-+91-9937148622 |

prerana_bgr@rediffmail.com |

  Friday 30th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଏସଆରସି କଂଟ୍ରୋଲ ରୁମରେ ସ୍ଥିତି  ଗଂଜାମ ଓ ଗଜପତି ଜିଲ୍ଲାର ସ୍ଥିତି ସମୀକ୍ଷା♦️  ବାତ୍ୟା ପରବର୍ତ୍ତୀ ସ୍ଥିତିର ନିରନ୍ତର ଅନୁଧ୍ୟାନ ଓ ଜନସାଧାରଣଙ୍କ ସୁରକ୍ଷାକୁ ଗୁରୁତ୍ୱ    (29-Oct-2026)       ||      କଲେଜଛକ କଲ୍ୟାଣମଣ୍ଡପରେ ଚିତ୍ରକଳା ଓ ମଣ୍ଡାପିଠା ତିଆରି ପ୍ରତିଯୋଗିତା ଅନୁଷ୍ଠିତ   (29-Oct-2026)       ||      ସ୍ୱାସ୍ଥ୍ୟ ମନ୍ତ୍ରୀ ଓ ଯାଜପୁର ସାଂସଦଙ୍କ ସରକାର - ବିରୋଧୀ ଆଭିମୁଖ୍ୟକୁ ୮୦ ଲକ୍ଷ ପ୍ରକୃତ ଅନୁସୂଚିତ ଜାତି ଆନ୍ଦୋଳନ ଧମକ ସରକାରୀ ସୁପାରିଶ ବନାମ ରାଜନୈତିକ ହସ୍ତକ୍ଷେପ - କେକେଡି ବିରୋଧୀ ଲଢେଇ ଅଲ୍ ଓଡିଶା କେଉଁତ, କୌବର୍ତ୍ତ ଓ ଧୀବର ହଟାଓ ଆକ୍ସନ କମିଟି, ବଲାଙ୍ଗିର   (29-Oct-2026)       ||      ବୀରମୁଣ୍ଡାରେ ପାୱାର୍ ଗ୍ରୀଡ଼୍ କର୍ପୋରେସନ୍ ଅଫ୍ ଇଣ୍ଡିଆ ଲିମିଟେଡ଼୍ ବଲାଙ୍ଗିର ସବ୍‌ସେଷ୍ଟସନ ପକ୍ଷରୁ ଗ୍ରାମସଭା ଆୟୋଜିତ   (29-Oct-2026)       ||      ଅମଳ ବେଳେ ବାତ୍ୟା ମାଡ଼, ଉଜାଡ଼ିଲା ଚାଷୀଙ୍କ ସ୍ୱପ୍ନ : ପନିପରିବା ସହ ଧାନ ଫସଲ ନଷ୍ଟ ଆଶଙ୍କା, କ୍ଷୟକ୍ଷତି ଆକଳନ କରି ସହାୟତା ଦେବାକୁ ଦାବି   (29-Oct-2026)       ||      କଳା ଜଗତର ସର୍ବଶ୍ରେଷ୍ଠ କଳା ହେଉଛି ପାଲା : ଗୁରୁ ପାର୍ବତୀ ଭୋଇ   (29-Oct-2026)       ||      ମହଦାରେ ଦୁଇ ଟ୍ରକ୍ ମଧ୍ୟରେ ଭୟଙ୍କର ଧକ୍କା, ଗ୍ରାମବାସୀ ଓ ଉଦ୍ଧାରକାରିଙ୍କ ତତ୍ପରତାରେ ବଞ୍ଚିଗଲା ଜୀବନ   (29-Oct-2026)       ||      ବରଗଡ଼ ନଦୀପଡ଼ା ରେ ଗଜଲକ୍ଷ୍ମୀ ପୂଜା   (29-Oct-2026)       ||      ବଲାଙ୍ଗୀର ସହରର ରୁଗୁଡି ପଡା ଓ ନାଲଖଣ୍ଡି ପଡା ଠାରେ ମାଁ ଗଜଲକ୍ଷ୍ମୀଙ୍କ ପୂଜା ଧୁମଧାମ ରେ ପାଳିତ   (29-Oct-2026)       ||      ଟିଟିଲାଗଡ ଓମ୍ ଭ୍ୟାଲି ସ୍କୁଲ୍‌ରେ ଆସନ୍ତା କାଲି ଅନୁଷ୍ଠିତ ହେବ କ୍ୟାରିୟର ମେଳା - ଯୋଗଦେବେ ଦେଶର ୧୦ଟି ପ୍ରମୁଖ ବିଶ୍ୱବିଦ୍ୟାଳୟର ଛାତ୍ରଛାତ୍ରୀ    (29-Oct-2026)       ||      ବରୀ ବ୍ଲକରେ ଶିଶୁ ଶ୍ରମିକ ଚିହ୍ନଟ ଓ ଉଦ୍ଧାର ନିମନ୍ତେ ମିଳିତ ଚଢ଼ାଉ ଅଭିଯାନ   (29-Oct-2026)       ||      ପୁରୁଣା ସରକାରୀ ଡାକ୍ତରଖାନା ଷ୍ଟାଫ କ୍ୱାର୍ଟର ମରାମତିରେ ଚରମ ଅବହେଳା - ଅସମ୍ପୂର୍ଣ୍ଣ କାମ ଯୋଗୁଁ ଡାକ୍ତରଙ୍କ ପରିବାର ହେଉଛନ୍ତି ଅସୁବିଧାର ସମ୍ମୁଖୀନ    (29-Oct-2026)       ||      ପିପି ଏକାଡେମୀ ରେ ସଙ୍ଗୀତ ଓ କଲେଜଛକ କଲ୍ୟାଣ ମଣ୍ଡପ ରେ ରଙ୍ଗୋଲି ଲି ପ୍ରତିଯୋଗିତା   (28-Oct-2026)       ||      ବାତ୍ୟା ‘ଅର୍ଣ୍ଣବ’ ମୁକାବିଲା କ୍ଷେତ୍ରରେ ଶୂନ୍ୟ ଜୀବନହାନି ଓ ଫସଲ କ୍ଷୟକ୍ଷତି ରୋକିବା ଉପରେ ରାଜ୍ୟପାଳଙ୍କ ଗୁରୁତ୍ୱାରୋପ   (28-Oct-2026)       ||      ସାହୁ ପରିବାର"ର ପ୍ରଥମ ସାଧାରଣ ଅଧିବେଶନ : ରମେଶ ଚନ୍ଦ୍ର ସାହୁ ସଭାପତି ଏବଂ ବିଶ୍ୱନାଥ ସାହୁ ସମ୍ପାଦକ   (28-Oct-2026)       ||      ସୁରକ୍ଷିତ ବଚପନ ଅଭିଯାନ ସଫଳ ନେଇ ସଚେତନତା   (28-Oct-2026)       ||      ଶୂନ୍ୟ ମୃତ୍ୟୁହାର ଲକ୍ଷ୍ୟରେ କନ୍ଧମାଳ ପ୍ରଶାସନର ବ୍ୟାପକ ପ୍ରସ୍ତୁତି :  ବାତ୍ୟା ମୁକାବିଲା ପାଇଁ ମନ୍ତ୍ରୀଙ୍କ ସମୀକ୍ଷା, ୧୯୮ ଗର୍ଭବତୀ ମହିଳା ମା’ ଗୃହକୁ ସ୍ଥାନାନ୍ତର   (28-Oct-2026)       ||      *ନବରଙ୍ଗପୁର କୋର୍ଟ ପରିସରରେ ସ୍ଥିତ ଅଭିଯୋଜନ କାର୍ଯ୍ୟାଳୟରେ ଦୁର୍ନୀତିମୁକ୍ତ ସମାଜ ନିମନ୍ତେ ଶପଥ କାର୍ଯ୍ୟକ୍ରମ ଅନୁଷ୍ଠିତ*   (28-Oct-2026)       ||      ସୁରକ୍ଷିତ ଶୈଶବ ଅଭିଯାନ ସଚେତନତା କାର୍ଯ୍ୟକ୍ରମ   (28-Oct-2026)       ||      ଡୁଙ୍ଗୁରିପାଲିରେ ବିଜେଡିର ଜନ ସଂପର୍କ ପଦଯାତ୍ରା: ଦମ ଦେଖାଇଲା ବିଜେଡି, ହଜାର ହଜାର ସଂଖ୍ୟାରେ କର୍ମୀଙ୍କ ସମାବେଶ    (28-Oct-2026)       ||     

