-+91-9937148622 |

prerana_bgr@rediffmail.com |

  Sunday 25th October 2026 |

| | | |

R.N.I. Regd No. ODIODI/2010/46693

Breaking News

ସଦାଇପାଲିରେ ଆରମ୍ଭ ହେଲା ୩୦ତମ ବର୍ଷ ଗଜଲକ୍ଷ୍ମୀ ପୂଜା କଳସ ଯାତ୍ରାରେ ସାମିଲ ହେଲେ ଶତାଧିକ ମହିଳା ଓ ବ୍ରତଧାରୀ   (25-Oct-2026)       ||      ଜାତୀୟ ଲନ୍‌ବଲ୍‌: ସେମିଫାଇନାଲ୍‌ରେ ଶୁଭ୍ରାଂଶୁ, ରାଜେଶ୍ବର   (25-Oct-2026)       ||      ରାଜବୈଦ୍ୟ ଚିନ୍ତାମଣି ବେହେରା ସ୍ମୃତି ପରିଷଦ, ବଲାଙ୍ଗିରର ପଞ୍ଚମ ବାର୍ଷିକ ଉତ୍ସବ ଅନୁଷ୍ଠିତ   (25-Oct-2026)       ||      ମେରାହୁନର “ପକ୍ଷରୁ ଆର୍ଟ ଏଣ୍ଡ କ୍ରାଫ୍ଟ” ଓ ସଂପୂର୍ଣ୍ଣା ପକ୍ଷରୁ ମେହେନ୍ଦି ପ୍ରତିଯୋଗିତା   (25-Oct-2026)       ||      ରାଜବୈଦ୍ୟ ଚିନ୍ତାମଣି ବେହେରା ସ୍ମୃତି ପରିଷଦ, ବଲାଙ୍ଗିରର ପଞ୍ଚମ ବାର୍ଷିକ ଉତ୍ସବ ଅନୁଷ୍ଠିତ   (25-Oct-2026)       ||      ଘରୋଇ ବସରୁ ୩. ୭୭୫ କେଜି ଗଞ୍ଜେଇ ଜବତ,ଦୁଇ ଅଭିଯୁକ୍ତ ଗିରଫ   (25-Oct-2026)       ||      ଗୋପାଳଜୀ ଉଚ୍ଚ ବିଦ୍ୟାଳୟରେ ବନ୍ଧୁ ମିଳନ ଓ ଗୁରୁପୂଜନ ଉତ୍ସବ ପାଳନ   (25-Oct-2026)       ||      ସାମ୍ବାଦିକ ଙ୍କ ପିତୃ ବିୟୋଗ   (25-Oct-2026)       ||      ପଶ୍ଚିମବଙ୍ଗକୁ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ : ପୋଲିସ ଜାଲରେ ଆନ୍ତଃରାଜ୍ୟ ମହିଳା ଚାଲାଣକାରୀ ସହ ଗଞ୍ଜେଇ ଜବତ   (25-Oct-2026)       ||      ଭରତ ଜାତିସଂଘ ପାଣ୍ଠି ଗ୍ଲୋବାଲ୍ ସାଉଥ୍ ସହିତ ଭାରତର ବ୍ୟାପକ ଭାଗିଦାରୀ ର ଏକ ଅଂଶ: ସଂଗୀତା ସିଂଦେଓ    (25-Oct-2026)       ||      ଲୋଇସିଂହା ଓ ଆଗଲପୁର ଗୋଣ୍ଡୱାନା ଗୋଣ୍ଡ ସମାଜ ର ବ୍ଲକ ସ୍ତରୀୟ ନୂଆଁଖାଇ ଭେଟଘାଟ୍   (24-Oct-2026)       ||      ଟାସ୍କଫୋର୍ସ ଅଧ୍ୟକ୍ଷ ଉପମୁଖ୍ୟମନ୍ତ୍ରୀଙ୍କ ଜିଲ୍ଲାରେ ଅନ୍ୟରାଜ୍ୟର ଦାଦନମାଫିଆ ସେଠ୍ ମାନଙ୍କର ଅବାଧ ବିଚରଣ♦️କୋଟିପତି ସର୍ଦ୍ଦାରଙ୍କ ଅନ୍ୟାୟୋପାର୍ଜିତ ସମ୍ପତ୍ତିର ଇଡି ତଦନ୍ତ ହେଉ  !     (24-Oct-2026)       ||      ଚିନାଜୁରୀ ଠାରେ ନୂତନ ପେକ୍ସ ଗଠନ ପାଇଁ ପ୍ରସ୍ତୁତି ବୈଠକ   (24-Oct-2026)       ||      ବିଶ୍ୱ ପୋଲିଓ ଦିବସ ଅବସରରେ ରୋଟାରୀ ଜିଲ୍ଲା ୩୨୬୨ ପକ୍ଷରୁ ବିଶାଳ ମାରାଥନ୍ ଆୟୋଜିତ   (24-Oct-2026)       ||      ସ୍ୱାସ୍ଥ୍ୟସେବା ଓ ଆୟୁଷ୍ମାନ ବାୟୋ ବନ୍ଦନା କାର୍ଡ ରେଜିଷ୍ଟ୍ରେସନ ଶିବିର    (24-Oct-2026)       ||      ବରଗଡ଼ରେ ୨୪ଟି ଦିବ୍ୟ ରୂପରେ ମହାପ୍ରଭୁଙ୍କ ଦର୍ଶନ, ଉଦଯାପିତ ହେଲା ୨୪ ଦିବ୍ୟ ବେଶ ସମ୍ଭାର   (24-Oct-2026)       ||      ଶୁଭ୍ରାଂଶୁ, ରୋଶନୀ, ସୀମାଙ୍କ କ୍ରମାଗତ ବିଜୟ ଜାତୀୟ ଲନ୍‌ବଲ୍‌ ଦ୍ବିତୀୟ ଦିନ   (24-Oct-2026)       ||      ବରିଷ୍ଠ ଆଇନଜୀବୀ ଅଶ୍ୱିନୀ ମିଶ୍ର ଙ୍କ ପରଲୋକ    (24-Oct-2026)       ||      ନିଖୋଜ ପ୍ରେମୀ ଯୁଗଳ ଙ୍କ ଝୁଲନ୍ତା ମୃତ ଦେହ ବେହେରା ସ୍ଥିତ ଭଣ୍ଡାର ଡ଼ଙ୍ଗରି ରୁ ଉଦ୍ଧାର   (24-Oct-2026)       ||      ବଲାଙ୍ଗୀରରେ ତ୍ରିଦିବସୀୟ ସଂସ୍କୃତ ଭାଷାବୋଧନ ବର୍ଗର ଉଦ୍‌ଯାପନୀ ସମାରୋହ   (24-Oct-2026)       ||     

