-+91-9937148622 |

prerana_bgr@rediffmail.com |

  Wednesday 21st October 2026 |

| | | |

R.N.I. Regd No. ODIODI/2010/46693

Breaking News

*ପୋଡ଼ାଗଡ ପୀଠରେ ପାରମ୍ପରିକ ଦଶହରା ପାଳିତ*   (21-Oct-2026)       ||      ଭୁବନେଶ୍ୱରରେ ବି.ଏମ୍. ଫାଉଣ୍ଡେସନ‌ ଦ୍ୱାରା ନବ ଉତ୍ସବ ଆୟୋଜନ   (21-Oct-2026)       ||      ବେନିଆବନ୍ଧ ରେ ଅଶୋକ ବିଜୟା ଦଶମୀ ପାଳିତ   (21-Oct-2026)       ||      ସତଲମା ରେ ସାର୍ବଜନୀନ ଦୁର୍ଗାପୂଜା ଅବସରରେ ଛପନ ଭୋଗ କାର୍ଯ୍ୟକ୍ରମ   (20-Oct-2026)       ||      ଏସ୍‌ଓଏସ୍‌ ଚିଲ୍‌ଡ୍ରେନ୍‌ସ ଭିଲେଜ୍‌ରେ ପିଲାମାନଙ୍କ ସହ ବିଜୟା ଦଶମୀ ପାଳିଲେ ରାଜ୍ୟପାଳ   (20-Oct-2026)       ||      ପେଶା ନିୟମ ଲାଗୁ ଓ ବ୍ରାହ୍ମଣୀଗାଁକୁ ନୂତନ ବ୍ଲକ ଗଠନ ଦାବିରେ ପଦଯାତ୍ରା ପ୍ରସ୍ତୁତି   (20-Oct-2026)       ||      ବରପାଲି କାଳୀ ପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ    (20-Oct-2026)       ||      ଭାଲୁ ଆକ୍ରମଣ ରେ ମୃତ୍ୟୁବରଣ କରିଥିବା ମୃତକଙ୍କ ପରିବାରକୁ ତୁରନ୍ତ ଆର୍ଥିକ ସହାୟତା ଓ ବନ୍ୟପ୍ରାଣୀ ଆକ୍ରମଣ ରୋକିବାକୁ ସ୍ୱତନ୍ତ୍ର ପଦକ୍ଷେପ ଗ୍ରହଣ ପାଇଁ ଦାବି   (20-Oct-2026)       ||      ଶ୍ରୀରାମ ବାବାମଠ ପରିଦର୍ଶନ ରେ ସାଂସଦ ପ୍ରଦୀପ ପୁରୋହିତ   (20-Oct-2026)       ||      ଦଶହରାରେ ମା’ ସୁରେଶ୍ୱରୀ ଓ ମା’ ଭଗବତୀଙ୍କ ରାଜରାଜେଶ୍ୱରୀ ବେଶ   (20-Oct-2026)       ||      ବନ ବିଭାଗର ମିଳିତ ଚଢ଼ାଉ, ଟ୍ରକ୍‌ ସହ ମୂଲ୍ୟବାନ କାଠ ଜବତ; ଜଣେ ଅଟକ   (20-Oct-2026)       ||      ବାଦପାଲି ଫୁଟବଲ ଟୁର୍ଣ୍ଣାମେଣ୍ଟରେ ତୁରୁମ ଦଳ ଚାମ୍ପିୟନ ଫାଇନାଲରେ ପତିକାରପାଲି ଦଳକୁ ହରାଇ ହାସଲ କଲା ବିଜୟ   (19-Oct-2026)       ||      ସୁବର୍ଣ୍ଣପୁରରେ ମା’ ସୁରେଶ୍ୱରୀଙ୍କ ମହିଷାମର୍ଦ୍ଦିନୀ ବେଶ, ମା’ ଭଗବତୀ ଓ ଦୁର୍ଗାଦେବୀଙ୍କ ସିଦ୍ଧିଦାତ୍ରୀ ବେଶ   (19-Oct-2026)       ||      *ପ୍ରଧାନ ଶିକ୍ଷୟତ୍ରୀ ସୁଭାଷିନୀ ନନ୍ଦ ଙ୍କ ବିୟୋଗ*- *ସୋନପୁର ଓ କଟକ ରେ ଶୋକ*- *ଅନ୍ତିମ ସଂସ୍କାର ରେ ଯୋଗ ଦେଲେ ଜଷ୍ଟିସ ଚିତ୍ତ ରଞ୍ଜନ ଦାଶ*-   (19-Oct-2026)       ||      ବାଗ୍ମୀ ବିଶ୍ୱନାଥ କରଙ୍କ ଶ୍ରାଦ୍ଧ ବାର୍ଷିକୀରେ ଶ୍ରଦ୍ଧା ସୁମନ ଅର୍ପଣ    (19-Oct-2026)       ||      From Dussehra to Kumar Purnima: The Divine Continuum of Shakti, Prosperity and Knowledge in Odisha   (19-Oct-2026)       ||      ବଲାଙ୍ଗିର ନାଗରିକ କମିଟୀ ର କାର୍ଯ୍ୟକାରୀ କମିଟୀ ବୈଠକ♦️ ଲୋୟର ସୁକତେଲରୁ କେନାଲ ଯୋଗେ ଜଳସେଚନ ପାଇଁ ଦାବୀ   (19-Oct-2026)       ||      ଅତାବିରା ସାପ୍ତାହିକ ବଜାର ରେ ମାଁ ଜଗତଜନନୀଙ୍କ ପୂଜା,,,, ଲୋକକଳା ଓ ମନ୍ତ୍ରଧ୍ୱନିରେ କମ୍ପିଲା ୫୩ ନମ୍ବର ଜାତୀୟ ରାଜପଥ   (18-Oct-2026)       ||      ପଦଯାତ୍ରା ସଫଳ ନେଇ ବିନିକା ବିଜେଡିର ପ୍ରସ୍ତୁତି   (18-Oct-2026)       ||      ପାଣ୍ଡରାରେ ଜମୁଛି ଶାରଦୀୟ ଦୁର୍ଗାପୂଜାର ଆସର♦️ ଆକର୍ଷଣୀୟ ତୋରଣ ଓ ରଙ୍ଗିନ ଆଲୋକମାଳାରେ ଝଲସୁଛି ଅଞ୍ଚଳ   (18-Oct-2026)       ||     

