-+91-9937148622 |

prerana_bgr@rediffmail.com |

  Friday 23rd October 2026 |

| | | |

R.N.I. Regd No. ODIODI/2010/46693

Breaking News

ପଶ୍ଚିମ ଓଡ଼ିଶାର ପ୍ରସିଦ୍ଧ ନୃତ୍ୟଶିଳ୍ପୀ କଳ୍ପନା ବ୍ୟାସଙ୍କୁ ଚାଦୋତରା ଦୁର୍ଗା ପୂଜା କମିଟିର ସମ୍ମାନ   (23-Oct-2026)       ||      *ସୁବର୍ଣ୍ଣପୁର ଐତିହାସିକ ପ୍ରସିଦ୍ଧ ମହାବଳୀ ଯାତ୍ରା ସଂପନ୍ନ*   (22-Oct-2026)       ||      ଟିଟିଲାଗଡ ହାଟପଦାପଡ଼ା ତରଫରୁ ୧୪ ତମ ରାବଣ ପୋଡି ମହୋତ୍ସବ♦️ ବିଜେପି ବିଧାୟକ ନବିନ ଜୈନ ପୂର୍ବତନ ମନ୍ତ୍ରୀ ଶ୍ରୀମତି ଟୁକୁନି ସାହୁଙ୍କୁ ଦେଲେ ଜବାବ    (22-Oct-2026)       ||      *ସୋନପୁର ବ୍ଲକ ଛକ ଦୁର୍ଗା ପୂଜା ରାବଣ ପୋଡ଼ି ଉତ୍ସବ ରେ ଅଗଣିତ ଦର୍ଶକ*-   (22-Oct-2026)       ||      ମହାଦେବପାଳି ଦୁର୍ଗାପୂଜା,ରାବଣ ବଧ ସହ ରାବଣରାଜ ଉଦଯାପିତ   (21-Oct-2026)       ||      ମା’ ସୁରେଶ୍ୱରୀଙ୍କ ମହାଲକ୍ଷ୍ମୀ ବେଶ   (21-Oct-2026)       ||      ସମଲେଇପୂଜା ଅବସରରେ ଯାଦବ ସମାଜର ବନ୍ଧୁ ମିଳନ   (21-Oct-2026)       ||      କଣ୍ଟାମାଳରେ ଜମୁଛି ଶାରଦୀୟ ଦୁର୍ଗାପୂଜାର ଆସର♦️ ଆକର୍ଷଣୀୟ ତୋରଣ ଓ ରଙ୍ଗିନ ଆଲୋକମାଳାରେ ଝଲସୁଛି ଅଞ୍ଚଳ   (21-Oct-2026)       ||      *ଡାବୁଗାଁ ଦୁର୍ଗାପୂଜାରେ ଶତାଧିକ ଭକ୍ତଙ୍କ ସମାଗମରେ ସମ୍ପନ୍ନ ହେଲା ପୂର୍ଣ୍ଣାହୁତି*   (21-Oct-2026)       ||      *ଜିଲ୍ଲା ପୋଲିସ ପକ୍ଷରୁ ୬୬ ତମ ଶହୀଦ ସ୍ମୃତି ଦିବସ ପାଳିତ*   (21-Oct-2026)       ||      *ପୋଡ଼ାଗଡ ପୀଠରେ ପାରମ୍ପରିକ ଦଶହରା ପାଳିତ*   (21-Oct-2026)       ||      ଭୁବନେଶ୍ୱରରେ ବି.ଏମ୍. ଫାଉଣ୍ଡେସନ‌ ଦ୍ୱାରା ନବ ଉତ୍ସବ ଆୟୋଜନ   (21-Oct-2026)       ||      ବେନିଆବନ୍ଧ ରେ ଅଶୋକ ବିଜୟା ଦଶମୀ ପାଳିତ   (21-Oct-2026)       ||      ସତଲମା ରେ ସାର୍ବଜନୀନ ଦୁର୍ଗାପୂଜା ଅବସରରେ ଛପନ ଭୋଗ କାର୍ଯ୍ୟକ୍ରମ   (20-Oct-2026)       ||      ଏସ୍‌ଓଏସ୍‌ ଚିଲ୍‌ଡ୍ରେନ୍‌ସ ଭିଲେଜ୍‌ରେ ପିଲାମାନଙ୍କ ସହ ବିଜୟା ଦଶମୀ ପାଳିଲେ ରାଜ୍ୟପାଳ   (20-Oct-2026)       ||      ପେଶା ନିୟମ ଲାଗୁ ଓ ବ୍ରାହ୍ମଣୀଗାଁକୁ ନୂତନ ବ୍ଲକ ଗଠନ ଦାବିରେ ପଦଯାତ୍ରା ପ୍ରସ୍ତୁତି   (20-Oct-2026)       ||      ବରପାଲି କାଳୀ ପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ    (20-Oct-2026)       ||      ଭାଲୁ ଆକ୍ରମଣ ରେ ମୃତ୍ୟୁବରଣ କରିଥିବା ମୃତକଙ୍କ ପରିବାରକୁ ତୁରନ୍ତ ଆର୍ଥିକ ସହାୟତା ଓ ବନ୍ୟପ୍ରାଣୀ ଆକ୍ରମଣ ରୋକିବାକୁ ସ୍ୱତନ୍ତ୍ର ପଦକ୍ଷେପ ଗ୍ରହଣ ପାଇଁ ଦାବି   (20-Oct-2026)       ||      ଶ୍ରୀରାମ ବାବାମଠ ପରିଦର୍ଶନ ରେ ସାଂସଦ ପ୍ରଦୀପ ପୁରୋହିତ   (20-Oct-2026)       ||      ଦଶହରାରେ ମା’ ସୁରେଶ୍ୱରୀ ଓ ମା’ ଭଗବତୀଙ୍କ ରାଜରାଜେଶ୍ୱରୀ ବେଶ   (20-Oct-2026)       ||     

