-+91-9937148622 |

prerana_bgr@rediffmail.com |

  Thursday 29th October 2026 |

| | | |

R.N.I. Regd No. ODIODI/2010/46693

Breaking News

କଳା ଜଗତର ସର୍ବଶ୍ରେଷ୍ଠ କଳା ହେଉଛି ପାଲା : ଗୁରୁ ପାର୍ବତୀ ଭୋଇ   (29-Oct-2026)       ||      ମହଦାରେ ଦୁଇ ଟ୍ରକ୍ ମଧ୍ୟରେ ଭୟଙ୍କର ଧକ୍କା, ଗ୍ରାମବାସୀ ଓ ଉଦ୍ଧାରକାରିଙ୍କ ତତ୍ପରତାରେ ବଞ୍ଚିଗଲା ଜୀବନ   (29-Oct-2026)       ||      ବରଗଡ଼ ନଦୀପଡ଼ା ରେ ଗଜଲକ୍ଷ୍ମୀ ପୂଜା   (29-Oct-2026)       ||      ବଲାଙ୍ଗୀର ସହରର ରୁଗୁଡି ପଡା ଓ ନାଲଖଣ୍ଡି ପଡା ଠାରେ ମାଁ ଗଜଲକ୍ଷ୍ମୀଙ୍କ ପୂଜା ଧୁମଧାମ ରେ ପାଳିତ   (29-Oct-2026)       ||      ଟିଟିଲାଗଡ ଓମ୍ ଭ୍ୟାଲି ସ୍କୁଲ୍‌ରେ ଆସନ୍ତା କାଲି ଅନୁଷ୍ଠିତ ହେବ କ୍ୟାରିୟର ମେଳା - ଯୋଗଦେବେ ଦେଶର ୧୦ଟି ପ୍ରମୁଖ ବିଶ୍ୱବିଦ୍ୟାଳୟର ଛାତ୍ରଛାତ୍ରୀ    (29-Oct-2026)       ||      ବରୀ ବ୍ଲକରେ ଶିଶୁ ଶ୍ରମିକ ଚିହ୍ନଟ ଓ ଉଦ୍ଧାର ନିମନ୍ତେ ମିଳିତ ଚଢ଼ାଉ ଅଭିଯାନ   (29-Oct-2026)       ||      ପୁରୁଣା ସରକାରୀ ଡାକ୍ତରଖାନା ଷ୍ଟାଫ କ୍ୱାର୍ଟର ମରାମତିରେ ଚରମ ଅବହେଳା - ଅସମ୍ପୂର୍ଣ୍ଣ କାମ ଯୋଗୁଁ ଡାକ୍ତରଙ୍କ ପରିବାର ହେଉଛନ୍ତି ଅସୁବିଧାର ସମ୍ମୁଖୀନ    (29-Oct-2026)       ||      ପିପି ଏକାଡେମୀ ରେ ସଙ୍ଗୀତ ଓ କଲେଜଛକ କଲ୍ୟାଣ ମଣ୍ଡପ ରେ ରଙ୍ଗୋଲି ଲି ପ୍ରତିଯୋଗିତା   (28-Oct-2026)       ||      ବାତ୍ୟା ‘ଅର୍ଣ୍ଣବ’ ମୁକାବିଲା କ୍ଷେତ୍ରରେ ଶୂନ୍ୟ ଜୀବନହାନି ଓ ଫସଲ କ୍ଷୟକ୍ଷତି ରୋକିବା ଉପରେ ରାଜ୍ୟପାଳଙ୍କ ଗୁରୁତ୍ୱାରୋପ   (28-Oct-2026)       ||      ସାହୁ ପରିବାର"ର ପ୍ରଥମ ସାଧାରଣ ଅଧିବେଶନ : ରମେଶ ଚନ୍ଦ୍ର ସାହୁ ସଭାପତି ଏବଂ ବିଶ୍ୱନାଥ ସାହୁ ସମ୍ପାଦକ   (28-Oct-2026)       ||      ସୁରକ୍ଷିତ ବଚପନ ଅଭିଯାନ ସଫଳ ନେଇ ସଚେତନତା   (28-Oct-2026)       ||      ଶୂନ୍ୟ ମୃତ୍ୟୁହାର ଲକ୍ଷ୍ୟରେ କନ୍ଧମାଳ ପ୍ରଶାସନର ବ୍ୟାପକ ପ୍ରସ୍ତୁତି :  ବାତ୍ୟା ମୁକାବିଲା ପାଇଁ ମନ୍ତ୍ରୀଙ୍କ ସମୀକ୍ଷା, ୧୯୮ ଗର୍ଭବତୀ ମହିଳା ମା’ ଗୃହକୁ ସ୍ଥାନାନ୍ତର   (28-Oct-2026)       ||      *ନବରଙ୍ଗପୁର କୋର୍ଟ ପରିସରରେ ସ୍ଥିତ ଅଭିଯୋଜନ କାର୍ଯ୍ୟାଳୟରେ ଦୁର୍ନୀତିମୁକ୍ତ ସମାଜ ନିମନ୍ତେ ଶପଥ କାର୍ଯ୍ୟକ୍ରମ ଅନୁଷ୍ଠିତ*   (28-Oct-2026)       ||      ସୁରକ୍ଷିତ ଶୈଶବ ଅଭିଯାନ ସଚେତନତା କାର୍ଯ୍ୟକ୍ରମ   (28-Oct-2026)       ||      ଡୁଙ୍ଗୁରିପାଲିରେ ବିଜେଡିର ଜନ ସଂପର୍କ ପଦଯାତ୍ରା: ଦମ ଦେଖାଇଲା ବିଜେଡି, ହଜାର ହଜାର ସଂଖ୍ୟାରେ କର୍ମୀଙ୍କ ସମାବେଶ    (28-Oct-2026)       ||      ସମଲେଇ ମନ୍ଦିରରେ ହୁଳହୁଲି ଓ ଶଙ୍ଖଫୁଙ୍କା ପ୍ରତିଯୋଗିତା♦️ ପିପି ଏକାଡେମୀରେ କବିତା ଆସର    (27-Oct-2026)       ||      ଅଲ୍ ଇଣ୍ଡିଆ ପୋଷ୍ଟାଲ ଏମ୍ପ୍ଲଇଜ୍ ୟୁନିଅନ୍ ଗ୍ରୁପ୍-ସି, ବଲାଙ୍ଗୀର ଡାକ ମଣ୍ଡଲ ର ୧୩ତମ ଦ୍ୱିବାର୍ଷିକ ମଣ୍ଡଳ ଅଧିବେଶନ    (27-Oct-2026)       ||      ଦଶହରା ଫୁଟବଲ ଧମାକା ଝାରମୁଣ୍ଡା -2026   (27-Oct-2026)       ||      ଅଇଁଲାମୁଣ୍ଡା ଠାରେ ଡ଼ୁମାଳ ସମାଜର ମାହେଶ୍ୱରୀ ଖୁଣ୍ଟ ପୂଜା ଅନୁଷ୍ଠିତ   (27-Oct-2026)       ||      ଲକ୍ଷେ ଘର ଗଣ୍ଡା ସମାଜ ପକ୍ଷରୁ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (27-Oct-2026)       ||     

