-+91-9937148622 |

prerana_bgr@rediffmail.com |

  Tuesday 27th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଚିନାଯୁରୀରେ ପଂଚାୟତସ୍ତରୀୟ ଜନ ଅଭିଯୋଗ ଶୁଣାଣୀ   (27-Oct-2026)       ||      ବରିଷ୍ଠ ନୋଟାରୀ ଅଶ୍ୱିନୀ ମିଶ୍ର ଙ୍କ ବିୟୋଗରେ ଜିଲ୍ଲା ଓକିଲ ସଂଘ ପକ୍ଷରୁ ଶୋକସଭା    (27-Oct-2026)       ||      ସଂକଳ୍ପ ଖୋଲୁଛି ସୁଯୋଗର ଦ୍ୱାର, ସାହସ ଦେଉଛି ପରିବର୍ତ୍ତନକୁ ଗତି: ଓଡ଼ିଶାର ମହିଳାଙ୍କ ହାତରେ ନୂଆ ଭବିଷ୍ୟତର ଷ୍ଟିଅରିଂ   (27-Oct-2026)       ||      ଲୋଇସିଂହା ଠାରେ ବିଜେପି ପକ୍ଷରୁ ଯଶସ୍ବୀ ପ୍ରଧାନମନ୍ତ୍ରୀ ଙ୍କ ବାପା ଓ ମା ପ୍ରତି ଅଶାଳୀନ ମନ୍ତବ୍ୟ କୁ ନେଇ କଂଗ୍ରେସ ଅଧ୍ୟକ୍ଷ ଙ୍କ ବିରୁଦ୍ଧରେ ପ୍ରତିବାଦ କାର୍ଯ୍ୟକ୍ରମ   (26-Oct-2026)       ||      ବଲାଙ୍ଗୀରିଏନ ବୀରାଙ୍ଗନା”ଅନୁଷ୍ଠାନ ପକ୍ଷରୁ ନ୍ୟୁତ୍ୟ ପ୍ରତିଯୋଗୀତା   (26-Oct-2026)       ||      ଜାତୀୟ ଲନ୍‌ବଲ୍‌ ଉଦ୍‌ଯାପିତ: ଓଡ଼ିଶାକୁ ୩ ସ୍ବର୍ଣ୍ଣ ସହ ୫ ପଦକ ରାଜେଶ୍ବରୀ ବ୍ୟକ୍ତିଗତ ବର୍ଗ, ଓଡ଼ିଶା ୧୮ବର୍ଷରୁ କମ୍‌ ବର୍ଗରେ ଓଭରଅଲ୍‌ ବିଜେତା   (26-Oct-2026)       ||      *ଡାବୁଗାଁରେ ମାଁ ଗଜଲକ୍ଷ୍ମୀ ପୂଜା ଆରମ୍ଭ*   (26-Oct-2026)       ||      ବରଗଡ଼ ଧନୁଯାତ୍ରାରୁ କଂସ ଅଭିନେତା ସୁଶିଲ ମେହେରଙ୍କ ଅବ୍ୟାହତି   (26-Oct-2026)       ||      At the Lotus Feet of Maa Mahalakshmi: A Lifelong Vow of Devotion,Duty and Surrender    (26-Oct-2026)       ||      ରାସ୍ତା କଡ଼ ରେ କଇଁଛ ଉଦ୍ଧାର କରି ବନ ବିଭାଗକୁ ହସ୍ତାନ୍ତର କଲେ ପ୍ରକୃତି ପ୍ରେମୀ ବ୍ୟାସଦେବ   (26-Oct-2026)       ||      ହେମଗିରି ବ୍ଲକ ପରିସରରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ   (26-Oct-2026)       ||      ଜିଲ୍ଲା ପ୍ରଶାସନ ପକ୍ଷରୁ ସାଧୁତା ଓ ଦୁର୍ନୀତି ନିବାରଣ ଶପଥ ପାଠ କାର୍ଯ୍ୟକ୍ରମ   (26-Oct-2026)       ||      ଫୁଲାପାଲିରେ ପ୍ରଥମ ଦଶହରା କପ୍ ଫୁଟବଲ ଉଦଯାପିତ, ଟ୍ରାଇବ୍ରେକରରେ ଜୟଦେବ ଏକାଦଶ ଚାମ୍ପିଅନ    (26-Oct-2026)       ||      ଟିଟିଲାଗଡ ଲାୟନ କ୍ଲବ ତରଫରୁ ପିସ ପୋଷ୍ଟର ପ୍ରତିଯୋଗିତା ଅନୁଷ୍ଠିତ    (26-Oct-2026)       ||      ବରପାଲି ଅଞ୍ଚଳବାସୀଙ୍କ ବହୁ ବର୍ଷର ଦାବି ପୂରଣ ହେବ♦️ ବରପାଲି ରୁ କୁମ୍ଭାରି ରାସ୍ତା ବୁରୋଗାଡ ନଦୀରେ ନିର୍ମାଣ ହେବ ହାଇଲେଭେଲ ବ୍ରିଜ    (26-Oct-2026)       ||      ସମାଜ ପାଠକ ମଂଚ’ର ବୈଠକ ଅନୁଷ୍ଠିତ   (26-Oct-2026)       ||      ଭୁବନେଶ୍ୱର ମହାନଗର ନିଗମ ୱାର୍ଡ ନମ୍ବର ୨୬ରେ ଓଜେସିର ବିଶାଳ କର୍ମକର୍ତ୍ତା ସମ୍ମିଳନୀ    (25-Oct-2026)       ||      ମୃଦୁରେଖା ଡ୍ୟାନ୍ସ ଏକାଡେମୀ’ ପକ୍ଷରୁ ସାଂସ୍କୃତିକ ମହୋତ୍ସବ ‘ମୃଦମ୍-୨୦୨୬’ ଆୟୋଜିତ   (25-Oct-2026)       ||      ସଦାଇପାଲିରେ ଆରମ୍ଭ ହେଲା ୩୦ତମ ବର୍ଷ ଗଜଲକ୍ଷ୍ମୀ ପୂଜା କଳସ ଯାତ୍ରାରେ ସାମିଲ ହେଲେ ଶତାଧିକ ମହିଳା ଓ ବ୍ରତଧାରୀ   (25-Oct-2026)       ||      ଜାତୀୟ ଲନ୍‌ବଲ୍‌: ସେମିଫାଇନାଲ୍‌ରେ ଶୁଭ୍ରାଂଶୁ, ରାଜେଶ୍ବର   (25-Oct-2026)       ||     

