-+91-9937148622 |

prerana_bgr@rediffmail.com |

  Tuesday 20th October 2026 |

| | | |

R.N.I. Regd No. ODIODI/2010/46693

Breaking News

ବାଦପାଲି ଫୁଟବଲ ଟୁର୍ଣ୍ଣାମେଣ୍ଟରେ ତୁରୁମ ଦଳ ଚାମ୍ପିୟନ ଫାଇନାଲରେ ପତିକାରପାଲି ଦଳକୁ ହରାଇ ହାସଲ କଲା ବିଜୟ   (19-Oct-2026)       ||      ସୁବର୍ଣ୍ଣପୁରରେ ମା’ ସୁରେଶ୍ୱରୀଙ୍କ ମହିଷାମର୍ଦ୍ଦିନୀ ବେଶ, ମା’ ଭଗବତୀ ଓ ଦୁର୍ଗାଦେବୀଙ୍କ ସିଦ୍ଧିଦାତ୍ରୀ ବେଶ   (19-Oct-2026)       ||      *ପ୍ରଧାନ ଶିକ୍ଷୟତ୍ରୀ ସୁଭାଷିନୀ ନନ୍ଦ ଙ୍କ ବିୟୋଗ*- *ସୋନପୁର ଓ କଟକ ରେ ଶୋକ*- *ଅନ୍ତିମ ସଂସ୍କାର ରେ ଯୋଗ ଦେଲେ ଜଷ୍ଟିସ ଚିତ୍ତ ରଞ୍ଜନ ଦାଶ*-   (19-Oct-2026)       ||      ବାଗ୍ମୀ ବିଶ୍ୱନାଥ କରଙ୍କ ଶ୍ରାଦ୍ଧ ବାର୍ଷିକୀରେ ଶ୍ରଦ୍ଧା ସୁମନ ଅର୍ପଣ    (19-Oct-2026)       ||      From Dussehra to Kumar Purnima: The Divine Continuum of Shakti, Prosperity and Knowledge in Odisha   (19-Oct-2026)       ||      ବଲାଙ୍ଗିର ନାଗରିକ କମିଟୀ ର କାର୍ଯ୍ୟକାରୀ କମିଟୀ ବୈଠକ♦️ ଲୋୟର ସୁକତେଲରୁ କେନାଲ ଯୋଗେ ଜଳସେଚନ ପାଇଁ ଦାବୀ   (19-Oct-2026)       ||      ଅତାବିରା ସାପ୍ତାହିକ ବଜାର ରେ ମାଁ ଜଗତଜନନୀଙ୍କ ପୂଜା,,,, ଲୋକକଳା ଓ ମନ୍ତ୍ରଧ୍ୱନିରେ କମ୍ପିଲା ୫୩ ନମ୍ବର ଜାତୀୟ ରାଜପଥ   (18-Oct-2026)       ||      ପଦଯାତ୍ରା ସଫଳ ନେଇ ବିନିକା ବିଜେଡିର ପ୍ରସ୍ତୁତି   (18-Oct-2026)       ||      ପାଣ୍ଡରାରେ ଜମୁଛି ଶାରଦୀୟ ଦୁର୍ଗାପୂଜାର ଆସର♦️ ଆକର୍ଷଣୀୟ ତୋରଣ ଓ ରଙ୍ଗିନ ଆଲୋକମାଳାରେ ଝଲସୁଛି