-+91-9937148622 |

prerana_bgr@rediffmail.com |

  Monday 19th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଅତାବିରା ସାପ୍ତାହିକ ବଜାର ରେ ମାଁ ଜଗତଜନନୀଙ୍କ ପୂଜା,,,, ଲୋକକଳା ଓ ମନ୍ତ୍ରଧ୍ୱନିରେ କମ୍ପିଲା ୫୩ ନମ୍ବର ଜାତୀୟ ରାଜପଥ   (18-Oct-2026)       ||      ପଦଯାତ୍ରା ସଫଳ ନେଇ ବିନିକା ବିଜେଡିର ପ୍ରସ୍ତୁତି   (18-Oct-2026)       ||      ପାଣ୍ଡରାରେ ଜମୁଛି ଶାରଦୀୟ ଦୁର୍ଗାପୂଜାର ଆସର♦️ ଆକର୍ଷଣୀୟ ତୋରଣ ଓ ରଙ୍ଗିନ ଆଲୋକମାଳାରେ ଝଲସୁଛି ଅଞ୍ଚଳ   (18-Oct-2026)       ||      ଟିଟିଲାଗଡ ସ୍ୱାଧୀନପଡ଼ାର ୬୪ତମ ଦୁର୍ଗା ପୂଜା    (18-Oct-2026)       ||      ଦେବୀ ମାହେଶ୍ୱରୀଙ୍କ ସ୍ନାନ ଯାତ୍ରା(କଳାହାଣ୍ଡିର ଘୁମୁରା ବାଦ୍ୟ ଓ କୁକିଆର ବାଡ଼ି ଖେଳରେ ଫୁଲମୁଠୀ ଗ୍ରାମ ପ୍ରକମ୍ବିତ)   (18-Oct-2026)       ||      କେନ୍ଦ୍ରୀୟ ରଜକ ସେବା ସଂଘ ଦ୍ଵାରା ନୂତନ ରାଜ୍ୟପାଳ ଙ୍କୁ ଭୁବନେଶ୍ବର ରାଜଭବନରେ ଭବ୍ୟ ସ୍ଵାଗତ ସମ୍ବର୍ଦ୍ଧନା    (18-Oct-2026)       ||      ବ୍ରଜମୋହନ ରାମ ଓଡ଼ିଶାର ରାଜ୍ୟପାଳ ଭାବେ ଶପଥ ଗ୍ରହଣ କଲେ   (18-Oct-2026)       ||      ବଲାଙ୍ଗୀର ଦିନ୍ ଆୟୋଜକ କମିଟିର ସାମ୍ବାଦିକ ସମ୍ବିଳନୀ.. ୨୪ରୁ ୩୦ ତାରିଖ ପର୍ଯ୍ୟନ୍ତ ବିଭିନ୍ନ କାର୍ଯ୍ୟକ୍ରମ   (18-Oct-2026)       ||      *ବ୍ରାହ୍ମଣଙ୍କୁ ଅଶାଳୀନ ମନ୍ତବ୍ୟ* *ଶିକ୍ଷକ ଅରବିନ୍ଦ ରଣାଙ୍କୁ ତୁରନ୍ତ ଗିରଫ ଦାବୀରେ ଏସପି ଙ୍କୁ ସ୍ମାରକ ପତ୍ର ପ୍ରଦାନ*   (18-Oct-2026)       ||      *ସୋନପୁର ବ୍ଲକ ଛକ ଦୁର୍ଗା ପୂଜା ପାଇଁ ସାମ୍ୱାଦିକ ସମ୍ମିଳନୀ*- *ଏବର୍ଷ ପୂଜା ର ବଜେଟ ୨୭ଲକ୍ଷ*   (18-Oct-2026)       ||      ଭାଇ ଜିଉଁତିଆ: ଭାଇ-ଭଉଣୀର ପବିତ୍ର ବନ୍ଧନର ପର୍ବ   (18-Oct-2026)       ||      ନିଜ ପଦ ପର୍ଯ୍ୟାଦା ର ଗାରିମା ରଖନ୍ତୁ ନବ ନିଯୁକ୍ତ ରାଜ୍ୟପାଳ   (18-Oct-2026)       ||      ସୁବର୍ଣ୍ଣପୁରରେ ତିନି ଦେବୀଙ୍କ ମହାଗୌରୀ ବେଶ ପବିତ୍ରତା ଓ ଶାନ୍ତିର ଦିବ୍ୟ ସ୍ୱରୂପ   (18-Oct-2026)       ||      ବିଜୟପଲ୍ଲୀ ଶ୍ରୀ ଜଗନ୍ନାଥ ସଂସ୍କୃତ ମହାବିଦ୍ୟାଳୟରେ ଏବିଭିପିର ବିପୁଳ ବିଜୟ   (18-Oct-2026)       ||      କଣ୍ଟାବାଞ୍ଜି ସହରରେ ପୁଣି ଭାଲୁ ଆତଙ୍କ♦️ ଭାଲୁ ଆକ୍ରମଣରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ   (18-Oct-2026)       ||      କଣ୍ଟାବାଞ୍ଜି ସହରରେ ପୁଣି ଭାଲୁ ଆତଙ୍କ। ଭାଲୁ ଆକ୍ରମଣରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ    (18-Oct-2026)       ||      ଦୋଳ ଗୋବିନ୍ଦ ଦେଓଙ୍କ ଦେହାନ୍ତ   (18-Oct-2026)       ||      ଗଣିତ ଗବେଷଣା କ୍ଷେତ୍ରରେ ବଡ଼ ସଫଳତା: ଇଣ୍ଡିଆଜ୍ ୟଙ୍ଗ ସାଇଣ୍ଟିଷ୍ଟ ଆୱାର୍ଡରେ ସମ୍ମାନିତ ହେଲେ ଟିଟିଲାଗଡର ଏକତା ମିଶ୍ର   (18-Oct-2026)       ||      *ଡାବୁଗାଁରେ ଆରମ୍ଭ ହେଲା ଦୁର୍ଗା ପୂଜା*   (18-Oct-2026)       ||      ଗଣିତ ଗବେଷଣା    (17-Oct-2026)       ||     

