-+91-9937148622 |

prerana_bgr@rediffmail.com |

  Saturday 31st October 2026 |

| | | |

R.N.I. Regd No. ODIODI/2010/46693

Breaking News

ମାନ୍ୟବର କେନ୍ଦ୍ରମନ୍ତ୍ରୀ ଡା. ବୀରେନ୍ଦ୍ର କୁମାରଙ୍କ ସିଆରସି ପରିଦର୍ଶନ   (30-Oct-2026)       ||      ଦିବ୍ୟାଙ୍ଗ ବ୍ୟକ୍ତିମାନଙ୍କ ସଶକ୍ତିକରଣ, ପୁନର୍ବାସ ଓ ସେମାନଙ୍କୁ ସ୍ୱାବଲମ୍ବୀ କରିବା ଉଦ୍ଦେଶ୍ୟରେ ବିଭିନ୍ନ କାର୍ଯ୍ୟକ୍ରମ    (30-Oct-2026)       ||      ସୁନ୍ଦରଗଡରେ ପିଏମ୍‌ କିଷାନ ଉତ୍ସବ ପାଳନ ପାଳିତ ଏବଂ ୨୪ତମ କିସ୍ତି ପ୍ରଦାନ   (30-Oct-2026)       ||      ଖାଲି ରାସ୍ତାରେ ଗାଡି ଦେଖି କଣ୍ଟାବାଞ୍ଜି ଏସଡିପିଓଙ୍କ ଫୋର୍ସ ପ୍ରଦର୍ଶନ !   (30-Oct-2026)       ||      ୧୦କୋଟି ଟଙ୍କାର ନିର୍ମାଣହେବ ୨କିମିର ରାସ୍ତା   (30-Oct-2026)       ||      ଭୋଟ ବଞ୍ଚାଅ ଦେଶ ବଞ୍ଚାଅ କୁ ନେଇ ର ସାମ୍ବାଦିକ ସମ୍ବିଳନୀ    (30-Oct-2026)       ||      ଦୁର୍ଘଟଣା ପିଛା ଛାଡୁ ନାହିଁ,ପୁଣି ସେହି ପାଉଁଶ ବୋଝେଇ ଗାଡି ପାଉଁଶ ବୋଝେଇ ଗାଡି ଦୁର୍ଘଟଣା ଗ୍ରସ୍ତ, ଭାଙ୍ଗିଲା ବ୍ୟାଙ୍କର ଗେଟ୍   (30-Oct-2026)       ||      ଏସଆରସି କଂଟ୍ରୋଲ ରୁମରେ ସ୍ଥିତି  ଗଂଜାମ ଓ ଗଜପତି ଜିଲ୍ଲାର ସ୍ଥିତି ସମୀକ୍ଷା♦️  ବାତ୍ୟା ପରବର୍ତ୍ତୀ ସ୍ଥିତିର ନିରନ୍ତର ଅନୁଧ୍ୟାନ ଓ ଜନସାଧାରଣଙ୍କ ସୁରକ୍ଷାକୁ ଗୁରୁତ୍ୱ    (29-Oct-2026)       ||      କଲେଜଛକ କଲ୍ୟାଣମଣ୍ଡପରେ ଚିତ୍ରକଳା ଓ ମଣ୍ଡାପିଠା ତିଆରି ପ୍ରତିଯୋଗିତା ଅନୁଷ୍ଠିତ   (29-Oct-2026)       ||      ସ୍ୱାସ୍ଥ୍ୟ ମନ୍ତ୍ରୀ ଓ ଯାଜପୁର ସାଂସଦଙ୍କ ସରକାର - ବିରୋଧୀ ଆଭିମୁଖ୍ୟକୁ ୮୦ ଲକ୍ଷ ପ୍ରକୃତ ଅନୁସୂଚିତ ଜାତି ଆନ୍ଦୋଳନ ଧମକ ସରକାରୀ ସୁପାରିଶ ବନାମ ରାଜନୈତିକ ହସ୍ତକ୍ଷେପ - କେକେଡି