-+91-9937148622 |

prerana_bgr@rediffmail.com |

  Monday 19th October 2026 |

| | | |

R.N.I. Regd No. ODIODI/2010/46693

Breaking News

ବାଦପାଲି ଫୁଟବଲ ଟୁର୍ଣ୍ଣାମେଣ୍ଟରେ ତୁରୁମ ଦଳ ଚାମ୍ପିୟନ ଫାଇନାଲରେ ପତିକାରପାଲି ଦଳକୁ ହରାଇ ହାସଲ କଲା ବିଜୟ   (19-Oct-2026)       ||      ସୁବର୍ଣ୍ଣପୁରରେ ମା’ ସୁରେଶ୍ୱରୀଙ୍କ ମହିଷାମର୍ଦ୍ଦିନୀ ବେଶ, ମା’ ଭଗବତୀ ଓ ଦୁର୍ଗାଦେବୀଙ୍କ ସିଦ୍ଧିଦାତ୍ରୀ ବେଶ   (19-Oct-2026)       ||      *ପ୍ରଧାନ ଶିକ୍ଷୟତ୍ରୀ ସୁଭାଷିନୀ ନନ୍ଦ ଙ୍କ ବିୟୋଗ*- *ସୋନପୁର ଓ କଟକ ରେ ଶୋକ*- *ଅନ୍ତିମ ସଂସ୍କାର ରେ ଯୋଗ ଦେଲେ ଜଷ୍ଟିସ ଚିତ୍ତ ରଞ୍ଜନ ଦାଶ*-   (19-Oct-2026)       ||      ବାଗ୍ମୀ ବିଶ୍ୱନାଥ କରଙ୍କ ଶ୍ରାଦ୍ଧ ବାର୍ଷିକୀରେ ଶ୍ରଦ୍ଧା ସୁମନ ଅର୍ପଣ    (19-Oct-2026)       ||      From Dussehra to Kumar Purnima: The Divine Continuum of Shakti, Prosperity and Knowledge in Odisha   (19-Oct-2026)       ||      ବଲାଙ୍ଗିର ନାଗରିକ କମିଟୀ ର କାର୍ଯ୍ୟକାରୀ କମିଟୀ ବୈଠକ♦️ ଲୋୟର ସୁକତେଲରୁ କେନାଲ ଯୋଗେ ଜଳସେଚନ ପାଇଁ ଦାବୀ   (19-Oct-2026)       ||      ଅତାବିରା ସାପ୍ତାହିକ ବଜାର ରେ ମାଁ ଜଗତଜନନୀଙ୍କ ପୂଜା,,,, ଲୋକକଳା ଓ ମନ୍ତ୍ରଧ୍ୱନିରେ କମ୍ପିଲା ୫୩ ନମ୍ବର ଜାତୀୟ ରାଜପଥ   (18-Oct-2026)       ||      ପଦଯାତ୍ରା ସଫଳ ନେଇ ବିନିକା ବିଜେଡିର ପ୍ରସ୍ତୁତି   (18-Oct-2026)       ||      ପାଣ୍ଡରାରେ ଜମୁଛି ଶାରଦୀୟ ଦୁର୍ଗାପୂଜାର ଆସର♦️ ଆକର୍ଷଣୀୟ ତୋରଣ ଓ ରଙ୍ଗିନ ଆଲୋକମାଳାରେ ଝଲସୁଛି ଅଞ୍ଚଳ   (18-Oct-2026)       ||      ଟିଟିଲାଗଡ ସ୍ୱାଧୀନପଡ଼ାର ୬୪ତମ ଦୁର୍ଗା ପୂଜା    (18-Oct-2026)       ||      ଦେବୀ ମାହେଶ୍ୱରୀଙ୍କ ସ୍ନାନ ଯାତ୍ରା(କଳାହାଣ୍ଡିର ଘୁମୁରା ବାଦ୍ୟ ଓ କୁକିଆର ବାଡ଼ି ଖେଳରେ ଫୁଲମୁଠୀ ଗ୍ରାମ ପ୍ରକମ୍ବିତ)   (18-Oct-2026)       ||      କେନ୍ଦ୍ରୀୟ ରଜକ ସେବା ସଂଘ ଦ୍ଵାରା ନୂତନ ରାଜ୍ୟପାଳ ଙ୍କୁ ଭୁବନେଶ୍ବର ରାଜଭବନରେ ଭବ୍ୟ ସ୍ଵାଗତ ସମ୍ବର୍ଦ୍ଧନା    (18-Oct-2026)       ||      ବ୍ରଜମୋହନ ରାମ ଓଡ଼ିଶାର ରାଜ୍ୟପାଳ ଭାବେ ଶପଥ ଗ୍ରହଣ କଲେ   (18-Oct-2026)       ||      ବଲାଙ୍ଗୀର ଦିନ୍ ଆୟୋଜକ କମିଟିର ସାମ୍ବାଦିକ ସମ୍ବିଳନୀ.. ୨୪ରୁ ୩୦ ତାରିଖ ପର୍ଯ୍ୟନ୍ତ ବିଭିନ୍ନ କାର୍ଯ୍ୟକ୍ରମ   (18-Oct-2026)       ||      *ବ୍ରାହ୍ମଣଙ୍କୁ ଅଶାଳୀନ ମନ୍ତବ୍ୟ* *ଶିକ୍ଷକ ଅରବିନ୍ଦ ରଣାଙ୍କୁ ତୁରନ୍ତ ଗିରଫ ଦାବୀରେ ଏସପି ଙ୍କୁ ସ୍ମାରକ ପତ୍ର ପ୍ରଦାନ*   (18-Oct-2026)       ||      *ସୋନପୁର ବ୍ଲକ ଛକ ଦୁର୍ଗା ପୂଜା ପାଇଁ ସାମ୍ୱାଦିକ ସମ୍ମିଳନୀ*- *ଏବର୍ଷ ପୂଜା ର ବଜେଟ ୨୭ଲକ୍ଷ*   (18-Oct-2026)       ||      ଭାଇ ଜିଉଁତିଆ: ଭାଇ-ଭଉଣୀର ପବିତ୍ର ବନ୍ଧନର ପର୍ବ   (18-Oct-2026)       ||      ନିଜ ପଦ ପର୍ଯ୍ୟାଦା ର ଗାରିମା ରଖନ୍ତୁ ନବ ନିଯୁକ୍ତ ରାଜ୍ୟପାଳ   (18-Oct-2026)       ||      ସୁବର୍ଣ୍ଣପୁରରେ ତିନି ଦେବୀଙ୍କ ମହାଗୌରୀ ବେଶ ପବିତ୍ରତା ଓ ଶାନ୍ତିର ଦିବ୍ୟ ସ୍ୱରୂପ   (18-Oct-2026)       ||      ବିଜୟପଲ୍ଲୀ ଶ୍ରୀ ଜଗନ୍ନାଥ ସଂସ୍କୃତ ମହାବିଦ୍ୟାଳୟରେ ଏବିଭିପିର ବିପୁଳ ବିଜୟ   (18-Oct-2026)       ||     