ଅଞ୍ଚଳ   (18-Oct-2026)       ||      ଟିଟିଲାଗଡ ସ୍ୱାଧୀନପଡ଼ାର ୬୪ତମ ଦୁର୍ଗା ପୂଜା    (18-Oct-2026)       ||      ଦେବୀ ମାହେଶ୍ୱରୀଙ୍କ ସ୍ନାନ ଯାତ୍ରା(କଳାହାଣ୍ଡିର ଘୁମୁରା ବାଦ୍ୟ ଓ କୁକିଆର ବାଡ଼ି ଖେଳରେ ଫୁଲମୁଠୀ ଗ୍ରାମ ପ୍ରକମ୍ବିତ)   (18-Oct-2026)       ||      କେନ୍ଦ୍ରୀୟ ରଜକ ସେବା ସଂଘ ଦ୍ଵାରା ନୂତନ ରାଜ୍ୟପାଳ ଙ୍କୁ ଭୁବନେଶ୍ବର ରାଜଭବନରେ ଭବ୍ୟ ସ୍ଵାଗତ ସମ୍ବର୍ଦ୍ଧନା    (18-Oct-2026)       ||      ବ୍ରଜମୋହନ ରାମ ଓଡ଼ିଶାର ରାଜ୍ୟପାଳ ଭାବେ ଶପଥ ଗ୍ରହଣ କଲେ   (18-Oct-2026)       ||      ବଲାଙ୍ଗୀର ଦିନ୍ ଆୟୋଜକ କମିଟିର ସାମ୍ବାଦିକ ସମ୍ବିଳନୀ.. ୨୪ରୁ ୩୦ ତାରିଖ ପର୍ଯ୍ୟନ୍ତ ବିଭିନ୍ନ କାର୍ଯ୍ୟକ୍ରମ   (18-Oct-2026)       ||      *ବ୍ରାହ୍ମଣଙ୍କୁ ଅଶାଳୀନ ମନ୍ତବ୍ୟ* *ଶିକ୍ଷକ ଅରବିନ୍ଦ ରଣାଙ୍କୁ ତୁରନ୍ତ ଗିରଫ ଦାବୀରେ ଏସପି ଙ୍କୁ ସ୍ମାରକ ପତ୍ର ପ୍ରଦାନ*   (18-Oct-2026)       ||      *ସୋନପୁର ବ୍ଲକ ଛକ ଦୁର୍ଗା ପୂଜା ପାଇଁ ସାମ୍ୱାଦିକ ସମ୍ମିଳନୀ*- *ଏବର୍ଷ ପୂଜା ର ବଜେଟ ୨୭ଲକ୍ଷ*   (18-Oct-2026)       ||      ଭାଇ ଜିଉଁତିଆ: ଭାଇ-ଭଉଣୀର ପବିତ୍ର ବନ୍ଧନର ପର୍ବ   (18-Oct-2026)       ||      ନିଜ ପଦ ପର୍ଯ୍ୟାଦା ର ଗାରିମା ରଖନ୍ତୁ ନବ ନିଯୁକ୍ତ ରାଜ୍ୟପାଳ   (18-Oct-2026)       ||      ସୁବର୍ଣ୍ଣପୁରରେ ତିନି ଦେବୀଙ୍କ ମହାଗୌରୀ ବେଶ ପବିତ୍ରତା ଓ ଶାନ୍ତିର ଦିବ୍ୟ ସ୍ୱରୂପ   (18-Oct-2026)       ||      ବିଜୟପଲ୍ଲୀ ଶ୍ରୀ ଜଗନ୍ନାଥ ସଂସ୍କୃତ ମହାବିଦ୍ୟାଳୟରେ ଏବିଭିପିର ବିପୁଳ ବିଜୟ   (18-Oct-2026)       ||     

