■ଚଳିତ ବର୍ଷର ଥିମ – “ସ୍ତନ୍ୟପାନକୁ ପ୍ରାଥମିକତା ଦିଅନ୍ତୁ, ସ୍ଥାୟୀ ସମର୍ଥନ ବ୍ୟବସ୍ଥା ପ୍ରସ୍ତୁତ କରନ୍ତୁ “ ଉପରେ ଆଲୋଚନା 

■ଏନଜିଓ ପଞ୍ଜିକରଣ ପାଇଁ “ଲୋକ କଲ୍ୟାଣ” – ଅନଲାଇନ ୱେବ୍ ଲିଙ୍କ ଫର୍ମ ଲୋକାର୍ପଣ 

■ପ୍ରଥମଥର ପାଇଁ ଓଡ଼ିଶା ରାଜ୍ୟ ମହିଳା ଆୟୋଗ କାର୍ଯ୍ୟାଳୟରେ  ସର୍ବସାଧାରଣଙ୍କ ନିମନ୍ତେ ଶିଶୁ ସ୍ତନ୍ୟପାନ କକ୍ଷ ପ୍ରତିଷ୍ଠା 

ଭୁବନେଶ୍ୱର (ପ୍ରେରଣା ଖବର): ସ୍ତନ୍ୟପାନ ଯୋଗୁଁ ଶିଶୁ ମା’ର କ୍ଲୋଜ଼ ଟୁ ହାର୍ଟ ଅର୍ଥାତ ମା’  ହୃଦୟର ଆହୁରି ନିକଟତର ହୋଇପାରିବ ବୋଲି ଉପ-ମୁଖ୍ୟମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡା ରାଜ୍ୟସ୍ତରୀୟ ବିଶ୍ଵ ସ୍ତନ୍ୟପାନ ସପ୍ତାହ ୨୦୨୫ ଅବସରରେ ମତବ୍ୟକ୍ତ କରିଛନ୍ତି । ଆଜି ମହିଳା ଓ ଶିଶୁ ବିକାଶ ବିଭାଗ ଆନୁକୂଲ୍ୟରେ ଲୋକସେବା ଭବନ କନଭେନସେନ ସେଣ୍ଟରରେ ରାଜ୍ୟସ୍ତରୀୟ ବିଶ୍ଵ ସ୍ତନ୍ୟପାନ ସପ୍ତାହ ୨୦୨୫ ପାଳିତ ହୋଇଯାଇଛି । ଏହି ଅବସରରେ ମାନ୍ୟବର ଉପ-ମୁଖ୍ୟମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡା ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ସ୍ତନ୍ୟପାନ ଦ୍ୱାରା ଉଭୟ ମାଆ ଓ ଶିଶୁର ସ୍ଵାସ୍ଥ୍ୟ ଭଲ ରହିବ ବୋଲି ମତ ପ୍ରକାଶ କରିଥିଲେ । ସ୍ତନ୍ୟପାନ ଦ୍ୱାରା ମହିଳାମାନଙ୍କ ମଧ୍ୟରେ ବୃଦ୍ଧି ପାଉଥିବା  ସ୍ତନ୍ୟ କର୍କଟ ଓ ଡିମ୍ବାଶୟ କର୍କଟ ଭଳି ଭୟଙ୍କର ରୋଗକୁ ବହୁ ମାତ୍ରାରେ ଏଡାଇ ଯାଇପାରିବ। ଶିଶୁର ପ୍ରାରମ୍ଭିକ ୬ ମାସର ନିରନ୍ତର ସ୍ତନ୍ୟପାନ ଉଭୟ ମା ଓ ଶିଶୁର ମାନସିକ ସ୍ୱାସ୍ଥ୍ୟ ଉପରେ  ସକାରାତ୍ମକ ପ୍ରଭାବ ପକେଇଥାଏ ବୋଲି ଉପ-ମୁଖ୍ୟମନ୍ତ୍ରୀ ଶ୍ରୀମତୀ ପରିଡା ମତ ପ୍ରକାଶ କରିଥିଲେ । ଆଗାମୀ ଦିନରେ ଓଡ଼ିଶାରେ ସ୍ତନ୍ୟପାନର ହାର ବୃଦ୍ଧି କରିବାକୁ ସେ ଆହ୍ଵାନ ଦେଇଥିଲେ। 
