-+91-9937148622 |

prerana_bgr@rediffmail.com |

  Friday 30th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଭୋଟ ବଞ୍ଚାଅ ଦେଶ ବଞ୍ଚାଅ କୁ ନେଇ ର ସାମ୍ବାଦିକ ସମ୍ବିଳନୀ    (30-Oct-2026)       ||      ଦୁର୍ଘଟଣା ପିଛା ଛାଡୁ ନାହିଁ,ପୁଣି ସେହି ପାଉଁଶ ବୋଝେଇ ଗାଡି ପାଉଁଶ ବୋଝେଇ ଗାଡି ଦୁର୍ଘଟଣା ଗ୍ରସ୍ତ, ଭାଙ୍ଗିଲା ବ୍ୟାଙ୍କର ଗେଟ୍   (30-Oct-2026)       ||      ଏସଆରସି କଂଟ୍ରୋଲ ରୁମରେ ସ୍ଥିତି  ଗଂଜାମ ଓ ଗଜପତି ଜିଲ୍ଲାର ସ୍ଥିତି ସମୀକ୍ଷା♦️  ବାତ୍ୟା ପରବର୍ତ୍ତୀ ସ୍ଥିତିର ନିରନ୍ତର ଅନୁଧ୍ୟାନ ଓ ଜନସାଧାରଣଙ୍କ ସୁରକ୍ଷାକୁ ଗୁରୁତ୍ୱ    (29-Oct-2026)       ||      କଲେଜଛକ କଲ୍ୟାଣମଣ୍ଡପରେ ଚିତ୍ରକଳା ଓ ମଣ୍ଡାପିଠା ତିଆରି ପ୍ରତିଯୋଗିତା ଅନୁଷ୍ଠିତ   (29-Oct-2026)       ||      ସ୍ୱାସ୍ଥ୍ୟ ମନ୍ତ୍ରୀ ଓ ଯାଜପୁର ସାଂସଦଙ୍କ ସରକାର - ବିରୋଧୀ ଆଭିମୁଖ୍ୟକୁ ୮୦ ଲକ୍ଷ ପ୍ରକୃତ ଅନୁସୂଚିତ ଜାତି ଆନ୍ଦୋଳନ ଧମକ ସରକାରୀ ସୁପାରିଶ ବନାମ ରାଜନୈତିକ ହସ୍ତକ୍ଷେପ - କେକେଡି ବିରୋଧୀ ଲଢେଇ ଅଲ୍ ଓଡିଶା କେଉଁତ, କୌବର୍ତ୍ତ ଓ ଧୀବର ହଟାଓ ଆକ୍ସନ କମିଟି, ବଲାଙ୍ଗିର   (29-Oct-2026)       ||      ବୀରମୁଣ୍ଡାରେ ପାୱାର୍ ଗ୍ରୀଡ଼୍ କର୍ପୋରେସନ୍ ଅଫ୍ ଇଣ୍ଡିଆ ଲିମିଟେଡ଼୍ ବଲାଙ୍ଗିର ସବ୍‌ସେଷ୍ଟସନ ପକ୍ଷରୁ ଗ୍ରାମସଭା ଆୟୋଜିତ   (29-Oct-2026)       ||      ଅମଳ ବେଳେ ବାତ୍ୟା ମାଡ଼, ଉଜାଡ଼ିଲା ଚାଷୀଙ୍କ ସ୍ୱପ୍ନ : ପନିପରିବା ସହ ଧାନ ଫସଲ ନଷ୍ଟ ଆଶଙ୍କା, କ୍ଷୟକ୍ଷତି ଆକଳନ କରି ସହାୟତା ଦେବାକୁ ଦାବି   (29-Oct-2026)       ||      କଳା ଜଗତର ସର୍ବଶ୍ରେଷ୍ଠ କଳା ହେଉଛି ପାଲା : ଗୁରୁ ପାର୍ବତୀ ଭୋଇ   (29-Oct-2026)       ||      ମହଦାରେ ଦୁଇ ଟ୍ରକ୍ ମଧ୍ୟରେ ଭୟଙ୍କର ଧକ୍କା, ଗ୍ରାମବାସୀ ଓ ଉଦ୍ଧାରକାରିଙ୍କ ତତ୍ପରତାରେ ବଞ୍ଚିଗଲା ଜୀବନ   (29-Oct-2026)       ||      ବରଗଡ଼ ନଦୀପଡ଼ା ରେ ଗଜଲକ୍ଷ୍ମୀ ପୂଜା   (29-Oct-2026)       ||      ବଲାଙ୍ଗୀର ସହରର ରୁଗୁଡି ପଡା ଓ ନାଲଖଣ୍ଡି ପଡା ଠାରେ ମାଁ ଗଜଲକ୍ଷ୍ମୀଙ୍କ ପୂଜା ଧୁମଧାମ ରେ ପାଳିତ   (29-Oct-2026)       ||      ଟିଟିଲାଗଡ ଓମ୍ ଭ୍ୟାଲି ସ୍କୁଲ୍‌ରେ ଆସନ୍ତା କାଲି ଅନୁଷ୍ଠିତ ହେବ କ୍ୟାରିୟର ମେଳା - ଯୋଗଦେବେ ଦେଶର ୧୦ଟି ପ୍ରମୁଖ ବିଶ୍ୱବିଦ୍ୟାଳୟର ଛାତ୍ରଛାତ୍ରୀ    (29-Oct-2026)       ||      ବରୀ ବ୍ଲକରେ ଶିଶୁ ଶ୍ରମିକ ଚିହ୍ନଟ ଓ ଉଦ୍ଧାର ନିମନ୍ତେ ମିଳିତ ଚଢ଼ାଉ ଅଭିଯାନ   (29-Oct-2026)       ||      ପୁରୁଣା ସରକାରୀ ଡାକ୍ତରଖାନା ଷ୍ଟାଫ କ୍ୱାର୍ଟର ମରାମତିରେ ଚରମ ଅବହେଳା - ଅସମ୍ପୂର୍ଣ୍ଣ କାମ ଯୋଗୁଁ ଡାକ୍ତରଙ୍କ ପରିବାର ହେଉଛନ୍ତି ଅସୁବିଧାର ସମ୍ମୁଖୀନ    (29-Oct-2026)       ||      ପିପି ଏକାଡେମୀ ରେ ସଙ୍ଗୀତ ଓ କଲେଜଛକ କଲ୍ୟାଣ ମଣ୍ଡପ ରେ ରଙ୍ଗୋଲି ଲି ପ୍ରତିଯୋଗିତା   (28-Oct-2026)       ||      ବାତ୍ୟା ‘ଅର୍ଣ୍ଣବ’ ମୁକାବିଲା କ୍ଷେତ୍ରରେ ଶୂନ୍ୟ ଜୀବନହାନି ଓ ଫସଲ କ୍ଷୟକ୍ଷତି ରୋକିବା ଉପରେ ରାଜ୍ୟପାଳଙ୍କ ଗୁରୁତ୍ୱାରୋପ   (28-Oct-2026)       ||      ସାହୁ ପରିବାର"ର ପ୍ରଥମ ସାଧାରଣ ଅଧିବେଶନ : ରମେଶ ଚନ୍ଦ୍ର ସାହୁ ସଭାପତି ଏବଂ ବିଶ୍ୱନାଥ ସାହୁ ସମ୍ପାଦକ   (28-Oct-2026)       ||      ସୁରକ୍ଷିତ ବଚପନ ଅଭିଯାନ ସଫଳ ନେଇ ସଚେତନତା   (28-Oct-2026)       ||      ଶୂନ୍ୟ ମୃତ୍ୟୁହାର ଲକ୍ଷ୍ୟରେ କନ୍ଧମାଳ ପ୍ରଶାସନର ବ୍ୟାପକ ପ୍ରସ୍ତୁତି :  ବାତ୍ୟା ମୁକାବିଲା ପାଇଁ ମନ୍ତ୍ରୀଙ୍କ ସମୀକ୍ଷା, ୧୯୮ ଗର୍ଭବତୀ ମହିଳା ମା’ ଗୃହକୁ ସ୍ଥାନାନ୍ତର   (28-Oct-2026)       ||      *ନବରଙ୍ଗପୁର କୋର୍ଟ ପରିସରରେ ସ୍ଥିତ ଅଭିଯୋଜନ କାର୍ଯ୍ୟାଳୟରେ ଦୁର୍ନୀତିମୁକ୍ତ ସମାଜ ନିମନ୍ତେ ଶପଥ କାର୍ଯ୍ୟକ୍ରମ ଅନୁଷ୍ଠିତ*   (28-Oct-2026)       ||     

