-+91-9937148622 |

prerana_bgr@rediffmail.com |

  Friday 23rd October 2026 |

| | | |

R.N.I. Regd No. ODIODI/2010/46693

Breaking News

ଷ୍ଟେଟ୍ ୟୁନିଅନ୍ ଅଫ୍ ଜର୍ଣ୍ଣାଲିଷ୍ଟ୍, ବଲାଙ୍ଗୀର ଶାଖାର ବୈଠକ    (23-Oct-2026)       ||      ଜିଲ୍ଲା ସ୍ତରୀୟ ଶିଶୁ ମହୋତ୍ସବ "ଉତ୍ସାହ ୨୦୨୬ ଅନୁଷ୍ଠିତ" ।   (23-Oct-2026)       ||      ପଶ୍ଚିମ ଓଡ଼ିଶାର ପ୍ରସିଦ୍ଧ ନୃତ୍ୟଶିଳ୍ପୀ କଳ୍ପନା ବ୍ୟାସଙ୍କୁ ଚାଦୋତରା ଦୁର୍ଗା ପୂଜା କମିଟିର ସମ୍ମାନ   (23-Oct-2026)       ||      *ସୁବର୍ଣ୍ଣପୁର ଐତିହାସିକ ପ୍ରସିଦ୍ଧ ମହାବଳୀ ଯାତ୍ରା ସଂପନ୍ନ*   (22-Oct-2026)       ||      ଟିଟିଲାଗଡ ହାଟପଦାପଡ଼ା ତରଫରୁ ୧୪ ତମ ରାବଣ ପୋଡି ମହୋତ୍ସବ♦️ ବିଜେପି ବିଧାୟକ ନବିନ ଜୈନ ପୂର୍ବତନ ମନ୍ତ୍ରୀ ଶ୍ରୀମତି ଟୁକୁନି ସାହୁଙ୍କୁ ଦେଲେ ଜବାବ    (22-Oct-2026)       ||      *ସୋନପୁର ବ୍ଲକ ଛକ ଦୁର୍ଗା ପୂଜା ରାବଣ ପୋଡ଼ି ଉତ୍ସବ ରେ ଅଗଣିତ ଦର୍ଶକ*-   (22-Oct-2026)       ||      ମହାଦେବପାଳି ଦୁର୍ଗାପୂଜା,ରାବଣ ବଧ ସହ ରାବଣରାଜ ଉଦଯାପିତ   (21-Oct-2026)       ||      ମା’ ସୁରେଶ୍ୱରୀଙ୍କ ମହାଲକ୍ଷ୍ମୀ ବେଶ   (21-Oct-2026)       ||      ସମଲେଇପୂଜା ଅବସରରେ ଯାଦବ ସମାଜର ବନ୍ଧୁ ମିଳନ   (21-Oct-2026)       ||      କଣ୍ଟାମାଳରେ ଜମୁଛି ଶାରଦୀୟ ଦୁର୍ଗାପୂଜାର ଆସର♦️ ଆକର୍ଷଣୀୟ ତୋରଣ ଓ ରଙ୍ଗିନ ଆଲୋକମାଳାରେ ଝଲସୁଛି ଅଞ୍ଚଳ   (21-Oct-2026)       ||      *ଡାବୁଗାଁ ଦୁର୍ଗାପୂଜାରେ ଶତାଧିକ ଭକ୍ତଙ୍କ ସମାଗମରେ ସମ୍ପନ୍ନ ହେଲା ପୂର୍ଣ୍ଣାହୁତି*   (21-Oct-2026)       ||      *ଜିଲ୍ଲା ପୋଲିସ ପକ୍ଷରୁ ୬୬ ତମ ଶହୀଦ ସ୍ମୃତି ଦିବସ ପାଳିତ*   (21-Oct-2026)       ||      *ପୋଡ଼ାଗଡ ପୀଠରେ ପାରମ୍ପରିକ ଦଶହରା ପାଳିତ*   (21-Oct-2026)       ||      ଭୁବନେଶ୍ୱରରେ ବି.ଏମ୍. ଫାଉଣ୍ଡେସନ‌ ଦ୍ୱାରା ନବ ଉତ୍ସବ ଆୟୋଜନ   (21-Oct-2026)       ||      ବେନିଆବନ୍ଧ ରେ ଅଶୋକ ବିଜୟା ଦଶମୀ ପାଳିତ   (21-Oct-2026)       ||      ସତଲମା ରେ ସାର୍ବଜନୀନ ଦୁର୍ଗାପୂଜା ଅବସରରେ ଛପନ ଭୋଗ କାର୍ଯ୍ୟକ୍ରମ   (20-Oct-2026)       ||      ଏସ୍‌ଓଏସ୍‌ ଚିଲ୍‌ଡ୍ରେନ୍‌ସ ଭିଲେଜ୍‌ରେ ପିଲାମାନଙ୍କ ସହ ବିଜୟା ଦଶମୀ ପାଳିଲେ ରାଜ୍ୟପାଳ   (20-Oct-2026)       ||      ପେଶା ନିୟମ ଲାଗୁ ଓ ବ୍ରାହ୍ମଣୀଗାଁକୁ ନୂତନ ବ୍ଲକ ଗଠନ ଦାବିରେ ପଦଯାତ୍ରା ପ୍ରସ୍ତୁତି   (20-Oct-2026)       ||      ବରପାଲି କାଳୀ ପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ    (20-Oct-2026)       ||      ଭାଲୁ ଆକ୍ରମଣ ରେ ମୃତ୍ୟୁବରଣ କରିଥିବା ମୃତକଙ୍କ ପରିବାରକୁ ତୁରନ୍ତ ଆର୍ଥିକ ସହାୟତା ଓ ବନ୍ୟପ୍ରାଣୀ ଆକ୍ରମଣ ରୋକିବାକୁ ସ୍ୱତନ୍ତ୍ର ପଦକ୍ଷେପ ଗ୍ରହଣ ପାଇଁ ଦାବି   (20-Oct-2026)       ||     

