-+91-9937148622 |

prerana_bgr@rediffmail.com |

  Tuesday 20th October 2026 |

| | | |

R.N.I. Regd No. ODIODI/2010/46693

Breaking News

ବାଦପାଲି ଫୁଟବଲ ଟୁର୍ଣ୍ଣାମେଣ୍ଟରେ ତୁରୁମ ଦଳ ଚାମ୍ପିୟନ ଫାଇନାଲରେ ପତିକାରପାଲି ଦଳକୁ ହରାଇ ହାସଲ କଲା ବିଜୟ   (19-Oct-2026)       ||      ସୁବର୍ଣ୍ଣପୁରରେ ମା’ ସୁରେଶ୍ୱରୀଙ୍କ ମହିଷାମର୍ଦ୍ଦିନୀ ବେଶ, ମା’ ଭଗବତୀ ଓ ଦୁର୍ଗାଦେବୀଙ୍କ ସିଦ୍ଧିଦାତ୍ରୀ ବେଶ   (19-Oct-2026)       ||      *ପ୍ରଧାନ ଶିକ୍ଷୟତ୍ରୀ ସୁଭାଷିନୀ ନନ୍ଦ ଙ୍କ ବିୟୋଗ*- *ସୋନପୁର ଓ କଟକ ରେ ଶୋକ*- *ଅନ୍ତିମ ସଂସ୍କାର ରେ ଯୋଗ ଦେଲେ ଜଷ୍ଟିସ ଚିତ୍ତ ରଞ୍ଜନ ଦାଶ*-   (19-Oct-2026)       ||      ବାଗ୍ମୀ ବିଶ୍ୱନାଥ କରଙ୍କ ଶ୍ରାଦ୍ଧ ବାର୍ଷିକୀରେ ଶ୍ରଦ୍ଧା ସୁମନ ଅର୍ପଣ    (19-Oct-2026)       ||      From Dussehra to Kumar Purnima: The Divine Continuum of Shakti, Prosperity and Knowledge in Odisha   (19-Oct-2026)       ||      ବଲାଙ୍ଗିର ନାଗରିକ କମିଟୀ ର କାର୍ଯ୍ୟକାରୀ କମିଟୀ ବୈଠକ♦️ ଲୋୟର ସୁକତେଲରୁ କେନାଲ ଯୋଗେ ଜଳସେଚନ ପାଇଁ ଦାବୀ   (19-Oct-2026)       ||      ଅତାବିରା ସାପ୍ତାହିକ ବଜାର ରେ ମାଁ ଜଗତଜନନୀଙ୍କ ପୂଜା,,,, ଲୋକକଳା ଓ ମନ୍ତ୍ରଧ୍ୱନିରେ କମ୍ପିଲା ୫୩ ନମ୍ବର ଜାତୀୟ ରାଜପଥ   (18-Oct-2026)       ||      ପଦଯାତ୍ରା ସଫଳ ନେଇ ବିନିକା ବିଜେଡିର ପ୍ରସ୍ତୁତି   (18-Oct-2026)       ||      ପାଣ୍ଡରାରେ ଜମୁଛି ଶାରଦୀୟ ଦୁର୍ଗାପୂଜାର ଆସର♦️ ଆକର୍ଷଣୀୟ ତୋରଣ ଓ ରଙ୍ଗିନ ଆଲୋକମାଳାରେ ଝଲସୁଛି