ବିରୋଧୀ ଲଢେଇ ଅଲ୍ ଓଡିଶା କେଉଁତ, କୌବର୍ତ୍ତ ଓ ଧୀବର ହଟାଓ ଆକ୍ସନ କମିଟି, ବଲାଙ୍ଗିର   (29-Oct-2026)       ||      ବୀରମୁଣ୍ଡାରେ ପାୱାର୍ ଗ୍ରୀଡ଼୍ କର୍ପୋରେସନ୍ ଅଫ୍ ଇଣ୍ଡିଆ ଲିମିଟେଡ଼୍ ବଲାଙ୍ଗିର ସବ୍‌ସେଷ୍ଟସନ ପକ୍ଷରୁ ଗ୍ରାମସଭା ଆୟୋଜିତ   (29-Oct-2026)       ||      ଅମଳ ବେଳେ ବାତ୍ୟା ମାଡ଼, ଉଜାଡ଼ିଲା ଚାଷୀଙ୍କ ସ୍ୱପ୍ନ : ପନିପରିବା ସହ ଧାନ ଫସଲ ନଷ୍ଟ ଆଶଙ୍କା, କ୍ଷୟକ୍ଷତି ଆକଳନ କରି ସହାୟତା ଦେବାକୁ ଦାବି   (29-Oct-2026)       ||      କଳା ଜଗତର ସର୍ବଶ୍ରେଷ୍ଠ କଳା ହେଉଛି ପାଲା : ଗୁରୁ ପାର୍ବତୀ ଭୋଇ   (29-Oct-2026)       ||      ମହଦାରେ ଦୁଇ ଟ୍ରକ୍ ମଧ୍ୟରେ ଭୟଙ୍କର ଧକ୍କା, ଗ୍ରାମବାସୀ ଓ ଉଦ୍ଧାରକାରିଙ୍କ ତତ୍ପରତାରେ ବଞ୍ଚିଗଲା ଜୀବନ   (29-Oct-2026)       ||      ବରଗଡ଼ ନଦୀପଡ଼ା ରେ ଗଜଲକ୍ଷ୍ମୀ ପୂଜା   (29-Oct-2026)       ||      ବଲାଙ୍ଗୀର ସହରର ରୁଗୁଡି ପଡା ଓ ନାଲଖଣ୍ଡି ପଡା ଠାରେ ମାଁ ଗଜଲକ୍ଷ୍ମୀଙ୍କ ପୂଜା ଧୁମଧାମ ରେ ପାଳିତ   (29-Oct-2026)       ||      ଟିଟିଲାଗଡ ଓମ୍ ଭ୍ୟାଲି ସ୍କୁଲ୍‌ରେ ଆସନ୍ତା କାଲି ଅନୁଷ୍ଠିତ ହେବ କ୍ୟାରିୟର ମେଳା - ଯୋଗଦେବେ ଦେଶର ୧୦ଟି ପ୍ରମୁଖ ବିଶ୍ୱବିଦ୍ୟାଳୟର ଛାତ୍ରଛାତ୍ରୀ    (29-Oct-2026)       ||      ବରୀ ବ୍ଲକରେ ଶିଶୁ ଶ୍ରମିକ ଚିହ୍ନଟ ଓ ଉଦ୍ଧାର ନିମନ୍ତେ ମିଳିତ ଚଢ଼ାଉ ଅଭିଯାନ   (29-Oct-2026)       ||      ପୁରୁଣା ସରକାରୀ ଡାକ୍ତରଖାନା ଷ୍ଟାଫ କ୍ୱାର୍ଟର ମରାମତିରେ ଚରମ ଅବହେଳା - ଅସମ୍ପୂର୍ଣ୍ଣ କାମ ଯୋଗୁଁ ଡାକ୍ତରଙ୍କ ପରିବାର ହେଉଛନ୍ତି ଅସୁବିଧାର ସମ୍ମୁଖୀନ    (29-Oct-2026)       ||      ପିପି ଏକାଡେମୀ ରେ ସଙ୍ଗୀତ ଓ କଲେଜଛକ କଲ୍ୟାଣ ମଣ୍ଡପ ରେ ରଙ୍ଗୋଲି ଲି ପ୍ରତିଯୋଗିତା   (28-Oct-2026)       ||     