HOME   ଜିଲ୍ଲା

ବ୍ଲକ ସ୍ତରୀୟ ଜନଶୁଣାଣି ଶିବିର

15-Sep-2025



ଡାବୁଗାଁ, (ପ୍ରିୟଦର୍ଶିନୀ ପାତ୍ର,)
 ନବରଙ୍ଗପୁର ଜ଼ିଲ୍ଲା ଡାବୁଗାଁ ବ୍ଲକ ସମ୍ମିଳନୀ କକ୍ଷଠାରେ ୨୦୨୪-୨୫ ଆର୍ଥିକ ବର୍ଷର ୧ ଅକ୍ଟୋବର ୨୦୨୪ ଠାରୁ ୩୧ ମାର୍ଚ୍ଚ ୨୦୨୫ ପର୍ଯ୍ୟନ୍ତ ମହାତ୍ମା ଗାନ୍ଧୀ  ଜାତୀୟ ଗ୍ରାମୀଣ ନିଶ୍ଚିନ୍ତ କର୍ମ ନିଯୁକ୍ତି ଯୋଜନା, ସର୍ବଶିକ୍ଷା ଅଭିଯାନ, ଜାତୀୟ ଖାଦ୍ୟ ସୁରକ୍ଷା ଯୋଜନାରେ କାର୍ଯ୍ୟକାରୀ ହୋଇଥିବା ପ୍ରକଳ୍ପ ଗୁଡିକ ଉପରେ  ବ୍ଲକ ସ୍ତରୀୟ ଜନଶୁଣାଣି ଶିବିର ବ୍ଲକ ଅଧ୍ୟକ୍ଷ ବୀଣା ମାଝି ଙ୍କ ଅଧକ୍ଷତାରେ ସୋମବାର ଅନୁଷ୍ଠିତ ହୋଇଯାଇଛି | ଏଥିରେ ଏମଜିଏନଆରଇଜିଏସ ଯୋଜନା ରେ ସମ୍ପର୍କିତ ପ୍ରକଳ୍ପ  ଗୁଡିକ ଉପରେ ଆଲୋଚନା ହୋଇଥିଲା | ଏହି ଯୋଜନାରେ ଜବକାର୍ଡ ଧାରି ଶ୍ରମିକ ମାନେ କେତେଦିନ କାର୍ଯ୍ୟ କରିଛନ୍ତି , ମଜୁରି ପାଇଛନ୍ତି କି ନାହିଁ,  ହିତାଧିକାରୀ ସଂପୂର୍ଣ୍ଣ ଅର୍ଥ ପାଇଛି କି ନାହିଁ ତାହାର ସମୀକ୍ଷା କରାଯାଇଥିଲା | ଏଥିରେ ଗତ ୨୦୨୪-୨୫   ଆର୍ଥିକ ବର୍ଷ ରେ ଏହି ଯୋଜନାରେ ୧ ଅକ୍ଟୋବର ୨୦୨୪ ଠାରୁ ୩୧ ମାର୍ଚ୍ଚ ୨୦୨୫ ସୁଧା ୨୨ କୋଟି ୩ ଲକ୍ଷ ୭୨ ହଜାର ଟଙ୍କା ବ୍ୟୟ କରିବା ନେଇ ଟାର୍ଗେଟ ଥିବା ବେଳେ ସେଥିରୁ ସଂପୂର୍ଣ୍ଣ ଅର୍ଥ ବ୍ୟୟ କରାଯାଇଛି | ମାର୍ଚ୍ଚ  ୨୦୨୫ ସୁଧା  ୬ ଲକ୍ଷ ୨୫  ହଜାର ୩୪୩  ଟି କାର୍ଯ୍ୟ ଦିବସ ସୃଷ୍ଟି କରାଯାଇଥିଲା      | ଏଥିରେ ୧୪ ହଜାର ୭୮୩ ଟି ପରିବାର କୁ ୧ ଅକ୍ଟୋବର ୨୦୨୪ ଠାରୁ ୩୧ ମାର୍ଚ୍ଚ ୨୦୨୫ ପର୍ଯ୍ୟନ୍ତ ମୋଟ ୧୬୪୬  ପରିବାର କୁ ୧୦୦ ଦିନ ର କାର୍ଯ୍ୟ ପୂରଣ କରିଛନ୍ତି | ଏଥିରେ ମୋଟ ପ୍ରକଳ୍ପ ୧୨୪୬ ରୁ ୧୦୧୫ ଟି ପ୍ରକଳ୍ପ ସଂପୂର୍ଣ୍ଣ କରାଯାଇଥିବା ଏହି ଜନଶୁଣାଣି ରେ ଉପସ୍ଥାପିତ କରାଯାଇଥିଲା | ବିଭିନ୍ନ ପଞ୍ଚାୟତରେ ପ୍ରକଳ୍ପର କାର୍ଯ୍ୟ ଚାଲୁଥିବା ବେଳେ ଓ ପ୍ରକଳ୍ପ କାର୍ଯ୍ୟ ଶେଷ ହେବାପରେ ମଧ୍ୟ  ସାଇନ ବୋର୍ଡ ନଥିବା, ସାମାଜିକ ସମୀକ୍ଷା