HOME   ଜିଲ୍ଲା

ପ୍ରେରଣା ନ୍ୟୁଜ୍ ପୋର୍ଟାଲର ପଂଚମ ପ୍ରତିଷ୍ଠା ଦିବସ ପାଳିତ 

03-Oct-2025



ବଲାଙ୍ଗୀର(ପ୍ରେରଣା ଖବର)- ପ୍ରେରଣା ନ୍ୟୁଜ୍ ପୋର୍ଟାଲ ଓ ଡିଜିଟାଲ ମିଡିଆର ପଂଚମ ପ୍ରତିଷ୍ଠା ଦିବସ ସ୍ଥାନୀୟ ଟାଉନ ବାଳିକା ଉଚ୍ଚବିଦ୍ୟାଳୟ ଠାରେ ଅନୁଷ୍ଠିତ ହୋଇଯାଇଛି । ଏଥିରେ ମୁଖ୍ୟ ଅତିଥି ଭାବରେ ରାଜ୍ୟସଭା ସାଂସଦ ନିରଂଜନ ବିଶି ଯୋଗ ଦେଇ ଆଜିର ଡିଜିଟାଲ ଯୁଗରେ ପାଠକଙ୍କ ପାଖରେ ଶୀଘ୍ର ଖବର ପହଂଚାଇବା ପାଇଁ ସୋସିଆଲ ମିଡିଆ ଓ ନ୍ୟୁଜ୍ ପୋର୍ଟାଲ ତଥା ୟୁଟ୍ୟୁବ ଚେନାଲ ଲୋକଙ୍କ ଦ୍ୱାରା ଗ୍ରହଣୀୟ ହୋଇଛି ବୋଲି କହିବା ସହ ପ୍ରେରଣାର ଉତ୍ତରୋତ୍ତର ଉନ୍ନତି କାମନା କରିଥିଲେ । ସମ୍ମାନିତ ଅତିଥି