ଅଞ୍ଚଳ   (18-Oct-2026)       ||      ଟିଟିଲାଗଡ ସ୍ୱାଧୀନପଡ଼ାର ୬୪ତମ ଦୁର୍ଗା ପୂଜା    (18-Oct-2026)       ||      ଦେବୀ ମାହେଶ୍ୱରୀଙ୍କ ସ୍ନାନ ଯାତ୍ରା(କଳାହାଣ୍ଡିର ଘୁମୁରା ବାଦ୍ୟ ଓ କୁକିଆର ବାଡ଼ି ଖେଳରେ ଫୁଲମୁଠୀ ଗ୍ରାମ ପ୍ରକମ୍ବିତ)   (18-Oct-2026)       ||      କେନ୍ଦ୍ରୀୟ ରଜକ ସେବା ସଂଘ ଦ୍ଵାରା ନୂତନ ରାଜ୍ୟପାଳ ଙ୍କୁ ଭୁବନେଶ୍ବର ରାଜଭବନରେ ଭବ୍ୟ ସ୍ଵାଗତ ସମ୍ବର୍ଦ୍ଧନା    (18-Oct-2026)       ||      ବ୍ରଜମୋହନ ରାମ ଓଡ଼ିଶାର ରାଜ୍ୟପାଳ ଭାବେ ଶପଥ ଗ୍ରହଣ କଲେ   (18-Oct-2026)       ||      ବଲାଙ୍ଗୀର ଦିନ୍ ଆୟୋଜକ କମିଟିର ସାମ୍ବାଦିକ ସମ୍ବିଳନୀ.. ୨୪ରୁ ୩୦ ତାରିଖ ପର୍ଯ୍ୟନ୍ତ ବିଭିନ୍ନ କାର୍ଯ୍ୟକ୍ରମ   (18-Oct-2026)       ||      *ବ୍ରାହ୍ମଣଙ୍କୁ ଅଶାଳୀନ ମନ୍ତବ୍ୟ* *ଶିକ୍ଷକ ଅରବିନ୍ଦ ରଣାଙ୍କୁ ତୁରନ୍ତ ଗିରଫ ଦାବୀରେ ଏସପି ଙ୍କୁ ସ୍ମାରକ ପତ୍ର ପ୍ରଦାନ*   (18-Oct-2026)       ||      *ସୋନପୁର ବ୍ଲକ ଛକ ଦୁର୍ଗା ପୂଜା ପାଇଁ ସାମ୍ୱାଦିକ ସମ୍ମିଳନୀ*- *ଏବର୍ଷ ପୂଜା ର ବଜେଟ ୨୭ଲକ୍ଷ*   (18-Oct-2026)       ||      ଭାଇ ଜିଉଁତିଆ: ଭାଇ-ଭଉଣୀର ପବିତ୍ର ବନ୍ଧନର ପର୍ବ   (18-Oct-2026)       ||      ନିଜ ପଦ ପର୍ଯ୍ୟାଦା ର ଗାରିମା ରଖନ୍ତୁ ନବ ନିଯୁକ୍ତ ରାଜ୍ୟପାଳ   (18-Oct-2026)       ||      ସୁବର୍ଣ୍ଣପୁରରେ ତିନି ଦେବୀଙ୍କ ମହାଗୌରୀ ବେଶ ପବିତ୍ରତା ଓ ଶାନ୍ତିର ଦିବ୍ୟ ସ୍ୱରୂପ   (18-Oct-2026)       ||      ବିଜୟପଲ୍ଲୀ ଶ୍ରୀ ଜଗନ୍ନାଥ ସଂସ୍କୃତ ମହାବିଦ୍ୟାଳୟରେ ଏବିଭିପିର ବିପୁଳ ବିଜୟ   (18-Oct-2026)       ||     

