-+91-9937148622 |

prerana_bgr@rediffmail.com |

  Tuesday 20th October 2026 |

| | | |

R.N.I. Regd No. ODIODI/2010/46693

Breaking News

ବାଦପାଲି ଫୁଟବଲ ଟୁର୍ଣ୍ଣାମେଣ୍ଟରେ ତୁରୁମ ଦଳ ଚାମ୍ପିୟନ ଫାଇନାଲରେ ପତିକାରପାଲି ଦଳକୁ ହରାଇ ହାସଲ କଲା ବିଜୟ   (19-Oct-2026)       ||      ସୁବର୍ଣ୍ଣପୁରରେ ମା’ ସୁରେଶ୍ୱରୀଙ୍କ ମହିଷାମର୍ଦ୍ଦିନୀ ବେଶ, ମା’ ଭଗବତୀ ଓ ଦୁର୍ଗାଦେବୀଙ୍କ ସିଦ୍ଧିଦାତ୍ରୀ ବେଶ   (19-Oct-2026)       ||      *ପ୍ରଧାନ ଶିକ୍ଷୟତ୍ରୀ ସୁଭାଷିନୀ ନନ୍ଦ ଙ୍କ ବିୟୋଗ*- *ସୋନପୁର ଓ କଟକ ରେ ଶୋକ*- *ଅନ୍ତିମ ସଂସ୍କାର ରେ ଯୋଗ ଦେଲେ ଜଷ୍ଟିସ ଚିତ୍ତ ରଞ୍ଜନ ଦାଶ*-   (19-Oct-2026)       ||      ବାଗ୍ମୀ ବିଶ୍ୱନାଥ କରଙ୍କ ଶ୍ରାଦ୍ଧ ବାର୍ଷିକୀରେ ଶ୍ରଦ୍ଧା ସୁମନ ଅର୍ପଣ    (19-Oct-2026)       ||      From Dussehra to Kumar Purnima: The Divine Continuum of Shakti, Prosperity and Knowledge in Odisha   (19-Oct-2026)       ||      ବଲାଙ୍ଗିର ନାଗରିକ କମିଟୀ ର କାର୍ଯ୍ୟକାରୀ କମିଟୀ ବୈଠକ♦️ ଲୋୟର ସୁକତେଲରୁ କେନାଲ ଯୋଗେ ଜଳସେଚନ ପାଇଁ ଦାବୀ   (19-Oct-2026)       ||      ଅତାବିରା ସାପ୍ତାହିକ ବଜାର ରେ ମାଁ ଜଗତଜନନୀଙ୍କ ପୂଜା,,,, ଲୋକକଳା ଓ ମନ୍ତ୍ରଧ୍ୱନିରେ କମ୍ପିଲା ୫୩ ନମ୍ବର ଜାତୀୟ ରାଜପଥ   (18-Oct-2026)       ||      ପଦଯାତ୍ରା ସଫଳ ନେଇ ବିନିକା ବିଜେଡିର ପ୍ରସ୍ତୁତି   (18-Oct-2026)       ||      ପାଣ୍ଡରାରେ ଜମୁଛି ଶାରଦୀୟ ଦୁର୍ଗାପୂଜାର ଆସର♦️ ଆକର୍ଷଣୀୟ ତୋରଣ ଓ ରଙ୍ଗିନ ଆଲୋକମାଳାରେ ଝଲସୁଛି