HOME   ଜିଲ୍ଲା

ସ୍ୱାୟତ୍ତ ଶାସନ ଦିବସ ପାଇଁ ବିଏମ୍ ସିର ପ୍ରସ୍ତୁତି ବୈଠକ

02-Aug-2025



ପ୍ରତ୍ୟେକ ପାର୍କରେ ଗୋଷ୍ଠୀ ସଦସ୍ୟଙ୍କୁ ନେଇ ବିବିଧ କାର୍ଯ୍ୟକ୍ରମ 

ଭୁଭୁବନେଶ୍ବ(ପ୍ରେରଣା ଖବର): ଚଳିତ ମାସ ୩୧ତାରିଖ ଦିନ ହେବାକୁ ଥିବା ସ୍ୱାୟତ୍ତ ଶାସନ ଦିବସ ପାଇଁ ଭୁବନେଶ୍ୱର ମହାନଗର ନିଗମ (ବିଏମ୍ ସି)ର ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି । ମାନନୀୟା ମେୟର ଶ୍ରୀମତୀ ସୁଲୋଚନା ଦାସଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ବୈଠକରେ ମାନନୀୟା ଡେପୁଟି ମେୟର ଶ୍ରୀମତୀ ମଞ୍ଜୁଲତା କହଁର, କମିଶନର ଚଞ୍ଚଳ ରାଣା, ଅତିରିକ୍ତ କମିଶନର ରତ୍ନାକର ସାହୁ, ଶ୍ରୀମତୀ ସସ୍ମିତା ସାହୁ, ସିଟି ଇଂଜିନିୟର ବିଳାଶ କୁମାର ବେହେରା, ସଂସ୍କୃତିକ ଷ୍ଟାଣ୍ଡିଂ କମିଟିର ଅଧ୍ୟକ୍ଷ ରାମଚନ୍ଦ୍ର ରଣସିଂହ ମଂଚାସୀନ ଥିଲେ । ଅନ୍ୟମାନଙ୍କ ମଧ୍ୟରେ ଷ୍ଟାଣ୍ଡିଂ କମିଟିର ସମସ୍ତ ଅଧ୍ୟକ୍ଷ, ଅଧ୍ୟକ୍ଷା ଓ ବହୁ କର୍ପୋରେଟର, ବିଏମ୍ ସିର ସମସ୍ତ ଅଧିକାରୀ ଏହି ବୈଠକରେ ଉପସ୍ଥିତ ଥିଲେ ।ପ୍ରତି ବର୍ଷପରି ଚଳିତ ବର୍ଷ ସ୍ୱାୟତ୍ତ ଶାସନ ଦିବସକୁ ଧୁମ୍ ଧାମରେ ପାଳନ କରିବା ପାଇଁ ଏହି ବୈଠକରେ  ନିଷ୍ପତ୍ତି ହୋଇଛି । ସ୍ୱାୟତ୍ତ ଶାସନ ଦିବସ ସଂପର୍କରେ ଲୋକମାନଙ୍କୁ ସଚେତନ କରାଇବା ପାଇଁ ମଧ୍ୟ ବିଭିନ୍ନ ପଦକ୍ଷେପ ନିଆଯିବ । ଚଳିତ ବର୍ଷ ପରି ଏ ବର୍ଷ ମେୟର ଏକାଦଶ ଓ କମିଶନର ଏକାଦଶ ମଧ୍ୟରେ ବନ୍ଧୁତ୍ୱପୂର୍ଣ୍ଣ କ୍ରିକେଟ ଟୁର୍ଣ୍ଣାମେଣ୍ଟ ଅନୁଷ୍ଠିତ

ହେବ । ତେବେ ଚଳିତ ବର୍ଷ କ୍ରିକେଟ ସହ ଫୁଟବଲ ଖେଳକୁ ମଧ୍ୟ ସାମିଲ କରାଯାଇଛି । ଏହା ବ୍ୟତୀତ ଚେସ୍, କ୍ୟାରେମ, ବ୍ୟାଡ ମିଣ୍ଟନ, ମ୍ୟୁଜିକ୍ ଚେୟାର ଆଦି ବିଭିନ୍ନ ଇନଢୋର ଓ ଆଉଟ୍ ଡୋର୍ ଗେମ୍ସ, ଉଭୟ ପୁରୁଷ ଓ ମହିଳା ବର୍ଗରେ ପ୍ରତିଯୋଗିତା ଅନୁଷ୍ଠିତ ହେବ । ଏଥିରେ ବିଏମ୍ ସିର କର୍ପୋରେଟର, ଅଧିକାରୀ ଓ କର୍ମଚାରୀ ଅଂଶ ଗ୍ରହଣ କରିପାରିବେ । ଏହି ସମସ୍ତ କାର୍ଯ୍ୟ ବିଏମ୍ ସିର ରିକ୍ରିଏସନ କ୍ଲବ ପରିଚାଳନା କରିବାକୁ ନିଷ୍ପତ୍ତି ହୋଇଛି । ସେହିପରି ସେପ୍ଟେମ୍ବର ୨ତାରିଖ ଦିନ ବିଏମ୍ ସି ରିକ୍ରିଏସନ କ୍ଲବ ପକ୍ଷରୁ ରବିନ୍ଦ୍ର ମଣ୍ଡପଠାରେ ସାଂସ୍କୃତିକ କାର୍ଯ୍ୟକ୍ରମ ମଧ୍ୟ ଅନୁଷ୍ଠିତ ହେବ ।  ଏହା ବ୍ୟତୀତ ବିଦ୍ୟାଳୟ ଛାତ୍ରଛାତ୍ରୀଙ୍କ ମଧ୍ୟରେ କବିତା, ପ୍ରବନ୍ଧ, ବକ୍ତୃତା, ଚିତ୍ରାଙ୍କନ ଆଦି ପ୍ରତିଯୋଗୀତା ମଧ୍ୟ ଅନୁଷ୍ଠିତ ହେବ । ସେହିପରି ବିଏମ୍ ସିର ତିନୋଟି ଜୋନରୁ 3 ଜଣଙ୍କୁ ସମାଜ ସେବାରେ ଉଲ୍ଲେଖନୀୟ ଅବଦାନ ପାଇଁ ନଗର ବନ୍ଧୁ ପୁରଷ୍କାର ପ୍ରଦାନ କରାଯିବ । ତିନୋଟି ଜୋନର 3ଟି ଓ୍ୱାର୍ଡକୁ ଶ୍ରେଷ୍ଠ ସ୍ୱଚ୍ଛ ଓ୍ୱାର୍ଡ ଘୋଷଣା କରାଯିବ । 

