-+91-9937148622 |

prerana_bgr@rediffmail.com |

  Tuesday 20th October 2026 |

| | | |

R.N.I. Regd No. ODIODI/2010/46693

Breaking News

ବାଦପାଲି ଫୁଟବଲ ଟୁର୍ଣ୍ଣାମେଣ୍ଟରେ ତୁରୁମ ଦଳ ଚାମ୍ପିୟନ ଫାଇନାଲରେ ପତିକାରପାଲି ଦଳକୁ ହରାଇ ହାସଲ କଲା ବିଜୟ   (19-Oct-2026)       ||      ସୁବର୍ଣ୍ଣପୁରରେ ମା’ ସୁରେଶ୍ୱରୀଙ୍କ ମହିଷାମର୍ଦ୍ଦିନୀ ବେଶ, ମା’ ଭଗବତୀ ଓ ଦୁର୍ଗାଦେବୀଙ୍କ ସିଦ୍ଧିଦାତ୍ରୀ ବେଶ   (19-Oct-2026)       ||      *ପ୍ରଧାନ ଶିକ୍ଷୟତ୍ରୀ ସୁଭାଷିନୀ ନନ୍ଦ ଙ୍କ ବିୟୋଗ*- *ସୋନପୁର ଓ କଟକ ରେ ଶୋକ*- *ଅନ୍ତିମ ସଂସ୍କାର ରେ ଯୋଗ ଦେଲେ ଜଷ୍ଟିସ ଚିତ୍ତ ରଞ୍ଜନ ଦାଶ*-   (19-Oct-2026)       ||      ବାଗ୍ମୀ ବିଶ୍ୱନାଥ କରଙ୍କ ଶ୍ରାଦ୍ଧ ବାର୍ଷିକୀରେ ଶ୍ରଦ୍ଧା ସୁମନ ଅର୍ପଣ    (19-Oct-2026)       ||      From Dussehra to Kumar Purnima: The Divine Continuum of Shakti, Prosperity and Knowledge in Odisha   (19-Oct-2026)       ||      ବଲାଙ୍ଗିର ନାଗରିକ କମିଟୀ ର କାର୍ଯ୍ୟକାରୀ କମିଟୀ ବୈଠକ♦️ ଲୋୟର ସୁକତେଲରୁ କେନାଲ ଯୋଗେ ଜଳସେଚନ ପାଇଁ ଦାବୀ   (19-Oct-2026)       ||      ଅତାବିରା ସାପ୍ତାହିକ ବଜାର ରେ ମାଁ ଜଗତଜନନୀଙ୍କ ପୂଜା,,,, ଲୋକକଳା ଓ ମନ୍ତ୍ରଧ୍ୱନିରେ କମ୍ପିଲା ୫୩ ନମ୍ବର ଜାତୀୟ ରାଜପଥ   (18-Oct-2026)       ||      ପଦଯାତ୍ରା ସଫଳ ନେଇ ବିନିକା ବିଜେଡିର ପ୍ରସ୍ତୁତି   (18-Oct-2026)       ||      ପାଣ୍ଡରାରେ ଜମୁଛି ଶାରଦୀୟ ଦୁର୍ଗାପୂଜାର ଆସର♦️ ଆକର୍ଷଣୀୟ ତୋରଣ ଓ ରଙ୍ଗିନ ଆଲୋକମାଳାରେ ଝଲସୁଛି