-+91-9937148622 |

prerana_bgr@rediffmail.com |

  Thursday 22nd October 2026 |

| | | |

R.N.I. Regd No. ODIODI/2010/46693

Breaking News

ମହାଦେବପାଳି ଦୁର୍ଗାପୂଜା,ରାବଣ ବଧ ସହ ରାବଣରାଜ ଉଦଯାପିତ   (21-Oct-2026)       ||      ମା’ ସୁରେଶ୍ୱରୀଙ୍କ ମହାଲକ୍ଷ୍ମୀ ବେଶ   (21-Oct-2026)       ||      ସମଲେଇପୂଜା ଅବସରରେ ଯାଦବ ସମାଜର ବନ୍ଧୁ ମିଳନ   (21-Oct-2026)       ||      କଣ୍ଟାମାଳରେ ଜମୁଛି ଶାରଦୀୟ ଦୁର୍ଗାପୂଜାର ଆସର♦️ ଆକର୍ଷଣୀୟ ତୋରଣ ଓ ରଙ୍ଗିନ ଆଲୋକମାଳାରେ ଝଲସୁଛି ଅଞ୍ଚଳ   (21-Oct-2026)       ||      *ଡାବୁଗାଁ ଦୁର୍ଗାପୂଜାରେ ଶତାଧିକ ଭକ୍ତଙ୍କ ସମାଗମରେ ସମ୍ପନ୍ନ ହେଲା ପୂର୍ଣ୍ଣାହୁତି*   (21-Oct-2026)       ||      *ଜିଲ୍ଲା ପୋଲିସ ପକ୍ଷରୁ ୬୬ ତମ ଶହୀଦ ସ୍ମୃତି ଦିବସ ପାଳିତ*   (21-Oct-2026)       ||      *ପୋଡ଼ାଗଡ ପୀଠରେ ପାରମ୍ପରିକ ଦଶହରା ପାଳିତ*   (21-Oct-2026)       ||      ଭୁବନେଶ୍ୱରରେ ବି.ଏମ୍. ଫାଉଣ୍ଡେସନ‌ ଦ୍ୱାରା ନବ ଉତ୍ସବ ଆୟୋଜନ   (21-Oct-2026)       ||      ବେନିଆବନ୍ଧ ରେ ଅଶୋକ ବିଜୟା ଦଶମୀ ପାଳିତ   (21-Oct-2026)       ||      ସତଲମା ରେ ସାର୍ବଜନୀନ ଦୁର୍ଗାପୂଜା ଅବସରରେ ଛପନ ଭୋଗ କାର୍ଯ୍ୟକ୍ରମ   (20-Oct-2026)       ||      ଏସ୍‌ଓଏସ୍‌ ଚିଲ୍‌ଡ୍ରେନ୍‌ସ ଭିଲେଜ୍‌ରେ ପିଲାମାନଙ୍କ ସହ ବିଜୟା ଦଶମୀ ପାଳିଲେ ରାଜ୍ୟପାଳ   (20-Oct-2026)       ||      ପେଶା ନିୟମ ଲାଗୁ ଓ ବ୍ରାହ୍ମଣୀଗାଁକୁ ନୂତନ ବ୍ଲକ ଗଠନ ଦାବିରେ ପଦଯାତ୍ରା ପ୍ରସ୍ତୁତି   (20-Oct-2026)       ||      ବରପାଲି କାଳୀ ପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ    (20-Oct-2026)       ||      ଭାଲୁ ଆକ୍ରମଣ ରେ ମୃତ୍ୟୁବରଣ କରିଥିବା ମୃତକଙ୍କ ପରିବାରକୁ ତୁରନ୍ତ ଆର୍ଥିକ ସହାୟତା ଓ ବନ୍ୟପ୍ରାଣୀ ଆକ୍ରମଣ ରୋକିବାକୁ ସ୍ୱତନ୍ତ୍ର ପଦକ୍ଷେପ ଗ୍ରହଣ ପାଇଁ ଦାବି   (20-Oct-2026)       ||      ଶ୍ରୀରାମ ବାବାମଠ ପରିଦର୍ଶନ ରେ ସାଂସଦ ପ୍ରଦୀପ ପୁରୋହିତ   (20-Oct-2026)       ||      ଦଶହରାରେ ମା’ ସୁରେଶ୍ୱରୀ ଓ ମା’ ଭଗବତୀଙ୍କ ରାଜରାଜେଶ୍ୱରୀ ବେଶ   (20-Oct-2026)       ||      ବନ ବିଭାଗର ମିଳିତ ଚଢ଼ାଉ, ଟ୍ରକ୍‌ ସହ ମୂଲ୍ୟବାନ କାଠ ଜବତ; ଜଣେ ଅଟକ   (20-Oct-2026)       ||      ବାଦପାଲି ଫୁଟବଲ ଟୁର୍ଣ୍ଣାମେଣ୍ଟରେ ତୁରୁମ ଦଳ ଚାମ୍ପିୟନ ଫାଇନାଲରେ ପତିକାରପାଲି ଦଳକୁ ହରାଇ ହାସଲ କଲା ବିଜୟ   (19-Oct-2026)       ||      ସୁବର୍ଣ୍ଣପୁରରେ ମା’ ସୁରେଶ୍ୱରୀଙ୍କ ମହିଷାମର୍ଦ୍ଦିନୀ ବେଶ, ମା’ ଭଗବତୀ ଓ ଦୁର୍ଗାଦେବୀଙ୍କ ସିଦ୍ଧିଦାତ୍ରୀ ବେଶ   (19-Oct-2026)       ||      *ପ୍ରଧାନ ଶିକ୍ଷୟତ୍ରୀ ସୁଭାଷିନୀ ନନ୍ଦ ଙ୍କ ବିୟୋଗ*- *ସୋନପୁର ଓ କଟକ ରେ ଶୋକ*- *ଅନ୍ତିମ ସଂସ୍କାର ରେ ଯୋଗ ଦେଲେ ଜଷ୍ଟିସ ଚିତ୍ତ ରଞ୍ଜନ ଦାଶ*-   (19-Oct-2026)       ||     

