-+91-9937148622 |

prerana_bgr@rediffmail.com |

  Wednesday 14th October 2026 |

| | | |

R.N.I. Regd No. ODIODI/2010/46693

Breaking News

ବଲାଙ୍ଗୀରଠାରେ ଅନୁଷ୍ଠିତ ହେଲା ଅଖିଳ ଓଡ଼ିଶା ନ୍ୟାୟିକ କର୍ମଚାରୀ ସଂଘର ରାଜ୍ୟସ୍ତରୀୟ ସାଧାରଣ ପରିଷଦ ବୈଠକ   (13-Oct-2026)       ||      ୩ ହଜାର ଟଙ୍କା ଲାଞ୍ଚ ନେବା ଅଭିଯୋଗରେ ସଇଁତଲା ଆର ଆଇ ଙ୍କୁ ଧରିଲା ଭିଜିଲାନ୍ସ ବିଭାଗ    (13-Oct-2026)       ||      *ନବରଙ୍ଗପୁରରେ ନୂତନ ଜିଲ୍ଲାପାଳଙ୍କ ଦାୟିତ୍ୱ ଗ୍ରହଣ*   (13-Oct-2026)       ||      ବଲାଙ୍ଗୀର ତହସିଲର ଅବ୍ୟବସ୍ଥା ନେଇ ବଲାଙ୍ଗୀର ଜିଲ୍ଲା ଓକିଲ ସଂଘ ସଭାପତି ଙ୍କ ପ୍ରତିକ୍ରିୟା: କପି ଟିଏ ପାଇବା ପାଇଁ ଲୋକଙ୍କୁ ମାସ ମାସ ଧରି ଅପେକ୍ଷା କରିବାକୁ ପଡୁଛି    (13-Oct-2026)       ||      ଚନ୍ଦ୍ରଘଣ୍ଟା ବେଶରେ ଦର୍ଶନ ଦେଲେ ମାଁ ଚରଦେଇ   (13-Oct-2026)       ||      ଜିଲ୍ଲା ସମବାୟ ବିଭାଗ, ହସ୍ତତନ୍ତ ଓ ବୟନ ଶିଳ୍ପ ବିଭାଗର ମିଳିତ ଆନୁକୂଲ୍ୟରେ ରଙ୍ଗୋଲି ରାଷ୍ଟ୍ର କାର୍ଯ୍ୟକ୍ରମ ଅନୁଷ୍ଠିତ   (13-Oct-2026)       ||      ବଲାଙ୍ଗୀରରେ ରାଜ୍ୟ ବିଦ୍ୟାଳୟ ସମୂହ କ୍ରୀଡ଼ା ପ୍ରତିଯୋଗିତା   (13-Oct-2026)       ||      ଓମ୍‌ ଭ୍ୟାଲି ଶିକ୍ଷାନୁଷ୍ଠାନରେ ୧୧ତମ ବାଟାଲିୟନ ଦ୍ଵାରା ଏନ୍‌.ସି.ସି.ପ୍ରଶିକ୍ଷଣ ଶିବିରର ଉଦ୍‌ଯାପିତ    (13-Oct-2026)       ||      ପାଟଣେଶ୍ୱରୀ ଦେବୀପୀଠରେ ନବରାତ୍ରପୂଜା   (13-Oct-2026)       ||      ମା’ସୁରେଶ୍ୱରୀଙ୍କ ସମେତ ତିନି ଦେବୀଙ୍କ ଚନ୍ଦ୍ରଘଣ୍ଟା ବେଶ   (13-Oct-2026)       ||      ଚୋରି ଓ ଅପରାଧର ଖିଅ ଖୋଜିବ ସିସିଟିଭି! ଦାରିଙ୍ଗବାଡ଼ିର ସବୁ ହୋଟେଲ, ରିସର୍ଟ ଓ ରେଷ୍ଟୁରାଣ୍ଟରେ କ୍ୟାମେରା ଲାଗିବା ବାଧ୍ୟତାମୂଳକ   (13-Oct-2026)       ||      ପଡାଗଡ଼ ଅଞ୍ଚଳରେ ରାତିରେ ଚାଲିଛି ବେଆଇନ କ୍ରସର, ଖଣି ମାଫିଆ ମାଲାମାଲ   (13-Oct-2026)       ||      ତୁଷୁରାରେ ମହାରାଜା ଅଗ୍ରସେନଜୀଙ୍କ ଜୟନ୍ତୀ ପାଳିତ   (13-Oct-2026)       ||      ମା କୁଶଙ୍ଗାଇ ପୀଠ ନବରାତ୍ରିରେ ଚଳଚଞ୍ଚଳ   (13-Oct-2026)       ||      ଅଲ୍ ଓଡିଶା ଅଙ୍ଗନୱାଡ଼ି ଲେଡିଜ୍ ୱାର୍କରର୍ସ ଆସୋସିଏସନ୍ ପକ୍ଷରୁ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ   (13-Oct-2026)       ||      ଭାରତ ବିକାଶ ପରିଷଦ ଦ୍ଵାରା (ଶିକ୍ଷା ବର୍ଷ ୨୦୨୬) ପାଇଁ ଶ୍ରେଷ୍ଠ ଛାତ୍ର ଓ ଶ୍ରେଷ୍ଠ ଶିକ୍ଷୟିତ୍ରୀ ପୁରସ୍କାରରେ ସମ୍ମାନିତ ହେଲେ ଓମ ଭ୍ୟାଲି ସ୍କୁଲର ଶିକ୍ଷୟତ୍ରୀ ଓ ଛାତ୍ର    (13-Oct-2026)       ||      ଆଗଲପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ରେ କ୍ଲଷ୍ଟର୍ ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଧୁମ ଧାମରେ ପାଳିତ   (13-Oct-2026)       ||      ମା ଘଣ୍ଟାସୁନିଙ୍କ ନବମୀ ଯାତ୍ରା ଉପଲକ୍ଷେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ    (12-Oct-2026)       ||      *ଆସନ୍ତା କାଲି ଠାରୁ ସୁବର୍ଣ୍ଣପୁର ଠାରେ ହେବ ରାଜ୍ୟ ସ୍ତରୀୟ ୧୪ ବର୍ଷ ରୁ କମ୍ ବାଳକ ଫୁଟବଲ୍ ଚାମ୍ପିଅନସିପ*-   (12-Oct-2026)       ||      ମା’ ସୁରେଶ୍ୱରୀଙ୍କ ସମେତ ତିନି ଦେବୀଙ୍କ ବ୍ରହ୍ମଚାରିଣୀ ବେଶ ଦର୍ଶନ   (12-Oct-2026)       ||     