ଆଭାଷୀ ମାଧ୍ୟମରେ ଓଡ଼ିଶା ରାଜ୍ୟ ମହିଳା ଆୟୋଗର କାର୍ଯ୍ୟାଳୟରେ ଏକ ଶିଶୁ ସ୍ତନ୍ୟପାନ କକ୍ଷ ଉଦଘାଟନ କରି ଉପ ମୁଖ୍ୟମନ୍ତ୍ରୀ ଶ୍ରୀମତୀ ପରିଡା  ସମସ୍ତ ସରକାରୀ ଓ ଅଣସରକାରୀ ସର୍ବସାଧରଣ ସ୍ଥାନମାନଙ୍କରେ ଶିଶୁ ସ୍ତନ୍ୟପାନ କକ୍ଷ ପ୍ରତିଷ୍ଠା କରିବା ପାଇଁ ପରାମର୍ଶ ଦେଇଛନ୍ତି । ଅଙ୍ଗନବାଡି ହେଲା ଶିଶୁର ଦ୍ଵିତୀୟ ମା’ ଘର। ଅଙ୍ଗନବାଡିକୁ ଆହୁରି ଉନ୍ନତ କରିବା ପାଇଁ ଅଗଷ୍ଟ ୧ – ୧୫ରୁ “ଆସ ବୁଲିଯିବା ଅଙ୍ଗନବାଡି” ଅଭିଯାନରେ ଅଙ୍ଗନବାଡିକୁ ପରିଦର୍ଶନ କରିବା ପାଇଁ ଉପ-ମୁଖ୍ୟମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡା ଜନସାଧାରଣଙ୍କୁ ଆହ୍ୱାନ ଦେଇଛନ୍ତି ।    
କାର୍ଯ୍ୟକ୍ରମରେ ମହିଳା ଓ ଶିଶୁ ବିକାଶର ପ୍ରମୁଖ ଶାସନ ସଚିବ ଶ୍ରୀମତୀ ଶୁଭା ଶର୍ମା, ବିଭାଗୀୟ ନିର୍ଦ୍ଦେଶିକା ମୋନିଷା ବାନାର୍ଜୀ, ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ସହକାରୀ ନିର୍ଦ୍ଦେଶିକ ଡ. ଆଦିତ୍ୟ ମହାପାତ୍ର, ୟୁନିସେଫର ପୋଷଣ ବିଶେଷଜ୍ଞ ଶ୍ରୀ ସୌରଭ ଭଟ୍ଟାଚାର୍ଯ୍ୟ ଉପସ୍ଥିତ ଥିଲେ । 
ଏହି ଅବସରରେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ଅତିରିକ୍ତ ନିର୍ଦ୍ଦେଶିକ ଡ. ଆଦିତ୍ୟ ମହାପାତ୍ର ଆଧୁନିକ ମା’ମାନେ ସ୍ତନ୍ୟପାନ କରେଇବା ପାଇଁ ନିରୂତ୍ସାହିତ ହେବାର କାରଣ ଗୁଡିକୁ ଉଲ୍ଲେଖ କରିଥିଲେ। ସ୍ତନ୍ୟପାନ କେବଳ ମା’ ମାନଙ୍କର ଦାୟିତ୍ଵ ନୁହେଁ, ଏହା ପରିବାର ସମାଜ, ସରକାର ସମସ୍ତଙ୍କ ସାମୂହିକ ଦାୟିତ୍ଵ। ମା’ମାନଙ୍କ ପାଇଁ ଉପଯୁକ୍ତ ବିଶ୍ରାମ, ପୁଷ୍ଟିକର ଖାଦ୍ୟ ଓ  ଏକ ମାନସିକ ଚାପମୁକ୍ତ ପରିବେଶ ସୃଷ୍ଟି କରିବାର ଆବଶ୍ୟକତା ରହିଛି ବୋଲି ସେ ମତ ପ୍ରକାଶ କରିଥିଲେ  । 
କାର୍ଯ୍ୟକ୍ରମରେ ମହିଳା ଓ ଶିଶୁ ବିକାଶ ବିଭାଗର ପ୍ରମୁଖ ଶାସନ ସଚିବ ଶ୍ରୀମତୀ ଶୁଭା ଶର୍ମା ଗର୍ଭବତୀ, ପ୍ରସୂତି ମା’ମାନଙ୍କ ପାଇଁ ତଥା ଶିଶୁମାନଙ୍କ ପାଇଁ ଉପଲବ୍ଧ ଥିବା ରାଜ୍ୟସରକାରଙ୍କ ସମସ୍ତ ଯୋଜନା ବିଷୟରେ ଆଲୋଚନା କରିଥିଲେ । 
ଏହି କାର୍ଯ୍ୟକ୍ରମରେ ମହିଳା ଓ ଶିଶୁ ବିକାଶ ବିଭାଗର

