-+91-9937148622 |

prerana_bgr@rediffmail.com |

  Monday 26th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଭୁବନେଶ୍ୱର ମହାନଗର ନିଗମ ୱାର୍ଡ ନମ୍ବର ୨୬ରେ ଓଜେସିର ବିଶାଳ କର୍ମକର୍ତ୍ତା ସମ୍ମିଳନୀ    (25-Oct-2026)       ||      ମୃଦୁରେଖା ଡ୍ୟାନ୍ସ ଏକାଡେମୀ’ ପକ୍ଷରୁ ସାଂସ୍କୃତିକ ମହୋତ୍ସବ ‘ମୃଦମ୍-୨୦୨୬’ ଆୟୋଜିତ   (25-Oct-2026)       ||      ସଦାଇପାଲିରେ ଆରମ୍ଭ ହେଲା ୩୦ତମ ବର୍ଷ ଗଜଲକ୍ଷ୍ମୀ ପୂଜା କଳସ ଯାତ୍ରାରେ ସାମିଲ ହେଲେ ଶତାଧିକ ମହିଳା ଓ ବ୍ରତଧାରୀ   (25-Oct-2026)       ||      ଜାତୀୟ ଲନ୍‌ବଲ୍‌: ସେମିଫାଇନାଲ୍‌ରେ ଶୁଭ୍ରାଂଶୁ, ରାଜେଶ୍ବର   (25-Oct-2026)       ||      ରାଜବୈଦ୍ୟ ଚିନ୍ତାମଣି ବେହେରା ସ୍ମୃତି ପରିଷଦ, ବଲାଙ୍ଗିରର ପଞ୍ଚମ ବାର୍ଷିକ ଉତ୍ସବ ଅନୁଷ୍ଠିତ   (25-Oct-2026)       ||      ମେରାହୁନର “ପକ୍ଷରୁ ଆର୍ଟ ଏଣ୍ଡ କ୍ରାଫ୍ଟ” ଓ ସଂପୂର୍ଣ୍ଣା ପକ୍ଷରୁ ମେହେନ୍ଦି ପ୍ରତିଯୋଗିତା   (25-Oct-2026)       ||      ରାଜବୈଦ୍ୟ ଚିନ୍ତାମଣି ବେହେରା ସ୍ମୃତି ପରିଷଦ, ବଲାଙ୍ଗିରର ପଞ୍ଚମ ବାର୍ଷିକ ଉତ୍ସବ ଅନୁଷ୍ଠିତ   (25-Oct-2026)       ||      ଘରୋଇ ବସରୁ ୩. ୭୭୫ କେଜି ଗଞ୍ଜେଇ ଜବତ,ଦୁଇ ଅଭିଯୁକ୍ତ ଗିରଫ   (25-Oct-2026)       ||      ଗୋପାଳଜୀ ଉଚ୍ଚ ବିଦ୍ୟାଳୟରେ ବନ୍ଧୁ ମିଳନ ଓ ଗୁରୁପୂଜନ ଉତ୍ସବ ପାଳନ   (25-Oct-2026)       ||      ସାମ୍ବାଦିକ ଙ୍କ ପିତୃ ବିୟୋଗ   (25-Oct-2026)       ||      ପଶ୍ଚିମବଙ୍ଗକୁ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ : ପୋଲିସ ଜାଲରେ ଆନ୍ତଃରାଜ୍ୟ ମହିଳା ଚାଲାଣକାରୀ ସହ ଗଞ୍ଜେଇ ଜବତ   (25-Oct-2026)       ||      ଭରତ ଜାତିସଂଘ ପାଣ୍ଠି ଗ୍ଲୋବାଲ୍ ସାଉଥ୍ ସହିତ ଭାରତର ବ୍ୟାପକ ଭାଗିଦାରୀ ର ଏକ ଅଂଶ: ସଂଗୀତା ସିଂଦେଓ    (25-Oct-2026)       ||      ଲୋଇସିଂହା ଓ ଆଗଲପୁର ଗୋଣ୍ଡୱାନା ଗୋଣ୍ଡ ସମାଜ ର ବ୍ଲକ ସ୍ତରୀୟ ନୂଆଁଖାଇ ଭେଟଘାଟ୍   (24-Oct-2026)       ||      ଟାସ୍କଫୋର୍ସ ଅଧ୍ୟକ୍ଷ ଉପମୁଖ୍ୟମନ୍ତ୍ରୀଙ୍କ ଜିଲ୍ଲାରେ ଅନ୍ୟରାଜ୍ୟର ଦାଦନମାଫିଆ ସେଠ୍ ମାନଙ୍କର ଅବାଧ ବିଚରଣ♦️କୋଟିପତି ସର୍ଦ୍ଦାରଙ୍କ ଅନ୍ୟାୟୋପାର୍ଜିତ ସମ୍ପତ୍ତିର ଇଡି ତଦନ୍ତ ହେଉ  !     (24-Oct-2026)       ||      ଚିନାଜୁରୀ ଠାରେ ନୂତନ ପେକ୍ସ ଗଠନ ପାଇଁ ପ୍ରସ୍ତୁତି ବୈଠକ   (24-Oct-2026)       ||      ବିଶ୍ୱ ପୋଲିଓ ଦିବସ ଅବସରରେ ରୋଟାରୀ ଜିଲ୍ଲା ୩୨୬୨ ପକ୍ଷରୁ ବିଶାଳ ମାରାଥନ୍ ଆୟୋଜିତ   (24-Oct-2026)       ||      ସ୍ୱାସ୍ଥ୍ୟସେବା ଓ ଆୟୁଷ୍ମାନ ବାୟୋ ବନ୍ଦନା କାର୍ଡ ରେଜିଷ୍ଟ୍ରେସନ ଶିବିର    (24-Oct-2026)       ||      ବରଗଡ଼ରେ ୨୪ଟି ଦିବ୍ୟ ରୂପରେ ମହାପ୍ରଭୁଙ୍କ ଦର୍ଶନ, ଉଦଯାପିତ ହେଲା ୨୪ ଦିବ୍ୟ ବେଶ ସମ୍ଭାର   (24-Oct-2026)       ||      ଶୁଭ୍ରାଂଶୁ, ରୋଶନୀ, ସୀମାଙ୍କ କ୍ରମାଗତ ବିଜୟ ଜାତୀୟ ଲନ୍‌ବଲ୍‌ ଦ୍ବିତୀୟ ଦିନ   (24-Oct-2026)       ||      ବରିଷ୍ଠ ଆଇନଜୀବୀ ଅଶ୍ୱିନୀ ମିଶ୍ର ଙ୍କ ପରଲୋକ    (24-Oct-2026)       ||     