HOME   ଜିଲ୍ଲା

ବେଙ୍ଗାଳୁରୁ ସହକାର ନଗର ମନ୍ଦିରରେ ନୀଳାଦ୍ରୀ ବିଜେ ଉତ୍ସବ ଆୟୋଜନ                                     

09-Jul-2025



ବେଙ୍ଗାଳୁରୁ(ପ୍ରେରଣା ଖବର): ଉତ୍ତର ବେଙ୍ଗାଳୁରୁର ସହକାର ନଗର ସ୍ଥିତ ଜଗନ୍ନାଥ ମନ୍ଦିରରେ ରଥଯାତ୍ରା,ବାହୁଡା ଯାତ୍ରା, ସୁନା ବେଶ ଏବଂ ନୀଳାଦ୍ରୀ ବିଜେ ଆଦି ଉତ୍ସବ ମହା ସମାରୋହରେ ପାଳନ କରାଯାଇଥିବା ଜଣାଯାଇଛି । ଶ୍ରୀ ଜଗନ୍ନାଥ ସେବା ଟ୍ରଷ୍ଟ ତରଫରୁ ଆୟୋଜିତ ଏହି ମହାପାର୍ବଣ  ଉପଲକ୍ଷେ ମନ୍ଦିରକୁ ଖୁବ ସୁନ୍ଦର ଭାବରେ ସଜା ଯାଇଥିବା ଦେଖା ଯାଇଥିଲା। ରଥଯାତ୍ରା ଦିନ ସକାଳେ ଏଠାରେ ମୁଖ୍ୟ ପୂଜାରୀ ରଞ୍ଜନ ପଣ୍ଡାଙ୍କ ତତ୍ତ୍ଵାବଧାନରେ ସକାଳୁ ସ୍ୱତନ୍ତ୍ର ପୂଜାର୍ଚ୍ଚନା ଓ ରୀତିନୀତି ଧାର୍ମିକ ବିଧି ମୁତାବକ ସମ୍ପନ୍ନ କରାଯାଇଥିଲା। ଚଳିତବର୍ଷର ଘୋଷଯାତ୍ରାରେ ସହସ୍ରାଧିକ ଓଡ଼ିଆ ଓ ଅଣଓଡ଼ିଆ ଭକ୍ତଗଣଙ୍କର ସମାଗମ ହୋଇଥିବା ଲକ୍ଷ୍ୟ କରାଯାଇଥିଲା।  ଅପରାହ୍ନରେ ଦିଅଁ ମାନଙ୍କୁ ଧାଡ଼ି