HOME   ଜିଲ୍ଲା

ସୋନପୁର ଠାରେ ଓଡ଼ିଶା ରାଜସ୍ୱ ଅମଲା ସଂଘର କଳା ବ୍ଯାଜ ପରିଧାନ

07-Jul-2025



ସୁବର୍ଣ୍ଣପୁର (ମନୋରଞ୍ଜନ ତ୍ରିପାଠୀ)
 ଓଡ଼ିଶା ରାଜସ୍ୱ ଅମଲା ସଂଘର ଏକ ଗୁରୁତ୍ବପୁର୍ଣ ରାଜ୍ୟ କାର୍ଯ୍ୟକାରିଣୀ ବୈଠକ ର ନିଷ୍ପତ୍ତି ଅନୁସାରେ ଗତ ଜୁନ ୨୫ ତାରିଖରେ  ଓଡ଼ିଶା ରାଜସ୍ୱ ଅମଲା ସଂଘ ଜିଲ୍ଲା ଶାଖା ସୁବର୍ଣ୍ଣପୁରର ଜିଲ୍ଲା ଅଧ୍ୟକ୍ଷ ନୀଳାମ୍ବର ଶତପଥୀଙ୍କ ନେତୃତ୍ଵରେ ଦଶଦଫା ଦାବି ସମ୍ବଳିତ ଦାବି ପତ୍ର ସୁବର୍ଣ୍ଣପୁର ଜିଲ୍ଲାପାଳଙ୍କ ଜରିଆରେ ରାଜ୍ୟ ସରକାରଙ୍କ ଉଦ୍ଧେଶ୍ୟରେ ପ୍ରଦାନ କରାଯାଇଥିଲା I ଯଦି ୧୫ ଦିନ ମଧ୍ୟରେ ରାଜ୍ୟ ସରକାର ଦାବି ଗୁଡିକ ପୂରଣ କରିବାରେ ଅବହେଳା ପ୍ରଦର୍ଶନ କରନ୍ତି,  ତାହାହେଲେ ଜୁଲାଇ ୭ ତାରିଖ ଠାରୁ ୧୧ ତାରିଖ ପର୍ଯ୍ୟନ୍ତ କଳା ବ୍ୟାଜ୍ ପରିଧାନ କରିବ ବୋଲି ନିଷ୍ପତ୍ତି ହୋଇଥିଲା l ପୂର୍ବ ନିର୍ଦ୍ଧାରିତ ନିଷ୍ପତ୍ତି ଅନୁସାରେ ଆଜି ସୁବର୍ଣ୍ଣପୁର ଜିଲ୍ଲାର ସମସ୍ତ ରାଜସ୍ଵ ଅମଲା କର୍ମଚାରୀ କଳା ବ୍ୟାଜ୍ ପରିଧାନ କରି ସରକାରଙ୍କ ଚରମ ଅବହେଳା କୁ ବିରୋଧ କରିଥିଲେ l ପ୍ରକାଶଥାଉ କି, ଜିଲ୍ଲା ସ୍ତରରେ କାର୍ଯ୍ୟରତ ରାଜସ୍ୱ ଅମଲା ମାନଙ୍କର ଦୀର୍ଘଦିନର  ଦାବି ପୂରଣ କରିବା ପ୍ରତି ରାଜ୍ୟ ସରକାରଙ୍କ ବୈମାତୃକ ମନୋଭାବ ପୋଷଣ କରୁଥିବା ଯୋଗୁଁ ଜିଲ୍ଲା ସ୍ତରରେ ଅମଲା ମାନଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଇଥିଲା | 
