-+91-9937148622 |

prerana_bgr@rediffmail.com |

  Monday 26th October 2026 |

| | | |

R.N.I. Regd No. ODIODI/2010/46693

Breaking News

ବରପାଲି ଅଞ୍ଚଳବାସୀଙ୍କ ବହୁ ବର୍ଷର ଦାବି ପୂରଣ ହେବ♦️ ବରପାଲି ରୁ କୁମ୍ଭାରି ରାସ୍ତା ବୁରୋଗାଡ ନଦୀରେ ନିର୍ମାଣ ହେବ ହାଇଲେଭେଲ ବ୍ରିଜ    (26-Oct-2026)       ||      ସମାଜ ପାଠକ ମଂଚ’ର ବୈଠକ ଅନୁଷ୍ଠିତ   (26-Oct-2026)       ||      ଭୁବନେଶ୍ୱର ମହାନଗର ନିଗମ ୱାର୍ଡ ନମ୍ବର ୨୬ରେ ଓଜେସିର ବିଶାଳ କର୍ମକର୍ତ୍ତା ସମ୍ମିଳନୀ    (25-Oct-2026)       ||      ମୃଦୁରେଖା ଡ୍ୟାନ୍ସ ଏକାଡେମୀ’ ପକ୍ଷରୁ ସାଂସ୍କୃତିକ ମହୋତ୍ସବ ‘ମୃଦମ୍-୨୦୨୬’ ଆୟୋଜିତ   (25-Oct-2026)       ||      ସଦାଇପାଲିରେ ଆରମ୍ଭ ହେଲା ୩୦ତମ ବର୍ଷ ଗଜଲକ୍ଷ୍ମୀ ପୂଜା କଳସ ଯାତ୍ରାରେ ସାମିଲ ହେଲେ ଶତାଧିକ ମହିଳା ଓ ବ୍ରତଧାରୀ   (25-Oct-2026)       ||      ଜାତୀୟ ଲନ୍‌ବଲ୍‌: ସେମିଫାଇନାଲ୍‌ରେ ଶୁଭ୍ରାଂଶୁ, ରାଜେଶ୍ବର   (25-Oct-2026)       ||      ରାଜବୈଦ୍ୟ ଚିନ୍ତାମଣି ବେହେରା ସ୍ମୃତି ପରିଷଦ, ବଲାଙ୍ଗିରର ପଞ୍ଚମ ବାର୍ଷିକ ଉତ୍ସବ ଅନୁଷ୍ଠିତ   (25-Oct-2026)       ||      ମେରାହୁନର “ପକ୍ଷରୁ ଆର୍ଟ ଏଣ୍ଡ କ୍ରାଫ୍ଟ” ଓ ସଂପୂର୍ଣ୍ଣା ପକ୍ଷରୁ ମେହେନ୍ଦି ପ୍ରତିଯୋଗିତା   (25-Oct-2026)       ||      ରାଜବୈଦ୍ୟ ଚିନ୍ତାମଣି ବେହେରା ସ୍ମୃତି ପରିଷଦ, ବଲାଙ୍ଗିରର ପଞ୍ଚମ ବାର୍ଷିକ ଉତ୍ସବ ଅନୁଷ୍ଠିତ   (25-Oct-2026)       ||      ଘରୋଇ ବସରୁ ୩. ୭୭୫ କେଜି ଗଞ୍ଜେଇ ଜବତ,ଦୁଇ ଅଭିଯୁକ୍ତ ଗିରଫ   (25-Oct-2026)       ||      ଗୋପାଳଜୀ ଉଚ୍ଚ ବିଦ୍ୟାଳୟରେ ବନ୍ଧୁ ମିଳନ ଓ ଗୁରୁପୂଜନ ଉତ୍ସବ ପାଳନ   (25-Oct-2026)       ||      ସାମ୍ବାଦିକ ଙ୍କ ପିତୃ ବିୟୋଗ   (25-Oct-2026)       ||      ପଶ୍ଚିମବଙ୍ଗକୁ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ : ପୋଲିସ ଜାଲରେ ଆନ୍ତଃରାଜ୍ୟ ମହିଳା ଚାଲାଣକାରୀ ସହ ଗଞ୍ଜେଇ ଜବତ   (25-Oct-2026)       ||      ଭରତ ଜାତିସଂଘ ପାଣ୍ଠି ଗ୍ଲୋବାଲ୍ ସାଉଥ୍ ସହିତ ଭାରତର ବ୍ୟାପକ ଭାଗିଦାରୀ ର ଏକ ଅଂଶ: ସଂଗୀତା ସିଂଦେଓ    (25-Oct-2026)       ||      ଲୋଇସିଂହା ଓ ଆଗଲପୁର ଗୋଣ୍ଡୱାନା ଗୋଣ୍ଡ ସମାଜ ର ବ୍ଲକ ସ୍ତରୀୟ ନୂଆଁଖାଇ ଭେଟଘାଟ୍   (24-Oct-2026)       ||      ଟାସ୍କଫୋର୍ସ ଅଧ୍ୟକ୍ଷ ଉପମୁଖ୍ୟମନ୍ତ୍ରୀଙ୍କ ଜିଲ୍ଲାରେ ଅନ୍ୟରାଜ୍ୟର ଦାଦନମାଫିଆ ସେଠ୍ ମାନଙ୍କର ଅବାଧ ବିଚରଣ♦️କୋଟିପତି ସର୍ଦ୍ଦାରଙ୍କ ଅନ୍ୟାୟୋପାର୍ଜିତ ସମ୍ପତ୍ତିର ଇଡି ତଦନ୍ତ ହେଉ  !     (24-Oct-2026)       ||      ଚିନାଜୁରୀ ଠାରେ ନୂତନ ପେକ୍ସ ଗଠନ ପାଇଁ ପ୍ରସ୍ତୁତି ବୈଠକ   (24-Oct-2026)       ||      ବିଶ୍ୱ ପୋଲିଓ ଦିବସ ଅବସରରେ ରୋଟାରୀ ଜିଲ୍ଲା ୩୨୬୨ ପକ୍ଷରୁ ବିଶାଳ ମାରାଥନ୍ ଆୟୋଜିତ   (24-Oct-2026)       ||      ସ୍ୱାସ୍ଥ୍ୟସେବା ଓ ଆୟୁଷ୍ମାନ ବାୟୋ ବନ୍ଦନା କାର୍ଡ ରେଜିଷ୍ଟ୍ରେସନ ଶିବିର    (24-Oct-2026)       ||      ବରଗଡ଼ରେ ୨୪ଟି ଦିବ୍ୟ ରୂପରେ ମହାପ୍ରଭୁଙ୍କ ଦର୍ଶନ, ଉଦଯାପିତ ହେଲା ୨୪ ଦିବ୍ୟ ବେଶ ସମ୍ଭାର   (24-Oct-2026)       ||     