ପହଣ୍ଡି କରାଯାଇ ସୁନ୍ଦର, ସୁଶୋଭିତ ଏବଂ ବିଭିନ୍ନ ରଙ୍ଗବେରଙ୍ଗର କପଡ଼ା ତଥା ପିପିଲି ଚାନ୍ଦୁଆରେ ସୁସଜ୍ଜିତ ୨୫ ଫୁଟ ଉଚ୍ଚତା ବିଶିଷ୍ଟ ରଥ ଉପରକୁ ନିଆଯାଇଥିଲା। ଏଠାରେ ରାଜା ଭାବରେ ନାମିତ ହୋଇଥିବା ରାଜୁ ଆନ୍ନା ଛେରା ପହଁରା କାର୍ଯ୍ୟ କରିଥିଲେ। ଏହାପରେ ବହୁ ଆକାଂକ୍ଷିତ ଏବଂ ଦୀର୍ଘ ପ୍ରତିକ୍ଷିତ ରଥଟଣା ପ୍ରକ୍ରିୟା ଆରମ୍ଭ ହୋଇଥିଲା। ସଂଗଠକ ଓ ଦର୍ଶକମାନଙ୍କର ହରିବୋଲ, ହୁଳହୁଳି, ଜୟ ଜଗନ୍ନାଥ ଧ୍ଵନି ଏବଂ ଶଙ୍ଖ, ଘଣ୍ଟ, କରତାଳ, ମର୍ଦ୍ଦଳ, ଝାଞ୍ଜ ଓ ମୃଦଙ୍ଗ ବାଜଣାର ଗହଗହ ନାଦ ତଥା ଭଜନ, କୀର୍ତ୍ତନ ର ମୃଦ୍ୟୁମନ୍ଦ ଝଙ୍କାର ମଧ୍ୟରେ ରଥଟିକୁ  ଦେଢ଼ କିଲୋମିଟର ପର୍ଯ୍ୟନ୍ତ ଟଣାଯାଇ ପୁଣି ମନ୍ଦିର ସାମ୍ନାକୁ ଫେରାଇ ଅଣାଯାଇଥିଲା। ଚଳିତବର୍ଷର ରଥଯାତ୍ରାକୁ କେନ୍ଦ୍ର କରି ଉପସ୍ଥିତ ଭକ୍ତ ମାନଙ୍କ ମଧ୍ୟରେ ପ୍ରବଳ ଆନନ୍ଦ, ଅପୂର୍ବ ଉଲ୍ଲାସ, ଅଜସ୍ର ଉତ୍ସାହ, ଅସୀମ ଉନ୍ମାଦନା ଓ ଅଫୁରନ୍ତ ଉଦ୍ଦୀପନା ପରିଲ୍ଲକ୍ଷିତ କରାଯାଇଥିଲା।  ବେଙ୍ଗାଳୁରୁର ରାଜରାସ୍ତାରେ ରାଜକୀୟ ଠାଣିରେ ରଥାରୂଢ଼ ଜଗତର ନାଥ ଜଗନ୍ନାଥଙ୍କର ଯାତ୍ରା ଏବଂ ଭକ୍ତ ଓ ଭଗବାନଙ୍କର ମହା ମିଳନର ଦୃଶ୍ୟ ବେଶ୍ ମର୍ମସ୍ପର୍ଶୀ ଓ ଅବିସ୍ମରଣୀୟ ଥିଲା।                                                  


ରଥଟି ମନ୍ଦିର ପରିସରକୁ ଫେରିବା ପରେ ଛଅ ତାରିଖରେ ଠାକୁର ମାନଙ୍କୁ ପୁରୀ  ମନ୍ଦିର ଶୈଳୀରେ ସୁନାବେଶ କରାଯାଇଥିଲା। ସାତ ତାରିଖରେ  ଅଧରପଣା ଅର୍ପଣ କରାଯାଇଥିଲା। ଆଜି ଏଠାରେ ନୀଳାଦ୍ରୀ ବିଜେ ଉତ୍ସବ ଭକ୍ତିପୂତ ପରିବେଶ ମଧ୍ୟରେ ପାଳନ କରାଯାଇଥିଲା। ଠାକୁର ମାନଙ୍କୁ ସାହି ରୋଷଣୀ କରି ଗର୍ଭଗୃହ ଭିତରକୁ ନିଆଯାଇ ରତ୍ନସିଂହାସନରେ ଆସୀନ କରାଯାଇଥିଲା। ସନ୍ଧ୍ୟାରେ ଆଳତି ଅନୁଷ୍ଠିତ ହୋଇଥିଲା।                   

ଦୀର୍ଘ ବାର ଦିନର ରଥଯାତ୍ରା ପର୍ବକୁ ସକ୍ଷମତାର ସହିତ ଆୟୋଜନ ଏବଂ ସଫଳତା ସହିତ ସମାପନ କରାଯିବାରେ ମନ୍ଦିର ପରିଚାଳନା କମିଟି ଶ୍ରୀ ଜଗନ୍ନାଥ ସେବା ଟ୍ରଷ୍ଟର ସୁଦକ୍ଷ ସଂଗଠକ ବୃନ୍ଦ ଯଥା ସଂସ୍ଥାପକ ସଦସ୍ୟ ନୀଳମଣି ବେହୁରା, ସଭାପତି ବିଷ୍ଣୁ ଚରଣ ରାଉତ, ସମ୍ପାଦକ ଜିତେନ୍ଦ୍ର ରାଉତ, ପରିଚାଳନା ଟ୍ରଷ୍ଟି ବବୃବାହନ ବିଶ୍ୱାଳ, ସଞ୍ଜୟ କୁମାର ରାଉତ ତଥା ସଦସ୍ୟଗଣ ପ୍ରତାପ କୁମାର ପଣ୍ଡା,ସୁବ୍ରତ କୁମାର ସାହୁ,

ନିରଦ କୁମାର ସ୍ୱାଇଁ, କାର୍ତ୍ତିକ ଚନ୍ଦ୍ର ନାୟକ, ସୁନୀଲ ପାଢ଼ୀ, ରାଜେଶ ମହାରଣା, ଶଙ୍କରଜିତ ପଟ୍ଟନାୟକ, ଚିନ୍ମୟ କୁମାର ଜେନା, ରୁପେଶ ମହାରଣା, ସିଦ୍ଧାର୍ଥ ସାମନ୍ତରାୟ, ସମୀର ସାମନ୍ତରାୟ, ବିଶ୍ୱଜିତ ମିଶ୍ର, ପ୍ରଜ୍ଞା ମହାନ୍ତି, ନବୀନ କିଶୋର ନାହାକ,ସତ୍ୟ ରଞ୍ଜନ ପଟ୍ଟନାୟକ, ପ୍ରିୟବ୍ରତ ସାମଲ ଏବଂ ମାନସ ରଞ୍ଜନ ସାହୁ ପ୍ରମୁଖଙ୍କର ଭୂମିକା ଉଲ୍ଲେଖଯୋଗ୍ୟ ଥିଲା।