ସମୟରେ ଉକ୍ତ ପଞ୍ଚାୟତ ଗୁଡିକର ଏସିଡିଓ ଓ ଜିଆରଏସ ମାନେ ପଞ୍ଚାୟତର ୭ ଟି ରେଜିଷ୍ଟର ସମୀକ୍ଷକ ମାନଙ୍କ ନିକଟରେ ଦାଖଲ କରିପାରିନଥିଲେ | ପ୍ରକଳ୍ପ କାର୍ଯ୍ୟର ରେଜିଷ୍ଟର ରେ କାର୍ଯ୍ୟର ଫଟୋ, ଶ୍ରମିକ ମାନଙ୍କ ଆବେଦନ ପତ୍ର ନଥିବା ଭଳି ତ୍ରୁଟି ଦେଖାଦେଇଥିବା ଉପସ୍ଥାପନ ହୋଇଥିଲା | ଏହି ଜନଶୁଣାଣି ଶିବିର ରେ ବିଭିନ୍ନ ପଞ୍ଚାୟତରୁ ମୋଟ ୩୩ ତୃଟି ଦେଖାଦେଇ ଥିଲା। ତ୍ରୁଟି ଗୁଡିକ ର  ସମାଧାନ କରି ବ୍ଲକ ସାମାଜିକ ସମୀକ୍ଷକ, ଅତିରିକ୍ତ କାର୍ଯ୍ୟକ୍ରମ ଅଧିକାରୀ ଓ ବିଡିଓ ଙ୍କ ନିକଟରେ ଦାଖଲ କରିବାକୁ ନିର୍ଦ୍ଦେଶ ଦିଆଯାଇଥିଲା | ଏଥିରେ ନବରଙ୍ଗପୁର ଅତିରିକ୍ତ ଜିଲାପାଳ ବିଶ୍ଵଜିତ ଚନ୍ଦ୍ର ବର୍ମନ ଓ ଜିଲା ପରିଷଦର ଜିଲା ସାମାଜିକ ସମୀକ୍ଷକ ବୈବସୂତ ଚାଲାଣ ଉପସ୍ଥିତ ଏସିଡିଓ ଓ ଗ୍ରାମ ରୋଜଗାର ସେବିକା ସେବକ ମାନଙ୍କୁ ସାମାଜିକ ସମୀକ୍ଷାରେ ଦେଖାଯାଇଥିବା ତ୍ରୁଟି ଗୁଡିକ ଯେପରି ଭବିଷ୍ୟତରେ ପୁନରାବୃତ୍ତି ନହୁଏ ସେଥି ପ୍ରତି ଦୃଷ୍ଟି ଦେଇ କାର୍ଯ୍ୟ କରିବାକୁ ନିର୍ଦ୍ଦେଶ ଦେଇଥିଲେ | ଏଥିରେ ବ୍ଲକ ଉପାଧ୍ୟକ୍ଷ ସଦାନନ୍ଦ ନାୟକ, ବିଡିଓ ଶରତ ମାଝି,  ଜୋନ-୨ ଜିଲାପରିଷଦ ସଭ୍ୟ ଧନସିଂ ଭତ୍ରା ଓ, ଜନ ଶୁଣାଣୀ କମିଟି ସଭ୍ୟ ସୁରେନ୍ଦ୍ର କୁମାର ମିଶ୍ର, ଅତିରିକ୍ତ କାର୍ଯ୍ୟକ୍ରମ ଅଧିକାରୀ ବର୍ଣ୍ଣବାସ ନାୟକ, ଗ୍ରାମ ପଞ୍ଚାୟତ ଉନ୍ନୟନ ଅଧିକାରୀ ପଦ୍ମନାଭ ଭାଲ୍ଲା,  ଗ୍ରାମ ପଞ୍ଚାୟତ ନିର୍ବାହୀ ଅଧିକାରୀ ଏ.ଡି ପ୍ରସାଦ, ଅର୍ଜୁନ ଭତ୍ରା, ରୂପାଲୀ ମଣ୍ଡଳ ଓ କାମିନୀ ହରିଜନ, ସହକାରୀ ଉଦ୍ୟାନ ଅଧିକାରୀ ରବି ଶଙ୍କର ପଣ୍ଡା, ବନପାଳ  ଉମାକାନ୍ତ ପଟ୍ଟନାୟକ,  ସମସ୍ତ ସରପଞ୍ଚ , ସମିତି ସଭ୍ୟା ସଭ୍ୟ , ଏସିଡିଓ, ଗ୍ରାମ ରୋଜଗାର ସେବିକା ସେବକ ମାନେ ଉପସ୍ଥିତ ଥିଲେ କିନ୍ତୁ ଜବକାର୍ଡଧରି ଶ୍ରମିକ ମାନେ ଯୋଗ ଦେଇ ନ ଥିଲେ | ଏହି କାର୍ଯ୍ୟକ୍ରମକୁ ଏମଜିଏନଆରଇଜିଏସ ସହାୟକ ବିଦ୍ୟାଧର ବିଶୋଇ ପରିଚାଳନା କରିଥିଲେ |


