-+91-9937148622 |

prerana_bgr@rediffmail.com |

  Sunday 1st November 2026 |

| | | |

R.N.I. Regd No. ODIODI/2010/46693

Breaking News

ବଲାଙ୍ଗୀର ଦିନ ଅବସରରେ ଲିବେରେସନ ଅନୁଷ୍ଠାନ ତରଫରୁ କୁଇଜ ପ୍ରତିଯୋଗିତା    (01-Nov-2026)       ||      କିସ କିଟ ପ୍ରତିଷ୍ଠାତା ଡ଼. ଅଚ୍ୟୁତ ସାମନ୍ତ ଙ୍କୁ "ବିଶ୍ୱ ଆଦିବାସୀ ଗୌରବ ସମ୍ମାନ    (01-Nov-2026)       ||      ଲର୍କୀ ଗ୍ରାମର ରାମୁଡ଼ ଛକ ପାଖରେ ହରିଜନ ପଡ଼ାରେ କଂକ୍ରିଟ୍ ରାସ୍ତା ନିର୍ମାଣ ଦାବି   (01-Nov-2026)       ||      ବରିଷ୍ଠ ନାଗରିକ ସାକ୍ଷାତକାର ଅଭିଯାନ    (01-Nov-2026)       ||      ପିଏମ୍‌ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଏକତା ଦିବସ ପାଳିତ    (01-Nov-2026)       ||      ଯୋଗାଣ ବିଭାଗ ଦ୍ୱାରା ଚଢ଼ାଉ♦️ ୨୨୯ ଘରୋଇ ଗ୍ୟାସ ସିଲିଣ୍ଡର ଜବତ   (01-Nov-2026)       ||      ରେଟାମୁଣ୍ଡା ରେ ଭୋଗମଣ୍ଡପ ନିର୍ମାଣ ପାଇଁ ଭୂମି ପୂଜନ ଓ ଫଳକ ସ୍ଥାପନ   (01-Nov-2026)       ||      ଚାକିରୀରୁ ଅବସର ନେଲେ ଅଧ୍ୟକ୍ଷା ରେଖା ମ୍ୟାଡ଼ାମ(ସବୁ ମହଲରୁ ଭବ୍ୟ ସମ୍ବର୍ଦ୍ଧନା)   (01-Nov-2026)       ||      ରାଷ୍ଟ୍ରୀୟ ଏକତା ଦିବସରେ ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ୭୦ କିଲୋମିଟର ସାଇକେଲ ଯାତ୍ରା   (31-Oct-2026)       ||      ଜିଲ୍ଲାସ୍ତରୀୟ ଯୁବ ମହୋତ୍ସବ ୨୦୨୭ ପାଇଁ ପ୍ରସ୍ତୁତି, ନଭେମ୍ବର ୫ରୁ ପ୍ରତିଯୋଗିତା ଆରମ୍ଭ   (31-Oct-2026)       ||      ବରୀ ରେ ରାଷ୍ଟ୍ରୀୟ ଏକତା ଅଭିଯାନ ନିଶା ମୁକ୍ତ ଓଡିଶା   (31-Oct-2026)       ||      ବଲାଙ୍ଗୀର ଟାଉନ୍ ଥାନା ପକ୍ଷରୁ ରାଷ୍ଟ୍ରୀୟ ଏକତା ଦିବସ ପାଳିତ    (31-Oct-2026)       ||      ମୁନୁପାଲିରେ ଏକ ଦିବସୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ , ଟ୍ରାଇବ୍ରେକର ରେ ଲେଣ୍ଡା ଦଳ ଚାମ୍ପିଅନ   (31-Oct-2026)       ||      ପୂର୍ବତନ ପ୍ରଧାନ ମନ୍ତ୍ରୀ ସ୍ୱର୍ଗୀୟା ଇନ୍ଦିରା ଗାନ୍ଧୀଙ୍କ ୪୨ ତମ ଶ୍ରାଦ୍ଧ ବାର୍ଷିକୀପାଳିତ   (31-Oct-2026)       ||      ମର୍ମନ୍ତୁଦ ସଡ଼କ ଦୁର୍ଘଟଣା।   (31-Oct-2026)       ||      ବଲାଙ୍ଗୀର ଦିନ ପାଳନ ଉପଲକ୍ଷେ ଆଲୋଚନାଚକ୍ର "ସ୍ବପ୍ନ ଦେଖିବା ଜରୁରୀ,ମାତ୍ର ସ୍ୱପ୍ନକୁ ସାକାର କରିବାକୁ ଦୃଷ୍ଟିକୋଣ ରେ ପରିବର୍ତ୍ତନ ଆଣିବା ନିହାତି ଆବଶ୍ୟକ"   (31-Oct-2026)       ||      ଜିଲ୍ଲା ଆଇନ ସେବା ପ୍ରାଧିକରଣ ପକ୍ଷରୁ ରାଷ୍ଟ୍ରୀୟ ଏକତା ଦିବସ ପାଳିତ    (31-Oct-2026)       ||      *ନବରଙ୍ଗପୁର ଶିକ୍ଷା ବ୍ୟବସ୍ଥାରେ ଚିନ୍ତା!* *ଛୁଟି ପରେ ସ୍କୁଲ ଖୋଲିଲା, ଶିକ୍ଷକ ଉପସ୍ଥାନକୁ ନେଇ ପ୍ରଶ୍ନ — ତଦାରଖ ବ୍ୟବସ୍ଥା ଉପରେ ଉଠିଲା ଆଙ୍ଗୁଠି*   (31-Oct-2026)       ||      ରାଷ୍ଟ୍ରୀୟ ଏକତା ଦିବସ ଅବସରରେ ଏକ ମାରାଥନ ଦୌଡ଼ କାର୍ଯ୍ୟକ୍ରମ   (31-Oct-2026)       ||      ବ୍ଲକ ସ୍ତରୀୟ ମତ୍ସ୍ୟ ଓ ପ୍ରାଣୀସମ୍ପଦ ମେଳା -୨୦୨୬ ଅନୁଷ୍ଠିତ   (31-Oct-2026)       ||     

