-+91-9937148622 |

prerana_bgr@rediffmail.com |

  Saturday 6th June 2026 |

| | | |

R.N.I. Regd No. ODIODI/2010/46693

Breaking News

ଛାତ୍ରଛାତ୍ରୀଙ୍କୁ ନେଇ ଅଭିନୟ ଢଙ୍ଗରେ ବିଶ୍ୱ ପରିବେଶ ଦିବସ    (05-Jun-2026)       ||      ନିଶାକାରବାର ପେଣ୍ଠସ୍ଥଳୀ ଅଭିମୁଖେ ରାମପୁର ଅଂଚଳ, ସାଥ ଦେଉଛି ସଟ୍ଟା ଖେଳ   (05-Jun-2026)       ||      ତରଭାରେ ପ୍ରୟାସ ପକ୍ଷ୍ ରୁ ବିଶ୍ଵ ପରିବେଶ ଦିବସ ପାଳିତ    (05-Jun-2026)       ||      ବ୍ରାଉନ ସୁଗାର ବିକ୍ରି କରିବା ସମୟରେ ପୋଲିସ ମାଡିବସିଲା ।   (05-Jun-2026)       ||      ଋଣ୍ଡିମହୁଲ,ଖୁଣ୍ଟିଗୋରା ଓ ଦପଲା ଧାନମଣ୍ଡି ଉଦଘାଟିତ    (05-Jun-2026)       ||      ଅତାବିରାର ବିଜ୍ଞାନ ଶିକ୍ଷୟିତ୍ରୀଙ୍କୁ ଜାତୀୟ କବି ସାରସ୍ୱତ ସମ୍ମାନ    (05-Jun-2026)       ||      ବିଶାଲପାଳି ସ୍କୁଲରେ ବିଶ୍ୱ ପରିବେଶ ଦିବସ ପାଳିତ   (05-Jun-2026)       ||      *ଜିଲ୍ଲା ସ୍ତରୀୟ ବିଶ୍ୱ ତମାଖୁ ବର୍ଜନ ଦିବସ* -   (05-Jun-2026)       ||      ବିଶ୍ୱ ପରିବେଶ ଦିବସ ଅବସରରେ ବିଭିନ୍ନ ପ୍ରକଳ୍ପ ର ଶୁଭ ଉଦଘାଟନ ଓ ଭିତ୍ତିପ୍ରସ୍ତର ସ୍ଥାପନ   (05-Jun-2026)       ||      ବିଶ୍ୱ ପରିବେଶ ଦିବସ ଅବସରରେ ଲକ୍ଷ୍ମୀକାନ୍ତ ଭୋଇ ପ୍ରକୃତି ବନ୍ଧୁ ସମ୍ମାନ ରେ ସମ୍ମାନିତ   (05-Jun-2026)       ||      *ନବରଙ୍ଗପୁର ବନଖଣ୍ଡ ଦ୍ଵାରା ବିଶ୍ଵ ପରିବେଶ ଦିବସ ପାଳିତ*   (05-Jun-2026)       ||      ଦେଓଗାଁ ୧୩ନମ୍ବର ଜିଲ୍ଲାପରିଷଦଜୋନର ୧୦ ପଞ୍ଚାୟତବାସୀ ଘେରିଲେ ଅରଡବ୍ଲୁଏସଏସ ଓ ବିଦ୍ୟୁତକାର୍ଯ୍ୟାଳୟ   (05-Jun-2026)       ||      *ଜୁନ ୨୧ ଯୋଗ ଦିବସ ପାଳନ ପାଇଁ ଯୋଗ ପ୍ରୋଟୋକଲ ପ୍ରଶିକ୍ଷଣ ଶିବିର*   (05-Jun-2026)       ||      ସ୍ୱଚ୍ଛ ଗାଁ – ସୁରକ୍ଷିତ ଜଳବାୟୁ: ସିଂହପୁର ଗ୍ରାମସଭାରେ ସରପଞ୍ଚ ଶଶାଙ୍କ ଶେଖର ଖିଲାରଙ୍କ ସଚେତନତା ବାର୍ତ୍ତା    (05-Jun-2026)       ||      ପଂଚାୟତ ଉଚ୍ଚ ବିଦ୍ୟାଳୟ, ବନ୍ଧପଡ଼ାକୁ ପ୍ରକୃତି ମିତ୍ର ଓ ଆନନ୍ଦ ବଡ଼ପଣ୍ଡାଙ୍କୁ ପ୍ରକୃତିବନ୍ଧୁ ପୁରସ୍କାର    (05-Jun-2026)       ||      ଆସ ଆମେ ପଢ଼ିବା କାର୍ଯ୍ୟକ୍ରମ    (05-Jun-2026)       ||      ସମାଜସେବୀ ବିରଞ୍ଚି ନାରାୟଣ ଦାଶଙ୍କୁ ମିଳିଲା ପ୍ରକୃତି ବନ୍ଧୁ ପୁରସ୍କାର    (05-Jun-2026)       ||      ଆଇ.ଟି.ଆଇ. କଲେଜରେ ବୈଷୟିକ ଶିକ୍ଷା ପାଠ୍ୟକ୍ରମ ପାଇଁ ପରାମର୍ଶ ଶିବିର ଅନୁଷ୍ଠିତ    (05-Jun-2026)       ||      ମାଲକାନଗିରିରେ ସରକାରୀ ଡାକ୍ତରଙ୍କ ପ୍ରାଇଭେଟ୍ ଚିକିତ୍ସାକୁ ଗୁରୁତ୍ୱ (ଗରିବ ଓ ମଧ୍ୟବିତ୍ତ ରୋଗୀ ଆର୍ଥିକ ଶୋଷଣର ଶିକାର)   (05-Jun-2026)       ||      କଟକ ବାଲିଯାତ୍ରା ତଳ ପଡ଼ିଆରେ ପ୍ରେମୀଯୁଗଳ ଏବଂ ମଦୁଆଙ୍କ ସହିତ ପିସିଆର ଭ୍ୟାନ୍ ର ଲୁଚିକାଳୀ ଖେଳେ ।   (05-Jun-2026)       ||     

