-+91-9937148622 |

prerana_bgr@rediffmail.com |

  Monday 19th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଅତାବିରା ସାପ୍ତାହିକ ବଜାର ରେ ମାଁ ଜଗତଜନନୀଙ୍କ ପୂଜା,,,, ଲୋକକଳା ଓ ମନ୍ତ୍ରଧ୍ୱନିରେ କମ୍ପିଲା ୫୩ ନମ୍ବର ଜାତୀୟ ରାଜପଥ   (18-Oct-2026)       ||      ପଦଯାତ୍ରା ସଫଳ ନେଇ ବିନିକା ବିଜେଡିର ପ୍ରସ୍ତୁତି   (18-Oct-2026)       ||      ପାଣ୍ଡରାରେ ଜମୁଛି ଶାରଦୀୟ ଦୁର୍ଗାପୂଜାର ଆସର♦️ ଆକର୍ଷଣୀୟ ତୋରଣ ଓ ରଙ୍ଗିନ ଆଲୋକମାଳାରେ ଝଲସୁଛି ଅଞ୍ଚଳ   (18-Oct-2026)       ||      ଟିଟିଲାଗଡ ସ୍ୱାଧୀନପଡ଼ାର ୬୪ତମ ଦୁର୍ଗା ପୂଜା    (18-Oct-2026)       ||      ଦେବୀ ମାହେଶ୍ୱରୀଙ୍କ ସ୍ନାନ ଯାତ୍ରା(କଳାହାଣ୍ଡିର ଘୁମୁରା ବାଦ୍ୟ ଓ କୁକିଆର ବାଡ଼ି ଖେଳରେ ଫୁଲମୁଠୀ ଗ୍ରାମ ପ୍ରକମ୍ବିତ)   (18-Oct-2026)       ||      କେନ୍ଦ୍ରୀୟ ରଜକ ସେବା ସଂଘ ଦ୍ଵାରା ନୂତନ ରାଜ୍ୟପାଳ ଙ୍କୁ ଭୁବନେଶ୍ବର ରାଜଭବନରେ ଭବ୍ୟ ସ୍ଵାଗତ ସମ୍ବର୍ଦ୍ଧନା    (18-Oct-2026)       ||      ବ୍ରଜମୋହନ ରାମ ଓଡ଼ିଶାର ରାଜ୍ୟପାଳ ଭାବେ ଶପଥ ଗ୍ରହଣ କଲେ   (18-Oct-2026)       ||      ବଲାଙ୍ଗୀର ଦିନ୍ ଆୟୋଜକ କମିଟିର ସାମ୍ବାଦିକ ସମ୍ବିଳନୀ.. ୨୪ରୁ ୩୦ ତାରିଖ ପର୍ଯ୍ୟନ୍ତ ବିଭିନ୍ନ କାର୍ଯ୍ୟକ୍ରମ   (18-Oct-2026)       ||      *ବ୍ରାହ୍ମଣଙ୍କୁ ଅଶାଳୀନ ମନ୍ତବ୍ୟ* *ଶିକ୍ଷକ ଅରବିନ୍ଦ ରଣାଙ୍କୁ ତୁରନ୍ତ ଗିରଫ ଦାବୀରେ ଏସପି ଙ୍କୁ ସ୍ମାରକ ପତ୍ର ପ୍ରଦାନ*   (18-Oct-2026)       ||      *ସୋନପୁର ବ୍ଲକ ଛକ ଦୁର୍ଗା ପୂଜା ପାଇଁ ସାମ୍ୱାଦିକ ସମ୍ମିଳନୀ*- *ଏବର୍ଷ ପୂଜା ର ବଜେଟ ୨୭ଲକ୍ଷ*   (18-Oct-2026)       ||      ଭାଇ ଜିଉଁତିଆ: ଭାଇ-ଭଉଣୀର ପବିତ୍ର ବନ୍ଧନର ପର୍ବ   (18-Oct-2026)       ||      ନିଜ ପଦ ପର୍ଯ୍ୟାଦା ର ଗାରିମା ରଖନ୍ତୁ ନବ ନିଯୁକ୍ତ ରାଜ୍ୟପାଳ   (18-Oct-2026)       ||      ସୁବର୍ଣ୍ଣପୁରରେ ତିନି ଦେବୀଙ୍କ ମହାଗୌରୀ ବେଶ ପବିତ୍ରତା ଓ ଶାନ୍ତିର ଦିବ୍ୟ ସ୍ୱରୂପ   (18-Oct-2026)       ||      ବିଜୟପଲ୍ଲୀ ଶ୍ରୀ ଜଗନ୍ନାଥ ସଂସ୍କୃତ ମହାବିଦ୍ୟାଳୟରେ ଏବିଭିପିର ବିପୁଳ ବିଜୟ   (18-Oct-2026)       ||      କଣ୍ଟାବାଞ୍ଜି ସହରରେ ପୁଣି ଭାଲୁ ଆତଙ୍କ♦️ ଭାଲୁ ଆକ୍ରମଣରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ   (18-Oct-2026)       ||      କଣ୍ଟାବାଞ୍ଜି ସହରରେ ପୁଣି ଭାଲୁ ଆତଙ୍କ। ଭାଲୁ ଆକ୍ରମଣରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ    (18-Oct-2026)       ||      ଦୋଳ ଗୋବିନ୍ଦ ଦେଓଙ୍କ ଦେହାନ୍ତ   (18-Oct-2026)       ||      ଗଣିତ ଗବେଷଣା କ୍ଷେତ୍ରରେ ବଡ଼ ସଫଳତା: ଇଣ୍ଡିଆଜ୍ ୟଙ୍ଗ ସାଇଣ୍ଟିଷ୍ଟ ଆୱାର୍ଡରେ ସମ୍ମାନିତ ହେଲେ ଟିଟିଲାଗଡର ଏକତା ମିଶ୍ର   (18-Oct-2026)       ||      *ଡାବୁଗାଁରେ ଆରମ୍ଭ ହେଲା ଦୁର୍ଗା ପୂଜା*   (18-Oct-2026)       ||      ଗଣିତ ଗବେଷଣା    (17-Oct-2026)       ||     

