-+91-9937148622 |

prerana_bgr@rediffmail.com |

  Saturday 17th October 2026 |

| | | |

R.N.I. Regd No. ODIODI/2010/46693

Breaking News

ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   (16-Oct-2026)       ||      ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ    (16-Oct-2026)       ||      ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   (16-Oct-2026)       ||      ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ    (16-Oct-2026)       ||      ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   (16-Oct-2026)       ||      ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   (16-Oct-2026)       ||      ବିଶ୍ୱ ହାତ ଧୋଇବା ଦିବସ ପାଳନ    (16-Oct-2026)       ||      ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ    (16-Oct-2026)       ||      ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   (16-Oct-2026)       ||      ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ    (16-Oct-2026)       ||      *ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   (16-Oct-2026)       ||      ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   (16-Oct-2026)       ||      କଣ୍ଟାମାଳ କଲେଜ ଛାତ୍ର ସଂସଦ ନିର୍ବାଚନରେ ବାଜିମାରିନେଲା ଏବିଭିପି♦️ ୧୦ ରୁ ୧୦ଆସନ ପୋଛିନେଲା ଏବିଭିପି    (16-Oct-2026)       ||      ଜେଲ୍ ଗଲେ ପୂର୍ବତନ କାଉନସିଲର ♦️ଗୁଣ୍ଡାଗର୍ଦ୍ଦି ପଡ଼ିଲା ମହଙ୍ଗା   (16-Oct-2026)       ||      କାଉଡୋଲା କ୍ଳଷ୍ଟର ପକ୍ଷରୁ ଶିଶୁ ମହୋତ୍ସବ ସୁରଭି ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   (15-Oct-2026)       ||      *ଡାବୁଗାଁ ବ୍ଲକରେ ସେବା ସେତୁ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ*   (15-Oct-2026)       ||      ବଲାଙ୍ଗୀର ସରକାରୀ ମହିଳା ମହାବିଦ୍ୟାଳୟ ଛାତ୍ରୀ ସଂସଦର ନିର୍ବାଚନ: ସଭାନେତ୍ରୀ ହେଲେ ଶ୍ରୁତିଶ୍ରୀ ପ୍ରଧାନ, ସମ୍ପାଦିକା ହେଲେ ରୋଜାଲି ମହାକୁଡ଼    (15-Oct-2026)       ||      ବିନିକା ସିଦ୍ଧାର୍ଥ ଡିଗ୍ରୀ କଲେଜ ଛାତ୍ର ସଂସଦ ନିର୍ବାଚନ (ଆୟୁଷ୍ମାନ ସଭାପତି,ବାବୁଲୁ ସାଧାରଣ ସମ୍ପାଦକ)   (15-Oct-2026)       ||      ମାୟାବର୍ହା କ୍ଲଷ୍ଟର ସୁରଭି ସାହାଜବାହାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଅନୁଷ୍ଠିତ   (15-Oct-2026)       ||      ରେକଡୋଲରେ ଟେରାକୋଟା ପ୍ରଶିକ୍ଷଣ ଶିବିର ଉଦ୍‌ଘାଟିତ ୧୫ ମହିଳାଙ୍କୁ ମିଳିବ ୬ ମାସିଆ ମାଗଣା ପ୍ରଶିକ୍ଷଣ   (15-Oct-2026)       ||     

HOME   ଦେଶ ବିଦେଶ

ପୂର୍ବାଞ୍ଚଳୀୟ ଲେଖକ ସମ୍ମିଳନୀ ଉଦ୍ଘାଟିତ; ଯୋଗ ଦେଲେ ଆଠଟି ଭାଷାର ଲେଖକ ପୂର୍ବାଞ୍ଚଳ ହେଉଛି ସାହିତ୍ୟର ଗନ୍ତାଘର: ମାଧବ କୌଶିକ