HOME   ଜିଲ୍ଲା

ଘଣ୍ଟାପଡା ପୁଲିସର ବଡ଼ ସଫଳତା, ଡକାୟତି ଉଦ୍ୟମ ପଣ୍ଡ: ୩ ଭୁଜାଲି, ୫ ବାଇକ ଜବତଓ ୬ ଗିରଫ

15-Oct-2025



କଣ୍ଟାମାଳ(ଜୟକୁମାର ମହାରଣା): ବୌଦ୍ଧ ଜିଲ୍ଲା ଘଣ୍ଟାପଡା ଥାନା ଅଞ୍ଚଳରେ ଡକାୟତି ଉଦ୍ୟମ କରୁଥିବା ଏକ ଗ୍ୟାଙ୍ଗର ୬ ଜଣକୁ କାବୁ କରିଛି ଘଣ୍ଟାପଡା ପୁଲିସ l ସୂଚନା ପ୍ରକାରେ ସୋମବାର ରାତିରେ ସବଇନିସ୍ପେକ୍ଟର ବିଶ୍ଵାମିତ୍ର ଲୋଇଙ୍କ ନେତୃତ୍ୱରେ କନଷ୍ଟେବଳ ଏସ. କହଁର, ଏସ. ଦନ୍ତା, ଗୃହରକ୍ଷୀ ଏସ. ମଲିକ, ବି. କୁମ୍ଭାର ଏବଂ ବି. ପୁଟା ମିଶି ଏକ ଦଳ ପେଟ୍ରିଲିଂ କରୁଥିବା ପ୍ରାୟ ୧୦. ୩୫ ସମୟରେ ଏକ ବିଶ୍ୱସ୍ତ ସୂତ୍ରରୁ ଖବର ପାଇ ସୁର୍କାଭଟା ଗ୍ରାମ ନିକଟବର୍ତ୍ତୀ ରାସ୍ତା କଡ଼ରେ ଅନ୍ଧାରରେ କିଛି ଲୋକ ଏକତ୍ରିତ ହୋଇଛନ୍ତି ଏବଂ ସ୍ଥାନୀୟ ଅଞ୍ଚଳରେ ଡକାୟତି କରିବା ପାଇଁ ଉଦ୍ୟମ ଚଳାଇଛନ୍ତି । ଏହି ବିଷୟରେ ଘଣ୍ଟାପଡ଼ା ଥାନା ଅଧିକାରୀଙ୍କୁ

