-+91-9937148622 |

prerana_bgr@rediffmail.com |

  Sunday 1st November 2026 |

| | | |

R.N.I. Regd No. ODIODI/2010/46693

Breaking News

“୧ ନଭେମ୍ବର ବଲାଙ୍ଗୀର ଦିନ୍‌” ପାଇଁ ସାଂସ୍କୃତିକ ଶୋଭାଯାତ୍ରା♦️ ଧୂମ୍‌ନାଚିଲେ ଜେନ-ଜୀ   (01-Nov-2026)       ||      ନର୍ଲା ବ୍ଲକ ସ୍ତରୀୟ ୭୭ ତମ କଳାହାଣ୍ଡି ଗଠନ ଦିବସ ପାଳିତ   (01-Nov-2026)       ||      ମୁନୁପାଲିରେ ଏକ ଦିବସୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ , ଟ୍ରାଇବ୍ରେକର ରେ ଲେଣ୍ଡା ଦଳ ଚାମ୍ପିଅନ    (01-Nov-2026)       ||      ୫୧ ତମ ବନ୍ଧୁମିଳନ ପାଇଁ ପ୍ରସ୍ତୁତି ବୈଠକ    (01-Nov-2026)       ||      ନିର୍ଝରିଣୀର ସଭାପତି ରାମଚନ୍ଦ୍ର ସାହୁ ସମ୍ବର୍ଦ୍ଧିତ   (01-Nov-2026)       ||      ବଲାଙ୍ଗୀର ଦିନ ଅବସରରେ ଲିବେରେସନ ଅନୁଷ୍ଠାନ ତରଫରୁ କୁଇଜ ପ୍ରତିଯୋଗିତା    (01-Nov-2026)       ||      କିସ କିଟ ପ୍ରତିଷ୍ଠାତା ଡ଼. ଅଚ୍ୟୁତ ସାମନ୍ତ ଙ୍କୁ "ବିଶ୍ୱ ଆଦିବାସୀ ଗୌରବ ସମ୍ମାନ    (01-Nov-2026)       ||      ଲର୍କୀ ଗ୍ରାମର ରାମୁଡ଼ ଛକ ପାଖରେ ହରିଜନ ପଡ଼ାରେ କଂକ୍ରିଟ୍ ରାସ୍ତା ନିର୍ମାଣ ଦାବି   (01-Nov-2026)       ||      ବରିଷ୍ଠ ନାଗରିକ ସାକ୍ଷାତକାର ଅଭିଯାନ    (01-Nov-2026)       ||      ପିଏମ୍‌ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଏକତା ଦିବସ ପାଳିତ    (01-Nov-2026)       ||      ଯୋଗାଣ ବିଭାଗ ଦ୍ୱାରା ଚଢ଼ାଉ♦️ ୨୨୯ ଘରୋଇ ଗ୍ୟାସ ସିଲିଣ୍ଡର ଜବତ   (01-Nov-2026)       ||      ରେଟାମୁଣ୍ଡା ରେ ଭୋଗମଣ୍ଡପ ନିର୍ମାଣ ପାଇଁ ଭୂମି ପୂଜନ ଓ ଫଳକ ସ୍ଥାପନ   (01-Nov-2026)       ||      ଚାକିରୀରୁ ଅବସର ନେଲେ ଅଧ୍ୟକ୍ଷା ରେଖା ମ୍ୟାଡ଼ାମ(ସବୁ ମହଲରୁ ଭବ୍ୟ ସମ୍ବର୍ଦ୍ଧନା)   (01-Nov-2026)       ||      ରାଷ୍ଟ୍ରୀୟ ଏକତା ଦିବସରେ ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ୭୦ କିଲୋମିଟର ସାଇକେଲ ଯାତ୍ରା   (31-Oct-2026)       ||      ଜିଲ୍ଲାସ୍ତରୀୟ ଯୁବ ମହୋତ୍ସବ ୨୦୨୭ ପାଇଁ ପ୍ରସ୍ତୁତି, ନଭେମ୍ବର ୫ରୁ ପ୍ରତିଯୋଗିତା ଆରମ୍ଭ   (31-Oct-2026)       ||      ବରୀ ରେ ରାଷ୍ଟ୍ରୀୟ ଏକତା ଅଭିଯାନ ନିଶା ମୁକ୍ତ ଓଡିଶା   (31-Oct-2026)       ||      ବଲାଙ୍ଗୀର ଟାଉନ୍ ଥାନା ପକ୍ଷରୁ ରାଷ୍ଟ୍ରୀୟ ଏକତା ଦିବସ ପାଳିତ    (31-Oct-2026)       ||      ମୁନୁପାଲିରେ ଏକ ଦିବସୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ , ଟ୍ରାଇବ୍ରେକର ରେ ଲେଣ୍ଡା ଦଳ ଚାମ୍ପିଅନ   (31-Oct-2026)       ||      ପୂର୍ବତନ ପ୍ରଧାନ ମନ୍ତ୍ରୀ ସ୍ୱର୍ଗୀୟା ଇନ୍ଦିରା ଗାନ୍ଧୀଙ୍କ ୪୨ ତମ ଶ୍ରାଦ୍ଧ ବାର୍ଷିକୀପାଳିତ   (31-Oct-2026)       ||      ମର୍ମନ୍ତୁଦ ସଡ଼କ ଦୁର୍ଘଟଣା।   (31-Oct-2026)       ||     