"/>

-+91-9937148622 |

prerana_bgr@rediffmail.com |

  Saturday 17th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଗ୍ରାମ୍ୟ ଜଳଯୋଗାଣ ପ୍ରକଳ୍ପରୁ ସୋଲାର ପ୍ଲେଟ ଚୋରି, ଅଟୋ ସହ ୩ ଗିରଫ   (17-Oct-2026)       ||      *ବରିଷ୍ଠ ଆଇନଜୀବୀ ଦିବାକର ସାହୁଙ୍କ ବିୟୋଗ*   (17-Oct-2026)       ||      ମଦ ବନ୍ଦ ପାଇଁ ତାତିଲେ ମହିଳା    (17-Oct-2026)       ||      ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   (16-Oct-2026)       ||      ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ    (16-Oct-2026)       ||      ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   (16-Oct-2026)       ||      ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ    (16-Oct-2026)       ||      ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   (16-Oct-2026)       ||      ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   (16-Oct-2026)       ||      ବିଶ୍ୱ ହାତ ଧୋଇବା ଦିବସ ପାଳନ    (16-Oct-2026)       ||      ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ    (16-Oct-2026)       ||      ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   (16-Oct-2026)       ||      ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ    (16-Oct-2026)       ||      *ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   (16-Oct-2026)       ||      ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   (16-Oct-2026)       ||      କଣ୍ଟାମାଳ କଲେଜ ଛାତ୍ର ସଂସଦ ନିର୍ବାଚନରେ ବାଜିମାରିନେଲା ଏବିଭିପି♦️ ୧୦ ରୁ ୧୦ଆସନ ପୋଛିନେଲା ଏବିଭିପି    (16-Oct-2026)       ||      ଜେଲ୍ ଗଲେ ପୂର୍ବତନ କାଉନସିଲର ♦️ଗୁଣ୍ଡାଗର୍ଦ୍ଦି ପଡ଼ିଲା ମହଙ୍ଗା   (16-Oct-2026)       ||      କାଉଡୋଲା କ୍ଳଷ୍ଟର ପକ୍ଷରୁ ଶିଶୁ ମହୋତ୍ସବ ସୁରଭି ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   (15-Oct-2026)       ||      *ଡାବୁଗାଁ ବ୍ଲକରେ ସେବା ସେତୁ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ*   (15-Oct-2026)       ||      ବଲାଙ୍ଗୀର ସରକାରୀ ମହିଳା ମହାବିଦ୍ୟାଳୟ ଛାତ୍ରୀ ସଂସଦର ନିର୍ବାଚନ: ସଭାନେତ୍ରୀ ହେଲେ ଶ୍ରୁତିଶ୍ରୀ ପ୍ରଧାନ, ସମ୍ପାଦିକା ହେଲେ ରୋଜାଲି ମହାକୁଡ଼    (15-Oct-2026)       ||     

HOME   ରାଜ୍ୟ

ସ୍ତନ୍ୟପାନ ଯୋଗୁଁ ମା’ ହୃଦୟର ନିକଟତର ହୋଇପାରିବ ଶିଶୁ : ଉପମୁଖ୍ୟମନ୍ତ୍ରୀ ଶ୍ରୀମତୀ ପରିଡା, ରାଜ୍ୟସ୍ତରୀୟ ବିଶ୍ଵ ସ୍ତନ୍ୟପାନ ସପ୍ତାହ ୨୦୨୫ ଅନୁଷ୍ଠିତ

