-+91-9937148622 |

prerana_bgr@rediffmail.com |

  Wednesday 21st October 2026 |

| | | |

R.N.I. Regd No. ODIODI/2010/46693

Breaking News

ସତଲମା ରେ ସାର୍ବଜନୀନ ଦୁର୍ଗାପୂଜା ଅବସରରେ ଛପନ ଭୋଗ କାର୍ଯ୍ୟକ୍ରମ   (20-Oct-2026)       ||      ଏସ୍‌ଓଏସ୍‌ ଚିଲ୍‌ଡ୍ରେନ୍‌ସ ଭିଲେଜ୍‌ରେ ପିଲାମାନଙ୍କ ସହ ବିଜୟା ଦଶମୀ ପାଳିଲେ ରାଜ୍ୟପାଳ   (20-Oct-2026)       ||      ପେଶା ନିୟମ ଲାଗୁ ଓ ବ୍ରାହ୍ମଣୀଗାଁକୁ ନୂତନ ବ୍ଲକ ଗଠନ ଦାବିରେ ପଦଯାତ୍ରା ପ୍ରସ୍ତୁତି   (20-Oct-2026)       ||      ବରପାଲି କାଳୀ ପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ    (20-Oct-2026)       ||      ଭାଲୁ ଆକ୍ରମଣ ରେ ମୃତ୍ୟୁବରଣ କରିଥିବା ମୃତକଙ୍କ ପରିବାରକୁ ତୁରନ୍ତ ଆର୍ଥିକ ସହାୟତା ଓ ବନ୍ୟପ୍ରାଣୀ ଆକ୍ରମଣ ରୋକିବାକୁ ସ୍ୱତନ୍ତ୍ର ପଦକ୍ଷେପ ଗ୍ରହଣ ପାଇଁ ଦାବି   (20-Oct-2026)       ||      ଶ୍ରୀରାମ ବାବାମଠ ପରିଦର୍ଶନ ରେ ସାଂସଦ ପ୍ରଦୀପ ପୁରୋହିତ   (20-Oct-2026)       ||      ଦଶହରାରେ ମା’ ସୁରେଶ୍ୱରୀ ଓ ମା’ ଭଗବତୀଙ୍କ ରାଜରାଜେଶ୍ୱରୀ ବେଶ   (20-Oct-2026)       ||      ବନ ବିଭାଗର ମିଳିତ ଚଢ଼ାଉ, ଟ୍ରକ୍‌ ସହ ମୂଲ୍ୟବାନ କାଠ ଜବତ; ଜଣେ ଅଟକ   (20-Oct-2026)       ||      ବାଦପାଲି ଫୁଟବଲ ଟୁର୍ଣ୍ଣାମେଣ୍ଟରେ ତୁରୁମ ଦଳ ଚାମ୍ପିୟନ ଫାଇନାଲରେ ପତିକାରପାଲି ଦଳକୁ ହରାଇ ହାସଲ କଲା ବିଜୟ   (19-Oct-2026)       ||      ସୁବର୍ଣ୍ଣପୁରରେ ମା’ ସୁରେଶ୍ୱରୀଙ୍କ ମହିଷାମର୍ଦ୍ଦିନୀ ବେଶ, ମା’ ଭଗବତୀ ଓ ଦୁର୍ଗାଦେବୀଙ୍କ ସିଦ୍ଧିଦାତ୍ରୀ ବେଶ   (19-Oct-2026)       ||      *ପ୍ରଧାନ ଶିକ୍ଷୟତ୍ରୀ ସୁଭାଷିନୀ ନନ୍ଦ ଙ୍କ ବିୟୋଗ*- *ସୋନପୁର ଓ କଟକ ରେ ଶୋକ*- *ଅନ୍ତିମ ସଂସ୍କାର ରେ ଯୋଗ ଦେଲେ ଜଷ୍ଟିସ ଚିତ୍ତ ରଞ୍ଜନ ଦାଶ*-   (19-Oct-2026)       ||      ବାଗ୍ମୀ ବିଶ୍ୱନାଥ କରଙ୍କ ଶ୍ରାଦ୍ଧ ବାର୍ଷିକୀରେ ଶ୍ରଦ୍ଧା ସୁମନ ଅର୍ପଣ    (19-Oct-2026)       ||      From Dussehra to Kumar Purnima: The Divine Continuum of Shakti, Prosperity and Knowledge in Odisha   (19-Oct-2026)       ||      ବଲାଙ୍ଗିର ନାଗରିକ କମିଟୀ ର କାର୍ଯ୍ୟକାରୀ କମିଟୀ ବୈଠକ♦️ ଲୋୟର ସୁକତେଲରୁ କେନାଲ ଯୋଗେ ଜଳସେଚନ ପାଇଁ ଦାବୀ   (19-Oct-2026)       ||      ଅତାବିରା ସାପ୍ତାହିକ ବଜାର ରେ ମାଁ ଜଗତଜନନୀଙ୍କ ପୂଜା,,,, ଲୋକକଳା ଓ ମନ୍ତ୍ରଧ୍ୱନିରେ କମ୍ପିଲା ୫୩ ନମ୍ବର ଜାତୀୟ ରାଜପଥ   (18-Oct-2026)       ||      ପଦଯାତ୍ରା ସଫଳ ନେଇ ବିନିକା ବିଜେଡିର ପ୍ରସ୍ତୁତି   (18-Oct-2026)       ||      ପାଣ୍ଡରାରେ ଜମୁଛି ଶାରଦୀୟ ଦୁର୍ଗାପୂଜାର ଆସର♦️ ଆକର୍ଷଣୀୟ ତୋରଣ ଓ ରଙ୍ଗିନ ଆଲୋକମାଳାରେ ଝଲସୁଛି ଅଞ୍ଚଳ   (18-Oct-2026)       ||      ଟିଟିଲାଗଡ ସ୍ୱାଧୀନପଡ଼ାର ୬୪ତମ ଦୁର୍ଗା ପୂଜା    (18-Oct-2026)       ||      ଦେବୀ ମାହେଶ୍ୱରୀଙ୍କ ସ୍ନାନ ଯାତ୍ରା(କଳାହାଣ୍ଡିର ଘୁମୁରା ବାଦ୍ୟ ଓ କୁକିଆର ବାଡ଼ି ଖେଳରେ ଫୁଲମୁଠୀ ଗ୍ରାମ ପ୍ରକମ୍ବିତ)   (18-Oct-2026)       ||      କେନ୍ଦ୍ରୀୟ ରଜକ ସେବା ସଂଘ ଦ୍ଵାରା ନୂତନ ରାଜ୍ୟପାଳ ଙ୍କୁ ଭୁବନେଶ୍ବର ରାଜଭବନରେ ଭବ୍ୟ ସ୍ଵାଗତ ସମ୍ବର୍ଦ୍ଧନା    (18-Oct-2026)       ||     

