-+91-9937148622 |

prerana_bgr@rediffmail.com |

  Wednesday 14th October 2026 |

| | | |

R.N.I. Regd No. ODIODI/2010/46693

Breaking News

ବଲାଙ୍ଗୀରଠାରେ ଅନୁଷ୍ଠିତ ହେଲା ଅଖିଳ ଓଡ଼ିଶା ନ୍ୟାୟିକ କର୍ମଚାରୀ ସଂଘର ରାଜ୍ୟସ୍ତରୀୟ ସାଧାରଣ ପରିଷଦ ବୈଠକ   (13-Oct-2026)       ||      ୩ ହଜାର ଟଙ୍କା ଲାଞ୍ଚ ନେବା ଅଭିଯୋଗରେ ସଇଁତଲା ଆର ଆଇ ଙ୍କୁ ଧରିଲା ଭିଜିଲାନ୍ସ ବିଭାଗ    (13-Oct-2026)       ||      *ନବରଙ୍ଗପୁରରେ ନୂତନ ଜିଲ୍ଲାପାଳଙ୍କ ଦାୟିତ୍ୱ ଗ୍ରହଣ*   (13-Oct-2026)       ||      ବଲାଙ୍ଗୀର ତହସିଲର ଅବ୍ୟବସ୍ଥା ନେଇ ବଲାଙ୍ଗୀର ଜିଲ୍ଲା ଓକିଲ ସଂଘ ସଭାପତି ଙ୍କ ପ୍ରତିକ୍ରିୟା: କପି ଟିଏ ପାଇବା ପାଇଁ ଲୋକଙ୍କୁ ମାସ ମାସ ଧରି ଅପେକ୍ଷା କରିବାକୁ ପଡୁଛି    (13-Oct-2026)       ||      ଚନ୍ଦ୍ରଘଣ୍ଟା ବେଶରେ ଦର୍ଶନ ଦେଲେ ମାଁ ଚରଦେଇ   (13-Oct-2026)       ||      ଜିଲ୍ଲା ସମବାୟ ବିଭାଗ, ହସ୍ତତନ୍ତ ଓ ବୟନ ଶିଳ୍ପ ବିଭାଗର ମିଳିତ ଆନୁକୂଲ୍ୟରେ ରଙ୍ଗୋଲି ରାଷ୍ଟ୍ର କାର୍ଯ୍ୟକ୍ରମ ଅନୁଷ୍ଠିତ   (13-Oct-2026)       ||      ବଲାଙ୍ଗୀରରେ ରାଜ୍ୟ ବିଦ୍ୟାଳୟ ସମୂହ କ୍ରୀଡ଼ା ପ୍ରତିଯୋଗିତା   (13-Oct-2026)       ||      ଓମ୍‌ ଭ୍ୟାଲି ଶିକ୍ଷାନୁଷ୍ଠାନରେ ୧୧ତମ ବାଟାଲିୟନ ଦ୍ଵାରା ଏନ୍‌.ସି.ସି.ପ୍ରଶିକ୍ଷଣ ଶିବିରର ଉଦ୍‌ଯାପିତ    (13-Oct-2026)       ||      ପାଟଣେଶ୍ୱରୀ ଦେବୀପୀଠରେ ନବରାତ୍ରପୂଜା   (13-Oct-2026)       ||      ମା’ସୁରେଶ୍ୱରୀଙ୍କ ସମେତ ତିନି ଦେବୀଙ୍କ ଚନ୍ଦ୍ରଘଣ୍ଟା ବେଶ   (13-Oct-2026)       ||      ଚୋରି ଓ ଅପରାଧର