HOME   ରାଜ୍ୟ

୭୯ତମ ରାଜ୍ୟସ୍ତରୀୟ ସ୍ୱାଧୀନତା ଦିବସ ପାଳିତ, ଅଭିବାଦନ ଗ୍ରହଣ କଲେ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ

15-Aug-2025



ଭୁବନେଶ୍ୱର(ପ୍ରେରଣା ଖବର): ୭୯ ତମ ରାଜ୍ୟସ୍ତରୀୟ ସ୍ୱାଧୀନତା ଦିବସ ରାଜଧାନୀ ଭୁବନେଶ୍ୱରର ଗାନ୍ଧୀମାର୍ଗରେ ଅନୁଷ୍ଠିତ ହୋଇଯାଇଛି । ଏଥିରେ ମୁଖ୍ୟ ଅତିଥି ରୂପେ ଓଡ଼ିଶାର ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଯୋଗଦେଇ ଜାତୀୟ ପତାକା ଉତ୍ତୋଳନ କରିବା ସହ ସମ୍ମିଳିତ ପ୍ୟାରେଡ୍‌ରେ ଅଭିବାଦନ ଗ୍ରହଣ କରିଥିଲେ । ଅନ୍ୟତମ ଅତିଥି ରୂପେ ମୁଖ୍ୟ ଶାସନ ସଚିବ ଶ୍ରୀ ମନୋଜ ଆହୁଜା, ଉନ୍ନୟନ କମିଶନର ଶ୍ରୀମତୀ ଅନୁ ଗର୍ଗ, ପୁଲିସ ଡିଜି ଶ୍ରୀ ୱାଇ ବି ଖୁରାନିଆ, ଅତିରିକ୍ତ ମୁଖ୍ୟ ଶାସନ ସଚିବ, ଗୃହ ବିଭାଗ ଶ୍ରୀ ସତ୍ୟବ୍ରତ ସାହୁ, ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ହେମନ୍ତ ଶର୍ମା ଓ ଅନ୍ୟ ବିଭାଗର ପ୍ରମୁଖ ଶାସନ ସଚିବ ଓ ବରିଷ୍ଠ ଅଧିକାରୀ ଓ ମାନ୍ୟଗଣ୍ୟ ବ୍ୟକ୍ତି ଓ ବହୁ ସଂଖ୍ୟାରେ ଜନତା ଉପସ୍ଥିତ ଥିଲେ । 

ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଜାତିର ପିତା ମହାତ୍ମା ଗାନ୍ଧୀ ଓ ଦେଶର ସ୍ୱାଧୀନତା ନିମନ୍ତେ ପ୍ରାଣବଳୀ ଦେଇଥିବା ସଂଗ୍ରାମୀମାନଙ୍କୁ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିବା ପରେ ଉପସ୍ଥିତ ଜନସାଧାରଣଙ୍କୁ ଉଦ୍‌ବୋଧନ ଦେଇ କହିଲେ ଯେ ଆଜିର ଦିନ ସ୍ୱାଧୀନତା ଦିବସ ପାଳନ କରିବା ପାଇଁ କେବଳ ଏକ ପ୍ରତୀକାତ୍ମକ ଉତ୍ସବ ନୁହେଁ । ଆଜିର ଦିନ ଆମକୁ କଷ୍ଟଲବ୍ଧ ସ୍ୱାଧୀନତା ବିଷୟରେ ସଚେତନ କରିବା ସହିତ ଦେଶର ଏକତା ଓ ଅଖଣ୍ଡତା ଓ ସାର୍ବଭୌମତ୍ୱକୁ ବଜାୟ ରଖିବା ପାଇଁ ପ୍ରତି ମୂହୁର୍ତ୍ତରେ ସ୍ମରଣ କରାଇ ଥାଏ । ଆତଙ୍କବାଦ ବିରୁଦ୍ଧରେ ଦେଶର ନୀତି ଆହୁରି ଦୃଢ ଓ କଠୋର 

ହୋଇଛି । ଗତ ଏପ୍ରିଲ ୨୨ ତାରିଖର ପହଲଗାମଠାରେ ଯେପରି ଭାବେ ନିରୀହ ଲୋକଙ୍କୁ ଧର୍ମ ପଚାରି ବର୍ବୋରୋଚିତ ଭାବେ ହତ୍ୟା କରାଗଲା, ତାହା କେବଳ ଏକ ସାଧାରଣ ଆତଙ୍କୀ ଆକ୍ରମଣ ନ ଥିଲା, ଏହା ଭାରତର ଜାତୀୟତା, ସାର୍ବଭୌମତ୍ୱ ଏବଂ ଅଖଣ୍ଡତା ଉପରେ ଆକ୍ରମଣ ଥିଲା । ଯଶସ୍ୱୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଜୀଙ୍କ ନେତୃତ୍ୱରେ ଭାରତୀୟ ସେନା ‘ଅପରେସନ ସିନ୍ଦୁର’ ଜରିଆରେ ତା’ର ଉପଯୁକ୍ତ ଜବାବ୍‌ ଦେଇଥିଲା । ସେଥିପାଇଁ ପ୍ରଧାନମନ୍ତ୍ରୀଙ୍କ ଦୃଢ ନେତୃତ୍ୱକୁ ସମ୍ମାନ ଜଣାଇବା ସହିତ ମୁଖ୍ୟମନ୍ତ୍ରୀ ଭାରତୀୟ ସେନା ବାହିନୀର ବୀରତ୍ୱକୁ ପ୍ରଶଂସା କରିଥିଲେ । 

