-+91-9937148622 |

prerana_bgr@rediffmail.com |

  Monday 19th October 2026 |

| | | |

R.N.I. Regd No. ODIODI/2010/46693

Breaking News

ବାଦପାଲି ଫୁଟବଲ ଟୁର୍ଣ୍ଣାମେଣ୍ଟରେ ତୁରୁମ ଦଳ ଚାମ୍ପିୟନ ଫାଇନାଲରେ ପତିକାରପାଲି ଦଳକୁ ହରାଇ ହାସଲ କଲା ବିଜୟ   (19-Oct-2026)       ||      ସୁବର୍ଣ୍ଣପୁରରେ ମା’ ସୁରେଶ୍ୱରୀଙ୍କ ମହିଷାମର୍ଦ୍ଦିନୀ ବେଶ, ମା’ ଭଗବତୀ ଓ ଦୁର୍ଗାଦେବୀଙ୍କ ସିଦ୍ଧିଦାତ୍ରୀ ବେଶ   (19-Oct-2026)       ||      *ପ୍ରଧାନ ଶିକ୍ଷୟତ୍ରୀ ସୁଭାଷିନୀ ନନ୍ଦ ଙ୍କ ବିୟୋଗ*- *ସୋନପୁର ଓ କଟକ ରେ ଶୋକ*- *ଅନ୍ତିମ ସଂସ୍କାର ରେ ଯୋଗ ଦେଲେ ଜଷ୍ଟିସ ଚିତ୍ତ ରଞ୍ଜନ ଦାଶ*-   (19-Oct-2026)       ||      ବାଗ୍ମୀ ବିଶ୍ୱନାଥ କରଙ୍କ ଶ୍ରାଦ୍ଧ ବାର୍ଷିକୀରେ ଶ୍ରଦ୍ଧା ସୁମନ ଅର୍ପଣ    (19-Oct-2026)       ||      From Dussehra to Kumar Purnima: The Divine Continuum of Shakti, Prosperity and Knowledge in Odisha   (19-Oct-2026)       ||      ବଲାଙ୍ଗିର ନାଗରିକ କମିଟୀ ର କାର୍ଯ୍ୟକାରୀ କମିଟୀ ବୈଠକ♦️ ଲୋୟର ସୁକତେଲରୁ କେନାଲ ଯୋଗେ ଜଳସେଚନ ପାଇଁ ଦାବୀ   (19-Oct-2026)       ||      ଅତାବିରା ସାପ୍ତାହିକ ବଜାର ରେ ମାଁ ଜଗତଜନନୀଙ୍କ ପୂଜା,,,, ଲୋକକଳା ଓ ମନ୍ତ୍ରଧ୍ୱନିରେ କମ୍ପିଲା ୫୩ ନମ୍ବର ଜାତୀୟ ରାଜପଥ   (18-Oct-2026)       ||      ପଦଯାତ୍ରା ସଫଳ ନେଇ ବିନିକା ବିଜେଡିର ପ୍ରସ୍ତୁତି   (18-Oct-2026)       ||      ପାଣ୍ଡରାରେ ଜମୁଛି ଶାରଦୀୟ ଦୁର୍ଗାପୂଜାର ଆସର♦️ ଆକର୍ଷଣୀୟ ତୋରଣ ଓ ରଙ୍ଗିନ ଆଲୋକମାଳାରେ ଝଲସୁଛି