ଖିଅ ଖୋଜିବ ସିସିଟିଭି! ଦାରିଙ୍ଗବାଡ଼ିର ସବୁ ହୋଟେଲ, ରିସର୍ଟ ଓ ରେଷ୍ଟୁରାଣ୍ଟରେ କ୍ୟାମେରା ଲାଗିବା ବାଧ୍ୟତାମୂଳକ   (13-Oct-2026)       ||      ପଡାଗଡ଼ ଅଞ୍ଚଳରେ ରାତିରେ ଚାଲିଛି ବେଆଇନ କ୍ରସର, ଖଣି ମାଫିଆ ମାଲାମାଲ   (13-Oct-2026)       ||      ତୁଷୁରାରେ ମହାରାଜା ଅଗ୍ରସେନଜୀଙ୍କ ଜୟନ୍ତୀ ପାଳିତ   (13-Oct-2026)       ||      ମା କୁଶଙ୍ଗାଇ ପୀଠ ନବରାତ୍ରିରେ ଚଳଚଞ୍ଚଳ   (13-Oct-2026)       ||      ଅଲ୍ ଓଡିଶା ଅଙ୍ଗନୱାଡ଼ି ଲେଡିଜ୍ ୱାର୍କରର୍ସ ଆସୋସିଏସନ୍ ପକ୍ଷରୁ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ   (13-Oct-2026)       ||      ଭାରତ ବିକାଶ ପରିଷଦ ଦ୍ଵାରା (ଶିକ୍ଷା ବର୍ଷ ୨୦୨୬) ପାଇଁ ଶ୍ରେଷ୍ଠ ଛାତ୍ର ଓ ଶ୍ରେଷ୍ଠ ଶିକ୍ଷୟିତ୍ରୀ ପୁରସ୍କାରରେ ସମ୍ମାନିତ ହେଲେ ଓମ ଭ୍ୟାଲି ସ୍କୁଲର ଶିକ୍ଷୟତ୍ରୀ ଓ ଛାତ୍ର    (13-Oct-2026)       ||      ଆଗଲପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ରେ କ୍ଲଷ୍ଟର୍ ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଧୁମ ଧାମରେ ପାଳିତ   (13-Oct-2026)       ||      ମା ଘଣ୍ଟାସୁନିଙ୍କ ନବମୀ ଯାତ୍ରା ଉପଲକ୍ଷେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ    (12-Oct-2026)       ||      *ଆସନ୍ତା କାଲି ଠାରୁ ସୁବର୍ଣ୍ଣପୁର ଠାରେ ହେବ ରାଜ୍ୟ ସ୍ତରୀୟ ୧୪ ବର୍ଷ ରୁ କମ୍ ବାଳକ ଫୁଟବଲ୍ ଚାମ୍ପିଅନସିପ*-   (12-Oct-2026)       ||      ମା’ ସୁରେଶ୍ୱରୀଙ୍କ ସମେତ ତିନି ଦେବୀଙ୍କ ବ୍ରହ୍ମଚାରିଣୀ ବେଶ ଦର୍ଶନ   (12-Oct-2026)       ||     