HOME   ରାଜ୍ୟ

ରାଜ୍ୟର ୮ ଟି ବିରୋଧୀ ଦଳ ଏକାଠି ହେଲେ, ମହିଳାଙ୍କୁ ନ୍ୟାୟ ଦାବିରେ ଓଡ଼ିଶା ରାଜ୍ୟପାଳଙ୍କୁ ସ୍ମାରକପତ୍ର ପ୍ରଦାନ

24-Jul-2025



ଭୁବନେଶ୍ବର (ପ୍ରେରଣା ଖବର): ଓଡ଼ିଶାର ମହାମହିମ ରାଜ୍ୟପାଳଙ୍କୁ ଭେଟି ମହିଳାଙ୍କୁ ନ୍ୟାୟ ଦାବି କରି ରାଜ୍ୟର ୮ଟି ବିରୋଧୀ ଦଳ ତରଫରୁ ଆଜି ଅପରାହ୍ନରେ ସ୍ମାରକପତ୍ର ପ୍ରଦାନ କରାଯାଇଛି। ଓଡ଼ିଶାରେ ମହିଳାଙ୍କ ବିରୁଦ୍ଧରେ ବଢୁଥିବା ଅପରାଧ ଓ ବ୍ୟବସ୍ଥାଗତ ବିଫଳତା ସମ୍ପର୍କରେ ନ୍ୟାୟ ଦାବି କରି ୮ଟି ବିରୋଧୀ ଦଳର ଏକ ରାଜ୍ୟସ୍ତରୀୟ ପ୍ରତିନିଧି ଦଳ ମହାମହିମ ରାଜ୍ୟପାଳଙ୍କୁ ଭେଟି ଏହି ସ୍ମାରକପତ୍ର ପ୍ରଦାନ କରିଛନ୍ତି। ଏହି ସ୍ମାରକପତ୍ରରେ ମହିଳାଙ୍କୁ ସୁରକ୍ଷା ଓ ନ୍ୟାୟ ପାଇଁ ତୁରନ୍ତ ପଦକ୍ଷେପ ଗ୍ରହଣ କରିବାକୁ ରାଜ୍ୟ ସରକାରଙ୍କୁ ନିର୍ଦ୍ଦେଶ ଦେବାକୁ ଅନୁରୋଧ କରାଯାଇଛି।

ମହିଳା ବିଚାରପତିଙ୍କ ନେତୃତ୍ୱରେ ଏକ  ବିଚାର ବିଭାଗୀୟ ତଦନ୍ତ କମିଶନ ଗଠନ କରାଯାଉ, ଯାହା ମହିଳାଙ୍କ ବିରୁଦ୍ଧରେ ଅପରାଧର କାରଣ ଓ ବ୍ୟବସ୍ଥାଗତ   ବିଫଳତା ସମ୍ପର୍କ ରେ ତଦନ୍ତ କରି ୬୦ ଦିନ ମଧ୍ୟରେ ରିପୋର୍ଟ ପ୍ରଦାନ କରିବା ପାଇଁ ଦାବି କରାଯାଇଛି ।

