-+91-9937148622 |

prerana_bgr@rediffmail.com |

  Tuesday 27th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଲୋଇସିଂହା ଠାରେ ବିଜେପି ପକ୍ଷରୁ ଯଶସ୍ବୀ ପ୍ରଧାନମନ୍ତ୍ରୀ ଙ୍କ ବାପା ଓ ମା ପ୍ରତି ଅଶାଳୀନ ମନ୍ତବ୍ୟ କୁ ନେଇ କଂଗ୍ରେସ ଅଧ୍ୟକ୍ଷ ଙ୍କ ବିରୁଦ୍ଧରେ ପ୍ରତିବାଦ କାର୍ଯ୍ୟକ୍ରମ   (26-Oct-2026)       ||      ବଲାଙ୍ଗୀରିଏନ ବୀରାଙ୍ଗନା”ଅନୁଷ୍ଠାନ ପକ୍ଷରୁ ନ୍ୟୁତ୍ୟ ପ୍ରତିଯୋଗୀତା   (26-Oct-2026)       ||      ଜାତୀୟ ଲନ୍‌ବଲ୍‌ ଉଦ୍‌ଯାପିତ: ଓଡ଼ିଶାକୁ ୩ ସ୍ବର୍ଣ୍ଣ ସହ ୫ ପଦକ ରାଜେଶ୍ବରୀ ବ୍ୟକ୍ତିଗତ ବର୍ଗ, ଓଡ଼ିଶା ୧୮ବର୍ଷରୁ କମ୍‌ ବର୍ଗରେ ଓଭରଅଲ୍‌ ବିଜେତା   (26-Oct-2026)       ||      *ଡାବୁଗାଁରେ ମାଁ ଗଜଲକ୍ଷ୍ମୀ ପୂଜା ଆରମ୍ଭ*   (26-Oct-2026)       ||      ବରଗଡ଼ ଧନୁଯାତ୍ରାରୁ କଂସ ଅଭିନେତା ସୁଶିଲ ମେହେରଙ୍କ ଅବ୍ୟାହତି   (26-Oct-2026)       ||      At the Lotus Feet of Maa Mahalakshmi: A Lifelong Vow of Devotion,Duty and Surrender    (26-Oct-2026)       ||      ରାସ୍ତା କଡ଼ ରେ କଇଁଛ ଉଦ୍ଧାର କରି ବନ ବିଭାଗକୁ ହସ୍ତାନ୍ତର କଲେ ପ୍ରକୃତି ପ୍ରେମୀ ବ୍ୟାସଦେବ   (26-Oct-2026)       ||      ହେମଗିରି ବ୍ଲକ ପରିସରରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ   (26-Oct-2026)       ||      ଜିଲ୍ଲା ପ୍ରଶାସନ ପକ୍ଷରୁ ସାଧୁତା ଓ ଦୁର୍ନୀତି ନିବାରଣ ଶପଥ ପାଠ କାର୍ଯ୍ୟକ୍ରମ   (26-Oct-2026)       ||      ଫୁଲାପାଲିରେ ପ୍ରଥମ ଦଶହରା କପ୍ ଫୁଟବଲ ଉଦଯାପିତ, ଟ୍ରାଇବ୍ରେକରରେ ଜୟଦେବ ଏକାଦଶ ଚାମ୍ପିଅନ    (26-Oct-2026)       ||      ଟିଟିଲାଗଡ ଲାୟନ କ୍ଲବ ତରଫରୁ ପିସ ପୋଷ୍ଟର ପ୍ରତିଯୋଗିତା ଅନୁଷ୍ଠିତ    (26-Oct-2026)       ||      ବରପାଲି ଅଞ୍ଚଳବାସୀଙ୍କ ବହୁ ବର୍ଷର ଦାବି ପୂରଣ ହେବ♦️ ବରପାଲି ରୁ କୁମ୍ଭାରି ରାସ୍ତା ବୁରୋଗାଡ ନଦୀରେ ନିର୍ମାଣ ହେବ ହାଇଲେଭେଲ ବ୍ରିଜ    (26-Oct-2026)       ||      ସମାଜ ପାଠକ ମଂଚ’ର ବୈଠକ ଅନୁଷ୍ଠିତ   (26-Oct-2026)       ||      ଭୁବନେଶ୍ୱର ମହାନଗର ନିଗମ ୱାର୍ଡ ନମ୍ବର ୨୬ରେ ଓଜେସିର ବିଶାଳ କର୍ମକର୍ତ୍ତା ସମ୍ମିଳନୀ    (25-Oct-2026)       ||      ମୃଦୁରେଖା ଡ୍ୟାନ୍ସ ଏକାଡେମୀ’ ପକ୍ଷରୁ ସାଂସ୍କୃତିକ ମହୋତ୍ସବ ‘ମୃଦମ୍-୨୦୨୬’ ଆୟୋଜିତ   (25-Oct-2026)       ||      ସଦାଇପାଲିରେ ଆରମ୍ଭ ହେଲା ୩୦ତମ ବର୍ଷ ଗଜଲକ୍ଷ୍ମୀ ପୂଜା କଳସ ଯାତ୍ରାରେ ସାମିଲ ହେଲେ ଶତାଧିକ ମହିଳା ଓ ବ୍ରତଧାରୀ   (25-Oct-2026)       ||      ଜାତୀୟ ଲନ୍‌ବଲ୍‌: ସେମିଫାଇନାଲ୍‌ରେ ଶୁଭ୍ରାଂଶୁ, ରାଜେଶ୍ବର   (25-Oct-2026)       ||      ରାଜବୈଦ୍ୟ ଚିନ୍ତାମଣି ବେହେରା ସ୍ମୃତି ପରିଷଦ, ବଲାଙ୍ଗିରର ପଞ୍ଚମ ବାର୍ଷିକ ଉତ୍ସବ ଅନୁଷ୍ଠିତ   (25-Oct-2026)       ||      ମେରାହୁନର “ପକ୍ଷରୁ ଆର୍ଟ ଏଣ୍ଡ କ୍ରାଫ୍ଟ” ଓ ସଂପୂର୍ଣ୍ଣା ପକ୍ଷରୁ ମେହେନ୍ଦି ପ୍ରତିଯୋଗିତା   (25-Oct-2026)       ||      ରାଜବୈଦ୍ୟ ଚିନ୍ତାମଣି ବେହେରା ସ୍ମୃତି ପରିଷଦ, ବଲାଙ୍ଗିରର ପଞ୍ଚମ ବାର୍ଷିକ ଉତ୍ସବ ଅନୁଷ୍ଠିତ   (25-Oct-2026)       ||     

