-+91-9937148622 |

prerana_bgr@rediffmail.com |

  Wednesday 28th October 2026 |

| | | |

R.N.I. Regd No. ODIODI/2010/46693

Breaking News

ସୁରକ୍ଷିତ ଶୈଶବ ଅଭିଯାନ ସଚେତନତା କାର୍ଯ୍ୟକ୍ରମ   (28-Oct-2026)       ||      ଡୁଙ୍ଗୁରିପାଲିରେ ବିଜେଡିର ଜନ ସଂପର୍କ ପଦଯାତ୍ରା: ଦମ ଦେଖାଇଲା ବିଜେଡି, ହଜାର ହଜାର ସଂଖ୍ୟାରେ କର୍ମୀଙ୍କ ସମାବେଶ    (28-Oct-2026)       ||      ସମଲେଇ ମନ୍ଦିରରେ ହୁଳହୁଲି ଓ ଶଙ୍ଖଫୁଙ୍କା ପ୍ରତିଯୋଗିତା♦️ ପିପି ଏକାଡେମୀରେ କବିତା ଆସର    (27-Oct-2026)       ||      ଅଲ୍ ଇଣ୍ଡିଆ ପୋଷ୍ଟାଲ ଏମ୍ପ୍ଲଇଜ୍ ୟୁନିଅନ୍ ଗ୍ରୁପ୍-ସି, ବଲାଙ୍ଗୀର ଡାକ ମଣ୍ଡଲ ର ୧୩ତମ ଦ୍ୱିବାର୍ଷିକ ମଣ୍ଡଳ ଅଧିବେଶନ    (27-Oct-2026)       ||      ଦଶହରା ଫୁଟବଲ ଧମାକା ଝାରମୁଣ୍ଡା -2026   (27-Oct-2026)       ||      ଅଇଁଲାମୁଣ୍ଡା ଠାରେ ଡ଼ୁମାଳ ସମାଜର ମାହେଶ୍ୱରୀ ଖୁଣ୍ଟ ପୂଜା ଅନୁଷ୍ଠିତ   (27-Oct-2026)       ||      ଲକ୍ଷେ ଘର ଗଣ୍ଡା ସମାଜ ପକ୍ଷରୁ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (27-Oct-2026)       ||      ଜୋନକନ୍-୨୦୨୬ରେ ଜେସିଆଇ ଟିଟିଲାଗଡ଼ ସିଟିର ଐତିହାସିକ ସଫଳତା: ଶୈଳେଶ ପ୍ରସାଦ ଗୋଏଲ ଶ୍ରେଷ୍ଠ ସଭାପତି   (27-Oct-2026)       ||      ଚିନାଯୁରୀରେ ପଂଚାୟତସ୍ତରୀୟ ଜନ ଅଭିଯୋଗ ଶୁଣାଣୀ   (27-Oct-2026)       ||      ବରିଷ୍ଠ ନୋଟାରୀ ଅଶ୍ୱିନୀ ମିଶ୍ର ଙ୍କ ବିୟୋଗରେ ଜିଲ୍ଲା ଓକିଲ ସଂଘ ପକ୍ଷରୁ ଶୋକସଭା    (27-Oct-2026)       ||      ସଂକଳ୍ପ ଖୋଲୁଛି ସୁଯୋଗର ଦ୍ୱାର, ସାହସ ଦେଉଛି ପରିବର୍ତ୍ତନକୁ ଗତି: ଓଡ଼ିଶାର ମହିଳାଙ୍କ ହାତରେ ନୂଆ ଭବିଷ୍ୟତର ଷ୍ଟିଅରିଂ   (27-Oct-2026)       ||      ଲୋଇସିଂହା ଠାରେ ବିଜେପି ପକ୍ଷରୁ ଯଶସ୍ବୀ ପ୍ରଧାନମନ୍ତ୍ରୀ ଙ୍କ ବାପା ଓ ମା ପ୍ରତି ଅଶାଳୀନ ମନ୍ତବ୍ୟ କୁ ନେଇ କଂଗ୍ରେସ ଅଧ୍ୟକ୍ଷ ଙ୍କ ବିରୁଦ୍ଧରେ ପ୍ରତିବାଦ କାର୍ଯ୍ୟକ୍ରମ   (26-Oct-2026)       ||      ବଲାଙ୍ଗୀରିଏନ ବୀରାଙ୍ଗନା”ଅନୁଷ୍ଠାନ ପକ୍ଷରୁ ନ୍ୟୁତ୍ୟ ପ୍ରତିଯୋଗୀତା   (26-Oct-2026)       ||      ଜାତୀୟ ଲନ୍‌ବଲ୍‌ ଉଦ୍‌ଯାପିତ: ଓଡ଼ିଶାକୁ ୩ ସ୍ବର୍ଣ୍ଣ ସହ ୫ ପଦକ ରାଜେଶ୍ବରୀ ବ୍ୟକ୍ତିଗତ ବର୍ଗ, ଓଡ଼ିଶା ୧୮ବର୍ଷରୁ କମ୍‌ ବର୍ଗରେ ଓଭରଅଲ୍‌ ବିଜେତା   (26-Oct-2026)       ||      *ଡାବୁଗାଁରେ ମାଁ ଗଜଲକ୍ଷ୍ମୀ ପୂଜା ଆରମ୍ଭ*   (26-Oct-2026)       ||      ବରଗଡ଼ ଧନୁଯାତ୍ରାରୁ କଂସ ଅଭିନେତା ସୁଶିଲ ମେହେରଙ୍କ ଅବ୍ୟାହତି   (26-Oct-2026)       ||      At the Lotus Feet of Maa Mahalakshmi: A Lifelong Vow of Devotion,Duty and Surrender    (26-Oct-2026)       ||      ରାସ୍ତା କଡ଼ ରେ କଇଁଛ ଉଦ୍ଧାର କରି ବନ ବିଭାଗକୁ ହସ୍ତାନ୍ତର କଲେ ପ୍ରକୃତି ପ୍ରେମୀ ବ୍ୟାସଦେବ   (26-Oct-2026)       ||      ହେମଗିରି ବ୍ଲକ ପରିସରରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ   (26-Oct-2026)       ||      ଜିଲ୍ଲା ପ୍ରଶାସନ ପକ୍ଷରୁ ସାଧୁତା ଓ ଦୁର୍ନୀତି ନିବାରଣ ଶପଥ ପାଠ କାର୍ଯ୍ୟକ୍ରମ   (26-Oct-2026)       ||     

