-+91-9937148622 |

prerana_bgr@rediffmail.com |

  Wednesday 14th October 2026 |

| | | |

R.N.I. Regd No. ODIODI/2010/46693

Breaking News

ବଲାଙ୍ଗୀରଠାରେ ଅନୁଷ୍ଠିତ ହେଲା ଅଖିଳ ଓଡ଼ିଶା ନ୍ୟାୟିକ କର୍ମଚାରୀ ସଂଘର ରାଜ୍ୟସ୍ତରୀୟ ସାଧାରଣ ପରିଷଦ ବୈଠକ   (13-Oct-2026)       ||      ୩ ହଜାର ଟଙ୍କା ଲାଞ୍ଚ ନେବା ଅଭିଯୋଗରେ ସଇଁତଲା ଆର ଆଇ ଙ୍କୁ ଧରିଲା ଭିଜିଲାନ୍ସ ବିଭାଗ    (13-Oct-2026)       ||      *ନବରଙ୍ଗପୁରରେ ନୂତନ ଜିଲ୍ଲାପାଳଙ୍କ ଦାୟିତ୍ୱ ଗ୍ରହଣ*   (13-Oct-2026)       ||      ବଲାଙ୍ଗୀର ତହସିଲର ଅବ୍ୟବସ୍ଥା ନେଇ ବଲାଙ୍ଗୀର ଜିଲ୍ଲା ଓକିଲ ସଂଘ ସଭାପତି ଙ୍କ ପ୍ରତିକ୍ରିୟା: କପି ଟିଏ ପାଇବା ପାଇଁ ଲୋକଙ୍କୁ ମାସ ମାସ ଧରି ଅପେକ୍ଷା କରିବାକୁ ପଡୁଛି    (13-Oct-2026)       ||      ଚନ୍ଦ୍ରଘଣ୍ଟା ବେଶରେ ଦର୍ଶନ ଦେଲେ ମାଁ ଚରଦେଇ   (13-Oct-2026)       ||      ଜିଲ୍ଲା ସମବାୟ ବିଭାଗ, ହସ୍ତତନ୍ତ ଓ ବୟନ ଶିଳ୍ପ ବିଭାଗର ମିଳିତ ଆନୁକୂଲ୍ୟରେ ରଙ୍ଗୋଲି ରାଷ୍ଟ୍ର କାର୍ଯ୍ୟକ୍ରମ ଅନୁଷ୍ଠିତ   (13-Oct-2026)       ||      ବଲାଙ୍ଗୀରରେ ରାଜ୍ୟ ବିଦ୍ୟାଳୟ ସମୂହ କ୍ରୀଡ଼ା ପ୍ରତିଯୋଗିତା   (13-Oct-2026)       ||      ଓମ୍‌ ଭ୍ୟାଲି ଶିକ୍ଷାନୁଷ୍ଠାନରେ ୧୧ତମ ବାଟାଲିୟନ ଦ୍ଵାରା ଏନ୍‌.ସି.ସି.ପ୍ରଶିକ୍ଷଣ ଶିବିରର ଉଦ୍‌ଯାପିତ    (13-Oct-2026)       ||      ପାଟଣେଶ୍ୱରୀ ଦେବୀପୀଠରେ ନବରାତ୍ରପୂଜା   (13-Oct-2026)       ||      ମା’ସୁରେଶ୍ୱରୀଙ୍କ ସମେତ ତିନି ଦେବୀଙ୍କ ଚନ୍ଦ୍ରଘଣ୍ଟା ବେଶ   (13-Oct-2026)       ||      ଚୋରି ଓ ଅପରାଧର ଖିଅ ଖୋଜିବ ସିସିଟିଭି! ଦାରିଙ୍ଗବାଡ଼ିର ସବୁ ହୋଟେଲ, ରିସର୍ଟ ଓ ରେଷ୍ଟୁରାଣ୍ଟରେ କ୍ୟାମେରା ଲାଗିବା ବାଧ୍ୟତାମୂଳକ   (13-Oct-2026)       ||      ପଡାଗଡ଼ ଅଞ୍ଚଳରେ ରାତିରେ ଚାଲିଛି ବେଆଇନ କ୍ରସର, ଖଣି ମାଫିଆ ମାଲାମାଲ   (13-Oct-2026)       ||      ତୁଷୁରାରେ ମହାରାଜା ଅଗ୍ରସେନଜୀଙ୍କ ଜୟନ୍ତୀ ପାଳିତ   (13-Oct-2026)       ||      ମା କୁଶଙ୍ଗାଇ ପୀଠ ନବରାତ୍ରିରେ ଚଳଚଞ୍ଚଳ   (13-Oct-2026)       ||      ଅଲ୍ ଓଡିଶା ଅଙ୍ଗନୱାଡ଼ି ଲେଡିଜ୍ ୱାର୍କରର୍ସ ଆସୋସିଏସନ୍ ପକ୍ଷରୁ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ   (13-Oct-2026)       ||      ଭାରତ ବିକାଶ ପରିଷଦ ଦ୍ଵାରା (ଶିକ୍ଷା ବର୍ଷ ୨୦୨୬) ପାଇଁ ଶ୍ରେଷ୍ଠ ଛାତ୍ର ଓ ଶ୍ରେଷ୍ଠ ଶିକ୍ଷୟିତ୍ରୀ ପୁରସ୍କାରରେ ସମ୍ମାନିତ ହେଲେ ଓମ ଭ୍ୟାଲି ସ୍କୁଲର ଶିକ୍ଷୟତ୍ରୀ ଓ ଛାତ୍ର    (13-Oct-2026)       ||      ଆଗଲପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ରେ କ୍ଲଷ୍ଟର୍ ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଧୁମ ଧାମରେ ପାଳିତ   (13-Oct-2026)       ||      ମା ଘଣ୍ଟାସୁନିଙ୍କ ନବମୀ ଯାତ୍ରା ଉପଲକ୍ଷେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ    (12-Oct-2026)       ||      *ଆସନ୍ତା କାଲି ଠାରୁ ସୁବର୍ଣ୍ଣପୁର ଠାରେ ହେବ ରାଜ୍ୟ ସ୍ତରୀୟ ୧୪ ବର୍ଷ ରୁ କମ୍ ବାଳକ ଫୁଟବଲ୍ ଚାମ୍ପିଅନସିପ*-   (12-Oct-2026)       ||      ମା’ ସୁରେଶ୍ୱରୀଙ୍କ ସମେତ ତିନି ଦେବୀଙ୍କ ବ୍ରହ୍ମଚାରିଣୀ ବେଶ ଦର୍ଶନ   (12-Oct-2026)       ||     

