-+91-9937148622 |

prerana_bgr@rediffmail.com |

  Sunday 1st November 2026 |

| | | |

R.N.I. Regd No. ODIODI/2010/46693

Breaking News

ମୁନୁପାଲିରେ ଏକ ଦିବସୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ , ଟ୍ରାଇବ୍ରେକର ରେ ଲେଣ୍ଡା ଦଳ ଚାମ୍ପିଅନ    (01-Nov-2026)       ||      ୫୧ ତମ ବନ୍ଧୁମିଳନ ପାଇଁ ପ୍ରସ୍ତୁତି ବୈଠକ    (01-Nov-2026)       ||      ନିର୍ଝରିଣୀର ସଭାପତି ରାମଚନ୍ଦ୍ର ସାହୁ ସମ୍ବର୍ଦ୍ଧିତ   (01-Nov-2026)       ||      ବଲାଙ୍ଗୀର ଦିନ ଅବସରରେ ଲିବେରେସନ ଅନୁଷ୍ଠାନ ତରଫରୁ କୁଇଜ ପ୍ରତିଯୋଗିତା    (01-Nov-2026)       ||      କିସ କିଟ ପ୍ରତିଷ୍ଠାତା ଡ଼. ଅଚ୍ୟୁତ ସାମନ୍ତ ଙ୍କୁ "ବିଶ୍ୱ ଆଦିବାସୀ ଗୌରବ ସମ୍ମାନ    (01-Nov-2026)       ||      ଲର୍କୀ ଗ୍ରାମର ରାମୁଡ଼ ଛକ ପାଖରେ ହରିଜନ ପଡ଼ାରେ କଂକ୍ରିଟ୍ ରାସ୍ତା ନିର୍ମାଣ ଦାବି   (01-Nov-2026)       ||      ବରିଷ୍ଠ ନାଗରିକ ସାକ୍ଷାତକାର ଅଭିଯାନ    (01-Nov-2026)       ||      ପିଏମ୍‌ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଏକତା ଦିବସ ପାଳିତ    (01-Nov-2026)       ||      ଯୋଗାଣ ବିଭାଗ ଦ୍ୱାରା ଚଢ଼ାଉ♦️ ୨୨୯ ଘରୋଇ ଗ୍ୟାସ ସିଲିଣ୍ଡର ଜବତ   (01-Nov-2026)       ||      ରେଟାମୁଣ୍ଡା ରେ ଭୋଗମଣ୍ଡପ ନିର୍ମାଣ ପାଇଁ ଭୂମି ପୂଜନ ଓ ଫଳକ ସ୍ଥାପନ   (01-Nov-2026)       ||      ଚାକିରୀରୁ ଅବସର ନେଲେ ଅଧ୍ୟକ୍ଷା ରେଖା ମ୍ୟାଡ଼ାମ(ସବୁ ମହଲରୁ ଭବ୍ୟ ସମ୍ବର୍ଦ୍ଧନା)   (01-Nov-2026)       ||      ରାଷ୍ଟ୍ରୀୟ ଏକତା ଦିବସରେ ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ୭୦ କିଲୋମିଟର ସାଇକେଲ ଯାତ୍ରା   (31-Oct-2026)       ||      ଜିଲ୍ଲାସ୍ତରୀୟ ଯୁବ ମହୋତ୍ସବ ୨୦୨୭ ପାଇଁ ପ୍ରସ୍ତୁତି, ନଭେମ୍ବର ୫ରୁ ପ୍ରତିଯୋଗିତା ଆରମ୍ଭ   (31-Oct-2026)       ||      ବରୀ ରେ ରାଷ୍ଟ୍ରୀୟ ଏକତା ଅଭିଯାନ ନିଶା ମୁକ୍ତ ଓଡିଶା   (31-Oct-2026)       ||      ବଲାଙ୍ଗୀର ଟାଉନ୍ ଥାନା ପକ୍ଷରୁ ରାଷ୍ଟ୍ରୀୟ ଏକତା ଦିବସ ପାଳିତ    (31-Oct-2026)       ||      ମୁନୁପାଲିରେ ଏକ ଦିବସୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ , ଟ୍ରାଇବ୍ରେକର ରେ ଲେଣ୍ଡା ଦଳ ଚାମ୍ପିଅନ   (31-Oct-2026)       ||      ପୂର୍ବତନ ପ୍ରଧାନ ମନ୍ତ୍ରୀ ସ୍ୱର୍ଗୀୟା ଇନ୍ଦିରା ଗାନ୍ଧୀଙ୍କ ୪୨ ତମ ଶ୍ରାଦ୍ଧ ବାର୍ଷିକୀପାଳିତ   (31-Oct-2026)       ||      ମର୍ମନ୍ତୁଦ ସଡ଼କ ଦୁର୍ଘଟଣା।   (31-Oct-2026)       ||      ବଲାଙ୍ଗୀର ଦିନ ପାଳନ ଉପଲକ୍ଷେ ଆଲୋଚନାଚକ୍ର "ସ୍ବପ୍ନ ଦେଖିବା ଜରୁରୀ,ମାତ୍ର ସ୍ୱପ୍ନକୁ ସାକାର କରିବାକୁ ଦୃଷ୍ଟିକୋଣ ରେ ପରିବର୍ତ୍ତନ ଆଣିବା ନିହାତି ଆବଶ୍ୟକ"   (31-Oct-2026)       ||      ଜିଲ୍ଲା ଆଇନ ସେବା ପ୍ରାଧିକରଣ ପକ୍ଷରୁ ରାଷ୍ଟ୍ରୀୟ ଏକତା ଦିବସ ପାଳିତ    (31-Oct-2026)       ||     

HOME   ଜିଲ୍ଲା

ବିଜାଖମନଠାରେ ଗୋହତ୍ୟା,ଜଣେ ଗିରଫ

15-Oct-2025



ବଲାଙ୍ଗୀର(ପ୍ରେରଣା ଖବର)-ବଲାଙ୍ଗୀର ସହରଉପକଣ୍ଠରେ ବିଭିନ୍ନ ସମୟରେ ଗୋହତ୍ୟା କରାଯାଇ ଗୋମାଂସ ରପ୍ତାନୀ କରାଯାଉଥିବା ଅଭିଯୋଗ ହୋଇଆସୁଥିଲା । ଗତକାଲି ବିଳମ୍ବିତ ରାତିରେ ବିଜାଖମନଠାରେ ଏକ ବାଛୁରୀକୁ କାଟି ତାର ମାଂସଭର୍ତ୍ତି କରୁଥିବା ବେଳେ ପୋଲିସ ଜଣେ ଅଭିଯୁକ୍ତକୁ ଗିରଫ କରିଛି । ଏହି ଘଟଣାକୁ ନେଇ ବଜରଙ୍ଗଦଳ ଓ ହିନ୍ଦୁତ୍ୱବାଦୀ ସଂଗଠନମାନେ ଗଭୀର ଉଦବେଗ ପ୍ରକାଶ କରିଛନ୍ତି । ଏନେଇ ଥାନାରେ ଏକ ମାମଲା ମଧ୍ୟ ରୁଜୁ କରାଯାଇ ଅଭିଯୁକ୍ତକୁ ଗିରଫ କରାଯାଇ କୋର୍ଟ ଚାଲାଣ କରାଯାଇଛି । ଅଭିଯୋଗରୁ ପ୍ରକାଶ ଯେ,ବଲାଙ୍ଗୀର ସହର ଉପକଣ୍ଠରେ ପୌରାଞ୍ଚଳର ବିଜାଖମନଠାରେ ରାତି ୯ଟା ବେଳେ ଏକ ଖୋଲାପଡିଆରେ ଏକ ବାଛୁରୀକୁ କିଛିଲୋକ କାଟୁଥିଲେ । ପଡିଆ ନିକଟକୁ ଶୌଚପାଇଁ ଯାଇଥିବା ସେହି ବିଜାଖମନର ସର୍ବେଶ୍ୱର ରଣା ଏହା ଦେଖି ବଜରଙ୍ଗଦଳର କର୍ମକର୍ତ୍ତା ଓ ପୋଲିସକୁ ଖବର ଦେଇଥିଲେ । ତେବେ ସର୍ବେଶ୍ୱରକୁ ଗୋହତ୍ୟାକାରୀମାନେ ପୋଲିସ ଖବରକଲର ଜୀବନରେ ମାରିଦେବାକୁ ଧମକ ମଧ୍ୟ ଦେଇଥିବା ଅଭିଯୋଗ ହୋଇଛି । ଆଦର୍ଶଥାନାର ଆଇଆଇସି ଅବନୀ ସାହୁ ସଦଳବଳେ ପହଞ୍ଚିଲା ବେଳକୁ ବାଛୁରୀକୁ କାଟି ମାଂସକୁ ଭର୍ତ୍ତି କରାଯାଉଥିଲା । ଅନ୍ୟ କିଛିଲୋକ ସେଠାରୁ ଦୌଡି ଫେରାର ଥିବା ବେଳେ ଅବନୀ ନନ୍ଦ ନାମକ ଜଣେ ଯୁବକ ପୋଲିସ ହାତରେ ଧରାପଡିଥିôଲା । ପୋଲିସ ଅବନୀକୁ ଘଟଣା ସ୍ଥଳରୁ ଗିରଫ କରି ଆଣି ପଚରାଉଚୁରା କରି ଆଜି ଏକ ମାମଲା ରୁଜୁ କରି କୋର୍ଟକୁ ଚାଲାଣ କରିଛି । ସର୍ବେଶ୍ୱର ରଣାଙ୍କ ଲିଖିତ ଅଭିଯୋଗ ପରେ ପୋଲିସ ଅଧିକ ତଦନ୍ତ ଆରମ୍ଭ କରିବା ସହିତ ଅନ୍ୟ ଅଭିଯୁକ୍ତମାନଙ୍କୁ ଖୋଜୁଛି । ଏହି ଘଟଣାକୁ ନେଇ ବଜରଙ୍ଗଦଳର କର୍ମକର୍ତ୍ତାଙ୍କ ମଧ୍ୟରେ ଗଭୀର ଉଦବେଗ ପ୍ରକାଶ ପାଇଛି ଓ ପୂର୍ବରୁ ଗୋହତ୍ୟାନେଇ କରାଯାଉଥିବା ଅଭିଯୋଗ ସତ୍ୟ ହୋଇଛି ବୋଲି ଗୋସେବକ କାହ୍ନା ଶତପଥି ଓ ବଜରଙ୍ଗଦଳର ସୌମ୍ୟରଂଜନ ମିଶ୍ର କହିଛନ୍ତି । ନୀୟମିତ ବ୍ୟବଧାନରେ ଏହି ଅଞ୍ଚଳରେ ଗୋହତ୍ୟା କରାଯାଇ ମାଂସ ରପ୍ତାନୀ କରୁଥିବା ଅଭିଯୋଗ କରାଯାଇଛି । ବଲାଙ୍ଗୀର ଭଳି ଶାନ୍ତିପ୍ରିୟ ଅଞ୍ଚଳରେ କେହି ଗୋମାଂସ ଖାଉନଥିବା ବେଳେ ବାହାରୁ ଆସିଥିବା ରୋହିଙ୍ଗ୍ୟାମାନଙ୍କ ପାଇଁ କିଛିଲୋକ ଗୋହତ୍ୟା କରି ମାଂସ ରପ୍ତାନୀ କରୁଥିବା ଅଭିଯୋଗ ହୋଇଛି । ରାଜ୍ୟରେ ଗୋହତ୍ୟାକୁ ବେଆଇନ ବୋଲି ଧରାଯାଉଥିବା ବେଳେ ବଲାଙ୍ଗୀରରେ ମାଂସପାଇଁ ଗୋହତ୍ୟା କରାଯାଉଥିବା ଘଟଣା ସମସ୍ତଙ୍କୁ ବ୍ୟଥିତ କରିଛି । ପୋଲିସ ପ୍ରଶାସନ ତୁରନ୍ତ ଏଦିଗରେ କାର୍ଯ୍ୟାନୁଷ୍ଠାନ ନେବାକୁ ଦାବି ହେଉଛି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ମୁନୁପାଲିରେ ଏକ ଦିବସୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ , ଟ୍ରାଇବ୍ରେକର ରେ ଲେଣ୍ଡା ଦଳ ଚାମ୍ପିଅନ   01-Nov-2026