HOME   ଜିଲ୍ଲା

*ନବରଙ୍ଗପୁର ଜିଲ୍ଲାରେ କୁପୋଷଣର ଶିକାର ହୋଇଥିବା ଶିଶୁ ଖାଉଛନ୍ତି ଏକ୍ସପାଇର ତାରିଖ ଥିବା ବର୍ଦ୍ଧିତ ଛତୁଆ*

15-Oct-2025



ନବରଙ୍ଗପୁର(ପ୍ରିୟଦର୍ଶିନୀ ପାତ୍ର)
ଉଭୟ କେନ୍ଦ୍ର ଓ ରାଜ୍ୟ ସରକାର ଗ୍ରାମାଞ୍ଚଳଗୁଡ଼ିକରେ ଶିଶୁ ମୃତ୍ୟୁହାର ହ୍ରାସ କରିବା ପାଇଁ ବିଭିନ୍ନ ଯୋଜନାରେ ଅର୍ଥ ବ୍ୟୟ କରୁଛନ୍ତି। ଯେପରି ଶିଶୁଟିଏ ଗ୍ରାମାଞ୍ଚଳରେ ଭିଟାମିନ ଅଭାବରୁ କୁପୋଷଣର ଶିକାର ନ ହୁଏ, ସେଥିପାଇଁ ସରକାର ପ୍ରତି ଗ୍ରାମରେ ସମନ୍ବିତ ମହିଳା ଓ ଶିଶୁ ବିକାଶ ବିଭାଗ ପକ୍ଷରୁ ଅଙ୍ଗନୱାଡି କେନ୍ଦ୍ର ଖୋଲାଯାଇଛି। ପ୍ରତ୍ୟେକ କେନ୍ଦ୍ରରେ ଗର୍ଭବତୀ, ପ୍ରସୂତି ମହିଳା ଓ ଶିଶୁମାନଙ୍କୁ ସକାଳ ଜଳଖିଆ ଓ ରନ୍ଧାଖାଦ୍ୟ, ଅଣ୍ଡା, ପୁଷ୍ଟିକରଯୁକ୍ତ ଛତୁଆ ଆଦି ଯୋଗାଇ ଦେଉଛନ୍ତି। ମାତ୍ର ଏହା ସତ୍ତ୍ୱେ ଗ୍ରାମାଞ୍ଚଳରେ କୁପୋଷଣର ଶିକାର ଶିଶୁ ହେଉଛନ୍ତି ବୋଲି ଅଭିଭାବକ ମହଲରେ ଚିନ୍ତା ପ୍ରକଟ କଲେଣି। ତେବେ କେଉଁଠି ରହୁଛି ତ୍ରୁଟି, କାହିଁକି କୁପୋଷଣର ଶିକାର ଶିଶୁ ହେଉଛନ୍ତି ତାହାର ତଦନ୍ତ କରାଯାଉ ନାହିଁ। ଏହା ଦେଖିବାକୁ ମିଳିଛି ନବରଙ୍ଗପୁର ଜିଲାରେ। କୁପୋଷଣର ଶିକାର ହୋଇଥିବା ଶିଶୁମାନଙ୍କୁ ବର୍ଦ୍ଧିତ ଛତୁଆ ଯୋଗାଣ ଦାୟିତ୍ୱ ଜିଲାର ତେନ୍ତୁଳୀଖୁଣ୍ଟି ବ୍ଲକର ଚାରାମୂଳା ଗ୍ରାମର ମା ମାଣିକେଶ୍ବରୀ ସ୍ବୟଂ ସହାୟକ ଗୋଷ୍ଠୀ ନେଇଛି ଏବଂ ଜିଲ୍ଲାର 10ଗଟି ବ୍ଲକରେ ବର୍ଦ୍ଧିତ ଛତୁଆ ଯୋଗାଉଛି। ବଡ଼ ଦୁଃଖର ବିଷୟ, କୋମଳମତି ଶିଶୁମାନଙ୍କୁ ଯୋଗାଇ ଦିଆଯାଉଥିବା ବର୍ଦ୍ଧିତ ଛତୁଆ ୧୦୦ ଗ୍ରାମ ପ୍ୟାକେଟକୁ ଫୁଟା ପାଣି କିମ୍ବା କ୍ଷୀର ମିଶାଇ ଅର୍ଦ୍ଧ ତରଳ ମଣ୍ଡ ପ୍ରସ୍ତୁତ କରାଯିବା ପରେ ଶିଶୁଙ୍କୁ ଦିଆଯାଇଥାଏ। ଏହି ଛତୁଆ ପ୍ୟାକେଟ ଖୋଲାଯିବାର ଏକ ଘଣ୍ଟା ମଧ୍ୟରେ ବ୍ୟବହାର କରିବା ଉଚିତ ବୋଲି ପ୍ୟାକେଟରେ ଉଲ୍ଲେଖ ରହିଛି। ଏହା ଏକ ମାସ ମଧ୍ୟରେ ଖାଇବା ଦରକାର ବୋଲି ଲେଖାଯାଇଛି। ତେବେ ଛତୁଆ ପ୍ରସ୍ତୁତକାରୀ ସଂସ୍ଥା ପ୍ୟାକେଟିଂ କଲା ବେଳେ କିପରି ପ୍ରସ୍ତୁତି ତାରିଖ ଓ ଅବଧି ଶେଷ ତାରିଖ ଲେଖାଗଲା ନାହିଁ ବୋଲି ଅଭିଭାବକ ମହଲରେ ଅସନ୍ତୋଷ ପ୍ରକାଶ ପାଇଛି।କିଛି ଛତୁଆ ପେକେଟ ରେ ତ 6/7ମାସ ପୁରୁଣ ତାରିଖ ରହିଛି ଯଥା 23.01.2025। ଜିଲ୍ଲା ପ୍ରଶାସନ ଏଥିପ୍ରତି ଦୃଷ୍ଟି ଦେବାର ଆବଶ୍ୟକତା ରହିଛି। କାରଣ ବିଭିନ୍ନ ବ୍ଲକରେ ଶିଶୁମାନଙ୍କ ପାଇଁ ଛତୁଆ ପ୍ରସ୍ତୁତ କରୁଥିବା ସଂସ୍ଥାଗୁଡ଼ିକ ବିଭାଗ ପକ୍ଷରୁ ପ୍ରତି ମାସରେ ଛତୁଆ ପ୍ରସ୍ତୁତ ହେଉଥିବା ସମୟରେ ମାନ ନିର୍ଦ୍ଧାରଣ କରିବାକୁ ବିଭାଗୀୟ ଉଚ୍ଚ କର୍ତ୍ତୃପକ୍ଷ କ୍ଷେତ୍ର ପରିଦର୍ଶନ କରି ଭିଡିଓ କ୍ଲିପିଂ କରିବାର ବ୍ୟବସ୍ଥା ଥିଲେ ମଧ୍ୟ ତାହା କରିବାରେ ବିଭାଗ ବିଫଳ ହେଉଛି ବୋଲି ବୁଦ୍ଧିଜୀବୀ ମାନେ ପ୍ରଶ୍ନ ଉଠାଇଛନ୍ତି। ଅବଧି ନ ଥିବା ବର୍ଦ୍ଧିତ ଛତୁଆ ଖାଇ ଯଦି ଶିଶୁଙ୍କ କିଛି କ୍ଷତି ହୁଏ, ଏଥିପାଇଁ କିଏ ଉତ୍ତରଦାୟୀ ରହିବ ବୋଲି ଅଭିଭାବକମାନେ ଅଭିଯୋଗ କରିଛନ୍ତି। ଏ ସମ୍ପର୍କରେ ଜିଲ୍ଲା ଶିଶୁଵିକାଶ ପ୍ରକଳ୍ପ ଅଧିକାରିଣୀଙ୍କୁ ଯୋଗାଯୋଗ କରିବା ପାଇଁ ଚେଷ୍ଟା କରିଥିଲୁ କିନ୍ତୁ ଯୋଗାଯୋଗ ହୋ ପାତ୍ର, ନବରଙ୍ଗପୁର ଇ ପାରିଲା ନାହିଁ।ଏଭଳି ସମ୍ବେଧାନ ସିଲ ପରିସ୍ଥିତି ରେ ଜିଲ୍ଲାପାଳ ହସ୍ତକ୍ଷେପ କରି ବର୍ଦ୍ଧିତ ଛତୁର ମାନ ଯାଞ୍ଚ କରିବା ନିହାତି ଆବଶ୍ୟକ ଅଟେ।