ଭାବରେ ବଲାଙ୍ଗୀର ପୌରାଧ୍ୟକ୍ଷା ଲିକା ସାହୁ ଯୋଗ ଦେଇ ଜିଲ୍ଲାର ସମସ୍ୟାଭିତ୍ତିକ ଖବରକୁ ଉତ୍‌ଥାପନ କରିବା କ୍ଷେତ୍ରରେ ପ୍ରେରଣା କାର୍ଯ୍ୟ କରୁ ଓ ଅଧିକରୁ ଅଧିକ ପାଠକଙ୍କ ପାଖରେ ପହଂଚୁ ବୋଲି ମତ ଦେଇ, ପ୍ରେରଣାକୁ ସହଯୋଗ କରିବା ପାଇଁ ପ୍ରତିଶୃତି ଦେଇଥିଲେ ।  ଅନ୍ୟତମ ଅତିଥି ଭାବରେ ବରିଷ୍ଠ ବିଜେପି ନେତା ଗୋପାଲଜୀ ପାଣିଗ୍ରାହୀ ଏବଂ ସ୍କୁଲର ପ୍ରଧାନଶିକ୍ଷକ ନରେନ୍ଦ୍ର ମିଶ୍ର ଯୋଗ ଦେଇ ନିଜର ବକ୍ତବ୍ୟ ରଖିଥିଲେ ।   ଶିକ୍ଷାବିତ୍ ମନୋରଂଜନ ସାହୁଙ୍କ ସଭାପତିତ୍ୱରେ ଅନୁଷ୍ଠିତ ସଭା ପ୍ରାରମ୍ଭରେ ଅତିଥି ମାନେ ଶ୍ରୀଗଣେଶ, ମହାତ୍ମାଗାନ୍ଧି ଓ ଲାଲବାହାଦୁର ଶାସ୍ତ୍ରୀଙ୍କ ଫଟୋଚିତ୍ରରେ ମାଲ୍ୟାର୍ପଣ ଓ ପ୍ରଦୀପ ପ୍ରଜ୍ୱଳନ ପୂର୍ବକ ସମାରୋହର ଶୁଭାରମ୍ଭ କରିଥିଲେ । ପ୍ରେରଣାର ସଂପାଦକ ରଘୁ ନନ୍ଦନ ସିଂହ ସଂପାଦକୀୟ ବିବରଣୀ ପାଠ କରିଥିଲେ । ବରିଷ୍ଠ

ସାମ୍ବାଦିକ ପୂର୍ଣ୍ଣଚନ୍ଦ୍ର ପଣ୍ଡାଙ୍କ ଦ୍ୱାରା ପ୍ରେରଣା ତରଫରୁ ଅତିଥି ମାନଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା । ଏହି ଅବସରରେ ବୀରମହାରାଜପୁରର କବି ଜଜ୍ଞେଶର ବିଶିଙ୍କ ଲିଖିତ ଭକ୍ତିରସାତ୍ମକ ପୁସ୍ତକ ‘ପଦ୍ମ ପାଖୁଡା’ ଉନ୍ମୋଚନ ହୋଇଥିଲା । ମାରୱାଡି ସମ୍ମେଳନର ବଲାଙ୍ଗୀର ଶାଖା ର ଅଧ୍ୟକ୍ଷ ସଂଜୟ ଅଗ୍ରୱାଲ, ଶିକ୍ଷୟିତ୍ରୀ ଧରିତ୍ରୀ ସାହୁ, ଆଗଲପୁର ବ୍ଲକ ଝରଣୀପାଲିର ପଂଚାୟତର ସରପଂଚ ସୁନୀତା ସାହୁ, ଶିକ୍ଷକ ଭକ୍ତଚରଣ ନାଏକ, ସାମ୍ବାଦିକ ନବୀନ ପଶାୟତ, ମହେନ୍ଦ୍ର ପ୍ରଧାନ, ତୁଷୁରାର ସାମ୍ବାଦିକ ମନୋଜ ଜୈନ, ଅରବିନ୍ଦ ସାହୁ, ପ୍ରବୀଣ ମହାନ୍ତି, ଉଷୁ  ଖେଳାଳିି ସୁଶ୍ରୀ ସୁହାନୀ ଗୁରହାଣ୍ଡି, କୁନି କେସିଓ ବାଦକ  ସ୍ଵୟଂ ସମ୍ପନ୍ନ ଖମାରୀ, ଆପ୍ରାଇଜ୍ ଗୃପ୍ ଇନଷ୍ଟିଚ୍ୟୁସନ୍ କୁ ପ୍ରେରଣା ତରଫରୁ ମାନପତ୍ର ଓ ଉପଢ଼ୌକନ ଦେଇ ସମ୍ବର୍ଦ୍ଧିତ କରାଯାଇଥିଲା । ଏହି ସଭାକୁ ଅଂଜଳି ବାରିକ ସଂଯୋଜନା କରିଥିବା ବେଳେ ରଂଜିତ ମିଶ୍ର, ରତ୍ନମୟ ତ୍ରିପାଠୀ, ସ୍ୱରୂପାରାଣୀ ଠାକୁର, ବିନୋଦ ଦୀପ, ଦୁର୍ଯ୍ଯୋଧନ ପଶାୟତ, ରାମନାରାୟଣ ଦାଶ ପ୍ରମୁଖ ସହଯୋଗ କରିଥିଲେ । ଶେଷର ସଭାପତି ଶ୍ରୀ ସାହୁ ଧନ୍ୟବାଦ ଅର୍ପଣ କରିଥିଲେ ।   ଏହି ସମାରୋହରେ ସହରର ବହୁ ବୁଦ୍ଧିଜୀବୀ, ସାମ୍ବାଦିକ ଓ କବିଲେଖକ ମାନେ ଉପସ୍ଥିତ ଥିଲେ । 


