-+91-9937148622 |

prerana_bgr@rediffmail.com |

  Monday 26th October 2026 |

| | | |

R.N.I. Regd No. ODIODI/2010/46693

Breaking News

ସମାଜ ପାଠକ ମଂଚ’ର ବୈଠକ ଅନୁଷ୍ଠିତ   (26-Oct-2026)       ||      ଭୁବନେଶ୍ୱର ମହାନଗର ନିଗମ ୱାର୍ଡ ନମ୍ବର ୨୬ରେ ଓଜେସିର ବିଶାଳ କର୍ମକର୍ତ୍ତା ସମ୍ମିଳନୀ    (25-Oct-2026)       ||      ମୃଦୁରେଖା ଡ୍ୟାନ୍ସ ଏକାଡେମୀ’ ପକ୍ଷରୁ ସାଂସ୍କୃତିକ ମହୋତ୍ସବ ‘ମୃଦମ୍-୨୦୨୬’ ଆୟୋଜିତ   (25-Oct-2026)       ||      ସଦାଇପାଲିରେ ଆରମ୍ଭ ହେଲା ୩୦ତମ ବର୍ଷ ଗଜଲକ୍ଷ୍ମୀ ପୂଜା କଳସ ଯାତ୍ରାରେ ସାମିଲ ହେଲେ ଶତାଧିକ ମହିଳା ଓ ବ୍ରତଧାରୀ   (25-Oct-2026)       ||      ଜାତୀୟ ଲନ୍‌ବଲ୍‌: ସେମିଫାଇନାଲ୍‌ରେ ଶୁଭ୍ରାଂଶୁ, ରାଜେଶ୍ବର   (25-Oct-2026)       ||      ରାଜବୈଦ୍ୟ ଚିନ୍ତାମଣି ବେହେରା ସ୍ମୃତି ପରିଷଦ, ବଲାଙ୍ଗିରର ପଞ୍ଚମ ବାର୍ଷିକ ଉତ୍ସବ ଅନୁଷ୍ଠିତ   (25-Oct-2026)       ||      ମେରାହୁନର “ପକ୍ଷରୁ ଆର୍ଟ ଏଣ୍ଡ କ୍ରାଫ୍ଟ” ଓ ସଂପୂର୍ଣ୍ଣା ପକ୍ଷରୁ ମେହେନ୍ଦି ପ୍ରତିଯୋଗିତା   (25-Oct-2026)       ||      ରାଜବୈଦ୍ୟ ଚିନ୍ତାମଣି ବେହେରା ସ୍ମୃତି ପରିଷଦ, ବଲାଙ୍ଗିରର ପଞ୍ଚମ ବାର୍ଷିକ ଉତ୍ସବ ଅନୁଷ୍ଠିତ   (25-Oct-2026)       ||      ଘରୋଇ ବସରୁ ୩. ୭୭୫ କେଜି ଗଞ୍ଜେଇ ଜବତ,ଦୁଇ ଅଭିଯୁକ୍ତ ଗିରଫ   (25-Oct-2026)       ||      ଗୋପାଳଜୀ ଉଚ୍ଚ ବିଦ୍ୟାଳୟରେ ବନ୍ଧୁ ମିଳନ ଓ ଗୁରୁପୂଜନ ଉତ୍ସବ ପାଳନ   (25-Oct-2026)       ||      ସାମ୍ବାଦିକ ଙ୍କ ପିତୃ ବିୟୋଗ   (25-Oct-2026)       ||      ପଶ୍ଚିମବଙ୍ଗକୁ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ : ପୋଲିସ ଜାଲରେ ଆନ୍ତଃରାଜ୍ୟ ମହିଳା ଚାଲାଣକାରୀ ସହ ଗଞ୍ଜେଇ ଜବତ   (25-Oct-2026)       ||      ଭରତ ଜାତିସଂଘ ପାଣ୍ଠି ଗ୍ଲୋବାଲ୍ ସାଉଥ୍ ସହିତ ଭାରତର ବ୍ୟାପକ ଭାଗିଦାରୀ ର ଏକ ଅଂଶ: ସଂଗୀତା ସିଂଦେଓ    (25-Oct-2026)       ||      ଲୋଇସିଂହା ଓ ଆଗଲପୁର ଗୋଣ୍ଡୱାନା ଗୋଣ୍ଡ ସମାଜ ର ବ୍ଲକ ସ୍ତରୀୟ ନୂଆଁଖାଇ ଭେଟଘାଟ୍   (24-Oct-2026)       ||      ଟାସ୍କଫୋର୍ସ ଅଧ୍ୟକ୍ଷ ଉପମୁଖ୍ୟମନ୍ତ୍ରୀଙ୍କ ଜିଲ୍ଲାରେ ଅନ୍ୟରାଜ୍ୟର ଦାଦନମାଫିଆ ସେଠ୍ ମାନଙ୍କର ଅବାଧ ବିଚରଣ♦️କୋଟିପତି ସର୍ଦ୍ଦାରଙ୍କ ଅନ୍ୟାୟୋପାର୍ଜିତ ସମ୍ପତ୍ତିର ଇଡି ତଦନ୍ତ ହେଉ  !     (24-Oct-2026)       ||      ଚିନାଜୁରୀ ଠାରେ ନୂତନ ପେକ୍ସ ଗଠନ ପାଇଁ ପ୍ରସ୍ତୁତି ବୈଠକ   (24-Oct-2026)       ||      ବିଶ୍ୱ ପୋଲିଓ ଦିବସ ଅବସରରେ ରୋଟାରୀ ଜିଲ୍ଲା ୩୨୬୨ ପକ୍ଷରୁ ବିଶାଳ ମାରାଥନ୍ ଆୟୋଜିତ   (24-Oct-2026)       ||      ସ୍ୱାସ୍ଥ୍ୟସେବା ଓ ଆୟୁଷ୍ମାନ ବାୟୋ ବନ୍ଦନା କାର୍ଡ ରେଜିଷ୍ଟ୍ରେସନ ଶିବିର    (24-Oct-2026)       ||      ବରଗଡ଼ରେ ୨୪ଟି ଦିବ୍ୟ ରୂପରେ ମହାପ୍ରଭୁଙ୍କ ଦର୍ଶନ, ଉଦଯାପିତ ହେଲା ୨୪ ଦିବ୍ୟ ବେଶ ସମ୍ଭାର   (24-Oct-2026)       ||      ଶୁଭ୍ରାଂଶୁ, ରୋଶନୀ, ସୀମାଙ୍କ କ୍ରମାଗତ ବିଜୟ ଜାତୀୟ ଲନ୍‌ବଲ୍‌ ଦ୍ବିତୀୟ ଦିନ   (24-Oct-2026)       ||     

