-+91-9937148622 |

prerana_bgr@rediffmail.com |

  Tuesday 20th October 2026 |

| | | |

R.N.I. Regd No. ODIODI/2010/46693

Breaking News

ବାଦପାଲି ଫୁଟବଲ ଟୁର୍ଣ୍ଣାମେଣ୍ଟରେ ତୁରୁମ ଦଳ ଚାମ୍ପିୟନ ଫାଇନାଲରେ ପତିକାରପାଲି ଦଳକୁ ହରାଇ ହାସଲ କଲା ବିଜୟ   (19-Oct-2026)       ||      ସୁବର୍ଣ୍ଣପୁରରେ ମା’ ସୁରେଶ୍ୱରୀଙ୍କ ମହିଷାମର୍ଦ୍ଦିନୀ ବେଶ, ମା’ ଭଗବତୀ ଓ ଦୁର୍ଗାଦେବୀଙ୍କ ସିଦ୍ଧିଦାତ୍ରୀ ବେଶ   (19-Oct-2026)       ||      *ପ୍ରଧାନ ଶିକ୍ଷୟତ୍ରୀ ସୁଭାଷିନୀ ନନ୍ଦ ଙ୍କ ବିୟୋଗ*- *ସୋନପୁର ଓ କଟକ ରେ ଶୋକ*- *ଅନ୍ତିମ ସଂସ୍କାର ରେ ଯୋଗ ଦେଲେ ଜଷ୍ଟିସ ଚିତ୍ତ ରଞ୍ଜନ ଦାଶ*-   (19-Oct-2026)       ||      ବାଗ୍ମୀ ବିଶ୍ୱନାଥ କରଙ୍କ ଶ୍ରାଦ୍ଧ ବାର୍ଷିକୀରେ ଶ୍ରଦ୍ଧା ସୁମନ ଅର୍ପଣ    (19-Oct-2026)       ||      From Dussehra to Kumar Purnima: The Divine Continuum of Shakti, Prosperity and Knowledge in Odisha   (19-Oct-2026)       ||      ବଲାଙ୍ଗିର ନାଗରିକ କମିଟୀ ର କାର୍ଯ୍ୟକାରୀ କମିଟୀ ବୈଠକ♦️ ଲୋୟର ସୁକତେଲରୁ କେନାଲ ଯୋଗେ ଜଳସେଚନ ପାଇଁ ଦାବୀ   (19-Oct-2026)       ||      ଅତାବିରା ସାପ୍ତାହିକ ବଜାର ରେ ମାଁ ଜଗତଜନନୀଙ୍କ ପୂଜା,,,, ଲୋକକଳା ଓ ମନ୍ତ୍ରଧ୍ୱନିରେ କମ୍ପିଲା ୫୩ ନମ୍ବର ଜାତୀୟ ରାଜପଥ   (18-Oct-2026)       ||      ପଦଯାତ୍ରା ସଫଳ ନେଇ ବିନିକା ବିଜେଡିର ପ୍ରସ୍ତୁତି   (18-Oct-2026)       ||      ପାଣ୍ଡରାରେ ଜମୁଛି ଶାରଦୀୟ ଦୁର୍ଗାପୂଜାର ଆସର♦️ ଆକର୍ଷଣୀୟ ତୋରଣ ଓ ରଙ୍ଗିନ ଆଲୋକମାଳାରେ ଝଲସୁଛି