-+91-9937148622 |

prerana_bgr@rediffmail.com |

  Saturday 13th December 2025 |

| | | |

R.N.I. Regd No. ODIODI/2010/46693

Breaking News

ଲୁତୁରପଙ୍କ କ୍ରିକେଟ କପ୍ ର ଚଏସ ଲଳିଙ୍ଗ ଉତ୍ସବ   (13-Dec-2025)       ||      ତୋଷାଳୀ ବିଦ୍ୟାମନ୍ଦିରର ସପ୍ତମ ବାର୍ଷିକ କ୍ରୀଡା ଉତ୍ସବ   (13-Dec-2025)       ||      ବନବିଭାଗ ର ବଡ ସଫଳତା, ୪ ଟ୍ରାକ୍ଟର ଖଇର ଗଣ୍ଡି ଜବତ, ହେଲେ କାଠ ମାଫିଆ କିମ୍ବା ଗାଡି ଜବତ କରିବାରେ ବିଫଳ   (13-Dec-2025)       ||      ନୂଆପଡାରେ ଆପଣଙ୍କ ପୁଞ୍ଜି ଆପଣଙ୍କ ଅଧିକାର କାର୍ଯ୍ୟକ୍ରମ ଅନୁଷ୍ଠିତ   (13-Dec-2025)       ||      ସୋନପୂର ରେଡ କସ କ୍ୟାମ୍ପ: ସେବା ସୁସ୍ଥ ମାନବବାଦର ବାର୍ତ୍ତା ଦିଏ    (13-Dec-2025)       ||      ସୋନପୂର ରେଡ କସ କ୍ୟାମ୍ପ: ସେବା ସୁସ୍ଥ ମାନବବାଦର ବାର୍ତ୍ତା ଦିଏ    (13-Dec-2025)       ||      ଝାରସୁଗୁଡ଼ା: ଏସ୍. ୟୁ. ଜେ ର ଫେବୃଆରୀ ୧୧ ରାଜ୍ୟ ବାର୍ଷିକ ଉତ୍ସବର ରୂପରେଖ ସମ୍ପର୍କରେ ଆଲୋଚନା    (12-Dec-2025)       ||      ବାଲେଶ୍ୱର – ଜିଲ୍ଲାସ୍ତରୀୟ ଯୁବୋତ୍ସବ ଉଦଘାଟିତ   (12-Dec-2025)       ||      ବୁଢୀବଲଣ୍ଡl ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପୂର୍ବତନ ପ୍ରଧାନଶିକ୍ଷକଙ୍କୁ ଅର୍ଥ ତୋଷlରପାତ ମାମଲାରେ ୪ବର୍ଷ ଜେଲ ଦଣ୍ଡାଦେଶ   (12-Dec-2025)       ||      ଜିଲ୍ଲାସ୍ତରୀୟ ଯୁବୋତ୍ସବ ନିମନ୍ତେ ବିଭିନ୍ନ ପ୍ରତିଯୋଗିତା   (12-Dec-2025)       ||      *ନୂଆପଡ଼ା ଜିଲ୍ଲା ଯୋଙ୍କ ପୋଲିସ କୁ ବଡ ସଫଳତା, ୫୭ ଜଣ ଦାଦନ ଶ୍ରମିକ ମହିଳା,ଓ ନାବାଳକ ଙ୍କୁ ଉଦ୍ଧାର, ଜଣେ ଦଲାଲ ଗିରଫ*   (12-Dec-2025)       ||      କୃଷି ସମବାୟ ସମିତି ବୋଡ଼େନରେ ଧାନ ମଣ୍ଡି ଉଦଘାଟନ   (12-Dec-2025)       ||      ହିତାଧିକାରୀଙ୍କୁ ଅଧିକାରୀଙ୍କ ଜୁହାର,ଘର ସମ୍ପୂର୍ଣ୍ଣ କରିବାକୁ ଅନୁରୋଧ   (12-Dec-2025)       ||      ହଧାନର ମନ୍ଥରତାରୁ ସମାଧାନ ପାଇଁ ଅତାବିରା ଏନ୍ଏସି ସ୍ତରୀୟ ଚାଷୀଙ୍କ ବୈଠକ   (12-Dec-2025)       ||      *ଉପ ଜିଲ୍ଲାପାଳ ଓ ଡିଏସପି ଙ୍କୁ ସହର ବାସୀଙ୍କ ପକ୍ଷରୁ ସ୍ବାଗତ ସମ୍ବର୍ଧନା*-   (12-Dec-2025)       ||      *ଆସନ୍ତା କାଲି ଠୁ ସୁବର୍ଣ୍ଣପୁର ଡିଷ୍ଟ୍ରିକ୍ ଏନୁଏଲ ଏଥଲେଟିକ ମିଟ*   (12-Dec-2025)       ||      *ନବରଙ୍ଗପୁରରେ କ୍ଷତ୍ରିୟ ଧାକଡ ସମାଜ ପଦାଧିକାରୀ ବୈଠକ*   (12-Dec-2025)       ||      ମନମୁଣ୍ଡା ହାଇସ୍କୁଲର ବାର୍ଷିକ କ୍ରୀଡା ଉତ୍ସବ ଉଦଯାପିତ    (12-Dec-2025)       ||      ମଣ୍ଡଳସ୍ତରୀୟ କୁଇଜ୍ ପ୍ରତିଯୋଗିତା    (12-Dec-2025)       ||      ଅନ୍ତର୍ଜାତୀୟ ପ୍ରତିଯୋଗିତା ଓଡିଶା ମାଷ୍ଟର୍ସ ୨୦୨୫ ■ ସେମଫାଇନାଲ ଲାଇନ ଅପ ଚୂଡାନ୍ତ   (12-Dec-2025)       ||     

