-+91-9937148622 |

prerana_bgr@rediffmail.com |

  Tuesday 27th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଅଇଁଲାମୁଣ୍ଡା ଠାରେ ଡ଼ୁମାଳ ସମାଜର ମାହେଶ୍ୱରୀ ଖୁଣ୍ଟ ପୂଜା ଅନୁଷ୍ଠିତ   (27-Oct-2026)       ||      ଲକ୍ଷେ ଘର ଗଣ୍ଡା ସମାଜ ପକ୍ଷରୁ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (27-Oct-2026)       ||      ଜୋନକନ୍-୨୦୨୬ରେ ଜେସିଆଇ ଟିଟିଲାଗଡ଼ ସିଟିର ଐତିହାସିକ ସଫଳତା: ଶୈଳେଶ ପ୍ରସାଦ ଗୋଏଲ ଶ୍ରେଷ୍ଠ ସଭାପତି   (27-Oct-2026)       ||      ଚିନାଯୁରୀରେ ପଂଚାୟତସ୍ତରୀୟ ଜନ ଅଭିଯୋଗ ଶୁଣାଣୀ   (27-Oct-2026)       ||      ବରିଷ୍ଠ ନୋଟାରୀ ଅଶ୍ୱିନୀ ମିଶ୍ର ଙ୍କ ବିୟୋଗରେ ଜିଲ୍ଲା ଓକିଲ ସଂଘ ପକ୍ଷରୁ ଶୋକସଭା    (27-Oct-2026)       ||      ସଂକଳ୍ପ ଖୋଲୁଛି ସୁଯୋଗର ଦ୍ୱାର, ସାହସ ଦେଉଛି ପରିବର୍ତ୍ତନକୁ ଗତି: ଓଡ଼ିଶାର ମହିଳାଙ୍କ ହାତରେ ନୂଆ ଭବିଷ୍ୟତର ଷ୍ଟିଅରିଂ   (27-Oct-2026)       ||      ଲୋଇସିଂହା ଠାରେ ବିଜେପି ପକ୍ଷରୁ ଯଶସ୍ବୀ ପ୍ରଧାନମନ୍ତ୍ରୀ ଙ୍କ ବାପା ଓ ମା ପ୍ରତି ଅଶାଳୀନ ମନ୍ତବ୍ୟ କୁ ନେଇ କଂଗ୍ରେସ ଅଧ୍ୟକ୍ଷ ଙ୍କ ବିରୁଦ୍ଧରେ ପ୍ରତିବାଦ କାର୍ଯ୍ୟକ୍ରମ   (26-Oct-2026)       ||      ବଲାଙ୍ଗୀରିଏନ ବୀରାଙ୍ଗନା”ଅନୁଷ୍ଠାନ ପକ୍ଷରୁ ନ୍ୟୁତ୍ୟ ପ୍ରତିଯୋଗୀତା   (26-Oct-2026)       ||      ଜାତୀୟ ଲନ୍‌ବଲ୍‌ ଉଦ୍‌ଯାପିତ: ଓଡ଼ିଶାକୁ ୩ ସ୍ବର୍ଣ୍ଣ ସହ ୫ ପଦକ ରାଜେଶ୍ବରୀ ବ୍ୟକ୍ତିଗତ ବର୍ଗ, ଓଡ଼ିଶା ୧୮ବର୍ଷରୁ କମ୍‌ ବର୍ଗରେ ଓଭରଅଲ୍‌ ବିଜେତା   (26-Oct-2026)       ||      *ଡାବୁଗାଁରେ ମାଁ ଗଜଲକ୍ଷ୍ମୀ ପୂଜା ଆରମ୍ଭ*   (26-Oct-2026)       ||      ବରଗଡ଼ ଧନୁଯାତ୍ରାରୁ କଂସ ଅଭିନେତା ସୁଶିଲ ମେହେରଙ୍କ ଅବ୍ୟାହତି   (26-Oct-2026)       ||      At the Lotus Feet of Maa Mahalakshmi: A Lifelong Vow of Devotion,Duty and Surrender    (26-Oct-2026)       ||      ରାସ୍ତା କଡ଼ ରେ କଇଁଛ ଉଦ୍ଧାର କରି ବନ ବିଭାଗକୁ ହସ୍ତାନ୍ତର କଲେ ପ୍ରକୃତି ପ୍ରେମୀ ବ୍ୟାସଦେବ   (26-Oct-2026)       ||      ହେମଗିରି ବ୍ଲକ ପରିସରରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ   (26-Oct-2026)       ||      ଜିଲ୍ଲା ପ୍ରଶାସନ ପକ୍ଷରୁ ସାଧୁତା ଓ ଦୁର୍ନୀତି ନିବାରଣ ଶପଥ ପାଠ କାର୍ଯ୍ୟକ୍ରମ   (26-Oct-2026)       ||      ଫୁଲାପାଲିରେ ପ୍ରଥମ ଦଶହରା କପ୍ ଫୁଟବଲ ଉଦଯାପିତ, ଟ୍ରାଇବ୍ରେକରରେ ଜୟଦେବ ଏକାଦଶ ଚାମ୍ପିଅନ    (26-Oct-2026)       ||      ଟିଟିଲାଗଡ ଲାୟନ କ୍ଲବ ତରଫରୁ ପିସ ପୋଷ୍ଟର ପ୍ରତିଯୋଗିତା ଅନୁଷ୍ଠିତ    (26-Oct-2026)       ||      ବରପାଲି ଅଞ୍ଚଳବାସୀଙ୍କ ବହୁ ବର୍ଷର ଦାବି ପୂରଣ ହେବ♦️ ବରପାଲି ରୁ କୁମ୍ଭାରି ରାସ୍ତା ବୁରୋଗାଡ ନଦୀରେ ନିର୍ମାଣ ହେବ ହାଇଲେଭେଲ ବ୍ରିଜ    (26-Oct-2026)       ||      ସମାଜ ପାଠକ ମଂଚ’ର ବୈଠକ ଅନୁଷ୍ଠିତ   (26-Oct-2026)       ||      ଭୁବନେଶ୍ୱର ମହାନଗର ନିଗମ ୱାର୍ଡ ନମ୍ବର ୨୬ରେ ଓଜେସିର ବିଶାଳ କର୍ମକର୍ତ୍ତା ସମ୍ମିଳନୀ    (25-Oct-2026)       ||     