HOME   ରାଜ୍ୟ

ଶିଶୁ ବିକାଶ ପ୍ରକଳ୍ପ ଅଧିକାରୀଙ୍କ ଦକ୍ଷତା ବିକାଶ କର୍ମଶାଳା ଅନୁଷ୍ଠିତ ଅଗଷ୍ଟ ୧ ରୁ ୧୫ ଯାଏଁ “ଆସ ଯିବା ଅଙ୍ଗନବାଡି” ଅଭିଯାନ ଲୋକାର୍ପଣ ହେଲା ଅଙ୍ଗନବାଡି ଭିତ୍ତିଭୂମି ବିକାଶ ପାଇଁ ଇନଫ୍ରା ଆପ୍ – “ୱସମ”

30-Jul-2025



ତୃଣମୂଳସ୍ତରରେ ସିଡିପିଓମାନଙ୍କ ଦକ୍ଷତା ହିଁ ଆମର ଶକ୍ତି : ଉପ-ମୁଖ୍ୟମନ୍ତ୍ରୀ ଶ୍ରୀମତୀ ପରିଡା 

ଭୁବନେଶ୍ୱର(ପ୍ରେରଣା ଖବର): ତୃଣମୂଳସ୍ତରରେ ସିଡିପିଓ ମାନଙ୍କ ଦକ୍ଷତା ହିଁ ଆମର ଶକ୍ତି । ବିକଶିତ ଓଡ଼ିଶା ୨୦୩୬ରେ ଓଡ଼ିଶାକୁ ଏକ ଅପପୁଷ୍ଟି ମୁକ୍ତ ରାଜ୍ୟରେ ପରିଣିତ କରିବା ହେଉଛି ଆମର ଲକ୍ଷ୍ୟ । ଏହି ଲକ୍ଷ୍ୟ ପୂରଣ ଦିଗରେ ଶିଶୁ ପ୍ରକଳ୍ପ ଅଧିକାରୀମାନଙ୍କ ଭୂମିକା ଅତ୍ୟନ୍ତ ଗୁରୁତ୍ଵପୂର୍ଣ୍ଣ ବୋଲି ଉପମୁଖ୍ୟମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡା ମତବ୍ୟକ୍ତ କରିଛନ୍ତି । ଆଜି ଲୋକସେବା ଭବନ ସମ୍ମେଳନ କକ୍ଷରେ ଶିଶୁ ବିକାଶ ପ୍ରକଳ୍ପ ଅଧିକାରୀ(ସିଡିପିଓ)ମାନଙ୍କ ନିମନ୍ତେ ଏକଦିବସୀୟ ଦକ୍ଷତା ବିକାଶ କର୍ମଶାଳା ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମର ଉଦଘାଟନ  ଅବସରରେ  ଉପ-ମୁଖ୍ୟମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡା ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଶିଶୁ ବିକାଶ ପ୍ରକଳ୍ପ ଅଧିକାରୀମାନଙ୍କୁ ସୁଭଦ୍ରା ସଫଳତାର ଶ୍ରେୟ ଦେବା ସହ ରାଜ୍ୟରେ ମହିଳା ନେତୃତ୍ଵାଧୀନ ବିକାଶକୁ ତ୍ଵରାନିତ କରିବାକୁ ସେମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି । ଅଙ୍ଗନବାଡିର ଭିତ୍ତିଭୂମିକୁ ସୁଦୃଢ କରିବା ସହ ନିର୍ମାଣ କାର୍ଯ୍ୟକୁ ତଦାରଖ କରିବା ପାଇଁ ଉପ-ମୁଖ୍ୟମନ୍ତ୍ରୀ ଶ୍ରୀମତୀ ପରିଡା ଇନଫ୍ରା ଆପ-“ୱସମ”(ଅଙ୍ଗନବାଡି ୱେଲଫେୟର ଆଣ୍ଡ ସର୍ଭିସ ଓଭରସାଇଟ ମନିଟରିଙ୍ଗ ଏଭରିହୋୟାର) କୁ ଲୋକର୍ପଣ କରିଛନ୍ତି । ଅଙ୍ଗନବାଡି ପରିସରରେ ସ୍ଵଚ୍ଛତା ଓ ପରିଷ୍କାର ପରିଚ୍ଛନ୍ନତାକୁ ଗୁରୁତ୍ୱ ଦେବାକୁ ସେ ପରାମର୍ଶ ଦେଇଛନ୍ତି । ଆସନ୍ତା ବିଶ୍ଵ ସ୍ତନ୍ୟପାନ ସପ୍ତାହ ଅଗଷ୍ଟ ୧ ରୁ ୭ ତାରିଖରୁ ଉପ ମୁଖ୍ୟମନ୍ତ୍ରୀ ଶ୍ରୀମତୀ ପରିଡା  “ଆସ ଯିବା ଅଙ୍ଗନବାଡି” ଅଭିଯାନ ଆରମ୍ଭ କରିଛନ୍ତି । ଏହି ଅଭିଯାନରେ ରାଜ୍ୟବାସୀମାନେ ଅଙ୍ଗନବାଡି କେନ୍ଦ୍ରକୁ ପରିଦର୍ଶନ କରି ଅଙ୍ଗନବାଡିର ଭିତ୍ତିଭୂମି, ସ୍ଵଚ୍ଛତା ଓ କାର୍ଯ୍ୟଶୈଳୀ ଉପରେ ନିଜର ମତାମତ ରଖିବେ । ସେହି ମତାମତକୁ ଦୃଷ୍ଟିରେ ରଖି ଅଙ୍ଗନବାଡିର କାର୍ଯ୍ୟାନ୍ଵୟନ ନିର୍ଦ୍ଧାରିତ କରାଯିବ ବୋଲି ଶ୍ରୀମତୀ ପରିଡା ଦୃଢ ମତ ରଖିଛନ୍ତି ।  
ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଶାସନ ସଚିବ ଶ୍ରୀ ମନୋଜ ଆହୁଜା ଓ ମହିଳା ଓ ଶିଶୁ ବିକାଶ ବିଭାଗ ପ୍ରମୁଖ ଶାସନ ସଚିବ ଶ୍ରୀମତୀ ଶୁଭା ଶର୍ମା, ବିଭାଗୀୟ ନିର୍ଦ୍ଦେଶିକା ମୋନିଷା ବାନାର୍ଜୀ ଓ ବିଭାଗୀୟ ଅଧିକାରୀବୃନ୍ଦ ଉପସ୍ଥିତ ଥିଲେ ।  ସମସ୍ତ ଜିଲ୍ଲାରୁ ଆସିଥିବା ୪୦୦ରୁ ଅଧିକ ଶିଶୁ ବିକାଶ ପ୍ରକଳ୍ପ ଅଧିକାରୀ ଓ ପ୍ରକଳ୍ପ ଅଧିକାରୀ, ଜିଲ୍ଲା ସମାଜ କଲ୍ୟାଣ ଅଧିକାରୀବୃନ୍ଦ  ଏହି କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରିଥିଲେ । 
ଏହି କାର୍ଯ୍ୟକ୍ରମରେ ଶ୍ରୀ ମନୋଜ ଆହୁଜା ଉପସ୍ଥିତ ରହି ସିଡିପିଓମାନଙ୍କୁ ଜନକେନ୍ଦ୍ରିକ ଆଭିମୁଖ୍ୟ ନେଇ କାର୍ଯ୍ୟ କରିବାକୁ ପରାମର୍ଶ ଦେଇଛନ୍ତି । ଭିଜନ ଓଡ଼ିଶା ଦସ୍ତାବିଜରେ ମହିଳା ଓ ଶିଶୁମାନଙ୍କ ପୋଷଣ, ସ୍ୱାସ୍ଥ୍ୟ ଓ ଶିଶୁମାନଙ୍କ ପ୍ରାରମ୍ଭିକ ଶିକ୍ଷାର ଏକ ପ୍ରମୁଖ ଭୂମିକା ରହିଛି ବୋଲି ସେ ମତ ପ୍ରକାଶ କରିଛନ୍ତି । 
ଏହି କାର୍ଯ୍ୟକ୍ରମରେ ମହିଳା ଓ ଶିଶୁ ବିକାଶ ପ୍ରମୁଖ ଶାସନ ସଚିବ ଶ୍ରୀମତୀ ଶୁଭା ଶର୍ମା ତାଙ୍କ ସ୍ଵାଗତ ଅଭିଭାଷଣରେ ପ୍ରଶିକ୍ଷଣର ଲକ୍ଷ୍ୟ ଓ ଆଭିମୁଖ୍ୟ ବିଷୟରେ ଆଲୋଚନା କରିଥିଲେ  ।  
ଏହି କାର୍ଯ୍ୟକ୍ରମରେ ସମନ୍ଵିତ ଶିଶୁ ବିକାଶ ପ୍ରକଳ୍ପ କାର୍ଯ୍ୟକର୍ତ୍ତାଙ୍କ ତାଲିମ ବ୍ୟବସ୍ଥାକୁ ସୁଦୃଢ କରିବା ଉଦ୍ଦେଶ୍ୟରେ ମହିଳା ଓ  ଶିଶୁ ବିକାଶ ବିଭାଗ, ନ୍ୟାସନାଲ ଇନଷ୍ଟିଚ୍ୟୁଟ ଅଫ ପବ୍ଲିକ କୋପରେସନ ଆଣ୍ଡ ଚାଇଲ୍ଡ ଡେଭଲପମେଣ୍ଟ(ଏନଆଇପିସିସିଡ଼ି) ମଧ୍ୟରେ ଏକ ବୁଝାମଣା ପତ୍ର ମଧ୍ୟ ସ୍ଵାକ୍ଷରିତ ହୋଇଯାଇଛି । ଏହି ବୁଝାମଣାପତ୍ର ଓଡ଼ିଶାରେ ସମନ୍ଵିତ ଶିଶୁ ବିକାଶ ପ୍ରକଳ୍ପ ଅଧିକାରୀ ଏବଂ କର୍ମଚାରୀଙ୍କ ନିୟମିତ ତାଲିମ, ଦକ୍ଷତା ଓ ଜ୍ଞାନ ବୃଦ୍ଧି