HOME   ଜିଲ୍ଲା

*ଡେଙ୍ଗ ବିଦ୍ୟାଳୟରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ଅବସରରେ ସ୍ବଚ୍ଛତା ଅଭିଯାନ କାର୍ଯ୍ୟକ୍ରମ*

02-Oct-2025



 

ବଲାଙ୍ଗୀର, ତା, ୦୨/୧୦ (ପ୍ରେରଣା ଖବର): ବଲାଙ୍ଗୀର ଜିଲ୍ଲା ସଇଁତଳା ବ୍ଲକ ଅନ୍ତର୍ଗତ ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟ ଡେଙ୍ଗରେ ପ୍ରଧାନ ଶିକ୍ଷକ ରାମ ନାରାୟଣ ଦାଶଙ୍କ ତତ୍ତ୍ଵାବଧାନରେ ଗାନ୍ଧୀ ଜୟନ୍ତୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ ହୋଇଯାଇଛି। ଏହି ଅବସରରେ ବିଦ୍ୟାଳୟରେ ଆୟୋଜିତ ସଭାରେ ପ୍ରଥମେ ମହାପୁରୁଷ ମହାତ୍ମାଗାନ୍ଧୀ ଓ ଲାଲ୍ ବାହାଦୁର ଶାସ୍ତ୍ରୀଙ୍କ ପ୍ରତିଛବିରେ ପୁଷ୍ପ ଅର୍ପଣ ପୂର୍ବକ ଦୀପ ପ୍ରଜ୍ବଳନ କରାଯାଇଥିଲା। ଏହାପରେ ଉପସ୍ଥିତ ସମସ୍ତ ଶିକ୍ଷକ ଓ ଛାତ୍ରଛାତ୍ରୀମାନେ ମହାପୁରୁଷଙ୍କ ଆଦର୍ଶଗାନ କରିଥିଲେ। ପରେ ଏକ ଅଭିନବ କାର୍ଯ୍ୟକ୍ରମ ସ୍ବରୂପ ଆଜିର ଅବସରରେ ବିଦ୍ୟାଳୟ ପରିସରର ଭିତରେ ଏବଂ ବାହାରେ ସଫେଇ କରାଯାଇ ସ୍ବଚ୍ଛତା ଅଭିଯାନ କରାଯାଇଥିଲା। ଏଥିରେ ସମସ୍ତ ଶିକ୍ଷକ ଓ ଛାତ୍ରଛାତ୍ରୀମାନେ ସକ୍ରିୟ ଅଂଶଗ୍ରହଣ କରିଥିଲେ। ଶିକ୍ଷକ କୃପାସିନ୍ଧୁ ମିଶ୍ର ଓ ଲିଙ୍ଗରାଜ ନନ୍ଦ ଏହି କାର୍ଯ୍ୟକ୍ରମକୁ ପରିଚାଳନା କରିଥିଲେ। ଶେଷରେ ଛାତ୍ରୀ ଲିପସା ରଣା ସମସ୍ତଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ। କାର୍ଯ୍ୟକ୍ରମରେ ଶିକ୍ଷକ ସୁଦର୍ଶନ ଦାଶ, ଦୀପକ ସେନ ଧରୁଆ,ସମୀର ସେଠି, ଅବିନାଶ ଭୋଇ, ବୃନ୍ଦାବନ ଭୂଏ, ହିମାଂଶୁ ବିଶ୍ଵାଳ , ଦେବେଶ ହୋତା , ମନରଞ୍ଜନ ପରିଡ଼ା, ଶିକ୍ଷୟିତ୍ରୀ ଗାୟତ୍ରୀ ବାରିକ, ତପସ୍ଵିନୀ ପଟେଲ, ଶିବାନୀ ମଲ୍ଲିକ, ଦ୍ରୌପଦୀ ଭୋଇ, କାନ୍ତି ଭୋଇ, ପୁରାତନ ଛାତ୍ର ସୋନୁ ରଣା, ଆକାଶ ରଣା, ନାରାୟଣ ମିଶ୍ର, ଗୁଣନିଧି