ଜଣାଇବାରୁ ଥାନା ଅଧିକାରୀ ମାଧବ ଚନ୍ଦ୍ର ଟାକ୍ରିଙ୍କ ନିର୍ଦ୍ଦେଶ ଅନୁଯାୟୀ ପେଟ୍ରୋଲିଂ ଗାଡ଼ିକୁ ଘଟଣାସ୍ଥଳରୁ ଏକ ଅଦୃଶ୍ୟ ସ୍ଥାନରେ ରଖି ସୂଚନାର ସତ୍ୟତା ଯାଞ୍ଚ କରିବା ପାଇଁ ପୁଲିସ ଦଳ ଘଟଣାସ୍ଥଳକୁ ଯାଇଥିଲେ । ଘଟଣାସ୍ଥଳ ନିକଟରେ ପହଞ୍ଚିବା ପରେ ସେମାନେ ଦେଖିଲେ ଯେ, ଧୂଆଁର କିଛି ଅଗ୍ନି ନିର୍ଗତ ହେଉଛି ଏବଂ ଡକାୟତି କରିବା ପାଇଁ ଫୁସ୍‌ଫୁସ୍ ଶବ୍ଦ ମଧ୍ୟ ଶୁଣାଯାଉଛି । ପୁଲିସ ଦଳ ନିକଟତର ହେବା ବେଳକୁ ସେମାନେ ଘଟଣାସ୍ଥଳରୁ ଦୌଡ଼ି ପଳାଇବାକୁ ଲାଗିଲେ । ସେମାନଙ୍କ ପିଛା କରିବା ପରେ ସମସ୍ତ ବ୍ୟକ୍ତିଙ୍କୁ ଧରିବାକୁ ସକ୍ଷମ ହୋଇଥିଲା ପୁଲିସ । ତଲାସୀ କରିବା ପରେ ସେମାନଙ୍କ ନିକଟରୁ ୫ଟି ବାଇକ, ୩ଟି ଭୁଜାଲି, ୨ଟି ହାତପଞ୍ଚ, ଗୋଟିଏ ମ୍ୟାଚିସ ବାକ୍ସ ଏବଂ ୫ଟି ମୋବାଇଲ ଫୋନ ମିଳିଥିଲା ସେସବୁକୁ ପୁଲିସ ଜବତ କରିଛି l ଅନ୍ଧାରରେ ଏପରି ଅସ୍ତ୍ରଶସ୍ତ୍ର ରଖି ଏକତ୍ରିତ ହେବାର କାରଣ ପଚାରିବାରୁ ସନ୍ତୋଷଜନକ ଉତ୍ତର ଦେଇପାରି ନ ଥିଲେ ଶେଷରେ ସେମାନେ ସ୍ଥାନୀୟ ଅଞ୍ଚଳରେ ଡକାୟତି କରିବାକୁ ଯୋଜନା କରୁଥିବା ସ୍ୱୀକାର କରିବାରୁ ପୁଲିସ ସେମାନଙ୍କୁ ଗିରଫ କରିଛି l ଗିରଫ ଅଭିଯୁକ୍ତ ମାନେ ହେଲେ ବଲାଙ୍ଗିର ଜିଲା ତୁଷୁରା ଥାନା ଅଧିନ କୁଣ୍ଡେଇମାଲ ଗ୍ରାମର ରାଧେଶ୍ୟାମ ନାଗ(୨୬), ବରାହକୁନା ଗ୍ରାମର ଯଶୋବନ୍ତ ଛତ୍ରିଆ(୨୫), ବଲାଙ୍ଗିର ଜିଲା ପୁଇଁନ୍ତଳା ଥାନା ଅଧିନ କସାବାହାଲି ଗ୍ରାମର ସୁନୀଲ କୁମାର ଷାଣ୍ଢ(୨୨), ସୋନପୁର ଜିଲା ତରଭା ଥାନା ଅଧିନ ଚାରଣିଆପାଲି ଗ୍ରାମର କୃଷ୍ଣ ସରଭଙ୍ଗ(୨୪), ଝିଲିମୁଣ୍ଡା ଗ୍ରାମର ଅର୍ଜୁନ ଷାଣ୍ଢ(୨୮), ଏବଂ ବୌଦ୍ଧ ଜିଲା ଘଣ୍ଟାପଡା ଥାନା ଅଧିନ ଗୋଡ଼ମେଣ୍ଡା ଗ୍ରାମର ସିଦ୍ଧେଶ୍ବର ଭୋଇ(୨୮) ବୋଲି ପୁଲିସ ସୂତ୍ରରୁ ଜଣା ପଡିଛି l ଆବଶ୍ୟକୀୟ ଆଇନଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ ପାଇଁ ଏନେଇ ଘଣ୍ଟାପଡା ଥାନାରେ ଏକ ମାମଲା ରୁଜୁ କରାଯାଇଛି l ଅଭିଯୁକ୍ତ ମାନଙ୍କୁ ଆଜି କୋର୍ଟ ଚାଲାଣ କରାଯାଇଛି ବୋଲି ଘଣ୍ଟାପଡା ଥାନା ଅଧିକାରୀ ମାଧବ ଚନ୍ଦ୍ର ଟାକ୍ରି ସୂଚନା ଦେଇଛନ୍ତି l