HOME   ଜିଲ୍ଲା

ଅତିବଡ଼ୀ ଜଗନ୍ନାଥ ଦାସ ଜାତୀୟ ଆଲୋଚନାଚକ୍ର ଉଦଯାପିତ

08-Jul-2025



ଭୁବନେଶ୍ୱର(ପ୍ରେରଣା ଖବର): ସ୍ଥାନୀୟ ସଂସ୍କୃତି ଭବନ ସଭାଗୃହରେ କେନ୍ଦ୍ର ସାହିତ୍ୟ ଅକାଦେମି ଏବଂ ଓଡ଼ିଶା ସାହିତ୍ୟ ଏକାଡେମୀର ମିଳିତ ଆନୁକୂଲ୍ୟରେ ଆୟୋଜିତ ଅତିବଡ଼ୀ ଜଗନ୍ନାଥ ଦାସ ଜାତୀୟ ଆଲୋଚନାଚକ୍ର ଆଜି ଉଦ୍ଯାପିତ ହୋଇଯାଇଛି। ଆଜିର ପ୍ରଥମ ଆଲୋଚନାଚକ୍ରରେ ପ୍ରଫେସର ବ୍ରଜକିଶୋର ସ୍ୱାଇଁ ସଭାପତିତ୍ୱ କରିଥିଲେ। ଏଥିରେ ଗୌହାଟୀ ବିଶ୍ୱବିଦ୍ୟାଳୟର ପ୍ରଫେସର ଜ୍ୟୋତ୍ସ୍ନା ବିଶ୍ୱାଳ ରାଉତ ଆସାମର ଶ୍ରୀମନ୍ତ ଶଙ୍କରଦେବଙ୍କ ଦ୍ୱାରା ଆରମ୍ଭ ହୋଇଥିବା ନାମଘର ଓ ଭାଗବତ ଟୁଙ୍ଗୀର ତୁଳନାତ୍ମକ ଚିତ୍ର ପ୍ରଦାନ କରିଥିଲେ। ସେହିପରି ଯୁବ ଗବେଷିକା ଶ୍ରେୟା ହାଲଦାର ତାଙ୍କ ପ୍ରବନ୍ଧରେ ବଙ୍ଗଳା ଭାଗବତ ଓ ଓଡ଼ିଆ ଭାଗବତର ତୁଳନା କରିଥିଲେ। ଅନ୍ୟତମ ଆଲୋଚକ ଡକ୍ଟର ରବୀନ୍ଦ୍ରନାଥ ମିଶ୍ର ‘ଜଗନ୍ନାଥ ଦାସ ଓ କବୀରଙ୍କ ବ୍ରହ୍ମ ଚେତନା’ ଶୀର୍ଷକ ପ୍ରବନ୍ଧ ପାଠ କରିଥିଲେ। ଏହି ଅଧିବେଶନରେ ଓଡ଼ିଶା ସାହିତ୍ୟ ଏକାଡେମୀର ସଚିବ ଡକ୍ଟର ଚନ୍ଦ୍ରଶେଖର ହୋତା ସ୍ୱାଗତ ଭାଷଣ ପ୍ରଦାନ ପୂର୍ବକ ଅତିବଡ଼ୀ ଜଗନ୍ନାଥ ଦାସଙ୍କ ଭାଗବତର ବୈଶିଷ୍ଟ୍ୟ ସମ୍ପର୍କରେ ବକ୍ତବ୍ୟ ପ୍ରଦାନ କରିଥିଲେ। 
ଆଲୋଚନାଚକ୍ରର ଅନ୍ତିମ ଅଧିବେଶନରେ ସଭାପତିତ୍ୱ କରିଥିଲେ ବିଶିଷ୍ଟ ସମାଲୋଚକ ଡକ୍ଟର ବାବାଜୀ ଚରଣ ପଟ୍ଟନାୟକ। ସେ ଓଡ଼ିଆ ଭାଗବତ ପ୍ରକାଶନ ତଥା ଏହାର ବିଭିନ୍ନ ଦିଗ ସମ୍ପର୍କରେ ଆଲୋକପାତ କରିଥିଲେ। ଡକ୍ଟର

କୈଳାସ ଚନ୍ଦ୍ର ଚିକାୟତରାୟ ନିଜ ପ୍ରବନ୍ଧ ପାଠ କରି ଜଗନ୍ନାଥ ଦାସଙ୍କ ବିଭିନ୍ନ କୃତିର ତାତ୍ତ୍ୱିକ ଆଲୋଚନା କରିଥିଲେ। ଡକ୍ଟର ସୁରେନ୍ଦ୍ର କୁମାର ମିଶ୍ର ଓଡ଼ିଆ ଭାଗବତର ଆବେଗ ସମ୍ପର୍କରେ ମାର୍ମିକ ବକ୍ତବ୍ୟ ପ୍ରଦାନ କରିଥିଲେ। ଅଧ୍ୟାପକ ଶୁଭ୍ରାଂଶୁ କୁମାର ବେହେରାଙ୍କ ଦ୍ୱାରା ଉପସ୍ଥାପିତ ପ୍ରବନ୍ଧର ଶୀର୍ଷକ ଥିଲା ‘ଭକ୍ତି, ସିଦ୍ଧି ଓ ବିଶ୍ୱାସର ସାଧକ ଅତିବଡ଼ୀ ଜଗନ୍ନାଥ ଦାସ, ସାଧନା ଭାଗବତ।’ 
ଏହି ଅବସରରେ ଡକ୍ଟର ସୁରେନ୍ଦ୍ର ମିଶ୍ରଙ୍କର ରଚିତ ତଥା ଗବେଷିକା ଶ୍ରେୟା ହାଲଦାରଙ୍କ ଦ୍ୱାରା ବଙ୍ଗଳାକୁ ଅନୂଦିତ ପୁସ୍ତକ ‘ଶ୍ରୀ ଜଗନ୍ନାଥ ଚେତନା; ସଂହତିର ସ୍ୱରଲିପି’ର ବଙ୍ଗଳା ଅନୁବାଦ ଉନ୍ମୋଚିତ ହୋଇଥିଲା। ସଭା ସଂଯୋଜନା ସହିତ ଧନ୍ୟବାଦ ଅର୍ପଣ କରିଥିଲେ ସାହିତ୍ୟ ଅକାଦେମି କୋଲକାତା କାର୍ଯ୍ୟାଳୟର ଭାରପ୍ରାପ୍ତ ଅଧିକାରୀ କ୍ଷେତ୍ରବାସୀ ନାଏକ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଅଇଁଲାମୁଣ୍ଡା ଠାରେ ଡ଼ୁମାଳ ସମାଜର ମାହେଶ୍ୱରୀ ଖୁଣ୍ଟ ପୂଜା ଅନୁଷ୍ଠିତ   27-Oct-2026
  ଜିଲ୍ଲା  
ଲକ୍ଷେ ଘର ଗଣ୍ଡା ସମାଜ ପକ୍ଷରୁ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   27-Oct-2026
  ଜିଲ୍ଲା  
ଜୋନକନ୍-୨୦୨୬ରେ ଜେସିଆଇ ଟିଟିଲାଗଡ଼ ସିଟିର ଐତିହାସିକ ସଫଳତା: ଶୈଳେଶ ପ୍ରସାଦ ଗୋଏଲ ଶ୍ରେଷ୍ଠ ସଭାପତି   27-Oct-2026