22-Jul-2025



ଭୁବନେଶ୍ୱର(ପ୍ରେରଣା ଖବର): ସ୍ଥାନୀୟ ସଂସ୍କୃତି ଭବନ ପ୍ରେକ୍ଷାଳୟରେ କେନ୍ଦ୍ର ସାହିତ୍ୟ ଅକାଦେମି ଏବଂ ଓଡ଼ିଶା ସାହିତ୍ୟ ଏକାଡେମୀର ମିଳିତ ଉଦ୍ୟମରେ ଆୟୋଜିତ ଦ୍ୱିଦିବସୀୟ ପୂର୍ବାଞ୍ଚଳୀୟ ଲେଖକ ସମ୍ମିଳନୀ ଉଦ୍ଘାଟିତ ହୋଇ ଯାଇଛି ।  ଏହି କାର୍ଯ୍ୟକ୍ରମର ଉଦ୍ଘାଟନୀ ଅଧିବେଶନରେ ସଭାପତିତ୍ୱ କରିଥିଲେ ସାହିତ୍ୟ ଅକାଦେମିର ସଭାପତି ତଥା ସପୁରିଚିତ କବି ଡକ୍ଟର ମାଧବ କୌଶିକ । ନିଜ ବକ୍ତବ୍ୟରେ ସେ କହିଥିଲେ ଯେ ଭାରତର ପୂର୍ବାଞ୍ଚଳ ହେଉଛି ସାହିତ୍ୟର ଗନ୍ତାଘର। ଏହି ଅଞ୍ଚଳ ଅନେକ ପ୍ରସିଦ୍ଧ ସାହିତ୍ୟ ସାଧକଙ୍କୁ ଜନ୍ମ ଦେଇଛି। ସାଂପ୍ରତିକ ସମୟର ସାହିତ୍ୟ ସମ୍ପକରେ ସେ କହିଥିଲେ ଯେ, ଏବେ ପ୍ରଯୁକ୍ତି ବିଦ୍ୟା ବଳରେ ଲୋକ ସାହିତ୍ୟ

ତଥା ଲୁକ୍କାୟିତ ସାରସ୍ବତ ସମ୍ପଦର ସୁରକ୍ଷା ତଥା ପ୍ରସାର କରିପାରିବା। କିନ୍ତୁ ଏହା ଯେମିତି ଆମକୁ ଦାସ କରି ନ ଦିଏ। ସ୍ୱାଗତ ଭାଷଣ ପ୍ରଦାନ କରିଥିଲେ ସାହିତ୍ୟ ଅକାଦେମିର ସଚିବ ଡକ୍ଟର କେ. ଶ୍ରୀନିବାସରାଓ । ସେ ସମ୍ମିଳନୀ ଆୟୋଜନର ଗୁରୁତ୍ୱ ଏବଂ ପୂର୍ବାଞ୍ଚଳର ସାହିତ୍ୟର ସଂପର୍କରେ ଆଲୋକପାତ କରିଥିଲେ । ମୁଖ୍ୟ ଅତିଥି ଭାବେ ଯୋଗଦେଇ ବିଶିଷ୍ଟ କବି ହରପ୍ରସାଦ ଦାସ ଭାରତୀୟ ସାହିତ୍ୟର ମୌଳିକ ଧାରା ଓ ତତ୍ତ୍ବ ସଂପର୍କରେ କହିଥିଲେ । ପାଶ୍ଚାତ୍ୟ ସାହିତ୍ୟଠୁ ଭାରତୀୟ ସାହିତ୍ୟ ଅଧିକ ଗୁରୁତ୍ବ ବହନ କରେ ବୋଲି ସେ ଯୁକ୍ତି ବାଢିଥିଲେ। ସାହିତ୍ୟ ଅକାଦେମିର ପୂର୍ବାଞ୍ଚଳୀୟ ଉପଦେଷ୍ଟା ପରିଷଦର ଆବାହକ ଡକ୍ଟର ଗୌରହରି ଦାସ ପ୍ରାରମ୍ଭିକ ସୂଚନା ପ୍ରଦାନ କରିଥିଲେ । ସେ ଓଡ଼ିଶାରେ ଏଭଳି ବହୁଭାଷୀ କାର୍ଯ୍ୟକ୍ରମ ଆୟୋଜନ ସଂପର୍କରେ ଗୁରୁତ୍ୱାରୋପ କରିଥିଲେ । ଓଡ଼ିଶା ସାହିତ୍ୟ ଏକାଡେମୀର ସଚିବ ଡକ୍ଟର ଚନ୍ଦ୍ରଶେଖର ହୋତା ଧନ୍ୟବାଦ ଅର୍ପଣ କରିଥିଲେ । ଏହି ଅବସରରେ ସାହିତ୍ୟ ଅକାଦେମି ଦ୍ୱାରା ପ୍ରକାଶିତ ପୁସ୍ତକ ଦୟାଲାଲ ଯୋଶୀ (ଓଡ଼ିଆ), ଶୂନ୍ୟରେ ହସ୍ତାକ୍ଷର (ଓଡ଼ିଆ), ଅବୋଥିରା (ବୋଡ଼ୋ), ଟୋଟୋଦେର ଉପକଥା (ବଙ୍ଗଳା), ଅତିକ୍ରମ (ଅହମିଆ) ଏବଂ ଏନ ଇନ୍ଟ୍ରଡକ୍ସନ୍ ଟୁ ନାଗା ଫୋକ୍ ସଙ୍ଗ (ଇଂରାଜୀ) ଉନ୍ମୋଚିତ ହୋଇଥିଲା । 
ପ୍ରଥମ ଅଧିବେଶନରେ ଅହମିଆ ଉପଦେଷ୍ଟା ପରିଷଦର ଆବାହକ ଦିଗନ୍ତ ବିଶ୍ୱ ଶର୍ମାଙ୍କ ଅଧ୍ୟକ୍ଷତାରେ କବିତା ପାଠ କରିଥିଲେ ବର୍ଣ୍ଣାଳି ବୋରଗୋହେନ (ଅହମିଆ), ଅର୍ଣ୍ଣବ ସାହା (ବଙ୍ଗଳା), କୃଷ୍ଣ ମୋହନ ଝା (ମୈଥିଳି), ମୋହନ ସୁବେଦି (ନେପାଳୀ), ଅପର୍ଣ୍ଣା ମହାନ୍ତି (ଓଡ଼ିଆ) ଏବଂ ଆନ୍ପା ମାର୍ଣ୍ଡି