କରିବାରେ ସହାୟକ ହେବ ବୋଲି  ଏନଆଇପିସିସିଡ଼ିର ଅତିରିକ୍ତ ନିର୍ଦ୍ଦେଶକ ଶ୍ରୀମତୀ ସଂଘମିତ୍ରା ବାରିକ ମତ ପ୍ରକାଶ କରିଛନ୍ତି । 
ଏହି କାର୍ଯ୍ୟକ୍ରମରେ ପ୍ରଥମ ଅଧିବେଶନରେ ବିତ୍ତ ପରାମର୍ଶଦାତା ଓ ସ୍ୱତନ୍ତ୍ର ସଚିବ ଶ୍ରୀମତୀ ଏଲୋରା ମହାନ୍ତି ସିଡିପିଓମାନଙ୍କ ଭୂମିକା ଓ ଡିଡିଓ ହିସାବରେ ସେମାନଙ୍କ ଦାୟିତ୍ଵ ଓ ପ୍ରତିଷ୍ଠାନର କାର୍ଯ୍ୟଶୈଳୀ ଏବଂ ଦ୍ଵିତୀୟ ଅଧିବେଶନରେ ଶ୍ରୀମତୀ ଇତିଶ୍ରୀ ଦାସ ପେନସନ ରୁଲ, ଲିଭ୍ ରୁଲ, ପରଫର୍ମାମାସ୍ ଆପ୍ରାଇଜାଲ ରିପୋର୍ଟ (ପାର), ଟିଏ ରୁଲ ଓ ଅନ୍ୟାନ୍ୟ ପ୍ରଶାସନିକ କାର୍ଯ୍ୟଶୈଳୀ ବିଷୟରେ ବିସ୍ତୃତ ବିବରଣୀ ପ୍ରଦାନ କରିଥିଲେ । ତୃତୀୟ ଅଧିବେଶନରେ ଅତିରିକ୍ତ ସଚିବ, ଜ୍ୟୋତିଶଙ୍କର ମହାପାତ୍ର ପୋଶ ଆଇନ ସମ୍ବନ୍ଧରେ ବିସ୍ତୃତ ବିବରଣୀ ପ୍ରଦାନ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବାଦପାଲି ଫୁଟବଲ ଟୁର୍ଣ୍ଣାମେଣ୍ଟରେ ତୁରୁମ ଦଳ ଚାମ୍ପିୟନ ଫାଇନାଲରେ ପତିକାରପାଲି ଦଳକୁ ହରାଇ ହାସଲ କଲା ବିଜୟ   19-Oct-2026
  ଜିଲ୍ଲା  
ସୁବର୍ଣ୍ଣପୁରରେ ମା’ ସୁରେଶ୍ୱରୀଙ୍କ ମହିଷାମର୍ଦ୍ଦିନୀ ବେଶ, ମା’ ଭଗବତୀ ଓ ଦୁର୍ଗାଦେବୀଙ୍କ ସିଦ୍ଧିଦାତ୍ରୀ ବେଶ   19-Oct-2026
  ଜିଲ୍ଲା  
*ପ୍ରଧାନ ଶିକ୍ଷୟତ୍ରୀ ସୁଭାଷିନୀ ନନ୍ଦ ଙ୍କ ବିୟୋଗ*- *ସୋନପୁର ଓ କଟକ ରେ ଶୋକ*- *ଅନ୍ତିମ ସଂସ୍କାର ରେ ଯୋଗ ଦେଲେ ଜଷ୍ଟିସ ଚିତ୍ତ ରଞ୍ଜନ ଦାଶ*-   19-Oct-2026
