-+91-9937148622 |

prerana_bgr@rediffmail.com |

  Wednesday 21st October 2026 |

| | | |

R.N.I. Regd No. ODIODI/2010/46693

Breaking News

*ପୋଡ଼ାଗଡ ପୀଠରେ ପାରମ୍ପରିକ ଦଶହରା ପାଳିତ*   (21-Oct-2026)       ||      ଭୁବନେଶ୍ୱରରେ ବି.ଏମ୍. ଫାଉଣ୍ଡେସନ‌ ଦ୍ୱାରା ନବ ଉତ୍ସବ ଆୟୋଜନ   (21-Oct-2026)       ||      ବେନିଆବନ୍ଧ ରେ ଅଶୋକ ବିଜୟା ଦଶମୀ ପାଳିତ   (21-Oct-2026)       ||      ସତଲମା ରେ ସାର୍ବଜନୀନ ଦୁର୍ଗାପୂଜା ଅବସରରେ ଛପନ ଭୋଗ କାର୍ଯ୍ୟକ୍ରମ   (20-Oct-2026)       ||      ଏସ୍‌ଓଏସ୍‌ ଚିଲ୍‌ଡ୍ରେନ୍‌ସ ଭିଲେଜ୍‌ରେ ପିଲାମାନଙ୍କ ସହ ବିଜୟା ଦଶମୀ ପାଳିଲେ ରାଜ୍ୟପାଳ   (20-Oct-2026)       ||      ପେଶା ନିୟମ ଲାଗୁ ଓ ବ୍ରାହ୍ମଣୀଗାଁକୁ ନୂତନ ବ୍ଲକ ଗଠନ ଦାବିରେ ପଦଯାତ୍ରା ପ୍ରସ୍ତୁତି   (20-Oct-2026)       ||      ବରପାଲି କାଳୀ ପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ    (20-Oct-2026)       ||      ଭାଲୁ ଆକ୍ରମଣ ରେ ମୃତ୍ୟୁବରଣ କରିଥିବା ମୃତକଙ୍କ ପରିବାରକୁ ତୁରନ୍ତ ଆର୍ଥିକ ସହାୟତା ଓ ବନ୍ୟପ୍ରାଣୀ ଆକ୍ରମଣ ରୋକିବାକୁ ସ୍ୱତନ୍ତ୍ର ପଦକ୍ଷେପ ଗ୍ରହଣ ପାଇଁ ଦାବି   (20-Oct-2026)       ||      ଶ୍ରୀରାମ ବାବାମଠ ପରିଦର୍ଶନ ରେ ସାଂସଦ ପ୍ରଦୀପ ପୁରୋହିତ   (20-Oct-2026)       ||      ଦଶହରାରେ ମା’ ସୁରେଶ୍ୱରୀ ଓ ମା’ ଭଗବତୀଙ୍କ ରାଜରାଜେଶ୍ୱରୀ ବେଶ   (20-Oct-2026)       ||      ବନ ବିଭାଗର ମିଳିତ ଚଢ଼ାଉ, ଟ୍ରକ୍‌ ସହ ମୂଲ୍ୟବାନ କାଠ ଜବତ; ଜଣେ ଅଟକ   (20-Oct-2026)       ||      ବାଦପାଲି ଫୁଟବଲ ଟୁର୍ଣ୍ଣାମେଣ୍ଟରେ ତୁରୁମ ଦଳ ଚାମ୍ପିୟନ ଫାଇନାଲରେ ପତିକାରପାଲି ଦଳକୁ ହରାଇ ହାସଲ କଲା ବିଜୟ   (19-Oct-2026)       ||      ସୁବର୍ଣ୍ଣପୁରରେ ମା’ ସୁରେଶ୍ୱରୀଙ୍କ ମହିଷାମର୍ଦ୍ଦିନୀ ବେଶ, ମା’ ଭଗବତୀ ଓ ଦୁର୍ଗାଦେବୀଙ୍କ ସିଦ୍ଧିଦାତ୍ରୀ ବେଶ   (19-Oct-2026)       ||      *ପ୍ରଧାନ ଶିକ୍ଷୟତ୍ରୀ ସୁଭାଷିନୀ ନନ୍ଦ ଙ୍କ ବିୟୋଗ*- *ସୋନପୁର ଓ କଟକ ରେ ଶୋକ*- *ଅନ୍ତିମ ସଂସ୍କାର ରେ ଯୋଗ ଦେଲେ ଜଷ୍ଟିସ ଚିତ୍ତ ରଞ୍ଜନ ଦାଶ*-   (19-Oct-2026)       ||      ବାଗ୍ମୀ ବିଶ୍ୱନାଥ କରଙ୍କ ଶ୍ରାଦ୍ଧ ବାର୍ଷିକୀରେ ଶ୍ରଦ୍ଧା ସୁମନ ଅର୍ପଣ    (19-Oct-2026)       ||      From Dussehra to Kumar Purnima: The Divine Continuum of Shakti, Prosperity and Knowledge in Odisha   (19-Oct-2026)       ||      ବଲାଙ୍ଗିର ନାଗରିକ କମିଟୀ ର କାର୍ଯ୍ୟକାରୀ କମିଟୀ ବୈଠକ♦️ ଲୋୟର ସୁକତେଲରୁ କେନାଲ ଯୋଗେ ଜଳସେଚନ ପାଇଁ ଦାବୀ   (19-Oct-2026)       ||      ଅତାବିରା ସାପ୍ତାହିକ ବଜାର ରେ ମାଁ ଜଗତଜନନୀଙ୍କ ପୂଜା,,,, ଲୋକକଳା ଓ ମନ୍ତ୍ରଧ୍ୱନିରେ କମ୍ପିଲା ୫୩ ନମ୍ବର ଜାତୀୟ ରାଜପଥ   (18-Oct-2026)       ||      ପଦଯାତ୍ରା ସଫଳ ନେଇ ବିନିକା ବିଜେଡିର ପ୍ରସ୍ତୁତି   (18-Oct-2026)       ||      ପାଣ୍ଡରାରେ ଜମୁଛି ଶାରଦୀୟ ଦୁର୍ଗାପୂଜାର ଆସର♦️ ଆକର୍ଷଣୀୟ ତୋରଣ ଓ ରଙ୍ଗିନ ଆଲୋକମାଳାରେ ଝଲସୁଛି ଅଞ୍ଚଳ   (18-Oct-2026)       ||     

