ଭୁବନେଶ୍ୱର(ପ୍ରେରଣା ଖବର): ସ୍ୱାୟତ୍ତ ଶାସନ ଦିବସ ଅବସରେ ଭୁବନେଶ୍ୱର ମହାନଗର ନିଗମ(ବିଏମ୍ ସି) ରିକ୍ରିଏସନ କ୍ଲବ ପକ୍ଷରୁ ଆଜି ମେୟର ଏକାଦଶ ଓ କମିଶନର ଏକାଦଶ ମଧ୍ୟରେ ଏକ ବନ୍ଧୁତ୍ୱପୂର୍ଣ୍ଣ କ୍ରିକେଟ ମ୍ୟାଚ୍ ଅନୁଷ୍ଠିତ ହୋଇଯାଇଛି ।

କିଟ୍ କ୍ରିକେଟ୍ ଗ୍ରାଉଣ୍ଡରେ ଅନୁଷ୍ଠିତ ଏହି ମ୍ୟାଚରେ ପ୍ରଥମେ ଟସ୍ ଜିଣି କମିଶନର ଏକାଦଶ ବ୍ୟାଟିଂ ସାଇଡ୍ ନେଇଥିଲା । ପ୍ରଥମେ ମାନନୀୟା ମେୟର ଶ୍ରୀମତୀ ସୁଲୋଚନା ଦାସ ବଲ୍ ପକାଇ ଖେଳର ଶୁଭାରମ୍ଭ କରିଥିବା ବେଳେ କମିଶନର ଶ୍ରୀ ଚଞ୍ଚଳ ରାଣା ବ୍ୟାଟିଂର ଶୁଭାରମ୍ଭ କରିଥିଲେ।  ୧୨ ଓଭର ବିଶିଷ୍ଟ ଏହି ମ୍ୟାଚରେ ଓପନର ଭାବେ କମିଶନର ଏକାଦଶର କ୍ୟାପଟେନ ତଥା କମିଶନର ଶ୍ରୀ ଚଞ୍ଚଳ ରାଣା ଓ