ଅଞ୍ଚଳ   (18-Oct-2026)       ||      ଟିଟିଲାଗଡ ସ୍ୱାଧୀନପଡ଼ାର ୬୪ତମ ଦୁର୍ଗା ପୂଜା    (18-Oct-2026)       ||      ଦେବୀ ମାହେଶ୍ୱରୀଙ୍କ ସ୍ନାନ ଯାତ୍ରା(କଳାହାଣ୍ଡିର ଘୁମୁରା ବାଦ୍ୟ ଓ କୁକିଆର ବାଡ଼ି ଖେଳରେ ଫୁଲମୁଠୀ ଗ୍ରାମ ପ୍ରକମ୍ବିତ)   (18-Oct-2026)       ||      କେନ୍ଦ୍ରୀୟ ରଜକ ସେବା ସଂଘ ଦ୍ଵାରା ନୂତନ ରାଜ୍ୟପାଳ ଙ୍କୁ ଭୁବନେଶ୍ବର ରାଜଭବନରେ ଭବ୍ୟ ସ୍ଵାଗତ ସମ୍ବର୍ଦ୍ଧନା    (18-Oct-2026)       ||      ବ୍ରଜମୋହନ ରାମ ଓଡ଼ିଶାର ରାଜ୍ୟପାଳ ଭାବେ ଶପଥ ଗ୍ରହଣ କଲେ   (18-Oct-2026)       ||      ବଲାଙ୍ଗୀର ଦିନ୍ ଆୟୋଜକ କମିଟିର ସାମ୍ବାଦିକ ସମ୍ବିଳନୀ.. ୨୪ରୁ ୩୦ ତାରିଖ ପର୍ଯ୍ୟନ୍ତ ବିଭିନ୍ନ କାର୍ଯ୍ୟକ୍ରମ   (18-Oct-2026)       ||      *ବ୍ରାହ୍ମଣଙ୍କୁ ଅଶାଳୀନ ମନ୍ତବ୍ୟ* *ଶିକ୍ଷକ ଅରବିନ୍ଦ ରଣାଙ୍କୁ ତୁରନ୍ତ ଗିରଫ ଦାବୀରେ ଏସପି ଙ୍କୁ ସ୍ମାରକ ପତ୍ର ପ୍ରଦାନ*   (18-Oct-2026)       ||      *ସୋନପୁର ବ୍ଲକ ଛକ ଦୁର୍ଗା ପୂଜା ପାଇଁ ସାମ୍ୱାଦିକ ସମ୍ମିଳନୀ*- *ଏବର୍ଷ ପୂଜା ର ବଜେଟ ୨୭ଲକ୍ଷ*   (18-Oct-2026)       ||      ଭାଇ ଜିଉଁତିଆ: ଭାଇ-ଭଉଣୀର ପବିତ୍ର ବନ୍ଧନର ପର୍ବ   (18-Oct-2026)       ||      ନିଜ ପଦ ପର୍ଯ୍ୟାଦା ର ଗାରିମା ରଖନ୍ତୁ ନବ ନିଯୁକ୍ତ ରାଜ୍ୟପାଳ   (18-Oct-2026)       ||      ସୁବର୍ଣ୍ଣପୁରରେ ତିନି ଦେବୀଙ୍କ ମହାଗୌରୀ ବେଶ ପବିତ୍ରତା ଓ ଶାନ୍ତିର ଦିବ୍ୟ ସ୍ୱରୂପ   (18-Oct-2026)       ||      ବିଜୟପଲ୍ଲୀ ଶ୍ରୀ ଜଗନ୍ନାଥ ସଂସ୍କୃତ ମହାବିଦ୍ୟାଳୟରେ ଏବିଭିପିର ବିପୁଳ ବିଜୟ   (18-Oct-2026)       ||     