News Comment




Photo in News

Advertisment
Lastest News
  ଜିଲ୍ଲା  
ଚିନାଯୁରୀରେ ପଂଚାୟତସ୍ତରୀୟ ଜନ ଅଭିଯୋଗ ଶୁଣାଣୀ   27-Oct-2026
  ରାଜ୍ୟ  
ବରିଷ୍ଠ ନୋଟାରୀ ଅଶ୍ୱିନୀ ମିଶ୍ର ଙ୍କ ବିୟୋଗରେ ଜିଲ୍ଲା ଓକିଲ ସଂଘ ପକ୍ଷରୁ ଶୋକସଭା   27-Oct-2026
  ଜିଲ୍ଲା  
ସଂକଳ୍ପ ଖୋଲୁଛି ସୁଯୋଗର ଦ୍ୱାର, ସାହସ ଦେଉଛି ପରିବର୍ତ୍ତନକୁ ଗତି: ଓଡ଼ିଶାର ମହିଳାଙ୍କ ହାତରେ ନୂଆ ଭବିଷ୍ୟତର ଷ୍ଟିଅରିଂ   27-Oct-2026
  ଜିଲ୍ଲା  
ଲୋଇସିଂହା ଠାରେ ବିଜେପି ପକ୍ଷରୁ ଯଶସ୍ବୀ ପ୍ରଧାନମନ୍ତ୍ରୀ ଙ୍କ ବାପା ଓ ମା ପ୍ରତି ଅଶାଳୀନ ମନ୍ତବ୍ୟ କୁ ନେଇ କଂଗ୍ରେସ ଅଧ୍ୟକ୍ଷ ଙ୍କ ବିରୁଦ୍ଧରେ ପ୍ରତିବାଦ କାର୍ଯ୍ୟକ୍ରମ   26-Oct-2026
  ଜିଲ୍ଲା  
ବଲାଙ୍ଗୀରିଏନ ବୀରାଙ୍ଗନା”ଅନୁଷ୍ଠାନ ପକ୍ଷରୁ ନ୍ୟୁତ୍ୟ ପ୍ରତିଯୋଗୀତା   26-Oct-2026
  ଜିଲ୍ଲା  
ଜାତୀୟ ଲନ୍‌ବଲ୍‌ ଉଦ୍‌ଯାପିତ: ଓଡ଼ିଶାକୁ ୩ ସ୍ବର୍ଣ୍ଣ ସହ ୫ ପଦକ ରାଜେଶ୍ବରୀ ବ୍ୟକ୍ତିଗତ ବର୍ଗ, ଓଡ଼ିଶା ୧୮ବର୍ଷରୁ କମ୍‌ ବର୍ଗରେ ଓଭରଅଲ୍‌ ବିଜେତା   26-Oct-2026
  ଜିଲ୍ଲା  
*ଡାବୁଗାଁରେ ମାଁ ଗଜଲକ୍ଷ୍ମୀ ପୂଜା ଆରମ୍ଭ*   26-Oct-2026
  ଜିଲ୍ଲା  
ବରଗଡ଼ ଧନୁଯାତ୍ରାରୁ କଂସ ଅଭିନେତା ସୁଶିଲ ମେହେରଙ୍କ ଅବ୍ୟାହତି   26-Oct-2026
  ରାଜ୍ୟ  
At the Lotus Feet of Maa Mahalakshmi: A Lifelong Vow of Devotion,Duty and Surrender   26-Oct-2026
  ଜିଲ୍ଲା  
ରାସ୍ତା କଡ଼ ରେ କଇଁଛ ଉଦ୍ଧାର କରି ବନ ବିଭାଗକୁ ହସ୍ତାନ୍ତର କଲେ ପ୍ରକୃତି ପ୍ରେମୀ ବ୍ୟାସଦେବ   26-Oct-2026
  ଜିଲ୍ଲା  
ହେମଗିରି ବ୍ଲକ ପରିସରରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ   26-Oct-2026
  ଜିଲ୍ଲା  
ଜିଲ୍ଲା ପ୍ରଶାସନ ପକ୍ଷରୁ ସାଧୁତା ଓ ଦୁର୍ନୀତି ନିବାରଣ ଶପଥ ପାଠ କାର୍ଯ୍ୟକ୍ରମ   26-Oct-2026

You Might Also Like