"/>

-+91-9937148622 |

prerana_bgr@rediffmail.com |

  Wednesday 28th October 2026 |

| | | |

R.N.I. Regd No. ODIODI/2010/46693

Breaking News

ସୁରକ୍ଷିତ ଶୈଶବ ଅଭିଯାନ ସଚେତନତା କାର୍ଯ୍ୟକ୍ରମ   (28-Oct-2026)       ||      ଡୁଙ୍ଗୁରିପାଲିରେ ବିଜେଡିର ଜନ ସଂପର୍କ ପଦଯାତ୍ରା: ଦମ ଦେଖାଇଲା ବିଜେଡି, ହଜାର ହଜାର ସଂଖ୍ୟାରେ କର୍ମୀଙ୍କ ସମାବେଶ    (28-Oct-2026)       ||      ସମଲେଇ ମନ୍ଦିରରେ ହୁଳହୁଲି ଓ ଶଙ୍ଖଫୁଙ୍କା ପ୍ରତିଯୋଗିତା♦️ ପିପି ଏକାଡେମୀରେ କବିତା ଆସର    (27-Oct-2026)       ||      ଅଲ୍ ଇଣ୍ଡିଆ ପୋଷ୍ଟାଲ ଏମ୍ପ୍ଲଇଜ୍ ୟୁନିଅନ୍ ଗ୍ରୁପ୍-ସି, ବଲାଙ୍ଗୀର ଡାକ ମଣ୍ଡଲ ର ୧୩ତମ ଦ୍ୱିବାର୍ଷିକ ମଣ୍ଡଳ ଅଧିବେଶନ    (27-Oct-2026)       ||      ଦଶହରା ଫୁଟବଲ ଧମାକା ଝାରମୁଣ୍ଡା -2026   (27-Oct-2026)       ||      ଅଇଁଲାମୁଣ୍ଡା ଠାରେ ଡ଼ୁମାଳ ସମାଜର ମାହେଶ୍ୱରୀ ଖୁଣ୍ଟ ପୂଜା ଅନୁଷ୍ଠିତ   (27-Oct-2026)       ||      ଲକ୍ଷେ ଘର ଗଣ୍ଡା ସମାଜ ପକ୍ଷରୁ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (27-Oct-2026)       ||      ଜୋନକନ୍-୨୦୨୬ରେ ଜେସିଆଇ ଟିଟିଲାଗଡ଼ ସିଟିର ଐତିହାସିକ ସଫଳତା: ଶୈଳେଶ ପ୍ରସାଦ ଗୋଏଲ ଶ୍ରେଷ୍ଠ ସଭାପତି   (27-Oct-2026)       ||      ଚିନାଯୁରୀରେ ପଂଚାୟତସ୍ତରୀୟ ଜନ ଅଭିଯୋଗ ଶୁଣାଣୀ   (27-Oct-2026)       ||      ବରିଷ୍ଠ ନୋଟାରୀ ଅଶ୍ୱିନୀ ମିଶ୍ର ଙ୍କ ବିୟୋଗରେ ଜିଲ୍ଲା ଓକିଲ ସଂଘ ପକ୍ଷରୁ ଶୋକସଭା    (27-Oct-2026)       ||      ସଂକଳ୍ପ ଖୋଲୁଛି ସୁଯୋଗର ଦ୍ୱାର, ସାହସ ଦେଉଛି ପରିବର୍ତ୍ତନକୁ ଗତି: ଓଡ଼ିଶାର ମହିଳାଙ୍କ ହାତରେ ନୂଆ ଭବିଷ୍ୟତର ଷ୍ଟିଅରିଂ   (27-Oct-2026)       ||      ଲୋଇସିଂହା ଠାରେ ବିଜେପି ପକ୍ଷରୁ ଯଶସ୍ବୀ ପ୍ରଧାନମନ୍ତ୍ରୀ ଙ୍କ ବାପା ଓ ମା ପ୍ରତି ଅଶାଳୀନ ମନ୍ତବ୍ୟ କୁ ନେଇ କଂଗ୍ରେସ ଅଧ୍ୟକ୍ଷ ଙ୍କ ବିରୁଦ୍ଧରେ ପ୍ରତିବାଦ କାର୍ଯ୍ୟକ୍ରମ   (26-Oct-2026)       ||      ବଲାଙ୍ଗୀରିଏନ ବୀରାଙ୍ଗନା”ଅନୁଷ୍ଠାନ ପକ୍ଷରୁ ନ୍ୟୁତ୍ୟ ପ୍ରତିଯୋଗୀତା   (26-Oct-2026)       ||      ଜାତୀୟ ଲନ୍‌ବଲ୍‌ ଉଦ୍‌ଯାପିତ: ଓଡ଼ିଶାକୁ ୩ ସ୍ବର୍ଣ୍ଣ ସହ ୫ ପଦକ ରାଜେଶ୍ବରୀ ବ୍ୟକ୍ତିଗତ ବର୍ଗ, ଓଡ଼ିଶା ୧୮ବର୍ଷରୁ କମ୍‌ ବର୍ଗରେ ଓଭରଅଲ୍‌ ବିଜେତା   (26-Oct-2026)       ||      *ଡାବୁଗାଁରେ ମାଁ ଗଜଲକ୍ଷ୍ମୀ ପୂଜା ଆରମ୍ଭ*   (26-Oct-2026)       ||      ବରଗଡ଼ ଧନୁଯାତ୍ରାରୁ କଂସ ଅଭିନେତା ସୁଶିଲ ମେହେରଙ୍କ ଅବ୍ୟାହତି   (26-Oct-2026)       ||      At the Lotus Feet of Maa Mahalakshmi: A Lifelong Vow of Devotion,Duty and Surrender    (26-Oct-2026)       ||      ରାସ୍ତା କଡ଼ ରେ କଇଁଛ ଉଦ୍ଧାର କରି ବନ ବିଭାଗକୁ ହସ୍ତାନ୍ତର କଲେ ପ୍ରକୃତି ପ୍ରେମୀ ବ୍ୟାସଦେବ   (26-Oct-2026)       ||      ହେମଗିରି ବ୍ଲକ ପରିସରରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ   (26-Oct-2026)       ||      ଜିଲ୍ଲା ପ୍ରଶାସନ ପକ୍ଷରୁ ସାଧୁତା ଓ ଦୁର୍ନୀତି ନିବାରଣ ଶପଥ ପାଠ କାର୍ଯ୍ୟକ୍ରମ   (26-Oct-2026)       ||     