06-Aug-2025

■ଚଳିତ ବର୍ଷର ଥିମ – “ସ୍ତନ୍ୟପାନକୁ ପ୍ରାଥମିକତା ଦିଅନ୍ତୁ, ସ୍ଥାୟୀ ସମର୍ଥନ ବ୍ୟବସ୍ଥା ପ୍ରସ୍ତୁତ କରନ୍ତୁ “ ଉପରେ ଆଲୋଚନା 

■ଏନଜିଓ ପଞ୍ଜିକରଣ ପାଇଁ “ଲୋକ କଲ୍ୟାଣ” – ଅନଲାଇନ ୱେବ୍ ଲିଙ୍କ ଫର୍ମ ଲୋକାର୍ପଣ 

■ପ୍ରଥମଥର ପାଇଁ ଓଡ଼ିଶା ରାଜ୍ୟ ମହିଳା ଆୟୋଗ କାର୍ଯ୍ୟାଳୟରେ  ସର୍ବସାଧାରଣଙ୍କ ନିମନ୍ତେ ଶିଶୁ ସ୍ତନ୍ୟପାନ କକ୍ଷ ପ୍ରତିଷ୍ଠା 

ଭୁବନେଶ୍ୱର (ପ୍ରେରଣା ଖବର): ସ୍ତନ୍ୟପାନ ଯୋଗୁଁ ଶିଶୁ ମା’ର କ୍ଲୋଜ଼ ଟୁ ହାର୍ଟ ଅର୍ଥାତ ମା’  ହୃଦୟର ଆହୁରି ନିକଟତର ହୋଇପାରିବ ବୋଲି ଉପ-ମୁଖ୍ୟମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡା ରାଜ୍ୟସ୍ତରୀୟ ବିଶ୍ଵ ସ୍ତନ୍ୟପାନ ସପ୍ତାହ ୨୦୨୫ ଅବସରରେ ମତବ୍ୟକ୍ତ କରିଛନ୍ତି । ଆଜି ମହିଳା ଓ ଶିଶୁ ବିକାଶ ବିଭାଗ ଆନୁକୂଲ୍ୟରେ ଲୋକସେବା ଭବନ କନଭେନସେନ ସେଣ୍ଟରରେ ରାଜ୍ୟସ୍ତରୀୟ ବିଶ୍ଵ ସ୍ତନ୍ୟପାନ ସପ୍ତାହ ୨୦୨୫ ପାଳିତ ହୋଇଯାଇଛି । ଏହି ଅବସରରେ ମାନ୍ୟବର ଉପ-ମୁଖ୍ୟମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡା ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ସ୍ତନ୍ୟପାନ ଦ୍ୱାରା ଉଭୟ ମାଆ ଓ ଶିଶୁର ସ୍ଵାସ୍ଥ୍ୟ ଭଲ ରହିବ ବୋଲି ମତ ପ୍ରକାଶ କରିଥିଲେ । ସ୍ତନ୍ୟପାନ ଦ୍ୱାରା ମହିଳାମାନଙ୍କ ମଧ୍ୟରେ ବୃଦ୍ଧି ପାଉଥିବା  ସ୍ତନ୍ୟ କର୍କଟ ଓ ଡିମ୍ବାଶୟ କର୍କଟ ଭଳି ଭୟଙ୍କର ରୋଗକୁ ବହୁ ମାତ୍ରାରେ ଏଡାଇ ଯାଇପାରିବ। ଶିଶୁର ପ୍ରାରମ୍ଭିକ ୬ ମାସର ନିରନ୍ତର ସ୍ତନ୍ୟପାନ ଉଭୟ ମା ଓ ଶିଶୁର ମାନସିକ ସ୍ୱାସ୍ଥ୍ୟ ଉପରେ  ସକାରାତ୍ମକ ପ୍ରଭାବ ପକେଇଥାଏ ବୋଲି ଉପ-ମୁଖ୍ୟମନ୍ତ୍ରୀ ଶ୍ରୀମତୀ ପରିଡା ମତ ପ୍ରକାଶ କରିଥିଲେ । ଆଗାମୀ ଦିନରେ ଓଡ଼ିଶାରେ ସ୍ତନ୍ୟପାନର ହାର ବୃଦ୍ଧି କରିବାକୁ ସେ ଆହ୍ଵାନ ଦେଇଥିଲେ। 
