-+91-9937148622 |

prerana_bgr@rediffmail.com |

  Friday 23rd October 2026 |

| | | |

R.N.I. Regd No. ODIODI/2010/46693

Breaking News

ଆର୍ଥିକ ଅନ୍ତର୍ଭୁକ୍ତୀକରଣ ନେଇ ସଚେତନତା ଶିବିର   (23-Oct-2026)       ||      ବିର୍ଷାମୁଣ୍ଡା ଆଦିବାସୀ କଲ୍ୟାଣ ମଣ୍ଡପ ଉଦଘାଟିତ    (23-Oct-2026)       ||      ହାତୀ ଆକ୍ରମଣରେ ମୃତକଙ୍କ ପରିବାରକୁ ୨୦ ଲକ୍ଷ ସହାୟତା ଦିଆଯାଉ: କ୍ଷତିଗ୍ରସ୍ତ ପରିବାରକୁ ପକ୍କା ଘର ପ୍ରଦାନ ପାଇଁ ନିରଞ୍ଜନ ବିଶିଙ୍କ ଦାବି   (23-Oct-2026)       ||      ଷ୍ଟେଟ୍ ୟୁନିଅନ୍ ଅଫ୍ ଜର୍ଣ୍ଣାଲିଷ୍ଟ୍, ବଲାଙ୍ଗୀର ଶାଖାର ବୈଠକ    (23-Oct-2026)       ||      ଜିଲ୍ଲା ସ୍ତରୀୟ ଶିଶୁ ମହୋତ୍ସବ "ଉତ୍ସାହ ୨୦୨୬ ଅନୁଷ୍ଠିତ" ।   (23-Oct-2026)       ||      ପଶ୍ଚିମ ଓଡ଼ିଶାର ପ୍ରସିଦ୍ଧ ନୃତ୍ୟଶିଳ୍ପୀ କଳ୍ପନା ବ୍ୟାସଙ୍କୁ ଚାଦୋତରା ଦୁର୍ଗା ପୂଜା କମିଟିର ସମ୍ମାନ   (23-Oct-2026)       ||      *ସୁବର୍ଣ୍ଣପୁର ଐତିହାସିକ ପ୍ରସିଦ୍ଧ ମହାବଳୀ ଯାତ୍ରା ସଂପନ୍ନ*   (22-Oct-2026)       ||      ଟିଟିଲାଗଡ ହାଟପଦାପଡ଼ା ତରଫରୁ ୧୪ ତମ ରାବଣ ପୋଡି ମହୋତ୍ସବ♦️ ବିଜେପି ବିଧାୟକ ନବିନ ଜୈନ ପୂର୍ବତନ ମନ୍ତ୍ରୀ ଶ୍ରୀମତି ଟୁକୁନି ସାହୁଙ୍କୁ ଦେଲେ ଜବାବ    (22-Oct-2026)       ||      *ସୋନପୁର ବ୍ଲକ ଛକ ଦୁର୍ଗା ପୂଜା ରାବଣ ପୋଡ଼ି ଉତ୍ସବ ରେ ଅଗଣିତ ଦର୍ଶକ*-   (22-Oct-2026)       ||      ମହାଦେବପାଳି ଦୁର୍ଗାପୂଜା,ରାବଣ ବଧ ସହ ରାବଣରାଜ ଉଦଯାପିତ   (21-Oct-2026)       ||      ମା’ ସୁରେଶ୍ୱରୀଙ୍କ ମହାଲକ୍ଷ୍ମୀ ବେଶ   (21-Oct-2026)       ||      ସମଲେଇପୂଜା ଅବସରରେ ଯାଦବ ସମାଜର ବନ୍ଧୁ ମିଳନ   (21-Oct-2026)       ||      କଣ୍ଟାମାଳରେ ଜମୁଛି ଶାରଦୀୟ ଦୁର୍ଗାପୂଜାର ଆସର♦️ ଆକର୍ଷଣୀୟ ତୋରଣ ଓ ରଙ୍ଗିନ ଆଲୋକମାଳାରେ ଝଲସୁଛି ଅଞ୍ଚଳ   (21-Oct-2026)       ||      *ଡାବୁଗାଁ ଦୁର୍ଗାପୂଜାରେ ଶତାଧିକ ଭକ୍ତଙ୍କ ସମାଗମରେ ସମ୍ପନ୍ନ ହେଲା ପୂର୍ଣ୍ଣାହୁତି*   (21-Oct-2026)       ||      *ଜିଲ୍ଲା ପୋଲିସ ପକ୍ଷରୁ ୬୬ ତମ ଶହୀଦ ସ୍ମୃତି ଦିବସ ପାଳିତ*   (21-Oct-2026)       ||      *ପୋଡ଼ାଗଡ ପୀଠରେ ପାରମ୍ପରିକ ଦଶହରା ପାଳିତ*   (21-Oct-2026)       ||      ଭୁବନେଶ୍ୱରରେ ବି.ଏମ୍. ଫାଉଣ୍ଡେସନ‌ ଦ୍ୱାରା ନବ ଉତ୍ସବ ଆୟୋଜନ   (21-Oct-2026)       ||      ବେନିଆବନ୍ଧ ରେ ଅଶୋକ ବିଜୟା ଦଶମୀ ପାଳିତ   (21-Oct-2026)       ||      ସତଲମା ରେ ସାର୍ବଜନୀନ ଦୁର୍ଗାପୂଜା ଅବସରରେ ଛପନ ଭୋଗ କାର୍ଯ୍ୟକ୍ରମ   (20-Oct-2026)       ||      ଏସ୍‌ଓଏସ୍‌ ଚିଲ୍‌ଡ୍ରେନ୍‌ସ ଭିଲେଜ୍‌ରେ ପିଲାମାନଙ୍କ ସହ ବିଜୟା ଦଶମୀ ପାଳିଲେ ରାଜ୍ୟପାଳ   (20-Oct-2026)       ||     