HOME   ରାଜ୍ୟ

ବିଏମ୍ ସି ମେୟର ଏକାଦଶ ଓ କମିଶନର ଏକାଦଶ ମଧ୍ୟରେ ବନ୍ଧୁତ୍ୱପୂର୍ଣ୍ଣ କ୍ରିଟେକ୍ ମ୍ୟାଚ୍ ଅନୁଷ୍ଠିତ

17-Aug-2025



ଭୁବନେଶ୍ୱର(ପ୍ରେରଣା ଖବର): ସ୍ୱାୟତ୍ତ ଶାସନ ଦିବସ ଅବସରେ ଭୁବନେଶ୍ୱର ମହାନଗର ନିଗମ(ବିଏମ୍ ସି) ରିକ୍ରିଏସନ କ୍ଲବ ପକ୍ଷରୁ ଆଜି ମେୟର ଏକାଦଶ ଓ କମିଶନର ଏକାଦଶ ମଧ୍ୟରେ ଏକ ବନ୍ଧୁତ୍ୱପୂର୍ଣ୍ଣ କ୍ରିକେଟ ମ୍ୟାଚ୍ ଅନୁଷ୍ଠିତ ହୋଇଯାଇଛି ।

କିଟ୍ କ୍ରିକେଟ୍ ଗ୍ରାଉଣ୍ଡରେ ଅନୁଷ୍ଠିତ ଏହି ମ୍ୟାଚରେ ପ୍ରଥମେ ଟସ୍ ଜିଣି କମିଶନର ଏକାଦଶ ବ୍ୟାଟିଂ ସାଇଡ୍ ନେଇଥିଲା । ପ୍ରଥମେ ମାନନୀୟା ମେୟର ଶ୍ରୀମତୀ ସୁଲୋଚନା ଦାସ ବଲ୍ ପକାଇ ଖେଳର ଶୁଭାରମ୍ଭ କରିଥିବା ବେଳେ କମିଶନର ଶ୍ରୀ ଚଞ୍ଚଳ ରାଣା ବ୍ୟାଟିଂର ଶୁଭାରମ୍ଭ କରିଥିଲେ।  ୧୨ ଓଭର ବିଶିଷ୍ଟ ଏହି ମ୍ୟାଚରେ ଓପନର ଭାବେ କମିଶନର ଏକାଦଶର କ୍ୟାପଟେନ ତଥା କମିଶନର ଶ୍ରୀ ଚଞ୍ଚଳ ରାଣା ଓ

ଭାଇସ୍ କ୍ୟାପଟେନ ତଥା ଅତିରିକ୍ତ କମିଶନର  କୈଳାସ ଚନ୍ଦ୍ର ଦାସ ପଡିଆକୁ ଓହ୍ଲାଇଥିଲେ । ଅଧିନାୟକ ଶ୍ରୀ ରାଣା ଆକର୍ଷଣୀୟ. ଛକା ମାରି ସମସ୍ତଙ୍କୁ ସମ୍ଭିଭୁତ କରିଥିଲେ ।  ଜୋନାଲ କମିଶନର ରାକେଶ ପାତ୍ର, ଇଂଜିୟର ତାରସ ମାରାଣ୍ଡି, ଜୋନାଲ କମିଶର ମନ୍ମଥ କୁମାର ନାୟକ, ଧନଞ୍ଜୟ ମହାନ୍ତ ପ୍ରମୁଖ ଭଲ ଖେଳ ପ୍ରଦର୍ଶନ କରିଥିଲେ । ୫ ଓ୍ୱିକେଟ୍ ବିନିମୟରେ କମିଶନର ଏକାଦଶକୁ ୧୭୬ ରନରେ ଶାନ୍ତ ହେବାକୁ ପଡିଥିଲା 

୧୭୭ରନ୍ ଲକ୍ଷ୍ୟ ନେଇ ପଡିଆକୁ ଓହ୍ଲାଇଥିବା ମେୟର ଏକାଦଶର କ୍ୟାପଟେନ ମହିର କୁମାର ରାଉତ ଓ ତାଙ୍କ ଟିମ୍ । ଅଲ ରାଉଣ୍ଡର ଶେକ୍ ନୁର୍ ହାସନ ଛକା ଚୌକାର ବର୍ଷା କରି ଦଳକୁ ୧୫୧ରନରେ ପହଞ୍ଚାଇ ଦେଇଥିଲେ । ସେ ବ୍ୟକ୍ତିଗତ ଭାବେ ଏକାକି ୭୦ ରନ୍ କରି ମ୍ୟାନ୍ ଅଫ ଦି ମ୍ୟାଚ୍ ହୋଇଛନ୍ତି । ମେୟର ଏକାଦଶ ପକ୍ଷରୁ ବିରଞ୍ଚି ନାରାୟଣ ମହାସୂପକାର, ରାମଚନ୍ଦ୍ର ରଣସିଂହ, ଅଜିତ୍ ବେହେରା, ନୃପେଶ କୁମାର ନାୟକ, କୁମାରେନ୍ଦ୍ର ମହାପାତ୍ର, ଶୁଭ୍ରାଂଶୁ ଶେଖର ପଟ୍ଟନାୟକ  ପ୍ରମୁଖ ଏଥିରେ ଭଲ ଖେଳ ପ୍ରଦର୍ଶନ କରିଥିଲେ ।   