ଆଭାଷୀ ମାଧ୍ୟମରେ ଓଡ଼ିଶା ରାଜ୍ୟ ମହିଳା ଆୟୋଗର କାର୍ଯ୍ୟାଳୟରେ ଏକ ଶିଶୁ ସ୍ତନ୍ୟପାନ କକ୍ଷ ଉଦଘାଟନ କରି ଉପ ମୁଖ୍ୟମନ୍ତ୍ରୀ ଶ୍ରୀମତୀ ପରିଡା  ସମସ୍ତ ସରକାରୀ ଓ ଅଣସରକାରୀ ସର୍ବସାଧରଣ ସ୍ଥାନମାନଙ୍କରେ ଶିଶୁ ସ୍ତନ୍ୟପାନ କକ୍ଷ ପ୍ରତିଷ୍ଠା କରିବା ପାଇଁ ପରାମର୍ଶ ଦେଇଛନ୍ତି । ଅଙ୍ଗନବାଡି ହେଲା ଶିଶୁର ଦ୍ଵିତୀୟ ମା’ ଘର। ଅଙ୍ଗନବାଡିକୁ ଆହୁରି ଉନ୍ନତ କରିବା ପାଇଁ ଅଗଷ୍ଟ ୧ – ୧୫ରୁ “ଆସ ବୁଲିଯିବା ଅଙ୍ଗନବାଡି” ଅଭିଯାନରେ ଅଙ୍ଗନବାଡିକୁ ପରିଦର୍ଶନ କରିବା ପାଇଁ ଉପ-ମୁଖ୍ୟମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡା ଜନସାଧାରଣଙ୍କୁ ଆହ୍ୱାନ ଦେଇଛନ୍ତି ।    
କାର୍ଯ୍ୟକ୍ରମରେ ମହିଳା ଓ ଶିଶୁ ବିକାଶର ପ୍ରମୁଖ ଶାସନ ସଚିବ ଶ୍ରୀମତୀ ଶୁଭା ଶର୍ମା, ବିଭାଗୀୟ ନିର୍ଦ୍ଦେଶିକା ମୋନିଷା ବାନାର୍ଜୀ, ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ସହକାରୀ ନିର୍ଦ୍ଦେଶିକ ଡ. ଆଦିତ୍ୟ ମହାପାତ୍ର, ୟୁନିସେଫର ପୋଷଣ ବିଶେଷଜ୍ଞ ଶ୍ରୀ ସୌରଭ ଭଟ୍ଟାଚାର୍ଯ୍ୟ ଉପସ୍ଥିତ ଥିଲେ । 
ଏହି ଅବସରରେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ଅତିରିକ୍ତ ନିର୍ଦ୍ଦେଶିକ ଡ. ଆଦିତ୍ୟ ମହାପାତ୍ର ଆଧୁନିକ ମା’ମାନେ ସ୍ତନ୍ୟପାନ କରେଇବା ପାଇଁ ନିରୂତ୍ସାହିତ ହେବାର କାରଣ ଗୁଡିକୁ ଉଲ୍ଲେଖ କରିଥିଲେ। ସ୍ତନ୍ୟପାନ କେବଳ ମା’ ମାନଙ୍କର ଦାୟିତ୍ଵ ନୁହେଁ, ଏହା ପରିବାର ସମାଜ, ସରକାର ସମସ୍ତଙ୍କ ସାମୂହିକ ଦାୟିତ୍ଵ। ମା’ମାନଙ୍କ ପାଇଁ ଉପଯୁକ୍ତ ବିଶ୍ରାମ, ପୁଷ୍ଟିକର ଖାଦ୍ୟ ଓ  ଏକ ମାନସିକ ଚାପମୁକ୍ତ ପରିବେଶ ସୃଷ୍ଟି କରିବାର ଆବଶ୍ୟକତା ରହିଛି ବୋଲି ସେ ମତ ପ୍ରକାଶ କରିଥିଲେ  । 
କାର୍ଯ୍ୟକ୍ରମରେ ମହିଳା ଓ ଶିଶୁ ବିକାଶ ବିଭାଗର ପ୍ରମୁଖ ଶାସନ ସଚିବ ଶ୍ରୀମତୀ ଶୁଭା ଶର୍ମା ଗର୍ଭବତୀ, ପ୍ରସୂତି ମା’ମାନଙ୍କ ପାଇଁ ତଥା ଶିଶୁମାନଙ୍କ ପାଇଁ ଉପଲବ୍ଧ ଥିବା ରାଜ୍ୟସରକାରଙ୍କ ସମସ୍ତ ଯୋଜନା ବିଷୟରେ ଆଲୋଚନା କରିଥିଲେ । 
ଏହି କାର୍ଯ୍ୟକ୍ରମରେ ମହିଳା ଓ ଶିଶୁ ବିକାଶ ବିଭାଗର