HOME   ରାଜ୍ୟ

ଜନଜାତି ପାଇଁ ଉଦ୍ଦିଷ୍ଟ ଯୋଜନାର କାର୍ଯ୍ୟକାରିତା ସମୟରେ ଅଧିକାରୀମାନେ ମାନବିକ ଓ ସହାନୁଭୂତିଶୀଳ ଆଭିମୁଖ୍ୟ ଗ୍ରହଣ କରନ୍ତୁ: ରାଜ୍ୟପାଳ

23-Aug-2025



ରାଜ ଭବନରେ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ

ଭୁବନେଶ୍ୱର(ପ୍ରେରଣା ଖବର): ଜନଜାତିଙ୍କ ପାଇଁ ଉଦ୍ଦିଷ୍ଟ ଯୋଜନାଗୁଡିକର କାର୍ଯ୍ୟକାରିତା ସମୟରେ ଅଧିକାରୀମାନେ ମାନବିକ ଓ ସହାନୁଭୂତିଶୀଳ ଆଭିମୁଖ୍ୟ ଗ୍ରହଣ କରନ୍ତୁ ବୋଲି ରାଜ୍ୟପାଳ ଡ଼. ହରି ବାବୁ କମ୍ଭମପାଟି ନିର୍ଦ୍ଦେଶ ଦେଇଛନ୍ତି I ଚଳିତ ଅଗଷ୍ଟ ୨୩ ତାରିଖ ଦିନ ରାଜଭବନର ନ୍ୟୁ ଅଭିଷେକ ହଲ ଠାରେ ଅନୁସୂଚିତ ଜନଜାତି ଓ ଅନୁସୂଚିତ ଜାତି ଉନ୍ନୟନ, ସଂଖ୍ୟାଲଘୁ ଓ ପଛୁଆ ବର୍ଗ କଲ୍ୟାଣ ବିଭାଗ, ଜଙ୍ଗଲ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ ବିଭାଗ ଏବଂ ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗର କାର୍ଯ୍ୟାବଳୀ ସମୀକ୍ଷା କରିବା ଅବସରରେ ରାଜ୍ୟପାଳ ଏହି ନିର୍ଦ୍ଦେଶ ଦେଇଛନ୍ତି I ଉକ୍ତ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକରେ ଅନୁସୂଚିତ ଜନଜାତି ଓ ଅନୁସୂଚିତ ଜାତି ଉନ୍ନୟନ, ସଂଖ୍ୟାଲଘୁ ଓ ପଛୁଆ ବର୍ଗ କଲ୍ୟାଣ ବିଭାଗ ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ, ଜଙ୍ଗଲ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ ବିଭାଗ ମନ୍ତ୍ରୀ ଗଣେଶ ରାମ ସିଂ ଖୁଣ୍ଟିଆଙ୍କ ସମେତ ଉପରୋକ୍ତ ବିଭାଗମାନଙ୍କର ବରିଷ୍ଠ ଅଧିକାରୀ, ରାଜ୍ୟର ବିଭିନ୍ନ ଜିଲ୍ଲାର ଡିଏଫଓ, ଜିଲ୍ଲା ପରିଷଦର ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ, ସମନ୍ବିତ ଆଦିବାସୀ ଉନ୍ନୟନ ସଂସ୍ଥାର ପ୍ରଳକ୍ପ ପ୍ରଶାସକ, ଜିଲ୍ଲା କଲ୍ୟାଣ ଅଧିକାରୀ ତଥା ବିଭିନ୍ନ ପ୍ରକଳ୍ପର ଅଧିକାରୀମାନେ ଯୋଗ ଦେଇଥିଲେ I 