ଅଞ୍ଚଳ   (18-Oct-2026)       ||      ଟିଟିଲାଗଡ ସ୍ୱାଧୀନପଡ଼ାର ୬୪ତମ ଦୁର୍ଗା ପୂଜା    (18-Oct-2026)       ||      ଦେବୀ ମାହେଶ୍ୱରୀଙ୍କ ସ୍ନାନ ଯାତ୍ରା(କଳାହାଣ୍ଡିର ଘୁମୁରା ବାଦ୍ୟ ଓ କୁକିଆର ବାଡ଼ି ଖେଳରେ ଫୁଲମୁଠୀ ଗ୍ରାମ ପ୍ରକମ୍ବିତ)   (18-Oct-2026)       ||      କେନ୍ଦ୍ରୀୟ ରଜକ ସେବା ସଂଘ ଦ୍ଵାରା ନୂତନ ରାଜ୍ୟପାଳ ଙ୍କୁ ଭୁବନେଶ୍ବର ରାଜଭବନରେ ଭବ୍ୟ ସ୍ଵାଗତ ସମ୍ବର୍ଦ୍ଧନା    (18-Oct-2026)       ||      ବ୍ରଜମୋହନ ରାମ ଓଡ଼ିଶାର ରାଜ୍ୟପାଳ ଭାବେ ଶପଥ ଗ୍ରହଣ କଲେ   (18-Oct-2026)       ||      ବଲାଙ୍ଗୀର ଦିନ୍ ଆୟୋଜକ କମିଟିର ସାମ୍ବାଦିକ ସମ୍ବିଳନୀ.. ୨୪ରୁ ୩୦ ତାରିଖ ପର୍ଯ୍ୟନ୍ତ ବିଭିନ୍ନ କାର୍ଯ୍ୟକ୍ରମ   (18-Oct-2026)       ||      *ବ୍ରାହ୍ମଣଙ୍କୁ ଅଶାଳୀନ ମନ୍ତବ୍ୟ* *ଶିକ୍ଷକ ଅରବିନ୍ଦ ରଣାଙ୍କୁ ତୁରନ୍ତ ଗିରଫ ଦାବୀରେ ଏସପି ଙ୍କୁ ସ୍ମାରକ ପତ୍ର ପ୍ରଦାନ*   (18-Oct-2026)       ||      *ସୋନପୁର ବ୍ଲକ ଛକ ଦୁର୍ଗା ପୂଜା ପାଇଁ ସାମ୍ୱାଦିକ ସମ୍ମିଳନୀ*- *ଏବର୍ଷ ପୂଜା ର ବଜେଟ ୨୭ଲକ୍ଷ*   (18-Oct-2026)       ||      ଭାଇ ଜିଉଁତିଆ: ଭାଇ-ଭଉଣୀର ପବିତ୍ର ବନ୍ଧନର ପର୍ବ   (18-Oct-2026)       ||      ନିଜ ପଦ ପର୍ଯ୍ୟାଦା ର ଗାରିମା ରଖନ୍ତୁ ନବ ନିଯୁକ୍ତ ରାଜ୍ୟପାଳ   (18-Oct-2026)       ||      ସୁବର୍ଣ୍ଣପୁରରେ ତିନି ଦେବୀଙ୍କ ମହାଗୌରୀ ବେଶ ପବିତ୍ରତା ଓ ଶାନ୍ତିର ଦିବ୍ୟ ସ୍ୱରୂପ   (18-Oct-2026)       ||      ବିଜୟପଲ୍ଲୀ ଶ୍ରୀ ଜଗନ୍ନାଥ ସଂସ୍କୃତ ମହାବିଦ୍ୟାଳୟରେ ଏବିଭିପିର ବିପୁଳ ବିଜୟ   (18-Oct-2026)       ||     