HOME   ଜିଲ୍ଲା

କ୍ଷୁଦ୍ର ଓ ମଧ୍ୟମ ସମ୍ୱାଦପତ୍ର ପାଇଁ ସରକାର ସ୍ଵତନ୍ତ୍ର ବିଜ୍ଞାପନ ନୀତି ପ୍ରଣୟନ କରନ୍ତୁ : ଓଡ଼ିଶା କ୍ଷୁଦ୍ର ଓ ମଧ୍ୟମ ସମ୍ୱାଦପତ୍ର ସଂଗଠନର ଦାବି  

16-Sep-2025



କୋରାପୁଟରେ ସାଧାରଣ ପରିଷଦ ବୈଠକ

କୋରାପୁଟ(ପ୍ରେରଣା ଖବର): କ୍ଷୁଦ୍ର ଓ ମଧ୍ୟମ ସମ୍ୱାଦପତ୍ର ପାଇଁ ସରକାର ସ୍ଵତନ୍ତ୍ର ବିଜ୍ଞାପନ ନୀତି ପ୍ରଣୟନ କରିବାକୁ ଓଡ଼ିଶା କ୍ଷୁଦ୍ର ଓ ମଧ୍ୟମ ସମ୍ୱାଦପତ୍ର ସଂଗଠନ ପକ୍ଷରୁ ଦାବି ହୋଇଛି | କୋରାପୁଟସ୍ଥିତ ଶାବର ଶ୍ରୀକ୍ଷେତ୍ର ପ୍ରାଙ୍ଗଣରେ ସଂଗଠନର ସାଧାରଣ ପରିଷଦ ବୈଠକରେ ଓଡ଼ିଶାର ବିଭିନ୍ନ ସ୍ଥାନରୁ ପ୍ରକାଶ ପାଉଥିବା କ୍ଷୁଦ୍ର ଓ ମଧ୍ୟମ ସମ୍ୱାଦପତ୍ର ସମ୍ପାଦକମାନଙ୍କୁ ଗୋପବନ୍ଧୁ ସ୍ଵାସ୍ଥ୍ୟ ବୀମା ଯୋଜନାରେ ସାମିଲ କରାଯାଉ, ସରକାରୀ ସ୍ଵୀକୃତି ପାଇଁ ଆବେଦନ କରିଥିବା ସମ୍ୱାଦପତ୍ରଗୁଡ଼ିକୁ କୋହଳ ମନୋଭାବ ପ୍ରକାଶ କରି ସରକାରୀ ସ୍ଵୀକୃତି ପ୍ରଦାନ କରାଯାଉ, ସ୍ଵୀକୃତି ପ୍ରଦାନ କ୍ଷେତ୍ରରେ ସ୍ଵଚ୍ଛତା ଅବଲମ୍ୱନ କରାଯାଉ, ଓଡ଼ିଶାରେ ସାମ୍ୱାଦିକ ଓ ସମ୍ପାଦକମାନଙ୍କ ପାଇଁ ପେନସନ ଓ ସୁରକ୍ଷା ଆଇନ ପ୍ରଣୟନ କରାଯାଉ, ସମ୍ପାଦକମାନଙ୍କୁ ଟୋଲ ଗେଟମାନଙ୍କରେ ନିଃଶୁଳ୍କ ଯାତାୟାତର ବ୍ୟବସ୍ଥା କରାଯାଉ,  ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଓଡ଼ିଆ ସମ୍ୱାଦପତ୍ରଗୁଡ଼ିକ ପ୍ରତି ବିଜ୍ଞାପନ ପ୍ରଦାନ କ୍ଷେତ୍ରରେ ସ୍ଵତନ୍ତ୍ର ନୀତି ନିର୍ଦ୍ଧାରଣ କରାଯାଉ, ସାମ୍ୱାଦିକ ଅଧିସ୍ଵୀକୃତି କମିଟିକୁ କାର୍ଯ୍ୟକ୍ଷମ କରିବା ଇତ୍ୟାଦି