HOME   ଜିଲ୍ଲା

ମାନ୍ୟବର ମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଗ୍ରାମ୍ୟ ଉନ୍ନୟନ ବିଭାଗର ରାଜ୍ୟସ୍ତରୀୟ ସମୀକ୍ଷା ବୈଠକ, ଗୃହ, ସେତୁ ଓ ରାସ୍ତା ନିର୍ମାଣର ସବିଶେଷ ସମୀକ୍ଷା କଲେ ମନ୍ତ୍ରୀ

17-Aug-2025



■ ପିଏମ୍ ଜିଏସୱାଇ-୪ରେ ଉନ୍ନତ ପ୍ରଦର୍ଶନ ପାଇଁ  ମନ୍ତ୍ରୀଙ୍କ ପ୍ରଶଂସା 

■ ନିର୍ମାଣ କାର୍ଯ୍ୟରେ ଉନ୍ନତ ମାନ ବଜାୟ ରଖିବା ସହ ନିର୍ଦ୍ଧାରିତ ସମୟ ମଧ୍ୟରେ ସାରିବାକୁ ତାଗିଦ୍, ବିଳମ୍ବ ହେଲେ ଦରମା ବନ୍ଦ  

■ ବିଳମ୍ବିତ ନିର୍ମାଣ କାର୍ଯ୍ୟର କ୍ଷେତ୍ର ସ୍ତରୀୟ ସମୀକ୍ଷା ପାଇଁ ହେବ ସ୍ବତନ୍ତ୍ର ଟିମ୍ 

ଭୁବନେଶ୍ବର(ପ୍ରେରଣା ଖବର): ଆଜି ମାନ୍ୟବର ମନ୍ତ୍ରୀ ରବିନାରାୟଣ ନାଏକଙ୍କ ଅଧ୍ୟକ୍ଷତାରେ ଭୁବନେଶ୍ବର ସ୍ଥିତ  ସର୍ବୋଚ୍ଚ ଯନ୍ତ୍ରୀଙ୍କ କାର୍ଯ୍ୟାଳୟର ସମ୍ମିଳନୀ କକ୍ଷଠାରେ ଗ୍ରାମ୍ୟ ଉନ୍ନୟନ ବିଭାଗର ରାଜ୍ୟସ୍ତରୀୟ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଛି l  ଗ୍ରାମ୍ୟ ଉନ୍ନୟନ ବିଭାଗର ୬୦ ଟି ବିଭାଜନର କାର୍ଯ୍ୟକୁ ବିସ୍ତୃତ ସମୀକ୍ଷା କରି ମନ୍ତ୍ରୀ  ଶ୍ରୀ ନାଏକ ନିର୍ଦ୍ଧାରିତ ସମୟ ମଧ୍ୟରେ ଉନ୍ନତମାନକୁ ବଜାୟ ରଖି ସମସ୍ତ ନିର୍ମାଣ କାର୍ଯ୍ୟ ଶେଷକରିବାକୁ ନିର୍ଦ୍ଦେଶ ଦେବାସହ ବିଳମ୍ବ ହେଲେ ଅଧିକାରୀଙ୍କ  ଦରମା କାଟ ହେବ ବୋଲି ତାଗିଦ କରିଛନ୍ତି l  ଗ୍ରାମ୍ୟ ଉନ୍ନୟନ ବିଭାଗର ଏହି ରାଜ୍ୟସ୍ତରୀୟ ସମୀକ୍ଷା ବୈଠକରେ ବିଭାଗ ଦ୍ବାରା କାର୍ଯ୍ୟକାରୀ ସମସ୍ତ ଯୋଜନାର ସମୀକ୍ଷା ହୋଇଥିଲା l  ରାଜ୍ୟର ସମସ୍ତ ୬୦ ଟି ଗ୍ରାମ୍ୟ ନିର୍ମାଣ ବିଭାଜନର ସମସ୍ତ ନିର୍ମାଣ କାର୍ଯ୍ୟକୁ ମନ୍ତ୍ରୀ ଶ୍ରୀ ରବିନାରାୟଣ ନାଏକ ସମୀକ୍ଷା କରିଥିଲେ l  ପିଏମ୍ ଜିଏସୱାଇ-୪ରେ ରାଜ୍ୟ ଜାତୀୟସ୍ତରରେ ଉନ୍ନତ ପ୍ରଦର୍ଶନ କରିଥିବାରୁ ସେ ବିଭାଗର

ସମସ୍ତଙ୍କୁ ଅଭିନନ୍ଦନ ଜଣାଇଥିଲେ l ଏହି ଯୋଜନାରେ କଳାହାଣ୍ଡି, ନବରଙ୍ଗପୁର, ରାୟଗଡ଼ା ଆଦି ଜିଲ୍ଲାରେ ସାଚୁରେସନ୍ ମୋଡ୍ ରେ ନିର୍ମାଣ କାର୍ଯ୍ୟ ହୋଇଥିବାରୁ ସେ ପ୍ରସନ୍ନତା ବ୍ୟକ୍ତ କରିଥିଲେ l  ଏହା ସହ ଆର୍ଥିକ ବର୍ଷ ୨୦୨୫-୨୬ ରେ ଅନ୍ୟ ଯୋଜନା ଗୁଡ଼ିକର ନିର୍ମାଣ ଲକ୍ଷ୍ୟ ବିଷୟରେ ଆଲୋଚନା ହୋଇଥିଲା l  ମୁଖ୍ୟମନ୍ତ୍ରୀ ସଡ଼କ ଯୋଜନା ଅଧୀନରେ ୫୨୧ଟି ପ୍ରକଳ୍ପରେ   ନିର୍ମାଣ ହେବାକୁଥିବା ୫୦୦୦ କିମି ରାସ୍ତା, ସେତୁ ବନ୍ଧନ ଯୋଜନାରେ ୪୦୦ ସେତୁ ଓ ୨୫୩ଟି କୋଠାର ନିର୍ମାଣ ଅଗ୍ରଗତି ବିଷୟରେ ସବିଶେଷ ସମୀକ୍ଷା କରି ମନ୍ତ୍ରୀ ସନ୍ତୋଷ ପ୍ରକାଶ କରିଥିଲେ l କିଛି ବିଭାଜନ ଆଶାନୁରୂପ ପ୍ରଦର୍ଶନ କରିନଥିବାରୁ ସେଠାକାର ସ୍ଥିତି ଓ ଉନ୍ନତ ପ୍ରଦର୍ଶନର ମାର୍ଗ ବିଷୟରେ ଆଲୋଚନା ହୋଇଥିଲା l  ସେହି ବିଭାଜନର ଅଧିକାରୀ ଅଧିକ ଯତ୍ନଶୀଳ ହେବାପାଇଁ ମନ୍ତ୍ରୀ ନିର୍ଦ୍ଦେଶ ଦେଇଥିଲେ l  