HOME   ଜିଲ୍ଲା

 ଆଉ ନାହାନ୍ତି ବରିଷ୍ଠ ସାମ୍ବାଦିକ ପ୍ରଭାତ ମହାନ୍ତି, ଅଖବାରନାମା ଖୋର୍ଦ୍ଧା ଜିଲ୍ଲା ପ୍ରତିନିଧିଙ୍କ ପରଲୋକ

06-Sep-2025



ଖୋର୍ଦ୍ଧା/ଭୁବନେଶ୍ବର: ଓଡ଼ିଶା ସାମ୍ବାଦିକ ୟୁନିଅନ୍ (ଓୟୁଜେ) ଖୋର୍ଦ୍ଧା ଜିଲ୍ଲା ଶାଖାର ପୂର୍ବତନ ସଦସ୍ୟ, ବରିଷ୍ଠ ସାମ୍ବାଦିକ ତଥା ଦୈନିକ ଉର୍ଦ୍ଦ୍ବୁ ଖବରକାଗଜ ଅଖବାରନାମାର ଖୋର୍ଦ୍ଧା ଜିଲ୍ଲା ପ୍ରତିନିଧି ପ୍ରଭାତ କୁମାର ମହାନ୍ତିଙ୍କର ବୁଧବାର ଭୋର୍‌ ସାଢେ ୫ଟା ସମୟରେ ହୃଦ୍‌ଘାତରେ ପରଲୋକ ହୋଇ ଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୭୫ ବର୍ଷ ବୟସ ହୋଇଥିଲା। ତାଙ୍କର ବିୟୋଗରେ ପରିବାରବର୍ଗଙ୍କ ସମେତ, ସାମ୍ବାଦିକ ଓ ଶୁଭେଚ୍ଛୁଙ୍କ ମହଲରେ ଗଭୀର ଶୋକର ଛାୟା ଖେଳିଯାଇଛି। ସ୍ୱର୍ଗତ ମହାନ୍ତିଙ୍କ ବିୟୋଗ ଖବର ପାଇ ବହୁ ଗଣମାଧ୍ୟମର ପ୍ରତିନିଧି ଓ ଶୁଭେଚ୍ଛୁମାନେ ତାଙ୍କ ବାସଭବନକୁ ଯାଇ ତାଙ୍କର ପାର୍ଥିବ ଶରୀରର ଶେଷ ଦର୍ଶନ କରିଥିଲେ।

