-+91-9937148622 |

prerana_bgr@rediffmail.com |

  Sunday 1st November 2026 |

| | | |

R.N.I. Regd No. ODIODI/2010/46693

Breaking News

*ସାମ୍ୱାଦିକ ତଥା ସମାଜସେବୀ ଙ୍କ ମାତୃ ବିୟୋଗ*- *ସୋନପୁର ରେ ଶୋକ*-   (01-Nov-2026)       ||      ଡା ବୁ ଗାଁ ମା ଗଜଲଷ୍ମୀ ଭାଷା ଣୀ ଉତ୍ସବ    (01-Nov-2026)       ||      ଜାତୀୟ ବିଦ୍ୟାଳୟ ରଗ୍‌ବୀ ପ୍ରତିଯୋଗିତାରେ ଟିଟିଲାଗଡର ଝିଅ ଖିଲି ପାତ୍ର - ୧୭ ବର୍ଷରୁ କମ୍ ବର୍ଗରେ ଦିଲ୍ଲୀରେ ଦେଖାଇଲେ ଦମଦାର୍ ପ୍ରଦର୍ଶନ   (01-Nov-2026)       ||      ଟିଟିଲାଗଡ ପୌରପରିଷଦ ଅଞ୍ଚଳରେ ବିନା ରେରା ଅନୁମତିରେ ହେଉଛି ଜମି ବିକ୍ରି - ଜମି କିଣୁଥିବା ଲୋକ ପଛରେ ହେଉଛନ୍ତି ହଇରାଣ    (01-Nov-2026)       ||      ୧୪ ତମ ପୀତାମ୍ବର ପଧାନ ମେମୋରିଆଲ ଫୁଟବଲ,ଚରଦା ଦଳ ଚାମ୍ପିଅନ   (01-Nov-2026)       ||      ୭୭ ତମ କଳାହାଣ୍ଡି ଜିଲ୍ଲା ଗଠନ ଦିବସ ମହାସମାରୋହରେ ପାଳିତ   (01-Nov-2026)       ||      “୧ ନଭେମ୍ବର ବଲାଙ୍ଗୀର ଦିନ୍‌” ପାଇଁ ସାଂସ୍କୃତିକ ଶୋଭାଯାତ୍ରା♦️ ଧୂମ୍‌ନାଚିଲେ ଜେନ-ଜୀ   (01-Nov-2026)       ||      ନର୍ଲା ବ୍ଲକ ସ୍ତରୀୟ ୭୭ ତମ କଳାହାଣ୍ଡି ଗଠନ ଦିବସ ପାଳିତ   (01-Nov-2026)       ||      ମୁନୁପାଲିରେ ଏକ ଦିବସୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ , ଟ୍ରାଇବ୍ରେକର ରେ ଲେଣ୍ଡା ଦଳ ଚାମ୍ପିଅନ    (01-Nov-2026)       ||      ୫୧ ତମ ବନ୍ଧୁମିଳନ ପାଇଁ ପ୍ରସ୍ତୁତି ବୈଠକ    (01-Nov-2026)       ||      ନିର୍ଝରିଣୀର ସଭାପତି ରାମଚନ୍ଦ୍ର ସାହୁ ସମ୍ବର୍ଦ୍ଧିତ   (01-Nov-2026)       ||      ବଲାଙ୍ଗୀର ଦିନ ଅବସରରେ ଲିବେରେସନ ଅନୁଷ୍ଠାନ ତରଫରୁ କୁଇଜ ପ୍ରତିଯୋଗିତା    (01-Nov-2026)       ||      କିସ କିଟ ପ୍ରତିଷ୍ଠାତା ଡ଼. ଅଚ୍ୟୁତ ସାମନ୍ତ ଙ୍କୁ "ବିଶ୍ୱ ଆଦିବାସୀ ଗୌରବ ସମ୍ମାନ    (01-Nov-2026)       ||      ଲର୍କୀ ଗ୍ରାମର ରାମୁଡ଼ ଛକ ପାଖରେ ହରିଜନ ପଡ଼ାରେ କଂକ୍ରିଟ୍ ରାସ୍ତା ନିର୍ମାଣ ଦାବି   (01-Nov-2026)       ||      ବରିଷ୍ଠ ନାଗରିକ ସାକ୍ଷାତକାର ଅଭିଯାନ    (01-Nov-2026)       ||      ପିଏମ୍‌ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଏକତା ଦିବସ ପାଳିତ    (01-Nov-2026)       ||      ଯୋଗାଣ ବିଭାଗ ଦ୍ୱାରା ଚଢ଼ାଉ♦️ ୨୨୯ ଘରୋଇ ଗ୍ୟାସ ସିଲିଣ୍ଡର ଜବତ   (01-Nov-2026)       ||      ରେଟାମୁଣ୍ଡା ରେ ଭୋଗମଣ୍ଡପ ନିର୍ମାଣ ପାଇଁ ଭୂମି ପୂଜନ ଓ ଫଳକ ସ୍ଥାପନ   (01-Nov-2026)       ||      ଚାକିରୀରୁ ଅବସର ନେଲେ ଅଧ୍ୟକ୍ଷା ରେଖା ମ୍ୟାଡ଼ାମ(ସବୁ ମହଲରୁ ଭବ୍ୟ ସମ୍ବର୍ଦ୍ଧନା)   (01-Nov-2026)       ||      ରାଷ୍ଟ୍ରୀୟ ଏକତା ଦିବସରେ ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ୭୦ କିଲୋମିଟର ସାଇକେଲ ଯାତ୍ରା   (31-Oct-2026)       ||     