  ଜିଲ୍ଲା  
୫୧ ତମ ବନ୍ଧୁମିଳନ ପାଇଁ ପ୍ରସ୍ତୁତି ବୈଠକ   01-Nov-2026
  ଜିଲ୍ଲା  
ନିର୍ଝରିଣୀର ସଭାପତି ରାମଚନ୍ଦ୍ର ସାହୁ ସମ୍ବର୍ଦ୍ଧିତ   01-Nov-2026
  ରାଜ୍ୟ  
ବଲାଙ୍ଗୀର ଦିନ ଅବସରରେ ଲିବେରେସନ ଅନୁଷ୍ଠାନ ତରଫରୁ କୁଇଜ ପ୍ରତିଯୋଗିତା   01-Nov-2026
  ଜିଲ୍ଲା  
କିସ କିଟ ପ୍ରତିଷ୍ଠାତା ଡ଼. ଅଚ୍ୟୁତ ସାମନ୍ତ ଙ୍କୁ "ବିଶ୍ୱ ଆଦିବାସୀ ଗୌରବ ସମ୍ମାନ   01-Nov-2026
  ଜିଲ୍ଲା  
ଲର୍କୀ ଗ୍ରାମର ରାମୁଡ଼ ଛକ ପାଖରେ ହରିଜନ ପଡ଼ାରେ କଂକ୍ରିଟ୍ ରାସ୍ତା ନିର୍ମାଣ ଦାବି   01-Nov-2026
  ଜିଲ୍ଲା  
ବରିଷ୍ଠ ନାଗରିକ ସାକ୍ଷାତକାର ଅଭିଯାନ   01-Nov-2026
  ଜିଲ୍ଲା  
ପିଏମ୍‌ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଏକତା ଦିବସ ପାଳିତ   01-Nov-2026
  ଜିଲ୍ଲା  
ଯୋଗାଣ ବିଭାଗ ଦ୍ୱାରା ଚଢ଼ାଉ♦️ ୨୨୯ ଘରୋଇ ଗ୍ୟାସ ସିଲିଣ୍ଡର ଜବତ   01-Nov-2026
  ଜିଲ୍ଲା  
ରେଟାମୁଣ୍ଡା ରେ ଭୋଗମଣ୍ଡପ ନିର୍ମାଣ ପାଇଁ ଭୂମି ପୂଜନ ଓ ଫଳକ ସ୍ଥାପନ   01-Nov-2026
  ଜିଲ୍ଲା  
ଚାକିରୀରୁ ଅବସର ନେଲେ ଅଧ୍ୟକ୍ଷା ରେଖା ମ୍ୟାଡ଼ାମ(ସବୁ ମହଲରୁ ଭବ୍ୟ ସମ୍ବର୍ଦ୍ଧନା)   01-Nov-2026
  ଜିଲ୍ଲା  
ରାଷ୍ଟ୍ରୀୟ ଏକତା ଦିବସରେ ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ୭୦ କିଲୋମିଟର ସାଇକେଲ ଯାତ୍ରା   31-Oct-2026

You Might Also Like