ପ୍ରକାଶ ଥାଉକି, ଜଣେ ଆଗଧାଡ଼ିର ସାମ୍ବାଦିକ ଭାବେ ନିଜର ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିପାରିଥିବା ଶ୍ରୀ ମହାନ୍ତି ଅନୁପମ ଭାରତ ସମେତ କେତେକ ଓଡ଼ିଆ ଖବରକାଗଜରେ କାମ କରିବା ସହ ଦୀର୍ଘଦିନ ଧରି ଅଖବାରନାମାରେ ସାମ୍ବାଦିକତା କରି ଆସୁଥିଲେ। ଜଣେ ନିଷ୍ଠାପର ଓ ନିର୍ଭିକ ସାମ୍ବାଦିକ ଭାବେ ସେ ବେଶ ସୁନାମ ଅର୍ଜନ କରିଥିଲେ। ପ୍ରଭୁ ଯୀଶୁଙ୍କ ଆଶ୍ରିତ ଶ୍ରୀ ମହାନ୍ତି ଜଣେ ସରଳ ଓ ନିରାଡମ୍ବର ବ୍ୟକ୍ତିତ୍ଵ ଥିଲେ। ସୂଚନାଯୋଗ୍ୟ, ଆଜି ଭୋର୍‌ ସମୟରେ ହଠାତ୍‌ ତାଙ୍କର ହୃଦ୍‌ଘାତ ହୋଇଥିଲା। ତାଙ୍କୁ ତୁରନ୍ତ ଖୋର୍ଦ୍ଧା ଜିଲ୍ଲା ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା। ମାତ୍ର ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ଏହାପରେ ତାଙ୍କର ପାର୍ଥିବ ଶରୀରକୁ ଖୋର୍ଦ୍ଧା ଖ୍ରୀଷ୍ଟିଆନ୍‌ ସାହି ସ୍ଥିତ ବାସଭବନକୁ ଅଣାଯାଇଥିଲା। ତାଙ୍କ ପାର୍ଥିବ ଶରୀର ନିକଟରେ ତାଙ୍କର ଧର୍ମପତ୍ନୀ, ପୁତ୍ର, ପୁତ୍ରବଧୂ, ଝିଅ, ଜ୍ବାଇଁ, ନାତି ଓ ନାତୁଣୀଙ୍କ ସମେତ ପରିବାରବର୍ଗ ଉପସ୍ଥିତ ଥିଲେ। ତାଙ୍କ ବିୟୋଗ ଖବର ପାଇ ଜିଲ୍ଲା ସଭାପତି ତପନ କୁମାର ନାୟକ,ଜିଲ୍ଲା ସାଧାରଣ ସମ୍ପାଦକ ଲୋହିତ ନାରାୟଣ ମହାପାତ୍ର ,ରାଜ୍ୟ ସମ୍ପାଦକ ପ୍ରସନ୍ନ କୁମାର ପାଇକରାୟ,ଜିଲ୍ଲା ଉପସଭାପତି ସୟଦ ଅନସର ଅଲ୍ଲୀ,ସମ୍ପାଦକ ରାଜେଶ ମହାନ୍ତି ଓ ଅୟସ୍ କାନ୍ତ ମହାନ୍ତି ପ୍ରମୁଖ ତାଙ୍କ ବାସ ଭବନରେ ପହଞ୍ଚି ଶେଷ ଦର୍ଶନ କରିଛନ୍ତି । ସଂଘ ପକ୍ଷରୁ ତାଙ୍କ ମର ଶରୀରରେ ପୁଷ୍ପ ମାଲ୍ୟ ଅର୍ପଣ ପୂର୍ବକ ଶ୍ରଦ୍ଧାଞ୍ଜଳି ଅର୍ପଣ କରାଯାଇ ଅମର ଆତ୍ମାର ସଦଗତି ପାଇଁ ୧ ମିନିଟ୍ ନିରବ ପ୍ରାର୍ଥନା କରାଯାଇଛି। ଆସନ୍ତାକାଲି