 

ସୂଚନା ଯୋଗ୍ୟ କି, ବିଏମ୍ ସି ଅଂଚଳରେ ଥିବା ବିଭିନ୍ନ ପାର୍କରେ ବରିଷ୍ଠ ନାଗରିକ ସଂଗଠନ, ସଂଘ ପକ୍ଷରୁ ସ୍ୱାୟତ ଶାସନ ଦିବସ ଅବସରରେ ସ୍ୱତନ୍ତ୍ର କାର୍ଯ୍ୟକ୍ରମ ଅନୁଷ୍ଠିତ କରାଯିବ । ଏମାନେ ଗୋଷ୍ଠୀ ସହଯୋଗରେ କିଛି କିଛି କାର୍ଯ୍ୟକ୍ରମ କରାଇବେ l କର୍ପୋରେଟର ମାନଙ୍କର ସହଯୋଗ ନେବା  ସାଙ୍ଗକୁ ୱାର୍ଡ ଅଫିସର ମାନେ ଏଥିରେ ସହଯୋଗ କରିବେ l ସେମାନେ ନିଜ ପାର୍କ କାର୍ଯ୍ୟକ୍ରମର ଫଟୋ ପଠାଇବେ l ବିଏମ୍ ସି ଅଂଚଳର ମାଟ୍ରିକ ଓ ଯୁକ୍ତ ଦୁଇ ଟପ୍ପରଙ୍କୁ ମଧ୍ୟ ସମ୍ବର୍ଦ୍ଧିତ କରାଯିବ ।  ଅଗଷ୍ଠ ୩୧ ତାରିଖ ପାଇଁ ବ୍ୟାପକ କାର୍ଯ୍ୟକ୍ରମ ପ୍ରସ୍ତୁତ କରାଯାଇଛି । ସକାଳ ୮ଟାରେ ବିଏମ୍ ସି ମୁଖ୍ୟାଳୟରେ ପତାକା ଉତ୍ତୋଳନ କରାଯିବ । ପରେ ବିଭିନ୍ନ ଆଶ୍ରୟସ୍ଥଳରେ ରହିଥିବା ବୃଦ୍ଧ, ବୃଦ୍ଧାଙ୍କୁ ଫଳ, ମିଷ୍ଟାନ୍ନ ଇତ୍ୟାଦି ବଣ୍ଟନ କରାଯିବ । ପୂର୍ବାହ୍ନରେ  ବିଏମ୍ ସି ପକ୍ଷରୁ କାର୍ଯ୍ୟ ଶେଷ ଯାଇଥିବା ବିଭିନ୍ନ ଉନ୍ନୟନ ମୂଳକ ପ୍ରକଳ୍ପର ଉଦ୍ଘାଟନ କରାଯିବ । ସଂଧ୍ୟା ସମୟରେ ଜୟଦେବ ଭବନରେ ଅନୁଷ୍ଠିତ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ବିଭିନ୍ନ କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ପାଇଁ ବ୍ୟକ୍ତି ବିଶେଷଙ୍କୁ ସମ୍ବର୍ଦ୍ଧିତ କରାଯିବା ସହ ବିଭିନ୍ନ ପ୍ରତିଯୋଗିତାର ବିଜେତାଙ୍କୁ ମାନପତ୍ର ପ୍ରଦାନ ପ୍ରଦାନ ପୂର୍ବକୁ ସମ୍ବର୍ଦ୍ଧିତ କରାଯିବାକୁ ଆଜିର ଏହି ପ୍ରସ୍ତୁତି ବୈଠକରେ ନିଷ୍ପତ୍ତି ହୋଇଛି । 