News Comment




Photo in News

Advertisment
Lastest News
  ଜିଲ୍ଲା  
ବଲାଙ୍ଗୀରଠାରେ ଅନୁଷ୍ଠିତ ହେଲା ଅଖିଳ ଓଡ଼ିଶା ନ୍ୟାୟିକ କର୍ମଚାରୀ ସଂଘର ରାଜ୍ୟସ୍ତରୀୟ ସାଧାରଣ ପରିଷଦ ବୈଠକ   13-Oct-2026
  ଜିଲ୍ଲା  
୩ ହଜାର ଟଙ୍କା ଲାଞ୍ଚ ନେବା ଅଭିଯୋଗରେ ସଇଁତଲା ଆର ଆଇ ଙ୍କୁ ଧରିଲା ଭିଜିଲାନ୍ସ ବିଭାଗ   13-Oct-2026
  ଜିଲ୍ଲା  
*ନବରଙ୍ଗପୁରରେ ନୂତନ ଜିଲ୍ଲାପାଳଙ୍କ ଦାୟିତ୍ୱ ଗ୍ରହଣ*   13-Oct-2026
  ଜିଲ୍ଲା  
ବଲାଙ୍ଗୀର ତହସିଲର ଅବ୍ୟବସ୍ଥା ନେଇ ବଲାଙ୍ଗୀର ଜିଲ୍ଲା ଓକିଲ ସଂଘ ସଭାପତି ଙ୍କ ପ୍ରତିକ୍ରିୟା: କପି ଟିଏ ପାଇବା ପାଇଁ ଲୋକଙ୍କୁ ମାସ ମାସ ଧରି ଅପେକ୍ଷା କରିବାକୁ ପଡୁଛି   13-Oct-2026
  ଜିଲ୍ଲା  
ଚନ୍ଦ୍ରଘଣ୍ଟା ବେଶରେ ଦର୍ଶନ ଦେଲେ ମାଁ ଚରଦେଇ   13-Oct-2026
  ଜିଲ୍ଲା  
ଜିଲ୍ଲା ସମବାୟ ବିଭାଗ, ହସ୍ତତନ୍ତ ଓ ବୟନ ଶିଳ୍ପ ବିଭାଗର ମିଳିତ ଆନୁକୂଲ୍ୟରେ ରଙ୍ଗୋଲି ରାଷ୍ଟ୍ର କାର୍ଯ୍ୟକ୍ରମ ଅନୁଷ୍ଠିତ   13-Oct-2026
  ଜିଲ୍ଲା  
ବଲାଙ୍ଗୀରରେ ରାଜ୍ୟ ବିଦ୍ୟାଳୟ ସମୂହ କ୍ରୀଡ଼ା ପ୍ରତିଯୋଗିତା   13-Oct-2026
  ଜିଲ୍ଲା  
ଓମ୍‌ ଭ୍ୟାଲି ଶିକ୍ଷାନୁଷ୍ଠାନରେ ୧୧ତମ ବାଟାଲିୟନ ଦ୍ଵାରା ଏନ୍‌.ସି.ସି.ପ୍ରଶିକ୍ଷଣ ଶିବିରର ଉଦ୍‌ଯାପିତ   13-Oct-2026
  ଜିଲ୍ଲା  
ପାଟଣେଶ୍ୱରୀ ଦେବୀପୀଠରେ ନବରାତ୍ରପୂଜା   13-Oct-2026
  ଜିଲ୍ଲା  
ମା’ସୁରେଶ୍ୱରୀଙ୍କ ସମେତ ତିନି ଦେବୀଙ୍କ ଚନ୍ଦ୍ରଘଣ୍ଟା ବେଶ   13-Oct-2026
  ଜିଲ୍ଲା  
ଚୋରି ଓ ଅପରାଧର ଖିଅ ଖୋଜିବ ସିସିଟିଭି! ଦାରିଙ୍ଗବାଡ଼ିର ସବୁ ହୋଟେଲ, ରିସର୍ଟ ଓ ରେଷ୍ଟୁରାଣ୍ଟରେ କ୍ୟାମେରା ଲାଗିବା ବାଧ୍ୟତାମୂଳକ   13-Oct-2026
  ଜିଲ୍ଲା  
ପଡାଗଡ଼ ଅଞ୍ଚଳରେ ରାତିରେ ଚାଲିଛି ବେଆଇନ କ୍ରସର, ଖଣି ମାଫିଆ ମାଲାମାଲ   13-Oct-2026

You Might Also Like