  ରାଜ୍ୟ  
ବାଗ୍ମୀ ବିଶ୍ୱନାଥ କରଙ୍କ ଶ୍ରାଦ୍ଧ ବାର୍ଷିକୀରେ ଶ୍ରଦ୍ଧା ସୁମନ ଅର୍ପଣ   19-Oct-2026
  ଜିଲ୍ଲା  
From Dussehra to Kumar Purnima: The Divine Continuum of Shakti, Prosperity and Knowledge in Odisha   19-Oct-2026
  ଜିଲ୍ଲା  
ବଲାଙ୍ଗିର ନାଗରିକ କମିଟୀ ର କାର୍ଯ୍ୟକାରୀ କମିଟୀ ବୈଠକ♦️ ଲୋୟର ସୁକତେଲରୁ କେନାଲ ଯୋଗେ ଜଳସେଚନ ପାଇଁ ଦାବୀ   19-Oct-2026
  ଜିଲ୍ଲା  
ଅତାବିରା ସାପ୍ତାହିକ ବଜାର ରେ ମାଁ ଜଗତଜନନୀଙ୍କ ପୂଜା,,,, ଲୋକକଳା ଓ ମନ୍ତ୍ରଧ୍ୱନିରେ କମ୍ପିଲା ୫୩ ନମ୍ବର ଜାତୀୟ ରାଜପଥ   18-Oct-2026
  ଜିଲ୍ଲା  
ପଦଯାତ୍ରା ସଫଳ ନେଇ ବିନିକା ବିଜେଡିର ପ୍ରସ୍ତୁତି   18-Oct-2026
  ମହାନଗର  
ପାଣ୍ଡରାରେ ଜମୁଛି ଶାରଦୀୟ ଦୁର୍ଗାପୂଜାର ଆସର♦️ ଆକର୍ଷଣୀୟ ତୋରଣ ଓ ରଙ୍ଗିନ ଆଲୋକମାଳାରେ ଝଲସୁଛି ଅଞ୍ଚଳ   18-Oct-2026
  ଜିଲ୍ଲା  
ଟିଟିଲାଗଡ ସ୍ୱାଧୀନପଡ଼ାର ୬୪ତମ ଦୁର୍ଗା ପୂଜା   18-Oct-2026
  ଜିଲ୍ଲା  
ଦେବୀ ମାହେଶ୍ୱରୀଙ୍କ ସ୍ନାନ ଯାତ୍ରା(କଳାହାଣ୍ଡିର ଘୁମୁରା ବାଦ୍ୟ ଓ କୁକିଆର ବାଡ଼ି ଖେଳରେ ଫୁଲମୁଠୀ ଗ୍ରାମ ପ୍ରକମ୍ବିତ)   18-Oct-2026
  ଜିଲ୍ଲା  
କେନ୍ଦ୍ରୀୟ ରଜକ ସେବା ସଂଘ ଦ୍ଵାରା ନୂତନ ରାଜ୍ୟପାଳ ଙ୍କୁ ଭୁବନେଶ୍ବର ରାଜଭବନରେ ଭବ୍ୟ ସ୍ଵାଗତ ସମ୍ବର୍ଦ୍ଧନା   18-Oct-2026

You Might Also Like