HOME   ଜିଲ୍ଲା

ଦେଓଗାଁରେ ବନ୍ଧୁକ ଓ ଖଣ୍ଡାଧାରୀଙ୍କ ଆତଙ୍କରାଜ ଘଟଣା; ଗୋଟିଏ ବାଇକ ସହ ମାରଣାସ୍ତ୍ର ଜବତ ,୫ କୋର୍ଟ ଚାଲାଣ

15-Oct-2025



ବଲାଙ୍ଗୀର(ପ୍ରେରଣା ଖବର): ବଲାଙ୍ଗିର ଜିଲ୍ଲା ଦେଓଗାଁ ଥାନା ଅନ୍ତର୍ଗତ ଦେଓଗାଁ କଛାରପାଲିରେ ସୋମବାର ସଂନ୍ଧ୍ୟାରେ ଘଟିଥିବା ଦୁବୃର୍ତ୍ତଙ୍କ ଦ୍ୱାରା ଆତଙ୍କରାଜ ଘଟଣାରେ ବୁଧବାର ସ୍ଥାନୀୟ ପୋଲିସ ଗୋଟିଏ ବାଇକ,୨ଟି ମୋବାଇଲ ଫୋନ ସହ ମାରଣାସ୍ତ୍ର ଜବତ କରି ୫ଜଣ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି । ଗିରଫ ଅଭିଯୁକ୍ତ ମାନେ ହେଲେ   ଦେଓଗାଁ ଥାନା ଅନ୍ତର୍ଗତ ଅର୍ଡା ଗାଁର କାଲିଆ ବେହେରା (୨୮),ୱେଷ୍ଟବେଙ୍ଗଳ ମୁରଶିଦାବାଦ ଜିଲ୍ଲା ବେଲଡଙ୍ଗା ଥାନା ହରେକନଗରର ମହମ୍ମଦ ସାନାଉଲ୍ଲା ଖାଁ (୩୮),ବଲାଙ୍ଗିର ସାଗରପଡାର ସାଗର ମାହାକୁର (୨୫),ଶାସ୍ତ୍ରୀନଗରର ମୁକେଶ ବଗର୍ତ୍ତି(୩୦) ଓ ସଇଁନ୍ତଲା ଥାନା କମଲଡଗା ଗାଁର କିଷାନ ମାଝି (୨୫) । ସମସ୍ତଙ୍କ ଜାମିନ ନାମଞ୍ଜୁର ହେବାରୁ ସମସ୍ତଙ୍କୁ ଜେଲହାଜତକୁ ପଠାଇଦିଆଯାଇଥିବା ଜଣାପଡିଛି । ପ୍ରକାଶଯେ, ସୋମବାର ସଂନ୍ଧ୍ୟା ପ୍ରାୟ ୭ଟା ସମୟରେ ହଠାତ ୧୨ଜଣ ଯୁବକ ୪ଟି ବାଇକରେ ଆସି ସ୍ଥାନୀୟ ସାହୁପଡାରେ ବନ୍ଧୁକ ଓ ଖଣ୍ଡା ବାହାରକରି କିଛି ସମୟପାଇଁ ଆତଙ୍କ ଖେଳାଇଥିଲେ । ସାଧାରଣ ଲୋକଙ୍କୁ ଅସଭ୍ୟ ଭାଷାରେ ଗାଲିଗୁଲଜ କରି ଜଣେ ଯୁବକଙ୍କୁ ଆକ୍ରମଣ କରିବାପାଇଁ ଖୋଜିଥିଲେ । ଏନେଇ ସଂନ୍ଧ୍ୟା ପ୍ରାୟ ୮ଟାରେ ସାହୁପଡା ପ୍ରଗତିଯୁବକ ସଂଘର କର୍ମକର୍ତ୍ତା ତଥା ପଡାବାସୀ ମାନେ ଦେଓଗାଁ ଥାନାକୁ ଯାଇ ଲିଖିତଭାବେ ଅଭିଯୋଗ କରିଥିଲେ । ଦେଓଗାଁ ଥାନାରୁ ମାତ୍ର କିଛିଦୂରରେ ବାହାରର ଯୁବକମାନେ ଆସି ମାରଣାସ୍ତ୍ରଧରି ଆତଙ୍କରାଜ ଚଳାଇବା ଘଟଣାକୁ ନେଇ ଜନଅସନ୍ତୋଷ ବ୍ୟାପିଛି । ଅଭିଯୋଗପରେ ଏସପି ଙ୍କ ନିର୍ଦ୍ଦେଶକ୍ରମେ ପୋଲିସ ୨ଟି ଟିମଗଠନ କରି ରାତିରେ ତନାଘନା ଚଲାଇଥିଲା ।  ଦୁବୃର୍ତ୍ତମାନେ ଜୁର୍ଲାକାନୀ ଛକନିକଟରେ ଗୋଟିଏ ବାଇକ ଛାଡିଦେଇ ଫେରାର ମାରିଥିଲେ । ଉକ୍ତବାଇକ କୁ ପୋଲିସ ଜବତ କରି ତଦନ୍ତ ଆରମ୍ଭ କରିଥିଲା । ଅନ୍ୟ ଅଭିଯୁକ୍ତ ମାନଙ୍କୁ ଅତିଶିଘ୍ର ଗିରଫ କରାଯିବ ଓ ବିହିତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ଅରାଜକତାକୁ ପ୍ରଶ୍ରୟ ଦିଆଯିବ ନାହିଁ ବୋଲି ଥାନାଧିକାରୀ ବୁଲୁ ମୁଣ୍ଡା ସୂଚନା ଦେଇଛନ୍ତି ।