ମୁଖ୍ୟମନ୍ତ୍ରୀ ପୁଣି କହିଥିଲେ ଯେ ଗତ ଚଉଦ ମାସ ହେବ ଓଡିଶା ବିକାଶର ଏକ ନୂଆ ଯାତ୍ରାରେ ସାମିଲ ହୋଇଛି । ମହିଳା, ଅନ୍ନଦାତା, ଗରିବ ଏବଂ ଯୁବବର୍ଗଙ୍କ ସହଯୋଗରେ ଏହାର ସଫଳ ରୂପାୟନ ପାଇଁ ସରକାର ଜୀବନଜୀବିକା, ଭିତ୍ତିଭୂମି, ସାମାଜିକ ବିକାଶ ଓ ସଶକ୍ତି କରଣ ଏବଂ ଓଡିଆ ଅସ୍ମିତା ଉପରେ ପ୍ରାଧାନ୍ୟ ଦେଉଛନ୍ତି । କୃଷି ଉଦ୍ୟୋଗ ପ୍ରତିଷ୍ଠା ପାଇଁ ମୁଖ୍ୟମନ୍ତ୍ରୀ କୃଷି ଉଦ୍ୟୋଗ ଯୋଜନାରେ ଏକ କୋଟି ପର୍ଯ୍ୟନ୍ତ ସହାୟତା ଯୋଗାଇ ଦିଆ ଯାଉଛି । ଜୀବନଜୀବିକାର ଆଉ ଏକ ଦିଗ ହେଉଛି ଶିଳ୍ପାୟନ । ଆମ ସରକାର ଆସିବା ପରେ ଶିଳ୍ପନୀତିରେ ଆମୂଳଚୁଳ ପରିବର୍ତ୍ତନ କରାଯାଇ ପୁଞ୍ଜିବିନିଯୋଗ କ୍ଷେତ୍ରରେ ଏକ ନୂଆ ଇତିହାସ ସୃଷ୍ଟି କରିଛି । ୧୭ ଲକ୍ଷ କୋଟି ଟଙ୍କାର ପୁଞ୍ଜି ପ୍ରସ୍ତାବ ଏବଂ ୧୩ ଲକ୍ଷ ନିଯୁକ୍ତି ସହିତ ଏହି କାର୍ଯ୍ୟକ୍ରମ ପୂର୍ବର ସବୁ ରେକର୍ଡକୁ ଭାଙ୍ଗି ଦେଇଛି । ପ୍ରମାଣ ସ୍ୱରୂପ ଗତ ଛଅ-ସାତ ମାସ ମଧ୍ୟରେ ଓଡ଼ିଶାରେ ୬୦ରୁ ଅଧିକ ଶିଳ୍ପ ସ୍ଥାପନ କରାଯାଇ ଏକ ଲକ୍ଷ ୮୦ ହଜାର କୋଟିରୁ ଅଧିକ ଟଙ୍କାର ପୁଞ୍ଜିିବିନିଯୋଗ କରାଯାଇ ଏକ ଲକ୍ଷରୁ ଅଧିକ ନିଯୁକ୍ତି ସୁଯୋଗ ସୁନିଶ୍ଚିତ କରାଯାଇଛି । ସରକାରଙ୍କ ଦ୍ୱାରା ପ୍ରଣୟନ କରାଯାଇଥିବା ବିଭିନ୍ନ ଯୋଜନାର ଲାଭ ଉଠାଇ ଆତ୍ମନିର୍ଭରଶୀଳ ହେବା ପାଇଁ ମୁଖ୍ୟମନ୍ତ୍ରୀ ସମସ୍ତଙ୍କୁ ଅନୁରୋଧ କରିଥିଲେ । 