HOME   ଦେଶ ବିଦେଶ

ପୂର୍ବାଞ୍ଚଳୀୟ ଲେଖକ ସମ୍ମିଳନୀ ଉଦ୍ଘାଟିତ; ଯୋଗ ଦେଲେ ଆଠଟି ଭାଷାର ଲେଖକ ପୂର୍ବାଞ୍ଚଳ ହେଉଛି ସାହିତ୍ୟର ଗନ୍ତାଘର: ମାଧବ କୌଶିକ

22-Jul-2025



ଭୁବନେଶ୍ୱର(ପ୍ରେରଣା ଖବର): ସ୍ଥାନୀୟ ସଂସ୍କୃତି ଭବନ ପ୍ରେକ୍ଷାଳୟରେ କେନ୍ଦ୍ର ସାହିତ୍ୟ ଅକାଦେମି ଏବଂ ଓଡ଼ିଶା ସାହିତ୍ୟ ଏକାଡେମୀର ମିଳିତ ଉଦ୍ୟମରେ ଆୟୋଜିତ ଦ୍ୱିଦିବସୀୟ ପୂର୍ବାଞ୍ଚଳୀୟ ଲେଖକ ସମ୍ମିଳନୀ ଉଦ୍ଘାଟିତ ହୋଇ ଯାଇଛି ।  ଏହି କାର୍ଯ୍ୟକ୍ରମର ଉଦ୍ଘାଟନୀ ଅଧିବେଶନରେ ସଭାପତିତ୍ୱ କରିଥିଲେ ସାହିତ୍ୟ ଅକାଦେମିର ସଭାପତି ତଥା ସପୁରିଚିତ କବି ଡକ୍ଟର ମାଧବ କୌଶିକ । ନିଜ ବକ୍ତବ୍ୟରେ ସେ କହିଥିଲେ ଯେ ଭାରତର ପୂର୍ବାଞ୍ଚଳ ହେଉଛି ସାହିତ୍ୟର ଗନ୍ତାଘର। ଏହି ଅଞ୍ଚଳ ଅନେକ ପ୍ରସିଦ୍ଧ ସାହିତ୍ୟ ସାଧକଙ୍କୁ ଜନ୍ମ ଦେଇଛି। ସାଂପ୍ରତିକ ସମୟର ସାହିତ୍ୟ ସମ୍ପକରେ ସେ କହିଥିଲେ ଯେ, ଏବେ ପ୍ରଯୁକ୍ତି ବିଦ୍ୟା ବଳରେ ଲୋକ ସାହିତ୍ୟ