HOME   ଜିଲ୍ଲା

ଓଡ଼ିଶାର ସାରସ୍ୱତ ସାହିତ୍ୟ ସମ୍ଭାରକୁ ନୂତନ ପିଢ଼ି ପାଖରେ ପହଞ୍ଚାଇବାରେ ଓଡ଼ିଶା ସାହିତ୍ୟ ଏକଡେମୀ ଏକ ପ୍ରମୁଖ ଭୂମିକା ନିର୍ବାହ କରୁଛି: ସଂସ୍କୃତି ମନ୍ତ୍ରୀ ଶ୍ରୀ ସୂର୍ଯ୍ୟବଂଶୀ ସୂରଜ

25-Jul-2025



ଓଡ଼ିଶା ସାହିତ୍ୟ ଏକାଡେମୀର ୬୮ତମ ସ୍ଵନକ୍ଷତ୍ର ଦିବସ ପାଳିତ

ଭୁବନେଶ୍ୱର(ପ୍ରେରଣା ଖବର):ଓଡ଼ିଶା ସାହିତ୍ୟ ଏକାଡେମୀର ୬୮ତମ ସ୍ଵନକ୍ଷତ୍ର ଦିବସ ଆଜି ଭୁବନେଶ୍ୱର ସ୍ଥିତ ରବୀନ୍ଦ୍ର ମଣ୍ଡପ ଠାରେ ପାଳିତ ହୋଇଯାଇଛି। ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ମନ୍ତ୍ରୀ ଶ୍ରୀ ସୂର୍ଯ୍ୟବଂଶୀ ସୂରଜ ଆଜିର କାର୍ଯ୍ୟକ୍ରମକୁ ଅନୁଷ୍ଠାନିକ ଭାବରେ ଉଦ୍‌ଘାଟିତ କରିଥିଲେ।ସଂସ୍କୃତି ମନ୍ତ୍ରୀ ଶ୍ରୀ ସୂରଜ ନିଜର ଅଭିଭାଷଣରେ କହିଥିଲେ ଯେ, ଓଡ଼ିଶାର ସାରସ୍ୱତ ସାହିତ୍ୟ ସମ୍ଭାରକୁ ନୂତନ ପିଢ଼ି ପାଖରେ ପହଞ୍ଚାଇବାରେ ଓଡ଼ିଶା ସାହିତ୍ୟ ଏକଡେମୀ ଏକ ପ୍ରମୁଖ ଭୂମିକା ନିର୍ବାହ କରୁଛି। ବିଗତ ଏକବର୍ଷ ମଧ୍ୟରେ ଅନେକ ନୂତନ କାର୍ଯ୍ୟକ୍ରମ ଓଡ଼ିଶା ସାହିତ୍ୟ ଏକାଡେମୀ ପକ୍ଷରୁ କରାଯାଇଛି। କେନ୍ଦୁଝରରେ ମହାନ ବିପ୍ଲବୀ