(ସାନ୍ତାଳୀ) । ଶ୍ରୀ ବିଶ୍ୱ ଶର୍ମା ଭାରତୀୟ କବିତାର ବୈଶିଷ୍ଟ୍ୟ ଏବଂ ସୌନ୍ଦର୍ଯ୍ୟବୋଧ ସଂପର୍କରେ ମତାମତ ଦେଇଥିଲେ । ଦ୍ୱିତୀୟ ଅଧିବେଶନରେ ସଭାପତିତ୍ୱ କରିଥିଲେ ବିଶିଷ୍ଟ ଗାଳ୍ପିକ ଅଧ୍ୟାପକ ବିଶ୍ୱରଞ୍ଜନ ଏବଂ ଗଳ୍ପ ପାଠ କରିଥିଲେ ବିନାୟକ ବନେ୍ଦାପାଧ୍ୟାୟ (ବଙ୍ଗଳା), ସାଧନା ବ୍ରହ୍ମ (ବୋଡ଼ୋ), ଅଶୋକ (ମୈଥିଳି) ଓ ଦେବପ୍ରସାଦ ଦାଶ (ଓଡ଼ିଆ) । ପଠିତ ଗଳ୍ପ କବିତାଗୁଡ଼ିକରେ ନିଜ ନିଜ ଅଞ୍ଚଳର ସଂସ୍କୃତି, ପରମ୍ପରା ସହିତ ସାଂପ୍ରତିକ ସମାଜର ବହୁବିଧ ସ୍ୱର ଅନୁରଣିତ ହୋଇଥିଲା । କାର୍ଯ୍ୟକ୍ରମ ସଂଯୋଜନା କରିଥିଲେ ସାହିତ୍ୟ ଅକାଦେମି କୋଲକାତା କାର୍ଯ୍ୟଳୟର ଭାରପ୍ରାପ୍ତ ଅଧିକାରୀ କ୍ଷେତ୍ରବାସୀ ନାଏକ ।  ଆଜିର କାର୍ଯ୍ୟକ୍ରମରେ ବହୁ ଲେଖକ ଲେଖିକା, ଗବେଷକ ଓ ଛାତ୍ରଛାତ୍ରୀ ଯୋଗ ଦେଇଥିଲେ। ଆସନ୍ତା କାଲି ଦୁଇଟି ଅଧିବେଶନରେ ବହୁଭାଷୀ ଗଳ୍ପ ଓ କବିତା ପାଠ ସହିତ ଅନ୍ୟ ଏକ ଅଧିବେଶନରେ ପୂର୍ବାଞ୍ଚଳୀୟ ସାହିତ୍ୟରେ ସାଂପ୍ରତିକ ଧାରା ଶୀର୍ଷକରେ ଆଲୋଚନା କରାଯିବ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   16-Oct-2026
  ଜିଲ୍ଲା  
ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ   16-Oct-2026
  ଜିଲ୍ଲା  
ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   16-Oct-2026
  ଜିଲ୍ଲା  
ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ   16-Oct-2026
  ଜିଲ୍ଲା  
ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   16-Oct-2026
  ଜିଲ୍ଲା  
ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   16-Oct-2026
  ଜିଲ୍ଲା  
ବିଶ୍ୱ ହାତ ଧୋଇବା ଦିବସ ପାଳନ   16-Oct-2026
  ଜିଲ୍ଲା  
ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ   16-Oct-2026
  ଜିଲ୍ଲା  
ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   16-Oct-2026
  ଜିଲ୍ଲା  
ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ   16-Oct-2026
  ଜିଲ୍ଲା  
*ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   16-Oct-2026
  ଜିଲ୍ଲା  
ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   16-Oct-2026

You Might Also Like