ତଥା ଲୁକ୍କାୟିତ ସାରସ୍ବତ ସମ୍ପଦର ସୁରକ୍ଷା ତଥା ପ୍ରସାର କରିପାରିବା। କିନ୍ତୁ ଏହା ଯେମିତି ଆମକୁ ଦାସ କରି ନ ଦିଏ। ସ୍ୱାଗତ ଭାଷଣ ପ୍ରଦାନ କରିଥିଲେ ସାହିତ୍ୟ ଅକାଦେମିର ସଚିବ ଡକ୍ଟର କେ. ଶ୍ରୀନିବାସରାଓ । ସେ ସମ୍ମିଳନୀ ଆୟୋଜନର ଗୁରୁତ୍ୱ ଏବଂ ପୂର୍ବାଞ୍ଚଳର ସାହିତ୍ୟର ସଂପର୍କରେ ଆଲୋକପାତ କରିଥିଲେ । ମୁଖ୍ୟ ଅତିଥି ଭାବେ ଯୋଗଦେଇ ବିଶିଷ୍ଟ କବି ହରପ୍ରସାଦ ଦାସ ଭାରତୀୟ ସାହିତ୍ୟର ମୌଳିକ ଧାରା ଓ ତତ୍ତ୍ବ ସଂପର୍କରେ କହିଥିଲେ । ପାଶ୍ଚାତ୍ୟ ସାହିତ୍ୟଠୁ ଭାରତୀୟ ସାହିତ୍ୟ ଅଧିକ ଗୁରୁତ୍ବ ବହନ କରେ ବୋଲି ସେ ଯୁକ୍ତି ବାଢିଥିଲେ। ସାହିତ୍ୟ ଅକାଦେମିର ପୂର୍ବାଞ୍ଚଳୀୟ ଉପଦେଷ୍ଟା ପରିଷଦର ଆବାହକ ଡକ୍ଟର ଗୌରହରି ଦାସ ପ୍ରାରମ୍ଭିକ ସୂଚନା ପ୍ରଦାନ କରିଥିଲେ । ସେ ଓଡ଼ିଶାରେ ଏଭଳି ବହୁଭାଷୀ କାର୍ଯ୍ୟକ୍ରମ ଆୟୋଜନ ସଂପର୍କରେ ଗୁରୁତ୍ୱାରୋପ କରିଥିଲେ । ଓଡ଼ିଶା ସାହିତ୍ୟ ଏକାଡେମୀର ସଚିବ ଡକ୍ଟର ଚନ୍ଦ୍ରଶେଖର ହୋତା ଧନ୍ୟବାଦ ଅର୍ପଣ କରିଥିଲେ । ଏହି ଅବସରରେ ସାହିତ୍ୟ ଅକାଦେମି ଦ୍ୱାରା ପ୍ରକାଶିତ ପୁସ୍ତକ ଦୟାଲାଲ ଯୋଶୀ (ଓଡ଼ିଆ), ଶୂନ୍ୟରେ ହସ୍ତାକ୍ଷର (ଓଡ଼ିଆ), ଅବୋଥିରା (ବୋଡ଼ୋ), ଟୋଟୋଦେର ଉପକଥା (ବଙ୍ଗଳା), ଅତିକ୍ରମ (ଅହମିଆ) ଏବଂ ଏନ ଇନ୍ଟ୍ରଡକ୍ସନ୍ ଟୁ ନାଗା ଫୋକ୍ ସଙ୍ଗ (ଇଂରାଜୀ) ଉନ୍ମୋଚିତ ହୋଇଥିଲା । 
ପ୍ରଥମ ଅଧିବେଶନରେ ଅହମିଆ ଉପଦେଷ୍ଟା ପରିଷଦର ଆବାହକ ଦିଗନ୍ତ ବିଶ୍ୱ ଶର୍ମାଙ୍କ ଅଧ୍ୟକ୍ଷତାରେ କବିତା ପାଠ କରିଥିଲେ ବର୍ଣ୍ଣାଳି ବୋରଗୋହେନ (ଅହମିଆ), ଅର୍ଣ୍ଣବ ସାହା (ବଙ୍ଗଳା), କୃଷ୍ଣ ମୋହନ ଝା (ମୈଥିଳି), ମୋହନ ସୁବେଦି (ନେପାଳୀ), ଅପର୍ଣ୍ଣା ମହାନ୍ତି (ଓଡ଼ିଆ) ଏବଂ ଆନ୍ପା ମାର୍ଣ୍ଡି