ବେଶ ଆନନ୍ଦ ଉଲ୍ଲାସର ସହ ଆଜିର ଏହି ବନ୍ଧୁତାପୂର୍ଣ୍ଣ ମ୍ୟାଚ୍ ଅନୁଷ୍ଠିତ ହୋଇଥିଲା । ଅଧିକାରୀ ଓ ଲୋକ ପ୍ରତିନିଧିଙ୍କ ମଧ୍ୟରେ ସଂପର୍କକୁ ନିବିଡ କରିବା ସହ ପରସ୍ପର ମଧ୍ୟରେ ସୌହାର୍ଦ୍ଦ୍ୟପୂର୍ଣ୍ଣ ବାତାବରଣ ସୃଷ୍ଟି କରିବା ଏହି ବନ୍ଧୁତ୍ୱପୂର୍ଣ୍ଣ କ୍ରିକେଟ ମ୍ୟାଚର ଉଦେଶ୍ୟ । କେବଳ ସେତିକି ନୁହେଁ, ଅଧିକାରୀ ଓ କର୍ମଚାରୀମାନେ ବର୍ଷସାରା କାର୍ଯ୍ୟରେ ନିମଗ୍ନ ରହୁଛନ୍ତି । ସେମାନଙ୍କ ମନରେ ଟିକିଏ ଆନନ୍ଦ ଦେବାରେ ଏହି ମ୍ୟାଚ୍ ବେଶ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିବ ବୋଲି ଉଦଘାଟନୀ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଯୋଗଦେଇ କହିଛନ୍ତି ମାନନୀୟା ମେୟର ଶ୍ରୀମତୀ ଦାସ । 

