-+91-9937148622 |

prerana_bgr@rediffmail.com |

  Saturday 24th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଅବସରପ୍ରାପ୍ତ ଶିକ୍ଷୟିତ୍ରୀ ସୁଶ୍ରୀ ପଦ୍ମିନୀପ୍ରଭା ସାଗରଙ୍କ ପରଲୋକ   (24-Oct-2026)       ||      କଣ୍ଟାବାଞ୍ଜି ୱାର୍ଡ ନଂ-୧୫ରେ ଦୋକାନରୁ ଚୋରି, ସିଟ୍ କଭର ସିଲେଇ ମେସିନ୍ ଲୁଟ୍   (24-Oct-2026)       ||      ଲୋଇସିଂହା ନିର୍ବାଚନ ମଣ୍ଡଳୀରେ ସାମଗ୍ରିକ ବିକାଶ ଓ ଗମନଗମନର ସୁବିଧା ପାଇଁ ବିଭିନ୍ନ ଜନହିତକର ପ୍ରକଳ୍ପର ଉଦଘାଟନ କଲେ ଗ୍ରାମ୍ୟ ଉନ୍ନୟନ ଓ ପଞ୍ଚାୟତିରାଜ ମନ୍ତ୍ରୀ    (23-Oct-2026)       ||      ଲୋଇସିଂହା ରେ ୫୬ତମ ଦୁର୍ଗାପୂଜା ଉଦଯାପିତ   (23-Oct-2026)       ||      ହଜାର ହଜାର ଭକ୍ତ ଙ୍କ ମେଲରେ ମେଲାଣି ନେଲେ ମା ଦୁର୍ଗା    (23-Oct-2026)       ||      ଆର୍ଥିକ ଅନ୍ତର୍ଭୁକ୍ତୀକରଣ ନେଇ ସଚେତନତା ଶିବିର   (23-Oct-2026)       ||      ବିର୍ଷାମୁଣ୍ଡା ଆଦିବାସୀ କଲ୍ୟାଣ ମଣ୍ଡପ ଉଦଘାଟିତ    (23-Oct-2026)       ||      ହାତୀ ଆକ୍ରମଣରେ ମୃତକଙ୍କ ପରିବାରକୁ ୨୦ ଲକ୍ଷ ସହାୟତା ଦିଆଯାଉ: କ୍ଷତିଗ୍ରସ୍ତ ପରିବାରକୁ ପକ୍କା ଘର ପ୍ରଦାନ ପାଇଁ ନିରଞ୍ଜନ ବିଶିଙ୍କ ଦାବି   (23-Oct-2026)       ||      ଷ୍ଟେଟ୍ ୟୁନିଅନ୍ ଅଫ୍ ଜର୍ଣ୍ଣାଲିଷ୍ଟ୍, ବଲାଙ୍ଗୀର ଶାଖାର ବୈଠକ    (23-Oct-2026)       ||      ଜିଲ୍ଲା ସ୍ତରୀୟ ଶିଶୁ ମହୋତ୍ସବ "ଉତ୍ସାହ ୨୦୨୬ ଅନୁଷ୍ଠିତ" ।   (23-Oct-2026)       ||      ପଶ୍ଚିମ ଓଡ଼ିଶାର ପ୍ରସିଦ୍ଧ ନୃତ୍ୟଶିଳ୍ପୀ କଳ୍ପନା ବ୍ୟାସଙ୍କୁ ଚାଦୋତରା ଦୁର୍ଗା ପୂଜା କମିଟିର ସମ୍ମାନ   (23-Oct-2026)       ||      *ସୁବର୍ଣ୍ଣପୁର ଐତିହାସିକ ପ୍ରସିଦ୍ଧ ମହାବଳୀ ଯାତ୍ରା ସଂପନ୍ନ*   (22-Oct-2026)       ||      ଟିଟିଲାଗଡ ହାଟପଦାପଡ଼ା ତରଫରୁ ୧୪ ତମ ରାବଣ ପୋଡି ମହୋତ୍ସବ♦️ ବିଜେପି ବିଧାୟକ ନବିନ ଜୈନ ପୂର୍ବତନ ମନ୍ତ୍ରୀ ଶ୍ରୀମତି ଟୁକୁନି ସାହୁଙ୍କୁ ଦେଲେ ଜବାବ    (22-Oct-2026)       ||      *ସୋନପୁର ବ୍ଲକ ଛକ ଦୁର୍ଗା ପୂଜା ରାବଣ ପୋଡ଼ି ଉତ୍ସବ ରେ ଅଗଣିତ ଦର୍ଶକ*-   (22-Oct-2026)       ||      ମହାଦେବପାଳି ଦୁର୍ଗାପୂଜା,ରାବଣ ବଧ ସହ ରାବଣରାଜ ଉଦଯାପିତ   (21-Oct-2026)       ||      ମା’ ସୁରେଶ୍ୱରୀଙ୍କ ମହାଲକ୍ଷ୍ମୀ ବେଶ   (21-Oct-2026)       ||      ସମଲେଇପୂଜା ଅବସରରେ ଯାଦବ ସମାଜର ବନ୍ଧୁ ମିଳନ   (21-Oct-2026)       ||      କଣ୍ଟାମାଳରେ ଜମୁଛି ଶାରଦୀୟ ଦୁର୍ଗାପୂଜାର ଆସର♦️ ଆକର୍ଷଣୀୟ ତୋରଣ ଓ ରଙ୍ଗିନ ଆଲୋକମାଳାରେ ଝଲସୁଛି ଅଞ୍ଚଳ   (21-Oct-2026)       ||      *ଡାବୁଗାଁ ଦୁର୍ଗାପୂଜାରେ ଶତାଧିକ ଭକ୍ତଙ୍କ ସମାଗମରେ ସମ୍ପନ୍ନ ହେଲା ପୂର୍ଣ୍ଣାହୁତି*   (21-Oct-2026)       ||      *ଜିଲ୍ଲା ପୋଲିସ ପକ୍ଷରୁ ୬୬ ତମ ଶହୀଦ ସ୍ମୃତି ଦିବସ ପାଳିତ*   (21-Oct-2026)       ||     