ଧରଣୀଧରଙ୍କ ଜୟନ୍ତୀ, ମୟୁରଭଞ୍ଜ ରାଇରଙ୍ଗପୁର ଠାରେ ପଣ୍ଡିତ ରଘୁନାଥ ମୁର୍ମୁଙ୍କ ଜୟନ୍ତୀ, କେନ୍ଦୁବିଲ୍ଵଠାରେ ମହାକବି ଜୟଦେବଙ୍କ ଜୟନ୍ତୀ ସହ ପୂର୍ବାଞ୍ଚଳ ଲେଖକ ସମ୍ମିଳନୀର ଆୟୋଜନ, ଓଡ଼ିଆ ପକ୍ଷ ପାଳନ ସମୟରେ ଯୁବ ଲେଖକ ସମ୍ମିଳନୀ ଏବଂ ଅନେକ ପୁସ୍ତକ ପ୍ରକାଶନ ସହ ଆଲୋଚନା ଚକ୍ରର ମଧ୍ୟ ଆୟୋଜନ କରାଯାଇଛି। ବିଗତ ଏକ ବର୍ଷ ମଧ୍ୟରେ ଓଡ଼ିଶା ସାହିତ୍ୟ ଏକାଡେମୀ ପକ୍ଷରୁ ୪୦ରୁ ଅଧିକ ପୁସ୍ତକ ପ୍ରକାଶିତ ହୋଇଛି। ଓଡ଼ିଶା ସାହିତ୍ୟ ଏକାଡେମୀ ନିଜର କାର୍ଯ୍ୟକ୍ରମ ମାଧ୍ୟମରେ ଓଡ଼ିଶାର କୋଣଅନୁକୋଣରେ ଲୋକଙ୍କ ନିକଟରେ ପହଞ୍ଚିପାରିଛି। ଏକ ନୂତନ ସାହିତ୍ୟ ଅନୁରାଗୀ ପିଢ଼ି ଗଠନ କରିବାରେ ଓଡ଼ିଶା ସାହିତ୍ୟ ଏକାଡେମୀ ସଫଳ ହୋଇଛି ବୋଲି ମନ୍ତ୍ରୀ ଶ୍ରୀ ସୂରଜ କହିଥିଲେ। ଏଥିସହ ଡିଜିଟାଲ ଏବଂ ଏ.ଆଇ (ଆର୍ଟିଫିସିଆଲ ଇଣ୍ଟେଲିଜେନ୍ସ) ପ୍ଲାଟଫର୍ମରେ ଓଡ଼ିଆ ଭାଷାକୁ ଅନ୍ତର୍ଭୁକ୍ତ କରାଇବା ସହ ଓଡ଼ିଆ ଭାଷାକୁ ବିଶ୍ୱବିଦିତ କରାଇବା ପାଇଁ ଆମେ ସଦାସର୍ବଦା ନିଜର ନିରନ୍ତର ପ୍ରୟାସ ଜାରି ରଖିବା ଉଚିତ୍‌ ବୋଲି ମନ୍ତ୍ରୀ ଶ୍ରୀ ସୂରଜ ମତପ୍ରକାଶ କରିଥିଲେ।ଆଜିର କାର୍ଯ୍ୟକ୍ରମରେ କେନ୍ଦ୍ର ସାହିତ୍ୟ ଏକାଡେମୀ ଓ ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାର ପ୍ରାପ୍ତ ସାରସ୍ୱତ ସାଧକ ଶ୍ରୀଯୁକ୍ତ ଶାନ୍ତନୁ କୁମାର ଆଚାର୍ଯ୍ୟ ମୁଖ୍ୟ ଅତିଥି ଏବଂ ଓଡ଼ିଶା ସାହିତ୍ୟ ଏକଡେମୀ ପୁରସ୍କାର ପ୍ରାପ୍ତ ବିଶିଷ୍ଟ ଲେଖକ ପ୍ରଫେସର ନୀଳାଦ୍ରି ଭୂଷଣ ହରିଚନ୍ଦନ ବିଶିଷ୍ଟ ଅତିଥି ଭାବେ ଯୋଗଦେଇ  ଓଡ଼ିଆ ସାହିତ୍ୟ ଜଗତକୁ ୠଦ୍ଧିମନ୍ତ କରିବା ଦିଗରେ ଓଡ଼ିଶା ସାହିତ୍ୟ ଏକାଡେମୀର ଭୂମିକା ସମ୍ପର୍କରେ ଆଲୋକପାତ କରିଥିଲେ। କାର୍ଯ୍ୟକ୍ରମରେ "ପଣ୍ଡିତ ହରିହର ଦାସ", "ସାରସ୍ୱତ ସାଧକ ନନ୍ଦ କିଶୋର ସାମଲ", "ଶ୍ରୀ ଜଗନ୍ନାଥ ଐତିହ୍ୟ ଶତକ", "ମୃତ୍ୟୁଞ୍ଜୟ", "ନାଟ୍ୟ ଶାସ୍ତ୍ର (ପ୍ରଥମ ଓ ଦ୍ଵିତୀୟ ଖଣ୍ଡ)", "କୋଣାର୍କ" (ଦୟାନିଧି ମିଶ୍ର ବିଶେଷାଙ୍କ), "କୋଣାର୍କ"