News Comment




Photo in News

Advertisment
Lastest News
  ରାଜ୍ୟ  
ବଲାଙ୍ଗୀର ଦିନ ଅବସରରେ ଲିବେରେସନ ଅନୁଷ୍ଠାନ ତରଫରୁ କୁଇଜ ପ୍ରତିଯୋଗିତା   01-Nov-2026
  ଜିଲ୍ଲା  
କିସ କିଟ ପ୍ରତିଷ୍ଠାତା ଡ଼. ଅଚ୍ୟୁତ ସାମନ୍ତ ଙ୍କୁ "ବିଶ୍ୱ ଆଦିବାସୀ ଗୌରବ ସମ୍ମାନ   01-Nov-2026
  ଜିଲ୍ଲା  
ଲର୍କୀ ଗ୍ରାମର ରାମୁଡ଼ ଛକ ପାଖରେ ହରିଜନ ପଡ଼ାରେ କଂକ୍ରିଟ୍ ରାସ୍ତା ନିର୍ମାଣ ଦାବି   01-Nov-2026
  ଜିଲ୍ଲା  
ବରିଷ୍ଠ ନାଗରିକ ସାକ୍ଷାତକାର ଅଭିଯାନ   01-Nov-2026
  ଜିଲ୍ଲା  
ପିଏମ୍‌ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଏକତା ଦିବସ ପାଳିତ   01-Nov-2026
  ଜିଲ୍ଲା  
ଯୋଗାଣ ବିଭାଗ ଦ୍ୱାରା ଚଢ଼ାଉ♦️ ୨୨୯ ଘରୋଇ ଗ୍ୟାସ ସିଲିଣ୍ଡର ଜବତ   01-Nov-2026
  ଜିଲ୍ଲା  
ରେଟାମୁଣ୍ଡା ରେ ଭୋଗମଣ୍ଡପ ନିର୍ମାଣ ପାଇଁ ଭୂମି ପୂଜନ ଓ ଫଳକ ସ୍ଥାପନ   01-Nov-2026
  ଜିଲ୍ଲା  
ଚାକିରୀରୁ ଅବସର ନେଲେ ଅଧ୍ୟକ୍ଷା ରେଖା ମ୍ୟାଡ଼ାମ(ସବୁ ମହଲରୁ ଭବ୍ୟ ସମ୍ବର୍ଦ୍ଧନା)   01-Nov-2026
  ଜିଲ୍ଲା  
ରାଷ୍ଟ୍ରୀୟ ଏକତା ଦିବସରେ ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ୭୦ କିଲୋମିଟର ସାଇକେଲ ଯାତ୍ରା   31-Oct-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ଯୁବ ମହୋତ୍ସବ ୨୦୨୭ ପାଇଁ ପ୍ରସ୍ତୁତି, ନଭେମ୍ବର ୫ରୁ ପ୍ରତିଯୋଗିତା ଆରମ୍ଭ   31-Oct-2026
  ଜିଲ୍ଲା  
ବରୀ ରେ ରାଷ୍ଟ୍ରୀୟ ଏକତା ଅଭିଯାନ ନିଶା ମୁକ୍ତ ଓଡିଶା   31-Oct-2026
  ଜିଲ୍ଲା  
ବଲାଙ୍ଗୀର ଟାଉନ୍ ଥାନା ପକ୍ଷରୁ ରାଷ୍ଟ୍ରୀୟ ଏକତା ଦିବସ ପାଳିତ    31-Oct-2026

You Might Also Like