HOME   ରାଜ୍ୟ

ଦିଲ୍ଲୀର ହାଉଜଖାସ ଜଗନ୍ନାଥ ମନ୍ଦିରରେ ବାହୁଡା଼ ଯାତ୍ରା ସମ୍ପନ୍ନ

05-Jul-2025



ନୂଆଦିଲ୍ଲୀ(ପ୍ରେରଣା ଖବର): ନୂଆଦିଲ୍ଲୀର ହାଉଜଖାସସ୍ଥିତ ଜାତୀୟ ରାଜଧାନୀ କ୍ଷେତ୍ରର ପ୍ରମୁଖ ଜଗନ୍ନାଥ ମନ୍ଦିରଠାରେ ୪୭ତମ ପବିତ୍ର ବାହୁଡା଼ ଯାତ୍ରା ପର୍ବ ଆଧ୍ୟାତ୍ମିକ ଉତ୍ସ୍ୱାସ ଓ ଭକ୍ତିପୂତ ପରିବେଶ ମଧ୍ୟରେ ଅନୁଷ୍ଠିତ ହୋଇଯାଇଛି। ଏହି ମହୋତ୍ସବ ଉପଲକ୍ଷେ ବଢ଼ି ଭୋରରୁ ମୁଖ୍ୟ ମନ୍ଦିରର ବେସମେଣ୍ଟସ୍ଥିତ ଶ୍ରୀ ଗୁଣ୍ଡିଚା ମନ୍ଦିରର ଆଡ଼ପ ମଣ୍ଡପରେ ବିରାଜମାନ କରୁଥିବା ଚାରି ଦୀଅଁ ମାନଙ୍କ ସାମ୍ନାରେ ପୂଜାର୍ଚ୍ଚନା ଓ ନୀତିକାନ୍ତି ଧାର୍ମିକ ବିଧି ମୁତାବକ ସମ୍ପନ୍ନ କରାଯାଇଥିଲା। ଏହା ପରେ ଦିନ ୪ଟା ବେଳେ ହରିବୋଲ, ହୁଳହୁଳି, ଜୟ ଜଗନ୍ନାଥ ଏବଂ ଶଙ୍ଖ ଧ୍ଵନି ତଥା ବାଦ୍ୟ, କୀର୍ତ୍ତନର ତାଳେ ତାଳେ ଚାରି ଠାକୁରଙ୍କୁ ପୂଜକ ଓ ଭକ୍ତ ମାନେ ଧାଡ଼ି ପହଣ୍ଡି କରି ମନ୍ଦିର ସାମ୍ନା ସ୍ଥିତ ବଡ଼ଦାଣ୍ଡରେ ଦଣ୍ଡାୟମାନ ଥିବା ସୁନ୍ଦର, ସୁଶୋଭିତ ରଥ ଉପରକୁ ଆଣି ଥିଲେ। 
ଅପରାହ୍ନରୁ ଏଠାରେ ହେଉଥିବା ମୁଷଳ ଧାରାରେ ବର୍ଷା ସତେ ଯେପରି ଆକାଶରୁ ମହାପ୍ରଭୁଙ୍କର  ଆଶିଷ ବର୍ଷଣ ସଦୃଶ ପ୍ରତୀୟମାନ ହେଉଥିଲା I 