କର୍ମକ୍ଲାନ୍ତ ଜୀବନରେ ଟିକିଏ ଅପନୋଦନ ସହ ପରସ୍ପର ମଧ୍ୟରେ ସଂପର୍କକୁ ସୁଦୃଢ କରିବା ପାଇଁ ପ୍ରଶାସକ ଓ ଲୋକ ପ୍ରତିନିଧିଙ୍କ ମଧ୍ୟରେ ଏପରି ସୌହାର୍ଦ୍ଦ୍ୟପୂର୍ଣ୍ଣ ମ୍ୟାଚ୍ ପ୍ରତିବର୍ଷ ଅନୁଷ୍ଠିତ ହେବା ଦରକାର । ଏହା ଦ୍ୱାରା ପରସ୍ପର ମଧ୍ୟରେ ଥିବା ସମସ୍ତ ମନୋମାଳିନ୍ୟ ଦୂର ହୋଇଥାଏ ବୋଲି କହିଛନ୍ତି ବିଏମ୍ ସି କମିଶନର ଶ୍ରୀ ରାଣା । ଅନ୍ୟମାନଙ୍କ ମଧ୍ୟରେ ଡେପୁଟି ମେୟର ଶ୍ରୀମତୀ ମଂଜୁଲତା କହଁର, ଅତିରିକ୍ତ କମିଶନର  ରତ୍ନାକର ସାହୁଙ୍କ ସହ ବହୁ କର୍ପୋରେଟର, ବିଏମ୍ ସି ଅଧିକାରୀ ଓ କର୍ମଚାରୀ ଉପସ୍ଥିତ ଥିଲେ । କାର୍ଯ୍ୟକ୍ରମର ସଂଯୋଜନା କରିଥିଲେ ବିଏମ୍ ସି ରିକ୍ରିଏସ କ୍ଲବର ସାଧାରଣ ସଂପାଦକ ଶୁଭକାନ୍ତ ପାଢୀ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସୁରକ୍ଷିତ ଶୈଶବ ଅଭିଯାନ ସଚେତନତା କାର୍ଯ୍ୟକ୍ରମ   28-Oct-2026
  ରାଜ୍ୟ  
ଡୁଙ୍ଗୁରିପାଲିରେ ବିଜେଡିର ଜନ ସଂପର୍କ ପଦଯାତ୍ରା: ଦମ ଦେଖାଇଲା ବିଜେଡି, ହଜାର ହଜାର ସଂଖ୍ୟାରେ କର୍ମୀଙ୍କ ସମାବେଶ   28-Oct-2026
  ଜିଲ୍ଲା  
ସମଲେଇ ମନ୍ଦିରରେ ହୁଳହୁଲି ଓ ଶଙ୍ଖଫୁଙ୍କା ପ୍ରତିଯୋଗିତା♦️ ପିପି ଏକାଡେମୀରେ କବିତା ଆସର   27-Oct-2026
  ଜିଲ୍ଲା  
ଅଲ୍ ଇଣ୍ଡିଆ ପୋଷ୍ଟାଲ ଏମ୍ପ୍ଲଇଜ୍ ୟୁନିଅନ୍ ଗ୍ରୁପ୍-ସି, ବଲାଙ୍ଗୀର ଡାକ ମଣ୍ଡଲ ର ୧୩ତମ ଦ୍ୱିବାର୍ଷିକ ମଣ୍ଡଳ ଅଧିବେଶନ   27-Oct-2026
  ଜିଲ୍ଲା  
ଦଶହରା ଫୁଟବଲ ଧମାକା ଝାରମୁଣ୍ଡା -2026   27-Oct-2026
  ଜିଲ୍ଲା  
ଅଇଁଲାମୁଣ୍ଡା ଠାରେ ଡ଼ୁମାଳ ସମାଜର ମାହେଶ୍ୱରୀ ଖୁଣ୍ଟ ପୂଜା ଅନୁଷ୍ଠିତ   27-Oct-2026
  ଜିଲ୍ଲା  
ଲକ୍ଷେ ଘର ଗଣ୍ଡା ସମାଜ ପକ୍ଷରୁ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   27-Oct-2026
  ଜିଲ୍ଲା  
ଜୋନକନ୍-୨୦୨୬ରେ ଜେସିଆଇ ଟିଟିଲାଗଡ଼ ସିଟିର ଐତିହାସିକ ସଫଳତା: ଶୈଳେଶ ପ୍ରସାଦ ଗୋଏଲ ଶ୍ରେଷ୍ଠ ସଭାପତି   27-Oct-2026
  ଜିଲ୍ଲା  
ଚିନାଯୁରୀରେ ପଂଚାୟତସ୍ତରୀୟ ଜନ ଅଭିଯୋଗ ଶୁଣାଣୀ   27-Oct-2026
  ରାଜ୍ୟ  
ବରିଷ୍ଠ ନୋଟାରୀ ଅଶ୍ୱିନୀ ମିଶ୍ର ଙ୍କ ବିୟୋଗରେ ଜିଲ୍ଲା ଓକିଲ ସଂଘ ପକ୍ଷରୁ ଶୋକସଭା   27-Oct-2026
  ଜିଲ୍ଲା  
ସଂକଳ୍ପ ଖୋଲୁଛି ସୁଯୋଗର ଦ୍ୱାର, ସାହସ ଦେଉଛି ପରିବର୍ତ୍ତନକୁ ଗତି: ଓଡ଼ିଶାର ମହିଳାଙ୍କ ହାତରେ ନୂଆ ଭବିଷ୍ୟତର ଷ୍ଟିଅରିଂ   27-Oct-2026
  ଜିଲ୍ଲା  
ଲୋଇସିଂହା ଠାରେ ବିଜେପି ପକ୍ଷରୁ ଯଶସ୍ବୀ ପ୍ରଧାନମନ୍ତ୍ରୀ ଙ୍କ ବାପା ଓ ମା ପ୍ରତି ଅଶାଳୀନ ମନ୍ତବ୍ୟ କୁ ନେଇ କଂଗ୍ରେସ ଅଧ୍ୟକ୍ଷ ଙ୍କ ବିରୁଦ୍ଧରେ ପ୍ରତିବାଦ କାର୍ଯ୍ୟକ୍ରମ   26-Oct-2026

You Might Also Like