ଏହି ସମୀକ୍ଷା ବୈଠକରେ ଉଦବୋଧନ ଦେଇ ରାଜ୍ୟପାଳ କହିଥିଲେ ଯେ ଜନଜାତିମାନଙ୍କର କଲ୍ୟାଣ ପାଇଁ ଉଭୟ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ତରଫରୁ ଅନେକ ଯୋଜନା କାର୍ଯ୍ୟକାରୀ ହେଉଛି I ଉପରୋକ୍ତ ଯୋଜନା ସମ୍ପର୍କରେ ସେମାନଙ୍କୁ ସଚେତନ କରାଇ ପାରିଲେ ଯୋଜନାର ସୁଫଳ ମିଳିବ ଏବଂ ସେମାନେ ଉପକୃତ ହୋଇ ପାରିବେ I ଏଣୁ ସମ୍ପୃକ୍ତ ବିଭାଗ ତରଫରୁ ବିଭିନ୍ନ ଯୋଜନା ସମ୍ପର୍କରେ ପୁସ୍ତିକା ପ୍ରସ୍ତୁତ କରି ଜନସାଧାରଣଙ୍କୁ ବଣ୍ଟନ କରିବା ପାଇଁ ବିଭାଗୀୟ କମିଶନର ତଥା ଶାସନ ସଚିବଙ୍କୁ ରାଜ୍ୟପାଳ କହିଥିଲେ I ଏତତ ବ୍ୟତୀତ ବିଭିନ୍ନ ସାମାଜିକ ସୁରକ୍ଷା ଯୋଜନାରେ କିପରି ଅଧିକ ସଂଖ୍ୟାରେ ଜନସାଧାରଣ ସାମିଲ ହୋଇ ପାରିବେ ସେ ଦିଗରେ ସକାରାତ୍ମକ ମନୋଭାବ ନେଇ ବିଭାଗୀୟ କର୍ତ୍ତୃପକ୍ଷ କାର୍ଯ୍ୟ କରିବାକୁ ନିର୍ଦ୍ଦେଶ ଦେଇଥିଲେ I ଏ ଦିଗରେ ବ୍ୟାଙ୍କ କର୍ତ୍ତୃପକ୍ଷଙ୍କର ଗୁରୁ ଦାୟିତ୍ୱ ରହିଛି ବୋଲି ରାଜ୍ୟପାଳ କହିଥିଲେ I 

ବିଭିନ୍ନ କାର୍ଯ୍ୟକ୍ରମର ସମୀକ୍ଷା ଅବସରରେ ଜନଜାତିବର୍ଗର ଛାତ୍ରଛାତ୍ରୀଙ୍କ ପାଇଁ ଉପଲବ୍ଧ ଗୁଣାତ୍ମକ ଶିକ୍ଷା, ଏକଲବ୍ୟ ଆଦର୍ଶ ଆବାସିକ ବିଦ୍ୟାଳୟ, ଛାତ୍ରବୃତ୍ତି, ଜନଜାତି ବର୍ଗଙ୍କ ଜୀବନ ଧାରଣ ମାନର ଉନ୍ନତି ପାଇଁ କାର୍ଯ୍ୟକାରୀ ହେଉଥିବା ବିଭିନ୍ନ ଯୋଜନା, ଫରେଷ୍ଟ ରାଇଟ ଆକ୍ଟ-୨୦୦୬ର କାର୍ଯ୍ୟକାରିତା, ଜଙ୍ଗଲଜାତ ଦ୍ରବ୍ୟର ବିପଣନ ପାଇଁ ସର୍ବନିମ୍ନ ସହାୟତା ମୂଲ୍ୟ, ଆର୍ଟିକିଲ ୨୭୫(୧), ପ୍ରଧାନମନ୍ତ୍ରୀ ଜନମନ ଯୋଜନା, ଧରତୀ ଆବା ଜନଜାତୀୟ ଗ୍ରାମ ଉତ୍କର୍ଷ ଅଭିଯାନ ଇତ୍ୟାଦି ଯୋଜନାର କାର୍ଯ୍ୟକାରିତା ଏବଂ କାର୍ଯ୍ୟାନ୍ୱୟନ କ୍ଷେତ୍ରରେ ଉପୁଜୁଥିବା ସମସ୍ୟା ସମ୍ପର୍କରେ ରାଜ୍ୟପାଳ ସମୀକ୍ଷା କରିଥିଲେ I 