ବିଦ୍ର:-ଛତୁଆ ପେକେଟରେ ଅବଧି ତାରିଖ ଓ ଅବଧି ଶେଷ ତାରିଖ ଲେଖାନାହିଁ


News Comment




Photo in News

Advertisment
Lastest News
  ଜିଲ୍ଲା  
“୧ ନଭେମ୍ବର ବଲାଙ୍ଗୀର ଦିନ୍‌” ପାଇଁ ସାଂସ୍କୃତିକ ଶୋଭାଯାତ୍ରା♦️ ଧୂମ୍‌ନାଚିଲେ ଜେନ-ଜୀ   01-Nov-2026
  ଜିଲ୍ଲା  
ନର୍ଲା ବ୍ଲକ ସ୍ତରୀୟ ୭୭ ତମ କଳାହାଣ୍ଡି ଗଠନ ଦିବସ ପାଳିତ   01-Nov-2026
  ଜିଲ୍ଲା  
ମୁନୁପାଲିରେ ଏକ ଦିବସୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ , ଟ୍ରାଇବ୍ରେକର ରେ ଲେଣ୍ଡା ଦଳ ଚାମ୍ପିଅନ   01-Nov-2026
  ଜିଲ୍ଲା  
୫୧ ତମ ବନ୍ଧୁମିଳନ ପାଇଁ ପ୍ରସ୍ତୁତି ବୈଠକ   01-Nov-2026
  ଜିଲ୍ଲା  
ନିର୍ଝରିଣୀର ସଭାପତି ରାମଚନ୍ଦ୍ର ସାହୁ ସମ୍ବର୍ଦ୍ଧିତ   01-Nov-2026
  ରାଜ୍ୟ  
ବଲାଙ୍ଗୀର ଦିନ ଅବସରରେ ଲିବେରେସନ ଅନୁଷ୍ଠାନ ତରଫରୁ କୁଇଜ ପ୍ରତିଯୋଗିତା   01-Nov-2026
  ଜିଲ୍ଲା  
କିସ କିଟ ପ୍ରତିଷ୍ଠାତା ଡ଼. ଅଚ୍ୟୁତ ସାମନ୍ତ ଙ୍କୁ "ବିଶ୍ୱ ଆଦିବାସୀ ଗୌରବ ସମ୍ମାନ   01-Nov-2026
  ଜିଲ୍ଲା  
ଲର୍କୀ ଗ୍ରାମର ରାମୁଡ଼ ଛକ ପାଖରେ ହରିଜନ ପଡ଼ାରେ କଂକ୍ରିଟ୍ ରାସ୍ତା ନିର୍ମାଣ ଦାବି   01-Nov-2026
  ଜିଲ୍ଲା  
ବରିଷ୍ଠ ନାଗରିକ ସାକ୍ଷାତକାର ଅଭିଯାନ   01-Nov-2026
  ଜିଲ୍ଲା  
ପିଏମ୍‌ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଏକତା ଦିବସ ପାଳିତ   01-Nov-2026
  ଜିଲ୍ଲା  
ଯୋଗାଣ ବିଭାଗ ଦ୍ୱାରା ଚଢ଼ାଉ♦️ ୨୨୯ ଘରୋଇ ଗ୍ୟାସ ସିଲିଣ୍ଡର ଜବତ   01-Nov-2026
  ଜିଲ୍ଲା  
ରେଟାମୁଣ୍ଡା ରେ ଭୋଗମଣ୍ଡପ ନିର୍ମାଣ ପାଇଁ ଭୂମି ପୂଜନ ଓ ଫଳକ ସ୍ଥାପନ   01-Nov-2026

You Might Also Like