ନିର୍ଦ୍ଦେଶିକା ମୋନିଷା ବାନାର୍ଜୀ ସ୍ଵାଗତ ଅଭିଭାଷଣ ପ୍ରଦାନ କରିବା ସହ ଅତିରିକ୍ତ ସଚିବ ସ୍ଵୟଂପ୍ରଭା ମହାନ୍ତି ଧନ୍ୟବାଦ ଅର୍ପଣ କରିଥିଲେ । 
କାର୍ଯ୍ୟକ୍ରମରେ ମାନ୍ୟବର ଉପମୁଖ୍ୟମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡାଙ୍କ କରକମଳରେ “ଲୋକ କଲ୍ୟାଣ”– ଅନଲାଇନ ୱେବ୍ ଲିଙ୍କ ଫର୍ମ ଲୋକାର୍ପଣ ହୋଇଯାଇଛି । ଏହି ୱେବ୍ ଲିଙ୍କ ମହିଳା ଓ ଶିଶୁ ବିକାଶ ବିଭାଗ (WCD) ଅଧୀନରେ କାର୍ଯ୍ୟ କରୁଥିବା ଓଡିଶା ରାଜ୍ୟ ସାମାଜିକ କଲ୍ୟାଣ ବୋର୍ଡ (SSWB) ଦ୍ଵାରା ପରିଚାଳିତ ହେବ। ଏହି ପଞ୍ଜିକରଣ ମାଧ୍ୟମରେ ଓଡିଶା ରାଜ୍ୟ ସାମାଜିକ କଲ୍ୟାଣ ବୋର୍ଡ(OSSWB) ଏକ ସକ୍ରିୟ ଏନଜିଓ  ଡାଟାବେଶ  ଗଠନ କରିବ।

News Comment

Photo in News

Advertisment
Lastest News
  ଜିଲ୍ଲା  
ଗ୍ରାମ୍ୟ ଜଳଯୋଗାଣ ପ୍ରକଳ୍ପରୁ ସୋଲାର ପ୍ଲେଟ ଚୋରି, ଅଟୋ ସହ ୩ ଗିରଫ   17-Oct-2026
  ଜିଲ୍ଲା  
*ବରିଷ୍ଠ ଆଇନଜୀବୀ ଦିବାକର ସାହୁଙ୍କ ବିୟୋଗ*   17-Oct-2026
  ଜିଲ୍ଲା  
ମଦ ବନ୍ଦ ପାଇଁ ତାତିଲେ ମହିଳା   17-Oct-2026
  ଜିଲ୍ଲା  
ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   16-Oct-2026
  ଜିଲ୍ଲା  
ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ   16-Oct-2026
  ଜିଲ୍ଲା  
ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   16-Oct-2026
  ଜିଲ୍ଲା  
ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ   16-Oct-2026
  ଜିଲ୍ଲା  
ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   16-Oct-2026
  ଜିଲ୍ଲା  
ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   16-Oct-2026
  ଜିଲ୍ଲା  
ବିଶ୍ୱ ହାତ ଧୋଇବା ଦିବସ ପାଳନ   16-Oct-2026
  ଜିଲ୍ଲା  
ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ   16-Oct-2026
  ଜିଲ୍ଲା  
ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   16-Oct-2026

You Might Also Like