ଏହି ଅବସରରେ ଦିଗଦର୍ଶନ ଦେଇ ମନ୍ତ୍ରୀ ଶ୍ରୀ ନାଏକ ପ୍ରକାଶ କରିଥିଲେ ଯେ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କ ନେତୃତ୍ବରେ ରାଜ୍ୟସରକାର ଗ୍ରାମୀଣ ବିକାଶକୁ ସର୍ବାଧିକ ଗୁରୁତ୍ବ ଦେଉଛନ୍ତି l ସେହି ଅନୁଯାୟୀ ବଜେଟର ବ୍ୟବସ୍ଥା ମଧ୍ୟ କରାଯାଇଛି l ଗ୍ରାମ୍ୟ ଉନ୍ନୟନ ବିଭାଗ ହେଉଛି ଗ୍ରାମାଞ୍ଚଳର ଜନସାଧlରଣଙ୍କ ଜନଜୀବନକୁ ପ୍ରଭାବିତ କରୁଥିବା ବିଭାଗ l  ୫ ବର୍ଷ ମଧ୍ୟରେ ୩୦,୦୦୦  କିମି ରାସ୍ତା, ୫୦୦ ସେତୁର ନିର୍ମାଣ ଲକ୍ଷ୍ୟକୁ ବିଭାଗ ଯେପରି ସଫଳତାର ସହ ହାସଲ କରିବ ତାହା ବିଭାଗର ସମସ୍ତଙ୍କ ଦାୟିତ୍ବ l  ଏହା ରାଜ୍ୟର ବିକାଶକୁ ବହୁଗୁଣିତ କରିବା ସହ ବିକଶିତ ଓଡ଼ିଶା ଗଠନରେ ପ୍ରଭାବୀ ସାବ୍ୟସ୍ତ ହେବ ବୋଲି ଶ୍ରୀ ନାଏକ ପ୍ରକାଶ କରିଥିଲେ l  

ପ୍ରତିଟି ପ୍ରକଳ୍ପ ନିର୍ମାଣରେ ଉତ୍ତରଦାୟିତ୍ବ ସ୍ଥିର କରିବାକୁ ମାନ୍ୟବର ମନ୍ତ୍ରୀ ନିର୍ଦ୍ଦେଶ ଦେଇଥିଲେ l  ବିଭାଜନ ଗୁଡ଼ିକପାଇଁ ମାସିକ ନିର୍ମାଣ  ଲକ୍ଷ୍ୟ ସ୍ଥିରୀକୃତ କରାଯିବା ସହ ସେଗୁଡ଼ିକର ମନିଟରିଂ ପାଇଁ ସେ ନିର୍ଦ୍ଦେଶ ଦେଇଥିଲେ l  ରାଜ୍ୟରେ ଯେଉଁ ପ୍ରକଳ୍ପ ଗୁଡ଼ିକର ନିର୍ମାଣ ବିଳମ୍ବିତ ଅବସ୍ଥାରେ ରହିଛି ସେ ଗୁଡ଼ିକର ସ୍ଥିତି ସମୀକ୍ଷା କରିବାପାଇଁ ଏକ କ୍ଷେତ୍ରୀୟ ଟିମ ଗଠନ କରିବାକୁ ସେ ପରାମର୍ଶ  ଦେଇଥିଲେ l  ପ୍ରତିଟି ପ୍ରକଳ୍ପ ନିର୍ମାଣରେ ମାନ ବଜାୟ ରଖିବା ସହ ସ୍ଥିରୀକୃତ ସମୟରେ ନିର୍ମାଣ ସମ୍ପୂର୍ଣ୍ଣ ପାଇଁ ସେ ନିର୍ଦ୍ଦେଶ ଦେଇଥିଲେ l  ଏହାସହ ଦାୟିତ୍ବରେ ଅବହେଳା ଯୋଗୁଁ ନିର୍ମାଣରେ ବିଳମ୍ବ ଓ ନିର୍ମାଣ ମାନରେ ଅସଂଗତି ରହିଲେ ଉତ୍ତରଦାୟିତ୍ବ ସ୍ଥିର କରି ଦରମାବନ୍ଦ ଓ ବିଭାଗୀୟ କାର୍ଯ୍ୟାନୁଷ୍ଠାନ ପାଇଁ ସେ ନିର୍ଦ୍ଦେଶ ଦେଇଥିଲେ l 