HOME   ଜିଲ୍ଲା

ଦେଷଣ୍ଢ ଚାନ୍ଦଲିପାହାଡରେ ବୃକ୍ଷରୋପଣ ଓ ପରିବେଶ ସଚେତନତା କାର୍ଯ୍ୟକ୍ରମ

24-Jul-2025



ଆଗାମୀପିଢୀ ପାଇଁ ପରିବେଶକୁ ସ୍ୱଚ୍ଛ ଓ ସୁନ୍ଦର କରାଯାଉ-ବିଧାୟକ କଳିକେଶ

ବଲାଙ୍ଗୀର: ବଲାଙ୍ଗୀର ଜିଲ୍ଲା ଦେଓଗାଁ ବ୍ଲକଅନ୍ତର୍ଗତ ଦେଷଣ୍ଢ ନିକଟସ୍ଥ ଚାନ୍ଦଲିପାହାଡ ପର୍ଯ୍ୟଟନସ୍ଥଳୀରେ ଆଜି ଏକ ବୃକ୍ଷରୋପଣ ଓ ପରିବେଶ ସଚେତନା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏଥିରେ ମୁଖ୍ୟଅତିଥି ଭାବରେ ବଲାଙ୍ଗୀର ବିଧାୟକ କଳିକେଶ ନାରାୟଣ ସିଂଦେଓ ଯୋଗଦେଇ ଆଗାମୀପିଢୀ ପାଇଁ ଆମର ପରିବେଶକୁ ସ୍ୱଚ୍ଛ ଓ ସୁନ୍ଦର କରାଯାଉ ବୋଲି ମତ ଦେଇଛନ୍ତି । ବିଧାୟକ କହିଛନ୍ତି ଯେ,ଏକ ସୁନ୍ଦର ପୃଥିବୀକୁ ଆମର ପୂର୍ବପିଢୀଠାରୁ ଆମେ ଉତ୍ତରାଧିକାରୀ ସୂତ୍ରରେ ପାଇଛୁ । ତାକୁ ଆଗାମୀପିଢୀକୁ ହସ୍ତାନ୍ତର କଲାବେଳେ ଏହାକୁ ଆହୁରି ସ୍ୱଚ୍ଛ ଓ ସୁନ୍ଦର କରାଯାଉ। ଆଜି ସାରା ବିଶ୍ୱରେ ଗ୍ଲୋବାଲୱାର୍ମିଂକୁ ନେଇ ସମସ୍ତେ ଚିନ୍ତିତ। ଆମ ଅଞ୍ଚଳରେ ଜଙ୍ଗଲକ୍ଷୟ ହୋଇଚାଲିଛି । ଏଥିପାଇଁ ବଲାଙ୍ଗୀର ଜିଲ୍ଲାରେ ତାପମାତ୍ରା ବଢୁଛି। ଆମେ ସମସ୍ତେ ସଚେତନ ନହେଲେ ଏହା ଆଗକୁ ବିପଦ କରିବ। ତେଣୁ ସମସ୍ତେ ନିଜେ ନିଜେ ସଚେତନ ହୋଇ ବ୍ୟାପକ ବନୀକରଣ କରିବାକ ବିଧାୟକ ପରାମର୍ଶ ଦେଇଥିଲେ। ଏହି କାର୍ଯ୍ୟକ୍ରମରେ ଦେଓଗାଁ ବ୍ଲକର ପୂର୍ବତନ ବ୍ଲକ ଅଧ୍ୟକ୍ଷ ଲକ୍ଷ୍ମଣ କୁମାର ମେହେର,ବର୍ତ୍ତମାନର ଅଧ୍ୟକ୍ଷ ଦୟାନିଧି ଖମାରୀ, ବିଡିସିସି ବ୍ୟାଙ୍କର ପୂର୍ବ ଅଧ୍ୟକ୍ଷ ସୁଶିଳ ଚାନ୍ଦ, ବନ୍ଧପଡା ସରପଞ୍ଚ ଗୋପାଳ ମିଶ୍ର, ଦେଷଣ୍ଢ ସରପଞ୍ଚ ଯଶୋଦା ମେହେର ପୂର୍ବତନ ସରପଞ୍ଚ ସ୍ୱୟମ୍ବର ମେହେର,ଜିଲ୍ଲାପରିଷଦ ସଭ୍ୟା ସୁମତି ସେଠ, ମମତା କୁମୁରା,ବିଜେଡି ବ୍ଲକଯୁବବିଜେଡି ସଭାପତି ଶୈଳେନ୍ଦ୍ର ସାହୁ, ସାମ୍ବାଦିକ ପୂର୍ଣ୍ଣଚନ୍ଦ୍ର ପଣ୍ଡା, ଅଞ୍ଜନ ପଧାନ, କିଶୋର ସାହୁ, କୃଷ୍ଣଚନ୍ଦ୍ର ପାଣିଗ୍ରାହୀ, ରାମଚନ୍ଦ୍ର ଶତପଥି, ଶେଷଦେବ ମେର୍ଲି, ଚାନ୍ଦଲି ମହୋତ୍ସବ କମିଟିର ଘାସିରାମ ରଣା,ରଘୁନାଥ ଷଢଙ୍ଗୀ,ରାଧେଶ୍ୟାମ ମେହେର, ପ୍ରଦ୍ୟୁମ୍ନ ଷଢଙ୍ଗୀ,ଦୀନବନ୍ଧୁ ମେହେର,ରଘୁନାଥ ରଣା,ଅଶୋକ ସାଏ,ଇନ୍ଦ୍ରଜିତ ରାଉତ ପ୍ରମୁଖଙ୍କ ସହିତ ଶତାଧିକ ସଂଖ୍ୟାରେ ଗ୍ରାମବାସୀ ଉପସ୍ଥିତ ରହିଥିଲେ। ସାମ୍ବାଦିକ ଅଞ୍ଜନ ପଧାନ ଜଳବାୟୁ ପରିବର୍ତ୍ତନର ପ୍ରଭାବ ଉପରେ ବକ୍ତବ୍ୟ ରଖିଥିବା ବେଳେ ପୂର୍ଣ୍ଣଚନ୍ଦ୍ର ପଣ୍ଡା ଚାନ୍ଦଲିପାହାଡର ଚାରିକଡେ ବ୍ୟାପକ ମାତ୍ରାରେ ମହୁଲଗଛ ରୋପଣ,ସାହାଡା,ବାହାଡା,ହରିଡା ଓ ଅଁଅଳା ଚାରା ରୋପଣ ପାଇଁ ସ୍ଥାନୀୟଲୋକଙ୍କୁ କହିଥିଲେ । ସଚେତନତା ସଭାପରେ ବନବିଭାଗ ପକ୍ଷରୁ ଆୟୋଜିତ ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା l