HOME   ରାଜ୍ୟ

ରାଜ୍ୟ ପୋଲିସ ମୁଖ୍ୟ କାର୍ଯ୍ୟାଳୟଠାରେ ସମୀକ୍ଷା ବୈଠକ

22-Aug-2025



ଭୁବନେଶ୍ବର (ପ୍ରେରଣା ଖବର): ଆଗକୁ ଆସୁଛି ପାର୍ବଣ ଋତୁ। ଏହି ସମୟରେ କିଛି ବ୍ୟକ୍ତିବିଶେଷ  ବେଆଇନ ଚାନ୍ଦା ଆଦାୟ କରି ପୂଜା ଉତ୍ସବ ପାଳନ କରିବା ଭଳି ଘଟଣା ବିଭିନ୍ନ ସମୟରେ ନଜରକୁ ଆସିଥାଏ । ଏହାକୁ ଦୃଷ୍ଟିରେ ରଖି ଚଳିତ ବର୍ଷ  ଚାନ୍ଦା ଆଦାୟକୁ ସମ୍ପୂର୍ଣ୍ଣ ବନ୍ଦ କରିବା ସହ  ଚାନ୍ଦା ଆଦାୟକାରୀଙ୍କ ବିରୁଦ୍ଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ଡିଜିପି ଶ୍ରୀ ଯୋଗେଶ ବାହାଦୁର ଖୁରାନିଆ ସମସ୍ତ ଜିଲ୍ଲା ଏସପିଙ୍କୁ କଡା ନିର୍ଦ୍ଦେଶ ଦେଇଛନ୍ତି। ଏହ ସହ  ତୃଣମୂଳ ସ୍ତରରେ ଏହାକୁ କାର୍ଯ୍ୟକାରୀ କରିବାକୁ ସେ ନିର୍ଦ୍ଦେଶ ଦେଇଛନ୍ତି। ଆଜି ଅପରାହ୍ନରେ ରାଜ୍ୟ ପୋଲିସ ମୁଖ୍ୟ କାର୍ଯ୍ୟାଳୟଠାରେ ଡିଜିପି ଶ୍ରୀ ଖୁରାନିଆଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏକ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଥିଲା। ଏହି ଅବସରରେ  ପାର୍ବଣ ଋତୁ ସମୟରେ ରାଜ୍ୟବାସୀଙ୍କ ନିରାପତ୍ତା ତଥା ସୁରକ୍ଷାକୁ ଅଗ୍ରାଧିକାର ଦେଇ ସେ ଦିଗରେ ଉପଯୁକ୍ତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି।

ଏହି ପାର୍ବଣ ଋତୁ ସମୟରେ ପୋଲିସ ପକ୍ଷରୁ ବ୍ୟାପକ ବନ୍ଦୋବସ୍ତ କରାଯିବା ଉପରେ ଡିଜିପି ବୈଠକରେ ଗୁରୁତ୍ଵାରୋପ କରିଥିଲେ। ସଦାସର୍ବଦା ସତର୍କତା ଏବଂ ଯେକୌଣସି ପ୍ରକାର ଅଘଟଣ ସମ୍ପର୍କରେ ଆଗୁଆ ସୂଚନା ପାଇବା ନିମନ୍ତେ ଉପଯୁକ୍ତ ପଦକ୍ଷେପ ନେବାସହ ଏଥିନିମନ୍ତେ ତୁରନ୍ତ ଯୋଜନାବଦ୍ଧ କାର୍ଯ୍ୟାନୁଷ୍ଠାନ ନେବାକୁ ସେ ପରାମର୍ଶ ଦେଇଥିଲେ। ବିଶେଷକରି ବିଭିନ୍ନ ସମୟରେ ସୋସିଆଲ ମିଡିଆରେ ଗୁଜବ, ବିଭ୍ରାନ୍ତିକର ତଥ୍ୟ ସଂକ୍ରାନ୍ତରେ ସଦାସର୍ବଦା ନଜର ରଖିବା ଉପରେ ସେ ଗୁରୁତ୍ଵ ଦେଇଥିଲେ। ଏଥି ନିମନ୍ତେ ଜିଲ୍ଲାଗୁଡିକରେ କାର୍ଯ୍ୟ କରୁଥିବା ସାଇବର ସେଲ ଦ୍ଵାରା ବିଭିନ୍ନ ସୋସିଆଲ ମିଡିଆ ପ୍ଲାଟଫର୍ମ ଉପରେ ୨୪ ଘଣ୍ଟିଆ ପାଟ୍ରୋଲିଂ କରିବାକୁ ଡିଜିପି ପରାମର୍ଶ ଦେଇଛନ୍ତି ।