ଗୁରୁବାର ଦିନ ସକାଳ ୯ଟା ସମୟରେ ଖ୍ରୀଷ୍ଟିଆନ୍‌ ରୀତିନୀତି ଅନୁଯାୟୀ କବର ଦେବା କାର୍ଯ୍ୟକ୍ରମ ଆରମ୍ଭ କରାଯିବ ବୋଲି ପରିବାର ପକ୍ଷରୁ ସୂଚନା ଦିଆଯାଇଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
ଛାତ୍ରଛାତ୍ରୀଙ୍କୁ ନେଇ ଅଭିନୟ ଢଙ୍ଗରେ ବିଶ୍ୱ ପରିବେଶ ଦିବସ   05-Jun-2026
  ଜିଲ୍ଲା  
ନିଶାକାରବାର ପେଣ୍ଠସ୍ଥଳୀ ଅଭିମୁଖେ ରାମପୁର ଅଂଚଳ, ସାଥ ଦେଉଛି ସଟ୍ଟା ଖେଳ   05-Jun-2026
  ଜିଲ୍ଲା  
ତରଭାରେ ପ୍ରୟାସ ପକ୍ଷ୍ ରୁ ବିଶ୍ଵ ପରିବେଶ ଦିବସ ପାଳିତ    05-Jun-2026
  ଜିଲ୍ଲା  
ବ୍ରାଉନ ସୁଗାର ବିକ୍ରି କରିବା ସମୟରେ ପୋଲିସ ମାଡିବସିଲା ।   05-Jun-2026
  ଜିଲ୍ଲା  
ଋଣ୍ଡିମହୁଲ,ଖୁଣ୍ଟିଗୋରା ଓ ଦପଲା ଧାନମଣ୍ଡି ଉଦଘାଟିତ   05-Jun-2026
  ଜିଲ୍ଲା  
ଅତାବିରାର ବିଜ୍ଞାନ ଶିକ୍ଷୟିତ୍ରୀଙ୍କୁ ଜାତୀୟ କବି ସାରସ୍ୱତ ସମ୍ମାନ   05-Jun-2026
  ଜିଲ୍ଲା  
ବିଶାଲପାଳି ସ୍କୁଲରେ ବିଶ୍ୱ ପରିବେଶ ଦିବସ ପାଳିତ   05-Jun-2026
  ଜିଲ୍ଲା  
*ଜିଲ୍ଲା ସ୍ତରୀୟ ବିଶ୍ୱ ତମାଖୁ ବର୍ଜନ ଦିବସ* -   05-Jun-2026
  ଜିଲ୍ଲା  
ବିଶ୍ୱ ପରିବେଶ ଦିବସ ଅବସରରେ ବିଭିନ୍ନ ପ୍ରକଳ୍ପ ର ଶୁଭ ଉଦଘାଟନ ଓ ଭିତ୍ତିପ୍ରସ୍ତର ସ୍ଥାପନ   05-Jun-2026
  ଜିଲ୍ଲା  
ବିଶ୍ୱ ପରିବେଶ ଦିବସ ଅବସରରେ ଲକ୍ଷ୍ମୀକାନ୍ତ ଭୋଇ ପ୍ରକୃତି ବନ୍ଧୁ ସମ୍ମାନ ରେ ସମ୍ମାନିତ   05-Jun-2026
  ଜିଲ୍ଲା  
*ନବରଙ୍ଗପୁର ବନଖଣ୍ଡ ଦ୍ଵାରା ବିଶ୍ଵ ପରିବେଶ ଦିବସ ପାଳିତ*   05-Jun-2026
  ଜିଲ୍ଲା  
ଦେଓଗାଁ ୧୩ନମ୍ବର ଜିଲ୍ଲାପରିଷଦଜୋନର ୧୦ ପଞ୍ଚାୟତବାସୀ ଘେରିଲେ ଅରଡବ୍ଲୁଏସଏସ ଓ ବିଦ୍ୟୁତକାର୍ଯ୍ୟାଳୟ   05-Jun-2026

You Might Also Like