ଏହି ବୈଠକରେ ପ୍ରାରମ୍ଭିକ ବକ୍ତବ୍ୟ ରଖି ବିଭାଗୀୟ ଆୟୁକ୍ତ ତଥା ଶାସନ ସଚିବ ଶ୍ରୀମତୀ ୟାମିନୀ ଷଡଙ୍ଗୀ ୬୦ ଟି ବିଭାଜନର ନିର୍ମାଣ କାର୍ଯ୍ୟ ଓ ଅନ୍ୟlନ୍ୟ ଆନୁଷଙ୍ଗିକ ଦିଗ ବିଷୟରେ ମାନ୍ୟବର ମନ୍ତ୍ରୀଙ୍କୁ ସୂଚିତ କରିଥିଲେ l  ସର୍ବୋଚ୍ଚ ଯନ୍ତ୍ରୀ ଶ୍ରୀ ପ୍ରଦୀପ କୁମାର ଜେନା ସମୀକ୍ଷା ବୈଠକକୁ ସମସ୍ତଙ୍କୁ  ସ୍ବାଗତ ଜଣାଇବା ସହ ବିଭିନ୍ନ ନିର୍ମାଣ କାର୍ଯ୍ୟ   ବିଷୟରେ ତଥ୍ୟ ରଖିଥିଲେ l ସର୍ବୋଚ୍ଚ ଯନ୍ତ୍ରୀ ଶ୍ରୀ ପ୍ରସନ୍ନ କୁମାର ସାହୁ, ସର୍ବୋଚ୍ଚ ଯନ୍ତ୍ରୀ ଦେବେନ୍ଦ୍ର ସେଠ ବିଭିନ୍ନ ପ୍ରକଳ୍ପ ନିର୍ମାଣ ବିଷୟରେ ମାନ୍ୟବର ମନ୍ତ୍ରୀଙ୍କୁ ସୂଚିତ କରିଥିଲେ l  ବୈଠକରେ ବରିଷ୍ଠ ଅଧିକାରୀଗଣ ଶ୍ରୀ ସର୍ବେଶ୍ଵର ସିଂ, ଶ୍ରୀମତୀ ଗୀତାରାଣୀ ପଟ୍ଟନାୟକ, ଶ୍ରୀମତୀ ସଂଘମିତ୍ରା ଶତପଥୀ, ସମସ୍ତ ବରିଷ୍ଠ ଯନ୍ତ୍ରୀ, ୬୦ ଟି ବିଭାଜନର କ୍ଷେତ୍ରୀୟ ଅଧିକାରୀ ତଥା ଯନ୍ତ୍ରୀ ଯୋଗଦେଇ ମନ୍ତ୍ରୀଙ୍କଠାରୁ ଦିଗଦର୍ଶନ ପ୍ରାପ୍ତ ହୋଇଥିଲେ l  