HOME   ଜିଲ୍ଲା

ଡଙ୍ଗରବୁଢା ପୀଠକୁ ପର୍ଯ୍ୟଟନ ସ୍ଥଳୀର ମାନ୍ୟତା ସହ ବିକାଶ ଏବଂ ଛତରଙ୍ଗ ଗୁମ୍ଫା ଡେମକୁ ଇକୋଟୁରିଜମ କରିବା ଦାବି,

13-Aug-2025



(ଅନୀଲ କୁମାର ତ୍ରିପାଠୀ)
ବଙ୍ଗୋମୁଣ୍ଡା ସାମ୍ବାଦିକ ସଂଘ ପକ୍ଷରୁ ଉପମୁଖ୍ୟମନ୍ତ୍ରୀ ଙ୍କୁ ଦାବିପତ୍ର ପ୍ରଦାନ । ବଲାଙ୍ଗୀର ଜିଲ୍ଲା ର ପ୍ରସିଦ୍ଧ ପୁଞ୍ଜିପଥର ଡଙ୍ଗରବୁଢା ପୀଠ କୁ ପର୍ଯ୍ୟଟନ ସ୍ଥଳୀର ମାନ୍ୟତା ସହ ବିକାଶ ଏବଂ ଛତରଙ୍ଗ ଗୁମ୍ଫା ଡ୍ୟାମ କୁ ଇକୋଟୁରିଜମ କରିବା ଦାବି ନେଇ ବଙ୍ଗୋମୁଣ୍ଡା ସାମ୍ବାଦିକ ସଂଘ ପକ୍ଷରୁ ବଲାଙ୍ଗୀର ଗସ୍ତ ରେ ଆସିଥିବା ଉପ ମୁଖ୍ୟମନ୍ତ୍ରୀ ପ୍ରଭାତି ପରିଡା ଙ୍କୁ ଦାବିପତ୍ର ପ୍ରଦାନ କରାଯାଇଛି।ସାମ୍ବାଦିକ ସଂଘ ର ସଭାପତି ରଶ୍ମିରଞ୍ଜନ ପୁଟେଲ ଙ୍କ ନେତୃତ୍ୱରେ ଦାବି କରାଯାଇଥିଲା । ସୂଚନା ଅନୁସାରେ ,ବଲାଙ୍ଗିର ଜିଲା କଣ୍ଟାବାଞ୍ଜି ନିର୍ବାଚନ ମଣ୍ଡଳୀରେ ଅନେକ ଐତିହାସିକ ତଥା ପର୍ଯ୍ୟଟନ ସ୍ଥଳ ରହିଛି ।ଏହାର ଭିତ୍ତିଭୂମି ବିକାଶ ସହିତ ପାରିପାର୍ଶ୍ବିକ ଉନ୍ନତି ପ୍ରତି ଦୃଷ୍ଟି ଦିଆଗଲେ ବହୁ ପର୍ଯ୍ୟଟକ ଙ୍କୁ ଆକୃଷ୍ଟ କରିବ ।ବଙ୍ଗୋମୁଣ୍ଡା-କଣ୍ଟାବାଞ୍ଜି ୪୨ ନଂ ରାଜପଥ ପାର୍ଶ୍ଵରେ ପୁଞ୍ଜିପଥର ଠାରେ ଥିବା ଡଙ୍ଗରବୁଢା ପୀଠର ବିକାଶ ଓ ପାରିପାର୍ଶ୍ବିକ ଉନ୍ନତି, ପର୍ଯ୍ୟଟକଙ୍କ ରହିବାର ବ୍ୟବସ୍ଥା ପ୍ରତି ଦୃଷ୍ଟି ଦିଆଗଲେ ପର୍ଯ୍ୟଟକ ଙ୍କ ସଂଖ୍ୟା ବହୁ ପରିମାଣରେ ବୃଦ୍ଧି ପାଇବ।ତୁରେକେଲା, ମୁରିବାହାଲ,ବଙ୍ଗୋମୁଣ୍ଡା ବ୍ଳକର ସଙ୍ଗମ ସ୍ଥଳରେ ଡଙ୍ଗରବୁଢା ପୀଠ ଅବସ୍ଥିତ। ଏବଂ ତା'ର ପ୍ରାକୃତିକ ସୌନ୍ଦର୍ଯ୍ୟ ବହୁ ଲୋକଙ୍କୁ ଟାଣି ଆଣିଥାଏ ।