HOME   ଜିଲ୍ଲା

ସିଦ୍ଧିଦାତ୍ରୀ ବେଶରେ ଦର୍ଶନ ଦେଉଛନ୍ତି ମା ସୁରେଶ୍ଵରୀ ଓ ଭଗବତୀ*

30-Sep-2025



ସୁବର୍ଣ୍ଣପୁର,(ମନୋରଞ୍ଜନ ତ୍ରିପାଠୀ)
 ନବରାତ୍ରର ନବମ ଦିନରେ ସୋନପୁରର ଇଷ୍ଟଦେବୀ ମା ସୁରେଶ୍ଵରୀଙ୍କ ପୀଠରେ ଭୋର ସମୟରୁ ମନ୍ଦିର ଖୋଲା ଯାଇ ଯଥା ବିଧି ପୂଜାର୍ଚ୍ଚନା ଶେଷ ହୋଇଥିବା ବେଳେ ଆଜି ସିଦ୍ଧିଦାତ୍ରୀ ବେଶରେ ମା ଉଭା ହୋଇ ଭକ୍ତଙ୍କୁ ଦର୍ଶନ ଦେଉଛନ୍ତି l ମନ୍ଦିରରେ ନବଦିନାତ୍ମକ ଚଣ୍ଡୀ ମହାଯଜ୍ଞର ନବମ ଦିବସରେ ସୂର୍ଯ୍ୟ ପୂଜା, ଗୋ ପୂଜା, ଗୁରୁ, ବ୍ରାହ୍ମଣ ପୁଜନମ ବିଭିନ୍ନ ଦେବା ଦେବୀଙ୍କ ପୂଜାପାଠ ସୁରେଶ୍ଵରୀଙ୍କ ଷୋଡଶ ଉପଚାର ପୂଜା ଆରତୀ ପୁଷ୍ପାଞ୍ଜଳି ସହ ଚଣ୍ଡୀଯଜ୍ଞ, ହବନ, ଆରତୀ, ପୁଷ୍ପାଞ୍ଜଳି ଓ ପ୍ରସାଦ ବଣ୍ଟନ ହେବା ନେଇ କମିଟି ପକ୍ଷରୁ ସୂଚନା ମିଳିଛି l ସେହିପରି ସହର ର ସର୍ବ ପୁରାତନ ମା ଭଗବତୀ ଙ୍କ ପୀଠରେ ମଧ୍ଯ ସିଦ୍ଧିଦାତ୍ରୀ ବେଶରେ ଭକ୍ତଙ୍କୁ ଦର୍ଶନ ଦେଉଛନ୍ତି ମା ଭଗବତୀ l ସହରର ଗଡ଼ଭିତର ସ୍ଥିତ ଦୁର୍ଗା ମନ୍ଦିରରେ ମଧ୍ୟ ସିଦ୍ଧିଦାତ୍ରୀ ବେଶ ରେ ଦର୍ଶନ ଦେଉଛନ୍ତି ମା ଦୁର୍ଗା l ଆଜି ମା’ଙ୍କ ସିଦ୍ଧିଦାତ୍ରୀ ବେଶ ତେବେ ଆସନ୍ତୁ ଜାଣିବା ମା’ଙ୍କର ଏହି ବେଶ ମହାତ୍ମ୍ୟ ବିଷୟରେ l