HOME   ଜିଲ୍ଲା

ଯୁବ ରେଡକ୍ରସ ର ନବରଙ୍ଗପୁର ଜିଲ୍ଲା ସ୍ତରୀୟ କାର୍ଯ୍ୟକାରିଣୀ ବୈଠକ- ୨୦୨୫ ଅନୁଷ୍ଠିତ

30-Jul-2025



(ମିହିର ଶଙ୍କର ପାତ୍ର,)
 ରେଡକ୍ରସ ଓଡ଼ିଶା ରାଜ୍ୟ ଶାଖା, ଭୁବନେଶ୍ୱର ଙ୍କ ନିର୍ଦ୍ଦେଶ କ୍ରମେ ନବରଙ୍ଗପୁର ମହାବିଦ୍ୟାଳୟ ଠାରେ ଯୁବ ରେଡକ୍ରସ ର ଜିଲ୍ଲା ସ୍ତରୀୟ ବୈଠକ ଆୟୋଜିତ ହୋଇ ଯାଇଛି। ଜିଲ୍ଲା ର ୫୨ ଗୋଟି ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଏବଂ ୧୯ ଗୋଟି ସ୍ନାତକ ମହାବିଦ୍ୟାଳୟ ରୁ ପ୍ରାୟ ସତୁରି ଜଣ ଅଧ୍ୟକ୍ଷ ଓ କାଉନସିଲର ମାନେ ଯୋଗ ଦେଇଥିଲେ। ମହାବିଦ୍ୟାଳୟ ଅଧ୍ୟକ୍ଷ ତଥା ଯୁବ ରେଡକ୍ରସ ର ଜିଲ୍ଲା ଚେୟାରମେନ ଶ୍ରୀ ଡି. ଗୋବିନ୍ଦା ରାଓ ଙ୍କ ସଭାପତିତ୍ବରେ ମୁଖ୍ୟ ଅତିଥି ଭାବରେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀଯୁକ୍ତ ତପନ କୁମାର ଖୁଣ୍ଟିଆ ଯୋଗଦେଇ କାଉନସିଲର ମାନଙ୍କୁ ଯୁବ ରେଡକ୍ରସ ନିଶ୍ଚିତ ସମାଜ ସେବା ଆଡ଼କୁ ନେବା ସହ ଜିଲ୍ଲା ରେ ରକ୍ତଦାନ , ବୃକ୍ଷ ରୋପଣ କୁ ପ୍ରୋତ୍ସାହନ ଦେବାସହ ସମାଜ ସେବାରେ ଯୁବ ସମାଜ ଆଗେଇ ଆସିବାକୁ ଆହ୍ବାନ ଦେଇଥିଲେ। ସେ ପଚିଶି ପ୍ରକାର ବରଗଛ କୁ ବୋନସାଇ ମାଧ୍ୟମରେ ଚାରା କରିଥିବା ପ୍ରକାଶ କରିଥିଲେ। ରେଡକ୍ରସ୍ ର ଆଜୀବନ ସଦସ୍ୟ ତଥା ସମାଜସେବୀ ଶ୍ରୀ ଜଗନ୍ନାଥ ମହାପାତ୍ର ସ୍ୱତନ୍ତ୍ର ଅତିଥି ଭାବେ ଯୋଗ ଦେଇ  କଲେଜ ସ୍ତରରେ ସମାଜ ସେବାରେ ରେଡ଼କ୍ରସ ର ଭୂମିକା ଉପରେ ଦିଗଦର୍ଶନ ଦେବା ସହ ସମାଜ ସେବା ପାଇଁ ସମସ୍ତ ପ୍ରକାର ସହଯୋଗ ସବୁବେଳେ ଯୋଗାଇ ଦିଆଯିବ ବୋଲି ପ୍ରତିଶ୍ରୁତି ଦେଇଥିଲେ । ବିଦ୍ୟାର୍ଥୀ କଲେଜ ର ପରିଚାଳକ ଶ୍ରୀ ସତ୍ୟ ନାୟକ ଅତିଥି ଭାବେ ଯୋଗ ଦେଇ ରେଡକ୍ରସ ପାଇଁ ସମସ୍ତ ପ୍ରକାର ସହଯୋଗ ଦେବାର ପ୍ରତିଶ୍ରୁତି ଦେଇଥିଲେ। ଅଧ୍ୟକ୍ଷ ଶ୍ରୀ ଡି. ଗୋବିନ୍ଦା ରାଓ ପାଠପଢ଼ା ସହ ଛାତ୍ର ଛାତ୍ରୀଙ୍କୁ ବିଭିନ୍ନ କ୍ଷେତ୍ରରେ ବିକାଶ କରିବାରେ କାଉନସିଲର ମାନଙ୍କର ଭୂମିକା କୁ ପ୍ରଶଂସା କରିବା ସହ ରେଡ଼କ୍ରସ  ଏକ ଉଚିତ୍ ମାଧ୍ୟମ ବୋଲି ପ୍ରକାଶ କରିଥିଲେ।