HOME   ଜିଲ୍ଲା

ଶିକେରପାଟ୍ ମହୋତ୍ସବ କମିଟି ପକ୍ଷରୁ ସମ୍ବାଦିକ ସମ୍ମିଳନୀ:ଡିସେମ୍ବର ୨୫ ରୁ ୨୯ ପର୍ଯ୍ୟନ୍ତ ଶିକେରପାଟ ମହୋତ୍ସବ

12-Oct-2025



 ତୁଷୁରା( ପଞ୍ଚାନନ ନାଏକ) ତୁଷୁରା ବିଜ୍ଞାପିତ ଅଞ୍ଚଳ ପରିଷଦ ସଭାଗୃହରେ ଆଜି ଶିକେରପାଟ୍ ମହୋତ୍ସବ କମିଟି, ଖଡଙ୍ଗା ଅଞ୍ଚଳ ପକ୍ଷରୁ ଏକ ସାମ୍ବାଦିକ ସମ୍ମିଳନୀ ଅନୁଷ୍ଠିତ ହୋଇଥିଲା। ସମ୍ମିଳନୀକୁ କମିଟିର ସମ୍ପାଦକ ଶ୍ରୀ ଲମ୍ବୋଦର ମନହିରା ଅଧ୍ୟକ୍ଷତା କରିଥିଲେ। ସମ୍ମିଳନୀରେ ଜଣାଇ ଯାଇଥିଲା ଯେ, ଗୁଡଭେଲା ବ୍ଲକର ଘୁନା, ବିରାମୁଣ୍ଡା, ଜାମୁଟ ଓ ଗମ୍ଭାରିଗୁଡା ଗ୍ରାମପଞ୍ଚାୟତର ସମସ୍ତ ଜନସାଧାରଣଙ୍କ ଇଷ୍ଟଦେବତା ହେଉଛନ୍ତି ପ୍ରଭୁ ଶିକେରପାଟ୍। ପ୍ରତ୍ୟେକ ଶୁଭ କାର୍ଯ୍ୟ ପୂର୍ବରୁ ଶିକେରପାଟ୍ ନାମ ଉଚ୍ଚାରଣ ହେଉଛି ଏଠାର ଆଞ୍ଚଳିକ ପରମ୍ପରା। ଏହି ଆଦିପରମ୍ପରାକୁ ଅବିକଳ ରଖିବା ଓ ଅଞ୍ଚଳର ଏକତା ସୂତ୍ରକୁ ଶକ୍ତିଶାଳୀ କରିବା ଉଦ୍ଦେଶ୍ୟରେ ଏହି ମହୋତ୍ସବ ପାଳନ ହେଉଛି।ଖଡଙ୍ଗା ଅଞ୍ଚଳରେ ୪ ଗ୍ରାମପଞ୍ଚାୟତ ଓ ୩୨ ମୌଜା ରହିଛି। ଏହି ଭୂଖଣ୍ଡ ପୂର୍ବରେ ଖଡଙ୍ଗ ନଦୀ, ପଶ୍ଚିମରେ ରାହୁଲ, ଉତ୍ତରରେ ତେଳ ଓ ଦକ୍ଷିଣରେ କାଳୀ ଗଙ୍ଗାଜୋର ନଦୀ ଦ୍ୱାରା ପରିବେଷ୍ଟିତ। ପ୍ରାୟ ୨୫,୦୦୦  ଏକର ଭୂଭାଗରେ ଏହି ଅଞ୍ଚଳ ଅବସ୍ଥିତ ଥିବାରୁ ଏହା ଏକ ବିଶାଳ ସଂସ୍କୃତିକ ଏକକ ଭାବେ ପରିଚିତ।