ପୁଞ୍ଜିପଥର ଡଙ୍ଗର ଉପରେ ଥିବା ମନ୍ଦିର କୁ ଯିବା ପାଇଁ ଆହୁରି ସୁବ୍ୟବସ୍ଥା, ଆଲୋକିକରଣ, ପାନୀୟ ଜଳର ବ୍ୟବସ୍ଥା, ପର୍ଯ୍ୟଟକ ଙ୍କ ପାଇଁ ବିଶ୍ରାମଗାର, ଶୌଚାଳୟ ଆଦି ଦିଗରେ ପଦକ୍ଷେପ ନେଲେ ରାଜ୍ୟର ଏକ ପ୍ରମୁଖ ପର୍ଯ୍ୟଟନ ସ୍ଥଳ ହୋଇପାରିବ। ବଙ୍ଗୋମୁଣ୍ଡା ବ୍ଳକ ଜୁରାବନ୍ଧ ପଞ୍ଚାୟତ ଛତରଙ୍ଗ ଗ୍ରାମରେ ଥିବା ଗୁମ୍ଫା ଡ୍ୟାମ କୁ ଇକୋ ଟୁରିଜମ କରାଯାଉ ।ପାହାଡ଼ ରୁ ବହି ଆସିଥିବା ଚାମସିଲେଟ ଝରଣା ଜଳକୁ ଆବଦ୍ଧ କରି ୧୯୮୫ ମସିହାରେ ଗୁମ୍ଫା ଡ୍ୟାମର ନିର୍ମାଣ ସମ୍ପୂର୍ଣ୍ଣ ହୋଇଥିଲା ।ନୈସର୍ଗିକ ପ୍ରାକୃତିକ ପରିବେଶରେ ମଧ୍ୟରେ ଥିବା ଏହି ଗୁମ୍ଫା ଡ୍ୟାମ କୁ ବହୁ ପର୍ଯ୍ୟଟକ ଆସିଥାନ୍ତି ।ଇକୋଟୁରିଜମ ଭାବରେ ଏହି ଡ୍ୟାମ ର ଉନ୍ନତି କରାଗଲେ ବଲାଙ୍ଗିର ଜିଲ୍ଲାର ଉପାନ୍ତ ଏହି ଅଞ୍ଚଳକୁ ଅନେକ ପର୍ଯ୍ୟଟକ ଆସିପାରିବେ ।ପର୍ଯ୍ୟଟନ ର ବିକାଶ ସହିତ ଅଞ୍ଚଳରେ ଜୀବନ ଜୀବିକା କ୍ଷେତ୍ରରେ ମଧ୍ଯ ସୁଧାର ଆସିପାରିବ । ଦାବିପତ୍ର ଦେବା ସମୟ ରେ କଣ୍ଟାବାଞ୍ଜି ବିଧାୟକ ଲକ୍ଷ୍ମଣ ବାଗ, ସଂଘ ର ସମ୍ପାଦକ ହୁଲେଶ୍ୱର ହଂସ, କାର୍ଯ୍ୟକାରୀ ସଭାପତି ଅଶୋକ ନାରାୟଣ ଭୋଇ, ଉପସଭାପତି ଅନିଲ ତ୍ରିପାଠୀ, କୋଷାଧ୍ୟକ୍ଷ ଦୀପକ ଯାଦବ, ସଦସ୍ୟ ନାରାୟଣ ମିଶ୍ର, ନିତ୍ୟାନନ୍ଦ ପୃସେଠ, ରାଧେଶ୍ୟାମ ମେହେର ପ୍ରମୁଖ ଙ୍କ ସହ ଅନ୍ୟ ମାନେ ଉପସ୍ଥିତ ଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଲୋଇସିଂହା ଠାରେ ବିଜେପି ପକ୍ଷରୁ ଯଶସ୍ବୀ ପ୍ରଧାନମନ୍ତ୍ରୀ ଙ୍କ ବାପା ଓ ମା ପ୍ରତି ଅଶାଳୀନ ମନ୍ତବ୍ୟ କୁ ନେଇ କଂଗ୍ରେସ ଅଧ୍ୟକ୍ଷ ଙ୍କ ବିରୁଦ୍ଧରେ ପ୍ରତିବାଦ କାର୍ଯ୍ୟକ୍ରମ   26-Oct-2026
  ଜିଲ୍ଲା  