ପୁଲିସ୍ ବ୍ୟବସ୍ଥା ରେ ରାଜନୈତିକ ହସ୍ତକ୍ଷେପ ବନ୍ଦ କରିବା ପାଇଁ ମିଳିତ ବିରୋଧୀ ଦଳ ଦାବି କରିଛନ୍ତି । 
ସଂସ୍ଥାଗତ ସୁଧାର ଆଣିବା ପାଇଁ ଓଡ଼ିଶା ରାଜ୍ୟ ମହିଳା ଆୟୋଗରେ ତୁରନ୍ତ ଅଧ୍ୟକ୍ଷା ନିଯୁକ୍ତି କରିବା ପାଇଁ ଦାବି କରାଯାଇଛି ।  ଓଡ଼ିଶା ରେ ପଡ଼ି ରହିଥିବା ମହିଳା ସଂପର୍କୀୟ ୧୧,୦୦୦ରୁ ଅଧିକ ଅଭିଯୋଗର ତୁରନ୍ତ ସମାଧାନ କରାଯାଉ। ମହିଳା ପୁଲିସ ଷ୍ଟେସନ ଓ ଟୋଲ-ଫ୍ରି ହେଲପଲାଇନ ଆରମ୍ଭ କରାଯାଉ ।  ମହିଳାଙ୍କ ବିରୁଦ୍ଧରେ  ହେଉଥିବା ଅପରାଧିକ ମାମଲା ୬ ମାସ  ସମୟ ସୀମା ମଧ୍ୟରେ ସମାଧାନ କରିବା ପାଇଁ ଦାବି କରାଯାଇଛି । ମହିଳା ଅପରାଧିକ ମାମଲାରେ ଓଡ଼ିଶାରେ ଦୋଷୀ ସାବ୍ୟସ୍ତ ହାର ୮.୩%ରୁ ବଢ଼ାଇ ଜାତୀୟ ହାର ୨୬.୬% ପର୍ଯ୍ୟନ୍ତ ପହଞ୍ଚିବା ପାଇଁ କୁହା ଯାଇଛି । ମାଦକ ଦ୍ରବ୍ୟ ସେବନ ଜନିତ ଅପରାଧ ରୋକିବା ପାଇଁ ରାଜ୍ୟବ୍ୟାପୀ ସଚେତନତା ଅଭିଯାନ ଓ ସ୍କୁଲ-କଲେଜରେ ଯୌନ ନିର୍ଯାତନା ରୋକିବା ପାଇଁ ନିୟମିତ ସଚେତନ ଏବଂ ତଦାରଖ ବ୍ୟବସ୍ଥା କରାଯାଉ।  ସାର୍ବଜନୀନ ସ୍ଥାନରେ ସୁନିଶ୍ଚିତ ବିଦ୍ୟୁତ ବ୍ୟବସ୍ଥା, ସିସିଟିଭି, ପୁଲିସ୍ ପେଟ୍ରୋଲିଂ ଓ ଅନ୍ୟାନ୍ୟ ଆନୁଷଙ୍ଗିକ ସୁରକ୍ଷା ବ୍ୟବସ୍ଥା ବୃଦ୍ଧି କରାଯାଉ। ଜଷ୍ଟିସ ବର୍ମା କମିଟିର ସୁପାରିଶ ଅନୁଯାୟୀ ସୁରକ୍ଷା ବ୍ୟବସ୍ଥା କୁ କଡ଼ାକଡି କରାଯାଉ।  ପୁଲିସକୁ ଯୌନ ଅପରାଧ ମାମଲାରେ ସମ୍ବେଦନଶୀଳ ତଦନ୍ତ ପାଇଁ ତାଲିମ ଦିଆଯାଉ। କମ୍ୟୁନିଟି ପୁଲିସ୍ ବ୍ୟବସ୍ଥା ପ୍ରଚଳନ କରିବା ପାଇଁ ଦାବି କରାଯାଇଛି ।
 ମହିଳାଙ୍କ ବିରୁଦ୍ଧରେ ହିଂସା ରୋକିବା ପାଇଁ  କଡ଼ା ଆଇନ ପ୍ରଣୟନ କରାଯାଉ।  ମହିଳାଙ୍କୁ ଦକ୍ଷତା ବିକାଶ ଓ ରୋଜଗାର ଯୋଗାଇ ଅର୍ଥନୈତିକ ଭାବେ ସଶକ୍ତ  ଏବଂ ସ୍ୱାବଲମ୍ବନ  କରାଯାଉ।  
ପୋଲିସ ଷ୍ଟେସନରେ ଦୁଷ୍କର୍ମ ଏବଂ ଯୌନ ଅପରାଧ ରେକର୍ଡ ପାଇଁ ସ୍ବତନ୍ତ୍ର ସେଲ୍  ଓ ଅନଲାଇନ ଏଫଆଇଆର ବ୍ୟବସ୍ଥା ଆରମ୍ଭ କରାଯାଉ।   ମହିଳାଙ୍କ ବିରୋଧ ରେ ବୃଦ୍ଧି ପାଉଥିବା ସଙ୍ଗୀନ ଅପରାଧ ରୋକିବା ପାଇଁ ସକଳ ସ୍ତରର ଜନସାଧାରଣ, ମହିଳା ସଂଗଠନ,ମହିଳା ଅଧିକାର କର୍ମୀ, ସାମାଜିକ କର୍ମୀ ଓ ପୀଡ଼ିତା ପରିବାରଙ୍କ ସହ ନିୟମିତ ଆଲୋଚନା କରିବା ପାଇଁ ମିଳିତ ବିରୋଧୀ ଦଳ ପକ୍ଷରୁ ଦାବି କରାଯାଇଛି।
ଟ୍ରଫିକିଂ ଏବଂ ବିଭିନ୍ନ ଆବାସିକ ବିଦ୍ୟାଳୟ ରେ ନାବଳିକା ମାନଙ୍କ ଉପରେ ହେଉଥିବା ଯୌନ ନିର୍ଯାତନା ରୋକିବା ପାଇଁ ସୁନିଶ୍ଚିତ ବ୍ୟବସ୍ଥା ସହିତ ଅଭିଯୁକ୍ତ ମାନଙ୍କ ବିରୋଧରେ ଦୃଷ୍ଟାନ୍ତ ମୂଳକ ଶାସ୍ତି ବିଧାନ କରିବା ପାଇଁ ଦାବି କରାଯାଇଛି ।