ପ୍ରଭୁ ଶିକେରପାଟଙ୍କ ବାର୍ଷିକ ଯାତ୍ରା ପ୍ରତିବର୍ଷ ଦୁଇଥର— ଆଷାଢ଼ ଓ ପୌଷ ଶୁକ୍ଳ ପକ୍ଷ ଦ୍ୱିତୀୟା ତିଥିରେ— ପାଳନ ହୁଏ। ଚଳିତ ବର୍ଷ ପୌଷ ଶୁକ୍ଳ ପକ୍ଷ ଦ୍ୱିତୀୟା ତିଥି ୨୩ ଡିସେମ୍ବର ୨୦୨୫ରେ ଯାତ୍ରା ପାଳନ ହେବ। ଏହି ଅବସରରେ ୨୫ ଡିସେମ୍ବର ରୁ ୨୯ ଡିସେମ୍ବର ୨୦୨୫ ପର୍ଯ୍ୟନ୍ତ ଶିକେରପାଟ୍ ମହୋତ୍ସବ ଆୟୋଜିତ ହେବ। ମହୋତ୍ସବ ସ୍ଥାନ ହେବ କୁମ୍ଭାରପଦର ଖେଳପଡିଆ, ଘୁନା ମହୋତ୍ସବରେ ସ୍ଥାନୀୟ ଓ ଆଞ୍ଚଳିକ କଳାକାର ଙ୍କୁ ଗୁରୁତ୍ୱଦେଇ ମଞ୍ଚ ସୃଷ୍ଟି ହେବ l ଏହା ସହିତ ଓଡ଼ିଶା ସରକାରଙ୍କ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ର ସହଯୋଗରେ ଜିଲ୍ଲା ଓ ରାଜ୍ୟ ଅଞ୍ଚଳର ସାଂସ୍କୃତିକ ଦଳ ଅଂଶଗ୍ରହଣ କରିବେ। ସେହିପରି, କେନ୍ଦ୍ର ସଂସ୍କୃତି ବିଭାଗ ର ସହଯୋଗରେ ରାଜ୍ୟବାହାର ର ଦଳ ମଧ୍ୟ ଅଂଶଗ୍ରହଣ କରିବେ। ମହୋତ୍ସବ ସମୟରେ ଲୋକମାନଙ୍କ ସାଂସ୍କୃତିକ ଓ ଆର୍ଥିକ ରୁଚି ପୂରଣ ପାଇଁ ମୀନାବଜାର ଓ ପଲ୍ଲିଶ୍ରୀ ମେଳା ଆୟୋଜନ ହେବ। ସେହିପରି ମାଗଣା ଚିକିତ୍ସା ଶିବିର, ସ୍ୱେଚ୍ଛାକୃତ ରକ୍ତଦାନ ଶିବିର, ଓ ଛାତ୍ରଛାତ୍ରୀଙ୍କ ପାଇଁ ବିଭିନ୍ନ