ଅଞ୍ଚଳ   (18-Oct-2026)       ||      ଟିଟିଲାଗଡ ସ୍ୱାଧୀନପଡ଼ାର ୬୪ତମ ଦୁର୍ଗା ପୂଜା    (18-Oct-2026)       ||      ଦେବୀ ମାହେଶ୍ୱରୀଙ୍କ ସ୍ନାନ ଯାତ୍ରା(କଳାହାଣ୍ଡିର ଘୁମୁରା ବାଦ୍ୟ ଓ କୁକିଆର ବାଡ଼ି ଖେଳରେ ଫୁଲମୁଠୀ ଗ୍ରାମ ପ୍ରକମ୍ବିତ)   (18-Oct-2026)       ||      କେନ୍ଦ୍ରୀୟ ରଜକ ସେବା ସଂଘ ଦ୍ଵାରା ନୂତନ ରାଜ୍ୟପାଳ ଙ୍କୁ ଭୁବନେଶ୍ବର ରାଜଭବନରେ ଭବ୍ୟ ସ୍ଵାଗତ ସମ୍ବର୍ଦ୍ଧନା    (18-Oct-2026)       ||      ବ୍ରଜମୋହନ ରାମ ଓଡ଼ିଶାର ରାଜ୍ୟପାଳ ଭାବେ ଶପଥ ଗ୍ରହଣ କଲେ   (18-Oct-2026)       ||      ବଲାଙ୍ଗୀର ଦିନ୍ ଆୟୋଜକ କମିଟିର ସାମ୍ବାଦିକ ସମ୍ବିଳନୀ.. ୨୪ରୁ ୩୦ ତାରିଖ ପର୍ଯ୍ୟନ୍ତ ବିଭିନ୍ନ କାର୍ଯ୍ୟକ୍ରମ   (18-Oct-2026)       ||      *ବ୍ରାହ୍ମଣଙ୍କୁ ଅଶାଳୀନ ମନ୍ତବ୍ୟ* *ଶିକ୍ଷକ ଅରବିନ୍ଦ ରଣାଙ୍କୁ ତୁରନ୍ତ ଗିରଫ ଦାବୀରେ ଏସପି ଙ୍କୁ ସ୍ମାରକ ପତ୍ର ପ୍ରଦାନ*   (18-Oct-2026)       ||      *ସୋନପୁର ବ୍ଲକ ଛକ ଦୁର୍ଗା ପୂଜା ପାଇଁ ସାମ୍ୱାଦିକ ସମ୍ମିଳନୀ*- *ଏବର୍ଷ ପୂଜା ର ବଜେଟ ୨୭ଲକ୍ଷ*   (18-Oct-2026)       ||      ଭାଇ ଜିଉଁତିଆ: ଭାଇ-ଭଉଣୀର ପବିତ୍ର ବନ୍ଧନର ପର୍ବ   (18-Oct-2026)       ||      ନିଜ ପଦ ପର୍ଯ୍ୟାଦା ର ଗାରିମା ରଖନ୍ତୁ ନବ ନିଯୁକ୍ତ ରାଜ୍ୟପାଳ   (18-Oct-2026)       ||      ସୁବର୍ଣ୍ଣପୁରରେ ତିନି ଦେବୀଙ୍କ ମହାଗୌରୀ ବେଶ ପବିତ୍ରତା ଓ ଶାନ୍ତିର ଦିବ୍ୟ ସ୍ୱରୂପ   (18-Oct-2026)       ||      ବିଜୟପଲ୍ଲୀ ଶ୍ରୀ ଜଗନ୍ନାଥ ସଂସ୍କୃତ ମହାବିଦ୍ୟାଳୟରେ ଏବିଭିପିର ବିପୁଳ ବିଜୟ   (18-Oct-2026)       ||     