ଫରେଷ୍ଟ ରାଇଟ ଆକ୍ଟ ଅଧୀନରେ ବିଭିନ୍ନ ଜିଲ୍ଲାର ଅଗ୍ରଗତି ସମ୍ପର୍କରେ ସମୀକ୍ଷା କରି ବିଚାରାଧୀନ ଆବେଦନ ଗୁଡିକୁ ଆଗାମୀ ନବେ ଦିନ ମଧ୍ୟରେ ଫଇସଲା କରିବାକୁ ରାଜ୍ୟପାଳ ନିର୍ଦ୍ଦେଶ ଦେଇଥିଲେ I ଏ ଦିଗରେ ସମ୍ପୃକ୍ତ ବିଭିନ୍ନ ବିଭାଗୀୟ ଅଧିକାରୀମାନଙ୍କ ମଧ୍ୟରେ ଉତ୍ତମ ସମନ୍ୱୟ ଉପରେ ଗୁରୁତ୍ୱାରୋପ କରିଥିଲେ I କଲ୍ୟାଣ ବିଭାଗ ପରିଚାଳିତ ବିଦ୍ୟାଳୟଗୁଡିକର ଭିତ୍ତିଭୂମି ବିକାଶ ସହିତ ବିଦ୍ୟାଳୟମାନଙ୍କର ମାନ୍ୟତା ବୃଦ୍ଧି ଦିଗରେ ପଦକ୍ଷେପର ସମୀକ୍ଷା କରିଥିଲେ I ଏତତ ବ୍ୟତୀତ ନକଲି ଜାତି ପ୍ରମାଣ ପତ୍ର ପ୍ରସଙ୍ଗରେ ଚିନ୍ତା ପ୍ରକଟ କରି ଏପରି ମାମଲାଗୁଡ଼ିକର ଯାଞ୍ଚ କରିବା ପାଇଁ ଗ୍ରହଣ କରାଯାଇଥିବା ପଦକ୍ଷେପ ସମ୍ପର୍କରେ ପଚାରି ବୁଝିଥିଲେ I ଲଘୁ ଜଙ୍ଗଲଜାତ ଦ୍ରବ୍ୟର କ୍ରୟ ଏବଂ ନିଲାମ ପ୍ରସଙ୍ଗରେ ରାଜ୍ୟପାଳ ସମୀକ୍ଷା କରିଥିଲେ I ଲଘୁ ଜଙ୍ଗଲଜାତ ଦ୍ରବ୍ୟର ବିପଣନ ପାଇଁ ସରକାରଙ୍କ ତରଫରୁ ନିଆଯାଇଥିବା ପଦକ୍ଷେପ ସମ୍ପର୍କରେ ସମୀକ୍ଷା କରିଥିଲେ I ଜନଜାତିମାନେ ଯେପରି ଉଚିତ ମୂଲ୍ୟ ପାଇ ପାରିବେ ତାହା ସୁନିଶ୍ଚିତ କରିବା ଏବଂ ଏ କ୍ଷେତ୍ରରେ ମଧ୍ୟସ୍ଥିକୁ ଦୂର କରିବାର ଆବଶ୍ୟକତା ଉପରେ ଗୁରୁତ୍ୱାରୋପ କରିଥିଲେ I ଲଘୁ ଜଙ୍ଗଲଜାତ ଦ୍ରବ୍ୟର ପ୍ରକ୍ରିୟାକରଣ ପାଇଁ ଏମଏସଏମଇ ସ୍ଥାପନ କରିବାକୁ ଉଦ୍ୟୋଗୀଙ୍କୁ ପ୍ରୋତ୍ସାହିତ କରିବାକୁ ପରାମର୍ଶ ଦେଇଥିଲେ I  ଜନଜାତି ଅଧୁସିତ ଅଂଚଳରେ ଭିତ୍ତିଭୂମି ଓ ଯୋଗାଯୋଗ