ପ୍ରତିଯୋଗିତା ଆୟୋଜନ ହେବ। ଶିକେରପାଟ୍ ମହୋତ୍ସବ ହେଉଛି ଏକ ଏକତାର ପର୍ବ—ଯେଉଁଠି ଜାତି, ଧର୍ମ, ବର୍ଣ୍ଣ, ଲିଙ୍ଗ ନିର୍ବିଶେଷରେ ସମସ୍ତେ ଏକତ୍ରିତ ହୋଇ ଲୋକକଳା, ସାହିତ୍ୟ, ସଂସ୍କୃତି ଓ ପରମ୍ପରାକୁ ଅଭିନବ ରୂପରେ ପ୍ରତିପାଦନ କରା ଯାଇଥାଏ l ଭାଗବତ ନାହାକ ଉଦ୍ଦେଶ୍ୟ ଜ୍ଞାପନ କରିଥିବା ବେଳେ ଧୁବଳେଶ୍ବର ସାହୁ ଅତିଥି ପରିଚୟ ପ୍ରଦାନ କରିଥିଲେ l ସାମ୍ବାଦିକ ସମ୍ମିଳନୀରେ ଦାଶରଥି ପଧାନ,ଲକ୍ଷ୍ମଣ ସାହୁ, ଚିନ୍ତାମଣି ରଣା, ହାଡୁ ବଗର୍ତ୍ତୀ,ଖୁସିରାମ ଭୋଇ,ଦୀଲିପ ଭୋଇ,ରଞ୍ଜନ ମହାକୁର,ରାମଚନ୍ଦ୍ର ରଣା ଉପସ୍ଥିତ ଥିବାବେଳେ ନାରାୟଣ ଦାସ ଧନ୍ୟବାଦ ଅର୍ପଣ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ବଲାଙ୍ଗୀରଠାରେ ଅନୁଷ୍ଠିତ ହେଲା ଅଖିଳ ଓଡ଼ିଶା ନ୍ୟାୟିକ କର୍ମଚାରୀ ସଂଘର ରାଜ୍ୟସ୍ତରୀୟ ସାଧାରଣ ପରିଷଦ ବୈଠକ   13-Oct-2026
  ଜିଲ୍ଲା  
୩ ହଜାର ଟଙ୍କା ଲାଞ୍ଚ ନେବା ଅଭିଯୋଗରେ ସଇଁତଲା ଆର ଆଇ ଙ୍କୁ ଧରିଲା ଭିଜିଲାନ୍ସ ବିଭାଗ   13-Oct-2026
  ଜିଲ୍ଲା  
*ନବରଙ୍ଗପୁରରେ ନୂତନ ଜିଲ୍ଲାପାଳଙ୍କ ଦାୟିତ୍ୱ ଗ୍ରହଣ*   13-Oct-2026
  ଜିଲ୍ଲା  
ବଲାଙ୍ଗୀର ତହସିଲର ଅବ୍ୟବସ୍ଥା ନେଇ ବଲାଙ୍ଗୀର ଜିଲ୍ଲା ଓକିଲ ସଂଘ ସଭାପତି ଙ୍କ ପ୍ରତିକ୍ରିୟା: କପି ଟିଏ ପାଇବା ପାଇଁ ଲୋକଙ୍କୁ ମାସ ମାସ ଧରି ଅପେକ୍ଷା କରିବାକୁ ପଡୁଛି   13-Oct-2026
  ଜିଲ୍ଲା  
ଚନ୍ଦ୍ରଘଣ୍ଟା ବେଶରେ ଦର୍ଶନ ଦେଲେ ମାଁ ଚରଦେଇ   13-Oct-2026
  ଜିଲ୍ଲା  
ଜିଲ୍ଲା ସମବାୟ ବିଭାଗ, ହସ୍ତତନ୍ତ ଓ ବୟନ ଶିଳ୍ପ ବିଭାଗର ମିଳିତ ଆନୁକୂଲ୍ୟରେ ରଙ୍ଗୋଲି ରାଷ୍ଟ୍ର କାର୍ଯ୍ୟକ୍ରମ ଅନୁଷ୍ଠିତ   13-Oct-2026
  ଜିଲ୍ଲା  
ବଲାଙ୍ଗୀରରେ ରାଜ୍ୟ ବିଦ୍ୟାଳୟ ସମୂହ କ୍ରୀଡ଼ା ପ୍ରତିଯୋଗିତା   13-Oct-2026
  ଜିଲ୍ଲା  
ଓମ୍‌ ଭ୍ୟାଲି ଶିକ୍ଷାନୁଷ୍ଠାନରେ ୧୧ତମ ବାଟାଲିୟନ ଦ୍ଵାରା ଏନ୍‌.ସି.ସି.ପ୍ରଶିକ୍ଷଣ ଶିବିରର ଉଦ୍‌ଯାପିତ   13-Oct-2026
  ଜିଲ୍ଲା  
ପାଟଣେଶ୍ୱରୀ ଦେବୀପୀଠରେ ନବରାତ୍ରପୂଜା   13-Oct-2026
  ଜିଲ୍ଲା  
ମା’ସୁରେଶ୍ୱରୀଙ୍କ ସମେତ ତିନି ଦେବୀଙ୍କ ଚନ୍ଦ୍ରଘଣ୍ଟା ବେଶ   13-Oct-2026
  ଜିଲ୍ଲା  
ଚୋରି ଓ ଅପରାଧର ଖିଅ ଖୋଜିବ ସିସିଟିଭି! ଦାରିଙ୍ଗବାଡ଼ିର ସବୁ ହୋଟେଲ, ରିସର୍ଟ ଓ ରେଷ୍ଟୁରାଣ୍ଟରେ କ୍ୟାମେରା ଲାଗିବା ବାଧ୍ୟତାମୂଳକ   13-Oct-2026
  ଜିଲ୍ଲା  
ପଡାଗଡ଼ ଅଞ୍ଚଳରେ ରାତିରେ ଚାଲିଛି ବେଆଇନ କ୍ରସର, ଖଣି ମାଫିଆ ମାଲାମାଲ   13-Oct-2026

You Might Also Like