ସମ୍ପର୍କରେ ଆଲୋଚନା ହୋଇ ରାଜ୍ୟ ସରକାରଙ୍କୁ ଦାବିପତ୍ର ପ୍ରଦାନ ପାଇଁ ନିଷ୍ପତ୍ତି ଗ୍ରହଣ କରାଯାଇଥିଲା | ଆସନ୍ତା ଦୁର୍ଗାପୂଜା ପରେ ଉପରୋକ୍ତ ଦାବିଗୁଡ଼ିକର ସମାଧାନ ପାଇଁ ସୂଚନା ଓ ଲୋକ ସମ୍ପର୍କ ବିଭାଗ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା ଦିଆଯିବ ବୋଲି ଚେତାବନୀ ଦିଆଯାଇଥିଲା| ରାଜ୍ୟର ବିଭିନ୍ନ ଅଞ୍ଚଳରୁ ଯୋଗ ଦେଇଥିବା ସମ୍ପାଦକ ଓ ପ୍ରକାଶକମାନେ ଏହି ସଂଗଠନକୁ ଏକ ରାଷ୍ଟ୍ରୀୟ ସଂଗଠନରେ ପରିଣତ କରାଯିବ ବୋଲି ମତବ୍ୟକ୍ତ କରିଥିଲେ | ଏ ସମ୍ପର୍କରେ ପରବର୍ତ୍ତୀ ସମୟରେ ନିଷ୍ପତ୍ତି ଗ୍ରହଣ କରାଯିବ ବୋଲି ପ୍ରସ୍ତାବ ଗୃହିତ ହୋଇଥିଲା | ସଂଗଠନର ଅଧ୍ୟକ୍ଷ ତଥା ନବୀନର ସମ୍ପାଦକ ରବି ରଥ ଓ ସଂଗଠନର ମୁଖ୍ୟ ଉପଦେଷ୍ଟା ବିନୋଦ ମହାପାତ୍ରଙ୍କୁ ସଂଗଠନ ପକ୍ଷରୁ ସମ୍ୱର୍ଦ୍ଧିତ କରାଯାଇଥିଲା |
ସଂଠଗନର ରାଜ୍ୟ ସଭାପତି ବଂଶୀଧର ଜେନାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ବୈଠକରେ ମୁଖ୍ୟଅତିଥି ଭାବେ ବରିଷ୍ଠ ସାମ୍ୱାଦିକ କିଶୋର ଦ୍ଵିବେଦୀ ଯୋଗଦେଇ ଏହି ସଂଗଠନର ଇତିହାସ ଓ କାର୍ଯ୍ୟକଳାପ ଅତ୍ୟନ୍ତ ଗୁରୁତ୍ଵପୂର୍ଣ୍ଣ ବୋଲି କହିଥିଲେ | ସମ୍ପାଦକମାନଙ୍କ ଦାବି ଯୁକ୍ତିଯୁକ୍ତ ହୋଇଥିବାରୁ ଏ ସମ୍ପର୍କରେ ରାଜ୍ୟ ସରକାର ହସ୍ତକ୍ଷେପ କରିବା ଉଚିତ ବୋଲି କହିଥିଲେ | ବରିଷ୍ଠ ସାମ୍ୱାଦିକ ସୁରେନ୍ଦ୍ର ପାତ୍ର ତାଙ୍କ ବକ୍ତବ୍ୟରେ ସମ୍ୱାଦପତ୍ରଗୁଡ଼ିକର ଅନୁମୋଦନ ପାଇଁ ଏକ ସ୍ପଷ୍ଟ ନୀତି ପ୍ରଣୟନ କରିବା ଉପରେ ଗୁରୁତ୍ଵାରୋପ କରିଥିଲେ |