(ଗଙ୍ଗାଧର ମେହେର ବିଶେଷାଙ୍କ), "କୋଣାର୍କ" (ସୁରେନ୍ଦ୍ର ମହାନ୍ତି ବିଶେଷାଙ୍କ), "ବ୍ରତ ସାହିତ୍ୟ", "ଲୋକରତ୍ନ କୁଞ୍ଜବିହାରୀ ଦାଶ", "ବ୍ଲାକ ଟାଇଗର" ଆଦି ପୁସ୍ତକ ଉନ୍ମୋଚିତ ହୋଇଥିଲା। ଏଥିସହ ରାଜ୍ୟସ୍ତରୀୟ ପ୍ରବନ୍ଧ, ବକ୍ତୃତା, କବିତା ଆବୃତ୍ତି, ସାଧାରଣ ଜ୍ଞାନ ପ୍ରତିଯୋଗିତାରେ କୃତିତ୍ୱ ଅର୍ଜନ କରିଥିବା ପ୍ରତିଭାମାନଙ୍କୁ ପୁରସ୍କୃତ କରାଯାଇଥିଲା। ବିଭିନ୍ନ ବିଶ୍ୱବିଦ୍ୟାଳୟ ଓ ମହାବିଦ୍ୟାଳୟରେ ସ୍ନାତକ (ଓଡ଼ିଆ) ପାଠ୍ୟକ୍ରମରେ ସର୍ବୋଚ୍ଚ ନମ୍ବର ରଖିଥିବା ବିଦ୍ୟାର୍ଥୀଙ୍କୁ ୧୦,୦୦୦ ଟଙ୍କା ଓ ସ୍ନାତକୋତ୍ତର (ଓଡ଼ିଆ) ପାଠ୍ୟକ୍ରମରେ ସର୍ବୋଚ୍ଚ ନମ୍ବର ରଖିଥିବା ବିଦ୍ୟାର୍ଥୀଙ୍କୁ ୧୫,୦୦୦ଟଙ୍କାର ପୁରସ୍କାର ରାଶି ପ୍ରଦାନ କରାଯାଇଥିଲା। 