ଏହି ପ୍ରତିନିଧି ଦଳରେ କଂଗ୍ରେସର ରାଜ୍ୟ ସଭାପତି ଭକ୍ତ ଚରଣ ଦାସ,କଂଗ୍ରେସ ବିଧାୟକ ଦଳର ନେତା ରାମଚନ୍ଦ୍ର କାଡ଼ାମ, ପୂର୍ବତନ କେନ୍ଦ୍ର ମନ୍ତ୍ରୀ ଶ୍ରୀକାନ୍ତ ଜେନା, ପୂର୍ବତନ ପି ସି ସି ରାଜ୍ୟ ସଭାପତି ଜୟଦେବ ଜେନା, ମହିଳା କଂଗ୍ରେସ ରାଜ୍ୟ ସଭାନେତ୍ରୀ ମିନାକ୍ଷୀ ବାହିନୀପତି ବରିଷ୍ଠ ବିଧାୟକ ତାରା ପ୍ରସାଦ ବାହିନୀପତି,ସିପିଆଇ ରାଜ୍ୟ ସହ ସମ୍ପାଦକ ଡାକ୍ତର ପ୍ରଶାନ୍ତ କୁମାର ମିଶ୍ର, ରାଜ୍ୟ ସମ୍ପାଦକ ମଣ୍ଡଳୀ ସଦସ୍ୟ ଜୟନ୍ତ ଦାସ, ସିପିଆଇ(ଏମ) ରାଜ୍ୟ ସମ୍ପାଦକ ସୁରେଶ ଚନ୍ଦ୍ର ପଣିଗ୍ରାହୀ, ସିପିଆଇ(ଏମଏଲ)-ଲିବେରେସନର ରାଜ୍ୟ ସମ୍ପାଦକ ଯୁଧିଷ୍ଠିର ମହାପାତ୍ର, ଅଲ ଇଣ୍ଡିଆ ଫରୱାର୍ଡ ବ୍ଲକର ରାଜ୍ୟ ସାଧାରଣ ସମ୍ପାଦକ ଜ୍ୟୋତି ରଞ୍ଜନ ମହାପାତ୍ର, ଏନସିପି ରାଜ୍ୟ ସଭାପତି ବିକ୍ରମ ସ୍ୱାଇଁ, ଏସପି ରାଜ୍ୟ ସାଧାରଣ ସମ୍ପାଦକ ପ୍ରତାପ ବାରିକ, ଆରଜେଡି ରାଜ୍ୟ ସାଧାରଣ ସମ୍ପାଦକ ହେମନ୍ତ କୁମାର ପ୍ରମୁଖ ଏହି ପ୍ରତିନିଧି ଦଳ ରେ ନେତୃତ୍ଵ ନେଇଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଅତାବିରା ସାପ୍ତାହିକ ବଜାର ରେ ମାଁ ଜଗତଜନନୀଙ୍କ ପୂଜା,,,, ଲୋକକଳା ଓ ମନ୍ତ୍ରଧ୍ୱନିରେ କମ୍ପିଲା ୫୩ ନମ୍ବର ଜାତୀୟ ରାଜପଥ   18-Oct-2026
  ଜିଲ୍ଲା  
ପଦଯାତ୍ରା ସଫଳ ନେଇ ବିନିକା ବିଜେଡିର ପ୍ରସ୍ତୁତି   18-Oct-2026
  ମହାନଗର  