HOME   ଜିଲ୍ଲା

ବଲାଙ୍ଗିର ଠାରେ ଜିଲ୍ଲାସ୍ତରୀୟ ସ୍ଵାଧୀନତା ଦିବସ ପାଳନ ଉପଲକ୍ଷେ ପୂର୍ବ ପ୍ରସ୍ତୁତି ବୈଠକ

26-Jul-2025



ବଲାଙ୍ଗିର(ଦେବାଶିଷ ବହିଦାର): ଗତକାଲି ଅପରାହ୍ନରେ ସ୍ଥାନୀୟ ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷ ଠାରେ ଆଗାମୀ  ଜିଲ୍ଲାସ୍ତରୀୟ ସ୍ଵାଧୀନତା ଦିବସ ପାଳନ ଉପଲକ୍ଷେ ଏକ ପୂର୍ବ ପ୍ରସ୍ତୁତି ବୈଠକ ଅତିରିକ୍ତ ଜିଲ୍ଲାପାଳ ଡ. ବିଜୟାନନ୍ଦ ସେଠୀଙ୍କ ଅଧ୍ୟକ୍ଷ୍ୟତାରେ ଅନୁଷ୍ଠିତ ହୋଇଯାଇଛି। ଏହି ବୈଠକରେ ବଲାଙ୍ଗିର ଉପଜିଲ୍ଲାପାଳ ଆଲୋକ କୁମାର ପଟେଲ, ନିର୍ବାହୀ ଅଧିକାରୀ, ପୌରପରିଷଦ ସନ୍ତୋଷ କୁମାର ବେହେରା, ଜିଲ୍ଲା ସାମାଜିକ ମଙ୍ଗଳ ଅଧିକାରୀ ସୁଷମା ମହାପାତ୍ର, ଏଡିଇଓ ରିନା କୁମାରୀ ବେହେରା, ଏସଡିଓ ଜନସ୍ୱାସ୍ଥ୍ୟ ବିଭାଗ ଇଂ ରାଜେଶ କୁମାର ବେହେରା, 

