-+91-9937148622 |
prerana_bgr@rediffmail.com |
Monday 13th April 2026 |
R.N.I. Regd No. ODIODI/2010/46693
Breaking News
08-Jul-2025
ବଲାଙ୍ଗୀର(ପ୍ରେରଣା ଖବର): ସ୍ଥାନୀୟ ସରକାରୀ ଟାଉନ ଉଚ୍ଚ ବିଦ୍ୟାଳୟ ଠାରେ ଜ଼ିଲ୍ଲା ଶିକ୍ଷା କାର୍ଯ୍ୟାଳୟ ତରଫରୁ ବନ ମହୋତ୍ସବ ପାଳିତ ହୋଇଯାଇଛି। ଜ଼ିଲ୍ଲା ଶିକ୍ଷା ଅଧିକାରୀ ପ୍ରଦୀପ ନାଗ ମୁଖ୍ୟ ଅତିଥି ଭାବେ ଯୋଗଦେଇ ବୃକ୍ଷରୋପଣର ମହତ୍ୱ ଓ ଆବଶ୍ୟକତା, ବନମହୋତ୍ସବର ଉଦ୍ଦେଶ୍ୟ ବିଷୟରେ ଆଲୋକପାତ କରିବା ସହ ଅତିକମରେ ଗୋଟିଏ ଗଛ ଲଗାଇ ତାର ଯତ୍ନ ନେବା ପାଇଁ ଉପଦେଶ ଦେଇଥିଲେ। ଏହି କାର୍ଯ୍ୟକ୍ରମରେ ଅତିରିକ୍ତ ଜ଼ିଲ୍ଲା ଶିକ୍ଷା ଅଧିକାରୀ ରୀନା କୁମାରୀ ବେହେରା,
ସେବାଶ୍ରୀ ଭୋଇ, ଜିଲ୍ଲା କ୍ରୀଡା ଶିକ୍ଷା ଅଧିକାରୀ ପ୍ରଦୀପ ପାତ୍ର, ଜ଼ିଲ୍ଲା ବିଜ୍ଞାନ ତତ୍ୱାବଧାରକ ନବଘନ ସାହୁ, ବିଦ୍ୟାଳୟର ପ୍ରଧାନ ଶିକ୍ଷୟତ୍ରୀ ଆର୍ଯ୍ୟଵାଳା ମିଶ୍ର, ଟାଉନ
ବାଳିକା ବିଦ୍ୟାଳୟର ପ୍ରଧାନ ଶିକ୍ଷକ ନରେନ୍ଦ୍ର ମିଶ୍ରଙ୍କ ସମେତ ବିଦ୍ୟାଳୟର ସମସ୍ତ ଶିକ୍ଷକ, ଶିକ୍ଷୟିତ୍ରୀ, ଛାତ୍ରଛାତ୍ରୀ ଓ ଶିକ୍ଷା କର୍ମଚାରୀ ଏହି କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରି ୨୦୦ ଚାରା ରୋପଣ କରିଥିଲେ। ଉଲ୍ଲେଖଯୋଗ୍ୟ ଯେ, ବଲାଙ୍ଗୀର ଜ଼ିଲ୍ଲା ଶିକ୍ଷା କାର୍ଯ୍ୟାଳୟ ପକ୍ଷରୁ ପରିବେଶ ସୁରକ୍ଷା ପାଇଁ ପୂର୍ବରୁ ଅନେକ କାର୍ଯ୍ୟକ୍ରମ ହାତକୁ ନିଆଯାଇଛି।