ଅଞ୍ଚଳ   (18-Oct-2026)       ||      ଟିଟିଲାଗଡ ସ୍ୱାଧୀନପଡ଼ାର ୬୪ତମ ଦୁର୍ଗା ପୂଜା    (18-Oct-2026)       ||      ଦେବୀ ମାହେଶ୍ୱରୀଙ୍କ ସ୍ନାନ ଯାତ୍ରା(କଳାହାଣ୍ଡିର ଘୁମୁରା ବାଦ୍ୟ ଓ କୁକିଆର ବାଡ଼ି ଖେଳରେ ଫୁଲମୁଠୀ ଗ୍ରାମ ପ୍ରକମ୍ବିତ)   (18-Oct-2026)       ||      କେନ୍ଦ୍ରୀୟ ରଜକ ସେବା ସଂଘ ଦ୍ଵାରା ନୂତନ ରାଜ୍ୟପାଳ ଙ୍କୁ ଭୁବନେଶ୍ବର ରାଜଭବନରେ ଭବ୍ୟ ସ୍ଵାଗତ ସମ୍ବର୍ଦ୍ଧନା    (18-Oct-2026)       ||      ବ୍ରଜମୋହନ ରାମ ଓଡ଼ିଶାର ରାଜ୍ୟପାଳ ଭାବେ ଶପଥ ଗ୍ରହଣ କଲେ   (18-Oct-2026)       ||      ବଲାଙ୍ଗୀର ଦିନ୍ ଆୟୋଜକ କମିଟିର ସାମ୍ବାଦିକ ସମ୍ବିଳନୀ.. ୨୪ରୁ ୩୦ ତାରିଖ ପର୍ଯ୍ୟନ୍ତ ବିଭିନ୍ନ କାର୍ଯ୍ୟକ୍ରମ   (18-Oct-2026)       ||      *ବ୍ରାହ୍ମଣଙ୍କୁ ଅଶାଳୀନ ମନ୍ତବ୍ୟ* *ଶିକ୍ଷକ ଅରବିନ୍ଦ ରଣାଙ୍କୁ ତୁରନ୍ତ ଗିରଫ ଦାବୀରେ ଏସପି ଙ୍କୁ ସ୍ମାରକ ପତ୍ର ପ୍ରଦାନ*   (18-Oct-2026)       ||      *ସୋନପୁର ବ୍ଲକ ଛକ ଦୁର୍ଗା ପୂଜା ପାଇଁ ସାମ୍ୱାଦିକ ସମ୍ମିଳନୀ*- *ଏବର୍ଷ ପୂଜା ର ବଜେଟ ୨୭ଲକ୍ଷ*   (18-Oct-2026)       ||      ଭାଇ ଜିଉଁତିଆ: ଭାଇ-ଭଉଣୀର ପବିତ୍ର ବନ୍ଧନର ପର୍ବ   (18-Oct-2026)       ||      ନିଜ ପଦ ପର୍ଯ୍ୟାଦା ର ଗାରିମା ରଖନ୍ତୁ ନବ ନିଯୁକ୍ତ ରାଜ୍ୟପାଳ   (18-Oct-2026)       ||      ସୁବର୍ଣ୍ଣପୁରରେ ତିନି ଦେବୀଙ୍କ ମହାଗୌରୀ ବେଶ ପବିତ୍ରତା ଓ ଶାନ୍ତିର ଦିବ୍ୟ ସ୍ୱରୂପ   (18-Oct-2026)       ||      ବିଜୟପଲ୍ଲୀ ଶ୍ରୀ ଜଗନ୍ନାଥ ସଂସ୍କୃତ ମହାବିଦ୍ୟାଳୟରେ ଏବିଭିପିର ବିପୁଳ ବିଜୟ   (18-Oct-2026)       ||     