HOME   ଜିଲ୍ଲା

ଲୋଇସିଂହା ରେ କଂଗ୍ରେସ ତରଫରୁ ବନ୍ଦ ପାଳନ ଆଂଶିକ ସଫଳ

18-Jul-2025



ଲୋଇସିଂହା, (ବିନୋଦ ଦୀପ) ବାଲେଶ୍ବର ଫକୀରମୋହନ ସ୍ଵୟଂଶାସିତ ମହାବିଦ୍ୟାଳୟର ଛାତ୍ରୀ ସୌମ୍ୟାଶ୍ରୀ ବିଶି ଙ୍କ ଆତ୍ମହତ୍ୟା ଉଦ୍ୟମ ପରେ ୨ ଦିନ ଏମସ୍ ରେ ଚିକିତ୍ସିତ ହେବା ପରେ ଆଖୁ ବୁଜିଲେ। ଜଣେ ଅଧ୍ୟାପକଙ୍କ ଯୌନ ଆବେଦନ ଓ ନିର୍ଯାତନା ବିରୋଧରେ ଛାତ୍ରୀ ଜଣକ ୬ ମାସ କାଳ ବିଭିନ୍ନ ସମୟରେ କଲେଜ କର୍ତ୍ତୃପକ୍ଷ,ପୋଲିସ ପ୍ରଶାସନ, ବିଧାୟକ,ସାଂସଦ,ଉଚ୍ଚ ଶିକ୍ଷାମନ୍ତ୍ରୀ,ଗୃହ ବିଭାଗ ଦାୟିତ୍ଵରେ ଥିବା ମୁଖ୍ୟମନ୍ତ୍ରୀ, ଜାତୀୟ ମହିଳା ଆୟୋଗ ପ୍ରମୁଖ ଙ୍କୁ ନ୍ୟାୟ ପାଇଁ କାକୁତି ମିନତି କରିବା ସତ୍ତ୍ବେ କେହି ତାଙ୍କୁ ସାହାଯ୍ୟ କରିବାକୁ ଆଗେଇ ଆସିନଥିଲେ। ଏହି ଘଟଣା ପାଇଁ ସରକାରଙ୍କୁ ଦାୟୀ କରି  ୧୨ଘଣ୍ଟିଆ ଓଡ଼ିଶା ବନ୍ଦ କରିବା ପାଇଁ ଓଡ଼ିଶା ପ୍ରଦେଶ କଂଗ୍ରେସ ଡାକରା ଦେଇଥିଲା। ଏହି ଓଡ଼ିଶା ବନ୍ଦ କୁ ସମର୍ଥନ ଜଣାଇ ଲୋଇସିଂହା ବ୍ଲକ କଂଗ୍ରେସ ପକ୍ଷରୁ ସଭାପତି ଅରବିନ୍ଦ ସାହୁ ଙ୍କ ନେତୃତ୍ୱରେ ଲୋଇସିଂହା ସହର ବନ୍ଦ କରାଯାଇଥିଲା। ଏନେଇ  କଂଗ୍ରେସ କର୍ମୀ ପିକେଟିଙ୍ଗ କରି ବ୍ୟାଙ୍କ, ଶିକ୍ଷାନୁଷ୍ଠାନ,ସରକାରୀ ଓ ବେସରକାରୀ କାର୍ଯ୍ୟାଳୟ ଗୁଡିକ ବନ୍ଦ କରିଥିଲେ। ତେବେ କାଁ ଭାଁ କେତେକ ଦୋକାନ ଖୋଲା ଥିବା ବେଳେ ସତପ୍ରବୃତ୍ତ ଭାବେ କେତେକ ଦୋକାନୀ ଦୋକାନ ବନ୍ଦ କରିବା ଦେଖା ଯାଇଥିଲା।  ପରେ ସମସ୍ତ କର୍ମୀ ମୁଖ୍ୟ ସହରରେ ଏକତ୍ରିତ ହୋଇ ସୌମ୍ୟଶ୍ରୀ ଙ୍କୁ ନ୍ୟାୟ ଦାବୀରେ ନାରା ଦେଇ ମୋହନ ସରକାର ଙ୍କୁ କଟୁ ସମାଲୋଚନା କରିଥିଲେ। ଏହି ଅବସରରେ  କଂଗ୍ରେସ ବ୍ଲକ ସଭାପତି ଶ୍ରୀଯୁକ୍ତ ଅରବିନ୍ଦ ସାହୁ କହିଛନ୍ତି ଯେ ରାଜ୍ୟରେ ବିଜେପି ସରକାର ମହିଳା ଓ ଛାତ୍ରୀମାନଙ୍କୁ ସୁରକ୍ଷା ଦେବାରେ ସମ୍ପୂର୍ଣ୍ଣ ବିଫଳ। ଗତ ଏକ ବର୍ଷ ମଧ୍ୟରେ ରାଜ୍ୟରେ ଅପରାଧ ରେକର୍ଡ ସୃଷ୍ଟି କରିଛି। ଉଚ୍ଚ ଶିକ୍ଷାମନ୍ତ୍ରୀ,ବାଲେଶ୍ୱର ସାଂସଦ ଓ ବିଧାୟକ ଘଟଣା ସମ୍ପର୍କରେ ଜାଣି ମଧ୍ୟ କୌଣସି ପଦକ୍ଷେପ ଗ୍ରହଣ ନ କରିବା ଦାୟିତ୍ୱ ହୀନତାର ପରିଚୟ। ତେଣୁ ଉଚ୍ଚ ଶିକ୍ଷାମନ୍ତ୍ରୀ ତୁରନ୍ତ ଇସ୍ତଫା ଦେବା ସହ ଅପରାଧୀଙ୍କ ବିରୁଦ୍ଧରେ ଦୃଢ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଉ ବୋଲି ଦାବୀ କରିଥିଲେ। ଏଥିରେ ଲୋଇସିଂହା ବ୍ଲକ କଂଗ୍ରେସ କମିଟିର ସୋମନାଥ ପଟେଲ,ସାନ୍ତୁନୁ କୁମାର ସିଂ,ମାଗୁର ବେଡା ସରପଞ୍ଚ ସଞ୍ଜୟ ଗଡତ୍ୟା,ବ୍ୟାସଦେବ ଝାଙ୍କର,ପରମାନନ୍ଦ ଗଡତ୍ୟା,ଅଶୋକ ବେହେରା,ସୋମନାଥ ବେହେରା,ଶିବ ଅଗ୍ରୱାଲ,ଭାଗବତୀଆ ଭୋଇ,ପଦ୍ମଲୋଚନ କୁମ୍ଭାର,ରାମବିଳାସ ଝାଙ୍କର,ଲଷ୍ମୀନାରାୟଣ ଗଡତ୍ୟା ଙ୍କ ସମେତ ଶତାଧିକ କଂଗ୍ରେସ କର୍ମୀ ଓ ସମର୍ଥକ ଉପସ୍ଥିତ ରହିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
*ପୋଡ଼ାଗଡ ପୀଠରେ ପାରମ୍ପରିକ ଦଶହରା ପାଳିତ*   21-Oct-2026
  ଜିଲ୍ଲା  
ଭୁବନେଶ୍ୱରରେ ବି.ଏମ୍. ଫାଉଣ୍ଡେସନ‌ ଦ୍ୱାରା ନବ ଉତ୍ସବ ଆୟୋଜନ   21-Oct-2026
  ଜିଲ୍ଲା  
ବେନିଆବନ୍ଧ ରେ ଅଶୋକ ବିଜୟା ଦଶମୀ ପାଳିତ   21-Oct-2026
  ଜିଲ୍ଲା  
ସତଲମା ରେ ସାର୍ବଜନୀନ ଦୁର୍ଗାପୂଜା ଅବସରରେ ଛପନ ଭୋଗ କାର୍ଯ୍ୟକ୍ରମ   20-Oct-2026
  ଜିଲ୍ଲା  
ଏସ୍‌ଓଏସ୍‌ ଚିଲ୍‌ଡ୍ରେନ୍‌ସ ଭିଲେଜ୍‌ରେ ପିଲାମାନଙ୍କ ସହ ବିଜୟା ଦଶମୀ ପାଳିଲେ ରାଜ୍ୟପାଳ   20-Oct-2026
  ଜିଲ୍ଲା  
ପେଶା ନିୟମ ଲାଗୁ ଓ ବ୍ରାହ୍ମଣୀଗାଁକୁ ନୂତନ ବ୍ଲକ ଗଠନ ଦାବିରେ ପଦଯାତ୍ରା ପ୍ରସ୍ତୁତି   20-Oct-2026
  ଜିଲ୍ଲା  
ବରପାଲି କାଳୀ ପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   20-Oct-2026
  ଜିଲ୍ଲା  
ଭାଲୁ ଆକ୍ରମଣ ରେ ମୃତ୍ୟୁବରଣ କରିଥିବା ମୃତକଙ୍କ ପରିବାରକୁ ତୁରନ୍ତ ଆର୍ଥିକ ସହାୟତା ଓ ବନ୍ୟପ୍ରାଣୀ ଆକ୍ରମଣ ରୋକିବାକୁ ସ୍ୱତନ୍ତ୍ର ପଦକ୍ଷେପ ଗ୍ରହଣ ପାଇଁ ଦାବି   20-Oct-2026
  ରାଜ୍ୟ  
ଶ୍ରୀରାମ ବାବାମଠ ପରିଦର୍ଶନ ରେ ସାଂସଦ ପ୍ରଦୀପ ପୁରୋହିତ   20-Oct-2026
  ଜିଲ୍ଲା  
ଦଶହରାରେ ମା’ ସୁରେଶ୍ୱରୀ ଓ ମା’ ଭଗବତୀଙ୍କ ରାଜରାଜେଶ୍ୱରୀ ବେଶ   20-Oct-2026
  ଜିଲ୍ଲା  
ବନ ବିଭାଗର ମିଳିତ ଚଢ଼ାଉ, ଟ୍ରକ୍‌ ସହ ମୂଲ୍ୟବାନ କାଠ ଜବତ; ଜଣେ ଅଟକ   20-Oct-2026
  ଜିଲ୍ଲା  
ବାଦପାଲି ଫୁଟବଲ ଟୁର୍ଣ୍ଣାମେଣ୍ଟରେ ତୁରୁମ ଦଳ ଚାମ୍ପିୟନ ଫାଇନାଲରେ ପତିକାରପାଲି ଦଳକୁ ହରାଇ ହାସଲ କଲା ବିଜୟ   19-Oct-2026

You Might Also Like