ମାନ୍ୟବର ମୁଖ୍ୟମନ୍ତ୍ରୀ କହିଥିଲେ ଯେ ରାଜ୍ୟବାସୀଙ୍କ ଆଶା ଆକାଂକ୍ଷା ପୂରଣ କରିବାରେ, ରାଜ୍ୟ ସରକାର ସଂପୂର୍ଣ୍ଣ ଭାବେ ସଫଳ ହୋଇଛି । ସଂଗଠିତ ଅପରାଧ ଉପରେ ସ୍ୱତନ୍ତ୍ର ଆଇନ ଅଣାଯିବା ସହ ଦୁର୍ନୀତି ଉପରେ ଶୂନ୍ୟ ସହନଶୀଳତା ନୀତି ଅବଲମ୍ବନ କରାଯିବ । ଓଡ଼ିଶାରେ ଆଗାମୀ ଦଶନ୍ଧି ପାଇଁ ସେ ସରକାରଙ୍କ ଦୃଷ୍ଟିକୋଣର ରୂପରେଖ ଦେଇ କହିଲେ ଯେ ରାଜ୍ୟ ୨୦୩୬ ସୁଦ୍ଧା ଭାରତର ଶ୍ରେଷ୍ଠ ପାଞ୍ଚଟି ଅର୍ଥନୀତିରେ ପ୍ରବେଶ କରିବାକୁ ଯାଉଛି । ଓଡ଼ିଶାକୁ ଏକ ଔଷଧ କେନ୍ଦ୍ର ଏବଂ ସେମିକଣ୍ଡକଫର ଉତ୍ପାଦନର ଏକ ପ୍ରମୁଖ କେନ୍ଦ୍ର ରୂପେ ପରିଗଣିତ କରାଯିବା ସହ ୩.୫ ଲକ୍ଷରୁ ଅଧିକ ନିଯୁକ୍ତିସୁଯୋଗ ସୃଷ୍ଟି କରାଯିବ । ମହିଳା ବିରୋଧୀ ଅପରାଧ ପାଇଁ ଶୂନ୍ୟ ସହନଶୀଳତା ଗ୍ରହଣ କରାଯାଇ ସମସ୍ତ ଉଚ୍ଚଶିକ୍ଷା ପ୍ରତିଷ୍ଠାନରେ ଦ୍ରୁତ ଅଭିଯୋଗ ସମାଧାନ ବ୍ୟବସ୍ଥାକୁ ତ୍ୱରାନ୍ୱିତ କରାଯାଇଛି । ଛାତ୍ରୀମାନଙ୍କୁ ଏକ ସୁରକ୍ଷିତ ବାତାବରଣ ପ୍ରଦାନ କରିବା ପାଇଁ ‘ଶକ୍ତିଶ୍ରୀ’ କାର୍ଯ୍ୟକ୍ରମ ଲାଗୁ କରାଯିବା ପାଇଁ ପ୍ରକ୍ରିୟା ଆରମ୍ଭ ହୋଇଛି । ନିଯୁକ୍ତି କ୍ଷେତ୍ରରେ ପ୍ରାରମ୍ଭିକ ୬୫,୦୦୦ ଲକ୍ଷ୍ୟକୁ ଅତିକ୍ରମ କରି ଏବେ ଦୁଇ ବର୍ଷ ମଧ୍ୟରେ ୮୫,୦୦୦ ସରକାରୀ ପଦବୀ ପୂରଣ ହେବାକୁ ଯାଉଛି । ଭୋକାଲ୍‌ ଫର୍‌ ଲୋକାଲ୍‌କୁ ସମର୍ଥନ କରି ସପ୍ତାହରେ ଅତି କମରେ ଥରେ ହସ୍ତତନ୍ତ ପୋଷାକ ପିନ୍ଧିବାକୁ ସେ ଓଡ଼ିଶାବାସୀଙ୍କୁ ଆହ୍ୱାନ ଦେଇଥିଲେ । ଜଗନ୍ନାଥ ଧାମକୁ ଏକ ବିଶ୍ୱସ୍ତରୀୟ ଧାର୍ମିକ ଏବଂ ସାଂସ୍କୃତିକ ଗନ୍ତବ୍ୟସ୍ଥଳରେ ପରିଣତ କରିବା ସହ ପୁରୀକୁ ଏକ ମହାନଗର ନିଗମ କରିବା ପାଇଁ ସରକାର ପ୍ରତିବଦ୍ଧ ବୋଲି ସେ ଉଲ୍ଲେଖ କରିଥିଲେ । କର୍ତ୍ତବ୍ୟ ପାଳନ ସମୟରେ ପ୍ରାଣବଳୀ ଦେଇଥିବା ସୁରକ୍ଷା କର୍ମଚାରୀମାନଙ୍କୁ ସମ୍ମାନ ଜଣାଇବା ପାଇଁ ଏକ ପୋଲିସ ସ୍ମାରକୀ ଘୋଷଣା କରାଯାଇଛି, ଯାହା ସେମାନଙ୍କର ତ୍ୟାଗ ଓ ବଳିଦାନ ପାଇଁ ହେବ ଶ୍ରେଷ୍ଠ ନିଦର୍ଶନ । କୃଷି, ଶିକ୍ଷା, ସ୍ୱାସ୍ଥ୍ୟ, ଗମନାଗମନ, ଭିତ୍ତିଭୂମି, ପରିବେଶ, ଐତିହ୍ୟ, ସଂସ୍କୃତି, ଏହି ସମସ୍ତ କ୍ଷେତ୍ରରେ ସରକାର ଧ୍ୟାନଦେବା ପୂର୍ବକ ଓଡ଼ିଶା ପ୍ରଦେଶ ଗଠନର ୧୦୦ ବର୍ଷ ପୂର୍ତ୍ତି ୨୦୩୬କୁ ଦୃଷ୍ଟିରେ ରଖି ବିଭିନ୍ନ କ୍ଷେତ୍ରରେ ବିକାଶ ପାଇଁ ସରକାର ୩୬ଟି ସ୍ୱତନ୍ତ୍ର କାର୍ଯ୍ୟକ୍ରମ ପ୍ରସ୍ତୁତ କରିଛନ୍ତି । ପରିବେଶର ସୁରକ୍ଷାକୁ ଦୃଷ୍ଟିରେ ରଖି ‘ଏକ ପେଡ୍‌ ମା କେ କେ ନାମ’ ଅଧୀନରେ ପିଏମ ମୋଦୀଙ୍କ ୭୫ ତମ ଜନ୍ମଦିନରେ ସାରା ରାଜ୍ୟରେ ୭୫ ଲକ୍ଷ ଗଛ ଲଗାଯିବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଥିଲେ ।

ଏହି ଅବସରରେ ଗାନ୍ଧୀମାର୍ଗଠାରେ ଅନୁଷ୍ଠିତ ପ୍ୟାରେଡ୍‌ ୫୦ ଟି ପ୍ଲାଟୁନ ଅଂଶଗ୍ରହଣ କରିଥିଲେ । ଏହି ପ୍ଲାଟୁନଗୁଡିକ ମଧ୍ୟରେ ୧୨୦ ବାଟାଲିୟନ, ସୀମା ସୁରକ୍ଷା ବଳ, ସିଆରପିଏଫ, ଆଇଟିବିପି, ଏସଓଜି ଚନ୍ଦକା, ଆନ୍ଧ୍ରପ୍ରଦେଶ ସଶସ୍ତ୍ର ପୁଲିସ ବାହିନୀ, ଭୁବନେଶ୍ୱରସ୍ଥିତ ବିଭିନ୍ନ ସ୍କୁଲର ଏନସିସି, ସ୍କାଉଟ ଓ ଗାଇଡ, ରେଡ୍‌କ୍ରସ ପ୍ରଭୃତି ଯୋଗଦେଇଥିଲେ । ଭାରତୀୟ ପୋଲିସ ସେବା ଅଧିକାରୀ ଅନନ୍ୟା ଅବସ୍ଥି ପ୍ୟାରେଡ୍‌ ପରିଚାଳନା କରିଥିଲେ । 

୨୦୨୫ ଜାନୁଆରୀ ୨୬ରେ ଅନୁଷ୍ଠିତ ପରେଡ୍‌ରେ ଭାଗ ନେଇଥିବା ପ୍ଲାଟୁନମାନଙ୍କୁ ମଧ୍ୟରୁ ଶ୍ରେଷ୍ଠ ବିବେଚିତ ହୋଇଥିବା ପ୍ଲାଟୁନମାନଙ୍କୁ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ପୁରସ୍କାର ପ୍ରଦାନ କରିଥିଲେ । ସର୍ବୋତ୍ତମ ୟୁନିଫର୍ମ ସଶସ୍ତ୍ର ବାହିନୀ ପାଇଁ ସେଣ୍ଟ୍ରାଲ ରିଜର୍ଭ ପୋଲିସ ଫୋର୍ସ, ଶ୍ରେଷ୍ଠ ରାଜ୍ୟ ସଶସ୍ତ୍ର ପ୍ଲାଟୁନ୍‌ ଭାବେ ଭୁବନେଶ୍ୱର ଚନ୍ଦକାର ଏସ୍‌ଓଜି, ଏନସିସିରେ ଶ୍ରେଷ୍ଠ ସିନିୟର ବିଭାଗରେ ଏନସିସି ବାଳକ ଓ ବାଳିକା ପ୍ଲାଟୁନ, ଶ୍ରେଷ୍ଠ କନିଷ୍ଠ ଏନ୍‌ସିସି ବିଭାଗରେ ସୈନିକ ସ୍କୁଲ ଭୁବନେଶ୍ୱର ଓ ଶ୍ରେଷ୍ଠ ଅଣ-ଏନ୍‌ସିିସି ସ୍କୁଲରେ ବାଳକ ବିଭାଗରେ ବିଜେଇଏମ୍‌ ସ୍କୁଲ, କଳ୍ପନା ଛକ ଓ ବାଳିକା ବିଭାଗରେ ବିଜେଇଏମ୍‌ ସ୍କୁଲ, ଭୁବନେଶ୍ୱର, ଶ୍ରେଷ୍ଠ ସ୍କୁଲ ବ୍ୟାଣ୍ଡରେ କ୍ୟାପିଟାଲ୍‌ ଗାର୍ଲସ୍‌ ହାଇସ୍କୁଲ, ୟୁନିଟ୍‌-୨ ପୁରସ୍କୃତ ହୋଇଥିଲେ । ସେହିପରି ୨୦୨୫ ଜାନୁଆରୀ ୨୬ରେ ଅନୁଷ୍ଠିତ ସାଧାରଣତନ୍ତ୍ର ଦିବସରେ ଭାଗ ନେଇଥିବା ପ୍ରଜ୍ଞାପନ ମେଢ଼ମାନଙ୍କୁ ପୁରସ୍କୃତ କରାଯାଇଥିଲା । ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ବିଭାଗର ‘ଜିଆଇ ଟ୍ୟାଗ୍‌ ଉତ୍ପାଦ’ ପ୍ରଥମ ପୁରସ୍କାର ପାଇଥିବାବେଳେ ଗୃହନିର୍ମାଣ ଓ ନଗର ଉନ୍ନୟନ ବିଭାଗ ‘ସହରାଞ୍ଚଳ ପରିବହନ’ ପାଇଁ ଦ୍ୱିତୀୟ ପୁରସ୍କାର ପାଇଥିଲେ । ସେହିପରି ବାଣିଜ୍ୟ ଓ ପରିବହନ ବିଭାଗର ‘ମଲଫିମୋଡାଲ ଟ୍ରାନ୍ସପୋର୍ଟ’ ତୃତୀୟ ପୁରସ୍କାର ପାଇଥିଲେ । 