HOME   ରାଜ୍ୟ

ସୁଭଦ୍ରାର ତୃତୀୟ କିସ୍ତି ଅର୍ଥ ପ୍ରଦାନ କାର୍ଯ୍ୟକ୍ରମ

09-Aug-2025



ମାଲକାନଗିରି(କେଶବ ଚନ୍ଦ୍ର ନାୟକ): ପବିତ୍ର ରାକ୍ଷୀ ପୂର୍ଣ୍ଣିମା ଅବସରରେ ସ୍ଥାନୀୟ ସଂସ୍କୃତି ଭବନ ଠାରେ ସୁଭଦ୍ରାର ତୃତୀୟ କିସ୍ତି ପ୍ରଦାନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଆଜି  କୋରାପୁଟ ଜିଲ୍ଲାର ଜୟପୁର ସହରରେ ଆୟୋଜିତ ରାଜ୍ୟ ସ୍ତରୀୟ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଛନ୍ତି। ଆଭାସି ମାଧ୍ୟମରେ ରାଜ୍ୟର ସମସ୍ତ ଜିଲ୍ଲା ଏହି କାର୍ଯ୍ୟକ୍ରମରେ ଯୋଗ ଦେଇଛନ୍ତି। ଜିଲ୍ଲା ସ୍ତରୀୟ ଏହି କାର୍ଯ୍ୟକ୍ରମରେ ଜିଲ୍ଲା ପରିଷଦ ଅଧ୍ୟକ୍ଷା ସମାରୀ ତାଙ୍ଗୁଲୁ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିବା ବେଳେ ଚିତ୍ରକୋଣ୍ଡା  ବିଧାୟକ ମଙ୍ଗୁ ଖିଲ, ଜିଲ୍ଲାପାଳ ସୋମେଶ ଉପାଧ୍ୟାୟ, ଅତିରିକ୍ତ ଜିଲ୍ଲାପାଳ ରାଜସ୍ୱ ବେଦବର ପ୍ରଧାନ, ଜିଲ୍ଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ନରେଶ ଚନ୍ଦ୍ର ଶବର, ଉପ ଜିଲ୍ଲାପାଳ ଅଶ୍ନି ଏ ଏଲ୍, ଜିଲ୍ଲା ସମାଜ ମଙ୍ଗଳ ଅଧିକାରୀ ଗୌରୀ ନାୟକ, ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ ନିର୍ମଳ ଧରୁଆ, ସାଂସଦ ପ୍ରତିନିଧି ସଞ୍ଜୟ ସରକାର, ସଦର ବିଡିଓ ତପନ ସେନାପତି ଓ ଡା ସୌଭାଗ୍ୟ ରଞ୍ଜନ ରଣସିଂହ ଉପସ୍ଥିତ ଥିଲେ।  ଜିଲ୍ଲାପାଳ ସମସ୍ତଙ୍କୁ ରାକ୍ଷୀ ପୂର୍ଣ୍ଣିମାର ଶୁଭେଚ୍ଛା ଜଣାଇବା ସହ ସୁଭଦ୍ରା ଯୋଜନାରେ ମିଳୁଥିବା ଆର୍ଥିକ ରାଶିରୁ  ମାଆ ମାନଙ୍କୁ ସ୍ବାବଲମ୍ବୀ ହେବା ପାଇଁ ଉତ୍ସାହିତ କରିଥିଲେ। ଏହି ଅବସରରେ ଚିତ୍ରକୋଣ୍ଡା ସ୍ବାଭିମାନ ଅଞ୍ଚଳର ମାଆ ମାନେ କିଭଳି କ୍ଷୁଦ୍ର ବ୍ୟବସାୟ ମାଧ୍ୟମରେ ଆର୍ଥିକ ଭାବେ ସ୍ବାବଲମ୍ବୀ ହୋଇପାରିଛନ୍ତି ସେ ବିଷୟରେ  ଜିଲ୍ଲାପାଳ କହିଥିଲେ। ମୁଖ୍ୟ ଉନ୍ନୟନ ଅଧିକାରୀ ଶ୍ରୀ ଶବର ଏହି ଅବସରରେ ସ୍ୱାଗତ ଭାଷଣ ପ୍ରଦାନ କରିଥିଲେ। ଦୁଇ ସୁଭଦ୍ରା ଭଉଣୀ କୋରକୁଣ୍ଡାର ମେରୀ ହରିଜନ ଓ ଖଇରପୁଟର ରାଧିକା ଖରା ନିଜ ସଫଳତାର କାହାଣୀ ସମସ୍ତଙ୍କ ସମ୍ମୁଖରେ ଉପସ୍ଥାପନ କରିଥିଲେ। ଜିଲ୍ଲାରେ ୧ ଲକ୍ଷ ୫୧ ହଜାର ୪୭୪ ସୁଭଦ୍ରା ଫର୍ମ  ଆବେଦନ କରାଯାଇଛି । ତନ୍ମଧ୍ୟରୁ ପ୍ରଥମ କିସ୍ତିରେ ୧ ଲକ୍ଷ ୩୯ ହଜାର ୮୫୧ ଫର୍ମକୁ ଅନୁମୋଦନ କରାଯାଇ ୧ ଲକ୍ଷ ୩୯ ହଜାର ୭୨୭ ଜଣଙ୍କୁ 