News Comment




Photo in News

Advertisment
Lastest News
  ଜିଲ୍ଲା  
ସୁରକ୍ଷିତ ଶୈଶବ ଅଭିଯାନ ସଚେତନତା କାର୍ଯ୍ୟକ୍ରମ   28-Oct-2026
  ରାଜ୍ୟ  
ଡୁଙ୍ଗୁରିପାଲିରେ ବିଜେଡିର ଜନ ସଂପର୍କ ପଦଯାତ୍ରା: ଦମ ଦେଖାଇଲା ବିଜେଡି, ହଜାର ହଜାର ସଂଖ୍ୟାରେ କର୍ମୀଙ୍କ ସମାବେଶ   28-Oct-2026
  ଜିଲ୍ଲା  
ସମଲେଇ ମନ୍ଦିରରେ ହୁଳହୁଲି ଓ ଶଙ୍ଖଫୁଙ୍କା ପ୍ରତିଯୋଗିତା♦️ ପିପି ଏକାଡେମୀରେ କବିତା ଆସର   27-Oct-2026
  ଜିଲ୍ଲା  
ଅଲ୍ ଇଣ୍ଡିଆ ପୋଷ୍ଟାଲ ଏମ୍ପ୍ଲଇଜ୍ ୟୁନିଅନ୍ ଗ୍ରୁପ୍-ସି, ବଲାଙ୍ଗୀର ଡାକ ମଣ୍ଡଲ ର ୧୩ତମ ଦ୍ୱିବାର୍ଷିକ ମଣ୍ଡଳ ଅଧିବେଶନ   27-Oct-2026
  ଜିଲ୍ଲା  
ଦଶହରା ଫୁଟବଲ ଧମାକା ଝାରମୁଣ୍ଡା -2026   27-Oct-2026
  ଜିଲ୍ଲା  
ଅଇଁଲାମୁଣ୍ଡା ଠାରେ ଡ଼ୁମାଳ ସମାଜର ମାହେଶ୍ୱରୀ ଖୁଣ୍ଟ ପୂଜା ଅନୁଷ୍ଠିତ   27-Oct-2026
  ଜିଲ୍ଲା  
ଲକ୍ଷେ ଘର ଗଣ୍ଡା ସମାଜ ପକ୍ଷରୁ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   27-Oct-2026
  ଜିଲ୍ଲା  
ଜୋନକନ୍-୨୦୨୬ରେ ଜେସିଆଇ ଟିଟିଲାଗଡ଼ ସିଟିର ଐତିହାସିକ ସଫଳତା: ଶୈଳେଶ ପ୍ରସାଦ ଗୋଏଲ ଶ୍ରେଷ୍ଠ ସଭାପତି   27-Oct-2026
  ଜିଲ୍ଲା  
ଚିନାଯୁରୀରେ ପଂଚାୟତସ୍ତରୀୟ ଜନ ଅଭିଯୋଗ ଶୁଣାଣୀ   27-Oct-2026
  ରାଜ୍ୟ  
ବରିଷ୍ଠ ନୋଟାରୀ ଅଶ୍ୱିନୀ ମିଶ୍ର ଙ୍କ ବିୟୋଗରେ ଜିଲ୍ଲା ଓକିଲ ସଂଘ ପକ୍ଷରୁ ଶୋକସଭା   27-Oct-2026
  ଜିଲ୍ଲା  
ସଂକଳ୍ପ ଖୋଲୁଛି ସୁଯୋଗର ଦ୍ୱାର, ସାହସ ଦେଉଛି ପରିବର୍ତ୍ତନକୁ ଗତି: ଓଡ଼ିଶାର ମହିଳାଙ୍କ ହାତରେ ନୂଆ ଭବିଷ୍ୟତର ଷ୍ଟିଅରିଂ   27-Oct-2026
  ଜିଲ୍ଲା  
ଲୋଇସିଂହା ଠାରେ ବିଜେପି ପକ୍ଷରୁ ଯଶସ୍ବୀ ପ୍ରଧାନମନ୍ତ୍ରୀ ଙ୍କ ବାପା ଓ ମା ପ୍ରତି ଅଶାଳୀନ ମନ୍ତବ୍ୟ କୁ ନେଇ କଂଗ୍ରେସ ଅଧ୍ୟକ୍ଷ ଙ୍କ ବିରୁଦ୍ଧରେ ପ୍ରତିବାଦ କାର୍ଯ୍ୟକ୍ରମ   26-Oct-2026

You Might Also Like