ବଲାଙ୍ଗୀରିଏନ ବୀରାଙ୍ଗନା”ଅନୁଷ୍ଠାନ ପକ୍ଷରୁ ନ୍ୟୁତ୍ୟ ପ୍ରତିଯୋଗୀତା   26-Oct-2026
  ଜିଲ୍ଲା  
ଜାତୀୟ ଲନ୍‌ବଲ୍‌ ଉଦ୍‌ଯାପିତ: ଓଡ଼ିଶାକୁ ୩ ସ୍ବର୍ଣ୍ଣ ସହ ୫ ପଦକ ରାଜେଶ୍ବରୀ ବ୍ୟକ୍ତିଗତ ବର୍ଗ, ଓଡ଼ିଶା ୧୮ବର୍ଷରୁ କମ୍‌ ବର୍ଗରେ ଓଭରଅଲ୍‌ ବିଜେତା   26-Oct-2026
  ଜିଲ୍ଲା  
*ଡାବୁଗାଁରେ ମାଁ ଗଜଲକ୍ଷ୍ମୀ ପୂଜା ଆରମ୍ଭ*   26-Oct-2026
  ଜିଲ୍ଲା  
ବରଗଡ଼ ଧନୁଯାତ୍ରାରୁ କଂସ ଅଭିନେତା ସୁଶିଲ ମେହେରଙ୍କ ଅବ୍ୟାହତି   26-Oct-2026
  ରାଜ୍ୟ  
At the Lotus Feet of Maa Mahalakshmi: A Lifelong Vow of Devotion,Duty and Surrender   26-Oct-2026
  ଜିଲ୍ଲା  
ରାସ୍ତା କଡ଼ ରେ କଇଁଛ ଉଦ୍ଧାର କରି ବନ ବିଭାଗକୁ ହସ୍ତାନ୍ତର କଲେ ପ୍ରକୃତି ପ୍ରେମୀ ବ୍ୟାସଦେବ   26-Oct-2026
  ଜିଲ୍ଲା  
ହେମଗିରି ବ୍ଲକ ପରିସରରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ   26-Oct-2026
  ଜିଲ୍ଲା  
ଜିଲ୍ଲା ପ୍ରଶାସନ ପକ୍ଷରୁ ସାଧୁତା ଓ ଦୁର୍ନୀତି ନିବାରଣ ଶପଥ ପାଠ କାର୍ଯ୍ୟକ୍ରମ   26-Oct-2026
  ଜିଲ୍ଲା  
ଫୁଲାପାଲିରେ ପ୍ରଥମ ଦଶହରା କପ୍ ଫୁଟବଲ ଉଦଯାପିତ, ଟ୍ରାଇବ୍ରେକରରେ ଜୟଦେବ ଏକାଦଶ ଚାମ୍ପିଅନ   26-Oct-2026
  ଜିଲ୍ଲା  
ଟିଟିଲାଗଡ ଲାୟନ କ୍ଲବ ତରଫରୁ ପିସ ପୋଷ୍ଟର ପ୍ରତିଯୋଗିତା ଅନୁଷ୍ଠିତ    26-Oct-2026
  ଜିଲ୍ଲା  
ବରପାଲି ଅଞ୍ଚଳବାସୀଙ୍କ ବହୁ ବର୍ଷର ଦାବି ପୂରଣ ହେବ♦️ ବରପାଲି ରୁ କୁମ୍ଭାରି ରାସ୍ତା ବୁରୋଗାଡ ନଦୀରେ ନିର୍ମାଣ ହେବ ହାଇଲେଭେଲ ବ୍ରିଜ   26-Oct-2026

You Might Also Like