ଅପରାହ୍ନ ସାଢେ ୪ଟା ସମୟରେ ବିଶିଷ୍ଟ ଅତିଥି ଦିଲ୍ଲୀ ସରକାରର ମନ୍ତ୍ରୀ କପିଳ ମିଶ୍ର ଏବଂ ସୁପ୍ରିମ କୋର୍ଟର ପୂର୍ବତନ ଜଜ ଜଷ୍ଟିସ ଅରିଜିତ ପଶାୟତ ପାରମ୍ପାରିକ ଛେରା ପହଁରା କାର୍ଯ୍ୟ ସମ୍ପନ୍ନ କରିଥିଲେ। ମନ୍ଦିର ପରିଚାଳନା କମିଟି ଶ୍ରୀ ନୀଳାଚଳ ସେବା ସଂଘର ସମ୍ପାଦକ ତଥା ବିଶିଷ୍ଟ ସମାଜସେବୀ ରବୀନ୍ଦ୍ର ନାଥ ପ୍ରଧାନ ସେମାନଙ୍କୁ ଏହି କାର୍ଯ୍ୟରେ ସହଯୋଗ କରିଥିଲେ। I ଏଠାରେ ସନ୍ଧ୍ୟା ୫ଟା ବେଳେ ରଥଟଣାର ଶୁଭାରମ୍ଭ ହୋଇଥିଲା। ହାଉଜଖାସ ଭିଲେଜ ସ୍ଥିତ ଶ୍ରୀ ଜଗନ୍ନାଥ ମାର୍ଗରେ ଅରବିନ୍ଦ ପ୍ଲେସ ମାର୍କେଟ ପର୍ଯ୍ୟନ୍ତ ରଥଟିକୁ ଟଣାଯାଇ ପୁଣି ମନ୍ଦିର ବେଢ଼ା ନିକଟକୁ ଫେରାଇ ଅଣାଯାଇଥିଲା। ଦିଲ୍ଲୀର ରାଜ ରାସ୍ତାରେ ରାଜକୀୟ ରଥ ଉପରେ ମହାପ୍ରଭୁଙ୍କର ବାହୁଡ଼ାଯାତ୍ରା ଏବଂ ଜନଗହଳି ମଧ୍ୟରେ ଭକ୍ତ ଓ ଭଗବାନଙ୍କର ଅପୂର୍ବ ଚକ୍ଷୁ ମିଳନର ଦୃଶ୍ୟ ବେଶ୍ ହୃଦୟସ୍ପର୍ଶୀ ଥିଲା। ମନ୍ଦିର ଅଗଣାକୁ ଫେରିବା ପରେ ରଥ ଉପରେ ବିଦ୍ୟମାନ ଜଗତର ନାଥ ଶ୍ରୀ ଜଗନ୍ନାଥ, ବଡ଼ଭାଇ ପ୍ରଭୁ ବଳଭଦ୍ର, ଦେବୀ ସୁଭଦ୍ରା ଓ ପ୍ରଭୁ ସୁଦର୍ଶନ, ଭକ୍ତ ମାନଙ୍କୁ ଦିବ୍ୟ ଦର୍ଶନ ପ୍ରଦାନ କରିଥିଲେ। ବିଳମ୍ବିତ ରାତିରେ ପୁଣି ସାହିରୋଷଣୀ କରାଯାଇ ଚତୁର୍ଦ୍ଧା ମୂର୍ତ୍ତିଙ୍କୁ ରଥ ଉପରୁ ନିଆଯାଇ ନାଟ୍ୟ ମଣ୍ଡପଠାରେ ଆସୀନ କରାଯାଇଥିଲା। ମହାପ୍ରଭୁ ନାଟ୍ୟମଣ୍ଡପ ଠାରେ ଆସନ୍ତା ୮ ତାରିଖ ନୀଳାଦ୍ରିବିଜେ ପର୍ଯ୍ୟନ୍ତ ଅବସ୍ଥାନ କରିବେ ବୋଲି ମନ୍ଦିର ପରିଚାଳନା କମିଟି ସୂତ୍ରରୁ ପ୍ରକାଶ। 