ଅନ୍ୟତମ ଅତିଥି ଅବସର ପ୍ରାପ୍ତ ଅଧ୍ୟାପକ ଶ୍ରୀ ରଞ୍ଜନ ସ୍ୱାଇଁ ଅବସର ପରେ ମଧ୍ୟ ଆହୁରି କୋଡ଼ିଏ ବର୍ଷ ପର୍ଯ୍ୟନ୍ତ ସମାଜ ସେବା କରିବାର ପ୍ରତିଶୃତି ଦେଇଥିଲେ।ଅତିଥି ମାନେ ସମଗ୍ର ଜିଲ୍ଲା ପାଇଁ "ପ୍ରତି ଅନୁଷ୍ଠାନ ରେ ଗୋଟିଏ ବରଗଛ ଅଭିଯାନ" ପ୍ରକଳ୍ପର ଉଦଘାଟନ କରିବା ସହିତ ସାଙ୍କେତିକ ଭାବରେ ବାର ଗୋଟି ବରଗଛ ଜିଲ୍ଲା ର ୧୦ ଗୋଟି ବ୍ଲକ ଓ ଦୁଇଟି ପୌର ପାଳିକା ର ବଛା ବଛା ଅନୁଷ୍ଠାନ କୁ ବରଗଛ ଉପହାର ଦିଆଯାଇଥିଲା। ଶ୍ରୀ ତପନ ବିଷୋୟୀ ଙ୍କୁ ଜିଲ୍ଲା ରେ ବହୁ ସଂଖ୍ୟକ ବରଗଛ ଲଗାଇଥିବାରୁ ସ୍ଵତନ୍ତ୍ର ଭାବେ ସମ୍ମାନିତ କରାଯିବା ସହିତ ବିଶିଷ୍ଟ ସମାଜ ସେବୀ ଶ୍ରୀ ଜଗନ୍ନାଥ ମହାପାତ୍ର ଙ୍କୁ ରେଡକ୍ରସ ର ଜୀବନ ବ୍ୟାପୀ ସଦସ୍ୟତା ସହ ସମାଜ ସେବା ପାଇଁ ସମର୍ପିତ ମନୋଭାବ ପାଇଁ ସମ୍ମାନିତ କରାଯାଇଥିଲା । ରେଡକ୍ରସର ରାଜ୍ୟ ସ୍ତରୀୟ ପ୍ରତିଯୋଗିତାରେ ରେ ସ୍ବେଚ୍ଛାସେବୀ କୁମାରୀ ବିଶ୍ଵଜିତା ଗରଡ଼ା ଓ କୁମାରୀ ଅଭିଲିପସା ରଥ ଯଥାକ୍ରମେ ରଚନା ଲିଖନ ଓ ଚିତ୍ରାଙ୍କନ ପ୍ରତିଯୋଗିତାରେ ପ୍ରଥମ ସ୍ଥାନ ଅଧିକାର କରିଥିବାରୁ ସେମାନଙ୍କୁ ସ୍ଵତନ୍ତ୍ର ଭାବେ ସମ୍ମାନିତ କରଯାଇଥିଲା।ରେଡକ୍ରସ ଆନ୍ଦୋଳନ କୁ ଆହୁରି ତୀବ୍ର କରିବା ପାଇଁ ରେଡ଼କ୍ରସ ଜିଲ୍ଲା ଆବାହକ ଦିଲ୍ଲୀପ କୁମାର ହୋତା ଆହ୍ବାନ କରିଥିଲେ। କଲେଜ ସ୍ତରରେ ରେଡକ୍ରସ କୁ ସକ୍ରିୟ କରିବା ସହ ଆଗାମୀ ଦିନରେ ଯୁବ ରେଡକ୍ରସ ର ବିଭିନ୍ନ କାର୍ଯ୍ୟକ୍ରମ ବିଷୟରେ ରେଡ଼କ୍ରସ ଜିଲ୍ଲା ସଂଯୋଜକ ଅଖିଳ କୁମାର ଭଟ୍ଟ ସୂଚନା ଦେଇଥିଲେ । ବିଭିନ୍ନ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଓ ମହାବିଦ୍ୟାଳୟ ରୁ ଆସିଥିବା ଅଧ୍ୟକ୍ଷ ଓ କାଉନସିଲର ମାନେ ନିଜ ନିଜ ବକ୍ତବ୍ୟ ରଖିଥିଲେ।ସମଗ୍ର କାର୍ଯକ୍ରମ କୁ ବିଭିନ୍ନ ବିଭାଗ କୁ ସଂଯୋଜନା କରିଥିଲେ ଅଧ୍ୟାପକ ଶ୍ରୀ ଶମ୍ଭୁ ପ୍ରାସାଦ ହୋତ୍ତା । ବିଭିନ୍ନ ବିଭାଗର ପ୍ରମୁଖ ଦାୟିତ୍ବରେ ଥିଲେ ଯୁବ କାଉନସିଲର ଅଧ୍ୟାପିକା ରଜନୀ ମିଞ୍ଜ, ନିର୍ମଳା ହିକିକା । ଶ୍ରୀ ଆଶୋକ ପାତ୍ର ସ୍ଵାଗତ ସଙ୍ଗୀତ ପରିବେଷଣ କରିଥିଲେ । କାଉନସିଲର ଅଧ୍ୟାପିକା ରଜନୀ ମିଞ୍ଜ ମାନପତ୍ର ପାଠ କରିବା ସହ ଆଦର୍ଶ ମହାବିଦ୍ୟାଳୟ ନବରଙ୍ଗପୁର ର କାଉନସିଲର ଡଃ ସଂଯୁକ୍ତା ନାୟକ ଧନ୍ୟବାଦ ଅର୍ପଣ କରିଥିଲେ। ସର୍ବୋପରି ପ୍ରାୟ ସତୁରି ସଭ୍ୟ ସଭ୍ୟା ଙ୍କୁ ନେଇ ଅନୁଷ୍ଠିତ ଉତ୍ସବ ରେ ଅନେକ ଗୁଡ଼ିଏ ପ୍ରସ୍ତାବକୁ ବିଚାରକୁ ନିଆଯାଇଥିଲା।


News Comment




Photo in News

Advertisment
Lastest News
  ଜିଲ୍ଲା  
ବାଦପାଲି ଫୁଟବଲ ଟୁର୍ଣ୍ଣାମେଣ୍ଟରେ ତୁରୁମ ଦଳ ଚାମ୍ପିୟନ ଫାଇନାଲରେ ପତିକାରପାଲି ଦଳକୁ ହରାଇ ହାସଲ କଲା ବିଜୟ   19-Oct-2026
  ଜିଲ୍ଲା  
ସୁବର୍ଣ୍ଣପୁରରେ ମା’ ସୁରେଶ୍ୱରୀଙ୍କ ମହିଷାମର୍ଦ୍ଦିନୀ ବେଶ, ମା’ ଭଗବତୀ ଓ ଦୁର୍ଗାଦେବୀଙ୍କ ସିଦ୍ଧିଦାତ୍ରୀ ବେଶ   19-Oct-2026
  ଜିଲ୍ଲା  
*ପ୍ରଧାନ ଶିକ୍ଷୟତ୍ରୀ ସୁଭାଷିନୀ ନନ୍ଦ ଙ୍କ ବିୟୋଗ*- *ସୋନପୁର ଓ କଟକ ରେ ଶୋକ*- *ଅନ୍ତିମ ସଂସ୍କାର ରେ ଯୋଗ ଦେଲେ ଜଷ୍ଟିସ ଚିତ୍ତ ରଞ୍ଜନ ଦାଶ*-   19-Oct-2026
  ରାଜ୍ୟ  
ବାଗ୍ମୀ ବିଶ୍ୱନାଥ କରଙ୍କ ଶ୍ରାଦ୍ଧ ବାର୍ଷିକୀରେ ଶ୍ରଦ୍ଧା ସୁମନ ଅର୍ପଣ   19-Oct-2026
  ଜିଲ୍ଲା  
From Dussehra to Kumar Purnima: The Divine Continuum of Shakti, Prosperity and Knowledge in Odisha   19-Oct-2026
  ଜିଲ୍ଲା  
ବଲାଙ୍ଗିର ନାଗରିକ କମିଟୀ ର କାର୍ଯ୍ୟକାରୀ କମିଟୀ ବୈଠକ♦️ ଲୋୟର ସୁକତେଲରୁ କେନାଲ ଯୋଗେ ଜଳସେଚନ ପାଇଁ ଦାବୀ   19-Oct-2026
  ଜିଲ୍ଲା  
ଅତାବିରା ସାପ୍ତାହିକ ବଜାର ରେ ମାଁ ଜଗତଜନନୀଙ୍କ ପୂଜା,,,, ଲୋକକଳା ଓ ମନ୍ତ୍ରଧ୍ୱନିରେ କମ୍ପିଲା ୫୩ ନମ୍ବର ଜାତୀୟ ରାଜପଥ   18-Oct-2026
  ଜିଲ୍ଲା  
ପଦଯାତ୍ରା ସଫଳ ନେଇ ବିନିକା ବିଜେଡିର ପ୍ରସ୍ତୁତି   18-Oct-2026
  ମହାନଗର  
ପାଣ୍ଡରାରେ ଜମୁଛି ଶାରଦୀୟ ଦୁର୍ଗାପୂଜାର ଆସର♦️ ଆକର୍ଷଣୀୟ ତୋରଣ ଓ ରଙ୍ଗିନ ଆଲୋକମାଳାରେ ଝଲସୁଛି ଅଞ୍ଚଳ   18-Oct-2026
  ଜିଲ୍ଲା  
ଟିଟିଲାଗଡ ସ୍ୱାଧୀନପଡ଼ାର ୬୪ତମ ଦୁର୍ଗା ପୂଜା   18-Oct-2026
  ଜିଲ୍ଲା  
ଦେବୀ ମାହେଶ୍ୱରୀଙ୍କ ସ୍ନାନ ଯାତ୍ରା(କଳାହାଣ୍ଡିର ଘୁମୁରା ବାଦ୍ୟ ଓ କୁକିଆର ବାଡ଼ି ଖେଳରେ ଫୁଲମୁଠୀ ଗ୍ରାମ ପ୍ରକମ୍ବିତ)   18-Oct-2026
  ଜିଲ୍ଲା  
କେନ୍ଦ୍ରୀୟ ରଜକ ସେବା ସଂଘ ଦ୍ଵାରା ନୂତନ ରାଜ୍ୟପାଳ ଙ୍କୁ ଭୁବନେଶ୍ବର ରାଜଭବନରେ ଭବ୍ୟ ସ୍ଵାଗତ ସମ୍ବର୍ଦ୍ଧନା   18-Oct-2026

You Might Also Like