ଉପରେ ରାଜ୍ୟପାଳ ସମୀକ୍ଷା କରିଥିଲେ ଏବଂ ପ୍ରତି ଗ୍ରାମରେ ମୋବାଇଲ ନେଟୱାର୍କ ଉପଲବ୍ଧ କରାଇବା ଉପରେ ଗୁରୁତ୍ୱାରୋପ କରିଥିଲେ I ଏତତ ବ୍ୟତୀତ ଲୋକମାନଙ୍କ ଘର ତଥା ଅନୁଷ୍ଠାନ ମାନଙ୍କରେ ସୌର ଶକ୍ତିର ବ୍ୟବହାର ଉପରେ ରାଜ୍ୟପାଳ ଗୁରୁତ୍ୱାରୋପ କରିଥିଲେ I ଏତତ ବ୍ୟତୀତ ସିଏସଆର କାର୍ଯ୍ୟକ୍ରମ ସହଯୋଗରେ ବିଦ୍ୟାଳୟ ମାନଙ୍କରେ ସ୍ମାର୍ଟ କ୍ଲାସରୁମ ବ୍ୟବସ୍ଥା କରିବା ଉପରେ ମଧ୍ୟ ରାଜ୍ୟପାଳ ଗୁରୁତ୍ୱାରୋପ କରିଥିଲେ I 

ଉକ୍ତ ସମୀକ୍ଷା ବୈଠକରେ ଜଙ୍ଗଲ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ସତ୍ୟବ୍ରତ ସାହୁ, ରାଜ୍ୟପାଳଙ୍କ କମିଶନର ତଥା ଶାସନ ସଚିବ ଶ୍ରୀମତୀ ରୂପା ରୋଶନ ସାହୁ,ପିସିସିଏଫ ଓଡିଶା  ସୁରେଶ ପନ୍ତ, ପଂଚାୟତି ରାଜ ଓ ପାନୀୟ ଜଳ ବିଭାଗର କମିଶନର ତଥା ଶାସନ ସଚିବ ଏସ ଏନ ଗିରିଶ, ଅନୁସୂଚିତ ଜନଜାତି ଓ ଅନୁସୂଚିତ ଜାତି ଉନ୍ନୟନ, ସଂଖ୍ୟାଲଘୁ ଓ ପଛୁଆ ବର୍ଗ କଲ୍ୟାଣ ବିଭାଗର କମିଶନର ତଥା ଶାସନ ସଚିବ ବି ପରମେଶ୍ୱରନ, ପିସିସିଏଫ (କେଏଲ) ଉମା ନନ୍ଦୁରୀ, ପିସିସିଏଫ (ଡବ୍ଲୁଏଲ) ପ୍ରେମ କୁମାର ଝା, ଷ୍ଟେଟ ନୋଡାଲ ଅଧିକାରୀ (ପିଡି, ଓଏଫଏସଡିପି) କେ ମୁରୁଗେସନ ପ୍ରମୁଖ  ମଞ୍ଚାସୀନ ଥିଲେ I