ଅତିରିକ୍ତ ପରିବହନ ଅଧିକାରୀ କିଶୋର କୁମାର ଦେ, ଏସଡିପିଓ ସରୋଜ କୁମାର ଉପଧ୍ୟାୟ, ଆରଆଇ, ପୋଲିସ ପ୍ରଦୀପ୍ତ କୁମାର ଦେବତା, ଅଗ୍ନିଶମ ଅଧିକାରୀ ତେଜ କୁମାର ଏକ୍କା, ଜିଲ୍ଲା ସଂସ୍କୃତି ଅଧିକାରୀ ରଶ୍ମି ରଞ୍ଜନ ମିଶ୍ରଙ୍କ ସମେତ ସହରର ମାନ୍ୟଗଣ୍ୟ ବ୍ୟକ୍ତି, ବୁଦ୍ଧିଜୀବୀ, ବିଭିନ୍ନ ବିଭାଗର ଅଧିକାରୀ, ସାଂସ୍କୃତିକ ଓ ସାମାଜିକ ଅନୁଷ୍ଠାନର କର୍ମକର୍ତ୍ତା; ବିଭିନ୍ନ ବିଦ୍ୟାଳୟ ଓ ମହାବିଦ୍ୟାଳୟର କର୍ମକର୍ତ୍ତା ଓ ଗଣମାଧ୍ୟମର ପ୍ରତିନିଧି ମାନେ ଉପସ୍ଥିତ ଥିଲେ। ବୈଠକରେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ସେଠୀ ସମସ୍ତଙ୍କୁ ସ୍ଵାଗତ ଜଣାଇବା ସହ ଜିଲ୍ଲାସ୍ତରୀୟ ସ୍ଵାଧୀନତା ଦିବସକୁ ମହାସମାରୋହରେ ପାଳନ କରିବା ନିମନ୍ତେ ସମସ୍ତଙ୍କର ସହଯୋଗ କାମନା କରି ଥିଲେ। ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ରାଜେନ୍ଦ୍ର କୁମାର ମାଝୀ ଆଲୋଚ୍ୟ ବିଷୟ ଉପସ୍ଥାପନ କରିଥିଲେ । ବୈଠକର ନିଷ୍ପତ୍ତି ପ୍ରକାରେ ଅଗଷ୍ଟ  ୧୫ତାରିଖ ସ୍ଵାଧୀନତା ଦିବସ ଦିନ ପ୍ରାତଃ ୪ ଘଟିକା ସମୟରେ ରାମଧୁନ, ସକାଳ ୬ ରୁ ୭ ଘଟିକା ମଧ୍ୟରେ ସମସ୍ତ ବିଦ୍ୟାଳୟର ଛାତ୍ରଛାତ୍ରୀ ମାନଙ୍କ ଦ୍ଵାରା ପ୍ରଭାତଫେରି, ସକାଳ ଘ.୭.୦୦ମି ରୁ ଘ.୮.୦୦ମି ମଧ୍ୟରେ ସରକାରୀ, ବେସରକାରୀ ଅନୁଷ୍ଠାନ ଓ ଶିକ୍ଷାନୁଷ୍ଠାନ ମାନଙ୍କରେ ଜାତୀୟ ପତାକା ଉତ୍ତୋଳନ,ସକାଳ ଘ.୭.୩୦ମି ରୁ ଘ.୭.୪୫ମି ମଧ୍ୟରେ ସହରରେ ଥିବା ମହାପୁରୁଷ ମାନଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ ଏବଂ ସକାଳ ଘ.୦୯.