 

  ଏହାବ୍ୟତୀତ ସମ୍ବେଦନଶୀଳ ସ୍ଥାନ ଗୁଡିକରେ ପୋଲିସ ପାଟ୍ରୋଲିଂ, କଡାକଡି ଚେକିଂ,  ଅଭ୍ୟାସଗତ ଅପରାଧୀଙ୍କ ବିରୁଦ୍ଧରେ କାର୍ଯ୍ୟାନୁଷ୍ଠାନ, ସହରର ସମ୍ବେଦନଶୀଳ ସ୍ଥାନ ଗୁଡିକରେ ସିସିଟିଭି ଲଗାଇବା,  ଗୁଇନ୍ଦା ସୂଚନା ସଂଗ୍ରହ, ପୂଜା କମିଟି ସହ ଆଲୋଚନା, ବିଭିନ୍ନ ଗୋଷ୍ଠୀ ମାନଙ୍କ ସହ ବୈଠକ, ସ୍ଥାନୀୟ ଲୋକପ୍ରତିନିଧି ମାନଙ୍କ ସହ ସୁସମ୍ପର୍କ ସ୍ଥାପନ,  ଗୁଜବକାରୀଙ୍କୁ ଚିହ୍ନଟ,  ପୂଜା ହେଉଥିବା ସ୍ଥାନରେ ବ୍ୟାପକ ପୋଲିସ ମୁତୟନ, ଭସାଣି ସମୟରେ ସତର୍କତା ପଦକ୍ଷେପ ଆଦି ପ୍ରସଙ୍ଗରେ ଉପଯୁକ୍ତ ବ୍ୟବସ୍ଥା ଗ୍ରହଣ କରିବାକୁ ସମସ୍ତ ଜିଲ୍ଲାର ଏସପି ତଥା ବରିଷ୍ଠ ପୋଲିସ ଅଧିକାରୀଙ୍କୁ ଡିଜିପି ନିର୍ଦ୍ଦେଶ ଦେଇଥିଲେ। ଏହାସହ ଯେକୌଣସି ପ୍ରକାର ଅପ୍ରୀତିକର ପରିସ୍ଥିତିର  ସମ୍ମୁଖୀନ ହେବାକୁ ସଦାସର୍ବଦା ପ୍ରସ୍ତୁତ ରହିବାକୁ ଡିଜିପି ନିର୍ଦ୍ଦେଶ ଦେଇଛନ୍ତି। ଏହା ସହ ପାର୍ବଣ ଋତୁ ସମୟରେ ବେଆଇନ ଗୋ ଚାଲାଣ ଏବଂ ବେଆଇନ ବାଣ ବିକ୍ରି ବିରୁଦ୍ଧରେ କଠୋର କାର୍ଯ୍ୟାନୁଷ୍ଠାନ

ଗ୍ରହଣ କରିବାକୁ ଡିଜିପି ନିର୍ଦ୍ଦେଶ ଦେଇଛନ୍ତି। ଏତଦବ୍ୟତୀତ ପୂଜା ସମୟରେ ବିଭିନ୍ନ ସ୍ଥାନରେ  କମିଟି ପକ୍ଷରୁ ମେଳାର ଆୟୋଜନ କରାଯାଇଥାଏ।  ଜନସାଧାରଣଙ୍କ ସୁରକ୍ଷାକୁ ଦୃଷ୍ଟିରେ ରଖି ଏହି ସ୍ଥାନଗୁଡିକୁ ପରିଦର୍ଶନରେ ଯାଇ ପ୍ରଶାସନ ପକ୍ଷରୁ ଗ୍ରହଣ କରାଯାଇଥିବା ବିଭିନ୍ନ ପଦକ୍ଷେପ ସମ୍ପର୍କରେ ଅନୁଧ୍ୟାନ କରିବାକୁ ସେ ନିର୍ଦ୍ଦେଶ ଦେଇଛନ୍ତି।