ଏଥି ସହିତ ଆସନ୍ତା ଅଗଷ୍ଟ ୧୫ତାରିଖ ଦିନ ସ୍ଵାଧୀନତା ଦିବସ ପାଇଁ ମଧ୍ୟ ଏହି ବୈଠକରେ ଆଲୋନଚା କରାଯାଇ କାର୍ଯ୍ୟକ୍ରମ ସ୍ଥିର କରାଯାଇଛି । ଏହି ସମସ୍ତ କାର୍ଯ୍ୟକ୍ରମରେ ମଞ୍ଚ ପରିଚାଳନା କରିଥିଲେ ଅତିରିକ୍ତ କମିଶନ ରତ୍ନାକର ସାହୁ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବାଦପାଲି ଫୁଟବଲ ଟୁର୍ଣ୍ଣାମେଣ୍ଟରେ ତୁରୁମ ଦଳ ଚାମ୍ପିୟନ ଫାଇନାଲରେ ପତିକାରପାଲି ଦଳକୁ ହରାଇ ହାସଲ କଲା ବିଜୟ   19-Oct-2026
  ଜିଲ୍ଲା  
ସୁବର୍ଣ୍ଣପୁରରେ ମା’ ସୁରେଶ୍ୱରୀଙ୍କ ମହିଷାମର୍ଦ୍ଦିନୀ ବେଶ, ମା’ ଭଗବତୀ ଓ ଦୁର୍ଗାଦେବୀଙ୍କ ସିଦ୍ଧିଦାତ୍ରୀ ବେଶ   19-Oct-2026
  ଜିଲ୍ଲା  
*ପ୍ରଧାନ ଶିକ୍ଷୟତ୍ରୀ ସୁଭାଷିନୀ ନନ୍ଦ ଙ୍କ ବିୟୋଗ*- *ସୋନପୁର ଓ କଟକ ରେ ଶୋକ*- *ଅନ୍ତିମ ସଂସ୍କାର ରେ ଯୋଗ ଦେଲେ ଜଷ୍ଟିସ ଚିତ୍ତ ରଞ୍ଜନ ଦାଶ*-   19-Oct-2026
  ରାଜ୍ୟ  
ବାଗ୍ମୀ ବିଶ୍ୱନାଥ କରଙ୍କ ଶ୍ରାଦ୍ଧ ବାର୍ଷିକୀରେ ଶ୍ରଦ୍ଧା ସୁମନ ଅର୍ପଣ   19-Oct-2026
  ଜିଲ୍ଲା  
From Dussehra to Kumar Purnima: The Divine Continuum of Shakti, Prosperity and Knowledge in Odisha   19-Oct-2026
  ଜିଲ୍ଲା  
ବଲାଙ୍ଗିର ନାଗରିକ କମିଟୀ ର କାର୍ଯ୍ୟକାରୀ କମିଟୀ ବୈଠକ♦️ ଲୋୟର ସୁକତେଲରୁ କେନାଲ ଯୋଗେ ଜଳସେଚନ ପାଇଁ ଦାବୀ   19-Oct-2026
  ଜିଲ୍ଲା  
ଅତାବିରା ସାପ୍ତାହିକ ବଜାର ରେ ମାଁ ଜଗତଜନନୀଙ୍କ ପୂଜା,,,, ଲୋକକଳା ଓ ମନ୍ତ୍ରଧ୍ୱନିରେ କମ୍ପିଲା ୫୩ ନମ୍ବର ଜାତୀୟ ରାଜପଥ   18-Oct-2026
  ଜିଲ୍ଲା  
ପଦଯାତ୍ରା ସଫଳ ନେଇ ବିନିକା ବିଜେଡିର ପ୍ରସ୍ତୁତି   18-Oct-2026
  ମହାନଗର  
ପାଣ୍ଡରାରେ ଜମୁଛି ଶାରଦୀୟ ଦୁର୍ଗାପୂଜାର ଆସର♦️ ଆକର୍ଷଣୀୟ ତୋରଣ ଓ ରଙ୍ଗିନ ଆଲୋକମାଳାରେ ଝଲସୁଛି ଅଞ୍ଚଳ   18-Oct-2026
  ଜିଲ୍ଲା  
ଟିଟିଲାଗଡ ସ୍ୱାଧୀନପଡ଼ାର ୬୪ତମ ଦୁର୍ଗା ପୂଜା   18-Oct-2026
  ଜିଲ୍ଲା  
ଦେବୀ ମାହେଶ୍ୱରୀଙ୍କ ସ୍ନାନ ଯାତ୍ରା(କଳାହାଣ୍ଡିର ଘୁମୁରା ବାଦ୍ୟ ଓ କୁକିଆର ବାଡ଼ି ଖେଳରେ ଫୁଲମୁଠୀ ଗ୍ରାମ ପ୍ରକମ୍ବିତ)   18-Oct-2026
  ଜିଲ୍ଲା  
କେନ୍ଦ୍ରୀୟ ରଜକ ସେବା ସଂଘ ଦ୍ଵାରା ନୂତନ ରାଜ୍ୟପାଳ ଙ୍କୁ ଭୁବନେଶ୍ବର ରାଜଭବନରେ ଭବ୍ୟ ସ୍ଵାଗତ ସମ୍ବର୍ଦ୍ଧନା   18-Oct-2026

You Might Also Like