ସୁଭଦ୍ରା ଟଙ୍କା ଦିଆଯାଇଛି। ସେହିପରି ଦ୍ଵିତୀୟ କିସ୍ତିରେ ୧ ଲକ୍ଷ ୩୮ ହଜାର ୬୬୨ ଫର୍ମ ଅନୁମୋଦନ କରାଯାଇ ୧ ଲକ୍ଷ ୩୮ ହଜାର ୩୫୧ ଜଣ ହିତାଧୀକାରୀ ଅର୍ଥ ରାଶି ପାଇଛନ୍ତି। ଆଜି ସୁଭଦ୍ରା ଭଉଣୀମାନେ ଅତିଥି ମାନଙ୍କୁ ରାକ୍ଷୀ ବାନ୍ଧିଥିଲେ। ଏହି କାର୍ଯ୍ୟକ୍ରମକୁ ଜିଲ୍ଲା ସୂଚନା ଓ ଲୋକସଂପର୍କ ଅଧିକାରୀ ପ୍ରମିଳା ମାଝୀ ପରିଚାଳନା କରିଥିଲେ। କାର୍ଯ୍ୟକ୍ରମ ଆୟୋଜନ କରିବାରେ ଜିଲ୍ଲା ସମାଜ ମଙ୍ଗଳ ବିଭାଗର ଅଧିକାରୀ କର୍ମଚାରୀ ଓ ସଦର ବ୍ଳକ କାର୍ଯ୍ୟାଳୟର ସମସ୍ତ କର୍ମଚାରୀ ସହଯୋଗ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସତଲମା ରେ ସାର୍ବଜନୀନ ଦୁର୍ଗାପୂଜା ଅବସରରେ ଛପନ ଭୋଗ କାର୍ଯ୍ୟକ୍ରମ   20-Oct-2026
  ଜିଲ୍ଲା  
ଏସ୍‌ଓଏସ୍‌ ଚିଲ୍‌ଡ୍ରେନ୍‌ସ ଭିଲେଜ୍‌ରେ ପିଲାମାନଙ୍କ ସହ ବିଜୟା ଦଶମୀ ପାଳିଲେ ରାଜ୍ୟପାଳ   20-Oct-2026
  ଜିଲ୍ଲା  
ପେଶା ନିୟମ ଲାଗୁ ଓ ବ୍ରାହ୍ମଣୀଗାଁକୁ ନୂତନ ବ୍ଲକ ଗଠନ ଦାବିରେ ପଦଯାତ୍ରା ପ୍ରସ୍ତୁତି   20-Oct-2026
  ଜିଲ୍ଲା  
ବରପାଲି କାଳୀ ପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   20-Oct-2026
  ଜିଲ୍ଲା  
ଭାଲୁ ଆକ୍ରମଣ ରେ ମୃତ୍ୟୁବରଣ କରିଥିବା ମୃତକଙ୍କ ପରିବାରକୁ ତୁରନ୍ତ ଆର୍ଥିକ ସହାୟତା ଓ ବନ୍ୟପ୍ରାଣୀ ଆକ୍ରମଣ ରୋକିବାକୁ ସ୍ୱତନ୍ତ୍ର ପଦକ୍ଷେପ ଗ୍ରହଣ ପାଇଁ ଦାବି   20-Oct-2026
  ରାଜ୍ୟ  
ଶ୍ରୀରାମ ବାବାମଠ ପରିଦର୍ଶନ ରେ ସାଂସଦ ପ୍ରଦୀପ ପୁରୋହିତ   20-Oct-2026
  ଜିଲ୍ଲା  
ଦଶହରାରେ ମା’ ସୁରେଶ୍ୱରୀ ଓ ମା’ ଭଗବତୀଙ୍କ ରାଜରାଜେଶ୍ୱରୀ ବେଶ   20-Oct-2026
  ଜିଲ୍ଲା  
ବନ ବିଭାଗର ମିଳିତ ଚଢ଼ାଉ, ଟ୍ରକ୍‌ ସହ ମୂଲ୍ୟବାନ କାଠ ଜବତ; ଜଣେ ଅଟକ   20-Oct-2026
  ଜିଲ୍ଲା  
ବାଦପାଲି ଫୁଟବଲ ଟୁର୍ଣ୍ଣାମେଣ୍ଟରେ ତୁରୁମ ଦଳ ଚାମ୍ପିୟନ ଫାଇନାଲରେ ପତିକାରପାଲି ଦଳକୁ ହରାଇ ହାସଲ କଲା ବିଜୟ   19-Oct-2026
  ଜିଲ୍ଲା  
ସୁବର୍ଣ୍ଣପୁରରେ ମା’ ସୁରେଶ୍ୱରୀଙ୍କ ମହିଷାମର୍ଦ୍ଦିନୀ ବେଶ, ମା’ ଭଗବତୀ ଓ ଦୁର୍ଗାଦେବୀଙ୍କ ସିଦ୍ଧିଦାତ୍ରୀ ବେଶ   19-Oct-2026
  ଜିଲ୍ଲା  
*ପ୍ରଧାନ ଶିକ୍ଷୟତ୍ରୀ ସୁଭାଷିନୀ ନନ୍ଦ ଙ୍କ ବିୟୋଗ*- *ସୋନପୁର ଓ କଟକ ରେ ଶୋକ*- *ଅନ୍ତିମ ସଂସ୍କାର ରେ ଯୋଗ ଦେଲେ ଜଷ୍ଟିସ ଚିତ୍ତ ରଞ୍ଜନ ଦାଶ*-   19-Oct-2026
  ରାଜ୍ୟ  
ବାଗ୍ମୀ ବିଶ୍ୱନାଥ କରଙ୍କ ଶ୍ରାଦ୍ଧ ବାର୍ଷିକୀରେ ଶ୍ରଦ୍ଧା ସୁମନ ଅର୍ପଣ   19-Oct-2026

You Might Also Like