 

ସାଧାରଣ ସମ୍ପାଦକ ଜେ୍ୟାତି ରଂଜନ ମହାପାତ୍ର ଗତ ବୈଠକ ର ବିବରଣୀ ପାଠ କରିଥିଲେ | ସଂଗଠନର ମୁଖ୍ୟ ଉପଦେଷ୍ଟା ବିନୋଦ ମହାପାତ୍ର, ସଂଗଠନ ସମ୍ପାଦକ ଜଗଦୀଶ ମିଶ୍ର, ଅକ୍ଷୟ କୁମାର ନାୟକ, ଉପସଭାପତି ଅକ୍ଷୟ କୁମାର ନାୟକ, ସହ ସମ୍ପାଦକ ସ୍ଵଦେଶ ଦାଶ ଓ ରମାକାନ୍ତ ପରିଜା ପ୍ରମୁଖ ମଞ୍ଚାସୀନ ଥିଲେ | ଅନ୍ୟମାନଙ୍କ ମଧ୍ୟରେ ଗଣେଶ ଚନ୍ଦ୍ର ବିଷୋୟୀ, ପ୍ରକାଶ ଚନ୍ଦ୍ର ଖଟୋଇ, ତପନ କୁମାର ପତି, ଚିତ୍ତରଂଜନ ସ୍ଵାଇଁ, ଅନିଲ କୁମାର ସାହୁ, ସରୋଜ ରଂଜନ ପଟ୍ଟନାୟକ, ସୁଶାନ୍ତ କୁମାର ସାହୁ, ସଂଜୟ କୁମାର ଓଝା, ବିଷ୍ଣୁପ୍ରିୟା ସାହୁ, ସତ୍ୟ ନାରାୟଣ ନାୟକ, ବାବୁଲି ବେହେରା ପ୍ରମୁଖ ଆଲୋଚନାରେ ଭାଗ ନେଇ ସମ୍ପାଦକମାନଙ୍କ ବିଭିନ୍ନ ସମସ୍ୟା ଉପସ୍ଥାପିତ କରିଥିଲେ| ରାଜ୍ୟର ବିଭିନ୍ନ ଅଞ୍ଚଳରୁ ୪୦ରୁ ଊର୍ଦ୍ଧ୍ଵ ସମ୍ପାଦକ, ପ୍ରକାଶକ ଯୋଗ ଦେଇଥିଲେ |