୧୫ମି ସମୟରେ ମନୋହରପୁର ରିଜର୍ଭ ପୋଲିସ ପଡିଆରେ ଆନୁଷ୍ଠାନିକ ଜିଲ୍ଲାସ୍ତରୀୟ ସ୍ଵାଧୀନତା ଦିବସ ପାଳନ କରାଯିବ । ଦିବସର ମୁଖ୍ୟ ଅତିଥି ସକାଳ ଘ.୦୯.୧୫ମି ସମୟରେ ଆନୁଷ୍ଠାନିକ ଉତ୍ସବ ରେ ଜାତୀୟ ପତାକା ଉତ୍ତୋଳନ କରିବା ସହ ସମ୍ମିଳିତ ପ୍ୟାରେଡ ର ଅଭିବାଦନ ଗ୍ରହଣ କରିବେ। ସମ୍ମିଳିତ ପ୍ୟାରେଡରେ ସଶସ୍ତ୍ର ପୋଲିସବାହିନୀ, ଓଡ୍ରାଫ, ଗୃହ ରକ୍ଷୀ ବାହିନୀ, ପୋଲିସ କଲର ପାର୍ଟିଙ୍କ ସମେତ ବିଭିନ୍ନ ଶିକ୍ଷା ଅନୁଷ୍ଠାନର ଏନସିସି, ସ୍କାଉଟ,ଗାଇଡ,ରେଡକ୍ରସ ଓ ସିଭିଲିଆନ ଦଳ ଅଂଶଗ୍ରହଣ କରିବେ। ସ୍ଵାଧୀନତା ଦିବସ ପାଳନଉପଲକ୍ଷ ଉପଲକ୍ଷେ ବିଦ୍ୟାଳୟ ଓ ମହାବିଦ୍ୟାଳୟର ଛାତ୍ରଛାତ୍ରୀ ମାନଙ୍କ ମଧ୍ୟରେ ଦେଶାତ୍ମବୋଧକ ସଂଗୀତ, ଚିତ୍ରାଙ୍କନ, ସ୍ଵାଧୀନତା ସଂଗ୍ରାମୀ ବେଶ, ଓଡିଆ,ହିନ୍ଦୀ ଓ ଇଂରାଜୀ ବକ୍ତୃତା ପ୍ରତିଯୋଗିତା ଗୁଡିକ ଆଗାମୀ ଅଗଷ୍ଟ ୧ ତାରିଖ ଠାରୁ ୦୬  ତାରିଖ ମଧ୍ୟରେ ଅନୁଷ୍ଠିତ ହେବ। ଏତଦବ୍ୟତୀତ ସ୍ଵାଧୀନତା  ଦିବସ ପାଳନ ଉପଲକ୍ଷେ ଉଚ୍ଚ ମାଧ୍ୟମିକ ଶିକ୍ଷା, ମାଧ୍ୟମିକ ଶିକ୍ଷା ପରିଷଦ ଓ ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟରୁ ସ୍ନାକତରରେ ସର୍ବୋଚ୍ଚ ନମ୍ବର ରଖିଥିବା ଛାତ୍ରଛାତ୍ରୀଙ୍କୁ ତଥା ବିଭିନ୍ନ କ୍ଷେତ୍ରରେ ଜାତୀୟ ଓ ଅନ୍ତର୍ଜାତୀୟସ୍ତରରେ ଉଲ୍ଲେଖନୀୟ ସଫଳତା ହାସଲ କରି ବଲାଙ୍ଗିର ଜିଲ୍ଲାକୁ ଗର୍ବାନ୍ଵିତ କରିଥିବା ପ୍ରତିଭା ମାନଙ୍କୁ ପୁରସ୍କୃତ କରାଯିବ। ପ୍ୟାରେଡ ଉତ୍ସବ ପରେ ଜିଲ୍ଲା କାରାଗାର ର ଅନ୍ତେବାସୀ, ଭୀମ ଭୋଇ ମେଡିକାଲ କଲେଜ ଓ ହସ୍ପିଟାଲ ରେ ଚିକିତ୍ସାଧୀନ ରୋଗୀଙ୍କୁ ଫଳ ଓ ମିଷ୍ଠାନ୍ନ ବଣ୍ଟନ, ପାର୍ବତୀ  ଗିରି ବାଳ ନିକେତନ, ପଥରଚେପା, ହରେକୃଷ୍ଣ ମହତାବ ମାନସିକ ଅନଗ୍ରସର ସଂସ୍ଥାନ, 

ଉତ୍କଳବନ୍ଧୁ ସେବା ଶ୍ରମ, ତୁଲସୀନଗର ଓ ଡେଷ୍ଟିଚ୍ୟୁଟ ହୋମର ଅନ୍ତେବାସୀଙ୍କୁ ଫଳ ଓ ମିଷ୍ଠାନ୍ନ ବଣ୍ଟନ, ପୁଇଁତଳା ସ୍ଥିତ କୁଷ୍ଠ କଲୋନୀ ଅନ୍ତେବାସୀ ଙ୍କୁ ବସ୍ତ୍ର ବଣ୍ଟନ କରାଯିବ। ଅପରାହ୍ନ ଘ. ୦୪.୦୦ମି  ସମୟରେ ସ୍ଥାନୀୟ ମିଶନ ପଡିଆ ଠାରେ ଜିଲ୍ଲା ପ୍ରଶାସନ ଏକାଦଶ ବନାମ ଜିଲ୍ଲା ଗଣମାଧ୍ୟମ ଏକାଦଶ ମଧ୍ୟରେ ଏକ ବନ୍ଧୁତ୍ଵପୂର୍ଣ୍ଣ ଫୁଟବଲ ମ୍ୟାଚ ଅନୁଷ୍ଠିତ ହେବ। ବୈଠକ ଶେଷରେ ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ଶ୍ରୀ ମାଝୀ ସମସ୍ତଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ । ଏହି କାର୍ଯ୍ୟକ୍ରମରେ ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ କାର୍ଯ୍ୟାଳୟର ପୁରୁଷୋତ୍ତମ ମୁନା, କେଶବ ବାଗ ଓ ସୁରେଶ ଚନ୍ଦ୍ର ପଟେଲ ପ୍ରମୁଖ ସହଯୋଗ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବାଦପାଲି ଫୁଟବଲ ଟୁର୍ଣ୍ଣାମେଣ୍ଟରେ ତୁରୁମ ଦଳ ଚାମ୍ପିୟନ ଫାଇନାଲରେ ପତିକାରପାଲି ଦଳକୁ ହରାଇ ହାସଲ କଲା ବିଜୟ   19-Oct-2026
  ଜିଲ୍ଲା  
ସୁବର୍ଣ୍ଣପୁରରେ ମା’ ସୁରେଶ୍ୱରୀଙ୍କ ମହିଷାମର୍ଦ୍ଦିନୀ ବେଶ, ମା’ ଭଗବତୀ ଓ ଦୁର୍ଗାଦେବୀଙ୍କ ସିଦ୍ଧିଦାତ୍ରୀ ବେଶ   19-Oct-2026
  ଜିଲ୍ଲା  
*ପ୍ରଧାନ ଶିକ୍ଷୟତ୍ରୀ ସୁଭାଷିନୀ ନନ୍ଦ ଙ୍କ ବିୟୋଗ*- *ସୋନପୁର ଓ କଟକ ରେ ଶୋକ*- *ଅନ୍ତିମ ସଂସ୍କାର ରେ ଯୋଗ ଦେଲେ ଜଷ୍ଟିସ ଚିତ୍ତ ରଞ୍ଜନ ଦାଶ*-   19-Oct-2026
  ରାଜ୍ୟ  
ବାଗ୍ମୀ ବିଶ୍ୱନାଥ କରଙ୍କ ଶ୍ରାଦ୍ଧ ବାର୍ଷିକୀରେ ଶ୍ରଦ୍ଧା ସୁମନ ଅର୍ପଣ   19-Oct-2026
  ଜିଲ୍ଲା  
From Dussehra to Kumar Purnima: The Divine Continuum of Shakti, Prosperity and Knowledge in Odisha   19-Oct-2026
  ଜିଲ୍ଲା  
ବଲାଙ୍ଗିର ନାଗରିକ କମିଟୀ ର କାର୍ଯ୍ୟକାରୀ କମିଟୀ ବୈଠକ♦️ ଲୋୟର ସୁକତେଲରୁ କେନାଲ ଯୋଗେ ଜଳସେଚନ ପାଇଁ ଦାବୀ   19-Oct-2026
  ଜିଲ୍ଲା  
ଅତାବିରା ସାପ୍ତାହିକ ବଜାର ରେ ମାଁ ଜଗତଜନନୀଙ୍କ ପୂଜା,,,, ଲୋକକଳା ଓ ମନ୍ତ୍ରଧ୍ୱନିରେ କମ୍ପିଲା ୫୩ ନମ୍ବର ଜାତୀୟ ରାଜପଥ   18-Oct-2026
  ଜିଲ୍ଲା  
ପଦଯାତ୍ରା ସଫଳ ନେଇ ବିନିକା ବିଜେଡିର ପ୍ରସ୍ତୁତି   18-Oct-2026
  ମହାନଗର  
ପାଣ୍ଡରାରେ ଜମୁଛି ଶାରଦୀୟ ଦୁର୍ଗାପୂଜାର ଆସର♦️ ଆକର୍ଷଣୀୟ ତୋରଣ ଓ ରଙ୍ଗିନ ଆଲୋକମାଳାରେ ଝଲସୁଛି ଅଞ୍ଚଳ   18-Oct-2026
  ଜିଲ୍ଲା  
ଟିଟିଲାଗଡ ସ୍ୱାଧୀନପଡ଼ାର ୬୪ତମ ଦୁର୍ଗା ପୂଜା   18-Oct-2026
  ଜିଲ୍ଲା  
ଦେବୀ ମାହେଶ୍ୱରୀଙ୍କ ସ୍ନାନ ଯାତ୍ରା(କଳାହାଣ୍ଡିର ଘୁମୁରା ବାଦ୍ୟ ଓ କୁକିଆର ବାଡ଼ି ଖେଳରେ ଫୁଲମୁଠୀ ଗ୍ରାମ ପ୍ରକମ୍ବିତ)   18-Oct-2026
  ଜିଲ୍ଲା  
କେନ୍ଦ୍ରୀୟ ରଜକ ସେବା ସଂଘ ଦ୍ଵାରା ନୂତନ ରାଜ୍ୟପାଳ ଙ୍କୁ ଭୁବନେଶ୍ବର ରାଜଭବନରେ ଭବ୍ୟ ସ୍ଵାଗତ ସମ୍ବର୍ଦ୍ଧନା   18-Oct-2026

You Might Also Like