HOME   ଜିଲ୍ଲା

ଶ୍ରାବଣ ପାଇଁ ରାଣୀପୁର ଝରିଆଲ ପରିଦର୍ଶନ କଲେ ବିଧାୟକ ଲକ୍ଷ୍ମଣ ବାଗ

18-Jul-2025



ସିନ୍ଧେକେଲା(ଅନୀଲ କୁମାର ତ୍ରିପାଠୀ):  ବଲାଙ୍ଗୀର ଜିଲ୍ଲାରେ ଥିବା ରାଜ୍ୟର ଅନନ୍ୟ ଐତିହାସିକ ଯୋଗିନୀ ପୀଠ ରାଣୀପୁର ଝରିଆଲରେ ପ୍ରତିବର୍ଷ ଶ୍ରାବଣ ମାସରେ ଭକ୍ତ, ଶ୍ରଦ୍ଧାଳୁ ଏବଂ କାଉଡ଼ିଆ ମାନଙ୍କ ବେଶ୍ ଭିଡ ପରିଲକ୍ଷିତ ହୋଇଥାଏ। ଏହାକୁ ନଜରରେ ରଖି କଣ୍ଟାବାଞ୍ଜି ବିଧାୟକ ଲକ୍ଷ୍ମଣ ବାଗ ହଠାତ୍ ଗୁରୁବାର ରାଣୀପୁର ଝରିଆଲ ମନ୍ଦିର ପରିଦର୍ଶନ କରିଛନ୍ତି। ଏବଂ ମନ୍ଦିର ଟ୍ରଷ୍ଟ କମିଟି ଏବଂ ଅଞ୍ଚଳବାସୀଙ୍କ ସହ ଶ୍ରାବଣ ସମୟର ସୁବିଧା ଅସୁବିଧା ପଚାରି ବୁଝିଥିଲେ। ତେବେ ବର୍ତ୍ତମାନ ସମୟରେ କୌଣସି ମୌଳିକ ସୁବିଧା ଟିକକ ନ ଥିଲେ ହେଁ ବହୁ ସଂଖ୍ୟାରେ ଭକ୍ତ, ଶ୍ରଦ୍ଧାଳୁ ଏବଂ ବୋଲବମ ଭକ୍ତଙ୍କ ବହୁ ଭିଡ ପରିଲକ୍ଷିତ ହେଉଥିବାରୁ ଟ୍ୟାଙ୍କର ଯୋଗେ ପାନୀୟ ଜଳ ଯୋଗାଣ କରିବାପାଇଁ ପ୍ରାଥମିକତା ଦିଆଯାଇଥିଲା। ତେବେ ବିଧାୟକ ଏ ବିଷୟରେ ବଙ୍ଗୋମୁଣ୍ଡା ବିଡ଼ିଓ ଙ୍କୁ ଫୋନ କରି ପାଣି ଟ୍ୟାଙ୍କର ବ୍ୟବସ୍ଥା କରିଦେବା ପାଇଁ କହିଥିଲେ। ପରେ ଟ୍ରଷ୍ଟ କମିଟି ଏବଂ ଅଞ୍ଚଳବାସୀଙ୍କ ତରଫରୁ ମହାଶିବରାତ୍ରି ମେଳା ଓ ରାଣୀପୁର ଝରିଆଲ ମହୋତ୍ସବକୁ ଆନ୍ତରିକତା ସହ ସହଯୋଗ କରି କାର୍ଯ୍ୟକ୍ରମକୁ ସଫଳ କରିଥିବାରୁ ଧନ୍ୟବାଦ୍ ଅର୍ପଣ କରାଯାଇ ଥିଲା। ରାଣୀପୁର ଝରିଆଲ ମନ୍ଦିରର ଉନ୍ନତି ପାଇଁ ଡିପିଆର ପ୍ରସ୍ତୁତ ହୋଇସାରିଛି। ଶିଘ୍ର କାମ ଆରମ୍ଭ ହୋଇଯିବ ବୋଲି ସୁଚନା ଦେଇଥିଲେ। ପରେ ମାଁ ପାଇଁ ଗଛଟିଏ କାର୍ଯ୍ୟକ୍ରମ କରି ବୃକ୍ଷ ରୋପଣ କରିଥିଲେ। ଏହି ସମୟରେ ମନ୍ଦିର ଟ୍ରଷ୍ଟ କମିଟିର ଆବାହକ ଅନିଲ କୁମାର ତ୍ରିପାଠୀ, ସମ୍ପାଦକ ଖିରସିନ୍ଧୁ ଭୋଇ, ମନ୍ଦିର ପୂଜକ ଜଗମୋହନ ତ୍ରିପାଠୀ, କୃଷ୍ଣ ସାହୁ,ଗୋପୀନାଥ ସାହୁ, ମଞ୍ଜେସ ମେହେର, ଝରିଆଲ ସମିତି ସଭ୍ୟ ରାଜୁ ହାତୀ, ରମା ସାହୁ, ହେମନ୍ତ ସାହୁ, ଝରିଆଲ ସରପଞ୍ଚ ଭରଦ୍ୱାଜ ଗହୀର, ନୌରାଜ ରଣା, ପବିତ୍ର ପୋଢ, ମୁନି ରାମ ନାଗ, ସୁଶାନ୍ତ ଥନାପତୀ ପ୍ରମୁଖ ଉପସ୍ଥିତ ଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
*ପୋଡ଼ାଗଡ ପୀଠରେ ପାରମ୍ପରିକ ଦଶହରା ପାଳିତ*   21-Oct-2026
  ଜିଲ୍ଲା  
ଭୁବନେଶ୍ୱରରେ ବି.ଏମ୍. ଫାଉଣ୍ଡେସନ‌ ଦ୍ୱାରା ନବ ଉତ୍ସବ ଆୟୋଜନ   21-Oct-2026
  ଜିଲ୍ଲା  
ବେନିଆବନ୍ଧ ରେ ଅଶୋକ ବିଜୟା ଦଶମୀ ପାଳିତ   21-Oct-2026
  ଜିଲ୍ଲା  
ସତଲମା ରେ ସାର୍ବଜନୀନ ଦୁର୍ଗାପୂଜା ଅବସରରେ ଛପନ ଭୋଗ କାର୍ଯ୍ୟକ୍ରମ   20-Oct-2026
  ଜିଲ୍ଲା  
ଏସ୍‌ଓଏସ୍‌ ଚିଲ୍‌ଡ୍ରେନ୍‌ସ ଭିଲେଜ୍‌ରେ ପିଲାମାନଙ୍କ ସହ ବିଜୟା ଦଶମୀ ପାଳିଲେ ରାଜ୍ୟପାଳ   20-Oct-2026
  ଜିଲ୍ଲା  
ପେଶା ନିୟମ ଲାଗୁ ଓ ବ୍ରାହ୍ମଣୀଗାଁକୁ ନୂତନ ବ୍ଲକ ଗଠନ ଦାବିରେ ପଦଯାତ୍ରା ପ୍ରସ୍ତୁତି   20-Oct-2026
  ଜିଲ୍ଲା  
ବରପାଲି କାଳୀ ପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   20-Oct-2026
  ଜିଲ୍ଲା  
ଭାଲୁ ଆକ୍ରମଣ ରେ ମୃତ୍ୟୁବରଣ କରିଥିବା ମୃତକଙ୍କ ପରିବାରକୁ ତୁରନ୍ତ ଆର୍ଥିକ ସହାୟତା ଓ ବନ୍ୟପ୍ରାଣୀ ଆକ୍ରମଣ ରୋକିବାକୁ ସ୍ୱତନ୍ତ୍ର ପଦକ୍ଷେପ ଗ୍ରହଣ ପାଇଁ ଦାବି   20-Oct-2026
  ରାଜ୍ୟ  
ଶ୍ରୀରାମ ବାବାମଠ ପରିଦର୍ଶନ ରେ ସାଂସଦ ପ୍ରଦୀପ ପୁରୋହିତ   20-Oct-2026
  ଜିଲ୍ଲା  
ଦଶହରାରେ ମା’ ସୁରେଶ୍ୱରୀ ଓ ମା’ ଭଗବତୀଙ୍କ ରାଜରାଜେଶ୍ୱରୀ ବେଶ   20-Oct-2026
  ଜିଲ୍ଲା  
ବନ ବିଭାଗର ମିଳିତ ଚଢ଼ାଉ, ଟ୍ରକ୍‌ ସହ ମୂଲ୍ୟବାନ କାଠ ଜବତ; ଜଣେ ଅଟକ   20-Oct-2026
  ଜିଲ୍ଲା  
ବାଦପାଲି ଫୁଟବଲ ଟୁର୍ଣ୍ଣାମେଣ୍ଟରେ ତୁରୁମ ଦଳ ଚାମ୍ପିୟନ ଫାଇନାଲରେ ପତିକାରପାଲି ଦଳକୁ ହରାଇ ହାସଲ କଲା ବିଜୟ   19-Oct-2026

You Might Also Like