ଦାବି ଗୁଡିକ ମଧ୍ୟ ରେ ମୁଖ୍ୟତଃ, ଜିଲ୍ଲା ସ୍ତରୀୟ କାର୍ଯ୍ୟରତ ରାଜସ୍ୱ ଅମଲା ମାନଙ୍କ ମୂଳ ଦରମା ORSP-୨୦୧୭ ନିୟମ ଅନୁଯାଇ ଲେବେଲ- ୯ କୁ ବୃଦ୍ଧି କରାଯାଉ | ରାଜ୍ୟ ସରକାରଙ୍କ ସାଧାରଣ ପ୍ରଶାସନ ଏବଂ ଅଭିଯୋଗ ବିଭାଗର ପତ୍ର ସଂଖ୍ୟା :- ୮୮୯୮ ତାରିଖ – ୧୫-୦୩-୨୦୨୪ ଅନୁଯାୟୀ ସମସ୍ତ ଜିଲ୍ଲାପାଳ ମାନଙ୍କ ଦ୍ଵାରା ପ୍ରଦାନ କରାଯାଇଥିବା ତଥ୍ୟ କୁ ଆଧାର କରି ନୂତନ ପଦବୀ ସୃଷ୍ଟି ଓ ପଦବୀ ପୁନର୍ଗଠନ କରାଯାଉ | ରାଜ୍ୟରେ କାର୍ଯ୍ୟରତ ସମସ୍ତ ସରକାରୀ କର୍ମଚାରୀଙ୍କୁ ବାର୍ଷିକ ୨୦ଲକ୍ଷ ଟଙ୍କା ପର୍ଯ୍ୟନ୍ତ ସ୍ୱାସ୍ଥ୍ୟ ବୀମା ଲାଗୁ କରାଯାଉ | ୨୦୨୦ ମସିହାରେ ଲାଗୁ କରାଯାଇଥିବା ପୁନଃ ଥଇଥାନ ଯୋଜନାର ନିୟମାବଳୀକୁ ସମ୍ପୂର୍ଣ ଉଚ୍ଛେଦ କରାଯାଇ ୧୯୯୦ ମସିହାରେ ଲାଗୁ କରାଯାଇଥିବା ନିୟମାବଳୀ ଅନୁଯାଇ ମୃତ ସରକାରୀ କର୍ମଚାରୀଙ୍କ ପରିବାରର ଯେକୌଣସି ଜଣେ ସଦସ୍ୟଙ୍କୁ ଯୋଗ୍ୟତା ଭିତ୍ତିରେ ନିଯୁକ୍ତି ପ୍ରଦାନ କରାଯାଉ | ଓଡ଼ିଶା ରାଜସ୍ଵ ସେବା ପଦ୍ଧତି ରେ ରାଜସ୍ୱ ଅମଲା ମାନଙ୍କୁ ଶତ ପ୍ରତିଶତ ପଦୋନ୍ନତି ଦିଆଯାଉ | ନୂତନ ପେନସନ ଯୋଜନା କୁ ରଦ୍ଦ କରି ସମସ୍ତ ସରକାରୀ କର୍ମଚାରୀ ଙ୍କୁ ପୁରାତନ ପେନସନ ଯୋଜନା ରେ ଅନ୍ତର୍ଭୁକ୍ତ କରାଯାଉ |
ଏହି ପରିପ୍ରେକ୍ଷୀରେ ରାଜ୍ୟ ସରକାରଙ୍କ ସହ ବିଭିନ୍ନ ସମୟରେ ଏବଂ ବିଭିନ୍ନ ମାଧ୍ୟମରେ ପତ୍ରାଳାପ କରିବା ସହିତ ବିଭିନ୍ନ ସ୍ତରରେ ଆଲୋଚନା ମଧ୍ୟ ହୋଇସାରିଛି l କିନ୍ତୁ, ଉପରୋକ୍ତ ସମସ୍ତ ଆଲୋଚନା ପର୍ଯ୍ୟାଲୋଚନା ପରେ ମଧ୍ୟ ବର୍ତ୍ତମାନ ଯାଏଁ ତାହା କାର୍ଯ୍ଯ କାରୀ ହୋଇନାହିଁ l l ଏହି ପରିପ୍ରେକ୍ଷୀରେ, ତଥାପି ରାଜ୍ୟ ସରକାର ଆଗାମୀ ୧୩ ତାରିଖ ସୁଦ୍ଧା  ଉକ୍ତ ଦାବି ଗୁଡିକ ପୂରଣ ନ କରନ୍ତି ତାହେଲେ,  ରାଜ୍ୟ ସଂଘ ର କାର୍ଯ୍ୟକାରିଣୀ ବୈଠକରେ ଗୃହୀତ ହୋଇଥିବା ନିଷ୍ପତ୍ତି ଅନୁସାରେ ଜୁଲାଇ ୧୪ ତାରିଖ ଠାରୁ ସଂପୂର୍ଣ୍ଣ କାର୍ଯ୍ୟ ବନ୍ଦ ଆନ୍ଦୋଳନ କରାଯିବ ବୋଲି ସୁବର୍ଣ୍ଣପୁରର ଜିଲ୍ଲା ଅଧ୍ୟକ୍ଷ ନୀଳାମ୍ବର ଶତପଥୀ, ଉପାଧ୍ୟକ୍ଷ ସହଦେବ ମେହେର, କାର୍ଯ୍ୟକାରୀ ସଭାପତି ଶିତେଶ ପୂଜାହାରୀ,ସମ୍ପାଦକ ବନମାଳୀ ମେହେର ପ୍ରକାଶ କରିଥିଲେ | ଏହି ଅବସରରେ ଜିଲ୍ଲା ସଭାପତି ଜ୍ୟୋତୀ ରଞ୍ଜନ ଦାନୀ, କୋଷାଧ୍ୟକ୍ଷ ଜିତେନ୍ଦ୍ରିୟ ଦୀପ, ଯୁଗ୍ମ ସମ୍ପାଦକ ପ୍ରେମାନନ୍ଦ କୁଅଁର, ମୁଖ୍ୟ ଉପଦେଷ୍ଟା ଅଶୋକ କୁମାର ମିଶ୍ର, ଜିଲ୍ଲା କାର୍ଯ୍ୟପରିଷଦ ସଭ୍ୟ ଶିବଦତ୍ତ ଦାସ, ଦୁଖୀଶ୍ୟାମ ସେଠୀ, ସଞ୍ଜୁକ୍ତା କାଣ୍ଡ, ମଛିନ୍ଦ୍ର ସୁନା, ଶିବାନନ୍ଦ ବାଘ, ବିରେନ୍ଦ୍ର ରଥ, ନିମାଇ ଚରଣ ବେହେରା, ଗୋବିନ୍ଦ ଚନ୍ଦ୍ର ବଢେଇ, ଜ୍ୟୋତ୍ସ୍ନାରାଣୀ ମେହେର, ନିଶିକାନ୍ତ ଦୋରା, ସ୍ଵପ୍ନା ଦୋରା, ରୀତା ଶତପଥୀ, ମମତା ଦୀପ, ମୋନାଲିଶା ନାୟକ, ସୁରେଶ ଶର୍ମା, ରବୀନ୍ଦ୍ର ଶତପଥୀ, ଜୟଦ୍ରଥ ଜଗଦଲା, ରମେଶ ନାଗ, କପିଳ ତ୍ରିପାଠୀ, ସ୍ଵରୂପ ରଞ୍ଜନ ପୂଜହାରୀ, ବିଶ୍ଵରଞ୍ଜନ ମହାପାତ୍ର, ଦିନେଶ ମିଶ୍ର, ମିନି ପଣ୍ଡା, ଅରବିନ୍ଦ ବାରିକ,ଜିତେନ୍ଦ୍ରିୟ ପାଠୀ, ସୂର୍ଯ୍ୟନାରାୟଣ ପୁରୋହିତ, ବାବୁଲାଲ ଦାସ, କଲ୍ୟାଣୀ ନାଗ, ପୀତବାସ ମେହେର, ମେଘନାଦ ମନହିରା, ନିତୁରାଣୀ ମେହେର, ପ୍ରତିଭାରାଣୀ ବାରିକ, ବାଳକୃଷ୍ଣ ଭୋଇ, ଦେୱାନ ପୁଟୁଲିଆ,  ପ୍ରମୁଖଙ୍କ ସହ ଜିଲ୍ଲାର ସମସ୍ତ କାର୍ଯ୍ୟ।ଳୟ ଅମଲା ଓ ଉପବିଭାଗୀୟ ଅଧିକାରୀ  ଉପସ୍ଥିତ ଥିଲେ |