News Comment




Photo in News

Advertisment
Lastest News
  ଜିଲ୍ଲା  
ପଶ୍ଚିମ ଓଡ଼ିଶାର ପ୍ରସିଦ୍ଧ ନୃତ୍ୟଶିଳ୍ପୀ କଳ୍ପନା ବ୍ୟାସଙ୍କୁ ଚାଦୋତରା ଦୁର୍ଗା ପୂଜା କମିଟିର ସମ୍ମାନ   23-Oct-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଐତିହାସିକ ପ୍ରସିଦ୍ଧ ମହାବଳୀ ଯାତ୍ରା ସଂପନ୍ନ*   22-Oct-2026
  ଜିଲ୍ଲା  
ଟିଟିଲାଗଡ ହାଟପଦାପଡ଼ା ତରଫରୁ ୧୪ ତମ ରାବଣ ପୋଡି ମହୋତ୍ସବ♦️ ବିଜେପି ବିଧାୟକ ନବିନ ଜୈନ ପୂର୍ବତନ ମନ୍ତ୍ରୀ ଶ୍ରୀମତି ଟୁକୁନି ସାହୁଙ୍କୁ ଦେଲେ ଜବାବ    22-Oct-2026
  ଜିଲ୍ଲା  
*ସୋନପୁର ବ୍ଲକ ଛକ ଦୁର୍ଗା ପୂଜା ରାବଣ ପୋଡ଼ି ଉତ୍ସବ ରେ ଅଗଣିତ ଦର୍ଶକ*-   22-Oct-2026
  ଜିଲ୍ଲା  
ମହାଦେବପାଳି ଦୁର୍ଗାପୂଜା,ରାବଣ ବଧ ସହ ରାବଣରାଜ ଉଦଯାପିତ   21-Oct-2026
  ଜିଲ୍ଲା  
ମା’ ସୁରେଶ୍ୱରୀଙ୍କ ମହାଲକ୍ଷ୍ମୀ ବେଶ   21-Oct-2026
  ଜିଲ୍ଲା  
ସମଲେଇପୂଜା ଅବସରରେ ଯାଦବ ସମାଜର ବନ୍ଧୁ ମିଳନ   21-Oct-2026
  ଜିଲ୍ଲା  
କଣ୍ଟାମାଳରେ ଜମୁଛି ଶାରଦୀୟ ଦୁର୍ଗାପୂଜାର ଆସର♦️ ଆକର୍ଷଣୀୟ ତୋରଣ ଓ ରଙ୍ଗିନ ଆଲୋକମାଳାରେ ଝଲସୁଛି ଅଞ୍ଚଳ   21-Oct-2026
  ଜିଲ୍ଲା  
*ଡାବୁଗାଁ ଦୁର୍ଗାପୂଜାରେ ଶତାଧିକ ଭକ୍ତଙ୍କ ସମାଗମରେ ସମ୍ପନ୍ନ ହେଲା ପୂର୍ଣ୍ଣାହୁତି*   21-Oct-2026
  ଜିଲ୍ଲା  
*ଜିଲ୍ଲା ପୋଲିସ ପକ୍ଷରୁ ୬୬ ତମ ଶହୀଦ ସ୍ମୃତି ଦିବସ ପାଳିତ*   21-Oct-2026
  ଜିଲ୍ଲା  
*ପୋଡ଼ାଗଡ ପୀଠରେ ପାରମ୍ପରିକ ଦଶହରା ପାଳିତ*   21-Oct-2026
  ଜିଲ୍ଲା  
ଭୁବନେଶ୍ୱରରେ ବି.ଏମ୍. ଫାଉଣ୍ଡେସନ‌ ଦ୍ୱାରା ନବ ଉତ୍ସବ ଆୟୋଜନ   21-Oct-2026

You Might Also Like