ଉକ୍ତ ବୈଠକରେ  ଆରକ୍ଷୀ ମହାନିର୍ଦ୍ଦେଶକ (କ୍ରାଇମବ୍ରାଞ୍ଚ) ଶ୍ରୀ ବିନୟତୋଷ ମିଶ୍ର, ଅତିରିକ୍ତ ଆରକ୍ଷୀ ମହାନିର୍ଦ୍ଦେଶକ (ଆଧୂନିକୀକରଣ) ଶ୍ରୀ ସୌମେନ୍ଦ୍ର ପ୍ରିୟଦର୍ଶୀ, ଅତିରିକ୍ତ ଆରକ୍ଷୀ ମହାନିର୍ଦ୍ଦେଶକ (ଆଇନ ଓ ଶୃଙ୍ଖଳା) ଶ୍ରୀ ସଞ୍ଜୟ କୁମାର, ଅତିରିକ୍ତ ଆରକ୍ଷୀ ମହାନିର୍ଦ୍ଦେଶକ (ଏଚଆରପିସି) ଶ୍ରୀ ୟତିନ୍ଦ୍ର କୋୟଲ, ଆଇଜିପି ଶ୍ରୀ ସତୀଶ ଗଜଭିୟେ, ଆଇଜିପି (କ୍ରାଇମବ୍ରାଞ୍ଚ) ସଫିନ ଅହମ୍ମଦ, ଆଇଜିପି (କ୍ରାଇମବ୍ରାଞ୍ଚ) ଡଃ ସାର୍ଥକ ଷଡ଼ଙ୍ଗୀ, ଡିଆଇଜିପି (ପ୍ରୋଭିଜନିଂ) ଶ୍ରୀ ଚରଣ ସିଂ ମିନା, ଡିଆଇଜିପି (ପର୍ସୋନେଲ) ଶ୍ରୀ ଯୁଗଳ କିଶୋର କୁମାର ବନୋଥ,  ଏସପି ଶ୍ରୀ ଭିନୀତ ଅଗ୍ରୱାଲଙ୍କ ସମେତ   ଆଭାସୀ ମାଧ୍ୟମରେ ଗୁଇନ୍ଦା ନିର୍ଦ୍ଦେଶକ ଶ୍ରୀ ଆର. ପି. କୋଚେଙ୍କ ସମେତ ସମସ୍ତ ଜିଲ୍ଲା ଏସପି, ରେଞ୍ଜ ଆଇଜି, ଡିଆଇଜି ପ୍ରମୁଖ ଉପସ୍ଥିତ ଥିଲେ ।