(ସାନ୍ତାଳୀ) । ଶ୍ରୀ ବିଶ୍ୱ ଶର୍ମା ଭାରତୀୟ କବିତାର ବୈଶିଷ୍ଟ୍ୟ ଏବଂ ସୌନ୍ଦର୍ଯ୍ୟବୋଧ ସଂପର୍କରେ ମତାମତ ଦେଇଥିଲେ । ଦ୍ୱିତୀୟ ଅଧିବେଶନରେ ସଭାପତିତ୍ୱ କରିଥିଲେ ବିଶିଷ୍ଟ ଗାଳ୍ପିକ ଅଧ୍ୟାପକ ବିଶ୍ୱରଞ୍ଜନ ଏବଂ ଗଳ୍ପ ପାଠ କରିଥିଲେ ବିନାୟକ ବନେ୍ଦାପାଧ୍ୟାୟ (ବଙ୍ଗଳା), ସାଧନା ବ୍ରହ୍ମ (ବୋଡ଼ୋ), ଅଶୋକ (ମୈଥିଳି) ଓ ଦେବପ୍ରସାଦ ଦାଶ (ଓଡ଼ିଆ) । ପଠିତ ଗଳ୍ପ କବିତାଗୁଡ଼ିକରେ ନିଜ ନିଜ ଅଞ୍ଚଳର ସଂସ୍କୃତି, ପରମ୍ପରା ସହିତ ସାଂପ୍ରତିକ ସମାଜର ବହୁବିଧ ସ୍ୱର ଅନୁରଣିତ ହୋଇଥିଲା । କାର୍ଯ୍ୟକ୍ରମ ସଂଯୋଜନା କରିଥିଲେ ସାହିତ୍ୟ ଅକାଦେମି କୋଲକାତା କାର୍ଯ୍ୟଳୟର ଭାରପ୍ରାପ୍ତ ଅଧିକାରୀ କ୍ଷେତ୍ରବାସୀ ନାଏକ ।  ଆଜିର କାର୍ଯ୍ୟକ୍ରମରେ ବହୁ ଲେଖକ ଲେଖିକା, ଗବେଷକ ଓ ଛାତ୍ରଛାତ୍ରୀ ଯୋଗ ଦେଇଥିଲେ। ଆସନ୍ତା କାଲି ଦୁଇଟି ଅଧିବେଶନରେ ବହୁଭାଷୀ ଗଳ୍ପ ଓ କବିତା ପାଠ ସହିତ ଅନ୍ୟ ଏକ ଅଧିବେଶନରେ ପୂର୍ବାଞ୍ଚଳୀୟ ସାହିତ୍ୟରେ ସାଂପ୍ରତିକ ଧାରା ଶୀର୍ଷକରେ ଆଲୋଚନା କରାଯିବ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବଲାଙ୍ଗୀରଠାରେ ଅନୁଷ୍ଠିତ ହେଲା ଅଖିଳ ଓଡ଼ିଶା ନ୍ୟାୟିକ କର୍ମଚାରୀ ସଂଘର ରାଜ୍ୟସ୍ତରୀୟ ସାଧାରଣ ପରିଷଦ ବୈଠକ   13-Oct-2026
  ଜିଲ୍ଲା  
୩ ହଜାର ଟଙ୍କା ଲାଞ୍ଚ ନେବା ଅଭିଯୋଗରେ ସଇଁତଲା ଆର ଆଇ ଙ୍କୁ ଧରିଲା ଭିଜିଲାନ୍ସ ବିଭାଗ   13-Oct-2026
  ଜିଲ୍ଲା  