HOME   ଜିଲ୍ଲା

ସୁବର୍ଣ୍ଣପୁର ଠାରେ ମୁଖ୍ୟ ମନ୍ତ୍ରୀଙ୍କ ଦ୍ୱାରା ଅଭାସି ଜରିଆରେ ସୁଭଦ୍ରା ଯୋଜନାର ତୃତୀୟ କିସ୍ତି ଟଙ୍କା ବିତରଣ

09-Aug-2025



ସୁବର୍ଣ୍ଣପୁର( ମନୋରଞ୍ଜନ ତ୍ରିପାଠୀ)
 ସୁବର୍ଣ୍ଣପୁର ଜିଲ୍ଲା ସଂସ୍କୃତି ଭବନ ଠାରେ ଓଡ଼ିଶାର ମାନ୍ୟବର ମୁଖ୍ୟ ମନ୍ତ୍ରୀଙ୍କ ଦ୍ୱାରା କୋରାପୁଟ ଜିଲ୍ଲାର ଜୟପୁର ଠାରେ ଅନୁଷ୍ଠିତ ହେଉଥିବା ସୁଭଦ୍ରା ଯୋଜନାର ତୃତୀୟ କିସ୍ତି ଟଙ୍କା ବିତରଣ କାର୍ଯ୍ୟକ୍ରମର  ଆଭସି ମାଧ୍ୟମରେ ସିଧା ପ୍ରସାରଣ କାର୍ଯ୍ୟକ୍ରମ ସୁବର୍ଣ୍ଣପୁର ସଂସ୍କୃତି ଭବନ ଠାରେ ଅନୁଷ୍ଠିତ ହୋଇଥିଲା। ଏହି କାର୍ଯ୍ୟକ୍ରମରେ ମାନ୍ୟବର ବିଧାୟକ, ବୀରମହାରାଜପୁର, ଶ୍ରୀଯୁକ୍ତ ରଘୁନାଥ ଜଗଦଲା, ଜିଲ୍ଲାପାଳ, ସୁବର୍ଣ୍ଣପୁର, ଡ.ନୃପରାଜ ସାହୁ, ଅତିରିକ୍ତ ଜିଲ୍ଲାପାଳ, ରାଜସ୍ବ, ଶ୍ରୀ ରାଜେନ୍ଦ୍ର ମାଝୀ, ଅତିରିକ୍ତ ଜିଲ୍ଲାପାଳ,ସାଧାରଣ, ଶ୍ରୀମତି ଅଞ୍ଜଳିନା ପ୍ରଧାନ, ମୁଖ୍ୟ ଉନ୍ନୟନ ଅଧିକାରୀ- ତଥା - ନିର୍ବାହୀ ଅଧିକାରୀ,  ଜିଲ୍ଲା ପରିଷଦ, ସୁବର୍ଣ୍ଣପୁର,ଉପ - ଜିଲ୍ଲାପାଳ, ସୋନପୁର ଶ୍ରୀମତି ସୋମ୍ୟାରୁପ ରଥ,  ଉପ - ଜିଲ୍ଲାପାଳ, ବୀରମହାରାଜପୁର, ଶ୍ରୀ ସୁରେନ୍ଦ୍ର ମେହେର, ଜିଲ୍ଲା ସମାଜ କଲ୍ୟାଣ ଅଧିକାରୀ,ସୁବର୍ଣ୍ଣପୁର, ମୁଖ୍ୟ ଜିଲ୍ଲା ଚିକିତ୍ସା ଓ ଜନସ୍ବାସ୍ଥ୍ୟ ଅଧିକାରୀ, ସୁବର୍ଣ୍ଣପୁର, ଜିଲ୍ଲା ସମଜି ସୁରକ୍ଷା ଅଧିକାର, ସୁବର୍ଣ୍ଣପୁର, ଜିଲ୍ଲା ମଙ୍ଗଳ ଅଧିକାରୀ, ସୁବର୍ଣ୍ଣପୁର, ଜିଲ୍ଲା ସଂସ୍କୃତି ଅଧିକାରୀ ଭାରାପ୍ରାପ୍ତ ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ତଥା ଜିଲ୍ଲା ପଞ୍ଚାୟତ ଅଧିକାରୀଙ୍କ ସମେତ   ଜିଲ୍ଲା ସମାଜ କଲ୍ୟାଣ କାର୍ଯ୍ୟାଳୟର କର୍ମଚାରୀମାନେ ଓ ସୁବର୍ଣ୍ଣପୁର ଜିଲ୍ଲାର ସମସ୍ତ ପଞ୍ଚାୟତ ଓ ସହରାଞ୍ଚଳ ସୁଭଦ୍ରା ଯୋଜନାର ହିତାଧିକାରୀ ମାନେ ଉପସ୍ଥିତ ଥିଲେ। ସର୍ବପ୍ରଥମେ ପୂଜାର୍ଚ୍ଚନା କରି ଅତିଥି ମାନଙ୍କ ଜିଲ୍ଲା ର ସୁଭଦ୍ରା ହିତାଧିକାରୀ ମାନଙ୍କ ଦ୍ଵାରା ରାକ୍ଷୀ ବନ୍ଧା ଯାଇଥିଲା । ତା ପରେ ସୁଭଦ୍ରା ଯୋଜନା ଉପରେ ଜିଲ୍ଲା ସ୍ତରରେ ଅନୁଷ୍ଠିତ ହୋଇଥିବା ବିଦ୍ୟାଳୟ ସ୍ତରର କନିଷ୍ଠ ଓ ବରିଷ୍ଠ ବର୍ଗର ଛାତ୍ର ଛାତ୍ରୀ ମାନଙ୍କ ମଧ୍ୟରେ ଚିତ୍ରାଙ୍କନ, ସାଧାରଣ ଜ୍ଞାନ ଓ ରଚନା ଲିଖନ ପ୍ରତିଯୋଗିତାର କୃତି ପ୍ରତିଯୋଗୀ ମାନଙ୍କୁ ଅତିଥି ମାନଙ୍କ ଦ୍ଵାରା ପୁରସ୍କୃତ କରାଯାଇଥିଲା। ଏହି ଅବସରରେ ସୁଭଦ୍ରା ହିତାଧିକାରୀମାନେ ସେମାନେ ପୂର୍ବରୁ ପାଇଥିବା ସୁଭଦ୍ରା କିସ୍ତି ଟଙ୍କା କିପରି ବିନିଯୋଗ କରି ସ୍ଵବଲମ୍ୱି ହୋଇଛନ୍ତି, ସେ ବିଷୟରେ ଉପସ୍ଥାପନ  କରିଥିଲେ। ଅଙ୍ଗନବାଡ଼ି କର୍ମୀମାନଙ୍କ ଦ୍ଵାରା ସୁଭଦ୍ରା ଯୋଜନା କିସ୍ତି ଟଙ୍କା ବିନିଯୋଗ ଓ ସୁଭଦ୍ରା ଯୋଜନା ଉପରେ ଏକ କ୍ଷୁଦ୍ର ନାଟକ ପରିବେଷଣ କରାଯାଇଥିଲା।  ସୁଭଦ୍ରା ହିତାଧିକାରୀ ମାନଙ୍କ ଦ୍ଵାରା  ନାଚ ପରିବେଷଣ କରିଥିଲା। ମାନ୍ୟବର ମୁଖ୍ୟ ମନ୍ତ୍ରୀଙ୍କ ଦ୍ୱାରା କୋରାପୁଟ ଜିଲ୍ଲାର  ଜୟପୁର ଠାରେ ଅନୁଷ୍ଠିତ ହେଉଥିବା ସୁଭଦ୍ରା ଯୋଜନାର ତୃତୀୟ କିସ୍ତି ଟଙ୍କା ବିତରଣ କାର୍ଯ୍ୟକ୍ରମ ର ସିଧା ପ୍ରସାରଣ ସୁବର୍ଣ୍ଣପୁର ଜିଲ୍ଲାର ସୁଭଦ୍ରା ହିତାଧିକାରୀମାନେ ଏହି କାର୍ଯ୍ୟକ୍ରମ ମାଧ୍ୟମରେ ଦେଖିଥିଲେ। ଏହି ତୃତୀୟ କିସ୍ତି ସୁଭଦ୍ରା ଯୋଜନା ଟଙ୍କା ମଧ୍ୟ ସୁବର୍ଣ୍ଣପୁର ଜିଲ୍ଲାର ସୁଭଦ୍ରା ହିତାଧିକାରୀ ମାନଙ୍କ ବ୍ୟାଙ୍କ୍ ଖାତାରେ ଜମା ହୋଇଛି ଓ ସେମାନେ ଲଭାନ୍ଵିତ ହୋଇଛନ୍ତି। ଏହି କାର୍ଯ୍ୟକ୍ରମରେ ବିଭିନ୍ନ ସମ୍ବାଦ ପତ୍ର ଓ ଗଣମାଧ୍ୟମ ପ୍ରତିନିଧିମାନେ ଉପସ୍ଥିତଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ମହାଦେବପାଳି ଦୁର୍ଗାପୂଜା,ରାବଣ ବଧ ସହ ରାବଣରାଜ ଉଦଯାପିତ   21-Oct-2026
  ଜିଲ୍ଲା  
ମା’ ସୁରେଶ୍ୱରୀଙ୍କ ମହାଲକ୍ଷ୍ମୀ ବେଶ   21-Oct-2026
  ଜିଲ୍ଲା  
ସମଲେଇପୂଜା ଅବସରରେ ଯାଦବ ସମାଜର ବନ୍ଧୁ ମିଳନ   21-Oct-2026
  ଜିଲ୍ଲା  
କଣ୍ଟାମାଳରେ ଜମୁଛି ଶାରଦୀୟ ଦୁର୍ଗାପୂଜାର ଆସର♦️ ଆକର୍ଷଣୀୟ ତୋରଣ ଓ ରଙ୍ଗିନ ଆଲୋକମାଳାରେ ଝଲସୁଛି ଅଞ୍ଚଳ   21-Oct-2026
  ଜିଲ୍ଲା  
*ଡାବୁଗାଁ ଦୁର୍ଗାପୂଜାରେ ଶତାଧିକ ଭକ୍ତଙ୍କ ସମାଗମରେ ସମ୍ପନ୍ନ ହେଲା ପୂର୍ଣ୍ଣାହୁତି*   21-Oct-2026
  ଜିଲ୍ଲା  
*ଜିଲ୍ଲା ପୋଲିସ ପକ୍ଷରୁ ୬୬ ତମ ଶହୀଦ ସ୍ମୃତି ଦିବସ ପାଳିତ*   21-Oct-2026
  ଜିଲ୍ଲା  
*ପୋଡ଼ାଗଡ ପୀଠରେ ପାରମ୍ପରିକ ଦଶହରା ପାଳିତ*   21-Oct-2026
  ଜିଲ୍ଲା  
ଭୁବନେଶ୍ୱରରେ ବି.ଏମ୍. ଫାଉଣ୍ଡେସନ‌ ଦ୍ୱାରା ନବ ଉତ୍ସବ ଆୟୋଜନ   21-Oct-2026
  ଜିଲ୍ଲା  
ବେନିଆବନ୍ଧ ରେ ଅଶୋକ ବିଜୟା ଦଶମୀ ପାଳିତ   21-Oct-2026
  ଜିଲ୍ଲା  
ସତଲମା ରେ ସାର୍ବଜନୀନ ଦୁର୍ଗାପୂଜା ଅବସରରେ ଛପନ ଭୋଗ କାର୍ଯ୍ୟକ୍ରମ   20-Oct-2026
  ଜିଲ୍ଲା  
ଏସ୍‌ଓଏସ୍‌ ଚିଲ୍‌ଡ୍ରେନ୍‌ସ ଭିଲେଜ୍‌ରେ ପିଲାମାନଙ୍କ ସହ ବିଜୟା ଦଶମୀ ପାଳିଲେ ରାଜ୍ୟପାଳ   20-Oct-2026
  ଜିଲ୍ଲା  
ପେଶା ନିୟମ ଲାଗୁ ଓ ବ୍ରାହ୍ମଣୀଗାଁକୁ ନୂତନ ବ୍ଲକ ଗଠନ ଦାବିରେ ପଦଯାତ୍ରା ପ୍ରସ୍ତୁତି   20-Oct-2026

You Might Also Like