HOME   ଜିଲ୍ଲା

ବିଜେଡି ଫ୍ୟାକ୍ଟ ଫାଇଣ୍ଡିଂ ଟିମ୍‌ର ମାଲକାନଗିରି ଗସ୍ତ 

25-Jul-2025



କେଶବ ଚନ୍ଦ୍ର ନାୟକଙ୍କ ରିପୋର୍ଟ

ଗଣଦୁଷ୍କର୍ମର ଶିକାର ହୋଇଥିବା ପୀଡ଼ିତଙ୍କୁ ସାକ୍ଷାତ

ଆଜି ମାଲକାନଗିରି ସଦରମହକୁମା ରେ ଥିବା ଗଣ ଦୁଷ୍କର୍ମର ଶିକାର ହୋଇ ଥିବା ପୀଡିତାକୁ  ବିଜୁ ଜନତା ଦଳର ରାଜ୍ୟ ସ୍ତରୀୟ ଫ୍ୟାକ୍ଟ ଫାଇଣ୍ଡିଂ ଟିମ୍‌ ସାକ୍ଷାତ କରଛନ୍ତି । ଏହା ସହିତ ହସ୍ପିଟାଲରେ ପୀଡିତାଙ୍କୁ ଭେଟି ଆଲୋଚନା କରିଛନ୍ତି ସମସ୍ତ ଘଟଣାବଳୀକୁ ଅନୁଧ୍ୟାନ କରିଛନ୍ତି।
ମାଲକାନଗିରି ଜିଲ୍ଲାରେ ଗତ ରବିବାର ଦିନ ଜଣେ ନାବାଳିକାଙ୍କ ସହତ ୪ ଜଣ ଯୁବକ ଗଣଦୁଷ୍କର୍ମ କରିଥିଲେ । ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶ କ୍ରମେ  ବିଜେଡିର ଫ୍ୟାକ୍ଟ ଫାଇଣ୍ଡିଂ ଟିମ୍ ମାଲକାନଗିରି ଗସ୍ତ କରି ସମସ୍ତ ଘଟଣାବଳୀକୁ ଅନୁଧ୍ୟାନ ପରେ ପୂର୍ବତନ ସାଂସଦ ପ୍ରଦୀପ ମାଝୀ କହିଛନ୍ତି ଯେ ମାଲକାନଗିରି ଜିଲ୍ଲାରେ ଗୋଟିଏ ନାବାଳିକାକୁ ପ୍ରଥମେ ୩ ଜଣ ଯୁବକ ଅପହରଣ କରି ଗଣ ଦୁଷ୍କର୍ମ କଲା ପରେ ପୁନଶ୍ଚ ସେଠାରୁ ଖସି ଆସିଲା ପରେ ଅନ୍ୟ ଏକ ଯୁବକ ଅପହରଣ କରି ଦୁଷ୍କର୍ମ କରିଛି, ଯାହା କି ଏହା ଭାରତ ବର୍ଷରେ ବିରଳ ଘଟଣା। ଏଣୁ ନାରୀମାନଙ୍କୁ ନ୍ୟାୟ ଦେବା ପାଇଁ ବିଜୁ ଜନତା ଦଳ ତରଫରୁ ଡ଼ିଆଇଜିଙ୍କ ଅଫିସ ଘେରାଉ କରିବା ପାଇଁ ପ୍ରଦୀପ ମାଝୀ ଗଣମାଧ୍ୟମକୁ ଜଣାଇଛନ୍ତି। ମାଲକାନଗିରି ସ୍ବାଧାର ଗୃହରେ ଜଣେ ଯୁବତୀଙ୍କୁ 
ନିର୍ଯାତନା ଦିଆ ଯିବାରୁ ସେ ଫାଶୀ ହୋଇ ମରି ଯାଇଥିଲେ ମଧ୍ୟ ଘଟଣାକୁ ଚପାଇ ଦିଆଯାଇଛି। ସେହିପରି ଏମଭି -୭୨
ନୋଡାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପାଠ ପଢୁଥିବା ୨ ଟି ସପ୍ତମ ଶ୍ରେଣୀର ଝିଅ ଜ୍ୟୋତି ହାଲଦାର ଓ ମନ୍ଦିରା ସୋଡ଼ିଙ୍କୁ 
ଗତ ୮.୨.୨୦୨୫ରେ ଅତ୍ୟାଚାର କରି ବୃକ୍ଷ ଶାଖାରେ ଝୁଲାଇ ଦିଆଯାଥିଲା ବେଳେ ସେହି ରହସ୍ୟଜନକ ହତ୍ୟାର ପରଦା ଫାଶ ହୋଇ ନଥିବା ଶ୍ରୀ ମାଝୀ ପ୍ରକାଶ କରିଥିଲେ। ତେବେ ରାଜ୍ୟ ରେ ମହିଳାମାନଙ୍କୁ ଯେଉଁ ପର୍ଯ୍ୟନ୍ତ ନ୍ଯାୟ ନ ମିଳିଛି ବିଜେଡି ତୀବ୍ର ଆନ୍ଦୋଳନ କରିବ ବୋଲି ସେ ଗଣମାଧ୍ୟମରେ
ସୂଚନା ଦେଇଛନ୍ତି। ଆଜି ପୂର୍ବତନ ସାଂସଦ ରମେଶ ଚନ୍ଦ୍ର ମାଝୀ, ପୂର୍ବତନ ସାଂସଦ ପ୍ରଦୀପ ମାଝୀ , ଜିଲ୍ଲା ବିଜେଡି ସଭାପତି ତଥା ପୂର୍ବତନ ବିଧାୟକ ମାନସ ମାଡକାମୀ, ଜିଲ୍ଲା ପରିଷଦ ଅଧ୍ୟକ୍ଷା ସମାରି ଟାଙ୍ଗୁଲ, ମାଲକାନଗିରି ପୌର ଅଧ୍ୟକ୍ଷ ମନୋଜ ବାରିକ, ଉପଧ୍ୟକ୍ଷା କବିତା ମହନ୍ତଙ୍କ ସହ ଦଳର ବରିଷ୍ଠ ନେତୃ ମଣ୍ଡଳୀ, ବିଜେଡି ଦଳର ନିର୍ବାଚିତ ଲୋକ ପ୍ରତିନିଧି ପ୍ରମୁଖ ପୀଡିତା ଓ ତାଙ୍କ ପରିବାରକୁ ଭେଟି ସାନ୍ତ୍ୱନା ଦେଇଥିଲେ । ଏହା ସହ ତାଙ୍କର ସ୍ୱାସ୍ଥ୍ୟ ଅବସ୍ଥା ଓ ଚିକିତ୍ସା ବ୍ୟବସ୍ଥା ବିଷୟରେ ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀଙ୍କୁ ମଧ୍ୟ ପଚାରି ବୁଝିବା ସହ ଉତ୍ତମ ସ୍ୱାସ୍ଥ୍ୟ ସେବା ଯୋଗାଇବା ପାଇଁ ପରାମର୍ଶ ଦେଇଥିଲେ । ପୀଡିତାଙ୍କ ଚିକିତ୍ସା ପାଇଁ ଜିଲ୍ଲା ସ୍ୱାସ୍ଥ୍ୟ ବିଭାଗ ସମ୍ପୂର୍ଣ୍ଣ ତତ୍ପର ଥିବା ସହ ଉତ୍ତମ ସେବା ଯୋଗାଉ ଥିବା ଜିଲ୍ଲା ମୁଖ୍ୟସ୍ୱାସ୍ଥ୍ୟ ଅଧିକାରୀ ଡାକ୍ତର ବ୍ରଜବନ୍ଧୁ ଦାଶ ପ୍ରକାଶ କରିଛନ୍ତି।