ରଣା ତଥା ବିଦ୍ୟାଳୟ ପରିଚାଳନା କମିଟିର ସଦସ୍ୟମାନେ ପ୍ରମୁଖ ସକ୍ରିୟ ସହଯୋଗ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଷ୍ଟେଟ୍ ୟୁନିଅନ୍ ଅଫ୍ ଜର୍ଣ୍ଣାଲିଷ୍ଟ୍, ବଲାଙ୍ଗୀର ଶାଖାର ବୈଠକ   23-Oct-2026
  ଜିଲ୍ଲା  
ଜିଲ୍ଲା ସ୍ତରୀୟ ଶିଶୁ ମହୋତ୍ସବ "ଉତ୍ସାହ ୨୦୨୬ ଅନୁଷ୍ଠିତ" ।   23-Oct-2026
  ଜିଲ୍ଲା  
ପଶ୍ଚିମ ଓଡ଼ିଶାର ପ୍ରସିଦ୍ଧ ନୃତ୍ୟଶିଳ୍ପୀ କଳ୍ପନା ବ୍ୟାସଙ୍କୁ ଚାଦୋତରା ଦୁର୍ଗା ପୂଜା କମିଟିର ସମ୍ମାନ   23-Oct-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଐତିହାସିକ ପ୍ରସିଦ୍ଧ ମହାବଳୀ ଯାତ୍ରା ସଂପନ୍ନ*   22-Oct-2026
  ଜିଲ୍ଲା  
ଟିଟିଲାଗଡ ହାଟପଦାପଡ଼ା ତରଫରୁ ୧୪ ତମ ରାବଣ ପୋଡି ମହୋତ୍ସବ♦️ ବିଜେପି ବିଧାୟକ ନବିନ ଜୈନ ପୂର୍ବତନ ମନ୍ତ୍ରୀ ଶ୍ରୀମତି ଟୁକୁନି ସାହୁଙ୍କୁ ଦେଲେ ଜବାବ    22-Oct-2026
  ଜିଲ୍ଲା  
*ସୋନପୁର ବ୍ଲକ ଛକ ଦୁର୍ଗା ପୂଜା ରାବଣ ପୋଡ଼ି ଉତ୍ସବ ରେ ଅଗଣିତ ଦର୍ଶକ*-   22-Oct-2026
  ଜିଲ୍ଲା  
ମହାଦେବପାଳି ଦୁର୍ଗାପୂଜା,ରାବଣ ବଧ ସହ ରାବଣରାଜ ଉଦଯାପିତ   21-Oct-2026
  ଜିଲ୍ଲା  
ମା’ ସୁରେଶ୍ୱରୀଙ୍କ ମହାଲକ୍ଷ୍ମୀ ବେଶ   21-Oct-2026
  ଜିଲ୍ଲା  
ସମଲେଇପୂଜା ଅବସରରେ ଯାଦବ ସମାଜର ବନ୍ଧୁ ମିଳନ   21-Oct-2026
  ଜିଲ୍ଲା  
କଣ୍ଟାମାଳରେ ଜମୁଛି ଶାରଦୀୟ ଦୁର୍ଗାପୂଜାର ଆସର♦️ ଆକର୍ଷଣୀୟ ତୋରଣ ଓ ରଙ୍ଗିନ ଆଲୋକମାଳାରେ ଝଲସୁଛି ଅଞ୍ଚଳ   21-Oct-2026
  ଜିଲ୍ଲା  
*ଡାବୁଗାଁ ଦୁର୍ଗାପୂଜାରେ ଶତାଧିକ ଭକ୍ତଙ୍କ ସମାଗମରେ ସମ୍ପନ୍ନ ହେଲା ପୂର୍ଣ୍ଣାହୁତି*   21-Oct-2026
  ଜିଲ୍ଲା  
*ଜିଲ୍ଲା ପୋଲିସ ପକ୍ଷରୁ ୬୬ ତମ ଶହୀଦ ସ୍ମୃତି ଦିବସ ପାଳିତ*   21-Oct-2026

You Might Also Like