HOME   ଜିଲ୍ଲା

ଜିଲ୍ଲାସ୍ତରୀୟ ଗାନ୍ଧିଜୀ ଓ ଶାସ୍ତ୍ରୀଜୀଙ୍କ ଜନ୍ମ ଜୟନ୍ତୀ ପାଳିତ

02-Oct-2025



ବଲାଙ୍ଗିର(ପ୍ରେରଣା ଖବର): ଆଜି ବଲାଙ୍ଗିର ଜିଲ୍ଲା ସଦର ମହକୁମା ଗାନ୍ଧୀନଗରପଡା  ସ୍ଥିତ ମହାତ୍ମାଗାନ୍ଧୀଙ୍କ ପ୍ରତିମୂର୍ତ୍ତି ନିକଟରେ ଜିଲ୍ଲାସ୍ତରୀୟ ଗାନ୍ଧିଜୀ ଓ ଶାସ୍ତ୍ରୀଜୀଙ୍କ ଜନ୍ମ ଜୟନ୍ତୀ ଉତ୍ସବପାଳନ ଆୟୋଜିତ ହୋଇଥିଲା । ଅତିରିକ୍ତ ଜିଲ୍ଲାପାଳ ଡାଃ. ବିଜୟାନନ୍ଦ ସେଠୀଙ୍କ ସଭାପତିତ୍ଵରେ ଅନୁଷ୍ଠିତ ହୋଇ ଥିବା କାର୍ଯ୍ୟକ୍ରମରେ ମୁଖ୍ୟଅତିଥି ଭାବେ ପୌରାଧ୍ୟକ୍ଷା ଶ୍ରୀମତୀ ଲିକା ସାହୁ, ସମ୍ମାନିତ ଅତିଥି ଭାବେ ନିର୍ବାହୀ ଅଧିକାରୀ-ତଥା-ମୁଖ୍ୟ ଉନ୍ନୟନ ଅଧିକାରୀ, ଜିଲ୍ଲାପରିଷଦ ତରଣୀ ସୁନା,   ପୌରପରିଷଦ କାର୍ଯ୍ୟ ନିର୍ବାହୀ ଅଧିକାରୀ, ସନ୍ତୋଷ ବେହେରା ପ୍ରମୁଖ ଯୋଗଦାନ କରିଥିଲେ । ସମ୍ମାନନୀୟ ଅତିଥି ଗଣ ଉଭୟ ମହାପୁରୁଷଙ୍କ ପ୍ରତିମୂର୍ତ୍ତି ନିକଟରେ ପ୍ରଦୀପ ପ୍ରଜ୍ଵଳନ କରି  ମାଲ୍ୟାର୍ପଣ କରିଥିଲେ । ସର୍ବଧର୍ମ ପ୍ରାର୍ଥନାରେ ସତ୍ୟବନ୍ତ ବେଦବାଗ, ଇମ୍ମାମ ସାହେବ ମହମ୍ମଦ ମୁସାହିତ ରାଜା, ଶ୍ରୀ ପିନୁଏଲ ନାଗ, ଶ୍ରୀ ଯଶବୀର ସିଂ ପ୍ରମୁଖ ନିଜ ନିଜ ଧର୍ମର ସାରତତ୍ତ୍ବ ବକ୍ତବ୍ୟ ମାଧ୍ୟମରେ ପ୍ରତିପାଦନ କରିଥିଲେ । ଉପସ୍ଥିତ ସମ୍ମାନିତ ଅତିଥିଗଣ  ଗାନ୍ଧୀ  ଓ ଶାସ୍ତ୍ରୀ ଜୟନ୍ତୀ କେବଳ ଉତ୍ସବରେ ସୀମିତ ନରଖି, ଦୈନନ୍ଦିନ ଜୀବନରେ ତାଙ୍କର ମୂଲ୍ୟବୋଧକୁ ପ୍ରୟୋଗ କରିବା ସହ ସତ୍ୟ,ଶାନ୍ତି,