HOME   ରାଜ୍ୟ

ବନ୍ୟା ପ୍ରଭାବିତ ଅଞ୍ଚଳରେ ଉଦ୍ଧାର ଓ ରିଲିଫ୍‌ ବଣ୍ଟନ କାର୍ଯ୍ୟ ତ୍ୱରାନ୍ୱିତ କରାଯାଉଛି

27-Jul-2025



ଭୁବନେଶ୍ୱର(ପ୍ରେରଣା ଖବର): ରାଜ୍ୟରେ କିଛିଦିନ ଧରି ଲଘୁଚାପଜନିତ ଲଗାଣ ବର୍ଷା ହେବା ଫଳରେ ୬ଟି ଜିଲ୍ଲା ବାଲେଶ୍ୱର, ମୟୂରଭଞ୍ଜ, ଭଦ୍ରକ, ଯାଜପୁର, ସୁନ୍ଦରଗଡ଼ ଓ କେନ୍ଦୁଝରରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି । ଏଥିରେ ୧୧ ହଜାରରୁ ଊଦ୍ଧ୍ୱର୍ ଲୋକ ପ୍ରଭାବିତ ହୋଇଥିବାବେଳେ ଏକ ହଜାରରୁ ଅଧିକ ଲୋକଙ୍କୁ ନିରାପଦ ସ୍ଥାନକୁ ସ୍ଥାନାନ୍ତରିତ କରାଯାଇ ମୟୂରଭଞ୍ଜ ଓ ବାଲେଶ୍ୱର ଜିଲ୍ଲାର ୯ଟି ଆଶ୍ରୟସ୍ଥଳରେ ରଖାଯାଇଛି ।
ବନ୍ୟା ପରିସ୍ଥିିତି ନେଇ ଆଜି ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ଶ୍ରୀ ସୁରେଶ ପୂଜାରୀ, ସ୍ୱତନ୍ତ୍ର ରିଲିଫ କମିଶନର ଶ୍ରୀ ଦେଓରଞ୍ଜନ କୁମାର ସିଂହଙ୍କ ଉପସ୍ଥିତିରେ ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, ସମ୍ବଲପୁର, ସୁନ୍ଦରଗଡ଼ ଜିଲ୍ଲାପାଳ ଓ ଜଳସମ୍ପଦ ବିଭାଗର ସର୍ବୋଚ୍ଚ ଯନ୍ତ୍ରୀଙ୍କ ସହ ଆଭାସି ମାଧ୍ୟମରେ ବନ୍ୟା ପରିସ୍ଥିତିର ସମୀକ୍ଷା କରିଥିଲେ । ଜିଲ୍ଲା ପ୍ରଶାସନ ବନ୍ୟା ପ୍ରଭାବିତ ଅଞ୍ଚଳରେ ଉଦ୍ଧାର କାର୍ଯ୍ୟ ତ୍ୱରାନ୍ୱିତ କରିବା ସହ ଜନସାଧାରଣଙ୍କୁ ନିରାପଦ ଆଶ୍ରୟ ସ୍ଥଳିରେ ରଖିବା ଓ ରିଲିଫ୍‌ ଯୋଗାଇ ଦେବା ଉପରେ ଗୁରୁତ୍ୱାରୋପ କରିଥିଲେ । 
ରାଜୀବ ଭବନଠାରେ ଗଣମାଧ୍ୟମର ପ୍ରତିନିଧିଙ୍କୁ ସୂଚନା ଦେଇ ସ୍ୱତନ୍ତ୍ର ରିଲିଫ୍‌ କମିଶନର ଶ୍ରୀ ସିଂହ କହିଲେ ଯେ ବାଲେଶ୍ୱର ଜିଲ୍ଲାରେ ୫ଟି ଓଡ୍ରାଫ୍‌ ଟିମ୍‌ ସହ ଗୋଟିଏ ଏନ୍‌ଡିଆର୍‌ଏଫ୍‌, ୨୬ଟି ଅଗ୍ନିଶମ ଓ ଜରୁରୀକାଳୀନ ସେବା ବାହିନୀ ନିୟୋଜିତ ହୋଇଥିବାବେଳେ ମୟୂରଭଞ୍ଜ ଜିଲ୍ଲାରେ ଗୋଟିଏ ଓଡ୍ରାଫ୍‌ ଦଳ, ୨୩ଟି ଅଗ୍ନିଶମ ବାହିନୀ, ଭଦ୍ରକ ଜିଲ୍ଲାରେ ଗୋଟିଏ ଓଡ୍ରାଫ୍‌, ଗୋଟିଏ ଏନ୍‌ଡିଆର୍‌ଏଫ୍‌ ଓ ୧୩ଟି ଅଗ୍ନିଶମ ବାହିନୀ, ଯାଜପୁର ଜିଲ୍ଲାରେ ଗୋଟିଏ ଓଡ୍ରାଫ୍‌ ଟିମ୍‌ ସହ ୧୪ଟି ଅଗ୍ନିଶମ ବାହିନୀ ସମେତ ଏହି ସବୁ ଜିଲ୍ଲାରେ ୧୦୬ଟି ବୋଟ୍‌ ମଧ୍ୟ ଉଦ୍ଧାର ଓ ରିଲିଫ୍‌ ବଣ୍ଟନ କାର୍ଯ୍ୟରେ ନିୟୋଜିତ ହୋଇଛନ୍ତି । 
ସୁବର୍ଣ୍ଣରେଖା ନଦୀକୁ ଛାଡ଼ି ଅନ୍ୟ ସମସ୍ତ ନଦୀର ଜଳପତ୍ତନ ହ୍ରାସ ପାଇବାରେ ଲାଗିଛି । ସୁବର୍ଣ୍ଣରେଖାରେ ବନ୍ୟାଜଳକୁ ଆଖିରେ ରଖି ବାଲେଶ୍ୱର ଜିଲ୍ଲା ପ୍ରତି ସତର୍କ ଦୃଷ୍ଟି ରଖାଯାଇଛି । ବୈତରଣୀ ଓ ଜଳକା ନଦୀରେ ଜଳପତ୍ତନ କମିବାରେ ଲାଗିଛି । ବନ୍ୟା କ୍ଷତିଗ୍ରସ୍ତ ଅଞ୍ଚଳରେ ରାତ୍ରକାଳୀନ ପ୍ରେଟ୍ରୋଲିଙ୍ଗ୍‌ ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି । 
ବନ୍ୟାଞ୍ଚଳରେ ଜଳବିଶୋଧନ ଓ ଜନସାଧାରଣଙ୍କୁ ଶୁଦ୍ଧ ପାନୀୟ ଜଳ ଯୋଗାଇଦେବାର ବ୍ୟବସ୍ଥା କରାଯିବା ସହ ଆବଶ୍ୟକ ପରିମାଣରେ ଆଣ୍ଟିଭେନମ୍‌ ମହଜୁଦ ରଖାଯାଇଛି । ଆବଶ୍ୟକତା ଅନୁଯାୟୀ ଲୋକମାନଙ୍କୁ ସ୍ଥିତି ସାମାନ୍ୟ ହେବା ପର୍ଯ୍ୟନ୍ତ ରନ୍ଧାଖାଦ୍ୟ ଯୋଗାଇଦିଆଯିବ । ଅତିରିକ୍ତ ରିଲିଫ୍‌ କମିଶନର ଶ୍ରୀ ମନୀଷ ଅଗ୍ରୱାଲଙ୍କୁ ବାଲେଶ୍ୱର, ଭଦ୍ରକ ଓ ଯାଜପୁର ଜିଲ୍ଲାକୁ ବନ୍ୟାଞ୍ଚଳରେ ପୁନରୁଦ୍ଧାର ଓ ରିଲିଫ୍‌ କାର୍ଯ୍ୟର ତଦାରଖ କାର୍ଯ୍ୟ ପଠାଯାଇଛି । 
ଏହି ଅବସରରେ ଓସ୍‌ଡ଼ମାର କାର୍ଯ୍ୟନିର୍ବାହୀ ନିର୍ଦ୍ଦେଶକ  କମଳ ଲୋଚନ ମିଶ୍ର ଓ ଅତିରିକ୍ତ ରିଲିଫ୍‌ କମିଶନର ପଦ୍ମନାଭ ବେହେରାଙ୍କ ସମେତ ସ୍ୱତନ୍ତ୍ର ରିଲିଫ୍‌ କମିଶନରଙ୍କ କାର୍ଯ୍ୟାଳୟ ଓ ଓସ୍‌ଡମାର ବରିଷ୍ଠ ଅଧିକାରୀ ପ୍ରମୁଖ ଉପସ୍ଥିତ ଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବାଦପାଲି ଫୁଟବଲ ଟୁର୍ଣ୍ଣାମେଣ୍ଟରେ ତୁରୁମ ଦଳ ଚାମ୍ପିୟନ ଫାଇନାଲରେ ପତିକାରପାଲି ଦଳକୁ ହରାଇ ହାସଲ କଲା ବିଜୟ   19-Oct-2026