News Comment




Photo in News

Advertisment
Lastest News
  ଜିଲ୍ଲା  
ଭୋଟ ବଞ୍ଚାଅ ଦେଶ ବଞ୍ଚାଅ କୁ ନେଇ ର ସାମ୍ବାଦିକ ସମ୍ବିଳନୀ   30-Oct-2026
  ଜିଲ୍ଲା  
ଦୁର୍ଘଟଣା ପିଛା ଛାଡୁ ନାହିଁ,ପୁଣି ସେହି ପାଉଁଶ ବୋଝେଇ ଗାଡି ପାଉଁଶ ବୋଝେଇ ଗାଡି ଦୁର୍ଘଟଣା ଗ୍ରସ୍ତ, ଭାଙ୍ଗିଲା ବ୍ୟାଙ୍କର ଗେଟ୍   30-Oct-2026
  ମହାନଗର  
ଏସଆରସି କଂଟ୍ରୋଲ ରୁମରେ ସ୍ଥିତି  ଗଂଜାମ ଓ ଗଜପତି ଜିଲ୍ଲାର ସ୍ଥିତି ସମୀକ୍ଷା♦️  ବାତ୍ୟା ପରବର୍ତ୍ତୀ ସ୍ଥିତିର ନିରନ୍ତର ଅନୁଧ୍ୟାନ ଓ ଜନସାଧାରଣଙ୍କ ସୁରକ୍ଷାକୁ ଗୁରୁତ୍ୱ    29-Oct-2026
  ରାଜ୍ୟ  
କଲେଜଛକ କଲ୍ୟାଣମଣ୍ଡପରେ ଚିତ୍ରକଳା ଓ ମଣ୍ଡାପିଠା ତିଆରି ପ୍ରତିଯୋଗିତା ଅନୁଷ୍ଠିତ   29-Oct-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ମନ୍ତ୍ରୀ ଓ ଯାଜପୁର ସାଂସଦଙ୍କ ସରକାର - ବିରୋଧୀ ଆଭିମୁଖ୍ୟକୁ ୮୦ ଲକ୍ଷ ପ୍ରକୃତ ଅନୁସୂଚିତ ଜାତି ଆନ୍ଦୋଳନ ଧମକ ସରକାରୀ ସୁପାରିଶ ବନାମ ରାଜନୈତିକ ହସ୍ତକ୍ଷେପ - କେକେଡି ବିରୋଧୀ ଲଢେଇ ଅଲ୍ ଓଡିଶା କେଉଁତ, କୌବର୍ତ୍ତ ଓ ଧୀବର ହଟାଓ ଆକ୍ସନ କମିଟି, ବଲାଙ୍ଗିର   29-Oct-2026
  ଜିଲ୍ଲା  
ବୀରମୁଣ୍ଡାରେ ପାୱାର୍ ଗ୍ରୀଡ଼୍ କର୍ପୋରେସନ୍ ଅଫ୍ ଇଣ୍ଡିଆ ଲିମିଟେଡ଼୍ ବଲାଙ୍ଗିର ସବ୍‌ସେଷ୍ଟସନ ପକ୍ଷରୁ ଗ୍ରାମସଭା ଆୟୋଜିତ   29-Oct-2026
  ଜିଲ୍ଲା  
ଅମଳ ବେଳେ ବାତ୍ୟା ମାଡ଼, ଉଜାଡ଼ିଲା ଚାଷୀଙ୍କ ସ୍ୱପ୍ନ : ପନିପରିବା ସହ ଧାନ ଫସଲ ନଷ୍ଟ ଆଶଙ୍କା, କ୍ଷୟକ୍ଷତି ଆକଳନ କରି ସହାୟତା ଦେବାକୁ ଦାବି   29-Oct-2026
  ଜିଲ୍ଲା  
କଳା ଜଗତର ସର୍ବଶ୍ରେଷ୍ଠ କଳା ହେଉଛି ପାଲା : ଗୁରୁ ପାର୍ବତୀ ଭୋଇ   29-Oct-2026
  ଜିଲ୍ଲା  
ମହଦାରେ ଦୁଇ ଟ୍ରକ୍ ମଧ୍ୟରେ ଭୟଙ୍କର ଧକ୍କା, ଗ୍ରାମବାସୀ ଓ ଉଦ୍ଧାରକାରିଙ୍କ ତତ୍ପରତାରେ ବଞ୍ଚିଗଲା ଜୀବନ   29-Oct-2026
  ଜିଲ୍ଲା  
ବରଗଡ଼ ନଦୀପଡ଼ା ରେ ଗଜଲକ୍ଷ୍ମୀ ପୂଜା   29-Oct-2026
  ଜିଲ୍ଲା  
ବଲାଙ୍ଗୀର ସହରର ରୁଗୁଡି ପଡା ଓ ନାଲଖଣ୍ଡି ପଡା ଠାରେ ମାଁ ଗଜଲକ୍ଷ୍ମୀଙ୍କ ପୂଜା ଧୁମଧାମ ରେ ପାଳିତ   29-Oct-2026
  ଜିଲ୍ଲା  
ଟିଟିଲାଗଡ ଓମ୍ ଭ୍ୟାଲି ସ୍କୁଲ୍‌ରେ ଆସନ୍ତା କାଲି ଅନୁଷ୍ଠିତ ହେବ କ୍ୟାରିୟର ମେଳା - ଯୋଗଦେବେ ଦେଶର ୧୦ଟି ପ୍ରମୁଖ ବିଶ୍ୱବିଦ୍ୟାଳୟର ଛାତ୍ରଛାତ୍ରୀ   29-Oct-2026

You Might Also Like