ମୁଖ୍ୟମନ୍ତ୍ରୀଙ୍କ ଉଦ୍‌ବୋଧନ ସମାପ୍ତ ହେବା ପରେ ପ୍ୟାରେଡ୍‌ କମାଣ୍ଡର କ୍ୱାମୀନାରା ଓ ଜୟହିନ୍ଦ୍‌ର ଧ୍ୱନୀ ଦେଇଥିଲେ । ଉତ୍ସବସ୍ଥଳରୁ ସମସ୍ତ ପ୍ୟାରେଡ୍‌ ଦଳ ପ୍ରସ୍ଥାନ କରିଥିଲେ ଓ ମୁଖ୍ୟମନ୍ତ୍ରୀ ମଞ୍ଚରୁ ପ୍ରସ୍ଥାନ କରିଥିଲେ । 

ସୂଚନା ଓ ଲୋକସଂପର୍କ ବିଭାଗର ନିର୍ଦ୍ଦେଶକ ଶ୍ରୀ ଅନୁଜ କୁମାର ଦାସ ପଟ୍ଟନାୟକ ଏବଂ ନିର୍ଦ୍ଦେଶକ (ବୈଷୟିକ) ଶ୍ରୀ ଗୁର୍‌ବୀର ସିଂହ ତଥା ବିଭାଗର ସମସ୍ତ ଅଧିକାରୀ ପ୍ରମୁଖ ଉପସ୍ଥିତ ଥିଲେ । ଓଡ଼ିଆ ଅସ୍ମିତାର ନିଦର୍ଶନ ରୂପେ ଉତ୍ସବସ୍ଥଳକୁ ବରପୁତ୍ରମାନଙ୍କର ଫଟୋଚିତ୍ରରେ ସୁସଜ୍ଜିତ କରାଯାଇଥିଲା । 