  ଜିଲ୍ଲା  
ସୁବର୍ଣ୍ଣପୁରରେ ମା’ ସୁରେଶ୍ୱରୀଙ୍କ ମହିଷାମର୍ଦ୍ଦିନୀ ବେଶ, ମା’ ଭଗବତୀ ଓ ଦୁର୍ଗାଦେବୀଙ୍କ ସିଦ୍ଧିଦାତ୍ରୀ ବେଶ   19-Oct-2026
  ଜିଲ୍ଲା  
*ପ୍ରଧାନ ଶିକ୍ଷୟତ୍ରୀ ସୁଭାଷିନୀ ନନ୍ଦ ଙ୍କ ବିୟୋଗ*- *ସୋନପୁର ଓ କଟକ ରେ ଶୋକ*- *ଅନ୍ତିମ ସଂସ୍କାର ରେ ଯୋଗ ଦେଲେ ଜଷ୍ଟିସ ଚିତ୍ତ ରଞ୍ଜନ ଦାଶ*-   19-Oct-2026
  ରାଜ୍ୟ  
ବାଗ୍ମୀ ବିଶ୍ୱନାଥ କରଙ୍କ ଶ୍ରାଦ୍ଧ ବାର୍ଷିକୀରେ ଶ୍ରଦ୍ଧା ସୁମନ ଅର୍ପଣ   19-Oct-2026
  ଜିଲ୍ଲା  
From Dussehra to Kumar Purnima: The Divine Continuum of Shakti, Prosperity and Knowledge in Odisha   19-Oct-2026
  ଜିଲ୍ଲା  
ବଲାଙ୍ଗିର ନାଗରିକ କମିଟୀ ର କାର୍ଯ୍ୟକାରୀ କମିଟୀ ବୈଠକ♦️ ଲୋୟର ସୁକତେଲରୁ କେନାଲ ଯୋଗେ ଜଳସେଚନ ପାଇଁ ଦାବୀ   19-Oct-2026
  ଜିଲ୍ଲା  
ଅତାବିରା ସାପ୍ତାହିକ ବଜାର ରେ ମାଁ ଜଗତଜନନୀଙ୍କ ପୂଜା,,,, ଲୋକକଳା ଓ ମନ୍ତ୍ରଧ୍ୱନିରେ କମ୍ପିଲା ୫୩ ନମ୍ବର ଜାତୀୟ ରାଜପଥ   18-Oct-2026
  ଜିଲ୍ଲା  
ପଦଯାତ୍ରା ସଫଳ ନେଇ ବିନିକା ବିଜେଡିର ପ୍ରସ୍ତୁତି   18-Oct-2026
  ମହାନଗର  
ପାଣ୍ଡରାରେ ଜମୁଛି ଶାରଦୀୟ ଦୁର୍ଗାପୂଜାର ଆସର♦️ ଆକର୍ଷଣୀୟ ତୋରଣ ଓ ରଙ୍ଗିନ ଆଲୋକମାଳାରେ ଝଲସୁଛି ଅଞ୍ଚଳ   18-Oct-2026
  ଜିଲ୍ଲା  
ଟିଟିଲାଗଡ ସ୍ୱାଧୀନପଡ଼ାର ୬୪ତମ ଦୁର୍ଗା ପୂଜା   18-Oct-2026
  ଜିଲ୍ଲା  
ଦେବୀ ମାହେଶ୍ୱରୀଙ୍କ ସ୍ନାନ ଯାତ୍ରା(କଳାହାଣ୍ଡିର ଘୁମୁରା ବାଦ୍ୟ ଓ କୁକିଆର ବାଡ଼ି ଖେଳରେ ଫୁଲମୁଠୀ ଗ୍ରାମ ପ୍ରକମ୍ବିତ)   18-Oct-2026
  ଜିଲ୍ଲା  
କେନ୍ଦ୍ରୀୟ ରଜକ ସେବା ସଂଘ ଦ୍ଵାରା ନୂତନ ରାଜ୍ୟପାଳ ଙ୍କୁ ଭୁବନେଶ୍ବର ରାଜଭବନରେ ଭବ୍ୟ ସ୍ଵାଗତ ସମ୍ବର୍ଦ୍ଧନା   18-Oct-2026

You Might Also Like