ସିଦ୍ଧିଦାତ୍ରୀ’ ମା' ଦୁର୍ଗାଙ୍କର ନବମ ଶକ୍ତି I ‘ମାର୍କଣ୍ଡେୟ ପୁରାଣ’ରେ ଯେଉଁ ‘ଅଷ୍ଟ ସିଦ୍ଧି’ର ବର୍ଣନା ଅଛି ତାହା ହେଉଛି- ଅଣିମା, ମହିମା, ଗରିମା, ଲଘିମା, ପ୍ରାପ୍ତି, ପ୍ରକାମ୍ୟ, ଇଶିତ୍ୱ ଓ ବଶିତ୍ୱ ତେବେ ‘ବ୍ରହ୍ମବୈବର୍ତ୍ତ ପୁରାଣ’ରେ ଏହି ସିଦ୍ଧିର ସଂଖ୍ୟା ୧୮ ବୋଲି ବର୍ଣ୍ଣିତ ଅଛି। ଏହି ସକଳ ସିଦ୍ଧିର ଅଧିକର୍ତ୍ତୀ ଓ ଦାତ୍ରୀ, ଦେବୀ ‘ଦେବୀପୁରାଣ ଅନୁସାରେ, ଭଗବାନ ଶିବ ଏହାଙ୍କର କୃପାରେ ହିଁ ସକଳ ସିଦ୍ଧିପ୍ରାପ୍ତ ହୁଅନ୍ତି l ଦେବୀଙ୍କର ଅନୁକମ୍ପା ଫଳରେ ଶିବଙ୍କର ର ଅର୍ଦ୍ଧାଙ୍ଗ ଦେବୀଙ୍କର ହୋଇଥିଲା ଏବଂ ଶିବ ‘ଅର୍ଦ୍ଧନାରୀଶ୍ବର’ ଭାବରେ ପ୍ରସିଦ୍ଧ ହୋଇଥିଲେ l ଏହି ଦେବୀ ‘ନବରାତ୍ରି’ର ନବମ ତଥା ଶେଷଦିନର ଉପାସ୍ୟା । ସେ ଉଭୟ ସିଂହବାହନା ଓ ପଦ୍ମାସନା ରୂପରେ ପରିଲକ୍ଷିତ ହୁଅନ୍ତି ଏହି ଦେବୀ ଚତୁର୍ଭୁଜା ତାଙ୍କର ଦକ୍ଷିଣ ଦୁଇ ହସ୍ତରେ ଚକ୍ର ଓ ଗଦା ଏବଂ ବାମ ଦୁଇ ହସ୍ତରେ ଶଙ୍ଖ ଓ ପଦ୍ମ ଶୋଭାପାଏ l ତାହାଙ୍କର ପୂଜା କଲେ ଭକ୍ତ ଓ ସାଧକ ସିଦ୍ଧିର ଅଧିକାରୀ ହୁଅନ୍ତି l ସଂସାରର କିଛି ବି ତାଙ୍କପାଇଁ ଅଗମ୍ୟ ହୋଇ ରହେ ନାହିଁ l ସେ ବ୍ରହ୍ମାଣ୍ଡ ବିଜୟର କ୍ଷମତାଲାଭ କରନ୍ତି! ଏହିପରି ଭାବରେ, ନବରାତ୍ରିରେ ନବଦୁର୍ଗାଙ୍କର ଉପାସନା ଭକ୍ତ ଓ ସାଧକଙ୍କୁ କୃତାର୍ଥ କରିଥାଏ l