ଉପ ନିର୍ଦ୍ଦେଶକ ସୁଚେତା ପ୍ରିୟଦର୍ଶିନୀ, ଲୋକସଂପର୍କ ଅଧିକାରୀ ରୋଜାଲିନ୍‌ ସାହୁ ଓ ବିନାୟକ ମିଶ୍ର କାର୍ଯ୍ୟକ୍ରମ ସଂଚାଳନା କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ମାନ୍ୟବର କେନ୍ଦ୍ରମନ୍ତ୍ରୀ ଡା. ବୀରେନ୍ଦ୍ର କୁମାରଙ୍କ ସିଆରସି ପରିଦର୍ଶନ   30-Oct-2026
  ରାଜ୍ୟ  
ଦିବ୍ୟାଙ୍ଗ ବ୍ୟକ୍ତିମାନଙ୍କ ସଶକ୍ତିକରଣ, ପୁନର୍ବାସ ଓ ସେମାନଙ୍କୁ ସ୍ୱାବଲମ୍ବୀ କରିବା ଉଦ୍ଦେଶ୍ୟରେ ବିଭିନ୍ନ କାର୍ଯ୍ୟକ୍ରମ   30-Oct-2026
  ଜିଲ୍ଲା  
ସୁନ୍ଦରଗଡରେ ପିଏମ୍‌ କିଷାନ ଉତ୍ସବ ପାଳନ ପାଳିତ ଏବଂ ୨୪ତମ କିସ୍ତି ପ୍ରଦାନ   30-Oct-2026
  ଜିଲ୍ଲା  
ଖାଲି ରାସ୍ତାରେ ଗାଡି ଦେଖି କଣ୍ଟାବାଞ୍ଜି ଏସଡିପିଓଙ୍କ ଫୋର୍ସ ପ୍ରଦର୍ଶନ !   30-Oct-2026
  ଜିଲ୍ଲା  
୧୦କୋଟି ଟଙ୍କାର ନିର୍ମାଣହେବ ୨କିମିର ରାସ୍ତା   30-Oct-2026
  ଜିଲ୍ଲା  
ଭୋଟ ବଞ୍ଚାଅ ଦେଶ ବଞ୍ଚାଅ କୁ ନେଇ ର ସାମ୍ବାଦିକ ସମ୍ବିଳନୀ   30-Oct-2026
  ଜିଲ୍ଲା  
ଦୁର୍ଘଟଣା ପିଛା ଛାଡୁ ନାହିଁ,ପୁଣି ସେହି ପାଉଁଶ ବୋଝେଇ ଗାଡି ପାଉଁଶ ବୋଝେଇ ଗାଡି ଦୁର୍ଘଟଣା ଗ୍ରସ୍ତ, ଭାଙ୍ଗିଲା ବ୍ୟାଙ୍କର ଗେଟ୍   30-Oct-2026
  ମହାନଗର  
ଏସଆରସି କଂଟ୍ରୋଲ ରୁମରେ ସ୍ଥିତି  ଗଂଜାମ ଓ ଗଜପତି ଜିଲ୍ଲାର ସ୍ଥିତି ସମୀକ୍ଷା♦️  ବାତ୍ୟା ପରବର୍ତ୍ତୀ ସ୍ଥିତିର ନିରନ୍ତର ଅନୁଧ୍ୟାନ ଓ ଜନସାଧାରଣଙ୍କ ସୁରକ୍ଷାକୁ ଗୁରୁତ୍ୱ    29-Oct-2026
  ରାଜ୍ୟ  
କଲେଜଛକ କଲ୍ୟାଣମଣ୍ଡପରେ ଚିତ୍ରକଳା ଓ ମଣ୍ଡାପିଠା ତିଆରି ପ୍ରତିଯୋଗିତା ଅନୁଷ୍ଠିତ   29-Oct-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ମନ୍ତ୍ରୀ ଓ ଯାଜପୁର ସାଂସଦଙ୍କ ସରକାର - ବିରୋଧୀ ଆଭିମୁଖ୍ୟକୁ ୮୦ ଲକ୍ଷ ପ୍ରକୃତ ଅନୁସୂଚିତ ଜାତି ଆନ୍ଦୋଳନ ଧମକ ସରକାରୀ ସୁପାରିଶ ବନାମ ରାଜନୈତିକ ହସ୍ତକ୍ଷେପ - କେକେଡି ବିରୋଧୀ ଲଢେଇ ଅଲ୍ ଓଡିଶା କେଉଁତ, କୌବର୍ତ୍ତ ଓ ଧୀବର ହଟାଓ ଆକ୍ସନ କମିଟି, ବଲାଙ୍ଗିର   29-Oct-2026
  ଜିଲ୍ଲା  
ବୀରମୁଣ୍ଡାରେ ପାୱାର୍ ଗ୍ରୀଡ଼୍ କର୍ପୋରେସନ୍ ଅଫ୍ ଇଣ୍ଡିଆ ଲିମିଟେଡ଼୍ ବଲାଙ୍ଗିର ସବ୍‌ସେଷ୍ଟସନ ପକ୍ଷରୁ ଗ୍ରାମସଭା ଆୟୋଜିତ   29-Oct-2026
  ଜିଲ୍ଲା  
ଅମଳ ବେଳେ ବାତ୍ୟା ମାଡ଼, ଉଜାଡ଼ିଲା ଚାଷୀଙ୍କ ସ୍ୱପ୍ନ : ପନିପରିବା ସହ ଧାନ ଫସଲ ନଷ୍ଟ ଆଶଙ୍କା, କ୍ଷୟକ୍ଷତି ଆକଳନ କରି ସହାୟତା ଦେବାକୁ ଦାବି   29-Oct-2026

You Might Also Like