  ଜିଲ୍ଲା  
ଚିନାଯୁରୀରେ ପଂଚାୟତସ୍ତରୀୟ ଜନ ଅଭିଯୋଗ ଶୁଣାଣୀ   27-Oct-2026
  ରାଜ୍ୟ  
ବରିଷ୍ଠ ନୋଟାରୀ ଅଶ୍ୱିନୀ ମିଶ୍ର ଙ୍କ ବିୟୋଗରେ ଜିଲ୍ଲା ଓକିଲ ସଂଘ ପକ୍ଷରୁ ଶୋକସଭା   27-Oct-2026
  ଜିଲ୍ଲା  
ସଂକଳ୍ପ ଖୋଲୁଛି ସୁଯୋଗର ଦ୍ୱାର, ସାହସ ଦେଉଛି ପରିବର୍ତ୍ତନକୁ ଗତି: ଓଡ଼ିଶାର ମହିଳାଙ୍କ ହାତରେ ନୂଆ ଭବିଷ୍ୟତର ଷ୍ଟିଅରିଂ   27-Oct-2026
  ଜିଲ୍ଲା  
ଲୋଇସିଂହା ଠାରେ ବିଜେପି ପକ୍ଷରୁ ଯଶସ୍ବୀ ପ୍ରଧାନମନ୍ତ୍ରୀ ଙ୍କ ବାପା ଓ ମା ପ୍ରତି ଅଶାଳୀନ ମନ୍ତବ୍ୟ କୁ ନେଇ କଂଗ୍ରେସ ଅଧ୍ୟକ୍ଷ ଙ୍କ ବିରୁଦ୍ଧରେ ପ୍ରତିବାଦ କାର୍ଯ୍ୟକ୍ରମ   26-Oct-2026
  ଜିଲ୍ଲା  
ବଲାଙ୍ଗୀରିଏନ ବୀରାଙ୍ଗନା”ଅନୁଷ୍ଠାନ ପକ୍ଷରୁ ନ୍ୟୁତ୍ୟ ପ୍ରତିଯୋଗୀତା   26-Oct-2026
  ଜିଲ୍ଲା  
ଜାତୀୟ ଲନ୍‌ବଲ୍‌ ଉଦ୍‌ଯାପିତ: ଓଡ଼ିଶାକୁ ୩ ସ୍ବର୍ଣ୍ଣ ସହ ୫ ପଦକ ରାଜେଶ୍ବରୀ ବ୍ୟକ୍ତିଗତ ବର୍ଗ, ଓଡ଼ିଶା ୧୮ବର୍ଷରୁ କମ୍‌ ବର୍ଗରେ ଓଭରଅଲ୍‌ ବିଜେତା   26-Oct-2026
  ଜିଲ୍ଲା  
*ଡାବୁଗାଁରେ ମାଁ ଗଜଲକ୍ଷ୍ମୀ ପୂଜା ଆରମ୍ଭ*   26-Oct-2026
  ଜିଲ୍ଲା  
ବରଗଡ଼ ଧନୁଯାତ୍ରାରୁ କଂସ ଅଭିନେତା ସୁଶିଲ ମେହେରଙ୍କ ଅବ୍ୟାହତି   26-Oct-2026
  ରାଜ୍ୟ  
At the Lotus Feet of Maa Mahalakshmi: A Lifelong Vow of Devotion,Duty and Surrender   26-Oct-2026

You Might Also Like