News Comment




Photo in News

Advertisment
Lastest News
  ଜିଲ୍ଲା  
ଅବସରପ୍ରାପ୍ତ ଶିକ୍ଷୟିତ୍ରୀ ସୁଶ୍ରୀ ପଦ୍ମିନୀପ୍ରଭା ସାଗରଙ୍କ ପରଲୋକ   24-Oct-2026
  ଜିଲ୍ଲା  
କଣ୍ଟାବାଞ୍ଜି ୱାର୍ଡ ନଂ-୧୫ରେ ଦୋକାନରୁ ଚୋରି, ସିଟ୍ କଭର ସିଲେଇ ମେସିନ୍ ଲୁଟ୍   24-Oct-2026
  ଜିଲ୍ଲା  
ଲୋଇସିଂହା ନିର୍ବାଚନ ମଣ୍ଡଳୀରେ ସାମଗ୍ରିକ ବିକାଶ ଓ ଗମନଗମନର ସୁବିଧା ପାଇଁ ବିଭିନ୍ନ ଜନହିତକର ପ୍ରକଳ୍ପର ଉଦଘାଟନ କଲେ ଗ୍ରାମ୍ୟ ଉନ୍ନୟନ ଓ ପଞ୍ଚାୟତିରାଜ ମନ୍ତ୍ରୀ   23-Oct-2026
  ଜିଲ୍ଲା  
ଲୋଇସିଂହା ରେ ୫୬ତମ ଦୁର୍ଗାପୂଜା ଉଦଯାପିତ   23-Oct-2026
  ଜିଲ୍ଲା  
ହଜାର ହଜାର ଭକ୍ତ ଙ୍କ ମେଲରେ ମେଲାଣି ନେଲେ ମା ଦୁର୍ଗା   23-Oct-2026
  ଜିଲ୍ଲା  
ଆର୍ଥିକ ଅନ୍ତର୍ଭୁକ୍ତୀକରଣ ନେଇ ସଚେତନତା ଶିବିର   23-Oct-2026
  ଜିଲ୍ଲା  
ବିର୍ଷାମୁଣ୍ଡା ଆଦିବାସୀ କଲ୍ୟାଣ ମଣ୍ଡପ ଉଦଘାଟିତ   23-Oct-2026
  ରାଜ୍ୟ  
ହାତୀ ଆକ୍ରମଣରେ ମୃତକଙ୍କ ପରିବାରକୁ ୨୦ ଲକ୍ଷ ସହାୟତା ଦିଆଯାଉ: କ୍ଷତିଗ୍ରସ୍ତ ପରିବାରକୁ ପକ୍କା ଘର ପ୍ରଦାନ ପାଇଁ ନିରଞ୍ଜନ ବିଶିଙ୍କ ଦାବି   23-Oct-2026
  ଜିଲ୍ଲା  
ଷ୍ଟେଟ୍ ୟୁନିଅନ୍ ଅଫ୍ ଜର୍ଣ୍ଣାଲିଷ୍ଟ୍, ବଲାଙ୍ଗୀର ଶାଖାର ବୈଠକ   23-Oct-2026
  ଜିଲ୍ଲା  
ଜିଲ୍ଲା ସ୍ତରୀୟ ଶିଶୁ ମହୋତ୍ସବ "ଉତ୍ସାହ ୨୦୨୬ ଅନୁଷ୍ଠିତ" ।   23-Oct-2026
  ଜିଲ୍ଲା  
ପଶ୍ଚିମ ଓଡ଼ିଶାର ପ୍ରସିଦ୍ଧ ନୃତ୍ୟଶିଳ୍ପୀ କଳ୍ପନା ବ୍ୟାସଙ୍କୁ ଚାଦୋତରା ଦୁର୍ଗା ପୂଜା କମିଟିର ସମ୍ମାନ   23-Oct-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଐତିହାସିକ ପ୍ରସିଦ୍ଧ ମହାବଳୀ ଯାତ୍ରା ସଂପନ୍ନ*   22-Oct-2026

You Might Also Like