HOME   ଜିଲ୍ଲା

ଆମ ଭାଷା ହେଉଛି ଆମ ପରିଚୟ : ସଂସ୍କୃତି ମନ୍ତ୍ରୀ ଶ୍ରୀ ସୂର୍ଯ୍ୟବଂଶୀ ସୂରଜ

11-Sep-2025



ଭୁବନେଶ୍ୱର(ପ୍ରେରଣା ଖବର): ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଆନୁକୂଲ୍ୟରେ ଓଡ଼ିଆ ଭାଷା ପ୍ରତିଷ୍ଠାନ ପକ୍ଷରୁ ଆୟୋଜିତ ହେଉଥିବା "ସରକାରୀ କାର୍ଯ୍ୟରେ ଓଡ଼ିଆ ଭାଷାର ବ୍ୟବହାର ପ୍ରଶିକ୍ଷଣ କାର୍ଯ୍ୟକ୍ରମ’ର ଉଦ୍‌ଯାପନୀ ସମାରୋହ ଆଜି ଭୁବନେଶ୍ୱର ସ୍ଥିତ ସଂସ୍କୃତି ଭବନ ଠାରେ ଅନୁଷ୍ଠିତ ହୋଇଯାଇଛି। ସଂସ୍କୃତି ମନ୍ତ୍ରୀ ଶ୍ରୀ ସୂର୍ଯ୍ୟବଂଶୀ ସୂରଜ ଆଜିର କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଯୋଗଦେଇଥିଲେ। 

"ଆମ ଭାଷା ହେଉଛି ଆମ ପରିଚୟ। ଆମ ଓଡ଼ିଆ ଭାଷା ପାଇଁ ଆମେ ଏକ ସ୍ୱତନ୍ତ୍ର ପ୍ରଦେଶର ମାନ୍ୟତା ପାଇପାରିଛେ। ତେଣୁ ଆମ ଭାଷାର ବହୁଳ ପ୍ରଚାର ଓ ପ୍ରସାର କରିବା ସହିତ ସରକାରୀ କାର୍ଯ୍ୟରେ ଯେପରି ଆମେ ଓଡ଼ିଆ ଭାଷାର ପ୍ରଚଳନ କରିବା ସେଥିପାଇଁ ଆମେ ଯତ୍ନବାନ ହେବା ଆବଶ୍ୟକ। ଓଡ଼ିଆ ଭାଷା ପ୍ରତିଷ୍ଠାନ ପକ୍ଷରୁ ଆୟୋଜିତ ହୋଇଥିବା ଏହି ପ୍ରଶିକ୍ଷଣ କାର୍ଯ୍ୟକ୍ରମ ନିଶ୍ଚିତ ରୂପେ ସମସ୍ତ ସରକାରୀ ଅଧିକାରୀମାନଙ୍କ ପାଇଁ ସହାୟକ ହେବ", ବୋଲି କହିଛନ୍ତି ସଂସ୍କୃତି ମନ୍ତ୍ରୀ ଶ୍ରୀ ସୂର୍ଯ୍ୟବଂଶୀ ସୂରଜ।