News Comment




Photo in News

Advertisment
Lastest News
  ଜିଲ୍ଲା  
*ସାମ୍ୱାଦିକ ତଥା ସମାଜସେବୀ ଙ୍କ ମାତୃ ବିୟୋଗ*- *ସୋନପୁର ରେ ଶୋକ*-   01-Nov-2026
  ଜିଲ୍ଲା  
ଡା ବୁ ଗାଁ ମା ଗଜଲଷ୍ମୀ ଭାଷା ଣୀ ଉତ୍ସବ   01-Nov-2026
  ଜିଲ୍ଲା  
ଜାତୀୟ ବିଦ୍ୟାଳୟ ରଗ୍‌ବୀ ପ୍ରତିଯୋଗିତାରେ ଟିଟିଲାଗଡର ଝିଅ ଖିଲି ପାତ୍ର - ୧୭ ବର୍ଷରୁ କମ୍ ବର୍ଗରେ ଦିଲ୍ଲୀରେ ଦେଖାଇଲେ ଦମଦାର୍ ପ୍ରଦର୍ଶନ   01-Nov-2026
  ଜିଲ୍ଲା  
ଟିଟିଲାଗଡ ପୌରପରିଷଦ ଅଞ୍ଚଳରେ ବିନା ରେରା ଅନୁମତିରେ ହେଉଛି ଜମି ବିକ୍ରି - ଜମି କିଣୁଥିବା ଲୋକ ପଛରେ ହେଉଛନ୍ତି ହଇରାଣ   01-Nov-2026
  ଜିଲ୍ଲା  
୧୪ ତମ ପୀତାମ୍ବର ପଧାନ ମେମୋରିଆଲ ଫୁଟବଲ,ଚରଦା ଦଳ ଚାମ୍ପିଅନ   01-Nov-2026
  ଜିଲ୍ଲା  
୭୭ ତମ କଳାହାଣ୍ଡି ଜିଲ୍ଲା ଗଠନ ଦିବସ ମହାସମାରୋହରେ ପାଳିତ   01-Nov-2026
  ଜିଲ୍ଲା  
“୧ ନଭେମ୍ବର ବଲାଙ୍ଗୀର ଦିନ୍‌” ପାଇଁ ସାଂସ୍କୃତିକ ଶୋଭାଯାତ୍ରା♦️ ଧୂମ୍‌ନାଚିଲେ ଜେନ-ଜୀ   01-Nov-2026
  ଜିଲ୍ଲା  
ନର୍ଲା ବ୍ଲକ ସ୍ତରୀୟ ୭୭ ତମ କଳାହାଣ୍ଡି ଗଠନ ଦିବସ ପାଳିତ   01-Nov-2026
  ଜିଲ୍ଲା  
ମୁନୁପାଲିରେ ଏକ ଦିବସୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ , ଟ୍ରାଇବ୍ରେକର ରେ ଲେଣ୍ଡା ଦଳ ଚାମ୍ପିଅନ   01-Nov-2026
  ଜିଲ୍ଲା  
୫୧ ତମ ବନ୍ଧୁମିଳନ ପାଇଁ ପ୍ରସ୍ତୁତି ବୈଠକ   01-Nov-2026
  ଜିଲ୍ଲା  
ନିର୍ଝରିଣୀର ସଭାପତି ରାମଚନ୍ଦ୍ର ସାହୁ ସମ୍ବର୍ଦ୍ଧିତ   01-Nov-2026
  ରାଜ୍ୟ  
ବଲାଙ୍ଗୀର ଦିନ ଅବସରରେ ଲିବେରେସନ ଅନୁଷ୍ଠାନ ତରଫରୁ କୁଇଜ ପ୍ରତିଯୋଗିତା   01-Nov-2026

You Might Also Like