ପାଟଣାଗଡ ରେଞ୍ଜର ଆନନ୍ଦଚନ୍ଦ୍ର ବିଶିଙ୍କ ତତ୍ୱାବଧାନରେ ହୋଇଥିବା ଏହି ବୃକ୍ଷରୋପଣ କାର୍ଯ୍ୟକ୍ରମରେ ବିଧାୟକ କଳିକେଶ ନାରାୟଣ ସିଂଦେଓ,ବନବିଭାଗର ଏସିଏଫ ମନୋଜ ବେହେରା, ବଲାଙ୍ଗୀର ରେଞ୍ଜର ନବୀନ କୁମାର ପଣ୍ଡା, ଚାନ୍ଦଲି ମହୋତ୍ସବ କମିଟିର ଅଧ୍ୟକ୍ଷ ଲକ୍ଷ୍ମଣ କୁମାର ମେହେର, ବ୍ଲକ ଅଧ୍ୟକ୍ଷ ଦୟାନିଧି ଖମାରୀ ପ୍ରମୁଖଙ୍କ ସହିତ ବହୁସଂଖ୍ୟାରେ ଅଞ୍ଚଳବାସୀ ସାମିଲ ହୋଇଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଅତାବିରା ସାପ୍ତାହିକ ବଜାର ରେ ମାଁ ଜଗତଜନନୀଙ୍କ ପୂଜା,,,, ଲୋକକଳା ଓ ମନ୍ତ୍ରଧ୍ୱନିରେ କମ୍ପିଲା ୫୩ ନମ୍ବର ଜାତୀୟ ରାଜପଥ   18-Oct-2026
  ଜିଲ୍ଲା  
ପଦଯାତ୍ରା ସଫଳ ନେଇ ବିନିକା ବିଜେଡିର ପ୍ରସ୍ତୁତି   18-Oct-2026
  ମହାନଗର  
ପାଣ୍ଡରାରେ ଜମୁଛି ଶାରଦୀୟ ଦୁର୍ଗାପୂଜାର ଆସର♦️ ଆକର୍ଷଣୀୟ ତୋରଣ ଓ ରଙ୍ଗିନ ଆଲୋକମାଳାରେ ଝଲସୁଛି ଅଞ୍ଚଳ   18-Oct-2026
  ଜିଲ୍ଲା  
ଟିଟିଲାଗଡ ସ୍ୱାଧୀନପଡ଼ାର ୬୪ତମ ଦୁର୍ଗା ପୂଜା   18-Oct-2026
  ଜିଲ୍ଲା  
ଦେବୀ ମାହେଶ୍ୱରୀଙ୍କ ସ୍ନାନ ଯାତ୍ରା(କଳାହାଣ୍ଡିର ଘୁମୁରା ବାଦ୍ୟ ଓ କୁକିଆର ବାଡ଼ି ଖେଳରେ ଫୁଲମୁଠୀ ଗ୍ରାମ ପ୍ରକମ୍ବିତ)   18-Oct-2026
  ଜିଲ୍ଲା  
କେନ୍ଦ୍ରୀୟ ରଜକ ସେବା ସଂଘ ଦ୍ଵାରା ନୂତନ ରାଜ୍ୟପାଳ ଙ୍କୁ ଭୁବନେଶ୍ବର ରାଜଭବନରେ ଭବ୍ୟ ସ୍ଵାଗତ ସମ୍ବର୍ଦ୍ଧନା   18-Oct-2026
  ଜିଲ୍ଲା  
ବ୍ରଜମୋହନ ରାମ ଓଡ଼ିଶାର ରାଜ୍ୟପାଳ ଭାବେ ଶପଥ ଗ୍ରହଣ କଲେ   18-Oct-2026
  ଜିଲ୍ଲା  
ବଲାଙ୍ଗୀର ଦିନ୍ ଆୟୋଜକ କମିଟିର ସାମ୍ବାଦିକ ସମ୍ବିଳନୀ.. ୨୪ରୁ ୩୦ ତାରିଖ ପର୍ଯ୍ୟନ୍ତ ବିଭିନ୍ନ କାର୍ଯ୍ୟକ୍ରମ   18-Oct-2026
  ଜିଲ୍ଲା  
*ବ୍ରାହ୍ମଣଙ୍କୁ ଅଶାଳୀନ ମନ୍ତବ୍ୟ* *ଶିକ୍ଷକ ଅରବିନ୍ଦ ରଣାଙ୍କୁ ତୁରନ୍ତ ଗିରଫ ଦାବୀରେ ଏସପି ଙ୍କୁ ସ୍ମାରକ ପତ୍ର ପ୍ରଦାନ*   18-Oct-2026
  ଜିଲ୍ଲା  
*ସୋନପୁର ବ୍ଲକ ଛକ ଦୁର୍ଗା ପୂଜା ପାଇଁ ସାମ୍ୱାଦିକ ସମ୍ମିଳନୀ*- *ଏବର୍ଷ ପୂଜା ର ବଜେଟ ୨୭ଲକ୍ଷ*   18-Oct-2026
  ଜିଲ୍ଲା  
ଭାଇ ଜିଉଁତିଆ: ଭାଇ-ଭଉଣୀର ପବିତ୍ର ବନ୍ଧନର ପର୍ବ   18-Oct-2026
  ରାଜ୍ୟ  
ନିଜ ପଦ ପର୍ଯ୍ୟାଦା ର ଗାରିମା ରଖନ୍ତୁ ନବ ନିଯୁକ୍ତ ରାଜ୍ୟପାଳ   18-Oct-2026

You Might Also Like