ପ୍ରକାଶଯୋଗ୍ୟ ଯେ, ୧୯୫୭ ମସିହାରେ ଓଡ଼ିଶା ସାହିତ୍ୟ ଏକଡେମୀ ପ୍ରତିଷ୍ଠା ହୋଇଥିଲା। ଆଜି ଓଡ଼ିଶା ସାହିତ୍ୟ ଏକାଡେମୀର ଏହି ୬୮ତମ ସ୍ଵନକ୍ଷତ୍ର ଦିବସ ଅବସରରେ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ସଚିବ ଶ୍ରୀ ବିଜୟ କେତନ ଉପାଧ୍ୟାୟ, ସ୍ୱତନ୍ତ୍ର ଶାସନ ସଚିବ ଶ୍ରୀ ଦେବ ପ୍ରସାଦ ଦାଶ, ଓଡ଼ିଶା ସାହିତ୍ୟ ଏକାଡେମୀର ସଚିବ ଡ଼. ଚନ୍ଦ୍ର ଶେଖର ହୋତା, ସଂସ୍କୃତି ବିଭାଗର ବରିଷ୍ଠ ଅଧିକାରୀଗଣ, ବହୁ ସାହିତ୍ୟିକ ଓ ବୁଦ୍ଧିଜୀବୀମାନେ ଉପସ୍ଥିତ ଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ବାଦପାଲି ଫୁଟବଲ ଟୁର୍ଣ୍ଣାମେଣ୍ଟରେ ତୁରୁମ ଦଳ ଚାମ୍ପିୟନ ଫାଇନାଲରେ ପତିକାରପାଲି ଦଳକୁ ହରାଇ ହାସଲ କଲା ବିଜୟ   19-Oct-2026
  ଜିଲ୍ଲା  
ସୁବର୍ଣ୍ଣପୁରରେ ମା’ ସୁରେଶ୍ୱରୀଙ୍କ ମହିଷାମର୍ଦ୍ଦିନୀ ବେଶ, ମା’ ଭଗବତୀ ଓ ଦୁର୍ଗାଦେବୀଙ୍କ ସିଦ୍ଧିଦାତ୍ରୀ ବେଶ   19-Oct-2026
  ଜିଲ୍ଲା  
*ପ୍ରଧାନ ଶିକ୍ଷୟତ୍ରୀ ସୁଭାଷିନୀ ନନ୍ଦ ଙ୍କ ବିୟୋଗ*- *ସୋନପୁର ଓ କଟକ ରେ ଶୋକ*- *ଅନ୍ତିମ ସଂସ୍କାର ରେ ଯୋଗ ଦେଲେ ଜଷ୍ଟିସ ଚିତ୍ତ ରଞ୍ଜନ ଦାଶ*-   19-Oct-2026
  ରାଜ୍ୟ  
ବାଗ୍ମୀ ବିଶ୍ୱନାଥ କରଙ୍କ ଶ୍ରାଦ୍ଧ ବାର୍ଷିକୀରେ ଶ୍ରଦ୍ଧା ସୁମନ ଅର୍ପଣ   19-Oct-2026
  ଜିଲ୍ଲା  
From Dussehra to Kumar Purnima: The Divine Continuum of Shakti, Prosperity and Knowledge in Odisha   19-Oct-2026
  ଜିଲ୍ଲା  
ବଲାଙ୍ଗିର ନାଗରିକ କମିଟୀ ର କାର୍ଯ୍ୟକାରୀ କମିଟୀ ବୈଠକ♦️ ଲୋୟର ସୁକତେଲରୁ କେନାଲ ଯୋଗେ ଜଳସେଚନ ପାଇଁ ଦାବୀ   19-Oct-2026
  ଜିଲ୍ଲା  
ଅତାବିରା ସାପ୍ତାହିକ ବଜାର ରେ ମାଁ ଜଗତଜନନୀଙ୍କ ପୂଜା,,,, ଲୋକକଳା ଓ ମନ୍ତ୍ରଧ୍ୱନିରେ କମ୍ପିଲା ୫୩ ନମ୍ବର ଜାତୀୟ ରାଜପଥ   18-Oct-2026
  ଜିଲ୍ଲା  
ପଦଯାତ୍ରା ସଫଳ ନେଇ ବିନିକା ବିଜେଡିର ପ୍ରସ୍ତୁତି   18-Oct-2026
  ମହାନଗର  
ପାଣ୍ଡରାରେ ଜମୁଛି ଶାରଦୀୟ ଦୁର୍ଗାପୂଜାର ଆସର♦️ ଆକର୍ଷଣୀୟ ତୋରଣ ଓ ରଙ୍ଗିନ ଆଲୋକମାଳାରେ ଝଲସୁଛି ଅଞ୍ଚଳ   18-Oct-2026
  ଜିଲ୍ଲା  
ଟିଟିଲାଗଡ ସ୍ୱାଧୀନପଡ଼ାର ୬୪ତମ ଦୁର୍ଗା ପୂଜା   18-Oct-2026
  ଜିଲ୍ଲା  
ଦେବୀ ମାହେଶ୍ୱରୀଙ୍କ ସ୍ନାନ ଯାତ୍ରା(କଳାହାଣ୍ଡିର ଘୁମୁରା ବାଦ୍ୟ ଓ କୁକିଆର ବାଡ଼ି ଖେଳରେ ଫୁଲମୁଠୀ ଗ୍ରାମ ପ୍ରକମ୍ବିତ)   18-Oct-2026
  ଜିଲ୍ଲା  
କେନ୍ଦ୍ରୀୟ ରଜକ ସେବା ସଂଘ ଦ୍ଵାରା ନୂତନ ରାଜ୍ୟପାଳ ଙ୍କୁ ଭୁବନେଶ୍ବର ରାଜଭବନରେ ଭବ୍ୟ ସ୍ଵାଗତ ସମ୍ବର୍ଦ୍ଧନା   18-Oct-2026

You Might Also Like