News Comment




Photo in News

Advertisment
Lastest News
  ଜିଲ୍ଲା  
ସଦାଇପାଲିରେ ଆରମ୍ଭ ହେଲା ୩୦ତମ ବର୍ଷ ଗଜଲକ୍ଷ୍ମୀ ପୂଜା କଳସ ଯାତ୍ରାରେ ସାମିଲ ହେଲେ ଶତାଧିକ ମହିଳା ଓ ବ୍ରତଧାରୀ   25-Oct-2026
  ଖେଳ  
ଜାତୀୟ ଲନ୍‌ବଲ୍‌: ସେମିଫାଇନାଲ୍‌ରେ ଶୁଭ୍ରାଂଶୁ, ରାଜେଶ୍ବର   25-Oct-2026
  ଜିଲ୍ଲା  
ରାଜବୈଦ୍ୟ ଚିନ୍ତାମଣି ବେହେରା ସ୍ମୃତି ପରିଷଦ, ବଲାଙ୍ଗିରର ପଞ୍ଚମ ବାର୍ଷିକ ଉତ୍ସବ ଅନୁଷ୍ଠିତ   25-Oct-2026
  ଜିଲ୍ଲା  
ମେରାହୁନର “ପକ୍ଷରୁ ଆର୍ଟ ଏଣ୍ଡ କ୍ରାଫ୍ଟ” ଓ ସଂପୂର୍ଣ୍ଣା ପକ୍ଷରୁ ମେହେନ୍ଦି ପ୍ରତିଯୋଗିତା   25-Oct-2026
  ଜିଲ୍ଲା  
ରାଜବୈଦ୍ୟ ଚିନ୍ତାମଣି ବେହେରା ସ୍ମୃତି ପରିଷଦ, ବଲାଙ୍ଗିରର ପଞ୍ଚମ ବାର୍ଷିକ ଉତ୍ସବ ଅନୁଷ୍ଠିତ   25-Oct-2026
  ଜିଲ୍ଲା  
ଘରୋଇ ବସରୁ ୩. ୭୭୫ କେଜି ଗଞ୍ଜେଇ ଜବତ,ଦୁଇ ଅଭିଯୁକ୍ତ ଗିରଫ   25-Oct-2026
  ଜିଲ୍ଲା  
ଗୋପାଳଜୀ ଉଚ୍ଚ ବିଦ୍ୟାଳୟରେ ବନ୍ଧୁ ମିଳନ ଓ ଗୁରୁପୂଜନ ଉତ୍ସବ ପାଳନ   25-Oct-2026
  ଜିଲ୍ଲା  
ସାମ୍ବାଦିକ ଙ୍କ ପିତୃ ବିୟୋଗ   25-Oct-2026
  ଜିଲ୍ଲା  
ପଶ୍ଚିମବଙ୍ଗକୁ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ : ପୋଲିସ ଜାଲରେ ଆନ୍ତଃରାଜ୍ୟ ମହିଳା ଚାଲାଣକାରୀ ସହ ଗଞ୍ଜେଇ ଜବତ   25-Oct-2026
  ଦେଶ ବିଦେଶ  
ଭରତ ଜାତିସଂଘ ପାଣ୍ଠି ଗ୍ଲୋବାଲ୍ ସାଉଥ୍ ସହିତ ଭାରତର ବ୍ୟାପକ ଭାଗିଦାରୀ ର ଏକ ଅଂଶ: ସଂଗୀତା ସିଂଦେଓ   25-Oct-2026
  ଜିଲ୍ଲା  
ଲୋଇସିଂହା ଓ ଆଗଲପୁର ଗୋଣ୍ଡୱାନା ଗୋଣ୍ଡ ସମାଜ ର ବ୍ଲକ ସ୍ତରୀୟ ନୂଆଁଖାଇ ଭେଟଘାଟ୍   24-Oct-2026
  ଜିଲ୍ଲା  
ଟାସ୍କଫୋର୍ସ ଅଧ୍ୟକ୍ଷ ଉପମୁଖ୍ୟମନ୍ତ୍ରୀଙ୍କ ଜିଲ୍ଲାରେ ଅନ୍ୟରାଜ୍ୟର ଦାଦନମାଫିଆ ସେଠ୍ ମାନଙ୍କର ଅବାଧ ବିଚରଣ♦️କୋଟିପତି ସର୍ଦ୍ଦାରଙ୍କ ଅନ୍ୟାୟୋପାର୍ଜିତ ସମ୍ପତ୍ତିର ଇଡି ତଦନ୍ତ ହେଉ  !    24-Oct-2026

You Might Also Like