*ନବରଙ୍ଗପୁରରେ ନୂତନ ଜିଲ୍ଲାପାଳଙ୍କ ଦାୟିତ୍ୱ ଗ୍ରହଣ*   13-Oct-2026
  ଜିଲ୍ଲା  
ବଲାଙ୍ଗୀର ତହସିଲର ଅବ୍ୟବସ୍ଥା ନେଇ ବଲାଙ୍ଗୀର ଜିଲ୍ଲା ଓକିଲ ସଂଘ ସଭାପତି ଙ୍କ ପ୍ରତିକ୍ରିୟା: କପି ଟିଏ ପାଇବା ପାଇଁ ଲୋକଙ୍କୁ ମାସ ମାସ ଧରି ଅପେକ୍ଷା କରିବାକୁ ପଡୁଛି   13-Oct-2026
  ଜିଲ୍ଲା  
ଚନ୍ଦ୍ରଘଣ୍ଟା ବେଶରେ ଦର୍ଶନ ଦେଲେ ମାଁ ଚରଦେଇ   13-Oct-2026
  ଜିଲ୍ଲା  
ଜିଲ୍ଲା ସମବାୟ ବିଭାଗ, ହସ୍ତତନ୍ତ ଓ ବୟନ ଶିଳ୍ପ ବିଭାଗର ମିଳିତ ଆନୁକୂଲ୍ୟରେ ରଙ୍ଗୋଲି ରାଷ୍ଟ୍ର କାର୍ଯ୍ୟକ୍ରମ ଅନୁଷ୍ଠିତ   13-Oct-2026
  ଜିଲ୍ଲା  
ବଲାଙ୍ଗୀରରେ ରାଜ୍ୟ ବିଦ୍ୟାଳୟ ସମୂହ କ୍ରୀଡ଼ା ପ୍ରତିଯୋଗିତା   13-Oct-2026
  ଜିଲ୍ଲା  
ଓମ୍‌ ଭ୍ୟାଲି ଶିକ୍ଷାନୁଷ୍ଠାନରେ ୧୧ତମ ବାଟାଲିୟନ ଦ୍ଵାରା ଏନ୍‌.ସି.ସି.ପ୍ରଶିକ୍ଷଣ ଶିବିରର ଉଦ୍‌ଯାପିତ   13-Oct-2026
  ଜିଲ୍ଲା  
ପାଟଣେଶ୍ୱରୀ ଦେବୀପୀଠରେ ନବରାତ୍ରପୂଜା   13-Oct-2026
  ଜିଲ୍ଲା  
ମା’ସୁରେଶ୍ୱରୀଙ୍କ ସମେତ ତିନି ଦେବୀଙ୍କ ଚନ୍ଦ୍ରଘଣ୍ଟା ବେଶ   13-Oct-2026
  ଜିଲ୍ଲା  
ଚୋରି ଓ ଅପରାଧର ଖିଅ ଖୋଜିବ ସିସିଟିଭି! ଦାରିଙ୍ଗବାଡ଼ିର ସବୁ ହୋଟେଲ, ରିସର୍ଟ ଓ ରେଷ୍ଟୁରାଣ୍ଟରେ କ୍ୟାମେରା ଲାଗିବା ବାଧ୍ୟତାମୂଳକ   13-Oct-2026
  ଜିଲ୍ଲା  
ପଡାଗଡ଼ ଅଞ୍ଚଳରେ ରାତିରେ ଚାଲିଛି ବେଆଇନ କ୍ରସର, ଖଣି ମାଫିଆ ମାଲାମାଲ   13-Oct-2026

You Might Also Like