HOME   ଜିଲ୍ଲା

*ଚଳିତ ବର୍ଷ ଓ ଏ ଏସ ପରୀକ୍ଷାରେ କୃତକାର୍ଯ୍ୟ ହୋଇଥିବା ସୁବର୍ଣ୍ଣପୁର ଜିଲ୍ଲାର କୃତୀ ଛାତ୍ର ଛାତ୍ରୀ ମାନଙ୍କୁ ଜିଲ୍ଲା ପ୍ରଶାସନ ପକ୍ଷରୁ ସମ୍ବର୍ଦ୍ଧନା ଜ୍ଞାପନ*-

06-Oct-2025



ସୁବର୍ଣ୍ଣପୁର  (ମନୋରଞ୍ଜନ ତ୍ରିପାଠୀ) ଚଳିତ ବର୍ଷ ଓଡିଶା ପ୍ରଶାସନିକ ସେବା ପରୀକ୍ଷାରେ କୃତକାର୍ଯ୍ୟ ହୋଇଥିବା ସୁବର୍ଣ୍ଣପୁର ଜିଲ୍ଲାର ୦୭ (ସାତ) ଜଣ ଛାତ୍ର ଛାତ୍ରୀ ଙ୍କୁ ଜିଲ୍ଲା ପ୍ରଶାସନ ଓ ଓଡ଼ିଶା ସାମ୍ବାଦିକ ସଂଘ, ସୁବର୍ଣ୍ଣପୁର ଶାଖା ତରଫରୁ ସୋନପୁର ପଞ୍ଚାୟତ ସମିତି କାର୍ଯ୍ୟାଳୟ ସ୍ଥିତ ସମ୍ମିଳନୀ କକ୍ଷରେ  ସମ୍ବର୍ଦ୍ଧିତ କରାଯାଇଥିଲା। ଏହି ସମ୍ବର୍ଦ୍ଧନା ସଭାରେ ଜିଲ୍ଲାପାଳ, ସୁବର୍ଣ୍ଣପୁର ଡ଼ ନୃପରାଜ ସାହୁ, ଆରକ୍ଷୀ ଅଧିକ୍ଷକ ସୁବର୍ଣ୍ଣପୁର ଶ୍ରୀ ନାରାୟଣ ନାୟକ, ଅତିରିକ୍ତ ଜିଲ୍ଲାପାଳ, ସାଧାରଣ, ସୁବର୍ଣ୍ଣପୁର ଶ୍ରୀ ରାଜେନ୍ଦ୍ର ମାଝୀ, ଅତିରିକ୍ତ ଜିଲ୍ଲାପାଳ, ସାଧାରଣ ସୁବର୍ଣ୍ଣପୁର, ଶ୍ରୀମତି ଅଞଳିନା ପ୍ରଧାନ, ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ଜିଲ୍ଲା ପରିଷଦ ସୁବର୍ଣ୍ଣପୁର, ଶ୍ରୀ ଅଶ୍ୱିନୀ କୁମାର ମେହେର, ଉପ ଜିଲ୍ଲାପାଳ, ସୋନପୁର, ଶ୍ରୀମତି ସୁମ୍ୟାରୂପା ରଥ ତଥା ବିଡ଼ିଓ ସୋନପୁର ଙ୍କ ସମେତ ସମସ୍ତ ଜିଲ୍ଲା ସ୍ତରୀୟ ଅଧିକାରୀ ବୃନ୍ଦ, ବ୍ଲକ ସ୍ତରୀୟ ଅଧିକାରୀ ବୃନ୍ଦ ଓ  ବିଭିନ୍ନ ସମ୍ବାଦପତ୍ର ସାମ୍ବାଦିକ  ଓ ବୈଦ୍ୟୁତିକ ଗଣମାଧ୍ୟମର ପ୍ରତିନିଧି ମାନେ ଉପସ୍ଥିତ ଥିଲେ। ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଦ୍ଵାରା ଓଡିଶା ପ୍ରଶାସନିକ ସେବା ପରୀକ୍ଷାରେ କୃତକାର୍ଯ୍ୟ ହୋଇଥିବା ସୁବର୍ଣ୍ଣପୁର ଜିଲ୍ଲାର ଛାତ୍ର ଛାତ୍ରୀ  ସୁଶ୍ରୀ ସୁପ୍ରିୟା ମିଶ୍ର ରମ୍ଭା ସିଣ୍ଡୋଲ,  ତରଭା ବ୍ଲକ, ଶ୍ରୀମାନ ଅଂଶୁମାନ ସାହୁ,  ପଟାଭାଡି, ସୋନପୁର , ଶ୍ରୀ ମାନ ଯତୀନ କୁମାର ବାଦି,  ଜଟେସୀଙ୍ଗା ,  ବିରମହାରାଜପୁର ବ୍ଲକ, ଶ୍ରୀମାନ ବିପ୍ଳବ କିଶୋର ଭୋଇ,  ନାରାୟଣପୁର ,  ସୋନପୁର ବ୍ଲକ (ଅନୁପସ୍ଥିତି ଯୋଗୁଁ ତାଙ୍କ ପିତା ଶ୍ରୀ ରାଜେନ୍ଦ୍ର ଭୋଇ ଙ୍କୁ , ସୁଶ୍ରୀ ସ୍ମୃତିଶିଖା ଭୋଇ, ଗଜବନ୍ଧ , ଡୁଙ୍ଗୁରିପାଲି ବ୍ଲକ,( ଦୃଷ୍ଟି ବାଧିତ ଭିନ୍ନକ୍ଷମ)ବର୍ତ୍ତମାନ ସୋନପୁର ନିବାସୀ, ଶ୍ରୀମାନ ବିଶାଳ ରଞ୍ଜନ ଭୋଇ, ଅବସରପ୍ରାପ୍ତ ମୁଖ୍ୟ କିରାଣୀ,ଶ୍ରୀ ପ୍ରଦୀପ କୁମାର ଭୋଇଙ୍କ ସୁପୁତ୍ର  ସୋନପୁର ଙ୍କୁ ପୁଷ୍ପଗୁଚ୍ଛ ଓ ଉପଢୌକନ ଦେଇ ଜିଲ୍ଲାପାଳ ଓ ଏସପି ଙ୍କ ଦ୍ଵାରା ସମ୍ବର୍ଦ୍ଧିତ କରାଯାଇଥିଲା l ଶ୍ରୀମାନ ବାହାଦୁର ଦେବତା,ନି - କର୍ତ୍ତଙ୍ଗ,  ବିନିକା ବ୍ଲକ (ଦୃଷ୍ଟି ବାଧିତ ଭିନ୍ନକ୍ଷମ) ଅନୁପସ୍ଥିତ ଥିଲେ। ଏହା ବ୍ୟତୀତ ସୁବର୍ଣ୍ଣପୁର ଜିଲ୍ଲାପାଳଙ୍କ ସୁପୁତ୍ର ଶ୍ରୀ ସ୍ୱାଶତ  ସୌମ୍ୟକାନ୍ତ ମଧ୍ୟ ଓଡିଶା ପ୍ରଶାସନିକ ସେବା ପରୀକ୍ଷାରେ କୃତକାର୍ଯ୍ୟ ହୋଇଥିବା ଯୋଗୁଁ  ସେ ଅନୁପସ୍ଥିତ ଥିବାରୁ ଜିଲ୍ଲାପାଳ, ସୁବର୍ଣ୍ଣପୁର ଡ଼. ନୃପ ରାଜ ସାହୁ ଙ୍କୁ ମଧ୍ୟ ଭବ୍ୟ ସମ୍ବର୍ଦ୍ଧିତ  କରାଯାଇଥିଲା। ଅନୁରୂପ ଭାବେ ଓଡ଼ିଶା ସାମ୍ବାଦିକ ସଂଘ,  ସୁବର୍ଣ୍ଣପୁର ଜିଲ୍ଲା ଶାଖା ତରଫରୁ ମଧ୍ଯ ଓଡିଶା ପ୍ରଶାସନିକ ସେବା ପରୀକ୍ଷାରେ କୃତୀ ଛାତ୍ର ଛାତ୍ରୀ  ମାନଙ୍କୁ ଉପସ୍ଥିତ ସଂଘର କର୍ମକର୍ତ୍ତା (ସାମ୍ୱାଦିକ)  ମାନଙ୍କ ଦ୍ଵାରା ଉପଢୌକନ ସହିତ ତାଙ୍କ ସଂଘର ଏକ ସ୍ମୃତି ଫଳକ ପ୍ରଦାନ କରାଯାଇଥିଲା। ଏହି ସମ୍ବର୍ଧନା ସଭାରେ ଓଡିଶା ପ୍ରଶାସନିକ ସେବା ପରୀକ୍ଷାରେ କୃତକାର୍ଯ୍ୟ ପ୍ରାର୍ଥୀ ଓ ପ୍ରାର୍ଥିନି ମାନେ ସେମାନଙ୍କର  ପ୍ରତିକ୍ରିୟା ରଖିଥିଲେ।

ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ, ଜିଲ୍ଲା ପରିଷଦ, ସୁବର୍ଣ୍ଣପୁର  ସମସ୍ତ କୃତି  ଛାତ୍ର ଛାତ୍ରୀ ମାନଙ୍କୁ  ପ୍ରସ୍ତାବ ଦେଇ କହିଥିଲେ ଯେ ଜିଲ୍ଲା ପାଠାଗାର କୁ ଯାଇ ଓଡିଶା ପ୍ରଶାସନିକ ସେବା ପରୀକ୍ଷା ପାଇଁ ପ୍ରସ୍ତୁତି ଆବଶ୍ୟକୀୟ ପରାମର୍ଶ ଓ ଦିଗ ଦର୍ଶନ ଦେଲେ ସୁବର୍ଣ୍ଣପୁର ଜିଲ୍ଲା ଅଧିକ ଛାତ୍ର ଛାତ୍ରୀ ମାନେ ଆଗାମୀ ଦିନରେ ଓଡିଶା ପ୍ରଶାସନିକ ସେବା ପରୀକ୍ଷାରେ କୃତକାର୍ଯ୍ୟ ହୋଇପାରିବେ ।କରୁଥିବା  ଛାତ୍ର ଛାତ୍ରୀ ମାନଙ୍କୁ ଜିଲ୍ଲା ପ୍ରଶାସନ ଓ ଓଡ଼ିଶା ସାମ୍ବାଦିକ ସଂଘ ତରଫ ରୁ ସେମାନଙ୍କର ଉଜ୍ଜଳ ଭବିଷ୍ୟତ କାମନା କରାଯାଇଥିଲା l ଜିଲ୍ଲା ପଞ୍ଚାୟତ ଅଧିକାରୀ ତଥା ଜିଲ୍ଲା ସୂଚନା ଓ ଲୋକସଂପର୍କ ଅଧିକାରୀ ଅର୍ଜୁନ ମାଝୀ ସମ୍ବର୍ଦ୍ଧନା ସଭା କୁ ସଂଯୋଜନା କରିଥିବା ବେଳେ ବ୍ଳକ୍ AEE,ବିବେକ ପଣ୍ଡା ଓ ସାମ୍ୱାଦିକ ମନୋରଂଜନ ତ୍ରୀପାଠୀ ସହଯୋଗ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ସମାଜ ପାଠକ ମଂଚ’ର ବୈଠକ ଅନୁଷ୍ଠିତ   26-Oct-2026
  ଜିଲ୍ଲା  
ଭୁବନେଶ୍ୱର ମହାନଗର ନିଗମ ୱାର୍ଡ ନମ୍ବର ୨୬ରେ ଓଜେସିର ବିଶାଳ କର୍ମକର୍ତ୍ତା ସମ୍ମିଳନୀ   25-Oct-2026
  ଜିଲ୍ଲା  
ମୃଦୁରେଖା ଡ୍ୟାନ୍ସ ଏକାଡେମୀ’ ପକ୍ଷରୁ ସାଂସ୍କୃତିକ ମହୋତ୍ସବ ‘ମୃଦମ୍-୨୦୨୬’ ଆୟୋଜିତ   25-Oct-2026
  ଜିଲ୍ଲା  
ସଦାଇପାଲିରେ ଆରମ୍ଭ ହେଲା ୩୦ତମ ବର୍ଷ ଗଜଲକ୍ଷ୍ମୀ ପୂଜା କଳସ ଯାତ୍ରାରେ ସାମିଲ ହେଲେ ଶତାଧିକ ମହିଳା ଓ ବ୍ରତଧାରୀ   25-Oct-2026
  ଖେଳ  
ଜାତୀୟ ଲନ୍‌ବଲ୍‌: ସେମିଫାଇନାଲ୍‌ରେ ଶୁଭ୍ରାଂଶୁ, ରାଜେଶ୍ବର   25-Oct-2026
  ଜିଲ୍ଲା  
ରାଜବୈଦ୍ୟ ଚିନ୍ତାମଣି ବେହେରା ସ୍ମୃତି ପରିଷଦ, ବଲାଙ୍ଗିରର ପଞ୍ଚମ ବାର୍ଷିକ ଉତ୍ସବ ଅନୁଷ୍ଠିତ   25-Oct-2026
  ଜିଲ୍ଲା  
ମେରାହୁନର “ପକ୍ଷରୁ ଆର୍ଟ ଏଣ୍ଡ କ୍ରାଫ୍ଟ” ଓ ସଂପୂର୍ଣ୍ଣା ପକ୍ଷରୁ ମେହେନ୍ଦି ପ୍ରତିଯୋଗିତା   25-Oct-2026
  ଜିଲ୍ଲା  
ରାଜବୈଦ୍ୟ ଚିନ୍ତାମଣି ବେହେରା ସ୍ମୃତି ପରିଷଦ, ବଲାଙ୍ଗିରର ପଞ୍ଚମ ବାର୍ଷିକ ଉତ୍ସବ ଅନୁଷ୍ଠିତ   25-Oct-2026
  ଜିଲ୍ଲା  
ଘରୋଇ ବସରୁ ୩. ୭୭୫ କେଜି ଗଞ୍ଜେଇ ଜବତ,ଦୁଇ ଅଭିଯୁକ୍ତ ଗିରଫ   25-Oct-2026
  ଜିଲ୍ଲା  
ଗୋପାଳଜୀ ଉଚ୍ଚ ବିଦ୍ୟାଳୟରେ ବନ୍ଧୁ ମିଳନ ଓ ଗୁରୁପୂଜନ ଉତ୍ସବ ପାଳନ   25-Oct-2026
  ଜିଲ୍ଲା  
ସାମ୍ବାଦିକ ଙ୍କ ପିତୃ ବିୟୋଗ   25-Oct-2026
  ଜିଲ୍ଲା  
ପଶ୍ଚିମବଙ୍ଗକୁ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ : ପୋଲିସ ଜାଲରେ ଆନ୍ତଃରାଜ୍ୟ ମହିଳା ଚାଲାଣକାରୀ ସହ ଗଞ୍ଜେଇ ଜବତ   25-Oct-2026

You Might Also Like