News Comment




Photo in News

Advertisment
Lastest News
  ଜିଲ୍ଲା  
ଭୁବନେଶ୍ୱର ମହାନଗର ନିଗମ ୱାର୍ଡ ନମ୍ବର ୨୬ରେ ଓଜେସିର ବିଶାଳ କର୍ମକର୍ତ୍ତା ସମ୍ମିଳନୀ   25-Oct-2026
  ଜିଲ୍ଲା  
ମୃଦୁରେଖା ଡ୍ୟାନ୍ସ ଏକାଡେମୀ’ ପକ୍ଷରୁ ସାଂସ୍କୃତିକ ମହୋତ୍ସବ ‘ମୃଦମ୍-୨୦୨୬’ ଆୟୋଜିତ   25-Oct-2026
  ଜିଲ୍ଲା  
ସଦାଇପାଲିରେ ଆରମ୍ଭ ହେଲା ୩୦ତମ ବର୍ଷ ଗଜଲକ୍ଷ୍ମୀ ପୂଜା କଳସ ଯାତ୍ରାରେ ସାମିଲ ହେଲେ ଶତାଧିକ ମହିଳା ଓ ବ୍ରତଧାରୀ   25-Oct-2026
  ଖେଳ  
ଜାତୀୟ ଲନ୍‌ବଲ୍‌: ସେମିଫାଇନାଲ୍‌ରେ ଶୁଭ୍ରାଂଶୁ, ରାଜେଶ୍ବର   25-Oct-2026
  ଜିଲ୍ଲା  
ରାଜବୈଦ୍ୟ ଚିନ୍ତାମଣି ବେହେରା ସ୍ମୃତି ପରିଷଦ, ବଲାଙ୍ଗିରର ପଞ୍ଚମ ବାର୍ଷିକ ଉତ୍ସବ ଅନୁଷ୍ଠିତ   25-Oct-2026
  ଜିଲ୍ଲା  
ମେରାହୁନର “ପକ୍ଷରୁ ଆର୍ଟ ଏଣ୍ଡ କ୍ରାଫ୍ଟ” ଓ ସଂପୂର୍ଣ୍ଣା ପକ୍ଷରୁ ମେହେନ୍ଦି ପ୍ରତିଯୋଗିତା   25-Oct-2026
  ଜିଲ୍ଲା  
ରାଜବୈଦ୍ୟ ଚିନ୍ତାମଣି ବେହେରା ସ୍ମୃତି ପରିଷଦ, ବଲାଙ୍ଗିରର ପଞ୍ଚମ ବାର୍ଷିକ ଉତ୍ସବ ଅନୁଷ୍ଠିତ   25-Oct-2026
  ଜିଲ୍ଲା  
ଘରୋଇ ବସରୁ ୩. ୭୭୫ କେଜି ଗଞ୍ଜେଇ ଜବତ,ଦୁଇ ଅଭିଯୁକ୍ତ ଗିରଫ   25-Oct-2026
  ଜିଲ୍ଲା  
ଗୋପାଳଜୀ ଉଚ୍ଚ ବିଦ୍ୟାଳୟରେ ବନ୍ଧୁ ମିଳନ ଓ ଗୁରୁପୂଜନ ଉତ୍ସବ ପାଳନ   25-Oct-2026
  ଜିଲ୍ଲା  
ସାମ୍ବାଦିକ ଙ୍କ ପିତୃ ବିୟୋଗ   25-Oct-2026
  ଜିଲ୍ଲା  
ପଶ୍ଚିମବଙ୍ଗକୁ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ : ପୋଲିସ ଜାଲରେ ଆନ୍ତଃରାଜ୍ୟ ମହିଳା ଚାଲାଣକାରୀ ସହ ଗଞ୍ଜେଇ ଜବତ   25-Oct-2026
  ଦେଶ ବିଦେଶ  
ଭରତ ଜାତିସଂଘ ପାଣ୍ଠି ଗ୍ଲୋବାଲ୍ ସାଉଥ୍ ସହିତ ଭାରତର ବ୍ୟାପକ ଭାଗିଦାରୀ ର ଏକ ଅଂଶ: ସଂଗୀତା ସିଂଦେଓ   25-Oct-2026

You Might Also Like