News Comment




Photo in News

Advertisment
Lastest News
  ମହାନଗର  
ଏସଆରସି କଂଟ୍ରୋଲ ରୁମରେ ସ୍ଥିତି  ଗଂଜାମ ଓ ଗଜପତି ଜିଲ୍ଲାର ସ୍ଥିତି ସମୀକ୍ଷା♦️  ବାତ୍ୟା ପରବର୍ତ୍ତୀ ସ୍ଥିତିର ନିରନ୍ତର ଅନୁଧ୍ୟାନ ଓ ଜନସାଧାରଣଙ୍କ ସୁରକ୍ଷାକୁ ଗୁରୁତ୍ୱ    29-Oct-2026
  ରାଜ୍ୟ  
କଲେଜଛକ କଲ୍ୟାଣମଣ୍ଡପରେ ଚିତ୍ରକଳା ଓ ମଣ୍ଡାପିଠା ତିଆରି ପ୍ରତିଯୋଗିତା ଅନୁଷ୍ଠିତ   29-Oct-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ମନ୍ତ୍ରୀ ଓ ଯାଜପୁର ସାଂସଦଙ୍କ ସରକାର - ବିରୋଧୀ ଆଭିମୁଖ୍ୟକୁ ୮୦ ଲକ୍ଷ ପ୍ରକୃତ ଅନୁସୂଚିତ ଜାତି ଆନ୍ଦୋଳନ ଧମକ ସରକାରୀ ସୁପାରିଶ ବନାମ ରାଜନୈତିକ ହସ୍ତକ୍ଷେପ - କେକେଡି ବିରୋଧୀ ଲଢେଇ ଅଲ୍ ଓଡିଶା କେଉଁତ, କୌବର୍ତ୍ତ ଓ ଧୀବର ହଟାଓ ଆକ୍ସନ କମିଟି, ବଲାଙ୍ଗିର   29-Oct-2026
  ଜିଲ୍ଲା  
ବୀରମୁଣ୍ଡାରେ ପାୱାର୍ ଗ୍ରୀଡ଼୍ କର୍ପୋରେସନ୍ ଅଫ୍ ଇଣ୍ଡିଆ ଲିମିଟେଡ଼୍ ବଲାଙ୍ଗିର ସବ୍‌ସେଷ୍ଟସନ ପକ୍ଷରୁ ଗ୍ରାମସଭା ଆୟୋଜିତ   29-Oct-2026
  ଜିଲ୍ଲା  
ଅମଳ ବେଳେ ବାତ୍ୟା ମାଡ଼, ଉଜାଡ଼ିଲା ଚାଷୀଙ୍କ ସ୍ୱପ୍ନ : ପନିପରିବା ସହ ଧାନ ଫସଲ ନଷ୍ଟ ଆଶଙ୍କା, କ୍ଷୟକ୍ଷତି ଆକଳନ କରି ସହାୟତା ଦେବାକୁ ଦାବି   29-Oct-2026
  ଜିଲ୍ଲା  
କଳା ଜଗତର ସର୍ବଶ୍ରେଷ୍ଠ କଳା ହେଉଛି ପାଲା : ଗୁରୁ ପାର୍ବତୀ ଭୋଇ   29-Oct-2026
  ଜିଲ୍ଲା  
ମହଦାରେ ଦୁଇ ଟ୍ରକ୍ ମଧ୍ୟରେ ଭୟଙ୍କର ଧକ୍କା, ଗ୍ରାମବାସୀ ଓ ଉଦ୍ଧାରକାରିଙ୍କ ତତ୍ପରତାରେ ବଞ୍ଚିଗଲା ଜୀବନ   29-Oct-2026
  ଜିଲ୍ଲା  
ବରଗଡ଼ ନଦୀପଡ଼ା ରେ ଗଜଲକ୍ଷ୍ମୀ ପୂଜା   29-Oct-2026
  ଜିଲ୍ଲା  
ବଲାଙ୍ଗୀର ସହରର ରୁଗୁଡି ପଡା ଓ ନାଲଖଣ୍ଡି ପଡା ଠାରେ ମାଁ ଗଜଲକ୍ଷ୍ମୀଙ୍କ ପୂଜା ଧୁମଧାମ ରେ ପାଳିତ   29-Oct-2026
  ଜିଲ୍ଲା  
ଟିଟିଲାଗଡ ଓମ୍ ଭ୍ୟାଲି ସ୍କୁଲ୍‌ରେ ଆସନ୍ତା କାଲି ଅନୁଷ୍ଠିତ ହେବ କ୍ୟାରିୟର ମେଳା - ଯୋଗଦେବେ ଦେଶର ୧୦ଟି ପ୍ରମୁଖ ବିଶ୍ୱବିଦ୍ୟାଳୟର ଛାତ୍ରଛାତ୍ରୀ   29-Oct-2026
  ଜିଲ୍ଲା  
ବରୀ ବ୍ଲକରେ ଶିଶୁ ଶ୍ରମିକ ଚିହ୍ନଟ ଓ ଉଦ୍ଧାର ନିମନ୍ତେ ମିଳିତ ଚଢ଼ାଉ ଅଭିଯାନ   29-Oct-2026
  ଜିଲ୍ଲା  
ପୁରୁଣା ସରକାରୀ ଡାକ୍ତରଖାନା ଷ୍ଟାଫ କ୍ୱାର୍ଟର ମରାମତିରେ ଚରମ ଅବହେଳା - ଅସମ୍ପୂର୍ଣ୍ଣ କାମ ଯୋଗୁଁ ଡାକ୍ତରଙ୍କ ପରିବାର ହେଉଛନ୍ତି ଅସୁବିଧାର ସମ୍ମୁଖୀନ   29-Oct-2026

You Might Also Like