ପାଣ୍ଡରାରେ ଜମୁଛି ଶାରଦୀୟ ଦୁର୍ଗାପୂଜାର ଆସର♦️ ଆକର୍ଷଣୀୟ ତୋରଣ ଓ ରଙ୍ଗିନ ଆଲୋକମାଳାରେ ଝଲସୁଛି ଅଞ୍ଚଳ   18-Oct-2026
  ଜିଲ୍ଲା  
ଟିଟିଲାଗଡ ସ୍ୱାଧୀନପଡ଼ାର ୬୪ତମ ଦୁର୍ଗା ପୂଜା   18-Oct-2026
  ଜିଲ୍ଲା  
ଦେବୀ ମାହେଶ୍ୱରୀଙ୍କ ସ୍ନାନ ଯାତ୍ରା(କଳାହାଣ୍ଡିର ଘୁମୁରା ବାଦ୍ୟ ଓ କୁକିଆର ବାଡ଼ି ଖେଳରେ ଫୁଲମୁଠୀ ଗ୍ରାମ ପ୍ରକମ୍ବିତ)   18-Oct-2026
  ଜିଲ୍ଲା  
କେନ୍ଦ୍ରୀୟ ରଜକ ସେବା ସଂଘ ଦ୍ଵାରା ନୂତନ ରାଜ୍ୟପାଳ ଙ୍କୁ ଭୁବନେଶ୍ବର ରାଜଭବନରେ ଭବ୍ୟ ସ୍ଵାଗତ ସମ୍ବର୍ଦ୍ଧନା   18-Oct-2026
  ଜିଲ୍ଲା  
ବ୍ରଜମୋହନ ରାମ ଓଡ଼ିଶାର ରାଜ୍ୟପାଳ ଭାବେ ଶପଥ ଗ୍ରହଣ କଲେ   18-Oct-2026
  ଜିଲ୍ଲା  
ବଲାଙ୍ଗୀର ଦିନ୍ ଆୟୋଜକ କମିଟିର ସାମ୍ବାଦିକ ସମ୍ବିଳନୀ.. ୨୪ରୁ ୩୦ ତାରିଖ ପର୍ଯ୍ୟନ୍ତ ବିଭିନ୍ନ କାର୍ଯ୍ୟକ୍ରମ   18-Oct-2026
  ଜିଲ୍ଲା  
*ବ୍ରାହ୍ମଣଙ୍କୁ ଅଶାଳୀନ ମନ୍ତବ୍ୟ* *ଶିକ୍ଷକ ଅରବିନ୍ଦ ରଣାଙ୍କୁ ତୁରନ୍ତ ଗିରଫ ଦାବୀରେ ଏସପି ଙ୍କୁ ସ୍ମାରକ ପତ୍ର ପ୍ରଦାନ*   18-Oct-2026
  ଜିଲ୍ଲା  
*ସୋନପୁର ବ୍ଲକ ଛକ ଦୁର୍ଗା ପୂଜା ପାଇଁ ସାମ୍ୱାଦିକ ସମ୍ମିଳନୀ*- *ଏବର୍ଷ ପୂଜା ର ବଜେଟ ୨୭ଲକ୍ଷ*   18-Oct-2026
  ଜିଲ୍ଲା  
ଭାଇ ଜିଉଁତିଆ: ଭାଇ-ଭଉଣୀର ପବିତ୍ର ବନ୍ଧନର ପର୍ବ   18-Oct-2026
  ରାଜ୍ୟ  
ନିଜ ପଦ ପର୍ଯ୍ୟାଦା ର ଗାରିମା ରଖନ୍ତୁ ନବ ନିଯୁକ୍ତ ରାଜ୍ୟପାଳ   18-Oct-2026

You Might Also Like