News Comment




Photo in News

Advertisment
Lastest News
  ଜିଲ୍ଲା  
ବାଦପାଲି ଫୁଟବଲ ଟୁର୍ଣ୍ଣାମେଣ୍ଟରେ ତୁରୁମ ଦଳ ଚାମ୍ପିୟନ ଫାଇନାଲରେ ପତିକାରପାଲି ଦଳକୁ ହରାଇ ହାସଲ କଲା ବିଜୟ   19-Oct-2026
  ଜିଲ୍ଲା  
ସୁବର୍ଣ୍ଣପୁରରେ ମା’ ସୁରେଶ୍ୱରୀଙ୍କ ମହିଷାମର୍ଦ୍ଦିନୀ ବେଶ, ମା’ ଭଗବତୀ ଓ ଦୁର୍ଗାଦେବୀଙ୍କ ସିଦ୍ଧିଦାତ୍ରୀ ବେଶ   19-Oct-2026
  ଜିଲ୍ଲା  
*ପ୍ରଧାନ ଶିକ୍ଷୟତ୍ରୀ ସୁଭାଷିନୀ ନନ୍ଦ ଙ୍କ ବିୟୋଗ*- *ସୋନପୁର ଓ କଟକ ରେ ଶୋକ*- *ଅନ୍ତିମ ସଂସ୍କାର ରେ ଯୋଗ ଦେଲେ ଜଷ୍ଟିସ ଚିତ୍ତ ରଞ୍ଜନ ଦାଶ*-   19-Oct-2026
  ରାଜ୍ୟ  
ବାଗ୍ମୀ ବିଶ୍ୱନାଥ କରଙ୍କ ଶ୍ରାଦ୍ଧ ବାର୍ଷିକୀରେ ଶ୍ରଦ୍ଧା ସୁମନ ଅର୍ପଣ   19-Oct-2026
  ଜିଲ୍ଲା  
From Dussehra to Kumar Purnima: The Divine Continuum of Shakti, Prosperity and Knowledge in Odisha   19-Oct-2026
  ଜିଲ୍ଲା  
ବଲାଙ୍ଗିର ନାଗରିକ କମିଟୀ ର କାର୍ଯ୍ୟକାରୀ କମିଟୀ ବୈଠକ♦️ ଲୋୟର ସୁକତେଲରୁ କେନାଲ ଯୋଗେ ଜଳସେଚନ ପାଇଁ ଦାବୀ   19-Oct-2026
  ଜିଲ୍ଲା  
ଅତାବିରା ସାପ୍ତାହିକ ବଜାର ରେ ମାଁ ଜଗତଜନନୀଙ୍କ ପୂଜା,,,, ଲୋକକଳା ଓ ମନ୍ତ୍ରଧ୍ୱନିରେ କମ୍ପିଲା ୫୩ ନମ୍ବର ଜାତୀୟ ରାଜପଥ   18-Oct-2026
  ଜିଲ୍ଲା  
ପଦଯାତ୍ରା ସଫଳ ନେଇ ବିନିକା ବିଜେଡିର ପ୍ରସ୍ତୁତି   18-Oct-2026
  ମହାନଗର  
ପାଣ୍ଡରାରେ ଜମୁଛି ଶାରଦୀୟ ଦୁର୍ଗାପୂଜାର ଆସର♦️ ଆକର୍ଷଣୀୟ ତୋରଣ ଓ ରଙ୍ଗିନ ଆଲୋକମାଳାରେ ଝଲସୁଛି ଅଞ୍ଚଳ   18-Oct-2026
  ଜିଲ୍ଲା  
ଟିଟିଲାଗଡ ସ୍ୱାଧୀନପଡ଼ାର ୬୪ତମ ଦୁର୍ଗା ପୂଜା   18-Oct-2026
  ଜିଲ୍ଲା  
ଦେବୀ ମାହେଶ୍ୱରୀଙ୍କ ସ୍ନାନ ଯାତ୍ରା(କଳାହାଣ୍ଡିର ଘୁମୁରା ବାଦ୍ୟ ଓ କୁକିଆର ବାଡ଼ି ଖେଳରେ ଫୁଲମୁଠୀ ଗ୍ରାମ ପ୍ରକମ୍ବିତ)   18-Oct-2026
  ଜିଲ୍ଲା  
କେନ୍ଦ୍ରୀୟ ରଜକ ସେବା ସଂଘ ଦ୍ଵାରା ନୂତନ ରାଜ୍ୟପାଳ ଙ୍କୁ ଭୁବନେଶ୍ବର ରାଜଭବନରେ ଭବ୍ୟ ସ୍ଵାଗତ ସମ୍ବର୍ଦ୍ଧନା   18-Oct-2026

You Might Also Like