HOME   ଜିଲ୍ଲା

ପ୍ରକୃତି ବନ୍ଧୁ ପୁରସ୍କାର ପାଇଲେ କବି କେଶବ ଚନ୍ଦ୍ର ନାୟକ

07-Jul-2025



ମାଲକାନଗିରି: ଆଜି ମାଲକାନଗିରି ବନଖଣ୍ଡ ଆନୁକୂଲ୍ୟରେ ଚାଲାଣ ଗୁଡା ଠାରେ ଜିଲ୍ଲା ସ୍ତରୀୟ ବନ ମହୋତ୍ସବ ପାଳିତ ହୋଇଯାଇଛି।ଏହି ପରିପ୍ରେକ୍ଷୀରେ ମୁଖ୍ୟ ଅତିଥି ଭାବରେ ମାଲକାନଗିରି ବିଧାୟକ ନରସିଂହ ମାଡକାମୀ, ସମ୍ମାନିତ ଅତିଥି ଭାବେ ପିଡିଓ ତଥା ଗୋ ନରେଶ ଚନ୍ଦ୍ର ଶବର, ବନଖଣ୍ଡ ଅଧିକାରୀ ସାଇ କିରଣ ଡି.ଏନ,ଏସିଏଫ ମନସୁନ ଖେମୁଣ୍ଡୁ ଓ ଚାଲାଣ ଗୁଡା ସରପଞ୍ଚ ଅରକ୍ଷିତ ନାୟକ ମଞ୍ଚାସୀନ ଥିଲେ। 
ଏହି ଅବକାଶରେ କବି, ଲେଖା, ଗୀତିକାର ତଥା ବରିଷ୍ଠ ସାମ୍ବାଦିକ କେଶବ ଚନ୍ଦ୍ର ନାୟକଙ୍କୁ ପ୍ରକୃତି ବନ୍ଧୁ ପୁରସ୍କାରେ
ସମ୍ମାନିତ କରା ଯାଇଛି। ଶ୍ରୀ ନାୟକ ୨୦୧୧/୧୨ ମସିହାରେ ପ୍ରକୃତି ବନ୍ଧୁ ପୁରସ୍କାର ଓଡ଼ିଶା ସରକାର, ଜଙ୍ଗଲ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ ବିଭାଗ ପ୍ରଦାନ କରିଥିଲେ। ପ୍ରକୃତି ବନ୍ଧୁ ପୁରସ୍କାର-୨୦୨୫ ରେ ମଧ୍ୟ ଦ୍ବିତୀୟ ଥର ସେ ଓଡ଼ିଶା ସରକାରଙ୍କ ଜଙ୍ଗଲ ବିଭାଗ ତରଫରୁ ପ୍ରାପ୍ତ କରିଛନ୍ତି। ଶ୍ରୀ ନାୟକ ମାଲକାନଗିରି ଜିଲ୍ଲାରେ ଆଜକୁ ୩୫ ବର୍ଷ ହେଲା ବୃକ୍ଷ
ରୋପଣ, ଜଙ୍ଗଲ ସୁରକ୍ଷା ନିମନ୍ତେ ଜନ ସଚେତନତା ଆଦି କାର୍ଯ୍ୟ ରେ ନିଜକୁ ସଂଶ୍ଳିଷ୍ଟ କରିଛନ୍ତି। ଏହା ବ୍ୟତିତ ଛାତ୍ର ଛାତ୍ରୀମାନଙ୍କୁ ମଧ୍ୟ ଜଙ୍ଗଲ ସୁରକ୍ଷା ଉପରେ ସଚେତନତା କରିବାରେ ପ୍ରମୁଖ ଭୂମିକା ରହିଛି। ଜଙ୍ଗଲରେ ନିଆଁ ନ ଲଗାଇବା, ବେଣ୍ଟ ଶିକାର ନକରିବା ଆଦି ଜନ ସଚେତନତା କରି ବେଶ ପ୍ରଶଂସନୀୟ କାର୍ଯ୍ୟ କରି ଆସିଛନ୍ତି। ଏହା ବ୍ୟତିତ ସେ ବୃକ୍ଷ,ବର୍ଷା,ବାୟୁ, ମୃତ୍ତିକା,ଜଳ ସଂପର୍କରେ ବହୁ କବିତା ରଚନା କରି ବିଭିନ୍ନ ପତ୍ରପତ୍ରିକାରେ ପ୍ରକାଶିତ କରି ପାଠକୀୟ ମହଲରେ ସୁପରିଚିତ। ସେ ସାମାଜିକ କାର୍ଯ୍ୟ, ସାହିତ୍ୟକ ଏବଂ  ଉଚ୍ଚକୋଟୀର ସାମ୍ବାଦିକ ଭାବେ ଆଜକୁ ସରକାରୀ ଏବଂ ବେସରକାରୀ ଅନୁଷ୍ଠାନମାନଙ୍କରୁ ତିନି ଶହରୁ ଊର୍ଦ୍ଧ୍ବ ମାନପତ୍ର ତଥା ପୁରସ୍କାରରେ ସମ୍ମାନିତ ହୋଇ ସୁନାମ ଅର୍ଜନ କରିଥିବା ଏସିଏଫ ମନସୁନ ଖେମୁଣ୍ଡୁ ମଞ୍ଚରେ ଉଦଘୋଷଣା କରି ଶ୍ରୀ ନାୟକ ଭବିଷ୍ୟତ ଉଜ୍ଜ୍ୱଳ କାମନା କରି ଥିଲେ। ତାଙ୍କୁ ୧୦ ହଜାର ନଗଦ ଅର୍ଥ ରାଶି ସହିତ ମାନପତ୍ର ପ୍ରଦାନ କରା ଯାଇଛି। ପ୍ରଥମେ ମାଲକାନଗିରି ଜିଲ୍ଲାପାଳ ଆଶିଷ ଈଶ୍ୱର ପାଟିଲ ବୃକ୍ଷ ରୋପଣ କରି ବନମହୋତ୍ସବକୁ ଅନୁଷ୍ଠିକ ଭାବେ ଉଦଘାଟନ କରିଥିଲେ। ପରେ ଅନ୍ୟାନ୍ୟ ଅତିଥିମାନେ ମଧ୍ୟ ବୃକ୍ଷ ରୋପଣ କରିଥିଲେ। କାଲିମେଳା ବନପାଳ ମୃତ୍ୟୁଞ୍ଜୟ ସେଠୀ ମଞ୍ଚ ପରିଚାଳନା କରିଥିଲେ। ଏହି କାର୍ଯ୍ୟକ୍ରମରେ ମାଲକାନଗିରି ବନାଞ୍ଚଳ ଅଧିକାରୀ ରମେଶ ଚନ୍ଦ୍ର ରାଉତ, ଚିତ୍ରକୋଣ୍ଡା ବନାଞ୍ଚଳ ଅଧିକାରୀ ବଳରାମ ନାୟକ,ମୋଟୁ ବନାଞ୍ଚଳ ରଶ୍ମି ରଞ୍ଜନ ସ୍ବାଇଁ ଏବଂ ଅନ୍ୟାନ୍ୟ ବନକର୍ମଚାରୀ ମାନେ ଉପସ୍ଥିତ ଥିଲେ। ଚାଲାଣ ଗୁଡା କସ୍ତୁରବା ବିଦ୍ୟାଳୟର ଛାତ୍ରଛାତ୍ରୀ ମାନେ ଅଂଶଗ୍ରହଣ କରି ସଭାକାର୍ଯ୍ୟକୁ ସଫଳ ରୂପାୟନ କରିଥିଲେ।
 