                                              ବାହୁଡ଼ା ଯାତ୍ରା ଅବସରରେ ଏକ ରଙ୍ଗାରଙ୍ଗ ସାଂସ୍କୃତିକ କାର୍ଯ୍ୟକ୍ରମର ଆୟୋଜନ କରାଯାଇଥିଲା। ଏମଧ୍ୟରେ ପ୍ରଖ୍ୟାତ ନୃତ୍ୟ ସଂରଚକ ଶାଶ୍ୱତ ଯୋଶୀ ଏବଂ ସାଥି ଙ୍କର ମନଲୋଭା ନୃତ୍ୟ,ସମ୍ବଲପୁରର ଟ୍ରାଇବାଲ ଏଣ୍ଡ ଫୋକ ଆର୍ଟ ସେଣ୍ଟରର କଳାକାର ମାନଙ୍କ ଦ୍ୱାରା ଦମଦାର ସମ୍ବଲପୁରୀ ଲୋକ ନୃତ୍ୟ ଓ ପ୍ରସିଦ୍ଧ କଣ୍ଠଶିଳ୍ପୀ ଇରା ମହାନ୍ତି, ସୌରଭ ଭରଦ୍ୱାଜ ଏବଂ ଦିପ୍ତିମୟୀ ଦାସ ଙ୍କ ଦ୍ୱାରା ସୁମଧୁର ଭଜନ ପରିବେଷଣ ଆଦି ଅନ୍ତର୍ଭୁକ୍ତ ଥିଲା । ସମସ୍ତ ସାଂସ୍କୃତିକ କାର୍ଯ୍ୟକ୍ରମକୁ ସୁଦକ୍ଷ ଉପସ୍ଥାପିକା ସ୍ଵର୍ଣପ୍ରଭା ପତି ସୂଚାରୁ ରୂପେ ସଞ୍ଚାଳନା କରିଥିଲେ। 
                                               ବାହୁଡ଼ା ଯାତ୍ରାକୁ ଦକ୍ଷତାର ସହିତ ଆୟୋଜନ ଏବଂ ସଫଳତା ସହିତ ସମାପନ କରାଯିବାରେ ମନ୍ଦିର ପରିଚାଳନା କମିଟି ଶ୍ରୀ ନୀଳାଚଳ ସେବାସଙ୍ଘର ସୁଦକ୍ଷ ସଙ୍ଗଠକ ବୃନ୍ଦ ଯଥା ସଭାପତି ବିଘ୍ନେଶ୍ୱର ରାଉତ, ସମ୍ପାଦକ ରବୀନ୍ଦ୍ରନାଥ ପ୍ରଧାନ, ଡ଼ଃ ଅଶୋକ ଚୌଧୁରୀ,ଅଭୟ ପ୍ରଧାନ, ଅଶୋକ ପ୍ରଧାନ(କ), କ୍ଷୀରୋଦ ପାତ୍ର,ଗଜେନ୍ଦ୍ର ସାମନ୍ତ, ଅଭିରାମ ସୁତାର, ଅଶୋକ ପ୍ରଧାନ (ଖ), ଜିତେନ୍ଦ୍ର ମହାପାତ୍ର, ଅଜୟ ପ୍ରଧାନ, ପଙ୍କଜ ମହାନ୍ତି, ନିଶୀଦ୍ଧ କୁମାର ଦାଶ, ରଙ୍କନିଧି ସାହୁ, ବିଜୟ ସାହୁ, ଦିଲ୍ଲୀପ କୁମାର ସ୍ୱାଇଁ, ସନାତନ ମିଶ୍ର, ବିଜୟ କୁମାର ସାହୁ, ଅମୁଲ୍ୟ ଓଝା, ସୁକାନ୍ତ ସାହୁ, ଏବଂ ମନ୍ଦିର ମୁଖ୍ୟ ପରିଚାଳକ ରଶ୍ମି ରଞ୍ଜନ ବେହେରା ତଥା ସହପରିଚାଳକ ଶଶୀକାନ୍ତ ସାହୁ, ସଂଜୀବ ଜେନା ଓ ମନ୍ଦିରର ପୂଜକବୃନ୍ଦ ଯଥା ସନାତନ ପାଢ଼ୀ, ଦେବବ୍ରତ ମିଶ୍ର, ଜଗବନ୍ଧୁ ଦାଶ, ପ୍ରେମାନନ୍ଦ ଶତପଥି, ସନ୍ତୋଷ ପଣ୍ଡା ଓ ପ୍ରଶାନ୍ତ ଦାଶ ପ୍ରମୁଖଙ୍କର ଭୂମିକା ଉଲ୍ଲେଖଯୋଗ୍ୟ ଥିଲା।