ଦୟା, କ୍ଷମ। ତଥା ସଚ୍ଚୋଟତାର ଆଦର୍ଶରେ ଅନୁପ୍ରାଣିତ ହେବା ସହ ନାଗରିକର ଦାୟିତ୍ୱ ସୂଚାରୁ ରୂପେ ନିର୍ବାହ କରିବାକୁ ଆହ୍ଵାନ ଜଣାଇଥିଲେ । ମହାପୁରୁଷ ମାନଙ୍କ ସରଳ କାର୍ଯ୍ୟ କଳାପ ଗୁଡ଼ିକୁ ଆପଣେଇ ନେଇ ସେମାନଙ୍କ ଐତିହ୍ୟକୁ ସମ୍ମାନ ଜଣାଇବା ଆବଶ୍ୟକ ବୋଲି ମୁଖ୍ୟ ଅତିଥି ମତବ୍ୟକ୍ତ କରିଥିଲେ । ସତ୍ୟ, ଅହିଂସା ଏବଂ ନିଃସ୍ୱାର୍ଥପର ସେବା ସ୍ଥାୟୀ ଶକ୍ତିର ସ୍ମରଣ କରାଏ ତଥା ମହାମନିଷୀଙ୍କ ନୀତିବାକ୍ୟକୁ ପାଳନ କରିବା ଦ୍ଵାରା ଏକ ଉତ୍ତମ ସମାଜର କାର୍ଯ୍ୟକଳାପ ଗୁଡିକୁ ପ୍ରତିଫଳନ ତଥା ଉତ୍ସାହିତ କରିଥାଏ । ମହାମନିଷୀ ମାନଙ୍କର ନୀତି ଶିକ୍ଷା ଗୁଡ଼ିକ ବିଶ୍ୱବ୍ୟାପୀ ଜନସମାଜକୁ ପ୍ରେରଣା ଯୋଗାଇ ଦେଇ ଦେବା ସହ ଏକ ସୁସ୍ଥ ତଥା ଶୃଙ୍ଖଳିତ ସମାଜ ର ବିଭିନ୍ନ ଦୃଷ୍ଟିକୋଣ ଗୁଡିକୁ  ପ୍ରତିଫଳିତ କରି ଆସୁଛି ବୋଲି ସଭାପତି ଶ୍ରୀଯୁକ୍ତ ସେଠୀ ତାଙ୍କ ବକ୍ତବ୍ୟରେ ପ୍ରକାଶ କରିଥିଲେ ।

