରିଂ   27-Oct-2026
  ଜିଲ୍ଲା  
ଲୋଇସିଂହା ଠାରେ ବିଜେପି ପକ୍ଷରୁ ଯଶସ୍ବୀ ପ୍ରଧାନମନ୍ତ୍ରୀ ଙ୍କ ବାପା ଓ ମା ପ୍ରତି ଅଶାଳୀନ ମନ୍ତବ୍ୟ କୁ ନେଇ କଂଗ୍ରେସ ଅଧ୍ୟକ୍ଷ ଙ୍କ ବିରୁଦ୍ଧରେ ପ୍ରତିବାଦ କାର୍ଯ୍ୟକ୍ରମ   26-Oct-2026
  ଜିଲ୍ଲା  
ବଲାଙ୍ଗୀରିଏନ ବୀରାଙ୍ଗନା”ଅନୁଷ୍ଠାନ ପକ୍ଷରୁ ନ୍ୟୁତ୍ୟ ପ୍ରତିଯୋଗୀତା   26-Oct-2026
  ଜିଲ୍ଲା  
ଜାତୀୟ ଲନ୍‌ବଲ୍‌ ଉଦ୍‌ଯାପିତ: ଓଡ଼ିଶାକୁ ୩ ସ୍ବର୍ଣ୍ଣ ସହ ୫ ପଦକ ରାଜେଶ୍ବରୀ ବ୍ୟକ୍ତିଗତ ବର୍ଗ, ଓଡ଼ିଶା ୧୮ବର୍ଷରୁ କମ୍‌ ବର୍ଗରେ ଓଭରଅଲ୍‌ ବିଜେତା   26-Oct-2026

You Might Also Like