News Comment




Photo in News

Advertisment
Lastest News
  ଜିଲ୍ଲା  
ଲୁତୁରପଙ୍କ କ୍ରିକେଟ କପ୍ ର ଚଏସ ଲଳିଙ୍ଗ ଉତ୍ସବ   13-Dec-2025
  ଜିଲ୍ଲା  
ତୋଷାଳୀ ବିଦ୍ୟାମନ୍ଦିରର ସପ୍ତମ ବାର୍ଷିକ କ୍ରୀଡା ଉତ୍ସବ   13-Dec-2025
  ଜିଲ୍ଲା  
ବନବିଭାଗ ର ବଡ ସଫଳତା, ୪ ଟ୍ରାକ୍ଟର ଖଇର ଗଣ୍ଡି ଜବତ, ହେଲେ କାଠ ମାଫିଆ କିମ୍ବା ଗାଡି ଜବତ କରିବାରେ ବିଫଳ   13-Dec-2025
  ଜିଲ୍ଲା  
ନୂଆପଡାରେ ଆପଣଙ୍କ ପୁଞ୍ଜି ଆପଣଙ୍କ ଅଧିକାର କାର୍ଯ୍ୟକ୍ରମ ଅନୁଷ୍ଠିତ   13-Dec-2025
  ଜିଲ୍ଲା  
ସୋନପୂର ରେଡ କସ କ୍ୟାମ୍ପ: ସେବା ସୁସ୍ଥ ମାନବବାଦର ବାର୍ତ୍ତା ଦିଏ   13-Dec-2025
  ଜିଲ୍ଲା  
ସୋନପୂର ରେଡ କସ କ୍ୟାମ୍ପ: ସେବା ସୁସ୍ଥ ମାନବବାଦର ବାର୍ତ୍ତା ଦିଏ   13-Dec-2025
  ଜିଲ୍ଲା  
ଝାରସୁଗୁଡ଼ା: ଏସ୍. ୟୁ. ଜେ ର ଫେବୃଆରୀ ୧୧ ରାଜ୍ୟ ବାର୍ଷିକ ଉତ୍ସବର ରୂପରେଖ ସମ୍ପର୍କରେ ଆଲୋଚନା   12-Dec-2025
  ଜିଲ୍ଲା  
ବାଲେଶ୍ୱର – ଜିଲ୍ଲାସ୍ତରୀୟ ଯୁବୋତ୍ସବ ଉଦଘାଟିତ   12-Dec-2025
  ଜିଲ୍ଲା  
ବୁଢୀବଲଣ୍ଡl ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପୂର୍ବତନ ପ୍ରଧାନଶିକ୍ଷକଙ୍କୁ ଅର୍ଥ ତୋଷlରପାତ ମାମଲାରେ ୪ବର୍ଷ ଜେଲ ଦଣ୍ଡାଦେଶ   12-Dec-2025
  ଜିଲ୍ଲା  
ଜିଲ୍ଲାସ୍ତରୀୟ ଯୁବୋତ୍ସବ ନିମନ୍ତେ ବିଭିନ୍ନ ପ୍ରତିଯୋଗିତା   12-Dec-2025
  ଜିଲ୍ଲା  
*ନୂଆପଡ଼ା ଜିଲ୍ଲା ଯୋଙ୍କ ପୋଲିସ କୁ ବଡ ସଫଳତା, ୫୭ ଜଣ ଦାଦନ ଶ୍ରମିକ ମହିଳା,ଓ ନାବାଳକ ଙ୍କୁ ଉଦ୍ଧାର, ଜଣେ ଦଲାଲ ଗିରଫ*   12-Dec-2025
  ଜିଲ୍ଲା  
କୃଷି ସମବାୟ ସମିତି ବୋଡ଼େନରେ ଧାନ ମଣ୍ଡି ଉଦଘାଟନ   12-Dec-2025

You Might Also Like