ପ୍ରକାଶଯୋଗ୍ୟ ଯେ, ଓଡ଼ିଆ ଭାଷା ପ୍ରତିଷ୍ଠାନ ପକ୍ଷରୁ ଆୟୋଜିତ ହୋଇଥିବା ଏହି "ସରକାରୀ କାର୍ଯ୍ୟରେ ଓଡ଼ିଆ ଭାଷାର ବ୍ୟବହାର ପ୍ରଶିକ୍ଷଣ କାର୍ଯ୍ୟକ୍ରମ’ରେ ପ୍ରାୟ ୨୫ଟି ବିଭାଗରୁ ୧୫୦ଜଣ ସରକାରୀ ଅଧିକାରୀ ଓ କର୍ମଚାରୀ ଅଂଶଗ୍ରହଣ କରିଥିଲେ। ସେପ୍ଟେମ୍ବର ୮ ତାରିଖରୁ ୧୦ ତାରିଖ ପର୍ଯ୍ୟନ୍ତ ୩ ଦିନ ଧରି ଆୟୋଜିତ ହୋଇଥିବା ଏହି ପ୍ରଶିକ୍ଷଣ କାର୍ଯ୍ୟକ୍ରମରେ ଓଡ଼ିଆ ବାକ୍ୟ ଗଠନ, ଓଡ଼ିଆ ଭାଷାରେ ଟିପ୍ପଣୀ ଲିଖନ, ଓଡ଼ିଆ ଭାଷାର ପ୍ରଶାସନିକ ପ୍ରୟୋଗ, ପ୍ରଶାସନିକ ଶବ୍ଦ ଚୟନ, ବନାନ୍‌ ଶୁଦ୍ଧତା ଆଦି ସମ୍ବନ୍ଧରେ ପ୍ରଶିକ୍ଷଣ ପ୍ରଦାନ କରାଯାଇଥିଲା। ଆଜିର ଉଦ୍‌ଯାପନୀ କାର୍ଯ୍ୟକ୍ରମରେ ପ୍ରଶିକ୍ଷଣରେ ଅଂଶଗ୍ରହଣ କରିଥିବା ସମସ୍ତ ସରକାରୀ ଅଧିକାରୀ ଓ କର୍ମଚାରୀମାନଙ୍କୁ ପ୍ରମାଣପତ୍ର ପ୍ରଦାନ କରାଯାଇଥିଲା। ଆଜିର କାର୍ଯ୍ୟକ୍ରମରେ ଓଡ଼ିଆ ଭାଷା ପ୍ରତିଷ୍ଠାନର ନିର୍ଦ୍ଦେଶକ ଶ୍ରୀ ଦେବପ୍ରସାଦ ଦାଶ, ବିତ୍ତ ତଥା ପ୍ରଶାସନିକ ଅଧିକାରୀ ଶ୍ରୀମତୀ ଅନନ୍ୟା ତ୍ରିପାଠୀ, ଓଡ଼ିଶା ସାହିତ୍ୟ ଏକାଡେମୀର ସଚିବ ଡ଼. ଚନ୍ଦ୍ରଶେଖର ହୋତା ପ୍ରମୁଖ ଉପସ୍ଥିତ ଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
କଳା ଜଗତର ସର୍ବଶ୍ରେଷ୍ଠ କଳା ହେଉଛି ପାଲା : ଗୁରୁ ପାର୍ବତୀ ଭୋଇ   29-Oct-2026
  ଜିଲ୍ଲା  
ମହଦାରେ ଦୁଇ ଟ୍ରକ୍ ମଧ୍ୟରେ ଭୟଙ୍କର ଧକ୍କା, ଗ୍ରାମବାସୀ ଓ ଉଦ୍ଧାରକାରିଙ୍କ ତତ୍ପରତାରେ ବଞ୍ଚିଗଲା ଜୀବନ   29-Oct-2026
  ଜିଲ୍ଲା  
ବରଗଡ଼ ନଦୀପଡ଼ା ରେ ଗଜଲକ୍ଷ୍ମୀ ପୂଜା   29-Oct-2026
  ଜିଲ୍ଲା  
ବଲାଙ୍ଗୀର ସହରର ରୁଗୁଡି ପଡା ଓ ନାଲଖଣ୍ଡି ପଡା ଠାରେ ମାଁ ଗଜଲକ୍ଷ୍ମୀଙ୍କ ପୂଜା ଧୁମଧାମ ରେ ପାଳିତ   29-Oct-2026
  ଜିଲ୍ଲା  
ଟିଟିଲାଗଡ ଓମ୍ ଭ୍ୟାଲି ସ୍କୁଲ୍‌ରେ ଆସନ୍ତା କାଲି ଅନୁଷ୍ଠିତ ହେବ କ୍ୟାରିୟର ମେଳା - ଯୋଗଦେବେ ଦେଶର ୧୦ଟି ପ୍ରମୁଖ ବିଶ୍ୱବିଦ୍ୟାଳୟର ଛାତ୍ରଛାତ୍ରୀ   29-Oct-2026
  ଜିଲ୍ଲା  
ବରୀ ବ୍ଲକରେ ଶିଶୁ ଶ୍ରମିକ ଚିହ୍ନଟ ଓ ଉଦ୍ଧାର ନିମନ୍ତେ ମିଳିତ ଚଢ଼ାଉ ଅଭିଯାନ   29-Oct-2026
  ଜିଲ୍ଲା  
ପୁରୁଣା ସରକାରୀ ଡାକ୍ତରଖାନା ଷ୍ଟାଫ କ୍ୱାର୍ଟର ମରାମତିରେ ଚରମ ଅବହେଳା - ଅସମ୍ପୂର୍ଣ୍ଣ କାମ ଯୋଗୁଁ ଡାକ୍ତରଙ୍କ ପରିବାର ହେଉଛନ୍ତି ଅସୁବିଧାର ସମ୍ମୁଖୀନ   29-Oct-2026
  ଜିଲ୍ଲା  
ପିପି ଏକାଡେମୀ ରେ ସଙ୍ଗୀତ ଓ କଲେଜଛକ କଲ୍ୟାଣ ମଣ୍ଡପ ରେ ରଙ୍ଗୋଲି ଲି ପ୍ରତିଯୋଗିତା   28-Oct-2026
  ଜିଲ୍ଲା  
ବାତ୍ୟା ‘ଅର୍ଣ୍ଣବ’ ମୁକାବିଲା କ୍ଷେତ୍ରରେ ଶୂନ୍ୟ ଜୀବନହାନି ଓ ଫସଲ କ୍ଷୟକ୍ଷତି ରୋକିବା ଉପରେ ରାଜ୍ୟପାଳଙ୍କ ଗୁରୁତ୍ୱାରୋପ   28-Oct-2026
  ଜିଲ୍ଲା  
ସାହୁ ପରିବାର"ର ପ୍ରଥମ ସାଧାରଣ ଅଧିବେଶନ : ରମେଶ ଚନ୍ଦ୍ର ସାହୁ ସଭାପତି ଏବଂ ବିଶ୍ୱନାଥ ସାହୁ ସମ୍ପାଦକ   28-Oct-2026
  ଜିଲ୍ଲା  
ସୁରକ୍ଷିତ ବଚପନ ଅଭିଯାନ ସଫଳ ନେଇ ସଚେତନତା   28-Oct-2026
  ଜିଲ୍ଲା  
ଶୂନ୍ୟ ମୃତ୍ୟୁହାର ଲକ୍ଷ୍ୟରେ କନ୍ଧମାଳ ପ୍ରଶାସନର ବ୍ୟାପକ ପ୍ରସ୍ତୁତି :  ବାତ୍ୟା ମୁକାବିଲା ପାଇଁ ମନ୍ତ୍ରୀଙ୍କ ସମୀକ୍ଷା, ୧୯୮ ଗର୍ଭବତୀ ମହିଳା ମା’ ଗୃହକୁ ସ୍ଥାନାନ୍ତର   28-Oct-2026

You Might Also Like