ଏହି କାର୍ଯ୍ୟକ୍ରମରେ କିସ୍ ଆବାସିକ ବିଦ୍ୟାଳୟର ଛାତ୍ରୀମାନଙ୍କ ଦ୍ଵାରା ବାପୁଜୀଙ୍କ ପ୍ରିୟ ଭଜନ  ରଘୁପତି ରାଘବ ଓ ବେଷ୍ଣବ ଜନତେ ପରିବେଷଣ କରାଯାଇଥିଲା ।  ଗାନ୍ଧି ଜୟନ୍ତୀ ଉପଲକ୍ଷେ ଉଚ୍ଚ ପ୍ରାଥମିକ ଓ ଉଚ୍ଚ ବିଦ୍ୟାଳୟସ୍ତରରେ ଆୟୋଜିତ ହୋଇଥିବା ବକୃତା ପ୍ରତିଯୋଗିତାର କୃତୀ ଛାତ୍ରଛାତ୍ରୀଙ୍କୁ ଅତିଥିବୃନ୍ଦ ପୁରସ୍କାର ପ୍ରଦାନ କରିଥିଲେ । ଏହି କାର୍ଯ୍ୟକ୍ରମକୁ ସନ୍ଦୀପ କୁମାର କୁଅଁର ସଂଯୋଜନା କରିଥିବା ବେଳେ ସନ୍ତୋଷ କୁମାର ବେହେରା ଧନ୍ୟବାଦ ଅର୍ପଣ କରିଥିଲେ । କାର୍ଯ୍ୟକ୍ରମରେ ସହରର ବିଶିଷ୍ଟ ନାଗରିକ, ସମାଜସେବୀ, ଶିକ୍ଷାବିତ୍, ଗଣମାଧ୍ୟମ ପ୍ରତିନିଧି, ଶିକ୍ଷକ, ଶିକ୍ଷୟିତ୍ରୀ, ଛାତ୍ରଛାତ୍ରୀ, ପୌରପରିଷଦର କର୍ମଚାରୀ ଓ ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ବିଭାଗର କର୍ମଚାରୀବୃନ୍ଦ ଉପସ୍ଥିତ ରହିଥିଲେ । ଜିଲ୍ଲା ସୂଚନା ଓ ଲୋକସଂପର୍କ ଅଧିକାରୀ ରାଜେନ୍ଦ୍ର ମାଝି କାର୍ଯ୍ୟକ୍ରମଟିକୁ ସୂଚାରୁ ରୂପେ ପରିଚାଳନା କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଆର୍ଥିକ ଅନ୍ତର୍ଭୁକ୍ତୀକରଣ ନେଇ ସଚେତନତା ଶିବିର   23-Oct-2026
  ଜିଲ୍ଲା  
ବିର୍ଷାମୁଣ୍ଡା ଆଦିବାସୀ କଲ୍ୟାଣ ମଣ୍ଡପ ଉଦଘାଟିତ   23-Oct-2026
  ରାଜ୍ୟ  
ହାତୀ ଆକ୍ରମଣରେ ମୃତକଙ୍କ ପରିବାରକୁ ୨୦ ଲକ୍ଷ ସହାୟତା ଦିଆଯାଉ: କ୍ଷତିଗ୍ରସ୍ତ ପରିବାରକୁ ପକ୍କା ଘର ପ୍ରଦାନ ପାଇଁ ନିରଞ୍ଜନ ବିଶିଙ୍କ ଦାବି   23-Oct-2026
  ଜିଲ୍ଲା  
ଷ୍ଟେଟ୍ ୟୁନିଅନ୍ ଅଫ୍ ଜର୍ଣ୍ଣାଲିଷ୍ଟ୍, ବଲାଙ୍ଗୀର ଶାଖାର ବୈଠକ   23-Oct-2026
  ଜିଲ୍ଲା  
ଜିଲ୍ଲା ସ୍ତରୀୟ ଶିଶୁ ମହୋତ୍ସବ "ଉତ୍ସାହ ୨୦୨୬ ଅନୁଷ୍ଠିତ" ।   23-Oct-2026
  ଜିଲ୍ଲା  
ପଶ୍ଚିମ ଓଡ଼ିଶାର ପ୍ରସିଦ୍ଧ ନୃତ୍ୟଶିଳ୍ପୀ କଳ୍ପନା ବ୍ୟାସଙ୍କୁ ଚାଦୋତରା ଦୁର୍ଗା ପୂଜା କମିଟିର ସମ୍ମାନ   23-Oct-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଐତିହାସିକ ପ୍ରସିଦ୍ଧ ମହାବଳୀ ଯାତ୍ରା ସଂପନ୍ନ*   22-Oct-2026
  ଜିଲ୍ଲା  
ଟିଟିଲାଗଡ ହାଟପଦାପଡ଼ା ତରଫରୁ ୧୪ ତମ ରାବଣ ପୋଡି ମହୋତ୍ସବ♦️ ବିଜେପି ବିଧାୟକ ନବିନ ଜୈନ ପୂର୍ବତନ ମନ୍ତ୍ରୀ ଶ୍ରୀମତି ଟୁକୁନି ସାହୁଙ୍କୁ ଦେଲେ ଜବାବ    22-Oct-2026
  ଜିଲ୍ଲା  
*ସୋନପୁର ବ୍ଲକ ଛକ ଦୁର୍ଗା ପୂଜା ରାବଣ ପୋଡ଼ି ଉତ୍ସବ ରେ ଅଗଣିତ ଦର୍ଶକ*-   22-Oct-2026
  ଜିଲ୍ଲା  
ମହାଦେବପାଳି ଦୁର୍ଗାପୂଜା,ରାବଣ ବଧ ସହ ରାବଣରାଜ ଉଦଯାପିତ   21-Oct-2026
  ଜିଲ୍ଲା  
ମା’ ସୁରେଶ୍ୱରୀଙ୍କ ମହାଲକ୍ଷ୍ମୀ ବେଶ   21-Oct-2026
  ଜିଲ୍ଲା  
ସମଲେଇପୂଜା ଅବସରରେ ଯାଦବ ସମାଜର ବନ୍ଧୁ ମିଳନ   21-Oct-2026

You Might Also Like