News Comment




Photo in News

Advertisment
Lastest News
  ଜିଲ୍ଲା  
ବରପାଲି ଅଞ୍ଚଳବାସୀଙ୍କ ବହୁ ବର୍ଷର ଦାବି ପୂରଣ ହେବ♦️ ବରପାଲି ରୁ କୁମ୍ଭାରି ରାସ୍ତା ବୁରୋଗାଡ ନଦୀରେ ନିର୍ମାଣ ହେବ ହାଇଲେଭେଲ ବ୍ରିଜ   26-Oct-2026
  ଜିଲ୍ଲା  
ସମାଜ ପାଠକ ମଂଚ’ର ବୈଠକ ଅନୁଷ୍ଠିତ   26-Oct-2026
  ଜିଲ୍ଲା  
ଭୁବନେଶ୍ୱର ମହାନଗର ନିଗମ ୱାର୍ଡ ନମ୍ବର ୨୬ରେ ଓଜେସିର ବିଶାଳ କର୍ମକର୍ତ୍ତା ସମ୍ମିଳନୀ   25-Oct-2026
  ଜିଲ୍ଲା  
ମୃଦୁରେଖା ଡ୍ୟାନ୍ସ ଏକାଡେମୀ’ ପକ୍ଷରୁ ସାଂସ୍କୃତିକ ମହୋତ୍ସବ ‘ମୃଦମ୍-୨୦୨୬’ ଆୟୋଜିତ   25-Oct-2026
  ଜିଲ୍ଲା  
ସଦାଇପାଲିରେ ଆରମ୍ଭ ହେଲା ୩୦ତମ ବର୍ଷ ଗଜଲକ୍ଷ୍ମୀ ପୂଜା କଳସ ଯାତ୍ରାରେ ସାମିଲ ହେଲେ ଶତାଧିକ ମହିଳା ଓ ବ୍ରତଧାରୀ   25-Oct-2026
  ଖେଳ  
ଜାତୀୟ ଲନ୍‌ବଲ୍‌: ସେମିଫାଇନାଲ୍‌ରେ ଶୁଭ୍ରାଂଶୁ, ରାଜେଶ୍ବର   25-Oct-2026
  ଜିଲ୍ଲା  
ରାଜବୈଦ୍ୟ ଚିନ୍ତାମଣି ବେହେରା ସ୍ମୃତି ପରିଷଦ, ବଲାଙ୍ଗିରର ପଞ୍ଚମ ବାର୍ଷିକ ଉତ୍ସବ ଅନୁଷ୍ଠିତ   25-Oct-2026
  ଜିଲ୍ଲା  
ମେରାହୁନର “ପକ୍ଷରୁ ଆର୍ଟ ଏଣ୍ଡ କ୍ରାଫ୍ଟ” ଓ ସଂପୂର୍ଣ୍ଣା ପକ୍ଷରୁ ମେହେନ୍ଦି ପ୍ରତିଯୋଗିତା   25-Oct-2026
  ଜିଲ୍ଲା  
ରାଜବୈଦ୍ୟ ଚିନ୍ତାମଣି ବେହେରା ସ୍ମୃତି ପରିଷଦ, ବଲାଙ୍ଗିରର ପଞ୍ଚମ ବାର୍ଷିକ ଉତ୍ସବ ଅନୁଷ୍ଠିତ   25-Oct-2026
  ଜିଲ୍ଲା  
ଘରୋଇ ବସରୁ ୩. ୭୭୫ କେଜି ଗଞ୍ଜେଇ ଜବତ,ଦୁଇ ଅଭିଯୁକ୍ତ ଗିରଫ   25-Oct-2026
  ଜିଲ୍ଲା  
ଗୋପାଳଜୀ ଉଚ୍ଚ ବିଦ୍ୟାଳୟରେ ବନ୍ଧୁ ମିଳନ ଓ ଗୁରୁପୂଜନ ଉତ୍ସବ ପାଳନ   25-Oct-2026
  ଜିଲ୍ଲା  
ସାମ୍ବାଦିକ ଙ୍କ ପିତୃ ବିୟୋଗ   25-Oct-2026

You Might Also Like